Beginning
ପାଉଲଙ୍କ ଉପରେ ଯିହୂଦୀମାନଙ୍କର ଅଭିଯୋଗ
24 ମହାଯାଜକ ହନାନିୟ ପାଞ୍ଚ ଦିନ ପରେ କେତକ ଯିହୂଦୀୟ ନେତା ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କୁ ନେଇ କାଇସରୀଆରେ ପହଞ୍ଚିଲେ। ସେଠାରେ ସେମାନେ ରାଜ୍ୟପାଳଙ୍କ ସାମନାରେ ପାଉଲଙ୍କ ବିରୁଦ୍ଧରେ ଅଭିଯୋଗ କଲେ। 2 ତେଣୁ ପାଉଲଙ୍କୁ ଡକା ହେଲା। ତର୍ତ୍ତୁଲ୍ଲ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଲେ,
“ହେ ମହାମାନ୍ୟ ଫେଲୀକ୍ସ! ଆମ୍ଭ ଲୋକମାନେ ଆପଣଙ୍କ ସକାଶେ ବହୁତ ଶାନ୍ତିରେ ଜୀବନଯାପନ କରୁଛନ୍ତି, ତେଣୁ ଆମ୍ଭେ ଆପଣଙ୍କୁ ଧନ୍ୟବାଦ ଜଣାଉଅଛୁ। ଆପଣଙ୍କ ଦୂରଦୃଷ୍ଟି ଯୋଗୁଁ ଏ ଜାତି ନିମନ୍ତେ ବହୁତ ଉନ୍ନତିକର କାର୍ଯ୍ୟ ହୋଇ ପାରୁଛି। 3 ଏଥିପାଇଁ ଆମ୍ଭେ ସବୁ ପ୍ରକାର ଓ ସର୍ବଦା ଆପଣଙ୍କ ନିକଟରେ ଅତ୍ୟନ୍ତ କୃତଜ୍ଞ। 4 ଏବେ ମୁଁ ଆପଣଙ୍କର ଅଧିକ ସମୟ ନଷ୍ଟ କରିବାକୁ ଇଚ୍ଛା ନ କରି, ସଂକ୍ଷେପରେ ଆମ୍ଭ କଥା କହିବି। ତେଣୁ ଆପଣ ଧୈର୍ଯ୍ୟ ଧରି ଆମ୍ଭ କଥା ଶୁଣନ୍ତୁ। 5 ଏ ବ୍ୟକ୍ତି ଜଣେ ଗଣ୍ଡଗୋଳକାରୀ। ସେ ସାରା ପୃଥିବୀର ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି କରୁଛି ଓ ଆନ୍ଦୋଳନ କରିବା ପାଇଁ ମତାଉଛି। ସେ ନାଜରିତୀୟ ସମ୍ପ୍ରଦାୟର ଜଣେ ମୁଖ୍ୟ ନେତା। 6 ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ୟ ଚେଷ୍ଟା କରୁଥିଲା। 7 କିନ୍ତୁ ସେତିକିବେଳେ ଆମ୍ଭେ ତାହାକୁ ଧରିନେଲୁ। 8 [a] ଆପଣ ନିଜେ ତାକୁ ପରୀକ୍ଷା କରି ତାହାଠାରୁ ଆମ୍ଭେ ତାଙ୍କ ବିରୁଦ୍ଧରେ କରିଥିବା ସମସ୍ତ ଅଭିଯୋଗର ସତ୍ୟାସତ୍ୟ ଜାଣି ପାରିବେ।” 9 ତା'ପରେ ସମସ୍ତ ଯିହୂଦୀମାନେ ଏହି ଅଭିଯୋଗ ସତ୍ୟ ବୋଲି କହିଲେ।
ଫେଲୀକ୍ସ ଆଗରେ ଗଲେ ନିଜକୁ ବଞ୍ଚାଇଲେ
10 ରାଜ୍ୟପାଳ ଯେତେବେଳେ ପାଉଲଙ୍କୁ କହିବା ପାଇଁ ଆଦେଶ ଦେଲେ, ସେତେବେଳେ ପାଉଲ ଉତ୍ତର ଦେଇ କହିଲେ, “ମୁଁ ଜାଣେ ଯେ ଆପଣ ଅନେକ ବର୍ଷ ଧରି ଏ ଜାତିର ବିଗ୍ଭରକର୍ତ୍ତା ଭାବରେ କାର୍ଯ୍ୟ କରିଆସୁଛନ୍ତି। ତେଣୁ ଆପଣଙ୍କ ସମ୍ମୁଖରେ ମୁଁ ଆନନ୍ଦରେ ମୋର ପକ୍ଷସମର୍ଥନ କରୁଅଛ। 11 ଆପଣ ନିଜେ ଜାଣି ପାରିବେ ଯେ ମୁଁ କେବଳ ଉପାସନା କରିବା ପାଇଁ ମାତ୍ର ବାରଦିନ ପୂର୍ବରୁ ଯିରୁଶାଲମରେ ପହଞ୍ଚିଥିଲି। 12 ସେମାନେ ମୋତେ ମନ୍ଦିରରେ ବା କୌଣସି ସମାଜଗୃହରେ ବା ସହରରେ କାହାରି ସହ ଯୁକ୍ତିତର୍କ କରିବା ବା ଭିଡ଼ ଜମେଇବାର ଦେଖି ନାହାନ୍ତି। 13 ଏହି ଲୋକମାନେ ମୋ’ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସେମାନେ ଦେଇ ପାରିବେ ନାହିଁ।
