Beginning
1 ଖ୍ରୀଷ୍ଟ ଯୀଶୁଙ୍କ ଜଣେ କ୍ରୀତଦାସ ପାଉଲଙ୍କଠାରୁ ନମସ୍କାର।
ପରମେଶ୍ୱର ମୋତେ ତାହାଙ୍କର ପ୍ରେରିତ ଭାବରେ ଡାକିଲେ। ତାହାଙ୍କର ସୁସମାଗ୍ଭର ଲୋକମାନଙ୍କୁ କହିବା ପାଇଁ ମୁଁ ବଛା ହେଲି। 2 ପରମେଶ୍ୱର, ଏହି ସୁସମାଗ୍ଭର ନିଜ ଲୋକଙ୍କୁ ଦେବା ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ୱର ନିଜ ଭବିଷ୍ୟଦ୍ବକ୍ତାମାନଙ୍କୁ ବ୍ୟବହାର କରି ଏହି ପ୍ରତିଜ୍ଞା କରିଥିଲେ। ସେହି ପ୍ରତିଜ୍ଞା ପବିତ୍ର ଶାସ୍ତ୍ରରେ ଲେଖା ହୋଇଛି। 3 ଏହି ସୁସମାଗ୍ଭର ପରମେଶ୍ୱରଙ୍କ ପୁତ୍ର ତଥା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଅଟେ। 4 ସେ ଦାଉଦଙ୍କ ବଂଶରେ ମନୁଷ୍ୟ ରୂପରେ ଜନ୍ମ ହୋଇଥିଲେ। କିନ୍ତୁ, ପବିତ୍ରଆତ୍ମା ଦ୍ୱାରା ପୁନରୁତ୍ଥାନର ଫଳ ସ୍ୱରୂପ ସେ ମହାନ ଶକ୍ତି ସହିତ ପରମେଶ୍ୱରଙ୍କର ପୁତ୍ର ରୂପେ ଘୋଷିତ ହେଲେ।
5 ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରମେଶ୍ୱର ମୋତେ ବାର୍ତ୍ତାବହ ହେବାର ବିଶେଷ କାର୍ଯ୍ୟ ଦେଇଛନ୍ତି। ପରମେଶ୍ୱର, ଏହା ଦ୍ୱାରା ସମସ୍ତ ଜାତିର ଲୋକଙ୍କ ମନରେ ତାହାଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମୋତେ ଦେଲେ। ମୁଁ ଏହି କାମ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ କରୁଛି। 6 ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ହେବା ପାଇଁ ଡକା ଯାଇଛ।
7 ତୁମ୍ଭେମାନେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତିପ୍ରାପ୍ତ ହେଉ।
ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।
ଧନ୍ୟବାଦ ପ୍ରାର୍ଥନା
8 ସର୍ବପ୍ରଥମେ ମୁଁ କହିବାକୁ ଗ୍ଭହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମୋର ପରମେଶ୍ୱରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧନ୍ୟବାଦ ଦେଉଛି। ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ୱାସ ବିଷୟରେ ସାରା ସଂସାର ଚର୍ଚ୍ଚା କରୁଛି। 9 ପ୍ରତିଥର ମୁଁ ପ୍ରାର୍ଥନା କଲାବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି। 10 ପରମେଶ୍ୱର ଜାଣନ୍ତି ଯେ ଏହା ସତ୍ୟ। ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟରେ ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇବା ଦ୍ୱାରା ମୁଁ ପରମେଶ୍ୱରଙ୍କୁ ମୋ’ ଅନ୍ତରର ସହ ଉପାସନା କରୁଛି। ମୁଁ ପ୍ରାର୍ଥନା କରେ ଯେ, ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୋତେ ଅନୁମତି ମିଳୁ। ପରମେଶ୍ୱର ଇଚ୍ଛା କଲେ ଏହା ସମ୍ଭବ ହେବ। 