Beginning
5 ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥିରେ ଆମ୍ଭେ ରହିଛୁ, ତାହା ନଷ୍ଟ ହେବ। ଏପରି ଘଟିଲା ପରେ ପରମେଶ୍ୱରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦେବେ। ଏହା ମଣିଷ ଦ୍ୱାରା ନିର୍ମିତ ନୁହେଁ। 2 ଏହା ସ୍ୱର୍ଗରେ ସ୍ଥାପିତ ଚିରସ୍ଥାୟୀ ଗୃହ ଅଟେ। ଆମ୍ଭେ ଏହି ପୃଥିବୀର ଘରଟିରେ ରହି ଥକି ଯାଇଛୁ। ଆମ୍ଭେ ଇଚ୍ଛା କରୁ ଯେ, ପରମେଶ୍ୱର ଆମ୍ଭକୁ ଆମ୍ଭର ସ୍ୱର୍ଗୀୟ ଘରଟି ଦିଅନ୍ତୁ। 3 ଏହି ଘରଟି ପାଇଲା ପରେ, ଏହା ଆମ୍ଭକୁ ଆବୃତ କରିବ, ଓ ଆମ୍ଭେ ଉଲଗ୍ନ ଦେଖାଯିବୁ ନାହିଁ। 4 ଏହି ଶରୀରରୂପ ତମ୍ବୁରେ ରହିଲା ବେଳେ ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ଅଭିଯୋଗ କରୁ। ମୋର କହିବା ଅର୍ଥ ନୁହେଁ ଯେ, ଆମ୍ଭେ ଏହି ତମ୍ବୁକୁ ଦୂର କରି ଦେବା ପାଇଁ ଗ୍ଭହୁଁ। କିନ୍ତୁ ଆମ୍ଭେ ସ୍ୱର୍ଗୀୟ ଘର ଦ୍ୱାରା ଆଚ୍ଛାଦିତ ହେବାକୁ ଇଚ୍ଛା କରୁ। ତା'ହେଲେ ଯାଇ ଏହି ମର ଶରୀର ସମ୍ପୂର୍ଣ୍ଣ ଭାବେ ଜୀବନ ଦ୍ୱାରା ଘୋଡ଼ାଇ ହୋଇ ପାରିବ। 5 ପରମେଶ୍ୱର ଆମ୍ଭକୁ ଏଥିପାଇଁ ପ୍ରସ୍ତୁତ କରିଛନ୍ତି, ଓ ସେ ଯାହା ପ୍ରତିଜ୍ଞା କରିଥିଲେ ତାହା ଆମ୍ଭକୁ ପ୍ରଦାନ କରିବେ ବୋଲି ଆତ୍ମା ଏଥିର ସାକ୍ଷ୍ୟ ଦିଏ।
6 ଅତଏବ ଆମ୍ଭର ପୂର୍ଣ୍ଣ ଆଶା ଅଛି। ଆମ୍ଭେ ଜାଣୁ ଯେ, ଯେପର୍ଯ୍ୟନ୍ତ ଆମ୍ଭେ ଏହି ଦେହରେ ଅଛୁ ସେପର୍ଯ୍ୟନ୍ତ ଆମ୍ଭେ ପ୍ରଭୁଙ୍କଠାରୁ ଦୂରରେ ଅଛୁ। 7 ଆମ୍ଭେ ଯାହା ଦେଖୁ, ତା’ ସାହାଯ୍ୟରେ ନୁହେଁ, ମାତ୍ର ବିଶ୍ୱାସ ଦ୍ୱାରା ପରିଗ୍ଭଳିତ ହେଉ, ସେଥିପାଇଁ ମୁଁ କୁହେ ଯେ, ଆମ୍ଭମାନଙ୍କର ଆଶା ଅଛି। 8 ଆମ୍ଭେମାନେ ଏହି ଶରୀରରୁ ଦୂରକୁ ଯିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହେବାକୁ ଅଧିକ ପସନ୍ଦ କରୁ। 9 ଆମର ଏକମାତ୍ର ଉଦ୍ଦେଶ୍ୟ ପରମେଶ୍ୱରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠାରେ ବାହ୍ୟିକ ଶରୀର ଧାରଣ କରି ରହୁ ବା ସେଠାରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଗ୍ଭହୁଁ। 10 ଆମ୍ଭେ ସମସ୍ତେ ବିଗ୍ଭରିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କର ନ୍ୟାୟାସନ ଆଗରେ ଅବଶ୍ୟ ଠିଆ ହେବୁ। ଆମ୍ଭମାନଙ୍କ ଭିତରୁ ପ୍ରତ୍ୟେକ, ଏହି ପାର୍ଥିବ ଶରୀର ଧାରଣ କରିଥିଲାବେଳେ ଯାହାକିଛି ଭଲ ବା ମନ୍ଦ କରିଛୁ, ତା’ ପାଇଁ ପ୍ରତିଦାନ ପାଇବ।
ପରୋପକାରୀ ଲୋକେ ପରମେଶ୍ୱରଙ୍କ ମିତ୍ର ହୁଅନ୍ତି
11 ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ’ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ୟ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉ। ପରମେଶ୍ୱର ଜାଣନ୍ତି ଯେ, ଆମ୍ଭେ ପ୍ରକୃତରେ କ’ଣ ଓ ମୁଁ ଆଶାକରେ, ତୁମ୍ଭେ ମଧ୍ୟ ଆମ୍ଭର ପ୍ରକୃତ ପରିଚୟ ପାଇ ପାରିବ। 12 ଆମ୍ଭେ ତୁମ୍ଭମାନଙ୍କ ଆଗରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭେମାନେ ଗର୍ବ ଅନୁଭବ କରି ପାରିବ। ତା'ହେଲେ ପ୍ରତ୍ୟକ୍ଷ ଦିଶୁଥିବା ବିଷୟ ଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭେମାନେ ଉତ୍ତର ଦେଇ ପାରିବ। ସେ ଲୋକମାନେ ଜଣକର ହୃଦୟରେ କ’ଣ ଅଛି, ତହିଁ ପାଇଁ ସେମାନେ ମନୋଯୋଗ କରନ୍ତି ନାହିଁ। 