Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 21-23

ପାଉଲଙ୍କ ଯିରୁଶାଲମ ଯାତ୍ରା

21 ଆମ୍ଭେମାନେ ସେମାନଙ୍କଠାରୁ ବିଦାୟ ନେଲୁ। ତା'ପରେ ଆମ୍ଭେ ସିଧା କୋସ୍ ଉପଦ୍ୱୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସେଠାରୁ ରୋଦା ଉପଦ୍ୱୀପକୁ ଆସିଲୁ। ପୁଣି ସେଠାରୁ ଆମ୍ଭେ ପାତାରାରେ ପହଞ୍ଚିଲୁ। ପାତାରାରେ ଫୈନିକୀଆକୁ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେ ସେଥିରେ ଚଢ଼ିଲୁ ଓ ଯାତ୍ରା କଲୁ।

ଆମ୍ଭେ ଯାଇ କୁପ୍ର ଉପଦ୍ୱୀପ ପାଖରେ ପହଞ୍ଚି ତା'ର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗରରେ ଓହ୍ଲେଇଲୁ, କାରଣ ସେଠାରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା। ଆମ୍ଭେ ସେଠାରେ ଯୀଶୁଙ୍କର କେତେକ ଶିଷ୍ୟମାନଙ୍କୁ ଦେଖିଲୁ। ସେମାନଙ୍କ ସହିତ ସାତ ଦିନ ପର୍ଯ୍ୟନ୍ତ ରହିଲୁ। ସେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଲଙ୍କୁ ଯିରୁଶାଲମ ନଯିବା ପାଇଁ ଚେତାବନୀ ଦେଲେ। ସମୟ ପୁରିଗଲା ପରେ ଆମ୍ଭେ ସେଠାରୁ ବିଦାୟ ନେଲୁ। ସେତେବେଳେ ସେମାନେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ଯ୍ୟନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲୁ। ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନେଇ ଜାହାଜରେ ଚଢ଼ିଲୁ। ଶିଷ୍ୟମାନେ ନିଜ ନିଜ ଘରକୁ ଫେରିଗଲେ।

ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ କଲୁ ଓ ପତଲମାଇରେ ପହଞ୍ଚିଲୁ। ସେଠାରେ ଭାଇମାନଙ୍କୁ ଅଭିନନ୍ଦନ ଜଣେଇ ସେମାନଙ୍କ ସହିତ ଗୋଟିଏ ଦିନ ରହିଲୁ। ଆମ୍ଭେ ତହିଁ ଆରଦିନ କାଇସରୀଆ ନଗରରେ ପହଞ୍ଚିଲୁ। ତା'ପରେ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭରକ ଫିଲି‌ପ୍‌ପଙ୍କ ଘରେ ପ୍ରବେଶ କଲୁ। ସେ ସାତ ଜଣ ବିଶେଷ ସେବକମାନଙ୍କ ମଧ୍ୟରୁ ଜଣେ ଥିଲେ। ଆମ୍ଭେମାନେ ତାହାଙ୍କ ସହିତ ରହିଲୁ। ତାହାଙ୍କର ଗ୍ଭରୋଟି ଅବିବାହିତା ଝିଅ ଥିଲେ। ସେମାନେ ଭାବବାଦିନୀ ଥିଲେ।

10 ସେଠାରେ ଆମ୍ଭେ ବହୁତ ଦିନ ରହିଲା ପରେ ଯିହୂଦା ଦେଶରୁ ଆଗାବ ନାମରେ ଜଣେ ଭବିଷ୍ୟ‌ଦ୍‌ବକ୍ତା ଆସି ପହଞ୍ଚିଲେ। 11 ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନେଇ ନିଜ ହାତ ଗୋଡ଼ ବାନ୍ଧି ପକେଇଲେ ଓ କହିଲେ, “ପବିତ୍ରଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, ‘ତାହାଙ୍କୁ ଯିରୁଶାଲମରେ ଯିହୂଦୀମାନେ ଏହିପରି ବାନ୍ଧି। ସେମାନେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତରେ ସମର୍ପଣ କରିବେ।’”

12 ଆମ୍ଭେମାନେ ଓ ଅନ୍ୟ ବିଶ୍ୱାସୀମାନେ ଏହି କଥା ଶୁଣି ପାଉଲଙ୍କୁ ଯିରୁଶାଲମ ନ ଯିବା ପାଇଁ ବହୂତ ଅନୁରୋଧ କଲୁ। 13 କିନ୍ତୁ ପାଉଲ କହିଲେ, “ତୁମ୍ଭେମାନେ କାହିଁକି କାନ୍ଦୁଛ? ତୁମ୍ଭେମାନେ କାହିଁକି ଏପରି ମୋତେ ଦୁଃଖିତ କରୁଛ? ଯିରୁଶାଲମରେ ମୁଁ ବନ୍ଧା ହେବା ପାଇଁ ଯେ କେବଳ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମରେ ମରିବା ପାଇଁ ମଧ୍ୟ ପ୍ରସ୍ତୁତ ଅଛି।”

14 ସେ ଆମ୍ଭ କଥାରେ ପ୍ରଭାବିତ ନ ହେବାରୁ ଆମ୍ଭେମାନେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, “ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।”

15 ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ଯିରୁଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ। 16 କାଇସରୀଆରେ ଥିବା ଯୀଶୁଙ୍କ କେତେକ ଶିଷ୍ୟ ଆମ୍ଭ ସହିତ ଆସିଲେ। ସେମାନେ ଆମ୍ଭକୁ କୁପ୍ର ଉପଦ୍ୱୀପର ମନାସୋନ (ଯିଏ କି ଯୀଶୁଙ୍କ ପ୍ରଥମ ଶିଷ୍ୟମାନଙ୍କ ମଧ୍ୟରେ ଜଣେ) ନାମକ ଜଣେ ଶିଷ୍ୟଙ୍କ ଘରକୁ ନେଇଗଲେ। ସେଠାରେ ଆମ୍ଭେ ରାତି କଟାଇବା କଥା ଥିଲା।

