Beginning
ଅନ୍ୟ ଲୋକଙ୍କୁ ସମାଲୋଚନା କର ନାହିଁ
14 ଯେଉଁ ଲୋକର ବିଶ୍ୱାସ ଦୁର୍ବଳ, ସେ ଲୋକକୁ ନିଜ ଦଳ ଭିତରେ ଗ୍ରହଣ କରିବା ପାଇଁ ମନା କର ନାହିଁ। ସେହି ଲୋକର ଭିନ୍ନ ମତ ପାଇଁ, ତା’ ସହିତ ଯୁକ୍ତିତର୍କ କର ନାହିଁ। 2 ଜଣେ ଲୋକ କୌଣସି ପ୍ରକାରର ଖାଦ୍ୟ ଖାଇ ପାରିବ ବୋଲି ବିଶ୍ୱାସ କରିପାରେ। କିନ୍ତୁ ଯଦି ଅନ୍ୟ ଜଣକର ବିଶ୍ୱାସ ଦୁର୍ବଳ, ସେ କେବଳ ଶାକାହାରୀ ଭୋଜନ ଖାଏ। 3 ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇପାରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସେହିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ୱର ତାହାକୁ ଗ୍ରହଣ କରିଛନ୍ତି। 4 ତୁମ୍ଭେ ଅନ୍ୟ ଲୋକର ଗ୍ଭକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କେବଳ ଜାଣିପାରେ ଯେ ଗ୍ଭକରଟି ଭଲ କି ମନ୍ଦ। ଏବଂ ପରମେଶ୍ୱରଙ୍କ ସେବକମାନେ ଯୋଗ୍ୟ, କାରଣ ପରମେଶ୍ୱର ସେମାନଙ୍କୁ ଯୋଗ୍ୟ ବିବେଚିତ କରିଛନ୍ତି।
5 ଜଣେ ଲୋକ ବିଶ୍ୱାସ କରିପାରେ ଯେ, ଗୋଟିଏ ଦିନ, ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶିଷ୍ଟ ଅଟେ। ସେହିପରି ଅନ୍ୟ ଜଣେ ଲୋକ ସମସ୍ତ ଦିନ ଗୁଡ଼ିକ ସମାନ ମହତ୍ତ୍ୱ ପ୍ରଦାନ କରିପାରେ। ପ୍ରତ୍ୟେକ ଲୋକ ନିଜର ବିଶ୍ୱାସ ନେଇ ମନରେ ନିଶ୍ଚିତ ହେବା ଉଚିତ୍। 6 ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶେଷ ମହତ୍ତ୍ୱ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଏ। ଯେଉଁ ଲୋକ କେତେକ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ, ଓ ତାହାଙ୍କୁ ଧନ୍ୟବାଦ ଜଣାଏ।
7 ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୃତ୍ୟୁବରଣ କରୁ। 8 ଆମ୍ଭେ ଜୀବିତ ରହିଲେ ପ୍ରଭୁଙ୍କ ପାଇଁ ଜୀବିତ ରହୁ ଓ ମୃତ୍ୟୁବରଣ କଲେ ମଧ୍ୟ ତାହାଙ୍କ ପାଇଁ ମୃତ୍ୟୁ ବରଣ କରୁ। ତା'ହେଲେ ଜୀବିତ ରହୁ ବା ମୃତ୍ୟୁ ବରଣ କରୁ, ଆମ୍ଭେ ପରମେଶ୍ୱରଙ୍କର ହିଁ ଅଟୁ। 9 ସେଥିପାଇଁ ଖ୍ରଷ୍ଟ ମୃତ୍ୟୁ ବରଣ କଲେ ଓ ମୃତ୍ୟୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁମାନେ ମରି ସାରିଛନ୍ତି ଓ ଯେଉଁମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହୋଇ ପାରିବେ।
10 ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ୟାୟବିଗ୍ଭର ପାଇଁ ପରମେଶ୍ୱରଙ୍କ ଆଗରେ ଠିଆ ହେବା, ଓ ସେ ଆମ୍ଭର ବିଗ୍ଭର କରିବେ। 11 ଶାସ୍ତ୍ରରେ ଲେଖା ଅଛି:
“ପ୍ରଭୁ କହିଛନ୍ତି: ପ୍ରତ୍ୟେକ ଲୋକ
ମୋ’ ଆଗରେ ଆଣ୍ଠୁ ମାଡ଼ି ବସିବ।
ପ୍ରତ୍ୟେକ ଲୋକ ମୋତେ ପରମେଶ୍ୱର ବୋଲି କହିବ।