11 ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦେଇ ଶକ୍ତିଶାଳୀ କରାଇବା ମୋର ଇଚ୍ଛା। 12 ମୋର କହିବାର ଅର୍ଥ ଏହି ଯେ ଆମ୍ଭେମାନେ ଏକଆରେକକୁ ନିଜ ନିଜର ବିଶ୍ୱାସ ଦ୍ୱାରା ସାହାଯ୍ୟ କରିବା। ତୁମ୍ଭମାନଙ୍କ ବିଶ୍ୱାସ ମୋତେ ଓ ମୋ’ ବିଶ୍ୱାସ ତୁମ୍ଭମାନଙ୍କୁ ସାହାଯ୍ୟ କରିବ।
13 ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଗ୍ଭହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବାରେ ସାହାଯ୍ୟ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାଯ୍ୟ କରିଥିଲି, ସେହିପରି ତୁମ୍ଭମାନଙ୍କୁ ମୁଁ ସାହାଯ୍ୟ କରିବାକୁ ଗ୍ଭହେଁ।
14 ମୁଁ ଗ୍ରୀକ୍ ବା ବର୍ବର, ବୁଦ୍ଧିମାନ ବା ମୂର୍ଖ ସମସ୍ତଙ୍କୁ ସେବା କରିବାକୁ ଉଚିତ୍ ମନେ କରେ। 15 ସେଥିପାଇଁ ମୁଁ ରୋମରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଗ୍ଭର ଦେବାକୁ ଇଚ୍ଛା କରୁଛି।
16 ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 17 ପରମେଶ୍ୱର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ୱାସରେ ଶେଷ ହୁଏ। ଯେପରି ଧର୍ମଶାସ୍ତ୍ରରେ କୁହାଯାଇଛି, “ବିଶ୍ୱାସ ଦ୍ୱାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।”(A)
ସମସ୍ତେ ପାପ କରିଛନ୍ତି
18 ପରମେଶ୍ୱରଙ୍କ କ୍ରୋଧ ସ୍ୱର୍ଗରୁ ପ୍ରକାଶିତ ହୋଇଛି। ଲୋକମାନଙ୍କ ଦ୍ୱାରା ପରମେଶ୍ୱରଙ୍କ ବିରୁଦ୍ଧରେ କରାଯାଇଥିବା ପ୍ରତ୍ୟେକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ୱର କ୍ରୋଧ କରନ୍ତି। ସେମାନଙ୍କ ପାଖରେ ସତ୍ୟ ଅଛି, କିନ୍ତୁ ସେମାନେ ନିଜର ମନ୍ଦ ଜୀବନ ଦ୍ୱାରା ତାହା ଲୁଗ୍ଭନ୍ତି। 19 ପରମେଶ୍ୱରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ୱର ତାହାଙ୍କର କ୍ରୋଧ ଦେଖାନ୍ତି। ପ୍ରକୃତରେ, ପରମେଶ୍ୱର ନିଜ ବିଷୟରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦେଖାଇ ଦେଇଛନ୍ତି।
20 ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।