ପାଉଲ ଯାକୁବଙ୍କ ସହିତ ମିଳନ

17 ଆମ୍ଭେମାନେ ଯିରୁଶାଲମରେ ପହଞ୍ଚିବା ମାତ୍ରେ ଆମ୍ଭକୁ ଭାଇମାନେ ଖୁସୀରେ ସ୍ୱାଗତ ଜଣାଇଲେ। 18 ତା’ ପରଦିନ ପାଉଲ ଆମ୍ଭମାନଙ୍କ ସାଙ୍ଗରେ ଯାକୁବଙ୍କୁ ଭେଟିବାକୁ ଗଲେ। ସବୁ ପ୍ରାଚୀନ ଲୋକମାନେ ସମସ୍ତେ ସେଠାରେ ଉପସ୍ଥିତ ଥିଲେ। 19 ପାଉଲ ସେମାନଙ୍କୁ ଅଭିନନ୍ଦନ ଜଣାଇଲେ। ପରମେଶ୍ୱର ତାହାଙ୍କ ସେବାକାର୍ଯ୍ୟ ମାଧ୍ୟମରେ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁସବୁ କାର୍ଯ୍ୟ କରିଛନ୍ତି, ସେସବୁ ସେ ସେମାନଙ୍କୁ ଗୋଟି ଗୋଟି କରି କହିଲେ।

20 ସେମାନେ ଏହା ଶୁଣି ପରମେଶ୍ୱରଙ୍କର ପ୍ରଶଂସା କଲେ। ସେମାନେ ପାଉଲଙ୍କୁ କହିଲେ, “ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ୱାସୀ ହୋଇ ଅଛନ୍ତି। କିନ୍ତୁ ସେମାନେ ମନେ କରନ୍ତି ଯେ, ବ୍ୟବସ୍ଥା ପାଳନ କରିବା ଅଧିକ ମହତ୍ତ୍ୱପୂର୍ଣ୍ଣ ଅଟେ। 21 ସେମାନେ ତୁମ୍ଭ ବିଷୟରେ ଶୁଣିଛନ୍ତି ଯେ, ତୁମ୍ଭେ ଅଣଯିହୂଦୀମାନଙ୍କ ଦେଶରେ ରହୁଥିବା ଯିହୂଦୀମାନଙ୍କୁ, ମୋଶାଙ୍କର ବ୍ୟବସ୍ଥା ତ୍ୟାଗ କରିବା ପାଇଁ ଶିକ୍ଷା ଦେଉଛ। ତୁମ୍ଭେ ସେମାନଙ୍କୁ ସେମାନଙ୍କର ପିଲାମାନଙ୍କର ସୁନ୍ନତ ନ କରିବା ପାଇଁ ଓ ଯିହୂଦୀ ରୀତିନୀତି ଗୁଡ଼ିକୁ ନ ମାନିବା ପାଇଁ ଶିକ୍ଷା ଦେଇଛ।

22 “ତେଣୁ ଆମ୍ଭକୁ କ’ଣ କରିବା ଉଚିତ୍? ତୁମ୍ଭେ ଯେ ଏଠାକୁ ଆସିଛ, ଏହା ସେମାନେ ନିଶ୍ଚୟ ଶୁଣିବାକୁ ପାଇବେ। 23 ତେଣୁ ଆମ୍ଭ କହିବା ଅନୁସାରେ କାମ କର। ଆମ୍ଭ ପାଖରେ ପରମେଶ୍ୱରଙ୍କଠାରେ ମାନତ କରିଥିବାର ଗ୍ଭରି ଜଣ ଲୋକ ଅଛନ୍ତି। 24 ତୁମ୍ଭେ ସେମାନଙ୍କୁ ସାଙ୍ଗରେ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର ଓ ତୁମ୍ଭେ ସେମାନଙ୍କର ମୁଣ୍ଡ ଲଣ୍ଡା ହେବା ପାଇଁ ଖର୍ଚ୍ଚ ଦିଅ। ଏହା ଦ୍ୱାରା ସମସ୍ତେ ଭାବିବେ ଯେ, ସେମାନେ ତୁମ୍ଭ ବିଷୟରେ ଯାହାସବୁ ଶୁଣିଛନ୍ତି ତାହା ମିଥ୍ୟା। ସେମାନେ ଦେଖିବେ ଯେ, ତୁମ୍ଭେ ନିଜ ଜୀବନରେ ମୋଶାଙ୍କ ବ୍ୟବସ୍ଥା ମାନି ଚଳୁଛ।

25 “ଆମ୍ଭେ ଅଣଯିହୂଦୀ ବିଶ୍ୱାସୀ ଲୋକମାନଙ୍କୁ ପତ୍ର ଲେଖିଛୁ। ଆମ୍ଭେ ସେମାନଙ୍କୁ ଲେଖିସାରିଛୁ:

‘ମୂର୍ତ୍ତିକୁ ସମର୍ପିତ ହୋଇଥିବା ଖାଦ୍ୟ ଖାଅ ନାହିଁ।

ରକ୍ତ ଖାଅ ନାହିଁ।

ତୁମ୍ଭେମାନେ କୌଣସି ପ୍ରକାରର ଯୌନ ସମ୍ବନ୍ଧୀୟ ପାପ କାର୍ଯ୍ୟ କର ନାହିଁ।’”

ପାଉଲଙ୍କୁ ଗିରଫ କରାଗଲା

26 ତେଣୁ ପାଉଲ ତହିଁ ଆରଦିନ ସେହି ଗ୍ଭରି ଜଣ ଲୋକଙ୍କୁ ସାଙ୍ଗରେ ନେଇ ଆପଣାକୁ ଶୁଚି କଲେ। ତା'ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିୟା ସମାରୋହର ଦିନ ପୁରି ଯିବ ଓ ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କ ପାଇଁ ଦାନ ଦିଆଯିବ, ସେହି ବିଷୟରେ ଘୋଷଣା କଲେ।

