Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1-3

ପାଉଲ, ଶୀଲା ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ଏହି ପତ୍ର।

ତୁମ୍ଭେମାନେ ସମସ୍ତେ ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ରହିଛ।

ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠାରେ ରହିଥାଉ।

ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ୍ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ୱାସ ଯେହେତୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି। ତୁମ୍ଭମାନଙ୍କଠାରେ ପରସ୍ପର ପ୍ରତି ଥିବା ପ୍ରେମ ଭାବ ମଧ୍ୟ ବୃଦ୍ଧି ପାଉଛି। ଅତଏବ, ପରମେଶ୍ୱରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠାରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକାରେ ତୁମ୍ଭେମାନେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ୱାସ ରହିଛି, ଆମ୍ଭେ ଏହା ବିଷୟରେ ପରମେଶ୍ୱରଙ୍କ ଅନ୍ୟ ମଣ୍ଡଳୀ ଗୁଡ଼ିକରେ କହୁ। ତୁମ୍ଭେମାନେ ଦୁଃଖ କଷ୍ଟ ଓ ଅନେକ ଅସୁବିଧାର ସମ୍ମୁଖୀନ ହେଉଛ; କିନ୍ତୁ ତୁମ୍ଭେମାନେ ନିଜର ଦୃଢ଼ତା ଓ ବିଶ୍ୱାସ ଆଦୌ ନ ହରାଇ ଆଗେଇ ଗ୍ଭଲିଛ।

ପରମେଶ୍ୱରଙ୍କ ନ୍ୟାୟ ସମ୍ପର୍କରେ ପାଉଲ କହନ୍ତି

ପରମେଶ୍ୱର ତାହାଙ୍କର ବିଗ୍ଭରରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ୟରେ ପ୍ରବେଶ ପାଇଁ ଯୋଗ୍ୟ ହୁଅ, ଯେଉଁଥିପାଇଁ ତୁମ୍ଭେମାନେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ। ଯାହା ଠିକ୍ ପରମେଶ୍ୱର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ୱର ସେମାନଙ୍କୁ କଷ୍ଟ ଦେବେ। ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ୟ ଶାନ୍ତି ଦେବେ। ଯେତେବେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ୱର୍ଗଦୂତମାନଙ୍କ ସହିତ ସ୍ୱର୍ଗରୁ ଆସିବେ, ସେତେବେଳେ ପରମେଶ୍ୱର ଆମ୍ଭର ଦୁଃଖ ଉପଶମ କରିଦେବେ। ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଗ୍ଭରକୁ ମାନନ୍ତି ନାହିଁ, ସେମାନଙ୍କୁ ଦଣ୍ଡ ଦେବା ଲାଗି ସେ ଜ୍ୱଳନ୍ତ ଅଗ୍ନିଶିଖା ସହିତ ଆସିବେ। ସେହି ଲୋକମାନେ ଅନନ୍ତ ବିନାଶ ଦ୍ୱାରା ଦଣ୍ଡିତ ହେବେ। ସେମାନଙ୍କୁ ପ୍ରଭୁଙ୍କ ସହିତ ରହିବାକୁ ଦିଆ ଯିବ ନାହିଁ। ପ୍ରଭୁଙ୍କର ମହାନଶକ୍ତିଠାରୁ ସେମାନଙ୍କୁ ଦୂରରେ ରଖାଯିବ। 10 ପ୍ରଭୁ ଯୀଶୁଙ୍କ ଆସିବା ଦିନର ଏହି ଘଟଣା ଘଟିବ। ନିଜ ପବିତ୍ର ଲୋକଙ୍କ ଗହଣରେ ମହିମା ମଣ୍ଡିତ ହେବା ପାଇଁ ଯୀଶୁ ଆସିବେ। ଯେଉଁମାନେ ସମସ୍ତେ ବିଶ୍ୱାସ କରିଛନ୍ତି, ସେମାନେ ଯୀଶୁଙ୍କୁ ଦେଖି ବିସ୍ମିତ ହେବେ। ଯେହେତୁ ତୁମ୍ଭେମାନେ ଆମ୍ଭେ କହିଥିବା କଥାଗୁଡ଼ିକୁ ବିଶ୍ୱାସ କରିଛ, ସେଥିପାଇଁ ସେହି ବିଶ୍ୱାସୀ ମଣ୍ଡଳୀରେ ତୁମ୍ଭେମାନେ ମଧ୍ୟ ଥିବ।