14 “କିନ୍ତୁ ମୁଁ ଗୋଟିଏ କଥା ଆପଣଙ୍କୁ କହୁଛି, ଏମାନେ ଯେଉଁମାନଙ୍କୁ ଗୋଟିଏ ‘ଦଳ’ ବୋଲି କହନ୍ତି, ସେହି ମତାନୁଯାୟୀ ମୁଁ ମୋର ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ଉପାସନା କରେ। କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଯାହାସବୁ ଶିକ୍ଷା ଦିଏ, ଓ ଭାବବାଦୀ ପୁସ୍ତକରେ ଯାହାସବୁ ଲେଖାଅଛି, ସେ ସବୁ ମୁଁ ଦୃଢ଼ ରୂପେ ବିଶ୍ୱାସ କରେ। 15 ଏହି ବ୍ୟକ୍ତିମାନଙ୍କ ଭଳି, ମୁଁ ମଧ୍ୟ ପରମେଶ୍ୱରଙ୍କଠାରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ୟୁରୁ ପୁନରୁତ୍ଥାନ ହେବ। 16 ସେଥିପାଇଁ ମୁଁ ପରମେଶ୍ୱର ଓ ଲୋକମାନଙ୍କ ପାଖରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସର୍ବଦା ଚେଷ୍ଟା କରେ।
17 “ମୁଁ ବହୁତ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରୁ ଦୂରରେ ଥିଲି। ତା'ପରେ ମୋ’ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାଯ୍ୟ ଦେବା ପାଇଁ ଓ ପରମେଶ୍ୱରଙ୍କ ପାଖରେ ଦାନ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଫେରିଲି। 18 ମୁଁ ମନ୍ଦିରରେ ନିଜକୁ ଶୁଚି କରିବାକୁ ଯାଇଥିଲି। ଶୁଚିକରଣ ଉତ୍ସବ ସରିଗଲାପରେ କେତେକ ଯିହୂଦୀମାନେ ସେଠାରେ ମୋତେ ଦେଖିଲେ। ମୁଁ ସେଠାରେ କୌଣସି ଗଣ୍ଡଗୋଳ ସୃଷ୍ଟି କରି ନାହିଁ କି ମୋ’ ସହିତ କୌଣସି ଲୋକ ମଧ୍ୟ ନ ଥିଲେ। 19 ସେ ସମୟରେ ଏସିଆର କେତେକ ଯିହୂଦୀ ସେଠାରେ ଥିଲେ। ଯଦି ସେମାନଙ୍କର ମୋ’ ବିରୁଦ୍ଧରେ କିଛି ଆପତ୍ତି ଥାଏ ତେବେ ସେମାନେ ଆପଣଙ୍କ ନିକଟରେ ଉପସ୍ଥିତ ହେବା ଉଚିତ୍, 20 ନଚେତ୍ ଆପଣ ଏଠାରେ ଉପସ୍ଥିତ ଥିବା ଯିହୂଦୀୟମାନଙ୍କୁ ପଗ୍ଭରନ୍ତୁ, ସେମାନଙ୍କ ପରିଷଦ ସଭାରେ, ସେମାନଙ୍କ ସମ୍ମୁଖରେ ମୁଁ ଯେତେବେଳେ ଠିଆହେଲି, ସେତେବେଳେ ସେମାନେ ମୋ'ଠାରେ କ’ଣ ସବୁ ଦୋଷ ଦେଖିଲେ? 21 ମୁଁ କେବଳ ଗୋଟିଏ କଥା ସେମାନଙ୍କ ମଧ୍ୟରେ ଠିଆ ହୋଇ ଜୋର୍ରେ କହିଥିଲି ଯେ, ‘ମୃତ୍ୟୁରୁ ଲୋକମାନଙ୍କର ପୁନରୁତ୍ଥାନ ହେବ ବୋଲି ବିଶ୍ୱାସ କରୁଥିବାରୁ ମୋର ଆଜି ସଭା ସମ୍ମୁଖରେ ବିଗ୍ଭର ହେଉଛି।’”
22 ଫେଲୀକ୍ସ୍ ଖ୍ରୀଷ୍ଟଙ୍କର ମାର୍ଗ ବିଷୟରେ ଭଲ ଭାବରେ ଜାଣିଥିବାରୁ ଶୁଣାଣି ସ୍ଥଗିତ ରଖିଲେ। ସେ କହିଲେ, “ସେନାଧ୍ୟକ୍ଷ ଲୂସିୟା ଆସିବା ପରେ ମୁଁ ତୁମ୍ଭମାନଙ୍କ ବିଗ୍ଭର କରିବି।” 23 ଫେଲୀକ୍ସ୍ ଶତସେନାପତିଙ୍କ ଜିମାରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀରେ ରଖି କିଛି ସ୍ୱାଧୀନତା ଦେବା ପାଇଁ ମଧ୍ୟ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ୟକୀୟ ଜିନିଷ ନେଇ ଆସନ୍ତି, ତେବେ ସେମାନଙ୍କୁ ବାଧା ନ ଦେବା ନିମନ୍ତେ ମଧ୍ୟ ସେ ସେହି ଶତସେନାପତିଙ୍କୁ ଆଦେଶ ଦେଲେ।
ଫେଲୀକ୍ସ୍ ଓ ତାହାଙ୍କ ସ୍ତ୍ରୀଙ୍କ ସହିତ ପାଉଲଙ୍କର କଥା