27 ସାତ ଦିନ ପୁରି ଯିବା ଦିନ ଏସିଆର କେତେକ ଯିହୂଦୀମାନେ ତାହାଙ୍କୁ ମନ୍ଦିରରେ ଦେଖିଲେ। ସେମାନେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧରେ ଉତ୍ତେଜିତ କଲେ ଓ ତାହାଙ୍କୁ ଧରି ପକେଇଲେ। 28 ସେମାନେ ଖୁବ୍ ଜୋ‌ର୍‌‌ରେ ଚିତ୍କାର କରି କହିଲେ, “ହେ ଇସ୍ରାଏଲୀୟ ଲୋକମାନେ, ଆମ୍ଭକୁ ସାହାଯ୍ୟ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧରେ, ଆମ୍ଭ ବ୍ୟବସ୍ଥା ଓ ଏହି ସ୍ଥାନ ବିରୁଦ୍ଧରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତେକ ଗ୍ରୀକ୍ ଲୋକମାନଙ୍କୁ ମଧ୍ୟ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।” 29 ସେମାନେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସେମାନେ ଅନୁମାନ କରିନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।

30 ପୁରା ନଗରଟାରେ ଉତ୍ତେଜନା ସୃଷ୍ଟି ହୋଇଗଲା। ଲୋକମାନେ ଏକାଠି ଦୌଡ଼ି ଯାଇ ପାଉଲଙ୍କୁ ମନ୍ଦିର ଭିତରୁ ଟାଣି ନେଇଗଲେ। ସଙ୍ଗେ ସଙ୍ଗେ ଦ୍ୱାର ଗୁଡ଼ିକ ବନ୍ଦ ହୋଇଗଲା। 31 ଲୋକମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିବା ସମୟରେ ରୋମୀୟ ସେନାପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ଯିରୁଶାଲମରେ ଉତ୍ତେଜନା ଖେଳି ଯାଇଛି। 32 ସେ ସଙ୍ଗେ ସଙ୍ଗେ କେତେକ ସୈନ୍ୟ ଓ ଅଧିକାରୀମାନଙ୍କ ସହିତ ଆସି ପହଞ୍ଚିଲେ। ସେ ପାଉଲଙ୍କୁ ହତ୍ୟା କରିବାକୁ ଉଦ୍ୟମ ହେଉଥିବା ଯିହୂଦୀମାନଙ୍କ ପାଖକୁ ଗଲେ। ସେମାନେ ସେନାପତି ଓ ସୈନ୍ୟସାମନ୍ତଙ୍କୁ ଦେଖି ପାଉଲଙ୍କୁ ମାଡ଼ ମାରିବା ବନ୍ଦ କଲେ।

33 ତା'ପରେ ସେନାପତି ପାଖକୁ ଆସିଲେ ଓ ପାଉଲଙ୍କୁ ବନ୍ଦୀ କଲେ। ସେ ପାଉଲଙ୍କୁ ଦୁଇଟି ଶିକୁଳିରେ ବାନ୍ଧି ଦେବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ। ତା'ପରେ ପାଉଲ କିଏ ଓ ସେ କ’ଣ କରିଛନ୍ତି ବୋଲି ସେନାପତି ପଗ୍ଭରିଲେ। 34 ଲୋକ ଗହଳି ଭିତରୁ ଲୋକେ ଚିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସେନାପତି ଏପରି କୋଳାହଳ ଦେଖି କାହାର କଥା ସତ୍ୟ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ୟ ନିବାସକୁ ନେଇ ଯିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପଛେ ପଛେ ଚିତ୍କାର କରି ଯାଉଥିଲେ। 35 ଲୋକମାନେ ଅତ୍ୟନ୍ତ ହିଂସ୍ରକ ହୋଇ ଉଠିବାରୁ ପାହାଚ ନିକଟରେ ସୈନିକମାନେ ପାଉଲଙ୍କୁ ଟେକି ନେଇଗଲେ। 36 ତଥାପି ଲୋକସମୂହ ତାହାଙ୍କ ପଛରେ ଯାଉ ଯାଉ ପାଟି କଲେ, “ତାହାଙ୍କୁ ହତ୍ୟାକର।”

37 ସେନାନିବାସକୁ ନେବା ସମୟରେ ସେନାପତିଙ୍କୁ ପାଉଲ ପଗ୍ଭରିଲେ, “ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?”

ସେନାପତି ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ରୀକ୍ ଭାଷା ଜାଣ? 38 ତେବେ ତୁମ୍ଭେ କ’ଣ ସେ ମିଶରୀୟ ଲୋକ ନୁହଁ, ଯିଏ କିଛି ବର୍ଷ ପୂର୍ବେ ସରକାରଙ୍କ ବିରୁଦ୍ଧରେ ବିଦ୍ରୋହ କରିଥିଲା ଓ ଗ୍ଭରି ହଜାର ଆତଙ୍କବାଦୀଙ୍କୁ ନେଇ ମରୁଭୂମିକୁ ଗ୍ଭଲିଯାଇଥିଲା।”

39 ପାଉଲ କହିଲେ, “ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଗ୍ଭହୁଁଛି।”

40 ପାଉଲ ସେନାପତିଙ୍କଠାରୁ ଅନୁମତି ପାଇ ପାହାଚ ଉପରେ ଠିଆ ହୋଇଗଲେ। ସେ ଲୋକମାନଙ୍କୁ ହାତରେ ସଙ୍କେତ କରିବା ହେତୁ ସମସ୍ତେ ଅତି ଶାନ୍ତ ହୋଇଗଲେ। ତା'ପରେ ସେ ଏବ୍ରୀ ଭାଷାରେ କହିଲେ।