21 ଲୋକେ ପରମେଶ୍ୱରଙ୍କୁ ଜାଣିଥିଲେ। କିନ୍ତୁ ସେମାନେ ପରମେଶ୍ୱରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ୟବାଦ ଜଣାଇଲେ ନାହିଁ। ଲୋକଙ୍କ ଚିନ୍ତାଧାରା ନିରର୍ଥକ ହେଲା। ସେମାନଙ୍କର ଜ୍ଞାନ ଅନ୍ଧକାରରେ ଭରିଗଲା। 22 ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ ହୋଇଗଲେ। 23 ସେମାନେ ପରମେଶ୍ୱରଙ୍କ ଚିରସ୍ଥାୟୀ ମହିମାକୁ ଛାଡ଼ି ଦେଲେ। ଲୋକେ ସେହି ମହିମାକୁ ମୂର୍ତ୍ତିପୂଜା ଦ୍ୱାରା ବେପାର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।
24 ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସେମାନେ ପାପରେ ପୂର୍ଣ୍ଣ ଥିଲେ। ପରମେଶ୍ୱର ସେମାନଙ୍କୁ ନିଜର ପାପ ମାର୍ଗରେ ଯିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସେମାନେ ଯୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମରେ ନିୟୋଜିତ ରଖିଲେ, ଯା’ଦ୍ୱାରା ସେମାନଙ୍କ ଶରୀର ନିନ୍ଦିତ ହେଲା। 25 ଲୋକେ ପରମେଶ୍ୱରଙ୍କ ସତ୍ୟ ବଦଳରେ ମିଥ୍ୟାକୁ ଗ୍ରହଣ କଲେ। ସେମାନେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସେବା କଲେ। ସେମାନେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ଉପାସନା କଲେ ନାହିଁ। ପରମେଶ୍ୱର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।
26 ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେହି ଲଜ୍ଜାଜନକ କାର୍ଯ୍ୟ କରିବା ପାଇଁ ଛାଡ଼ି ଦେଲେ। 27 ସେହିଭଳି ପୁରୁଷମାନେ ମଧ୍ୟ ସ୍ତ୍ରୀମାନଙ୍କ ସ୍ୱାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତରେ କାମନାରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ୟବହାର କଲେ। ନିଜର ମନ୍ଦ କାର୍ଯ୍ୟ ପାଇଁ ସେମାନେ ନିଜ ଦେହରେ ଦଣ୍ଡ ଭୋଗିଲେ।
28 ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ। 29 ସେହି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ୱାର୍ଥ ଓ ଘୃଣାରେ ପରିପୂର୍ଣ୍ଣ ଥିଲେ। ସେମାନେ ହତ୍ୟା, ଝଗଡ଼ା, ମିଛ, ଚ୍ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚିନ୍ତାରେ ବୁଡ଼ି ରହନ୍ତି। 30 ସେମାନେ ପରଚର୍ଚ୍ଚା କରନ୍ତି, ପରନିନ୍ଦା କରନ୍ତି ଓ ଏକ ଆରେକ ବିରୁଦ୍ଧରେ ମନ୍ଦକଥା କୁହନ୍ତି। ସେମାନେ ପରମେଶ୍ୱରଙ୍କୁ ଘୃଣା କରନ୍ତି। ସେମାନେ ଉଦ୍ଧତ, ଆତ୍ମଗର୍ବୀ ଓ ଅହଂକାରୀ। ସେମାନେ ମନ୍ଦକର୍ମ କରିବା ପାଇଁ ବାଟ ଖୋଜୁ ଥା’ନ୍ତି। 