13 ଆମ୍ଭେ ଯଦି ପାଗଳ, ତାହା ପରମେଶ୍ୱରଙ୍କ ପାଇଁ। 14 ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି। 15 ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ୟ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସେମାନେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ଯିଏ ମରି ଯାଇଥିଲେ ଓ ପୁନର୍ବାର ସେମାନଙ୍କ ପାଇଁ ଉତ୍ଥିତ ହେଲେ, ସେହି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।
16 ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ୟ ଜାଗତିକ ଦୃଷ୍ଟିରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସେହିପରି ଭାବୁନାହୁଁ। 17 ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କଠାରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହୋଇ ଅଛି। ପୁରୁଣା ବିଷୟ ସମସ୍ତ ଗ୍ଭଲି ଯାଇଅଛି, ଓ ପ୍ରତ୍ୟେକ ବିଷୟ ନୂଆ ହୋଇ ଯାଇଛି। 18 ଏହିସବୁ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ୱରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାୟିତ୍ୱ ଆମ୍ଭମାନଙ୍କୁ ଦେଇଛନ୍ତି। 19 ମୋ’ କହିବା କଥା ଯେ, ପରମେଶ୍ୱର ଖ୍ରୀଷ୍ଟଙ୍କ ହେତୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କେବଳ ସେତିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦେଇଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ। 20 ସେ ଆମ୍ଭ ମାଧ୍ୟମରେ ପୃଥିବୀର ଲୋକମାନଙ୍କୁ ଡାକୁଛନ୍ତି। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ପୁନର୍ମିଳିତ ହେବା ପାଇଁ ଅନୁରୋଧ କରୁ, 21 ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗନ୍ୟ କଲେ, ଯେପରି ତାହାଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କଠାରେ ଧାର୍ମିକ ଗଣିତ ହୋଇପାରିବା।
6 ଆମ୍ଭେମାନେ ପରମେଶ୍ୱରଙ୍କ ସହିତ କାମ କରୁଥିବା ହେତୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ୱରଙ୍କଠାରୁ ଯେଉଁ ଅନୁଗ୍ରହ ତୁମ୍ଭେମାନେ ପାଇଛ, ତାହା ଯେପରି ବ୍ୟର୍ଥ ନ ଯାଏ। 2 ପରମେଶ୍ୱର କହିଛନ୍ତି:
“ମୁଁ ଉଚିତ୍ ସମୟରେ ତୁମ୍ଭ କଥା ଶୁଣିଲି
ଓ ପରିତ୍ରାଣ ଦିନରେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆସିଲି।”(A)
ମୁଁ ତୁମ୍ଭକୁ କହୁଛି, ଦେଖ, ଏହା ହେଉଛି “ଉଚିତ୍ ସମୟ।” ଏହା “ପରିତ୍ରାଣର ଦିନ” ଅଟେ।