ପାଉଲଙ୍କ ଭାଷଣ

22 ପାଉଲ କହିଲେ, “ଭାଇମାନେ ଓ ପିତାମାନେ, ଯେହେତୁ ମୁଁ ମୋର ନିଜ ସପକ୍ଷରେ କଥା କହୁଛି, ତେଣୁ ଆପଣମାନେ ମୋ’ କଥା ଶୁଣନ୍ତୁ।”

ସେମାନେ ପାଉଲଙ୍କୁ ଯିହୂଦୀ ଭାଷାରେ କହିବାର ଶୁଣି ଆହୁରି ଅଧିକ ଶାନ୍ତ ହୋଇଗଲେ। ତା'ପରେ ପାଉଲ କହିଲେ,

“ମୁଁ ଜଣେ ଯିହୂଦୀୟ ଲୋକ। ମୋର ଜନ୍ମ କିଲିକିଆ ଦେଶର ତାର୍ଷ ନଗରରେ। କିନ୍ତୁ ଏହି ନଗରରେ ମୋର ଲାଳନପାଳନ ହୋଇଥିଲା। ମୁଁ ଆମ୍ଭ ପିତୃପୁରୁଷଙ୍କ ନିୟମ ଗୁଡ଼ିକ ବିଷୟରେ ଗୁରୁ ଗମଲୀୟେଲଙ୍କ ପାଖରୁ ବହୁତ ଯତ୍ନ ସହକାରେ ତାଲିମ ପାଇଛି। ତୁମ୍ଭେମାନଙ୍କ ପରି, ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଅତି ଉତ୍ସାହୀ ଥିଲି। ମୁଁ ଯୀଶୁଙ୍କ ପଥରେ ଯାଉଥିବା ଲୋକମାନଙ୍କୁ ତାଡ଼ନା ଓ କଷ୍ଟ ଦେଉଥିଲି। ମୁଁ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି।

“ମହାଯାଜକ ଓ ପ୍ରାଚୀନ ଲୋକମାନଙ୍କର ସମ୍ପୂର୍ଣ୍ଣ ପରିଷଦ ଏ କଥାର ସାକ୍ଷୀ ଅଟନ୍ତି। ମୁଁ ସେମାନଙ୍କଠାରୁ ଦମ୍ମେସକରେ ଥିବା ସେମାନଙ୍କର ଭାଇମାନଙ୍କ ପାଖକୁ ପତ୍ର ନେଇ ଯାଇଥିଲି। ସେଠାରେ ଥିବା ଯୀଶୁଙ୍କର ଶିଷ୍ୟମାନେ ଯେପରି ଦଣ୍ଡ ପାଇପାରନ୍ତି, ଏଥିନିମନ୍ତେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିବା ପାଇଁ ମୁଁ ଯାଉଥିଲି।

ପାଉଲ ନିଜ ମନ ପରିବର୍ତ୍ତନ ବିଷୟରେ କହିଲେ

“ମୁଁ ଦମ୍ମେସକର ନିକଟବର୍ତ୍ତୀ ହେଲାବେଳେ ହଠାତ୍ ଗୋଟିଏ ଘଟଣା ଘଟିଲା। ଦମ୍ମେସକରେ ପହଞ୍ଚିବା ବେଳେ ପ୍ରାୟ ଦ୍ୱିପ୍ରହର ହୋଇଥିଲା। ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଉଜ୍ଜ୍ୱଳ ଆଲୋକ ମୋ’ ଗ୍ଭରିପାଖରେ ପ୍ରକାଶିତ ହେଲା। ମୁଁ ତଳେ ପଡ଼ିଗଲି। ସେତେବେଳେ ମୋତେ ଗୋଟିଏ ବାଣୀ ଶୁଭିଲା, ‘ଶାଉଲ, ଶାଉଲ, ତୁମ୍ଭେ କାହିଁକି ମୋତେ ତାଡ଼ନା କରୁଛ?’

“ମୁଁ ପଗ୍ଭରିଲି, ‘ଆପଣ କିଏ, ପ୍ରଭୁ?’ ସେ ମୋତେ କହିଲେ, ‘ମୁଁ ସେହି ନାଜରିତୀୟ ଯୀଶୁ, ଯାହାକୁ ତୁମ୍ଭେ ତାଡ଼ନା କରୁଅଛ।’ ମୋ’ ସହିତ ଥିବା ଲୋକମାନେ ମଧ୍ୟ ସେହି ଆଲୋକ ଦେଖି ପାରିଲେ। କିନ୍ତୁ ସେମାନେ ମୋତେ କୁହାଯିବା ବାକ୍ୟ ଶୁଣି ବୁଝି ପାରିଲେ ନାହିଁ।

10 “ମୁଁ ପଗ୍ଭରିଲି, ‘ପ୍ରଭୁ ମୁଁ କ’ଣ କରିବି?’ ପ୍ରଭୁ ମୋତେ କହିଲେ, ‘ଉଠ ଦମ୍ମେସକ ନଗରକୁ ଯାଅ।’ ଯେଉଁସବୁ କାର୍ଯ୍ୟ ନିମନ୍ତେ ତୁମ୍ଭକୁ ମନୋନୀତ କରାଯାଇଛି, ତାହା ସେଠାରେ ତୁମ୍ଭକୁ କୁହାଯିବ। 11 ମୁଁ କିଛି ଦେଖି ପାରୁ ନ ଥିଲି, କାରଣ ସେହି ଆଲୋକର ତେଜ ମୋତେ ଅନ୍ଧ କରି ପକାଇଥିଲା। ସେଥିପାଇଁ ମୋର ବନ୍ଧୁମାନେ ମୋ’ ହାତ ଧରି ଦମ୍ମେସକ ନେଇଗଲେ।

