Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9-11

ଅଧିକାର ଯାହା ପାଉଲ ବ୍ୟବହାର କଲେ ନାହିଁ

ମୁଁ ଜଣେ ସ୍ୱାଧୀନ ବ୍ୟକ୍ତି। ମୁଁ ଜଣେ ପ୍ରେରିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମୋ’ କାର୍ଯ୍ୟର ଫଳ ସ୍ୱରୂପ ତୁମ୍ଭେମାନେ ପରିବର୍ତ୍ତିତ ହୋଇଛ। ଅନ୍ୟମାନେ ମୋତେ ପ୍ରେରିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭେମାନେ ମୋତେ ପ୍ରେରିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ରେରିତ, ତୁମ୍ଭେମାନେ ଏଥିର ପ୍ରମାଣ ଅଟ।

କେତେକ ମୋର ବିଗ୍ଭର କରିବାକୁ ଇଚ୍ଛା କରନ୍ତି। ସେମାନଙ୍କ ପାଇଁ ମୋର ଉତ୍ତର ଏହି ଯେ, ଆମ୍ଭର ଖାଇବା ଓ ପିଇବା ପାଇଁ କ’ଣ ଅଧିକାର ନାହିଁ? ଜଣେ ବିଶ୍ୱାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗରେ ନେଇ ଯିବା ପାଇଁ କ’ଣ ଆମ୍ଭର ଅଧିକାର ନାହିଁ? ଅନ୍ୟ ପ୍ରେରିତମାନେ, ପ୍ରଭୁଙ୍କର ଭାଇମାନେ ଓ କେଫାତ ଏପରି କରୁଛନ୍ତି। ଆଉ କେବଳ ବର୍ଣ୍ଣ‌ବ୍‌‌‌‌ବା ଓ ମୁଁ ନିଜ ନିଜର ଜୀବିକା ପାଇଁ କାମ କରୁଥିବୁ? ସେନାବାହିନୀରେ କୌଣସି ସୈନିକ କ’ଣ ନିଜ ଖର୍ଚ୍ଚରେ ଯୁଦ୍ଧ କରେ? କୌଣସି ଲୋକ କ’ଣ ଅଙ୍ଗୁର ବଗିଗ୍ଭ ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମେଷପାଳନ କରି ନିଜ ପାଇଁ ମେଷଦୁଧ ନିଏ ନାହିଁ?

ଏହି କଥାଗୁଡ଼ିକ କେତେକ ମନୁଷ୍ୟର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ୱରଙ୍କ ବ୍ୟବସ୍ଥା ମଧ୍ୟ ସେହି କଥା କୁହେ। ମୋଶାଙ୍କ ବ୍ୟବସ୍ଥାରେ ଲେଖା ଅଛି: “ଖଳାରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ।”(A) ପରମେଶ୍ୱର ଏହା କ’ଣ କେବଳ ବଳଦଙ୍କ ବିଷୟରେ କହିଲେ? ନା। 10 ଏହା ନିଶ୍ଚିତ ଯେ ଆମ୍ଭ ବିଷୟରେ ମଧ୍ୟ ଲେଖାଯାଇଛି। କାରଣ ହଳ କରୁଥିବା ଓ ଶସ୍ୟ ପାଛୁଡ଼ୁ ଥିବା ଲୋକ, ଉଭୟ ପରିଶ୍ରମ କରିଥିବା ହେତୁ, ପାଇବେ ବୋଲି ଆଶା କରିଥା’ନ୍ତି। 11 ତୁମ୍ଭମାନଙ୍କ ମଧ୍ୟରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ’ଣ ଆମ୍ଭର ଅଧିକାର ନାହିଁ? ଏହା ଆମ୍ଭର ପ୍ରାପ୍ୟ। 12 ଯଦି ଅନ୍ୟମାନଙ୍କର ତୁମ୍ଭଠାରେ ଏହି ଦାବୀ ଅଛି, ତେବେ ଆମ୍ଭର କ’ଣ ଏଥିରେ ଅଧିକ ଦାବୀ ନାହିଁ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରୟୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଗ୍ଭର କାର୍ଯ୍ୟ କାଳେ ବାଧାପ୍ରାପ୍ତ ହେବ, ଏଥିପାଇଁ ଆମ୍ଭେ ସହ୍ୟ କରିଅଛୁ। 13 ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସେବକ ସେମାନେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବେଦୀର ସେବାରେ ନିଯୁକ୍ତ ସେମାନେ ବେଦୀକୁ ଅଣାଯାଇଥିବା ନୈବେଦ୍ୟରୁ କିଛି ଭାଗ ପାଆନ୍ତି। 14 ସେହି ପ୍ରକାର ପ୍ରଭୁ ଆଜ୍ଞା ଦେଇଛନ୍ତି। ଯେ ସୁସମାଗ୍ଭର ଗ୍ରହଣ କରୁଥିବା ଲୋକମାନେ ସୁସମାଗ୍ଭର ପ୍ରଗ୍ଭରକମାନଙ୍କର ପ୍ରତି ପୋଷଣର ଦାୟିତ୍ୱ ନେବେ।