3 ଆମ୍ଭ କାମରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଛା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ। 4 ବରଂ ପରମେଶ୍ୱରଙ୍କ ସେବକ ରୂପରେ ଆମ୍ଭେମାନେ ପ୍ରତ୍ୟେକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ୟା ମଧ୍ୟରେ ଅନେକ କଠୋର ତଥା ଧୈର୍ଯ୍ୟପୂର୍ବକ ସହୁ। 5 ଆମ୍ଭକୁ ମାଡ଼ ଦିଆଯାଏ, କାରାଗାରରେ ରଖାଯାଏ। ଲୋକେ ଆମ୍ଭ ବିରୁଦ୍ଧରେ ଉଠନ୍ତି। ଆମ୍ଭେ କଠୋର ପରିଶ୍ରମ କରୁ, ବେଳେବେଳେ ଆମ୍ଭେ ଅନିଦ୍ରା ରହୁ, ଓ ଭୋକଉପାସରେ ରହୁ। 6 ଆମ୍ଭର ଜ୍ଞାନ, ଧୈର୍ଯ୍ୟ, ଦୟା, ପବିତ୍ରଆତ୍ମା ଓ ପବିତ୍ର ଜୀବନ ଧାରଣ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ସେବକ ବୋଲି ପ୍ରମାଣିତ କରୁ। ଆମ୍ଭେ ପବିତ୍ରଆତ୍ମାଙ୍କ ପୂର୍ଣ୍ଣତାରେ, ପ୍ରକୃତ ପ୍ରେମ ପ୍ରକାଶିବା ଦ୍ୱାରା, ପୁଣି ସତ୍ୟ କଥା କହି ଓ ପରମେଶ୍ୱରଙ୍କ ଶକ୍ତିର କାର୍ଯ୍ୟ କରି ଏହାର ପରିଚୟ ଦେଇଥାଉ। 7 ପ୍ରତ୍ୟେକ କଥାରେ ଆମ୍ଭେ ଆମ୍ଭର ଧାର୍ମିକ ଜୀବନ ପ୍ରଣାଳୀକୁ ରକ୍ଷା ଢାଲ ଭାବରେ ବ୍ୟବହାର କରୁ।
8 କେତେକ ଲୋକ ଆମ୍ଭକୁ ସମ୍ମାନ ଦିଅନ୍ତି, କିନ୍ତୁ କେତେ ଲୋକ ଆମ୍ଭକୁ ଲଜ୍ଜା ଦିଅନ୍ତି। କେତେ ଲୋକ ଆମ୍ଭ ବିଷୟରେ ମନ୍ଦ କୁହନ୍ତି, କେତେ ଭଲ କଥା କୁହନ୍ତି। କେତେ ଲୋକ କୁହନ୍ତି ଯେ, ଆମ୍ଭେ ମିଥ୍ୟାବାଦୀ ଓ ତଥାପି ଆମ୍ଭେ ସତ୍ୟ କହୁ। 9 ଆମ୍ଭେ ଜନପ୍ରିୟ ହୋଇ ଥିଲେ ମଧ୍ୟ କେତେକଙ୍କ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ୟ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ। 10 ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନେକଙ୍କୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁକିଛି ଅଛି।
11 ହେ କରିନ୍ଥୀବାସୀ! ଆମ୍ଭେ ସମ୍ପୂର୍ଣ୍ଣ ଖୋଲା ମନରେ ତୁମ୍ଭମାନଙ୍କ ସହିତ କଥା ହୋଇଛୁ। ଆମ୍ଭେ ଆମ୍ଭର ହୃଦୟ ତୁମ୍ଭମାନଙ୍କ ପାଇଁ ଖୋଲି ଦେଇଛୁ। 12 ତୁମ୍ଭମାନଙ୍କ ପ୍ରତି ଆମ୍ଭର ପ୍ରେମ ପ୍ରଦର୍ଶନ ଆମ୍ଭେ ବନ୍ଦ କରି ନାହୁଁ। କିନ୍ତୁ ତୁମ୍ଭେମାନେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶନ ବନ୍ଦ କରି ଦେଇଛ। 13 ମୋ’ ନିଜର ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ମୁଁ କହୁଛି ଯେ, ଉଚିତ୍ ପ୍ରତିଦାନ ସ୍ୱରୂପେ ତୁମ୍ଭେମାନେ ମଧ୍ୟ ନିଜର ହୃଦୟ ଆମ୍ଭ ପାଇଁ ସମ୍ପୂର୍ଣ୍ଣ ଭାବରେ ଖୋଲା ରଖିବା ଉଚିତ୍।
ଅଣଖ୍ରୀଷ୍ଟିୟାନମାନଙ୍କ ବିଷୟରେ ସତର୍କ ବାଣୀ
14 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ତୁମ୍ଭେମାନେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସେମାନଙ୍କ ସହିତ ଯୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧ୍ୟରେ କି ସହଭାଗିତା ଅଛି? 15 ଯୀଶୁ ଖ୍ରୀଷ୍ଟ ଓ ବିଲିୟାର୍ ଭିତରେ ଚୁକ୍ତି ହୋଇପାରେ କି? ଜଣେ ବିଶ୍ୱାସୀ ଓ ଜଣେ ଅବିଶ୍ୱାସୀଙ୍କ ଭିତରେ କ’ଣ କିଛି ମେଳ ହୋଇପାରେ? 16 ପରମେଶ୍ୱରଙ୍କ ମନ୍ଦିର[a] ଓ ମୂର୍ତ୍ତିଗୁଡ଼ିକ ମଧ୍ୟରେ ଚୁକ୍ତି ହୋଇ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ୱରଙ୍କ ମନ୍ଦିର। ଯେପରି ପରମେଶ୍ୱର କହିଛନ୍ତି:
“ମୁଁ ସେମାନଙ୍କ ସହିତ ରହିବି
ଓ ସେମାନଙ୍କ ସହିତ ଗ୍ଭଲିବି,
ମୁଁ ସେମାନଙ୍କର ପରମେଶ୍ୱର ହେବି