31 ସେମାନେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ। ସେମାନେ ମୂର୍ଖ ସେମାନେ ନିଜର କଥା ରଖନ୍ତି ନାହିଁ ଓ ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ। 32 ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି। ସେମାନେ ଜାଣନ୍ତି ଯେ ପରମେଶ୍ୱରଙ୍କ ବ୍ୟବସ୍ଥା କୁହେ, ଯେଉଁ ଲୋକ ଏହିଭଳି ଜୀବନଯାପନ କରୁଛି, ସେ ମରିବା ଉଚିତ୍। କିନ୍ତୁ ସେମାନେ ଏହି ମନ୍ଦକାର୍ଯ୍ୟ ଗୁଡ଼ିକ କରି ଗ୍ଭଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସେମାନଙ୍କୁ ମଧ୍ୟ ସେମାନେ ସମର୍ଥନ କରନ୍ତି।
ପରମେଶ୍ୱର ବିଗ୍ଭର କରନ୍ତୁ
2 ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା'ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ। 2 ପରମେଶ୍ୱର, ଯେଉଁମାନେ ଏପରିକି ମନ୍ଦକର୍ମ କରନ୍ତି ତାହାଙ୍କର ନ୍ୟାୟ ବିଗ୍ଭର କରନ୍ତି। ଏହା ଆମ୍ଭେମାନେ ଜାଣୁ ଯେ, ପରମେଶ୍ୱରଙ୍କର ନ୍ୟାୟ ବିଗ୍ଭର ଠିକ୍ ଅଟେ। 3 ତୁମ୍ଭେ ଭୁଲକାମ କରୁଥିବା ଲୋକଙ୍କର ନ୍ୟାୟବିଗ୍ଭର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ୟ ସେହିଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭର ନ୍ୟାୟବିଗ୍ଭର କରିବେ। ତୁମ୍ଭେ ବିଗ୍ଭରରୁ ରକ୍ଷା ପାଇ ପାରିବ ନାହିଁ। 4 ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।
5 କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ। 6 ପରମେଶ୍ୱର ପ୍ରତ୍ୟେକ ଲୋକକୁ ନିଜ ନିଜର କର୍ମ ଅନୁସାରେ ପୁରସ୍କାର ବା ଦଣ୍ଡ ଦେବେ। 7 କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ। 8 କିନ୍ତୁ ଯେଉଁମାନେ ସ୍ୱାର୍ଥପର ଓ ସତ୍ୟକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେବେ। 9 ମନ୍ଦକାମ କରୁଥିବା ପ୍ରତ୍ୟେକ ଲୋକକୁ ପରମେଶ୍ୱର ଦୁଃଖ ଓ ସଙ୍କଟରେ। ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 10 କିନ୍ତୁ ପରମେଶ୍ୱର, ଭଲ କାମ କରୁଥିବା ପ୍ରତ୍ୟେକ ଲୋକକୁ ଗୌରବ, ସମ୍ମାନ ଓ ଶାନ୍ତି ପ୍ରଦାନ କରିବେ। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 11 ପରମେଶ୍ୱର ପ୍ରତ୍ୟେକ ଲୋକଙ୍କ ପ୍ରତି ସମାନ ଭାବରେ ନ୍ୟାୟବିଗ୍ଭର କରନ୍ତି।
