Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଏଫିସୀୟଙ୍କ ପ୍ରତି ପତ୍ର 1-3

ଖ୍ରୀଷ୍ଟ ଯୀଶୁଙ୍କର ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଏଫିସୀୟଠାରେ ରହୁଥିବା ପରମେଶ୍ୱରଙ୍କ ପବିତ୍ର ଲୋକ

ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସୀ ଲୋକଙ୍କ ପ୍ରତି ମୁଁ ପ୍ରେରିତ ହୋଇଛି।

ତୁମ୍ଭମାନଙ୍କୁ ଆମ୍ଭର ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ମିଳୁ।

ଯୀଶୁଙ୍କଠାରେ ଥିବା ଲୋକଙ୍କ ପାଇଁ ଆଧ୍ୟାତ୍ମିକ ଆଶୀର୍ବାଦ

ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ପରମେଶ୍ୱର ଆମ୍ଭକୁ ସ୍ୱର୍ଗରେ ସମସ୍ତ ଆଧ୍ୟାତ୍ମିକ ଆଶୀର୍ବାଦ ଦେଇଛନ୍ତି। ଖ୍ରୀଷ୍ଟଙ୍କଠାରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ୱର ଆମ୍ଭକୁ ତାହାଙ୍କ ସମ୍ମୁଖରେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଆଦରରେ ବାଛି ଥିଲେ। ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା। ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି।

ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ୟମରେ ମୁକ୍ତ ହୋଇଛୁ। ପରମେଶ୍ୱରଙ୍କ ବହୁମୂଲ୍ୟ ଅନୁଗ୍ରହ ଦ୍ୱାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ। ପରମେଶ୍ୱର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦେଇଛନ୍ତି। ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ। 10 ପରମେଶ୍ୱରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସ୍ୱର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡ଼ିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ୱରୂପ ହେବେ।

11 ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ। 12 ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ୱରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା। 13 ତୁମ୍ଭମାନଙ୍କ ପାଇଁ ମୁକ୍ତି ଆଣି ଦେଉଥିବା ସୁସମାଗ୍ଭରର ସ‌ତ୍‌‌ଶିକ୍ଷା ତୁମ୍ଭେ ଶୁଣିଲ। ସୁସମାଗ୍ଭର ଶୁଣିଲା ପରେ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କଲ। ପରମେଶ୍ୱର ପବିତ୍ରଆତ୍ମାଙ୍କୁ ପ୍ରଦାନ କରି ତୁମ୍ଭ ଉପରେ ତାହାଙ୍କର ବିଶେଷ ଚିହ୍ନ ଦେଇ ଚିହ୍ନିତ କଲେ। ଏହା କରିବା ଦ୍ୱାରା ସେ ଆଗରୁ ଦେଇଥିବା ପ୍ରତିଶୃତି ରକ୍ଷା କରିଥିଲେ। 14 ପରମେଶ୍ୱର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦେବା ନିମନ୍ତେ ପ୍ରତିଶୃତି ଦେଇଛନ୍ତି, ତାହା ଯେ ଆମ୍ଭେମାନେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ରଆତ୍ମା ହେଉଛନ୍ତି ପରମେଶ୍ୱରଙ୍କ ନିର୍ଭରଯୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ୱରଙ୍କର ଲୋକ ଅଟନ୍ତି, ସେମାନଙ୍କ ନିମନ୍ତେ ଏହା ପୂର୍ଣ୍ଣ ସ୍ୱାଧୀନତା ଆଣିଦେବ। ଏହାର ଉଦ୍ଦେଶ୍ୟ ପରମେଶ୍ୱରଙ୍କ ମହିମାର ପ୍ରଶଂସା ହେବ।

ପାଉଲଙ୍କ ପ୍ରାର୍ଥନା

15 ସେଥିପାଇଁ ମୁଁ ଯେତେବେଳେ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ନିରନ୍ତର ଧନ୍ୟବାଦ ଅର୍ପଣ କଲି। 16 ନିଜର ପ୍ରାର୍ଥନାରେ ମୁଁ ତୁମ୍ଭମାନଙ୍କୁ ମନେ ପକାଉଛି। 17 ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ୱରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସେହି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ୱର ବିଷୟକ ସମସ୍ତ ତଥ୍ୟକୁ ସ୍ପଷ୍ଟ କରିଦେବ, ଯାହା ଫଳରେ ତୁମ୍ଭେମାନେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।