24 କିଛି ଦିନ ପରେ ଫେଲୀକ୍ସ୍ ତାହାଙ୍କ ସ୍ତ୍ରୀ ଦ୍ରୁସିଲ୍ଲାଙ୍କୁ ନେଇ ଆସିଲେ। ସେ ଯିହୂଦୀ ଥିଲେ। ଫେଲୀକ୍ସ୍ ପାଉଲଙ୍କୁ ଡକାଇ ତାହାଙ୍କଠାରୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟରେ ଶୁଣିଲେ। 25 କିନ୍ତୁ ପାଉଲ ଯେତେବେଳେ ଧାର୍ମିକ ଜୀବନ, ଆତ୍ମସଂଯମ ଓ ଆଗାମୀ ବିଗ୍ଭର ବିଷୟରେ କହିଲେ, ସେତେବେଳେ ଫେଲୀକ୍ସ୍ ଭୟଭୀତ ହୋଇଗଲେ। ଫେଲୀକ୍ସ୍ କହିଲେ, “ବର୍ତ୍ତମାନ ତୁମ୍ଭେ ଯାଅ। ମୋର ସମୟ ହେଲେ ମୁଁ ତୁମ୍ଭକୁ ଡାକିବି।” 26 କିନ୍ତୁ ଫେଲୀକ୍ସ୍ ପାଉଲଙ୍କ ସହିତ କଥା ହେବାର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦେବେ। ତେଣୁ ସେ ପାଉଲଙ୍କୁ ଅନେକଥର ଡକାଇ କଥା ହେଉଥିଲେ।
27 କିନ୍ତୁ ଏହିପରି ଦୁଇ ବର୍ଷ ବିତିଗଲାପରେ ପର୍କିୟ ଫେଷ୍ଟ ରାଜ୍ୟପାଳ ହେଲେ। ଫେଲୀକ୍ସ୍ ଆଉ ରାଜ୍ୟପାଳ ପଦରେ ରହିଲେ ନାହିଁ। ତେଣୁ ଫେଲୀକ୍ସ୍ ଯିହୂଦୀୟମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପାଉଲଙ୍କୁ ବନ୍ଦୀ ଅବସ୍ଥାରେ କାରାଗାରରେ ରଖି ଗ୍ଭଲିଗଲେ।
ପାଉଲଙ୍କର କାଇସରୀଆ ଦେଖିବା ଇଚ୍ଛା
25 ତା'ପରେ ଫେଷ୍ଟ ରାଜ୍ୟପାଳ ହେଲେ। ସେ ସେହି ପ୍ରଦେଶରେ ତିନି ଦିନ ରହିଲେ ଓ ତା'ପରେ କାଇସରୀଆରୁ ଯିରୁଶାଲମ ଗ୍ଭଲିଗଲେ। 2 ସେଠାରେ ମୁଖ୍ୟ ଯାଜକମାନେ ଓ ଅନ୍ୟ ଯିହୂଦୀ ନେତାମାନେ ତାହାଙ୍କୁ ସାକ୍ଷାତ କରି ପାଉଲଙ୍କ ବିରୁଦ୍ଧରେ ସେମାନଙ୍କର ଅଭିଯୋଗ ଆଗତ କଲେ। 3 ସେମାନେ ପାଉଲଙ୍କୁ ଯିରୁଶାଲମକୁ ପଠାଇଦେବା ପାଇଁ ତାହାଙ୍କୁ ଅନୁରୋଧ କଲେ। କାରଣ ସେମାନେ ତାହାଙ୍କୁ ରାସ୍ତାରେ ହତ୍ୟା କରିବାର ଷଡ଼ଯନ୍ତ୍ର କରିଥିଲେ। 4 କିନ୍ତୁ ଫେଷ୍ଟ କହିଲେ, “ପାଉଲ କାଇସରୀଆରେ ରହିବେ ଓ ମୁଁ ଶୀଘ୍ର ଯାଇ ପହଞ୍ଚିବି। 5 ତୁମ୍ଭମାନଙ୍କ ମଧ୍ୟରୁ କେତେକ ନେତା ମଧ୍ୟ ମୋ’ ସହିତ ଗ୍ଭଲନ୍ତୁ। ଯଦି ପାଉଲ କିଛି ଭୁଲ୍ କରିଛନ୍ତି, ତେବେ ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ ଆଣନ୍ତୁ।”
6 ତା'ପରେ ଫେଷ୍ଟ ସେମାନଙ୍କ ସହିତ ଆଠ ଦଶ ଦିନ ରହି କାଇସରୀଆକୁ ଗ୍ଭଲିଗଲେ। ତହିଁ ଆରଦିନ ସେ ବିଗ୍ଭର ଆସନରେ ବସିଲେ, ଓ ପାଉଲଙ୍କୁ ଡକାଇ ପଠାଇଲେ। 7 ପାଉଲ କୋଠରୀକୁ ଆସିବା ପରେ ଯିରୁଶାଲମରୁ ଯେଉଁ ଯିହୂଦୀମାନେ ଆସିଥିଲେ, ସେମାନେ ତାହାଙ୍କ ଗ୍ଭରିପାଖେ ଠିଆ ହୋଇଗଲେ। ସେମାନେ ତାହାଙ୍କ ବିରୁଦ୍ଧରେ ବହୁଗୁରୁତର ଅଭିଯୋଗମାନ କଲେ, କିନ୍ତୁ କିଛି ପ୍ରମାଣ କରି ପାରିଲେ ନାହିଁ। 8 ପାଉଲ ଆତ୍ମରକ୍ଷାର ସୁଯୋଗ ପାଇ ଉତ୍ତର ଦେଲେ, “ମୁଁ ଯିହୂଦୀୟ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ କୌଣସି ଦୋଷ କରି ନାହିଁ।”
9 କିନ୍ତୁ ଫେଷ୍ଟ ଯିହୂଦୀମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପଗ୍ଭରିଲେ, “ତୁମ୍ଭେ ମୋ’ ଦ୍ୱାରା ଏହି ଅଭିଯୋଗ ସମ୍ବନ୍ଧରେ ବିଗ୍ଭର କରାଯିବା ପାଇଁ ଯିରୁଶାଲମ ଯିବା ପାଇଁ କି?”