12 “ହନନିୟ ନାମକ ଜଣେ ଭକ୍ତ ଦମ୍ମେସକ ନଗରରେ ଥିଲେ। ସେ ମୋଶାଙ୍କ ବ୍ୟବସ୍ଥା ମାନୁଥିଲେ। ସେଠାରେ ରହୁଥିବା ସମସ୍ତ ଯିହୂଦୀୟମାନେ ତାହାଙ୍କୁ ସମ୍ମାନ ଦେଉଥିଲେ। 13 ହନନିୟ ମୋ’ ପାଖରେ ଆସି ଠିଆ ହୋଇ କହିଲେ, ‘ହେ ଭାଇ ଶାଉଲ, ତୁମ୍ଭେ ପୁଣି ଥରେ ଦେଖିବାକୁ ପାଅ।’ ମୁଁ ସେହି ମୁହୂର୍ତ୍ତରେ ତାହାଙ୍କୁ ଦେଖି ପାରିଲି।

14 “ସେ ମୋତେ କହିଲେ, ‘ଆମ୍ଭମାନଙ୍କ ପୈତୃକ ପରମେଶ୍ୱର ତାହାଙ୍କର ଇଚ୍ଛା ଜାଣିବା ନିମନ୍ତେ, ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ଓ ତାହାଙ୍କ ମୁଖର କଥା ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରି ଅଛନ୍ତି। 15 କାରଣ ତୁମ୍ଭେ ସମସ୍ତ ଲୋକମାନଙ୍କ ପାଖରେ ତାହାଙ୍କର ସାକ୍ଷୀ ହେବ। ତୁମ୍ଭେ ଯାହା ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କୁ କହିବ। 16 ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମରେ ତୁମ୍ଭର ପାପରୁ ଧୋଇ ହୁଅ।’

17 “ତା'ପରେ ମୁଁ ଯିରୁଶାଲମକୁ ଫେରି ଆସିଲି। ସେଠାରେ ମନ୍ଦିରରେ ଦିନେ ପ୍ରାର୍ଥନା କଲାବେଳେ ମୁଁ ଗୋଟିଏ ଦର୍ଶନ ଦେଖିଲି। 18 ସେହି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମୋତେ କହିଲେ, ‘ତୁମ୍ଭେ ସଙ୍ଗେ ସଙ୍ଗେ ଯିରୁଶାଲମ ଛାଡ଼ିଦିଅ, କାରଣ ତୁମ୍ଭେ ମୋ’ ବିଷୟରେ ଯାହା କହିବ, ସେମାନେ ଗ୍ରହଣ କରିବେ ନାହିଁ।’

19 “କିନ୍ତୁ ମୁଁ କହିଲି, ପ୍ରଭୁ, ଏ ଲୋକମାନେ ତ ସମସ୍ତେ ଜାଣନ୍ତି ଯେ ମୁଁ ପ୍ରତ୍ୟେକ ସମାଜଗୃହକୁ ଯାଇ ସେଠାରେ ତୁମ୍ଭକୁ ବିଶ୍ୱାସ କରୁଥିବା ଲୋକମାନଙ୍କୁ ବନ୍ଦୀ କରୁଥିଲି ଏବଂ ମାଡ଼ ମାରୁଥିଲି। 20 ତୁମ୍ଭର ସାକ୍ଷୀ ସ୍ତିଫାନଙ୍କ ରକ୍ତ ବହିଯାଉଥିବା ସମୟରେ ମୁଁ ସେଠାରେ ଠିଆ ହୋଇ ସେହି କାର୍ଯ୍ୟକୁ ସମର୍ଥନ କରୁଥିଲି। ମୁଁ ତାହାଙ୍କୁ ହତ୍ୟା କରୁଥିବା ଲୋକମାନଙ୍କର ଲୁଗାପଟାକୁ ଜଗିଥିଲି, ଏସବୁ କଥା ସେମାନେ ଜାଣନ୍ତି।’

21 “କିନ୍ତୁ ପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।’”

22 ପାଉଲ ଏ କଥା କହିବା ପର୍ଯ୍ୟନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସେମାନେ ସମସ୍ତେ ମିଶି ଖୁବ୍ ଜୋ‌ର୍‌‌ରେ ପାଟି କରି କହିଲେ, “ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ୟ ନୁହଁ।” 23 ସେମାନେ ଚିତ୍କାର କରି ନିଜ ନିଜ ଲୁଗାପଟା ବାହାର କରି ଫୋପାଡ଼ି ଦେଲେ ଓ ଶୂନ୍ୟକୁ ଧୂଳି ଫୋପାଡ଼ିଲେ। 24 ତା'ପରେ ସେନାପତି ପାଉଲଙ୍କୁ ସୈନ୍ୟ ନିବାସ ଭିତରକୁ ନେଇଯିବା ପାଇଁ ଆଦେଶ ଦେଲେ। କାହିଁକି ଲୋକମାନେ ତାହାଙ୍କ ବିରୁଦ୍ଧରେ ଏଭଳି ପାଟିତୁଣ୍ଡ କରୁଥିଲେ, ତାହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ପାଉଲଙ୍କୁ ପଗ୍ଭରିବା ନିମନ୍ତେ ସେ ସୈନିକମାନଙ୍କୁ ଆଦେଶ ଦେଲେ। 25 ସେମାନେ ପାଉଲଙ୍କୁ କୋରଡ଼ା ମାରିବା ପାଇଁ ବାନ୍ଧୁଥିବା ସମୟରେ ପାଉଲ ସେଠାରେ ଠିଆ ହୋଇଥିବା ଜଣେ ସେନା ଅଧିକାରୀଙ୍କୁ କହିଲେ, “ଜଣେ ରୋମୀୟ ନାଗରିକ, ଯେ କି ଦୋଷୀ ବୋଲି ପ୍ରମାଣିତ ହୋଇ ନାହିଁ, ତାହାକୁ କୋରଡ଼ା ମାରିବା କ’ଣ ଆଇନ ସଙ୍ଗତ ଅଟେ?”