ଓ ସେମାନେ ମୋର ଲୋକ ହେବେ।”(B)
17 “ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ
ସେମାନଙ୍କଠାରୁ ନିଜକୁ ଅଲଗା କରି ରଖ,
ଯାହା ଅଶୁଦ୍ଧ, ତାହାକୁ ଛୁଅଁ ନାହିଁ,
ତା'ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି।”(C)
18 “ମୁଁ ତୁମ୍ଭମାନଙ୍କର ପିତା ହେବି
ଓ ତୁମ୍ଭେମାନେ ମୋ’ ପୁଅ ଓ ଝିଅ ହେବ
ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି।”(D)
7 ଅତଏବ, ଆସ ପରମେଶ୍ୱରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନଯାପନ ପ୍ରଣାଳୀରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରତ୍ୟେକ ବିଷୟକୁ ଦୂର କରିବା।
ପାଉଲଙ୍କ ଆନନ୍ଦ
2 ନିଜ ହୃଦୟରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ୍ କରି ନାହୁଁ। ଆମ୍ଭେ କାହାରି ବିଶ୍ୱାସରେ ଆଞ୍ଚ ଆଣି ନାହୁଁ, କାହାକୁ ଘୋଷଣା କରି ନାହୁଁ। 3 ତୁମ୍ଭମାନଙ୍କୁ ନିନ୍ଦା ଦେବା ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ୟ ପ୍ରସ୍ତୁତ। 4 ତୁମ୍ଭମାନଙ୍କ ବିଷୟରେ ମୋର ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭେମାନେ ମୋତେ ଅଧିକ ଉତ୍ସାହ ଦେଇଥାଅ। ସେଥିପାଇଁ ସମସ୍ତ ଯାତନା ଭିତରେ ମଧ୍ୟ ମୋର ଆନନ୍ଦ କହିଲେ ନ ସରେ।
5 ଯେତେବେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତେବେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଗ୍ଭରି ପଟେ ଅସୁବିଧାମାନ ଘେରି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧ୍ୟରେ ଆମ୍ଭେ ଥିଲୁ। 6 କିନ୍ତୁ ଯେଉଁ ପରମେଶ୍ୱର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ୱନା ଦିଅନ୍ତି, ସେ ତୀତସଙ୍କର ଆଗମନ ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ସାନ୍ତ୍ୱନା ପ୍ରଦାନ କଲେ। 7 ସେ ଆସିବା ଦ୍ୱାରା ଆମ୍ଭେ ସାନ୍ତ୍ୱନା ପାଇଲୁ। କିନ୍ତୁ ତୁମ୍ଭେମାନେ ଦେଇଥିବା ସୁଖ ଦ୍ୱାରା ଆମ୍ଭେ ଅଧିକ ଉତ୍ସାହ ଲାଭ କଲୁ। ତୀତସ କହିଲେ ଯେ ତୁମ୍ଭେମାନେ ମୋତେ ଦେଖିବା ପାଇଁ ବ୍ୟାକୁଳ। ତୁମ୍ଭେମାନେ ପୂର୍ବରୁ କରିଥିବା ବିଷୟ ପାଇଁ ଦୁଃଖିତ ଏବଂ ତୁମ୍ଭେମାନେ ମୋତେ ଅତି ମାତ୍ରାରେ ଗ୍ଭହୁଁଛ। ଏହା ଶୁଣିଲା ପରେ ମୁଁ ଅଧିକ ପ୍ରସନ୍ନ ହେଲି।
8 ଯଦିଓ ପତ୍ର ଲେଖି ମୁଁ ତୁମ୍ଭମାନଙ୍କ ମନରେ ଦୁଃଖ ଦେଲି, କିନ୍ତୁ ମୁଁ ଏହା ଲେଖିଲି ବୋଲି ମୁଁ ଦୁଃଖିତ ନୁହେଁ। ମୁଁ ଜାଣେ ଯେ ସେହି ପତ୍ର ତୁମ୍ଭମାନଙ୍କୁ ଦୁଃଖ ଦେଲା ସେଥିପାଇଁ ମୁଁ ଦୁଃଖିତ। କିନ୍ତୁ ତାହା ତୁମ୍ଭମାନଙ୍କୁ ଅଳ୍ପ ସମୟ ପାଇଁ ଦୁଃଖ ଦେଲା। 9 ଏବେ ମୁଁ ଖୁସୀ ଅଛି। ତୁମ୍ଭେମାନେ ଦୁଃଖୀ ହୋଇଥିବା କାରଣରୁ ନୁହେଁ, ବରଂ ତୁମ୍ଭମାନଙ୍କର ଦୁଃଖ ତୁମ୍ଭମାନଙ୍କ ହୃଦୟକୁ ପରିବର୍ତ୍ତନ କରିଥିବାରୁ ମୁଁ ଖୁସୀ। ପରମେଶ୍ୱରଙ୍କ ଇଚ୍ଛା ଅନୁଯାୟୀ ତୁମ୍ଭେମାନେ ଦୁଃଖୀ ହେଲ। ଅତଏବ ତୁମ୍ଭେମାନେ ଆମ୍ଭ ଦ୍ୱାରା କୌଣସି ପ୍ରକାରେ ଆଘାତ ପାଇ ନାହଁ। 