15 କିନ୍ତୁ ମୁଁ ଉକ୍ତ ଅଧିକାରଗୁଡ଼ିକରୁ ଗୋଟିଏ ମଧ୍ୟ କେବେ ହେଲେ ପ୍ରୟୋଗ କରି ନାହିଁ। ମୁଁ ମଧ୍ୟ କିଛି ପାଇବା ପାଇଁ ଚେଷ୍ଟା କରି ନାହିଁ। ଏହି ଉଦ୍ଦେଶ୍ୟରେ ମୁଁ ଏହା ଲେଖି ନାହିଁ। କେହି ମୋହର ଏହି ଗର୍ବର ଅଧିକାର ମୋ'ଠାରୁ ଛଡ଼ାଇ ନେଇଗଲେ ବରଂ ମୋର ମରିଯିବା ଭଲ। 16 ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ମୋର ଗର୍ବ କରିବା କିଛି ନାହିଁ। ଏହା ମୋହର କର୍ତ୍ତବ୍ୟ। ମୁଁ ଯଦି ସୁସମାଗ୍ଭର ପ୍ରଗ୍ଭର ନ କରିବି, ତେବେ ମୋ’ ଜୀବନ ଧିକ୍। 17 ତା'ପରେ ମଧ୍ୟ ଯଦି ମୁଁ ସ୍ୱେଚ୍ଛାରେ ସୁସମାଗ୍ଭର ପ୍ରଗ୍ଭର କରୁଛି, ତେବେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ୟ। କିନ୍ତୁ ତାହା ତ ନୁହେଁ। ସୁସମାଗ୍ଭର ପ୍ରଗ୍ଭର ପାଇଁ ମୁଁ ବାଧ୍ୟ। ପ୍ରଭୁ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, କେବଳ ତାହା ମୁଁ ସମ୍ପାଦନ କରୁଛି। 18 ତା'ହେଲେ ମୋର ପୁରସ୍କାର କ’ଣ? ମୋର ପୁରସ୍କାର ଏହା ଯେ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୁଁ ମୁକ୍ତ ଭାବରେ ସୁସମାଗ୍ଭରକୁ ଦେଇ ପାରିବି? ଏହିପରି ସୁସମାଗ୍ଭର ପ୍ରଗ୍ଭର ପାଇଁ ଯେଉଁ ପ୍ରାପ୍ୟ ମୋର ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।