26 ଏ କଥା ଅଧିକାରୀ ଶୁଣି ସେନାଧ୍ୟକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, “ତୁମ୍ଭେ ଜାଣ, ତୁମ୍ଭେ କ’ଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?”

27 ତେଣୁ ସେନାଧ୍ୟକ୍ଷ ଯାଇ ପାଉଲଙ୍କୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ କ’ଣ ପ୍ରକୃତରେ ଜଣେ ରୋମୀୟ ନାଗରିକ?”

ପାଉଲ ଉତ୍ତର ଦେଲେ, “ହଁ।”

28 ସେନାଧ୍ୟକ୍ଷ କହିଲେ, “ମୁଁ ଜଣେ ରୋମୀୟ ନାଗରିକ ହେବା ପାଇଁ ପ୍ରଚୁର ଟଙ୍କା ଦେଇଥିଲି।”

ପାଉଲ କହିଲେ, “କିନ୍ତୁ ମୁଁ ଜଣେ ରୋମୀୟ ନାଗରିକ ଭାବେ ଜନ୍ମ ନେଇଥିଲି।”

29 ପାଉଲ ଜଣେ ରୋମୀୟ ନାଗରିକ ବୋଲି ଜାଣିବା ପରେ ତାହାଙ୍କୁ ପ୍ରଶ୍ନ କରିବା ପାଇଁ ଯାଉଥିବା ଲୋକମାନେ ସଙ୍ଗେ ସଙ୍ଗେ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ। ସେନାଧ୍ୟକ୍ଷ ମଧ୍ୟ ତାହାଙ୍କୁ ବାନ୍ଧି ବେତ୍ରାଘାତ କରିବା ପାଇଁ ଆଦେଶ ଦେଇଥିବାରୁ ଡରିଗଲେ।

ପାଉଲ ଯିହୂଦୀ ନେତାମାନଙ୍କ ସହିତ କଥାବାର୍ତ୍ତା ହେଲେ

30 ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା'ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।

23 ପାଉଲ ଏକ ଲୟରେ ମହାସଭାକୁ ଗ୍ଭହିଁ କହିଲେ, “ହେ ମୋର ଭାଇମାନେ! ମୁଁ ଆଜି ପର୍ଯ୍ୟନ୍ତ ଉତ୍ତମ ବିବେକ ଅନୁସାରେ କର୍ମ କରି ପରମେଶ୍ୱରଙ୍କ ସମ୍ମୁଖରେ ଜୀବନ ଅତିବାହିତ କରିଛି।” ଏହା ଶୁଣି ମହାଯାଜକ ହନାନିୟ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁହଁରେ ଗ୍ଭପୁଡ଼ା ମାରିବା ପାଇଁ ଆଦେଶ ଦେଲେ। ପାଉଲ ହନାନିୟଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ମଧ୍ୟ ଆଘାତ କରିବେ। ତୁମ୍ଭେ ଗୋଟିଏ ମଇଳା କାନ୍ଥ ପରି ଯାହା ଉପରେ ଧଳା ରଙ୍ଗ ବୋଳା ଯାଇଛି। ତୁମ୍ଭେ ବ୍ୟବସ୍ଥା ଅନୁଯାୟୀ ମୋର ନ୍ୟାୟ କରିବା ପାଇଁ ବସିଛି, କିନ୍ତୁ ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ ଦେବା ପାଇଁ ଆଦେଶ ଦେଉଛ। ଏହା ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧ।”

ପାଉଲଙ୍କ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, “ତୁମ୍ଭେ ପରମେଶ୍ୱରଙ୍କର ମହାଯାଜକଙ୍କୁ ସେପରି କଥା କହିପାରିବ ନାହିଁ। ତୁମ୍ଭେ ଏପରି କହି ତାହାଙ୍କୁ ଅପମାନ କରୁଛ।”

ପାଉଲ ଉତ୍ତର ଦେଲେ, “ଭାଇମାନେ, ମୁଁ ତାହାଙ୍କୁ ମହାଯାଜକ ବୋଲି ଜାଣି ନ ଥିଲି। ଏହା ଧର୍ମଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭର ନିଜ ଲୋକଙ୍କ ନେତା ବିଷୟରେ ଖରାପ କଥା କହିବା ଉଚିତ୍ ନୁହେଁ।’(A)

ସଭାରେ ସେମାନଙ୍କ ଭିତରୁ କେତେକ ଲୋକ ସାଦ୍ଦୂକୀ ଓ ଅନ୍ୟ କେତେକ ଫାରୂଶୀ ମଧ୍ୟ ଥିଲେ। ଏହା ପାଉଲ ଜାଣି ପାରିଲେ। ତେଣୁ ସେ ଖୁବ୍ ଜୋ‌ର୍‌‌ରେ କହିଲେ, “ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମୋ’ ପିତା ମଧ୍ୟ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌ତ୍‌ଥାନରେ ବିଶ୍ୱାସ କରେ। ଏହି ବିଶ୍ୱାସ ପାଇଁ ମୁଁ ଆଜି ଏଠାରେ ଏହି ବିଗ୍ଭରର ସମ୍ମୁଖୀନ ହେଉଛି।”