10 କାରଣ ଈଶ୍ୱରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ୱାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହେବା ଆବଶ୍ୟକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ୟୁ ଆଣିଥାଏ। 11 ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍ଯୋଗୀ କରିଛି। ତୁମ୍ଭେମାନେ ଭୁଲ୍ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କ୍ରୋଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ୟାୟ ପ୍ରଦାନ କରିଛି। ତୁମ୍ଭେମାନେ ପ୍ରତ୍ୟେକ କଥାରେ ପ୍ରମାଣିତ କରି ଦେଇଛ ଯେ, ତୁମ୍ଭେମାନେ ସେହି ସମସ୍ୟାର କୌଣସି ଅଂଶ ପାଇଁ ମଧ୍ୟ ଦୋଷୀ ନ ଥିଲ। 12 ମୁଁ ଅପରାଧୀ ଲୋକ ପାଇଁ, ବା ଯାହା ପ୍ରତି ଅପରାଧ ହୋଇଥିଲା, ତାହା ପାଇଁ ଲେଖି ନ ଥିଲି, ବରଂ ପରମେଶ୍ୱରଙ୍କ ଆଗରେ ତୁମ୍ଭମାନଙ୍କର ଆମ୍ଭ ପାଇଁ କେତେ ଚିନ୍ତା ଅଛି, ଏହା ତୁମ୍ଭେମାନେ ଯେପରି ଦେଖି ପାର, ସେଥିପାଇଁ ଲେଖିଥିଲି। 13 ଏହି କାରଣରୁ ଆମ୍ଭେ ଆଶ୍ୱସ୍ତ ଥିଲୁ।
ତୁମ୍ଭେମାନେ ତୀତସଙ୍କ ପ୍ରତି ଉତ୍ତମ ବ୍ୟବହାର ଦେଖାଇ ଥିବାରୁ ତୀତସ ଖୁସୀ ଥିଲେ, ସେଥିପାଇଁ ଆମ୍ଭେମାନେ ମଧ୍ୟ ଅଧିକ ଆନନ୍ଦିତ ହେଲୁ। 14 ତୁମ୍ଭମାନଙ୍କ ବିଷୟରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରତ୍ୟେକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ୟ ବୋଲି ତୁମ୍ଭେମାନେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ତୀତସଙ୍କଠାରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ୟ ସତ୍ୟ। 15 ତୁମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ ପାଇଁ କିପରି ପ୍ରସ୍ତୁତ ତଥା ତୁମ୍ଭେମାନେ ସମସ୍ତେ ସମ୍ମାନ ଓ ଭୟ ସହକାରେ କିପରି ତାହାଙ୍କର ଆଜ୍ଞା ପାଳନ ପାଇଁ ବ୍ୟଗ୍ର ଥିଲ ଓ କିପରି ତାହାଙ୍କୁ ପାଛୋଟି ନେଇଥିଲ, ଏସବୁ କଥା ମନେ ପକାଇ ତୁମ୍ଭମାନଙ୍କ ପାଇଁ ତାହାଙ୍କର ପ୍ରେମ ଅଧିକ ହେଲା। 16 ମୁଁ ତୁମ୍ଭମାନଙ୍କ ଉପରେ ପୂର୍ଣ୍ଣ ଭରସା ରଖି ପାରିବି, ଏଥିପାଇଁ ମୁଁ ଆନନ୍ଦିତ ଅଟେ।
ସହଖ୍ରୀଷ୍ଟିୟାନମାନଙ୍କୁ ସାହାଯ୍ୟ କର
8 ଭାଇ ଓ ଭଉଣୀମାନେ! ପରମେଶ୍ୱର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସେହି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ। 2 ସେହି ବିଶ୍ୱାସୀମାନେ ମହାକ୍ଳେଶ ଦୁଃଖ ଦ୍ୱାରା ପରୀକ୍ଷିତ ହେଲେ। ଏବଂ ସେମାନେ ଅତି ଗରିବ। କିନ୍ତୁ ସେମାନଙ୍କ ମହାନନ୍ଦ ହେତୁ ସେମାନେ ପ୍ରଚୁର ଉଦାରତାର ଦାନ ଦେଇଥିଲେ। 3 ମୁଁ କହିପାରେ ଯେ, ସେମାନେ ଯେତେ ଦେଇ ପାରିବା କଥା ତାହ ଦେଇଛନ୍ତି। ଏତିକି ନୁହେଁ, ସେମାନେ ସ୍ୱେଚ୍ଛାରେ ନିଜ ସାମର୍ଥ୍ୟ ଅପେକ୍ଷା ଅଧିକ ଦେଇଛନ୍ତି। କେହି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ। 4 କିନ୍ତୁ ସେମାନେ ଆଗ୍ରହ ପୂର୍ବକ, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ଏହି ସେବା କାର୍ଯ୍ୟରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ। 5 ସେମାନେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କେବେ ଭାବି ନ ଥିଲୁ। ସେମାନେ ତାହାଙ୍କର ଅର୍ଥ ଦେବା ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠାରେ ଓ ଆମ୍ଭଠାରେ ସମର୍ପଣ କଲେ।