ମୁଁ ଜୀବିତ ଥିବା ଯେପରି ସତ୍ୟ, ସେହିପରି ଏହା ଘଟିବ।”(A)
12 ଅତଏବ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କ ସାମନାରେ ନିଜ ଜୀବନର ହିସାବ ଦେବାକୁ ହେବ।
କୌଣସି ଲୋକର ପାପର କାରଣ ହୁଅ ନାହିଁ
13 ତା'ହେଲେ ଆମ୍ଭେ ଏକଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡ଼ିବେ ନାହିଁ। 14 ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।
15 ତାହାକୁ ସେ ଗ୍ରହଣ କରିବା ଅନୁଚିତ୍। ତୁମ୍ଭ ଖାଦ୍ୟ ଦ୍ୱାରା ତୁମ୍ଭେ ଯଦି ତୁମ୍ଭର ଭାଇର ବିଶ୍ୱାସକୁ ଆଘାତ ଦେଉଛ, ତା'ହେଲେ ତୁମ୍ଭେ ପ୍ରକୃତରେ ପ୍ରେମ ଦ୍ୱାରା ପରିଗ୍ଭଳିତ ବ୍ୟକ୍ତି ଭଳି ବ୍ୟବହାର କରୁ ନାହଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା'ର ବିଶ୍ୱାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ୟ ପ୍ରାଣତ୍ୟାଗ କରିଥିଲେ। 16 ତୁମ୍ଭ ଦ୍ୱାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ। 17 ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା। 18 ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।
19 ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ଯ୍ୟଗୁଡ଼ିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାଯ୍ୟ ପ୍ରଦାନ କରୁଥିବା କାର୍ଯ୍ୟମାନ କରିବା। 20 ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ। 21 ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ୱାରା, ପାପକର୍ମ କରିବାକୁ ବାଧ୍ୟ କରେ, ତା'ହେଲେ ତୁମ୍ଭେ ମାଂସ ନ ଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ୍ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।
22 ନିଜର ଏହିଭଳି ବିଶ୍ୱାସ ଗୁଡ଼ିକୁ ପରମେଶ୍ୱର ଓ ତୁମ୍ଭ ନିଜ ଭିତରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ୱାସ କରୁଥିବା କର୍ମମାନ କଲାବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସେହି ଲୋକ ବାସ୍ତବରେ ସୁଖୀ ଓ ଧନ୍ୟ। 23 କିନ୍ତୁ ଯଦି ଜଣେ, ସେ ଠିକ୍ କାମକରୁଛି ବୋଲି ନିଶ୍ଚିତ ଭାବରେ ନ ଜାଣି ଭୋଜନ କରେ, ତା'ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ୍ ନୁହେଁ ବୋଲି ଜାଣିପାରି ମଧ୍ୟ କୌଣସି କାମ କରେ, ତା'ହେଲେ ସେ ପାପ କରୁଛି।