12 ଯେଉଁ ଲୋକମାନେ ବ୍ୟବସ୍ଥା ଜାଣିଛନ୍ତି ଓ ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ ଶୁଣି ନାହାନ୍ତି, ପାପ କର୍ମ କଲାବେଳେ ସମସ୍ତେ ସମାନ। ଲୋକେ ଯେଉଁମାନେ ବ୍ୟବସ୍ଥା ଜାଣି ନାହାନ୍ତି ଓ ପାପ କରୁଛନ୍ତି, ସେମାନେ ନଷ୍ଟ ହୋଇ ଯିବେ ଓ ସେହିପରି, ଯେଉଁମାନେ ବ୍ୟବସ୍ଥା ଜାଣିଛନ୍ତି ଓ ପାପ କରୁଛନ୍ତି, ବ୍ୟବସ୍ଥା ଅନୁସାରେ ସେମାନଙ୍କର ନ୍ୟାୟବିଗ୍ଭର ହେବ। 13 ବ୍ୟବସ୍ଥାକୁ କେବଳ ଶୁଣିଥିଲେ କେହି ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ପାରିବ ନାହିଁ। ବ୍ୟବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ୟବସ୍ଥା, ଲୋକମାନଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ।
14 ଅଣଯିହୂଦୀମାନଙ୍କର କୌଣସି ବ୍ୟବସ୍ଥା ନାହିଁ। କିନ୍ତୁ ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥା ଅନୁଯାୟୀ ନ ଜାଣି ମଧ୍ୟ କାମ କରନ୍ତି, ସେତେବେଳେ ସେଗୁଡ଼ିକ ହିଁ ବ୍ୟବସ୍ଥା ହୋଇଯାଏ। ସେମାନଙ୍କର ବ୍ୟବସ୍ଥା ନ ଥିଲେ ମଧ୍ୟ ଏହା ସତ୍ୟ। 15 ସେମାନେ ହୃଦୟରେ ଜାଣି ପାରନ୍ତି ଯେ କ’ଣ ଠିକ୍ ଓ କ’ଣ ଭୁଲ୍। ଯାହା ଠିକ୍ ତାହା ବ୍ୟବସ୍ଥା ଗ୍ଭହେଁ। ସେମାନେ ଠିକ୍ ଓ ଭୁଲ୍ ବିଷୟରେ ଯାହା ଅନୁଭବ କରନ୍ତି, ତାହା ଦେଖାଇ ମଧ୍ୟ ଦିଅନ୍ତି। ବେଳେବେଳେ ସେମାନଙ୍କ ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ମନ୍ଦ କାମ କଲେ, ସେମାନେ ଦୋଷୀ ହୁଅନ୍ତି ଓ ବେଳେବେଳେ ସେମାନଙ୍କର ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ଉତ୍ତମ କାମ କଲେ, ସେମାନେ ନିଜକୁ ଦୋଷୀ ବିବେଚିତ କରନ୍ତି ନାହିଁ।
16 ଯେଉଁ ଦିନ ପରମେଶ୍ୱର ଲୋକମାନଙ୍କ ଭିତରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ୟାୟବିଗ୍ଭର କରିବେ ସେହି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଗ୍ଭର ଲୋକମାନଙ୍କୁ କହୁଛି, ତାହା କୁହେ ଯେ, ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା, ଲୋକମାନଙ୍କର ନ୍ୟାୟବିଗ୍ଭର କରିବେ।
ଯିହୂଦୀ ଓ ବ୍ୟବସ୍ଥା
17 ତୁମ୍ଭ ବିଷୟରେ କ’ଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ୟବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ଅଛ। 18 ତୁମ୍ଭେ ଜାଣ ଯେ, ତୁମ୍ଭେ କ’ଣ କରିବ ବୋଲି ପରମେଶ୍ୱର ଗ୍ଭହାନ୍ତି। ଏବଂ ତୁମ୍ଭେ ଜାଣିଛ ଯେ କେଉଁ ବିଷୟ ଗୁଡ଼ିକ ମହତ୍ତ୍ୱପୂର୍ଣ୍ଣ, କାରଣ ତୁମ୍ଭେ ବ୍ୟବସ୍ଥା ଶିଖିଛ। 19 ତୁମ୍ଭେ ଭାବୁଛ ଯେ, ଯେଉଁ ଲୋକମାନେ ସତ୍ୟ ମାର୍ଗ ବିଷୟରେ ଜାଣନ୍ତି ନାହିଁ, ତୁମ୍ଭେ ସେମାନଙ୍କର ମାର୍ଗ ଦର୍ଶକ। ତୁମ୍ଭେ ଭାବୁଛ ଯେ, ଯେଉଁମାନେ ଅନ୍ଧକାରରେ ଅଛନ୍ତି ସେମାନଙ୍କ ପାଇଁ ତୁମ୍ଭେ ଆଲୁଅ ସଦୃଶ। 