6 ପରମେଶ୍ୱର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ଯ୍ୟକୁ ଯେପରି ଆରମ୍ଭ କରିଥିଲେ, ସେହିପରି ଏହି ବିଶେଷ ଅନୁଗ୍ରହର କାର୍ଯ୍ୟକୁ ସମାପ୍ତ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ ମଧ୍ୟ କରନ୍ତୁ। 7 ତୁମ୍ଭେମାନେ ବିଶ୍ୱାସ, ବାକ୍ୟ ପ୍ରଗ୍ଭର, ଜ୍ଞାନ, ଉପକାର କରିବାର ଉତ୍ସାହ, ଆମ୍ଭଠାରୁ ତୁମ୍ଭେମାନେ ଶିଖିଥିବା ପ୍ରେମ, ଆଜି ସବୁ ଗୁଡ଼ିକରେ ଧନୀ ଅଟ। ସେଥିପାଇଁ ଆମ୍ଭେ ଇଚ୍ଛା କରୁ ଯେ, ଏହି ଦାନ ଦେବା ସେବାରେ ତୁମ୍ଭେମାନେ ଧନୀ ହୁଅ।
8 ମୁଁ ତୁମ୍ଭମାନଙ୍କୁ ଦାନ ଦେବା ପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତରେ ତୁମ୍ଭମାନଙ୍କ ପ୍ରେମ ସତ୍ୟ ଅଟେ। ଅନ୍ୟ ଲୋକମାନେ ସାହାଯ୍ୟ କରିବା ପାଇଁ ଦେଖାଉଥିବା ଉତ୍ସାହ ବିଷୟରେ କହି ଏହା ମୁଁ ଦେଖାଇ ଦେବାକୁ ଗ୍ଭହେଁ। 9 ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭେମାନେ ଜାଣ ଯେ, ଖ୍ରୀଷ୍ଟ ଈଶ୍ୱରଙ୍କଠାରେ ଧନୀ ହୋଇଥିଲେ ମଧ୍ୟ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହେବା ଦ୍ୱାରା ତୁମ୍ଭେମାନେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁ ଖ୍ରୀଷ୍ଟ ଏପରି କଲେ।
10 ଏହି ବିଷୟରେ ମୁଁ ତୁମ୍ଭମାନଙ୍କୁ ନିଜର ପରାମର୍ଶ ଦେଉଛି। ଏହା ତୁମ୍ଭମାନଙ୍କ ପାଇଁ ସର୍ବଶ୍ରେଷ୍ଠ। ଗତ ବର୍ଷ ତୁମ୍ଭେମାନେ ପ୍ରଥମେ ଦାନ ଦେବା ପାଇଁ ଇଚ୍ଛା କରିଥିଲ ଓ ପ୍ରକୃତରେ ପ୍ରଥମେ ଦାନ ମଧ୍ୟ ଦେଇଥିଲ। ଅତଏବ ଯେଉଁ କାମଟିକୁ ତୁମ୍ଭେମାନେ ଆରମ୍ଭ କରିଥିଲ ତାହାକୁ ଶେଷ କର। 11 ତା'ହେଲେ ଯାଇ ତୁମ୍ଭମାନଙ୍କର “କରିବା” ତୁମ୍ଭମାନଙ୍କର “ଇଚ୍ଛା କରିବା” ସହିତ ସମାନ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ତହିଁରୁ ଦାନ କର। 12 ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା'ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ। 13 ଅନ୍ୟମାନେ ଆରାମରେ ରହୁଥିବା ବେଳେ ତୁମ୍ଭେମାନେ ଦୁର୍ଦ୍ଦଶାରେ ରୁହ, ଏକ କଥା ଆମ୍ଭେ ଇଚ୍ଛା କରୁ ନାହୁଁ; ବରଂ ଆମ୍ଭେ ସବୁ ବିଷୟରେ ସମାନତା ଇଚ୍ଛା କରୁ। 14 ବର୍ତ୍ତମାନ ତୁମ୍ଭମାନଙ୍କ ପାଖରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ୟକ ପୂରଣ ହେବ। ତା'ପରେ ଯେତେବେଳେ ସେମାନଙ୍କର ବୁଦ୍ଧି ହେବ, ସେମାନେ ତୁମ୍ଭମାନଙ୍କର ଆବଶ୍ୟକତାରେ ସାହାଯ୍ୟ କରିବେ। 15 ଶାସ୍ତ୍ରରେ ମଧ୍ୟ ଲେଖାଅଛି:
“ଯିଏ ଅଧିକ ସଂଗ୍ରହ କଲା ତାହା ପାଖରେ ଅଧିକ ରହିଲା ନାହିଁ,
ଓ ଯିଏ ଅଳ୍ପ ସଂଗ୍ରହ କଲା ତାହା ପାଖରେ ଅତି ଅଳ୍ପ ରହିଲା ନାହିଁ।”(E)
ତୀତସ ଓ ତାଙ୍କର ସଙ୍ଗୀମାନେ