10 ପାଉଲ କହିଲେ, “ମୁଁ ବର୍ତ୍ତମାନ କାଇସରଙ୍କ ବିଗ୍ଭର ଆସନ ସମ୍ମୁଖରେ ଠିଆ ହୋଇଛି। ଏଠାରେ ହିଁ ମୋର ବିଗ୍ଭର ହେବ। ମୁଁ ଯିହୂଦୀୟମାନଙ୍କ ପ୍ରତି କୌଣସି ଭୁଲ୍ କରି ନାହିଁ, ଏହା ଆପଣ ଜାଣନ୍ତି। 11 ମୁଁ ଯଦି କୌଣସି ଦୋଷ କରିଥାଏ, ଓ ମୃତ୍ୟୁ ଯୋଗ୍ୟ କୌଣସି କାର୍ଯ୍ୟ କରିଥାଏ, ତେବେ ମୁଁ ମୃତ୍ୟୁ ବରଣ କରିବା ପାଇଁ ପ୍ରସ୍ତୁତ ଅଛି। କିନ୍ତୁ ଯଦି ଏ ଅଭିଯୋଗକାରୀ ମାନଙ୍କର କଥାରେ ସତ୍ୟତା ନାହିଁ ତେବେ ମୋତେ କେହି ସେମାନଙ୍କ ହାତରେ ସମର୍ପଣ କରି ପାରିବେ ନାହିଁ। ତେଣୁ ମୁଁ କାଇସରଙ୍କ ନିକଟରେ ବିଗ୍ଭର ପାଇଁ ଆବେଦନ କରୁଛି।”
12 ଫେଷ୍ଟ ତାହାଙ୍କ ପରାମର୍ଶ ଦାତାମାନଙ୍କ ସହିତ ଏ ବିଷୟରେ କଥା ହେଲେ। ସେ କହିଲେ, “ତୁମ୍ଭେ କାଇସରଙ୍କ ନିକଟରେ ଆବେଦନ କରିଛ। ତେଣୁ ତୁମ୍ଭେ ତାହାଙ୍କ ନିକଟକୁ ଯିବ।”
ପାଉଲ ହେରୋଦ ଆଗ୍ରିପ୍ପାଙ୍କ ସାମନାରେ ଉପସ୍ଥିତ ହେଲେ
13 କିଛି ଦିନ ପରେ ଆଗ୍ରିପ୍ପା ରାଜା ଓ ରାଣୀ ବର୍ଣ୍ଣୀକୀ ଫେଷ୍ଟଙ୍କ ସାଙ୍ଗରେ ଦେଖା କରିବାକୁ କାଇସରୀଆ ନଗରକୁ ଗଲେ। 14 ସେମାନେ ସେହି ସ୍ଥାନରେ ବହୁତ ଦିନ ରହିଲେ। ଫେଷ୍ଟ ରାଜାଙ୍କ ଆଗରେ ପାଉଲଙ୍କ ଅଭିଯୋଗ ବିଷୟରେ କହିଲେ। ସେ ତାହାଙ୍କୁ କହିଲେ, “ଏଠାରେ ଜଣେ ଲୋକ ଅଛି। ଫେଲୀକ୍ସ୍ ତାକୁ ବନ୍ଦୀ ରୂପେ ରଖି ଯାଇଛନ୍ତି। 15 ମୁଁ ଯିରୁଶାଲମରେ ରହିବା ସମୟରେ ମୁଖ୍ୟ ଯାଜକମାନେ ଓ ଯିହୂଦୀମାନଙ୍କ ପ୍ରାଚୀନମାନେ ମୋ’ ନିକଟରେ ତା’ ବିରୁଦ୍ଧରେ ଅଭିଯୋଗ କରିଥିଲେ। ସେମାନେ ତା'ର ମୃତ୍ୟୁଦଣ୍ଡ ଗ୍ଭହୁଁଥିଲେ। 16 ମୁଁ ସେମାନଙ୍କୁ ଉତ୍ତର ଦେଲି, ‘ଯେତେବେଳେ କୌଣସି ବ୍ୟକ୍ତି କୌଣସି ଦୋଷ ପାଇଁ ଅଭିଯୁକ୍ତ ହୁଏ, ସେ ନିଜ ଅଭିଯୋଗକାରୀମାନଙ୍କର ମୁଖାମୁଖି ନ ହେବା ପର୍ଯ୍ୟନ୍ତ ଓ ନିଜ ବିରୁଦ୍ଧରେ ଆଗତ ଅଭିଯୋଗର ଉତ୍ତର ନ ଦେବା ପର୍ଯ୍ୟନ୍ତ ରୋମୀୟମାନେ ସେହି ଲୋକକୁ ଅନ୍ୟ କାହାକୁ ବିଗ୍ଭର ପାଇଁ ଦିଅନ୍ତି ନାହିଁ।’
17 “ତେଣୁ ଏହି ଯିହୂଦୀୟମାନେ ବିଗ୍ଭର ପାଇଁ କାଇସରୀଆକୁ ଆଣିବାର ମୁଁ ସମୟ ନଷ୍ଟ ନ କରି ତହିଁ ଆରଦିନ ବିଗ୍ଭର ସ୍ଥାନରେ ବସିଲି ଓ ସେହି ଲୋକକୁ ବିଗ୍ଭରାଳୟକୁ ଆଣିବା ପାଇଁ ଆଦେଶ ଦେଲି। 18 ଯିହୂଦୀମାନେ ଠିଆ ହୋଇ ତାହାଙ୍କୁ ଦୋଷୀ କଲେ। କିନ୍ତୁ କୌଣସି ଖରାପ ଅପରାଧ ପାଇଁ ସେମାନେ ତାକୁ ଅଭିଯୁକ୍ତ କରି ପାରିଲେ ନାହିଁ। 