19 ମୁଁ ସ୍ୱାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ଯଦ୍ଦ୍ୱାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି। 20 ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ଯିହୂଦୀ ଲୋକମାନଙ୍କ ଭଳି ହେଲି। ମୁଁ ନିଜେ ବ୍ୟବସ୍ଥାର ଅଧୀନ ନ ହେଲେ ମଧ୍ୟ ଯେପରି ବ୍ୟବସ୍ଥାଧୀନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥାଧୀନ ଲୋକଙ୍କ ଭଳି ହେଲି। 21 ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ୟବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପାରେ, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥା ବିହୀନ ଲୋକପରି ହେଲି। 22 ଯେଉଁମାନେ ଦୁର୍ବଳ ସେହି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ୟ ଦୂର୍ବଳ ହେଲି। ଯେହେତୁ ଯେଉଁ ଉପାୟରେ ହେଉ ପଛେ ମୁଁ ଯେପରି ଅନେକ ଲୋକଙ୍କୁ ଉଦ୍ଧାର କରି ପାରିବି ସେଥିପାଇଁ ପ୍ରତ୍ୟେକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସେହି ପ୍ରକାରର ହେଲି। 23 ଏହା ସବୁ ମୁଁ ସୁସମାଗ୍ଭର ପାଇଁ କରୁଛି, ସୁସମାଗ୍ଭର ଆଶୀର୍ବାଦରେ ମୋର ମଧ୍ୟ କିଛି ଅଂଶ ରହିବ।

24 ତୁମ୍ଭେମାନେ ଜାଣ ଯେ, ଦୌଡ଼ ପ୍ରତିଯୋଗିତାରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭେମାନେ ଯେପରି ଜିତିବ, ସେପ୍ରକାର ଦୌଡ଼। 25 ଖେଳରେ ପ୍ରତ୍ୟେକ ପ୍ରତି ଯୋଗୀକୁ କଠୋର ପ୍ରଶିକ୍ଷଣ ନେବାକୁ ହୁଏ। ସେମାନେ ମୁକୁଟ ପାଇବା ପାଇଁ ଏହା କରନ୍ତି। ଏହି ମୁକୁଟ ଏକ ଜାଗତିକ ଓ କ୍ଷଣକାଳସ୍ଥାୟୀ ବିଷୟ। କିନ୍ତୁ ଆମ୍ଭେ ଅକ୍ଷୟ ମୁକୁଟ ପାଇବା ପାଇଁ ଏପରି କରୁ। 26 ସେଥିପାଇଁ ମୁଁ ଏକ ଲକ୍ଷ୍ୟରେ ଲକ୍ଷ୍ୟସ୍ଥଳକୁ ଦୌଡ଼ୁଅଛି। ମୁଁ ମୁଷ୍ଟି ଯୁଦ୍ଧ କଲାପରି ଯୁଦ୍ଧ କରୁଛି, ବାୟୁ ସଙ୍ଗେ ଯୁଦ୍ଧ କରୁ ନାହିଁ। 27 ମୁଁ ମୋର ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମୋର କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଗ୍ଭର ପ୍ରଗ୍ଭର କରିବା ପରେ ନିଜେ ଯେପରି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦେଲା ପରେ ଯେପରି ମୁଁ ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ, ସେଥିପାଇଁ ମୁଁ ମୋ’ ଶରୀରକୁ ବଶରେ ରଖୁଅଛି।

ଯିହୂଦୀମାନଙ୍କ ଭଳି ହୁଅ ନାହିଁ

10 ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ। ସେମାନେ ମେଘ ଓ ସମୁଦ୍ରରେ ମୋଶାଙ୍କ ଅନୁଗାମୀ ଭାବେ ଡୁବିତ ହୋଇଥିଲେ। ସେମାନେ ଏକମାତ୍ର ଆଧ୍ୟାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ। ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସେମାନେ ସେହି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସେହି ପଥର ଖ୍ରୀଷ୍ଟ ଥିଲେ। କିନ୍ତୁ ସେମାନଙ୍କ ଭିତରୁ ଅଧିକଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ନ ଥିଲେ। ସେଥିପାଇଁ ସେମାନେ ମରୁ ପ୍ରାନ୍ତରରେ ମରିଗଲେ।

ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ୱରୂପ ଅଛି, ଅତଏବ ଆମ୍ଭେ ସେମାନଙ୍କ ଭଳି ମନ୍ଦ କାର୍ଯ୍ୟ କରିବା ପାଇଁ ଇଚ୍ଛା କରିବା ନାହିଁ। ସେମାନଙ୍କ ଭିତରେ କେତେକଙ୍କ ଭଳି ମୂର୍ତ୍ତିପୂଜା କର ନାହିଁ। ଶାସ୍ତ୍ର କୁହେ: “ଲୋକେ ଖାଇବା ଓ ପିଇବା ପାଇଁ ବସିଲେ ଓ ନାଚିବା ପାଇଁ ଉଠିଲେ।”(B) ସେମାନଙ୍କ ଭିତରୁ ଯେପରି କେତେକ ଯୌନଗତ ପାପ କଲେ, ଆମ୍ଭେ ସେଭଳି କେବେ କରିବା ନାହିଁ। ସେମାନେ ପାପ କରିଥିବା ହେତୁରୁ ସେମାନଙ୍କ ଭିତରୁ 23,000 ଲୋକ ଗୋଟିଏ ଦିନରେ ମରିଗଲେ। ସେମାନଙ୍କ ଭଳି ଆମ୍ଭେ ଖ୍ରୀଷ୍ଟଙ୍କୁ ପରୀକ୍ଷା କରିବା ଉଚିତ୍ ନୁହେଁ। ପ୍ରଭୁଙ୍କୁ କରିଥିବାରୁ ସେମାନେ ସାପ କାମୁଡ଼ାରେ ମଲେ। 10 ସେମାନଙ୍କ ଭିତରୁ କେତେକଙ୍କ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ୱର୍ଗଦୂତ) ଙ୍କ ହାତରେ ମଲେ।

11 ସେମାନଙ୍କ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ୱରୂପ। ସମସ୍ତ ପ୍ରାଚୀନ ଇତିହାସରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚେତନା ଦେବା ଉଦ୍ଦେଶ୍ୟରେ ଲେଖା ଯାଇଛି। 12 ଅତଏବ, ଯେଉଁ ଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହୋଇଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ। 13 କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।

14 ତା'ହେଲେ ତୁମ୍ଭେମାନେ ସମସ୍ତ କିଛି ସହି ପାରିବ। ମୋର ପ୍ରିୟ ବନ୍ଧୁଗଣ! ଶେଷରେ ମୁଁ କହୁଛି ଯେ, ମୂର୍ତ୍ତି ପୂଜାରୁ ଦୂରରେ ରୁହ। 15 ତୁମ୍ଭେମାନେ ବୁଦ୍ଧିମାନ, ତେଣୁ ମୁଁ ଏହା କହୁଛି। ମୁଁ ଯାହା କହୁଛି, ତୁମ୍ଭେମାନେ ନିଜେ ପରୀକ୍ଷା କରି ଦେଖ। 16 ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ୟବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀରରେ ଅଂଶ ନୁହେଁ କି? 17 କେବଳ ଗୋଟିଏ ରୋଟୀ ମାତ୍ର ଆମ୍ଭେମାନେ ଅନେକ ଲୋକ। କିନ୍ତୁ ଆମ୍ଭେ ସମସ୍ତେ ସେହି ଗୋଟିଏ ରୋଟୀକୁ ଭାଗ ଭାଗ କରି ଖାଉ। ସେଥିପାଇଁ ଆମ୍ଭେ ପ୍ରକୃତରେ ଗୋଟିଏ ଶରୀର।