18 ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ। 19 ତୁମ୍ଭେମାନେ ଏହା ମଧ୍ୟ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ୱାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ୱରଙ୍କ ଶକ୍ତି କେତେ ମହାନ୍। 20 ଏହି ଶକ୍ତି ହେଉଛି ସେହି ଶକ୍ତି, ଯେଉଁ ଶକ୍ତି ବଳରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌‌ଥିତ କରିଥିଲେ। ସ୍ୱର୍ଗ ରାଜ୍ୟରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ତାହାଙ୍କ ଡାହାଣ ପଟରେ ବସାଇ ଅଛନ୍ତି। 21 ପରମେଶ୍ୱର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ ପଦ ଦେଇଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାରରେ ଥିବା ଯେକୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ। 22 ପରମେଶ୍ୱର ସବୁକିଛି ଖ୍ରୀଷ୍ଟଙ୍କ ଅଧୀନରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ୟ ରୂପେ ସ୍ଥାପିତ କରିଛନ୍ତି। 23 ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହୋଇଅଛି। ସେ ସମସ୍ତ ବିଷୟ ପ୍ରତ୍ୟେକ ଉପାୟରେ ସମ୍ପୂର୍ଣ୍ଣ କରନ୍ତି।

ମୃତ୍ୟୁରୁ ଜୀବନ ଆଡ଼କୁ

ପୂର୍ବରୁ ତୁମ୍ଭର ପାପ ହେତୁ ଓ ପରମେଶ୍ୱରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ଯ୍ୟ ହେତୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା। ଅତୀତରେ ତୁମ୍ଭେ ସେହି ପାପ କାର୍ଯ୍ୟ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସେହି ମନ୍ଦ ଶକ୍ତି ଏବେ ମଧ୍ୟ ପରମେଶ୍ୱରଙ୍କୁ ଅମାନ୍ୟ କରୁଥିବା ଲୋକଙ୍କ ଭିତରେ କାମ କରୁଛି। ଅତୀତରେ ଆମ୍ଭେ ସମସ୍ତେ ସେହିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବାରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦେହ ଗ୍ଭହୁଁଥିଲା ଓ ମନ ଭାବୁଥିଲା, ସେହି କାର୍ଯ୍ୟ କରୁଥିଲୁ। ଆମ୍ଭେ ମନ୍ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭେମାନେ ଅନ୍ୟମାନଙ୍କ ପରି ପରମେଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଦଣ୍ଡ ଭୋଗ କରିଥା’ନ୍ତୁ।

କିନ୍ତୁ ପରମେଶ୍ୱର ଆମ୍ଭକୁ ଅତିଶୟ ପ୍ରେମ କଲେ କାରଣ ତାହାଙ୍କ ଦୟା ଅତି ମହାନ୍। ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ତୁମ୍ଭେମାନେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବାରୁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁ‌ତ୍‌‌ଥିତ କଲେ ଓ ତାହାଙ୍କ ସହିତ ସ୍ୱର୍ଗୀୟ ସ୍ଥାନରେ ବସାଇ ଅଛନ୍ତି। ଭବିଷ୍ୟତରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦେଖାଇବା ପାଇଁ ପରମେଶ୍ୱର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ୱାରା ତୁମ୍ଭେ ଉଦ୍ଧାର ପାଇଛ।

ତୁମ୍ଭେ ସେହି ଅନୁଗ୍ରହ ତୁମ୍ଭର ବିଶ୍ୱାସ ବଳରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ୱରଙ୍କ ଦାନ। ତୁମ୍ଭେ ନିଜ କର୍ମ ଦ୍ୱାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ। 10 ଆମ୍ଭେ ଯାହା, ତାହା କେବଳ ପରମେଶ୍ୱରଙ୍କ ଦ୍ୱାରା ହୋଇଅଛୁ। ଆମ୍ଭେ ଯେପରି ଭଲ କାମ କରି ପାରୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧ୍ୟରେ ନୂତନ ବ୍ୟକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ୟ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସେହି ଭଲକାମ କରି ଜୀବନଯାପନ କରିବା।