15 ଆମ୍ଭେ ଆମ୍ଭର ବିଶ୍ୱାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାଯ୍ୟ କରିବା ଉଚିତ୍ ଏବଂ ସେମାନଙ୍କର ଦୁର୍ବଳତାରୁ ସେମାନଙ୍କୁ ଉଦ୍ଧାର କରିବା। ଆମ୍ଭେ କେବଳ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରିବା ଉଚିତ୍ ନୁହେଁ। 2 ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ସେମାନଙ୍କ ବିଶ୍ୱାସକୁ ବଳବାନ କରିବା ଓ ବଢ଼ାଇବା ଦୃଷ୍ଟିରୁ ଆମ୍ଭେ ସେମାନଙ୍କ ପାଇଁ କ’ଣ ଭଲ ତାହା ଭାବିବା ଉଚିତ୍। 3 ଖ୍ରୀଷ୍ଟ ମଧ୍ୟ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରି ନ ଥିଲେ। ତାହାଙ୍କ ବିଷୟରେ ଶାସ୍ତ୍ର କୁହେ: “ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସେମାନେ ମୋର ବି ଅପମାନ କରିଛନ୍ତି।”(B) 4 ଶାସ୍ତ୍ରରେ ଯେଉଁ କଥା ମାନ ଲେଖା ଅଛି, ସେଗୁଡ଼ିକ ଦ୍ୱାରା ଆମ୍ଭର ଧୈର୍ଯ୍ୟ ଓ ଶକ୍ତି ବଢ଼େ ଓ ଆମ୍ଭେ ଭରସା ଲାଭ କରୁ। 5 ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ। 6 ତା'ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ। 7 ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେମାନେ ପରସ୍ପରକୁ ଗ୍ରହଣ କର। 8 ଏହି କର୍ମ ପରମେଶ୍ୱରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ୱର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସେବକ ହେଲେ। 9 ଅଣଯିହୂଦୀ ଲୋକେ, ପରମେଶ୍ୱରଙ୍କ ଦ୍ୱାରା ପ୍ରଦତ୍ତ କରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ୟ ସେ ଏହା କଲେ। ଶାସ୍ତ୍ର କୁହେ:
“ସେଥିପାଇଁ ମୁଁ ଅଣଯିହୂଦୀ ଲୋକଙ୍କ ଭିତରେ ତୁମ୍ଭକୁ ଧନ୍ୟବାଦ ଜଣାଇବି,
ଓ ତୁମ୍ଭ ନାମର ମହିମା ଗାନ କରିବି।”(C)
10 ଶାସ୍ତ୍ର ଏ ଭଳି ମଧ୍ୟ କୁହେ,
“ତୁମ୍ଭେ ଅଣଯିହୂଦୀମାନେ, ପରମେଶ୍ୱରଙ୍କର ବଛା ହୋଇଥିବା ଲୋକଙ୍କ ସହିତ ପ୍ରସନ୍ନ ରହିବା ଉଚିତ୍।”(D)
11 ଶାସ୍ତ୍ର ଏ ଭଳି ମଧ୍ୟ କୁହେ,
“ତୁମ୍ଭେ ଅଣଯିହୂଦୀମାନେ ପ୍ରଭୁଙ୍କର ପ୍ରଶଂସା ଗାନ କର,
ସମସ୍ତ ଲୋକେ ମଧ୍ୟ ପ୍ରଭୁଙ୍କର ପ୍ରଶଂସା କରିବା ଉଚିତ୍।”(E)
12 ଯିଶାଇୟ ମଧ୍ୟ କୁହନ୍ତି,
“ଯିଶୟ[a]ଙ୍କ ବଂଶରୁ ଜଣେ ପ୍ରକାଶିତ ହେବ।
ସେହି ଲୋକ ଅଣଯିହୂଦୀମାନଙ୍କ ଉପରେ ଶାସନ କରିବେ,
ଓ ଅଣଯିହୂଦୀମାନେ ସେହି ଲୋକ ପାଇଁ ଭରସା ଲାଭ କରିବେ।”(F)
13 ମୁଁ ସମସ୍ତ ଭରସାର ସ୍ରୋତ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ୱାସ କାରଣରୁ ତୁମ୍ଭ ଜୀବନରେ ସମ୍ପୂର୍ଣ୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା'ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ରଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନରେ ଝରିବ।