18 ଇସ୍ରାଏଲ ଲୋକମାନଙ୍କ କଥା ଭାବ। ସେମାନେ ବଳି ପ୍ରାପ୍ତ ପଶୁ ମାଂସ ଭୋଜନ କରି କ’ଣ ବେଦୀର ଅଂଶୀଦାର ନୁହନ୍ତି? 19 ମୁଁ କହୁ ନାହିଁ ଯେ ମୂର୍ତ୍ତି ବା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଖାଦ୍ୟର ଗୁରୁତ୍ୱ ଅଛି। ଏବଂ ମୁଁ ଏହା ମଧ୍ୟ କହୁ ନାହିଁ ମୂର୍ତ୍ତିଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ। 20 କିନ୍ତୁ ମୋ’ କହିବା କଥା ଯେ, ତୁମ୍ଭେମାନେ ଭୂତମାନଙ୍କ ସହିତ କୌଣସି କାର୍ଯ୍ୟରେ ଅଂଶ ଗ୍ରହଣ ନ କର। କିନ୍ତୁ ମୁଁ କୁହେ ଯାହା ମୂର୍ତ୍ତିଗୁଡ଼ିକୁ ବଳି ରୂପେ ଉତ୍ସର୍ଗ କରାଯାଇଥାଏ ତାହା ଶୟତାନକୁ ଉତ୍ସର୍ଗ କରାଯାଇଥାଏ, ପରମେଶ୍ୱରଙ୍କରୁ ନୁହେଁ। ଏବଂ ମୁଁ ଗ୍ଭହେଁ ତୁମ୍ଭେମାନେ ଶୟତାନ ସହିତ ଅଂଶୀଦାର ହୁଅ ନାହିଁ। 21 ତୁମ୍ଭେମାନେ ପ୍ରଭୁଙ୍କ ପିଆଲାରୁ[a] ଓ ଶୟତାନର ପିଆଲାରୁ ମଧ୍ୟ ପିଇ ପାରିବ ନାହିଁ। ସେହିପରି ପ୍ରଭୁଙ୍କ ମେଜ ଓ ଶୟତାନର ମେଜ ଉଭୟର ଅଂଶୀଦାର ହୋଇ ବସି ପାରିବ ନାହିଁ। 22 ଆମ୍ଭେ କ’ଣ ପ୍ରଭୁଙ୍କୁ ବିରକ୍ତ କରିବାକୁ ଇଚ୍ଛା କରୁ? ଆମ୍ଭେ କ’ଣ ତାହାଙ୍କଠାରୁ ଅଧିକ ବଳବାନ? ନା!

ପ୍ରଭୁଙ୍କର ଗୌରବ ପାଇଁ ନିଜ ସ୍ୱାଧୀନତାର ବ୍ୟବହାର କର

23 “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ ସବୁ ବିଷୟ ଭଲ ନୁହେଁ। “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ କେତେକ ବିଷୟ ଅନ୍ୟମାନଙ୍କ ବିଶ୍ୱାସକୁ ଦୃଢ଼ କରିବାରେ ସାହାଯ୍ୟ କରେ ନାହିଁ। 24 କୌଣସି ଲୋକ କେବଳ ନିଜର ସ୍ୱାର୍ଥ ପାଇଁ ଚିନ୍ତିତ ହେବା ଉଚିତ୍ ନୁହେଁ, ବରଂ ସେ ଅନ୍ୟମାନଙ୍କର ମଙ୍ଗଳ ଚିନ୍ତା କରିବା ଉଚିତ୍।

25 ବଜାରରେ ଯାହା ବିକ୍ରି ହେଉଛି ସେସବୁ ମାଂସ ତୁମ୍ଭେ ଖାଇପାର। ନିଜ ବିବେକ ସକାଶେ ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ସେ ବିଷୟରେ କୌଣସି ପ୍ରଶ୍ନ ପଗ୍ଭର ନାହିଁ। 26 ତୁମ୍ଭେ ଖାଇପାର କାରଣ “ପୃଥିବୀ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବିଷୟ ପ୍ରଭୁଙ୍କର ଅଟେ।”(C)