ଯୀଶୁ ଖ୍ରୀଷ୍ଟଙ୍କଠାରେ ଏକ ହେବା

11 ତୁମ୍ଭେମାନେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ “ଅସୁନ୍ନତ” ବୋଲି କହନ୍ତି। ସେମାନେ ନିଜକୁ “ସୁନ୍ନତ”[a] ବୋଲି କହନ୍ତି। ଏହା ଏକ କାର୍ଯ୍ୟ, ଯାହାକୁ କି ସେମାନେ ନିଜ ଶରୀର ଉପରେ କରିଥା’ନ୍ତି। 12 ମନେରଖ, ତୁମ୍ଭେମାନେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭେମାନେ ଇସ୍ରାଏଲର ନାଗରିକ ନ ଥିଲ। ତେଣୁ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ଯୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହୋଇ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। 13 ସେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଦୂରରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଥିବା ହେତୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହୋଇଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ତୁମ୍ଭେ ପରମେଶ୍ୱରଙ୍କର ନିକଟତର ହୋଇଛ।

14 ଖ୍ରୀଷ୍ଟଙ୍କ ହେତୁ ଆମ୍ଭେ ଏବେ ଶାନ୍ତିରେ ଅଛୁ। ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଏକାଠି କଲେ। ଦୁହିଁଙ୍କ ମଝିରେ କାନ୍ଥଟିଏ ଥିଲା ଭଳି ସେମାନେ ଅଲଗା ଥିଲେ। ସେମାନେ ପରସ୍ପରକୁ ଘୃଣା କରୁଥିଲେ। କିନ୍ତୁ ନିଜ ଶରୀରକୁ ଉତ୍ସର୍ଗ କରି ଖ୍ରୀଷ୍ଟ ସେହି ଘୃଣାର କାନ୍ଥଟିକୁ ଭାଙ୍ଗି ଦେଲେ। 15 ଯିହୂଦୀମାନଙ୍କ ବ୍ୟବସ୍ଥାରେ ଅନେକ ଗୁଡ଼ିଏ ଆଦେଶ ଓ ନିୟମାବଳୀ ଥିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟ ସେ ବ୍ୟବସ୍ଥାଟିକୁ ସମାପ୍ତ କଲେ। ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟ ଥିଲା, ଏହି ଦୁଇଦଳର ଲୋକଙ୍କୁ ଏକାଠି କରି ତାହାଙ୍କଠାରେ ନୂତନ ଲୋକ କରାଇବା। ଏହା ଦ୍ୱାରା ଯୀଶୁ ଯେପରି ଶାନ୍ତି ସ୍ଥାପନ କରି ପାରନ୍ତି। 16 କ୍ରୁଶ ଉପରେ ମୃତ୍ୟୁବରଣ କରି ସେ ଦୁଇ ଦଳ ଭିତରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସେହି ଦୁଇଟି ଦଳକୁ ଗୋଟିଏ ଶରୀରରେ ପରିଣତ କରିବା ପରେ ଖ୍ରୀଷ୍ଟ ସେମାନଙ୍କୁ ପରମେଶ୍ୱରଙ୍କ ସହିତ ମିଳିତ କରାଇବା ପାଇଁ ଗ୍ଭହିଁଲେ। 17 ଖ୍ରୀଷ୍ଟ କ୍ରୁଶରେ ଆପଣା ମୃତ୍ୟୁ ଦ୍ୱାରା ଏହା ସାଧନ କଲେ। ତୁମ୍ଭେମାନେ ଦୂରରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଗ୍ଭର କଲେ। 18 କାରଣ ଖ୍ରୀଷ୍ଟଙ୍କ ମାଧ୍ୟମରେ ହିଁ, ଏକ ଆତ୍ମା ହୋଇ ପରମପିତା ପାଖକୁ ଯିବାର ଅଧିକାର ଆମ୍ଭକୁ ମିଳିଲା।