11 ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ। 12 ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ୟମରେ ମହିମାନ୍ୱିତ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭେମାନେ ମଧ୍ୟ ତାହାଙ୍କଠାରେ ମହିମାନ୍ୱିତ ହୋଇପାରିବ। ଆମ୍ଭ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାରୁ ସେହି ମହିମା ପ୍ରାପ୍ତ ହୁଏ।

ମନ୍ଦ ଦୁର୍ଘଟଣାମାନ ଘଟିବ

ଭାଇ ଓ ଭଉଣୀମାନେ! ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବିଷୟରେ ଆମ୍ଭର କିଛି କହିବାକୁ ଅଛି। ଯେତେବେଳେ ଆମ୍ଭେ ସମସ୍ତେ ମିଶି ତାହାଙ୍କୁ ଭେଟିବା, ସେହି ସମୟ ବିଷୟରେ ଆମ୍ଭେ ତୁମ୍ଭକୁ କହିବାକୁ ଗ୍ଭହୁଁ। ଯଦି ତୁମ୍ଭେମାନେ ଶୁଣ ଯେ, ପ୍ରଭୁଙ୍କର ସେହି ଦିନଟି ଆସିଗଲାଣି, ତୁମ୍ଭେମାନେ ଚିନ୍ତାରେ ସହଜରେ ବିବ୍ରତ ହୋଇ ଯାଅ ନାହିଁ କି ଭୟ କର ନାହିଁ। କେତେଜଣ ଏହାକୁ କୌଣସି ଭବିଷ୍ୟ‌‌ଦ୍‌‌‌‌ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତେକ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରି ପାରନ୍ତି ଯେ, ଆମ୍ଭମାନଙ୍କ ଦ୍ୱାରା ଏହି ପତ୍ର ଲେଖାଯାଇଅଛି। ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକାରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ ସଂଘଟିତ ନ ହେଲା ପର୍ଯ୍ୟନ୍ତ ପ୍ରଭୁଙ୍କର ସେହି ଦିନଟି ଆସିବ ନାହିଁ। ମନ୍ଦ ବ୍ୟକ୍ତିର ଦେଖା ନ ଦେବା ପର୍ଯ୍ୟନ୍ତ ସେହି ଦିନଟି ଆସିବ ନାହିଁ। ସେହି ମନ୍ଦ ବ୍ୟକ୍ତି ନରକର ଅଟେ। ସେହି ମନ୍ଦ ବ୍ୟକ୍ତି, ପରମେଶ୍ୱରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ୱାରା ଉପାସିତ, ଏହିପରି ପ୍ରତ୍ୟେକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରତ୍ୟେକଠାରୁ ଉଚ୍ଚ ବୋଲି ଦେଖାଏ, ଈଶ୍ୱରଙ୍କ ନାମରେ ଖ୍ୟାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବିରୋଧ କରେ। ସେ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ଯାଇ, ସିଂହାସନରେ ବସି ନିଜକୁ ପରମେଶ୍ୱର ବୋଲି ଘୋଷଣା କରେ।

ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ। ମନେ ଅଛି କି? ଏବେ ମନ୍ଦବ୍ୟକ୍ତିକୁ କିଏ ଅଟକାଇ ରଖିଛି, ଏହା ତୁମ୍ଭେମାନେ ଜାଣିଛ। ଯେତେବେଳେ ଉଚିତ୍ ସମୟ ଆସିବ, ସେ ନିଜକୁ ପ୍ରକାଶ କରିବ ବୋଲି ତାହାକୁ ବର୍ତ୍ତମାନ ଅଟକାଇ ରଖାଯାଇଛି। ସଂସାରରେ ଏବେ ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ଯିଏ, ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ୟପଟରୁ ଦୂରେଇ ନ ଯିବା ପର୍ଯ୍ୟନ୍ତ ସେହି ଶକ୍ତିକୁ ପ୍ରତିରୋଧ କରୁଥିବେ, ତା'ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ।

ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ୟ ଆଧାରିତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଚିହ୍ନ ଓ ଅ‌ଦ୍‌ଭୂତ କାର୍ଯ୍ୟମାନ ଘଟାଇବ। 10 ଯେଉଁ ଲୋକମାନେ ହଜିଯାଇଛନ୍ତି, ସେମାନଙ୍କୁ ଠକିବାକୁ ଏହି ମନ୍ଦବ୍ୟକ୍ତି ପ୍ରତ୍ୟେକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସେମାନେ ସତ୍ୟକୁ ଭଲ ପାଇବା ପାଇଁ ଅସ୍ୱୀକାର କଲେ, ଯାହା ଦ୍ୱାର ସେମାନେ ଉଦ୍ଧାର ପାଇଥା’ନ୍ତେ। 11 ସତ୍ୟକୁ ଭଲ ପାଇବା ପାଇଁ ସେମାନେ ମନା କରିବାରୁ, ପରମେଶ୍ୱର ମଧ୍ୟ ସେମାନଙ୍କ ପାଖକୁ ସତ୍ୟଠାରୁ ଦୂରେଇ ନେଇ ଯିବା ଭଳି ଏକ ଶକ୍ତିକୁ ପଠାନ୍ତି। ଅସତ୍ୟକୁ ବିଶ୍ୱାସ କରିବା ଲାଗି ପରମେଶ୍ୱର ସେମାନଙ୍କ ପାଖକୁ ସେହି ଶକ୍ତି ପଠାନ୍ତି। 12 ଅତଏବ ଯେଉଁମାନେ ସତ୍ୟକୁ ବିଶ୍ୱାସ କରୁ ନାହାନ୍ତି, ସେମାନେ ଦୋଷୀ ବୋଲି ବିଗ୍ଭରିତ ହେବେ। ସେମାନେ ସତ୍ୟକୁ ମାନି ନାହାନ୍ତି ଓ ମନ୍ଦ କର୍ମ କରିବାରେ ଆନନ୍ଦ ପାଇଛନ୍ତି।

ତୁମ୍ଭେମାନେ ମୁକ୍ତି ପାଇଁ ମନୋନୀତ

13 ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ। 14 ପରମେଶ୍ୱର ସେହି ମୁକ୍ତି ଦେବା ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭର ମାଧ୍ୟମରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମହିମାରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ। 15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।

16-17 ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।

ଆମ୍ଭ ପାଇଁ ପ୍ରାର୍ଥନା କର

ଭାଇ ଓ ଭଉଣୀମାନେ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହେବ। ପ୍ରାର୍ଥନା କର, ତୁମ୍ଭେମାନେ ଯେଉଁଭଳି ସେହି ଶିକ୍ଷାକୁ ସମ୍ମାନ ଦେଲ, ଠିକ୍ ସେହିଭଳି ଲୋକେ ସେହି ଶିକ୍ଷାକୁ ସମ୍ମାନ ଦେବେ। ଆହୁରି ମଧ୍ୟ ପ୍ରାର୍ଥନା କର, ଯେ ଆମ୍ଭେ ଭ୍ରଷ୍ଟ ଓ ମନ୍ଦ ଲୋକମାନଙ୍କଠାରୁ ଯେପରି ସୁରକ୍ଷିତ ରହୁ। (କାରଣ ସମସ୍ତଙ୍କର ତ ପ୍ରଭୁଙ୍କଠାରେ ବିଶ୍ୱାସ ନ ଥାଏ।)

ପରମେଶ୍ୱର ହେଉଛନ୍ତି ବିଶ୍ୱସନୀୟ। ସେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ ଓ ସେହି ଦୁଷ୍ଟାତ୍ମାଠାରୁ ରକ୍ଷା କରିବେ। ତୁମ୍ଭମାନଙ୍କୁ କୁହାଯାଇଥିବା କାମସବୁ ତୁମ୍ଭେମାନେ କରୁଛ ବୋଲି ପରମେଶ୍ୱର ଆମ୍ଭକୁ ନିଶ୍ଚିତ ଭାବେ ଉପଲ‌ବ୍‌‌‌‌ଧି କରାଇଛନ୍ତି। ଆମ୍ଭେ ଜାଣିଛୁ ଯେ, ତୁମ୍ଭେମାନେ ଏହି କାମ ସବୁ କରି ଗ୍ଭଲିଥିବ। ଖ୍ରୀଷ୍ଟଙ୍କର ଧୈର୍ଯ୍ୟ ଓ ପରମେଶ୍ୱରଙ୍କ ପ୍ରେମ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହେବା ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଗ୍ଭଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।