20 ତୁମ୍ଭେ ଭାବୁଛ ଯେ, ଯେଉଁମାନେ ମୁର୍ଖ, ସେମାନଙ୍କୁ ସତ୍ୟ ଦେଖାଇ ପାରିବ। ଏବଂ ତୁମ୍ଭେ ଭାବୁଛ ଯେ, ଯେଉଁମାନଙ୍କର ଏବେ ମଧ୍ୟ ଶିଖିବା ଆବଶ୍ୟକ, ସେମାନଙ୍କର ତୁମ୍ଭେ ଶିକ୍ଷକ। ତୁମ୍ଭ ପାଖରେ ବ୍ୟବସ୍ଥା ଅଛି, ସେଥିପାଇଁ ତୁମ୍ଭେ ଭାବୁଛ ଯେ ତୁମ୍ଭେ ସବୁକିଛି ଜାଣିଛ ଓ ତୁମ୍ଭ ପାଖରେ ସତ୍ୟ ଅଛି। 21 ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉ ନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଗ୍ଭେରି କର ନାହିଁ। କିନ୍ତୁ ତୁମ୍ଭେ ନିଜେ ଗ୍ଭେରି କରୁଛ। 22 ତୁମ୍ଭେ କହୁଛ ଲୋକେ ବ୍ୟଭିଗ୍ଭର ପାପ କରିବା କଥା ନୁହେଁ। କିନ୍ତୁ ତୁମ୍ଭେ ନିଜେ ସେହି ପାପରେ ଦୋଷୀ। ତୁମ୍ଭେ ମୂର୍ତ୍ତିକୁ ଘୃଣା କରିଥାଅ। 23 କିନ୍ତୁ ତୁମ୍ଭେ ମନ୍ଦିରରୁ ଗ୍ଭେରି କରୁଛ। ତୁମ୍ଭେ ପରମେଶ୍ୱରଙ୍କ ବ୍ୟବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସେହି ବ୍ୟବସ୍ଥା ଭଙ୍ଗ କରି ପରମେଶ୍ୱରଙ୍କୁ ଲଜ୍ଜା ଦେଉଛ। 24 ପବିତ୍ର-ଶାସ୍ତ୍ରରେ[a] ଲେଖା ଅଛି, “ଅଣଯିହୂଦୀମାନେ ପରମେଶ୍ୱରଙ୍କ ବିଷୟରେ ମନ୍ଦ କଥା, ଯିହୂଦୀମାନଙ୍କ ପାଇଁ ହିଁ କୁହନ୍ତି।”(B)
25 ଯଦି ତୁମ୍ଭେ ବ୍ୟବସ୍ଥା[b] ପାଳନ କରୁଛ, ତା'ହେଲେ ତୁମ୍ଭର ସୁନ୍ନତ[c] ହେବାର ମୂଲ୍ୟ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥା ଭଙ୍ଗ କରୁଛ ତା'ହେଲେ ତୁମ୍ଭେ ସୁନ୍ନତ ନ ହେବା ସହିତ ସମାନ। 26 ଅଣଯିହୂଦୀମାନେ ସୁନ୍ନତ ହୁଅନ୍ତି ନାହିଁ। କିନ୍ତୁ ସେମାନେ ଯଦି ବ୍ୟବସ୍ଥା କହିବା ଭଳି ଆଚରଣ କରନ୍ତି, ତା'ହେଲେ ସେମାନେ ସୁନ୍ନତ ହେବା ଭଳି ହେଲେ। 27 ତୁମ୍ଭ ଯିହୂଦୀମାନଙ୍କର ଲିଖିତ ବ୍ୟବସ୍ଥା ଅଛି ଓ ସୁନ୍ନତ ମଧ୍ୟ, କିନ୍ତୁ ତୁମ୍ଭେମାନେ ବ୍ୟବସ୍ଥା ଭଙ୍ଗ କରୁଛ। ଅତଏବ ଶାରୀରିକ ଭାବେ ସୁନ୍ନତ ନ ହୋଇ ବ୍ୟବସ୍ଥା ପାଳନ କରୁଥିବା ଲୋକେ ଦେଖାଇ ଦେବେ ଯେ ତୁମ୍ଭେ ଦୋଷୀ ଅଟ।
28 ଜଣେ କେବଳ ଶରୀରରେ ଯିହୂଦୀ, କିନ୍ତୁ ପ୍ରକୃତରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କେବଳ ବାହାର ଶରୀରରେ ନୁହେଁ। 29 ଜଣେ ଲୋକ ଯଦି ପ୍ରକୃତରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟରେ ହିଁ କରା ଯାଇଥାଏ। ଏହା ଆତ୍ମା[d] ଦ୍ୱାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟରେ ଆତ୍ମା ଦ୍ୱାରା ସୁନ୍ନତ ହୋଇଥାଏ ସେ ପରମେଶ୍ୱରଙ୍କଠାରୁ ପ୍ରଶଂସା ପାଏ, ମଣିଷମାନଙ୍କଠାରୁ ନୁହେଁ।