ପାଉଲ ଏପରି କହିବା ମାତ୍ରେ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବହୁତ ତର୍କ-ବିତର୍କ ହେଲା। ସଭା ଦୁଇ ଦଳରେ ଭାଗ ହୋଇଗଲା। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ମୃତ ଲୋକମାନଙ୍କର ପୁନରୁ‌‌ତ୍‌‌ଥାନ ହୁଏ ନାହିଁ କି କୌଣସି ସ୍ୱର୍ଗଦୂତ କିଅବା ଆତ୍ମା କେହି ନାହାନ୍ତି। କିନ୍ତୁ ଫାରୂଶୀମାନେ ଏ ଦୁଇଟି ବିଷୟକୁ ବିଶ୍ୱାସ କରନ୍ତି। ତେଣୁ ଯିହୂଦୀମାନେ ଭୀଷଣ ପାଟିତୁଣ୍ଡ କଲେ। ଫାରୂଶୀ ଦଳର କେତେଜଣ ବ୍ୟବସ୍ଥା ଶିକ୍ଷକ ଠିଆ ହୋଇ ପାଉଲଙ୍କ ସପକ୍ଷରେ ଯୁକ୍ତି କଲେ। ସେମାନେ କହିଲେ, “ଆମ୍ଭେ ଏ ଲୋକର କିଛି ଦୋଷ ଦେଖିବାକୁ ପାଉ ନାହୁଁ। ହୁଏତ କୌଣସି ଆତ୍ମା କି ସ୍ୱର୍ଗଦୂତ ଏ ଲୋକ ସହିତ କଥାବାର୍ତ୍ତା ହୋଇଥିଲେ।”

10 ଧୀରେ ଧୀରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହୋଇଉଠିଲା। ସେନାଧ୍ୟକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ। ତେଣୁ ପାଉଲଙ୍କୁ ସେମାନଙ୍କ ନିକଟରୁ ନେଇଆସି ସୈନ୍ୟ ନିବାସ ଭିତରୁ ନେଇ ଯିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।

11 ସେହି ରାତିରେ ପ୍ରଭୁ ପାଉଲଙ୍କ ପାଖରେ ଠିଆ ହୋଇ କହିଲେ, “ସାହସୀ ହୁଅ। ତୁମ୍ଭେ ମୋ’ ବିଷୟରେ ଯିରୁଶାଲମରେ ଯେପରି ସାକ୍ଷ୍ୟ ଦେଇଛ ଠିକ୍ ସେହିପରି ରୋମରେ ମଧ୍ୟ ଦେବ।”

ପାଉଲଙ୍କୁ ହତ୍ୟା କରିବା ପାଇଁ କେତେକ ଯିହୂଦୀଙ୍କ ଷଡ଼ଯନ୍ତ୍ର

12 ତହିଁ ଆରଦିନ କେତେକ ଯିହୂଦୀ ଗୋଟିଏ ଯୋଜନା କଲେ। ସେମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଗ୍ଭହିଁଲେ। ତାହାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ସେମାନେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ। 13 ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀ ଏହି ଷଡ଼ଯନ୍ତ୍ର କଲେ। 14 ସେମାନେ ମୁଖ୍ୟ ଯାଜକ ଓ ପ୍ରାଚୀନମାନଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ପ୍ରତିଜ୍ଞା କରିଛୁ ଯେ, ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କେହି ଭୋଜନ ସ୍ପର୍ଶ କରିବୁ ନାହିଁ। 15 ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସେନାଧ୍ୟକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦେବ। ତୁମ୍ଭେ ସେନାଧ୍ୟକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଗ୍ଭହଁ, କାରଣ ତୁମ୍ଭର ତାହାଙ୍କୁ ଅନେକ ପ୍ରଶ୍ନ ପଗ୍ଭରିବାର ଅଛି। ଆମ୍ଭେ ତାହାଙ୍କୁ ଏଠାରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ୟା କରିବା ପାଇଁ ପ୍ରସ୍ତୁତ ଅଛୁ।”

16 ପାଉଲଙ୍କର ଭଣଜା ଏ ଷଡ଼ଯନ୍ତ୍ର ବିଷୟରେ ଶୁଣିଲେ। ସେ ସେନାମାନଙ୍କ ସୈନ୍ୟନିବାସକୁ ଯାଇ ପାଉଲଙ୍କୁ ଏ ବିଷୟରେ କହିଲେ। 17 ତା'ପରେ ପାଉଲ ଜଣେ ସେନା ଅଧିକାରୀଙ୍କୁ ଡାକି କହିଲେ, “ଏହି ଯୁବକକୁ ସେନାଧ୍ୟକ୍ଷଙ୍କ ନିକଟକୁ ନେଇଯାଅ। ତା'ର ତାହାଙ୍କୁ କିଛି କହିବାର ଅଛି।” 18 ତେଣୁ ସେନା ଅଧିକାରୀ ତାହାକୁ ସେନାଧ୍ୟକ୍ଷଙ୍କ ନକଟକୁ ନେଇଗଲା ଓ କହିଲା, “ବନ୍ଦୀ ପାଉଲ ଏ ଯୁବକକୁ ଆପଣଙ୍କ ନିକଟକୁ ପଠାଇଛନ୍ତି। ସେ ଆପଣଙ୍କୁ କିଛି କହିବାକୁ ଗ୍ଭହଁ।”

19 ସେନାଧ୍ୟକ୍ଷ ଯୁବକର ହାତ ଧରି ନିରୋଳା ସ୍ଥାନକୁ ନେଇ ପଗ୍ଭରିଲେ, “ତୁମ୍ଭେ ମୋତେ କ’ଣ କହିବାକୁ ଗ୍ଭହଁ?”