19 ତା’ ପରିବର୍ତ୍ତେ ସେମାନେ କେବଳ ନିଜ ଧର୍ମ ଓ ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି ବିଷୟରେ ଯୁକ୍ତିତର୍କ କଲେ। କିନ୍ତୁ ପାଉଲ ଯୀଶୁଙ୍କୁ ଜୀବିତ ବୋଲି ଦାବୀ କଲେ। 20 ମୁଁ ଏ ସବୁ ବିଷୟରେ ବେଶି ଜାଣି ନ ଥିଲି। ତେଣୁ ମୁଁ କିଛି ପ୍ରଶ୍ନ ପଗ୍ଭରିଲି ନାହିଁ। ମୁଁ ପାଉଲଙ୍କୁ ପଗ୍ଭରିଲି, ‘ଏହି ଅଭିଯୋଗଗୁଡ଼ିକର ବିଗ୍ଭର ପାଇଁ ତୁମ୍ଭେ ଯିରୁଶାଲମ ଯିବାକୁ ଗ୍ଭହୁଁଛ କି?’ 21 କିନ୍ତୁ ପାଉଲ ବନ୍ଦୀଗୃହରେ ରହିବା ପାଇଁ ଓ ସମ୍ରାଟଙ୍କ ଦ୍ୱାରା ବିଗ୍ଭର ହେବା ପାଇଁ ଅନୁରୋଧ କଲେ। ତେଣୁ ମୁଁ ତାହାକୁ ସମ୍ରାଟଙ୍କ ପାଖକୁ ପଠାଇବାର ବ୍ୟବସ୍ଥା କରିବା ପର୍ଯ୍ୟନ୍ତ ବନ୍ଦୀଗୃହରେ ରହିବା ପାଇଁ ଆଦେଶ ଦେଲି।”
22 ତା'ପରେ ଆଗ୍ରିପ୍ପା ଫେଷ୍ଟଙ୍କୁ କହିଲେ, “ମୁଁ ସେହି ଲୋକଠାରୁ ନିଜେ ଶୁଣିବାକୁ ଗ୍ଭହେଁ।”
ଫେଷ୍ଟ କହିଲେ, “ଆପଣ ଆସନ୍ତା କାଲି ତା'ଠାରୁ ଶୁଣିବେ।”
23 ତହିଁ ଆରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହାଆଡ଼ମ୍ବରେ ଉଚ୍ଚପଦସ୍ଥ ସାମରିକ କର୍ମଗ୍ଭରି ତଥା ନଗରର ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଗ୍ଭରାଳୟରେ ପ୍ରବେଶ କଲେ। ଫେଷ୍ଟଙ୍କ ଆଦେଶ ଅନୁଯାୟୀ ପାଉଲଙ୍କୁ ସେଠାକୁ ଅଣାଗଲା।
24 ତା'ପରେ ଫେଷ୍ଟ କହିଲେ, “ହେ ରାଜା ଆଗ୍ରିପ୍ପା ଓ ଉପସ୍ଥିତ ଭଦ୍ର ବ୍ୟକ୍ତି ବୃନ୍ଦ, ଏ ହେଉଛନ୍ତି ସେହି ଲୋକ, ଯାହାଙ୍କ ବିଷୟରେ ଉଭୟ ଯିରୁଶାଲମ ଓ ଏଠାରେ ଥିବା ସମସ୍ତ ଯିହୂଦୀୟ ଲୋକମାନେ ମୋ’ ନିକଟରେ ଚିତ୍କାର କରି ଆବେଦନ କରିଛନ୍ତି ଯେ, ତାହାକୁ ଆଉ ବଞ୍ଚିରହିବାକୁ ଦିଆ ନ ଯାଉ। 25 କିନ୍ତୁ ମୁଁ ଯେତେବେଳେ ତାହାଙ୍କର ବିଗ୍ଭର କଲି ସେତେବେଳେ ତାହାଙ୍କର କିଛି ଭୁଲ୍ ଦେଖିଲି ନାହିଁ। ତାହାଙ୍କୁ ମୃତ୍ୟୁଦଣ୍ଡ ଦେଲା ଭଳି କୌଣସି କାରଣ ଦେଖିଲି ନାହିଁ। ସେ ସମ୍ରାଟଙ୍କ ନିକଟରେ ବିଗ୍ଭରିତ ହେବା ପାଇଁ ଆବେଦନ କରିଥିବାରୁ ମୁଁ ତାହାକୁ ରୋମ୍ ପାଠାଇବା ପାଇଁ ସ୍ଥିର କଲି। 26 କିନ୍ତୁ ମୁଁ ପ୍ରକୃତରେ ଜାଣି ପାରୁ ନାହିଁ, ସମ୍ରାଟଙ୍କୁ ତା’ ବିଷୟରେ କ’ଣ ଲେଖିବି? ତେଣୁ ମୁଁ ତାକୁ ଆପଣମାନଙ୍କ ପାଖକୁ ଓ ହେ ରାଜା ଆଗ୍ରିପ୍ପା ବିଶେଷକରି ଆପଣଙ୍କ ପାଖକୁ ଆଣିଛି। ମୋର ଆଶା, ଆପଣ ତାକୁ ପ୍ରଶ୍ନ ପଗ୍ଭରି ପାରିବେ, ଓ କାଇସରଙ୍କୁ ଲେଖିବା ପାଇଁ ମୋତେ କିଛି କହିବେ। 27 ତେଣୁ ମୁଁ ଭାବୁଛି, ଜଣେ ବନ୍ଦୀ ବିରୁଦ୍ଧରେ କୌଣସି ଅଭିଯୋଗ ନ ଲେଖି ସମ୍ରାଟଙ୍କ ପାଖକୁ ପଠାଇବା ମୋର ମୂର୍ଖାମୀ ହେବ।”