ପାଉଲ ନିଜ କାର୍ଯ୍ୟ ବିଷୟରେ କହୁଛନ୍ତି
14 ମୋ’ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେମାନେ ଭଲ ଗୁଣରେ ପରିପୂର୍ଣ୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେମାନେ ପରସ୍ପରକୁ ଶିକ୍ଷା ଦେଇ ପାରିବ। 15 କିନ୍ତୁ ପୁନର୍ବାର ମନେ ପକାଇବା ପାଇଁ ମୁଁ ଖୋଲାଖୋଲି ଭାବେ କେତେକ ବିଷୟରେ ଲେଖିଥିଲି। ପରମେଶ୍ୱରଙ୍କଠାରୁ ବିଶେଷ ଅନୁଗ୍ରହଦାନ ପାଇଥିବାରୁ, ମୁଁ ଏପରି କଲି। 16 ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।
17 ମୁଁ ଗର୍ବ କରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ରହି ମୁଁ ପରମେଶ୍ୱରଙ୍କ ସେବା କରିଛି। 18 ମୁଁ ନିଜେ କରିଥିବା କାର୍ଯ୍ୟ ବିଷୟରେ କିଛି କହିବି ନାହିଁ। ମୁଁ କେବଳ ସେହି କଥା ଗୁଡ଼ିକ କହିବି, ଯାହା ଖ୍ରୀଷ୍ଟ ଯୀଶୁ ମୋ’ ଦ୍ୱାରା କରିଛନ୍ତି ଯଦ୍ଦ୍ୱାରା ଅଣଯିହୂଦୀମାନେ ପରମେଶ୍ୱରଙ୍କ ବାଧ୍ୟ ହେବେ। ସେମାନେ ମୋ’ କଥା ଓ କାର୍ଯ୍ୟ ପାଇଁ ପରମେଶ୍ୱରଙ୍କୁ ମାନିଛନ୍ତି। 19 ସେମାନେ ଆଶ୍ଚର୍ଯ୍ୟକର୍ମ ଓ ଅଦ୍ଦ୍ଭୂତ ଘଟଣା ମାଧ୍ୟମରେ ପବିତ୍ରଆତ୍ମାଙ୍କର ଶକ୍ତିରେ ପରମେଶ୍ୱରଙ୍କୁ ମାନିଛନ୍ତି। ମୁଁ ଯିରୁଶାଲମଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମୋର ସେହି କାର୍ଯ୍ୟ ସମାପ୍ତ କଲି। 20 ମୁଁ ସେହି ଜାଗାମାନଙ୍କରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠାରେ ଖ୍ରୀଷ୍ଟଙ୍କର ନାମ ମଧ୍ୟ ଲୋକମାନେ ଶୁଣି ନାହାନ୍ତି। ଏପରି କରିବା ଉଲେଖ୍ୟ ଯେ, ଅନ୍ୟ ଲୋକ ଦ୍ୱାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ଯ୍ୟକୁ ଯେପରି ମୁଁ ଆଉଥରେ ନ କରେ। 21 କିନ୍ତୁ ଶାସ୍ତ୍ରରେ ଏହିପରି ଲେଖା ହୋଇଛି:
“ଯେଉଁ ଲୋକମାନଙ୍କୁ ତାହାଙ୍କ ବିଷୟରେ କୁହାଯାଇ ନାହିଁ, ସେମାନେ ତାହାଙ୍କୁ ଦେଖିବେ
ଓ ଯେଉଁମାନେ ତାହାଙ୍କ ବିଷୟରେ ଶୁଣି ନାହାନ୍ତି, ସେମାନେ ବୁଝିବେ।”(G)
ପାଉଲଙ୍କର ରୋମ ଯିବା ଯୋଜନା
22 ସେଥିପାଇଁ ଅନେକ ଥର ମୋତେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଅଟକାଇ ଦିଆଯାଇଛି।
23 ଏବେ ଏହି ଅଞ୍ଚଳରେ ମୁଁ ମୋର କାର୍ଯ୍ୟ ସମାପ୍ତ କରି ସାରିଛି। ବିଗତ ଅନେକ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି। 24 ଅତଏବ ମୁଁ ଯେତେବେଳେ ସ୍ପେନକୁ ଯିବି, ସେତେବେଳେ ତୁମ୍ଭମାନଙ୍କୁ ଦେଖା କରିବି। ଆଶାକରେ ଯେ ସ୍ପେନକୁ ଯିବାବାଟରେ ମୁଁ ତୁମ୍ଭମାନଙ୍କୁ ଦେଖା କରିବି ସେଠାରେ ରହିବି ଓ ଆନନ୍ଦ ଉପଭୋଗ କରିବି। ତୁମ୍ଭେମାନେ ମୋତେ ମୋର ଯାତ୍ରାରେ ମଧ୍ୟ ସାହାଯ୍ୟ କରି ପାରିବ।