3 ଅତଏବ ଯିହୂଦୀମାନଙ୍କଠାରେ କ’ଣ ଅଧିକ ଅଛି ଯାହା ଅନ୍ୟ ଲୋକମାନଙ୍କଠାରେ ନାହିଁ? ଅସୁନ୍ନତ ହେବାରେ କ’ଣ ବିଶେଷ ମୂଲ୍ୟ ଅଛି? 2 ହଁ ଯିହୂଦୀମାନଙ୍କଠାରେ ଅନେକ କିଛି ବିଶେଷ ବିଷୟ ଅଛି। ସବୁଠାରୁ ମହତ୍ତ୍ୱପୂର୍ଣ୍ଣ କଥା ଏହି ଯେ, ସେମାନଙ୍କୁ ସର୍ବପ୍ରଥମେ ପରମେଶ୍ୱର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ। 3 ଏହା ସତ୍ୟ ଯେ, କେତେକ ଯିହୂଦୀ ପରମେଶ୍ୱରଙ୍କର ବିଶ୍ୱସ୍ତ ନ ଥିଲେ। କିନ୍ତୁ ସେମାନଙ୍କ ଅବିଶ୍ୱସ୍ତତା କ’ଣ ପରମେଶ୍ୱରଙ୍କୁ ନିଜ ପ୍ରତିଜ୍ଞା ରଖିବାରେ ବାଧା ଦେବ? 4 କେବେ ନୁହେଁ। ଯଦି ପ୍ରତ୍ୟେକ ଲୋକ ଅସତ୍ ହୁଅନ୍ତି, ତେବେ ମଧ୍ୟ ପରମେଶ୍ୱର ସତ୍ୟ ହୋଇ ରହିବେ। ଶାସ୍ତ୍ରରେ ଲେଖା ଅଛି ଯେ:
“ତୁମ୍ଭେ ତୁମ୍ଭର କରୁଥିବା ବିଷୟ ଦ୍ୱାରା ଧାର୍ମିକ ବୋଲି ପ୍ରମାଣିତ ହେବ
ଓ ନ୍ୟାୟବିଗ୍ଭର ହେଲାବେଳେ ତୁମ୍ଭେ ବିଜୟଲାଭ କରିବ।”(C)
5 ଆମ୍ଭେ ଯେତେବେଳେ ଭୁଲ୍ କରୁ, ସେଥିରୁ ସ୍ପଷ୍ଟ ଭାବରେ ଜଣା ପଡ଼େ ଯେ ପରମେଶ୍ୱର ହେଉଛନ୍ତି ଠିକ୍। ସେଥିପାଇଁ ପରମେଶ୍ୱର ଯେତେବେଳେ ଆମ୍ଭକୁ ଦଣ୍ଡ ଦିଅନ୍ତି, କ’ଣ ଆମ୍ଭେ କହି ପାରିବା ଯେ, ସେ ଅନ୍ୟାୟୀ? ମୁଁ କେତେକ ଲୋକଙ୍କ ଭାବିବାର ଢଙ୍ଗ ବିଷୟରେ କହୁଛି। 6 ନା! ଯଦି ପରମେଶ୍ୱର ଆମ୍ଭକୁ ଦଣ୍ଡ ଦେଇ ପାରିବେ ନାହିଁ, ତା'ହେଲେ ସେ ସଂସାରର ବିଗ୍ଭର କରି ପାରିବେ ନାହିଁ।
7 ଜଣେ ଲୋକ କହିପାରେ, “ଯେତେବେଳେ ମୁଁ ମିଛ କହେ ତାହା ପ୍ରକୃତରେ ପରମେଶ୍ୱରଙ୍କୁ ଅଧିକତର ମହିମା ପ୍ରଦାନକରେ, କାରଣ ମୋ’ ମିଛ, ପରମେଶ୍ୱରଙ୍କ ସତ୍ୟକୁ ପ୍ରକାଶ କରେ।” ସେଥିପାଇଁ ମୋତେ ପାପୀ ବୋଲି କାହିଁକି ବିଗ୍ଭର କରାଗଲା? 8 ଏହି ସମାନ କଥା କହିବା ହେଲା, “ଆମ୍ଭେ ନିଶ୍ଚୟ ମନ୍ଦକାମ କରିବା, କାରଣ ତା’ ଦ୍ୱାରା ଭଲ ଆସିବ।” ଅନେକ ଲୋକ ଆମ୍ଭକୁ ସମାଲୋଚନା କରନ୍ତି ଓ ମିଛରେ କୁହନ୍ତି ଯେ ଆମ୍ଭେ ସେହି ଶିକ୍ଷା ଦେଉଛୁ। ଯେଉଁମାନେ ଏ ଭଳି କଥା କୁହନ୍ତି ସେମାନେ ଠିକ୍ ନୁହନ୍ତି ଓ ସେମାନଙ୍କୁ ଦଣ୍ଡ ଦେବା ଉଚିତ୍।
ସମସ୍ତେ ଦୋଷୀ
9 ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କ’ଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସେମାନେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ। 10 ଶାସ୍ତ୍ରରେ ଏହିପରି ଲେଖା ଅଛି,
“କେହିହେଲେ ଧାର୍ମିକ ନାହିଁ,
ଜଣେ ମଧ୍ୟ ନୁହେଁ!