16 ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି ଯେ ତୀତସଙ୍କ ମନରେ ମୋ’ ଭଳି ତୁମ୍ଭମାନଙ୍କ ପ୍ରତି ପ୍ରେମ ଭାବ ରହିଛି। 17 ଆମ୍ଭର ଅନୁରୋଧକୁ ତୀତସ ଗ୍ରହଣ କରିଛନ୍ତି। ସେ ମଧ୍ୟ ତୁମ୍ଭମାନଙ୍କ ପାଖକୁ ଯିବାକୁ ବ୍ୟଗ୍ର ଥିଲେ, ଓ ସ୍ୱଇଚ୍ଛାରେ ତୁମ୍ଭମାନଙ୍କ ପାଖକୁ ଯିବା ନିମନ୍ତେ ଏଠାରୁ ଯାଉଛନ୍ତି। 18 ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଗ୍ଭର ପ୍ରଗ୍ଭର କାର୍ଯ୍ୟରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ୟ ପଠାଉଛୁ। 19 ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।
20 ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା’ ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟରେ ଆମ୍ଭେ ସାବଧାନ ଅଛୁ। 21 ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହାସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ୍ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।
22 ସେମାନଙ୍କ ସହିତ ସର୍ବଦା ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଆଉ ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନେକ ଘଟଣାରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନରେ ଅସୀମ ବିଶ୍ୱାସ ଥିବାରୁ, ସେ ଅଧିକ ସାହାଯ୍ୟ କରିବା ପାଇଁ ଉତ୍ସାହିତ ଅଛନ୍ତି।
23 ତୀତସଙ୍କ ସମ୍ବନ୍ଧରେ ଏହା କୁହେ ଯେ, ସେ ମୋର ସହକର୍ମୀ ଓ ସେ ମୋ’ ସହିତ କାର୍ଯ୍ୟ କରି ତୁମ୍ଭମାନଙ୍କୁ ସାହାଯ୍ୟ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟରେ ଏହା କ ହେ ଯେ, ସେମାନେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ୱରୂପ। 24 ତୁମ୍ଭମାନଙ୍କ ଭିତରେ ଯେ ପ୍ରକୃତରେ ପ୍ରେମ ଅଛି ଏହା ଦେଖାଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସେମାନଙ୍କୁ ପ୍ରମାଣ କରି ଦେଖାଅ। ତା'ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।
ଖ୍ରୀଷ୍ଟିୟାନମାନଙ୍କ ଦାନ
9 ପରମେଶ୍ୱରଙ୍କ ଲୋକମାନଙ୍କ ପାଇଁ ଏହି ସେବା ବିଷୟରେ ଏପରି ଲେଖିବା ମୋ’ ପାଇଁ ପ୍ରକୃତରେ ଆବଶ୍ୟକ ନୁହେଁ। 2 ମୁଁ ଜାଣେ ଯେ, ତୁମ୍ଭେମାନେ ସାହାଯ୍ୟ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗରେ ଗର୍ବ ସହିତ ମୁଁ କୁହେ ଯେ, ଆଖାୟାର ଲୋକେ ଗତ ବର୍ଷଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହୋଇ ଦାନ ଦେବା ପାଇଁ ପ୍ରସ୍ତୁତ ଅଛନ୍ତି। 3 କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ୟ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟରେ ଆମ୍ଭର ଯେଉଁ ଗର୍ବ ତାହା ବ୍ୟର୍ଥ ନ ହେଉ। 4 ଯେପରି ମୁଁ ସେମାନଙ୍କୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଗ୍ଭହେଁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। ଯଦି କେତେକ ଲୋକ ମାକିଦନିଆରୁ ମୋ’ ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠାରେ ଆମ୍ଭର ବିଶ୍ୱାସ ଥିବା ହେତୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭେମାନେ ମଧ୍ୟ ଲଜ୍ଜିତ ହେବ। 