25 ପରମେଶ୍ୱରଙ୍କ ଲୋକଙ୍କ ସେବାରେ ଏବେ ମୁଁ ଯିରୁଶାଲମ ଯାଉଛି। 26 ଯିରୁଶାଲମଠାରେ ଥିବା ପରମେଶ୍ୱରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସେମାନେ ସେମାନଙ୍କର ସହାୟ ହୋଇପାରିବେ। 27 ସେମାନେ ଖୁସୀରେ ଏହା କରିଛନ୍ତି। ଏହା ସେମାନଙ୍କର କର୍ତ୍ତବ୍ୟ ମଧ୍ୟ ଅଟେ। କାରଣ ଯିହୂଦୀମାନଙ୍କର ଆତ୍ମିକ ଆଶୀର୍ବାଦର ଅଂଶ ଅଣଯିହୂଦୀମାନେ ପାଇଛନ୍ତି। ଅତଏବ ଯିହୂଦୀମାନଙ୍କର ଉନ୍ନତି ପାଇଁ ଅଣଯିହୂଦୀମାନେ ସେମାନଙ୍କର ଜାଗତିକ ଆଶୀର୍ବାଦକୁ ବ୍ୟବହାର କରିବା ଉଚିତ୍। 28 ଅତଏବ, ମୁଁ ଏହି ସେବାମୂଳକ କର୍ମ ଏକାଠି ଶେଷ କରିସାରିବା ପରେ ଏବଂ ଏହି ଧନକୁ ସୁରକ୍ଷିତ ଭାବରେ ଯିରୁଶାଲମର ଗରିବମାନଙ୍କୁ ଦେଲା ପରେ ତୁମ୍ଭମାନଙ୍କ ନଗର ବାଟ ଦେଇ ସ୍ପେନ ଯିବି।
ଗଲା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖା କରିବି ଓ ସେଠାରେ ରହିବି। 29 ମୁଁ ଜାଣେ ଯେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତେବେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ୍ଣ ଆଶୀର୍ବାଦ ନେଇ ଆସିବି।
30 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଅନୁରୋଧ କରେ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ମୋ’ ପାଇଁ ପ୍ରାର୍ଥନା କରିବା ଦ୍ୱାରା ମୋତେ ସାହାଯ୍ୟ କର। ତୁମ୍ଭେମାନେ ପ୍ରଭୁ ଯୀଶୁ ଓ ଆତ୍ମାର ପ୍ରେମ ଲାଭ କରୁଥିବା ଦୃଷ୍ଟିରୁ ଏପରି କର। 31 ପ୍ରାର୍ଥନା କର ଯେ, ମୁଁ ଯିହୂଦାଠାରେ ଅବିଶ୍ୱାସୀଲୋକମାନଙ୍କ କବଳରୁ ରକ୍ଷା ପାଇବି। ଏବଂ ଏଥିପାଇଁ ମଧ୍ୟ ପ୍ରାର୍ଥନା କରେ ଯେ, ଯିରୁଶାଲମଠାରେ ଯାହା ସାହାଯ୍ୟ ପହଞ୍ଚିବ ସେଥିରେ ପରମେଶ୍ୱରଙ୍କ ଲୋକେ ପ୍ରସନ୍ନ ହେବେ। 32 ତା'ପରେ ଯଦି ପରମେଶ୍ୱର ଇଚ୍ଛା କରନ୍ତି ତା'ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନେବି। 33 ଶାନ୍ତିଦାତା ପରମେଶ୍ୱର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ। ଆମେନ୍।
ପାଉଲଙ୍କ କେତେକ ଅନ୍ତିମ କଥା
16 ମୁଁ, ତୁମ୍ଭକୁ କେଙ୍କ୍ରେୟା ନଗରୀର ମଣ୍ତଳୀର ବିଶେଷ ସେବିକା, ଆମ୍ଭର ଧର୍ମ ଭଉଣୀ ଫୈବୀଙ୍କୁ ସୁପାରିଶ କରୁଛି। 2 ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କଠାରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସେଗୁଡ଼ିକ ଦ୍ୱାରା ତାହାଙ୍କୁ ସାହାଯ୍ୟ କର। ସେ ମୋତେ ଓ ଅନ୍ୟ ଅନେକ ଲୋକଙ୍କୁ ବହୁତ ସାହାଯ୍ୟ କରିଛନ୍ତି।