19 ଅତଏବ ତୁମ୍ଭେମାନେ ଏବେ ବିଦେଶୀ ଅବା ଅପରିଚିତ ବ୍ୟକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ୱରଙ୍କ ନିଜ ପରିବାରର ଲୋକ ଅଟ। 20 ପ୍ରେରିତ ଓ ଭବିଷ୍ୟ‌ଦ୍‌‌‌‌ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହୋଇ ଠିଆ ହୋଇଛ। ପରମେଶ୍ୱର ତା'ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସେହି ଭବନର କୋଣର ପ୍ରଧାନ ପଥର ଅଟନ୍ତି। 21 ସମ୍ପୂର୍ଣ୍ଣ ଭବନଟି ଖ୍ରୀଷ୍ଟଙ୍କଠାରେ ପରସ୍ପର ସହିତ ସଂଯୁକ୍ତ ହୋଇ ନିର୍ମାଣ ହୋଇଛି। ଖ୍ରୀଷ୍ଟ ସେ ଭବନକୁ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ହେବା ପାଇଁ ବୃଦ୍ଧି କରାଉଛନ୍ତି। 22 ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭେମାନେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠାରେ ଆତ୍ମାଙ୍କ ମାଧ୍ୟମରେ ପରମେଶ୍ୱର ବାସ କରନ୍ତି।

ଅଣଯିହୂଦୀଙ୍କ ମଧ୍ୟରେ ପାଉଲଙ୍କ ପ୍ରଗ୍ଭର କାର୍ଯ୍ୟ

ଅତଏବ, ମୁଁ ପାଉଲ, ତୁମ୍ଭ ଅଣଯିହୂଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ। ତୁମ୍ଭେମାନେ ଶୁଣିଥିବ, ପରମେଶ୍ୱର ତାହାଙ୍କର ମହାନ ଅନୁଗ୍ରହରେ ମୋତେ ଏହି ବିଶେଷ କାର୍ଯ୍ୟ ଦେଇଅଛନ୍ତି, ଯେପରି ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିପାରେ। ପରମେଶ୍ୱର ମୋ’ ନିକଟରେ ତାହାଙ୍କର ଗୁପ୍ତ ଯୋଜନା ପ୍ରକାଶ କରିଛନ୍ତି। ସେ ମୋତେ ଯାହା ଦେଖାଇଛନ୍ତି, ସେ ବିଷୟରେ ମୁଁ ଅଳ୍ପ କିଛି ଲେଖି ସାରିଛି। ସେଗୁଡ଼ିକ ଯଦି ତୁମ୍ଭେମାନେ ପଢ଼, ତା'ହେଲେ ଦେଖିବ ଯେ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଗୁପ୍ତ ସତ୍ୟ ବିଷୟରେ ମୁଁ ପ୍ରକୃତରେ ବୁଝିଛି। ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ୟ ବିଷୟରେ କୁହାଯାଇ ନ ଥିଲା। କିନ୍ତୁ ପରମେଶ୍ୱର ଏବେ ନିଜର ପବିତ୍ର ପ୍ରେରିତ ଓ ଭବିଷ୍ୟ‌ଦ୍‌‌‌‌ବକ୍ତାମାନଙ୍କ ନିକଟରେ ପବିତ୍ରଆତ୍ମାଙ୍କ ମାଧ୍ୟମରେ ସେହି ଗୁପ୍ତ ସତ୍ୟଟି ପ୍ରକାଶ କରିଛନ୍ତି। ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।