ରାଜା ଆଗ୍ରିପ୍ପାଙ୍କ ସମ୍ମୁଖରେ ପାଉଲ
26 ଆଗ୍ରିପ୍ପା ପାଉଲଙ୍କୁ କହିଲେ, “ତୁମ୍ଭକୁ ନିଜ ସପକ୍ଷରେ କହିବା ପାଇଁ ଅନୁମତି ଦିଆଗଲା।” ତା'ପରେ ପାଉଲ ନିଜ ହାତ ପ୍ରସାରିତ କରି ନିଜ ପକ୍ଷରେ କହିବାକୁ ଲାଗିଲେ। 2 ହେ ରାଜା ଆଗ୍ରିପ୍ପା, “ମୁଁ ନିଜକୁ ଭାଗ୍ୟବାନ୍ ମନେ କରୁଛି, କାରଣ ମୁଁ ଆଜି ଆପଣଙ୍କ ସମ୍ମୁଖରେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୋଗ ବିରୁଦ୍ଧରେ ମୋ’ ପକ୍ଷରେ ଉତ୍ତର ଦେବା ପାଇଁ ସମର୍ଥ ହୋଇପାରିଛି। 3 ଏ କଥା ସତ୍ୟ ଯେ, ଆପଣ ଯିହୂଦୀୟ ପରମ୍ପରା ଓ ସେମାନେ ଯୁକ୍ତି କରୁଥିବା ବିଷୟରେ ଉତ୍ତମ ଜ୍ଞାନ ରଖିଛନ୍ତି। ତେଣୁ ମୋର କଥା ଧୈର୍ଯ୍ୟ ସହକାରେ ଶୁଣିବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି।
4 “ସମସ୍ତ ଯିହୂଦୀୟମାନେ ମୋର ସମ୍ପୂର୍ଣ୍ଣ ଜୀବନ ବିଷୟରେ ଜାଣନ୍ତି। ମୁଁ ପିଲାଦିନରୁ ନିଜ ଦେଶରେ ଓ ପରେ ଯିରୁଶାଲମରେ କିପରି ବାସ କରିଥିଲି, ତାହା ସେମାନେ ଜାଣନ୍ତି। 5 ସେମାନେ ମୋତେ ବହୁତ ଦିନରୁ ଜାଣନ୍ତି। ସେମାନେ ଯଦି ଗ୍ଭହାନ୍ତି ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଜଣେ ଉତ୍ତମ ଫାରୂଶୀ ଥିଲି। ଯିହୂଦୀୟ ଧର୍ମ ବ୍ୟବସ୍ଥାକୁ ଫାରୂଶୀମାନେ ଅନ୍ୟ କୌଣସି ଯିହୂଦୀୟ ଦଳର ଲୋକଙ୍କ ଅପେକ୍ଷା ଅଧିକ ଦୃଢ଼ ଭାବରେ ମାନନ୍ତି। 6 ଆମ୍ଭମାନଙ୍କ ପୂର୍ବପୁରୁଷଙ୍କ ନିକଟରେ ପରମେଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ଉପରେ ନିର୍ଭର କରିଥିବାରୁ ମୋର ଆଜି ବିଗ୍ଭର ହେଉଛି। 7 ଯେଉଁ ପ୍ରତିଜ୍ଞାକୁ ଇସ୍ରାଏଲର ବାରଟି ଗୋଷ୍ଠୀ ମଧ୍ୟ ଗ୍ରହଣ କରିବାକୁ ଆଶା କରନ୍ତି, ଓ ଏହାରି ଉପରେ ନିର୍ଭର କରି ଦିନରାତି ପରମେଶ୍ୱରଙ୍କୁ ପୂଜା କରନ୍ତି, ମୁଁ ମଧ୍ୟ ସେହି ପ୍ରତିଜ୍ଞା ଗ୍ରହଣ କରିବା ପାଇଁ ଆଶା କରିଛି। ହେ ରାଜା! ସେହି ପ୍ରତିଜ୍ଞା ଉପରେ ମୋର ଆଶା ଓ ବିଶ୍ୱାସ ଥିବାରୁ ଯିହୂଦୀମାନେ ମୋ’ ବିରୁଦ୍ଧରେ ଅଭିଯୋଗ କରୁଛନ୍ତି। 8 ପରମେଶ୍ୱର ଯେ ଲୋକମାନଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ପାରିବେ, ଏ କଥା ଆପଣମାନେ କାହିଁକି ଅସମ୍ଭବ ବୋଲି ଭାବୁଛନ୍ତି?