3 ପ୍ରୀସ୍କା ଓ ଆକ୍ୱିଲାଙ୍କୁ ମୋର ନମସ୍କାର। ସେମାନେ ଖ୍ରୀଷ୍ଟ ଯୀଶୁଙ୍କ କାମରେ ମୋର ସହକର୍ମୀ ଅଟନ୍ତି। 4 ସେମାନେ ମୋର ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦରେ ପକାଇ ଥିଲେ। ମୁଁ ସେମାନଙ୍କ ପ୍ରତି କୃତଜ୍ଞ। କେବଳ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ୟ ସେମାନଙ୍କ ପ୍ରତି କୃତଜ୍ଞ।
5 ତାଙ୍କ ଘରେ ହେଉଥିବା ମଣ୍ତଳୀକୁ ମଧ୍ୟ ନମସ୍କାର।
ମୋର ପ୍ରିୟ ବନ୍ଧୁ ଏପାଇନେତଙ୍କୁ ନମସ୍କାର। ସେ ସମଗ୍ର ଏସିଆ[b]ରେ ଖ୍ରୀଷ୍ଟଙ୍କୁ ଗ୍ରହଣ କରିବାରେ ପ୍ରଥମ ଲୋକ।
6 ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି।
7 ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର। ସେମାନେ ମୋର ଜ୍ଞାତି, ଓ ସେମାନେ ମୋ’ ସହିତ ବନ୍ଦୀ ହୋଇ କାରାଗାରରେ ଥିଲେ। ସେମାନେ ପରମେଶ୍ୱରଙ୍କ ଅତି ପ୍ରସିଦ୍ଧ କାର୍ଯ୍ୟକର୍ତ୍ତା[c] ଓ ମୋ'ଠାରୁ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଥିଲେ।
8 ପ୍ରଭୁଙ୍କଠାରେ ସ୍ଥିତ ମୋର ପ୍ରିୟ ମିତ୍ର ଆମ୍ପ୍ଲିୟାତାଙ୍କୁ ନମସ୍କାର। 9 ଖ୍ରୀଷ୍ଟଙ୍କ ସେବା ବିଷୟରେ ଆମ୍ଭର ସହକର୍ମୀ ଉର୍ବାଣ ଓ ମୋର ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମୋର ନମସ୍କାର। 10 ଆପେଲ୍ଲାଙ୍କୁ ମୋର ନମସ୍କାର, ଯିଏ ଖ୍ରୀଷ୍ଟଙ୍କ ସେବାରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମୋର ନମସ୍କାର। 11 ମୋର ଜ୍ଞାତି ହେରୋଦିୟୋନଙ୍କୁ ମୋର ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁମାନେ ପ୍ରଭୁଙ୍କର ଅଟନ୍ତି। 12 ପ୍ରଭୁଙ୍କର ପରିଶ୍ରମୀ କାର୍ଯ୍ୟକର୍ତ୍ତା କ୍ରୁଫେଣା ଓ କୁଫୋସାଙ୍କୁ ନମସ୍କାର। ମୋର ପ୍ରିୟ ପ୍ରଭୁଙ୍କ ସେବାରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।
13 ପ୍ରଭୁଙ୍କର ବିଶିଷ୍ଟ ସେବକ ରୂପେ ଓ ତାହାଙ୍କର ମାଙ୍କୁ ଯେ ମୋର ମାତା ଭଳି ତାହାଙ୍କୁ ମୋର ନମସ୍କାର।
14 ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା ଓ ହର୍ମାସ୍, ଏବଂ ସେମାନଙ୍କ ଭାଇମାନଙ୍କୁ ଯେଉଁମାନେ ସେମାନଙ୍କ ସହ ଅଛନ୍ତି ନମସ୍କାର।
15 ଫିଲଲଗ, ଯୁଲିୟା, ନୀରୂସ୍ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସେମାନଙ୍କ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।
16 ତୁମ୍ଭେମାନେ ସମସ୍ତେ ପବିତ୍ର ଚୁମ୍ବନ ଦେଇ ଏକଆରେକକୁ ଅଭିବାଦନ ଜଣାଅ।
ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ୱାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।