5 ସେଥିପାଇଁ ମୁଁ ଭାବିଲି ଯେ, ତୁମ୍ଭେମାନେ ଆସିବା ପୂର୍ବରୁ ମୁଁ ସେହି ଭାଇମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ କହିବି। ତାହାହେଲେ ତୁମ୍ଭେମାନେ ଯେଉଁ ଦାନ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲ, ତାହା ସେମାନେ ପ୍ରସ୍ତୁତ କରି ରଖିବେ। ଆମ୍ଭେ ଆସିଲା ବେଳେ ସେହି ଦାନଗୁଡ଼ିକ ପ୍ରସ୍ତୁତ ଥିବ। ତୁମ୍ଭମାନଙ୍କ ଏହି ଦାନ ସ୍ୱଚ୍ଛାକୃତ ହେଉ, କୃପଣମୂଳକ ନ ହେଉ।
6 ଏହି କଥାଟି ମନେରଖ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ। 7 ପ୍ରତ୍ୟେକ ଲୋକ ଆପଣା ହୃଦୟରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନରେ କୌଣସି ଦୁଃଖ ରଖି ବା ବାଧ୍ୟବାଧକତାରେ ଦାନ ନ ଦେଉ, ଆନନ୍ଦିତ ମନରେ ଦାନ କରିଥିବା ଲୋକକୁ ପରମେଶ୍ୱର ଭଲ ପାଆନ୍ତି। 8 ପରମେଶ୍ୱର ତୁମ୍ଭମାନଙ୍କର ଆବଶ୍ୟକତାଠାରୁ ଅଧିକ ଆଶୀର୍ବାଦ ଦେଇ ପାରିବେ। ତହିଁରେ ତୁମ୍ଭେମାନେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରତ୍ୟେକ ଭଲ କାମ କରିବା ପାଇଁ ଦାନ ଦେବାକୁ ତୁମ୍ଭମାନଙ୍କ ପାଖରେ ପ୍ରଚୁର ଥିବ। 9 ଶାସ୍ତ୍ରରେ ଏହା ଲେଖା ଅଛି:
“ଯିଏ ଉଦାର ଭାବରେ ଗରିବମାନଙ୍କୁ ଦିଏ
ତା'ର ଦୟା ସର୍ବଦା ପାଇଁ ରହି ଥାଏ।”(F)
10 ପରମେଶ୍ୱର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହେବାକୁ ଦେବେ। 11 ପରମେଶ୍ୱର ତୁମ୍ଭମାନଙ୍କୁ ପ୍ରତ୍ୟେକ ବିଷୟରେ ଧନୀ କରିବେ, ଫଳ ସ୍ୱରୂପ ତୁମ୍ଭେମାନେ ସବୁବେଳେ ଉଦାର ମନରେ ଦାନ ଦେଇ ପାରିବ। ଆମ୍ଭ ମାଧ୍ୟମରେ ତୁମ୍ଭମାନଙ୍କର ଦାନ ପାଇଁ ପରମେଶ୍ୱରଙ୍କୁ ଲୋକେ ଧନ୍ୟବାଦ ଦେବେ।
12 ଏହି ସେବା ଯେଉଁଥିରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା'ଦ୍ୱାରା କେବଳ ଯେ ସାଧୁ ମାନଙ୍କର ଆବଶ୍ୟକତା ପୂରଣ ହୁଏ, ତା’ ନୁହେଁ ବରଂ ପରମେଶ୍ୱରଙ୍କ ପ୍ରତି ହୃଦୟ ଧନ୍ୟବାଦରେ ଉଚ୍ଛୁଳି ଉଠେ। 13 ତୁମ୍ଭମାନଙ୍କର ଏହି ସେବା ତୁମ୍ଭମାନଙ୍କର ବିଶ୍ୱାସର ପ୍ରମାଣ ଅଟେ। ଏହା ଦ୍ୱାରା ଲୋକେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭେମାନେ ଯେ କେବଳ ବିଶ୍ୱାସକୁ ସ୍ୱୀକାର କରୁଛ ତା’ ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ୟବହାରିକ ସୁସମାଗ୍ଭରକୁ ଅନୁସରଣ କରୁଛ। ତୁମ୍ଭେମାନେ ସେମାନଙ୍କ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ୱରଙ୍କ ପ୍ରଶଂସା କରିବେ। 14 ଯେତେବେଳେ ସେମାନେ ପ୍ରାର୍ଥନା କରିବେ, ସେତେବେଳେ ସେମାନେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ୱରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହେତୁରୁ ସେମାନେ ଏପରି ଅନୁଭବ କରିବେ। 15 ଆଶ୍ଚର୍ଯ୍ୟଜନକ ଓ ଅବର୍ଣ୍ଣନୀୟ ଏହି ଅନୁଗ୍ରହ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ।
2010 by World Bible Translation Center