9 “ମୁଁ ଯେତେବେଳେ ଫାରୂଶୀ ଥିଲି, ସେତେବେଳେ ମୁଁ ମଧ୍ୟ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧରେ ଅନେକ କାର୍ଯ୍ୟ କରିବି ବୋଲି ଭାବୁଥିଲି। 10 ଏ ଭଳି କରୁଥିବା ବେଳେ ମୁଁ ଯିରୁଶାଲମରେ ପରମେଶ୍ୱରଙ୍କର ଅନେକ ଲୋକଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି। ଯୀଶୁଙ୍କ ଅନୁସରଣକାରୀଙ୍କୁ ଯେତେବେଳେ ମୃତ୍ୟୁଦଣ୍ଡ ଦିଆଯାଉଥିଲା, ସେତେବେଳେ ମୁଁ ମଧ୍ୟ ଏହା ଠିକ୍ ବୋଲି ଭାବି ସେଥିରେ ପୂର୍ଣ୍ଣ ସମ୍ମତ ହୋଇଥିଲି। ମୁଁ ପରମେଶ୍ୱରଙ୍କର ଅନେକ ଲୋକମାନଙ୍କୁ ଧରି ଆଣି କାରାଗାରରେ ବନ୍ଦୀ କରି ରଖୁଥିଲି, କାରଣ ଏପରି କରିବା ନିମନ୍ତେ ମୁଁ ମହାଯାଜକମାନଙ୍କଠାରୁ କ୍ଷମତା ପାଇଥିଲି। ମୁଁ ସେମାନଙ୍କୁ ସମାଜଗୃହ ସବୁରେ ଦଣ୍ତ ଦେଇଥିଲି। 11 ମୁଁ ସେମାନଙ୍କୁ ଖ୍ରୀଷ୍ଟଙ୍କ ବିରୁଦ୍ଧରେ କହିବା ପାଇଁ ବାଧ୍ୟ କରିଥିଲି। ମୁଁ ସେମାନଙ୍କ ବିରୁଦ୍ଧରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସେମାନଙ୍କୁ ଅତ୍ୟାଗ୍ଭର କରିବା ପାଇଁ ବିଦେଶୀ ନଗର ଗୁଡ଼ିକୁ ମଧ୍ୟ ଯାଇଥିଲି।
ଯୀଶୁଙ୍କୁ ଦେଖିଥିବା ବିଷୟରେ ପାଉଲଙ୍କ ବର୍ଣ୍ଣନା
12 “ଥରେ ମୁଖ୍ୟ ଯାଜକମାନେ ମୋତେ ଦମ୍ମେସକ ନଗରକୁ ଯିବା ପାଇଁ ଅନୁମତି ଓ କ୍ଷମତା ଦେଲେ। 13 ମୁଁ ଦମ୍ମେସକକୁ ଯାଉଥିଲି। ସେତେବେଳେ ଖରାବେଳ ହୋଇଥିଲା। ହଠାତ୍ ମୁଁ ଆକାଶରେ ଗୋଟିଏ ଆଲୋକ ଦେଖିଲି। ସେହି ଆଲୋକ ସୂର୍ଯ୍ୟଙ୍କଠାରୁ ମଧ୍ୟ ଆହୁରି ଉଜ୍ଜ୍ୱଳ ଥିଲା। ତାହା ମୋର ଓ ମୋ’ ସହିତ ଯାଉଥିବା ଲୋକଙ୍କ ଗ୍ଭରିପଟେ ଝଲକୁ ଥିଲା। 14 ଆମେ ସମସ୍ତେ ତଳେ ପଡ଼ିଗଲୁ। ସେତେବେଳେ ମୁଁ ଏବ୍ରୀ ଭାଷାରେ ଗୋଟିଏ ସ୍ୱର ମୋତେ କହୁଥିବାର ଶୁଣିଲି, ‘ଶାଉଲ, ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ? କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭପାଇଁ ଅସମ୍ଭବ ଅଟେ।’
15 “ମୁଁ ପଗ୍ଭରିଲି, ‘ପ୍ରଭୁ, ଆପଣ କିଏ?’
“ସେ କହିଲେ, ‘ମୁଁ ସେହି ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ।’ 16 ତୁମ୍ଭେ ଏବେ ଠିଆହୁଅ। ମୁଁ ତୁମ୍ଭକୁ ଜଣେ ସେବକରୂପେ ନିଯୁକ୍ତ କରିବା ପାଇଁ ତୁମ୍ଭ ନିକଟରେ ଦେଖା ଦେଇଅଛି। ତୁମ୍ଭେ ମୋ’ ବିଷୟରେ ଯାହା ଦେଖିଲ, ଓ ଯାହା ମୁଁ ତୁମ୍ଭକୁ ଦେଖାଇବି, ତୁମ୍ଭେ ତା'ର ସାକ୍ଷୀହେବ। 17 ମୁଁ ତୁମ୍ଭକୁ ତୁମ୍ଭ ନିଜ ଓ ଅନ୍ୟ ଦେଶର ଲୋକମାନଙ୍କଠାରୁ ରକ୍ଷା କରିବି। ସେମାନଙ୍କର ଆଖି ଖୋଲି ଦେବା ପାଇଁ ମୁଁ ତୁମ୍ଭକୁ ପଠାଉଛି। 18 ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’”
ପାଉଲଙ୍କ ନିଜ କାର୍ଯ୍ୟ ବିଷୟରେ କହିବା
19 ପାଉଲ କହିଲେ, “ହେ ମହାରାଜା ଆଗ୍ରିପ୍ପା, ମୁଁ ସେହି ସ୍ୱର୍ଗୀୟ ଦର୍ଶନର ବାଧ୍ୟ ହେଲି। 20 ମୁଁ ପ୍ରଥମେ ଦମ୍ମେସକ ନଗରରେ, ପରେ ଯିରୁଶାଲମରେ ସମଗ୍ର ଯିହୂଦା ଓ ଅଣଯିହୂଦୀ ଦେଶମାନଙ୍କରେ ମଧ୍ୟ ପ୍ରଗ୍ଭର କଲି। ମୁଁ ସେମାନଙ୍କୁ ଅନୁତାପ କରି ପରମେଶ୍ୱରଙ୍କ ପାଖକୁ ଫେରିବା ପାଇଁ କହିଲି। ସେମାନଙ୍କ ହୃଦୟ ପରିବର୍ତ୍ତନ ପାଇଁ ଉଚିତ୍ କାର୍ଯ୍ୟ କରିବା ପାଇଁ ମଧ୍ୟ କହିଲି।