17 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ କହିବାକୁ ଇଚ୍ଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତରେ ଦଳଭେଦ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସେମାନଙ୍କଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ୱାସକୁ ଭାଙ୍ଗିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧରେ ଥା’ନ୍ତି। 18 ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସେବା ନ କରି କେବଳ ନିଜ ସୁଖରେ ମାତି ଥା’ନ୍ତି। ସେମାନେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁମାନେ ମନ୍ଦ ବିଷୟରେ ଜାଣି ନାହାନ୍ତି, ସେମାନଙ୍କୁ ଭୁଲାନ୍ତି। 19 ତୁମ୍ଭେମାନେ ବାଧ୍ୟ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସୀ। କିନ୍ତୁ ମୁଁ ଇଚ୍ଛାକରେ ଯେ ତୁମ୍ଭେମାନେ ଭଲ ପାଇଁ ବୁଦ୍ଧିମାନ ହୋଇ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।
20 ଶାନ୍ତିର ସ୍ରୋତ ପରମେଶ୍ୱର ଶୀଘ୍ର ଶୟତାନକୁ ହରାଇବେ ଓ ତା’ ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ।
ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।
21 ମୋର ସହକାରୀ ତୀମଥି ଓ ମୋର ସ୍ୱଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
22 ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ[d] ଅଟେ। ମୁଁ ମଧ୍ୟ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମରେ ନମସ୍କାର କରୁଅଛି।
23 ମୋତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ୟ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରଣାମ ଜଣାଉଛନ୍ତି। ଏରାଷ୍ଟ ନାମକ, ଏହି ନଗରର କୋଷାଧ୍ୟକ୍ଷ ଓ କ୍ୱାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। 24 [e]
25 ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା। 26 ପରମେଶ୍ୱର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦେଇଛନ୍ତି। ଏହି ଗୁପ୍ତ ସତ୍ୟ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ୟଦ୍ବକ୍ତାମାନଙ୍କର ଲେଖା ଦ୍ୱାରା ତାହା ପ୍ରକାଶିତ ହେଲା। ଏହା ଦ୍ୱାରା ସମସ୍ତ ଲୋକମାନଙ୍କର ପରମେଶ୍ୱରଙ୍କ ପାଇଁ ବିଶ୍ୱାସ ଓ ଆଜ୍ଞାକାରିତା ବଢ଼ି ପାରିବ। 27 ଯୀଶୁ ଖ୍ରୀଷ୍ଟଙ୍କ ଜରିଆରେ ଏକ ମାତ୍ର ଜ୍ଞାନବାନ ପରମେଶ୍ୱରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ୟାପ୍ତ ରହୁ। ଆମେନ୍।
2010 by World Bible Translation Center