20 ସେ କହିଲା, “ଯିହୂଦୀମାନେ ପାଉଲଙ୍କୁ ଆହୁରି ଅଧିକ ପ୍ରଶ୍ନ ପଗ୍ଭରିବାର ବାହାନାରେ ଆସନ୍ତା କାଲି ତାହାଙ୍କର ମହାସଭାକୁ ଆଣିବା ଉଦ୍ଦେଶ୍ୟରେ ଆପଣଙ୍କୁ କହିବାକୁ ସ୍ଥିର କରିଛନ୍ତି। 21 କିନ୍ତୁ ଆପଣ ସେମାନଙ୍କ କଥା ବିଶ୍ୱାସ କରିବେ ନାହିଁ। ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀୟ ଲୁଚିଛନ୍ତି ଏବଂ ପାଉଲଙ୍କୁ ହତ୍ୟା କରିବା ପାଇଁ ଅପେକ୍ଷା କରିଛନ୍ତି। ସେମାନେ ତାହାଙ୍କୁ ନ ମାରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସେମାନେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।”

22 ସେନାଧ୍ୟକ୍ଷ ସେହି ଯୁବକଙ୍କୁ ଆଦେଶ ଦେଲେ ଯେ ସେ ତାହାଙ୍କୁ ଏ କଥା କହିଛି ବୋଲି କାହାକୁ ଯେପରି ନ କୁହେ, “ଓ ଏହା କହି ତାହାଙ୍କୁ ପଠାଇଦେଲେ।”

ପାଉଲଙ୍କୁ କାଇସରୀଆକୁ ସ୍ଥାନାନ୍ତରିତ

23 ସେନାଧ୍ୟକ୍ଷ ଦୁଇଜଣ ସେନାପତିଙ୍କୁ ଡାକି କହିଲେ, “ଆଜି ରାତି ନ’ଟା ବେଳେ କାଇସରୀଆକୁ ଯିବା ପାଇଁ 200 ପଦାତିକ ସୈନ୍ୟ, 70 ଜଣ ଅଶ୍ୱାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର। 24 ନିରାପଦରେ ଯିବା ପାଇଁ କେତେକ ଘୋଡ଼ାକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ୟପାଳ ଫେଲୀ‌କ୍‌ସଙ୍କ ପାଖରେ ଉପସ୍ଥିତ କରାଅ।” 25 ସେନାଧ୍ୟକ୍ଷ ରାଜ୍ୟପାଳଙ୍କୁ ଗୋଟିଏ ପତ୍ର ଲେଖିଲେ, ପତ୍ରର ମର୍ମ ହେଲା;

26 “ମହାମହିମ ରାଜ୍ୟପାଳ ଫେଲୀ‌କ୍‌ସଙ୍କୁ

କ୍ଳାଉଦିଅ ଲୂସିୟାଙ୍କର ନମସ୍କାର।

27 ଯିହୂଦୀମାନେ ଏହି ଲୋକକୁ ଧରି ନେଇ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳରେ ସୈନ୍ୟମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ। 28 ମୁଁ ଏହି ଲୋକକୁ ସେମାନଙ୍କର ମହାସଭାକୁ ନେଇ ତାହା ବିରୁଦ୍ଧରେ ଥିବା ଅଭିଯୋଗ ଜାଣିବାକୁ ଗ୍ଭହୁଁଥିଲି। 29 ତା'ପରେ ମୁଁ ଜାଣିବାକୁ ପାଇଲି ଯେ, ସେ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିଷୟ ଗୁଡ଼ିକରେ ଅଭିଯୁକ୍ତ ହୋଇଛି। କିନ୍ତୁ ସେ କାରାଦଣ୍ଡ ବା ପ୍ରାଣଦଣ୍ଡ ପାଇବାର କୌଣସି ଦୋଷ କରି ନାହିଁ। 30 ହଠାତ୍ ମୁଁ ତାକୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରାଯାଇଥିବାର ଖବର ପାଇଲି। ତେଣୁ ମୁଁ ତାକୁ ସଙ୍ଗେ ସଙ୍ଗେ ଆପଣଙ୍କ ନିକଟକୁ ପଠାଇଲି। ମୁଁ ତା'ର ଅଭିଯୋଗକାରୀମାନଙ୍କୁ କହିଲି ଯେ, ସେମାନେ ଆପଣଙ୍କ ନିକଟରେ ଅଭିଯୋଗ କରନ୍ତୁ।

31 ତେଣୁ ତାହାଙ୍କ ଆଦେଶ ଅନୁସାରେ, ସୈନିକମାନେ ପାଉଲଙ୍କୁ ଧରି ନେଲେ ଏବଂ ରାତ୍ରିୀରେ ଆନ୍ତିପାତ୍ରି ନଗରକୁ ଆଣିଲେ। 32 ତହିଁ ଆରଦିନ ପାଉଲଙ୍କୁ କାଇସରୀଆରେ ପହଞ୍ଚାଇବାର ଦାୟିତ୍ୱ ଅଶ୍ୱାରୋହୀମାନଙ୍କୁ ଦେଇ ପଦାତିକ ସୈନ୍ୟମାନେ ସୈନ୍ୟ ନିବାସକୁ ଫେରି ଆସିଲେ। 33 ସେମାନେ କାଇସରୀଆରେ ପହଞ୍ଚି ରାଜ୍ୟପାଳକୁ ପତ୍ରଟି ଦେଲେ। ତା'ପରେ ସେମାନେ ପାଉଲଙ୍କୁ ତାହାଙ୍କ ହାତରେ ସମର୍ପଣ କଲେ।

34 ରାଜ୍ୟପାଳ ପତ୍ର ପଢ଼ି ପାଉଲ କେଉଁ ପ୍ରଦେଶର ଲୋକ ବୋଲି ପଗ୍ଭରିଲେ। ସେ ଜାଣିବାକୁ ପାଇଲେ ଯେ ପାଉଲ କିଲିକିଆର ଲୋକ। 35 ରାଜ୍ୟପାଳ କହିଲେ, “ତୁମ୍ଭର ଅଭିଯୋଗକାରୀମାନେ ଏଠାରେ ପହଞ୍ଚିବା ପରେ, ମୁଁ ତୁମ୍ଭ ବିଷୟରେ ଶୁଣିବି।” ସେ ପାଉଲଙ୍କୁ ହେରୋଦଙ୍କର ପ୍ରାସାଦରେ ରଖିବା ପାଇଁ ଆଦେଶ ଦେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center