ପରମେଶ୍ୱରଙ୍କ ବିଶେଷ ଅନୁଗ୍ରହର ଦାନ ଦ୍ୱାରା ମୁଁ ସୁସମାଗ୍ଭର କହିବା ପାଇଁ ଜଣେ ସେବକ ହେଲି। ପରମେଶ୍ୱର ତାହାଙ୍କର କାର୍ଯ୍ୟକାରୀ ଶକ୍ତି ବଳରେ ମୋତେ ଏହି ଅନୁଗ୍ରହ ଦାନ କଲେ। ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ। ପରମେଶ୍ୱରଙ୍କ ଗୁପ୍ତ ସତ୍ୟକୁ ସମସ୍ତଙ୍କୁ କହିବା ଦାୟିତ୍ୱ ପରମେଶ୍ୱର ମୋତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ୟ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଭିତରେ ଗୁପ୍ତ ରହିଥିଲା। 10 ମଣ୍ଡଳୀ ଦ୍ୱାରା ପରମେଶ୍ୱରଙ୍କ ବହୁବିଧ ଜ୍ଞାନ, ସ୍ୱର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ୟକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ୱରଙ୍କର ଉଦ୍ଦେଶ୍ୟ ଥିଲା। ସେମାନେ ମଣ୍ଡଳୀ ଯୋଗୁଁ ଏହା ଜାଣି ପାରିବେ। 11 ସମୟର ପ୍ରାରମ୍ଭରୁ ପରମେଶ୍ୱରଙ୍କର ଯେଉଁ ଯୋଜନା ଅଛି, ଏହା ତାହା ସହିତ ମେଳ ଖାଉଛି। ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ଏହା ସମ୍ପନ୍ନ କଲେ। 12 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା, ନିର୍ଭୟରେ ପରମେଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ସ୍ୱାଧୀନତା ଅଛି। 13 ସେଥିପାଇଁ ମୁଁ କୁହେ ଯେ ତୁମ୍ଭମାନଙ୍କ ପାଇଁ ମୁଁ ଯାତନା ଭୋଗୁ ଥିବାରୁ ହତୋତ୍ସାହିତ ହୁଅ ନାହିଁ। ମୋର ଏହି ଯାତନାଗୁଡ଼ିକ ତୁମ୍ଭ ନିମନ୍ତେ ଗୌରବଜନକ ହେବ।

ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ

14 ସେଥିପାଇଁ ପ୍ରାର୍ଥନାରେ ମୁଁ ପରମପିତାଙ୍କ ଆଗରେ ନତମସ୍ତକ ହୁଏ। 15 ପରମେଶ୍ୱର ସ୍ୱର୍ଗ ଓ ପୃଥିବୀର ସମସ୍ତ ପରିବାରକୁ ପ୍ରକୃତ ନାମ କରଣ କରନ୍ତି। 16 ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ। 17 ତୁମ୍ଭ ବିଶ୍ୱାସ ହେତୁ ତୁମ୍ଭ ହୃଦୟରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ରେମରେ ଶକ୍ତିଶାଳୀ ହେଉ ଏବଂ ପ୍ରେମରେ ଗଢ଼ି ଉଠୁ। 18 ଖ୍ରୀଷ୍ଟଙ୍କ ପ୍ରେମର ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ୱରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ୟ ବୁଝି ପାର ଯେ, ସେହି ପ୍ରେମ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ ଓ କେତେ ଗଭୀର। 19 ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ମନୁଷ୍ୟର ପ୍ରେମଠାରୁ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସେହି ପ୍ରେମ ବିଷୟରେ ଜାଣିବା ପାଇଁ ସକ୍ଷମ ହୁଅ, ତେବେ ଯାଇ ତୁମ୍ଭେ ପରମେଶ୍ୱରଙ୍କଠାରେ ପୂର୍ଣ୍ଣ ହୋଇ ଯିବ।

20 ଆମ୍ଭ ଭିତରେ ପରମେଶ୍ୱରଙ୍କ ଯେଉଁ ଶକ୍ତି କାର୍ଯ୍ୟ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ଯଥେଷ୍ଟ ଅଧିକ ଏବଂ ପରମେଶ୍ୱର ତାହାଠାରୁ ଅଧିକ ଶକ୍ତିର କାର୍ଯ୍ୟ କରି ପାରନ୍ତି। 21 ମଣ୍ଡଳୀରେ ଓ ଖ୍ରୀଷ୍ଟଙ୍କ ଦ୍ୱାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center