27 ଜଣେ ଅବିଶ୍ୱାସୀ ଲୋକ ତୁମ୍ଭମାନଙ୍କୁ ଭୋଜନ ପାଇଁ ଡାକିପାରେ। ଯଦି ତୁମ୍ଭେମାନେ ଯିବାକୁ ସ୍ଥିର କଲ, ଯାହା ତୁମ୍ଭମାନଙ୍କ ଆଗରେ ଥୁଆ ହୋଇଛି, ତାହା ଖାଅ। 28 ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା'ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି। 29 ତୁମ୍ଭେମାନେ ଏହାକୁ ଭୁଲ୍ ବିବେଚନା କର ବୋଲି ମୁଁ ତୁମ୍ଭମାନଙ୍କୁ କହୁ ନାହିଁ କିନ୍ତୁ ଅନ୍ୟ ଲୋକ ଏହାକୁ ବିବେଚନା କରୁ ଥିବାରୁ ମୁଁ ଏହାକୁ ଖାଇବି ନାହିଁ। ଅନ୍ୟର ମନୋଭାବ ହେତୁ ମୋ’ ନିଜର ସ୍ୱାଧୀନତାରେ ଆଞ୍ଚ ଆଣିବାକୁ ଇଚ୍ଛା କରୁ ନାହିଁ। 30 କାରଣ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସାରି ଭୋଜନ କରିଥିବା ଯୋଗୁଁ ମୁଁ ସମାଲୋଚିତ ହେବା ଅନୁଚିତ୍।

31 ଅତଏବ, ଯେତେବେଳେ ତୁମ୍ଭେମାନେ ଖାଅ, ପିଅ ବା ଅନ୍ୟ ଯାହାକିଛି କର, ପରମେଶ୍ୱରଙ୍କ ମହିମା ପାଇଁ କରିବା ଉଚିତ୍। 32 ଏଭଳି କୌଣସି କାମ କର ନାହିଁ, ଯାହାଦ୍ୱାରା ଯିହୂଦୀ ବା ଅଣଯିହୂଦୀ ଲୋକେ ବା ପରମେଶ୍ୱରଙ୍କ ମଣ୍ଡଳୀ ବାଧା ପାଇବେ। 33 ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରତ୍ୟେକଙ୍କୁ ସମସ୍ତ କାର୍ଯ୍ୟରେ ସନ୍ତୁଷ୍ଟ କରିବାକୁ ଗ୍ଭହେଁ। ମୁଁ ଅନେକଙ୍କର ମଙ୍ଗଳ ଚିନ୍ତାକରେ ଯଦ୍ଦ୍ୱାରା ସେମାନେ ପରିତ୍ରାଣ ପାଇ ପାରିବେ।

11 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁସରଣ କରୁଛି, ତୁମ୍ଭେମାନେ ସେହିପରି ଅନୁସରଣ କର।

ଅଧୀନରେ ରହିବା

ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭେମାନେ ମୋତେ ସମସ୍ତ ବିଷୟରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦେଇଥିଲି ସେ ଗୁଡ଼ିକୁ ସ୍ମରଣରେ ରଖି ପାଳନ କରୁଛ। ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ: ପ୍ରତ୍ୟେକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ୱର।

ଯେକୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍‌‌ବାଣୀ କହେ, ସେ ନିଜ ମସ୍ତକର ଅପମାନ କରେ। ପ୍ରତ୍ୟେକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ୟଦ୍‌‌ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍‌‌ବାଣୀ କହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସେହି ସ୍ତ୍ରୀଲୋକର ମୁଣ୍ଡରେ ବାଳ ନ ଥିବା ସମାନ। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା'ହେଲେ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।

କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ ଅଟେ। ପୁରୁଷ ସ୍ତ୍ରୀଠାରୁ ଆସି ନାହିଁ। ସ୍ତ୍ରୀ ପୁରୁଷଠାରୁ ଆସିଛି। ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହୋଇ ନ ଥିଲା; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହୋଇଥିଲା। 10 ଜଣେ ସ୍ତ୍ରୀ ଅଧୀନତାର ଚିହ୍ନ ସ୍ୱରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ୱର୍ଗଦୂତମାନଙ୍କ ଲାଗି ମଧ୍ୟ ସେ ଏହା କରିବା ଉଚିତ୍।

11 କିନ୍ତୁ ପ୍ରଭୁଙ୍କ ଦୃଷ୍ଟିରେ, ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ, ଓ ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ। 12 କାରଣ, ଯେପରି ପୁରୁଷଠାରୁ ସ୍ତ୍ରୀ ଆସିଛି, ସେହିପରି ସ୍ତ୍ରୀଠାରୁ ପୁରୁଷ ଜନ୍ମ ଗ୍ରହଣ କରିଛି। ପ୍ରକୃତରେ ପ୍ରତ୍ୟେକ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି।

13 ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ୱରଙ୍କୁ ପ୍ରାର୍ଥନା କରିବା କ’ଣ ଉଚିତ୍ କି? ଏହା ତୁମ୍ଭେମାନେ ନିଜେ ନିର୍ଣ୍ଣୟ କର। 14 ପ୍ରକୃତି କ’ଣ ତୁମ୍ଭକୁ ଶିକ୍ଷା ଦେଇ ନାହିଁ ଯେ, କୌଣସି ପୁରୁଷ ବଡ଼ ବଡ଼ ବାଳ ରଖିବ ଲଜ୍ଜାଜନକ କଥା? 15 କିନ୍ତୁ ଯଦି ଜଣେ ସ୍ତ୍ରୀର ଲମ୍ବା ବାଳ ଅଛି, ଏହା ତା’ ପାଇଁ ଗୌରବର ବିଷୟ। ମସ୍ତକ ଆଚ୍ଛାଦନ କରିବା ପାଇଁ ସ୍ତ୍ରୀକୁ ଦୀର୍ଘ କେଶ ପ୍ରଦାନ କରାଯାଇଛି। 16 ଯଦି କିଏ ଏହି ବିଷୟରେ ଯୁକ୍ତିତର୍କ କରିବା ପାଇଁ ଇଚ୍ଛା କରେ, ତେବେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ଯ୍ୟକଳାପଠାରୁ ଆମ୍ଭେ ବା ପରମେଶ୍ୱରଙ୍କ ମଣ୍ଡଳୀ ସ୍ୱୀକୃତ ଦେବ ନାହିଁ।

ପ୍ରଭୁଭୋଜ

17 ବର୍ତ୍ତମାନ ମୁଁ ଯେଉଁ ବିଷୟରେ ତୁମ୍ଭମାନଙ୍କୁ କହୁଛି, ସେଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ। ତୁମ୍ଭମାନଙ୍କର ସମବେତ ସଭାଗୁଡ଼ିକ ତୁମ୍ଭମାନଙ୍କ ମଙ୍ଗଳ କରିବା ପରିବର୍ତ୍ତେ କ୍ଷତିକାରକ ହେଉଛି। 18 ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭେମାନେ ମଣ୍ଡଳୀ ସଭାରେ ସମବେତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟେ। 19 କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ।