11 ବୁଝିବା ଲୋକ ଜଣେ ମଧ୍ୟ ନାହିଁ,
ପରମେଶ୍ୱରଙ୍କୁ ପ୍ରକୃତରେ ଖୋଜୁଥିବା ଲୋକ ଜଣେ ନାହିଁ।
12 ସମସ୍ତେ ସତ୍ୟ ମାର୍ଗ ଭୁଲି ଯାଇଛନ୍ତି
ଓ ସମସ୍ତେ ମୂଲ୍ୟହୀନ ହୋଇ ଯାଇଛନ୍ତି।
ସେଠାରେ କେହି ନାହିଁ ଯିଏ ଭଲ କରେ।
ଏପରିକି ଜଣେ ମଧ୍ୟ ନୁହେଁ।”(D)
13 “ମଣିଷମାନଙ୍କର ମୁହଁ ଖୋଲା କବର ଭଳି ଅଟେ,
ସେମାନେ ମିଛ ପାଇଁ ତାଙ୍କ ଜିହ୍ୱାକୁ ବ୍ୟବହାର କରନ୍ତି।”(E)
“ସେମାନଙ୍କର କଥା ସର୍ପର ବିଷ ଭଳି ଅଟେ।”(F)
14 “ଅଭିଶାପ ଓ କଟୁତାରେ ସେମାନଙ୍କର କଥା ପୂର୍ଣ୍ଣ ହୋଇଥାଏ।”(G)
15 “ଲୋକେ ଅନ୍ୟକୁ ଆଘାତ ଓ ହତ୍ୟା କରିବା ପାଇଁ ସର୍ବଦା ପ୍ରସ୍ତୁତ
16 ସେମାନେ ବିନାଶ କରିବା ଓ କ୍ଳେଶ ଦେବା ପାଇଁ ସର୍ବତ୍ର ଯାଆନ୍ତି।
17 ଲୋକେ ଶାନ୍ତିର ମାର୍ଗ ଜାଣନ୍ତି ନାହିଁ।”(H)
18 “ସେମାନଙ୍କର ଆଖିରେ ପରମେଶ୍ୱରଙ୍କ ପ୍ରତି ଭୟ ବା ସମ୍ମାନ ଭାବ ନାହିଁ।”(I)
19 ବ୍ୟବସ୍ଥାରେ ଯେଉଁ କଥାଗୁଡ଼ିକ କୁହାଯାଇଛି, ତାହା ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ୟବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦେଖାଇବାରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ୱରଙ୍କ ନ୍ୟାୟବିଗ୍ଭରକୁ ଆଣେ। 20 ଏହାର କାରଣ ହେଲା, କୌଣସି ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ୟବସ୍ଥା କେବଳ ଆମ୍ଭର ପାପ ବିଷୟରେ ଆମ୍ଭକୁ ସାବଧାନ କରାଏ।
ପରମେଶ୍ୱର ମଣିଷମାନଙ୍କୁ ଧାର୍ମିକ କିପରି କରନ୍ତି?
21 କିନ୍ତୁ ବିନା ବ୍ୟବସ୍ଥାରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ୱରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସେହି ନୂତନ ପଥ ଦେଖାଇ ଦେଇଛନ୍ତି। ଏହି ନୂତନ ପଥ ବିଷୟରେ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତା ଆମ୍ଭକୁ କହୁଛନ୍ତି। 22 ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ। 23 ସମସ୍ତେ ପାପ କରିଛନ୍ତି ଓ ପରମେଶ୍ୱରଙ୍କ ମହିମା ପାଇବାରେ ଊଣା ପଡ଼ିଛନ୍ତି। 24 ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଲୋକେ ତାହାଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ୟର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପାପରୁ ମୁକ୍ତ ହୋଇ ଲୋକେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। 25 ଲୋକମାନଙ୍କୁ ବିଶ୍ୱାସ ଜରିଆରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ୟରେ ପରମେଶ୍ୱର ଯୀଶୁଙ୍କୁ ପଥ ଭାବରେ ଦେଇଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ୟୁ ଦ୍ୱାରା ପରମେଶ୍ୱର କ୍ଷମା କରନ୍ତି। ଯୀଶୁଙ୍କୁ ଦେବା ଦ୍ୱାରା ଏହା ପ୍ରମାଣିତ କରେ ଯେ ପରମେଶ୍ୱର ସର୍ବଦା ନ୍ୟାୟ କରନ୍ତି। 26 ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।
27 ତା'ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ୱାସର ମାର୍ଗ ଦ୍ୱାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରାଯାଇଛି। 28 ଏହାର କାରଣ ହେଲା ଜଣେ ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ ବରଂ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥାରେ ଆମ୍ଭେ ବିଶ୍ୱାସ କରୁ। 29 ପରମେଶ୍ୱର କେବଳ ଯିହୂଦୀମାନଙ୍କର ପରମେଶ୍ୱର ନୁହନ୍ତି। ଅଣଯିହୂଦୀମାନଙ୍କର ମଧ୍ୟ ସେ ପରମେଶ୍ୱର ଅଟନ୍ତି। 30 ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀମାନଙ୍କୁ ସେମାନଙ୍କ ବିଶ୍ୱାସ ଆଧାରରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ସେ ଧାର୍ମିକ କରିବେ। 31 ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।
2010 by World Bible Translation Center