21 “ଏଥିପାଇଁ ମନ୍ଦିରରେ ଥିବା ସମୟରେ ଯିହୂଦୀମାନେ ମୋତେ ବନ୍ଦୀ କଲେ, ଓ ମାରିବାକୁ ଚେଷ୍ଟା କଲେ। 22 କିନ୍ତୁ ମୋତେ ପରମେଶ୍ୱର ସାହାଯ୍ୟ କଲେ। ସେ ଆଜି ପର୍ଯ୍ୟନ୍ତ ମୋତେ ସାହାଯ୍ୟ କରିଆସୁଛନ୍ତି। ପରମେଶ୍ୱରଙ୍କ ସାହାଯ୍ୟ ପାଇ ମୁଁ ଏଠାରେ ଠିଆ ହୋଇଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁ ନାହିଁ। ମୋଶା ଓ ଭାବବାଦୀମାନେ ଯାହାସବୁ ଘଟିବ ବୋଲି କହିଛନ୍ତି, ମୁଁ ସେହି କଥା କହୁଛି। 23 ସେମାନେ କହିଛନ୍ତି, ଖ୍ରୀଷ୍ଟ ମୃତ୍ୟୁବରଣ କରିବେ ଓ ମୃତ୍ୟୁରୁ ପୁନରୁତ୍ଥିତ ହେଉଥିବା ପ୍ରଥମ ବ୍ୟକ୍ତି ହେବେ। ମୋଶା ଓ ଭାବବାଦୀମାନେ କହିଛନ୍ତି, କେବଳ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦେଖାଇବେ।”
ପାଉଲଙ୍କର ଆଗ୍ରିପ୍ପାଙ୍କ ଧାରଣା ବଦଳେଇବାର ଚେଷ୍ଟା
24 ପାଉଲ ଆତ୍ମରକ୍ଷା ପାଇଁ ଏହିସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜୋର୍ରେ କହିଲେ, “ପାଉଲ, ତୁମ୍ଭେ ପାଗଳ। ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହୋଇ ଯାଇଛ।”
25 ପାଉଲ ଏହା ଶୁଣି ଉତ୍ତର ଦେଲେ, “ହେ ମହାମାନ୍ୟ ଫେଷ୍ଟ, ମୁଁ ପାଗଳ ନୁହେଁ। ମୋର ସବୁ କଥା ସତ୍ୟ ଓ ଯୁକ୍ତିଯୁକ୍ତ। 26 ରାଜା ଆଗ୍ରିପ୍ପା ଏସବୁ କଥା ଜାଣନ୍ତି। ତାହାଙ୍କୁ ଏହା ସ୍ପଷ୍ଟ ଭାବରେ କହି ପାରିବି, କାରଣ ମୁଁ ଜାଣେ ଯେ, ତାହାଙ୍କ ଦୃଷ୍ଟିରୁ ଏ ସମସ୍ତ ବିଷୟ ବାଦ୍ ଯାଇ ନାହିଁ, ଯେହେତୁ ଏହିସବୁ କୌଣସି ଗୁପ୍ତ ସ୍ଥାନରେ କରାଯାଇ ନାହିଁ। 27 ହେ ରାଜା ଆଗ୍ରିପ୍ପା, ଆପଣ କ’ଣ ଭାବବାଦୀମାନଙ୍କ ଲେଖାରେ ବିଶ୍ୱାସ କରନ୍ତି କି? ମୁଁ ଜାଣେ, ଆପଣ ବିଶ୍ୱାସ କରନ୍ତି।”
28 ଆଗ୍ରିପ୍ପା ପାଉଲଙ୍କୁ କହିଲେ, “ତୁମ୍ଭେ କ’ଣ ଏତେ ସହଜରେ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?”
29 ପାଉଲ ଉତ୍ତର ଦେଲେ, “ପରମେଶ୍ୱର କରନ୍ତୁ, ଶୀଘ୍ର ବା ବିଳମ୍ବରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମୋ’ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମୋ’ ପରି ହୁଅନ୍ତୁ।”
30 ତା'ପରେ ରାଜା, ରାଜ୍ୟପାଳ, ରାଣୀ ବର୍ଣ୍ଣୀକୀ ଓ ଅନ୍ୟମାନେ ସମସ୍ତେ ଠିଆ ହେଲେ ଓ ପ୍ରସ୍ଥାନ କଲେ। 31 ସେମାନେ ବିଗ୍ଭର ଗୃହ ଛାଡ଼ିଲା ବେଳେ ପରସ୍ପର ସହିତ କଥାବାର୍ତ୍ତା ହେଲେ। ସେମାନେ କହିଲେ, “ଏହି ଲୋକକୁ ହତ୍ୟା କରିବା କି ବନ୍ଦୀ କରିବା ଉଚିତ୍ ନୁହେଁ। ସେ ପ୍ରକୃତରେ କିଛି ଖରାପ କାର୍ଯ୍ୟ କରି ନାହିଁ।” 32 ଆଗ୍ରିପ୍ପା ଫେଷ୍ଟଙ୍କୁ କହିଲେ, “ଆମ୍ଭେ ଏହି ଲୋକକୁ ମୁକ୍ତି ଦେଇପାରିଥା’ନ୍ତୁ, କିନ୍ତୁ ସେ ଯଦି କାଇସରଙ୍କୁ ଆବେଦନ କରି ନ ଥା’ନ୍ତା।”
2010 by World Bible Translation Center