20 ଅତଏବ, ତୁମ୍ଭେମାନେ ଯେତେବେଳେ ମଣ୍ଡଳୀରେ ସମବେତ ହୁଅ, ତୁମ୍ଭେମାନେ ପ୍ରକୃତରେ ପ୍ରଭୁଭୋଜ[b] ପାଳନ କରି ନ ଥାଅ। 21 କାରଣ ତୁମ୍ଭେମାନେ ଖାଇଲା ବେଳେ ଅନ୍ୟମାନଙ୍କ ପାଇଁ ଅପେକ୍ଷା ନ କରି ନିଜ ନିଜର ଭୋଜ ଖାଅ। ଫଳତଃ, କେହି କେହି ଯଥେଷ୍ଟ ଖାଇବା ଓ ପିଇବାକୁ ପାଆନ୍ତି ନାହିଁ, ଅପରପକ୍ଷରେ ଅନ୍ୟମାନେ ଅତ୍ୟଧିକ ଖାଇପିଇ ମାତାଲ ହୋଇଯା’ନ୍ତି। 22 ତୁମ୍ଭେମାନେ ନିଜ ନିଜର ଘରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ମଣ୍ଡଳୀର ଯେପରି ଗୁରୁତ୍ୱ ନାହିଁ, ଏହି କାର୍ଯ୍ୟରୁ ଜଣାପଡ଼େ। ତୁମ୍ଭେମାନେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ’ଣ ବା କହିବି? ଏହି କାମ ପାଇଁ କ’ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି? ନା। ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।

23 ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କଠାରୁ ଗ୍ରହଣ କରିଥିଲି, ସେହି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଯେଉଁ ରାତ୍ରିରେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଧରାଇ ଦିଆଯାଇଥିଲା। ସେହି ରାତ୍ରିରେ ସେ ରୋଟୀ ନେଲେ ଓ ତା’ ପାଇଁ ଧନ୍ୟବାଦ ଦେଇଥିଲେ। 24 ତା'ପରେ ସେହି ରୋଟୀକୁ ଛିଣ୍ଡାଇ ସେ କହିଲେ: “ଏହା ତୁମ୍ଭମାନଙ୍କ ନିମନ୍ତେ ମୋର ଶରୀର। ମୋତେ ସ୍ମରଣ କରିବା ପାଇଁ ତୁମ୍ଭେମାନେ ଏହା କର।” 25 ସେହିପରି ସେମାନେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ: “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭେମାନେ ଯେତେଥର ଏହି ପାତ୍ରକୁ ପାନ କରିବ, ମୋତେ ସ୍ମରଣ କରିବା ପାଇଁ ତାହା କରିବ।” 26 ପ୍ରତ୍ୟେକ ଥର ଏହି ରୋଟୀ ଖାଇଲା ବେଳେ ଓ ଏହି ପାନପାତ୍ରରୁ ପାନ କଲାବେଳେ, ପ୍ରଭୁଙ୍କ ଦିନ ଆସିବା ପର୍ଯ୍ୟନ୍ତ, ପ୍ରଭୁଙ୍କ ମୃତ୍ୟୁର ଘୋଷଣା କରୁଥିବ।

27 ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ୍ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ। 28 ପ୍ରତ୍ୟେକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନେବା ଦରକାର। 29 ଯଦି ଜଣେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଏହି ରୋଟୀକୁ ଖାଏ ଓ ଏହି ପିଆଲାରୁ ପିଏ, ତା'ହେଲେ ସେ ଏହା ଖାଇବା ଓ ପିଇବା ଦ୍ୱାରା ଦୋଷୀ ସାବ୍ୟସ୍ତ ହୁଏ। 30 ସେଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ଅନେକ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନେକ ମୃତ ହେଲେଣି। 31 କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନେବା, ତା'ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବାକୁ ପଡ଼ିବ ନାହିଁ। 32 ପ୍ରଭୁ ଯେତେବେଳେ ଆମ୍ଭର ବିଗ୍ଭର କରନ୍ତି, ସେ ଠିକ୍ ବାଟ ଦେଖାଇବା ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।

33 ଅତଏବ, ହେ ଭାଇ ଓ ଭଉଣୀମାନେ ଯେତେବେଳେ ଭୋଜନ କରିବା ପାଇଁ ତୁମ୍ଭେମାନେ ଏକାଠି ଆସିଛ, ପରସ୍ପର ଏକଆରେକ ଲାଗି ଅପେକ୍ଷା କର। 34 ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center