କର୍ମର ବାଧ୍ୟତା

ଭାଇ ଓ ଭଉଣୀମାନେ! ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳରେ, କାମ କରିବାକୁ ମନା କରୁଥିବା ବିଶ୍ୱାସୀ ଭାଇମାନଙ୍କଠାରୁ ଦୂରରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଗ୍ଭହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାନ୍ତି। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭ ପରି ତୁମ୍ଭେମାନେ ରହିବା ଉଚିତ୍। ତୁମ୍ଭମାନଙ୍କ ସହିତ ଥିଲାବେଳେ ଆମ୍ଭେ କେବେ ହେଲେ କାମ କରିବା ପାଇଁ ମନା କରି ନ ଥିଲୁ। ମୂଲ୍ୟ ନ ଦେଇ ଆମ୍ଭେ କାହାରି ଘରେ ଭୋଜନ ଗ୍ରହଣ କରି ନାହୁଁ। ଆମ୍ଭେମାନେ କାହାରି ଉପରେ ଭାର ସ୍ୱରୂପ ନ ହେବୁ ବୋଲି ସର୍ବଦା କର୍ମରତ ରହୁଥିଲୁ। ଆମ୍ଭେ ଦିନରାତି କାମ କରୁଥିଲୁ। ତୁମ୍ଭମାନଙ୍କୁ ସାହାଯ୍ୟ ମାଗିବା ନିମନ୍ତେ ଆମ୍ଭର ଅଧିକାର ଥିଲା। କିନ୍ତୁ ଆମ୍ଭେ ନିଜର ଯତ୍ନ ନିଜେ ନେବା ପାଇଁ କାମ କରୁଥିଲୁ। ତୁମ୍ଭମାନଙ୍କ ସମ୍ମୁଖରେ ଗୋଟିଏ ଆଦର୍ଶ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଆମ୍ଭେ ଏପରି କରିଥିଲୁ। 10 ତୁମ୍ଭମାନଙ୍କ ସହିତ ଥିଲାବେଳେ ଆମ୍ଭେ ତୁମ୍ଭମାନଙ୍କୁ ଗୋଟିଏ ନିୟମ ଶିଖାଇଥିଲୁ: “ଯଦି ଜଣେ କାମ ନ କରିବ, ତା'ହେଲେ ସେ ଖାଇବ ନାହିଁ।”

11 ତୁମ୍ଭମାନଙ୍କ ଦଳରେ କେତେ ଜଣ କାମ କରିବା ପାଇଁ ମନା କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ସେମାନେ କିଛି କରୁ ନାହାନ୍ତି। ସେମାନେ ଅନ୍ୟମାନଙ୍କ ଜୀବନରେ ହସ୍ତକ୍ଷେପ କରିବାରେ ସମୟ ଅତିବାହିତ କରନ୍ତି। 12 ଆମ୍ଭେ ସେମାନଙ୍କୁ ଆଦେଶ ଦେଉଛୁ ଯେ, ସେମାନେ ଅନ୍ୟମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ିଦିଅନ୍ତୁ। ସେମାନେ କର୍ମ କରି ନିଜର ଖାଦ୍ୟ ପାଇଁ ଉପାର୍ଜନ କରନ୍ତୁ। ଏଭଳି ଲୋକମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେ ଅନୁରୋଧ କରୁଛୁ ଯେ, ସେମାନେ ଏପରି କରନ୍ତୁ। 13 ଭାଇ ଓ ଭଉଣୀମାନେ! ଭଲ କାମ କରିବା ପାଇଁ କେବେ ହେଲେ କ୍ଳାନ୍ତ ହୁଅ ନାହିଁ।

14 ଆମ୍ଭେ ଏହି ପତ୍ରରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା'ହେଲେ ସେହି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହେବ। 15 କିନ୍ତୁ ତାକୁ ଶତ୍ରୁ ଭଳି ବ୍ୟବହାର ନ କରି, ଭାଇ ଭଳି ଚେତେଇ ଦିଅ।

ଶେଷ କଥା

16 ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରତ୍ୟେକ କ୍ଷେତ୍ରରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।

17 ମୁଁ ପାଉଲ, ମୋ’ ନିଜ ହାତରେ ଲେଖିଥିବା ଏହି ପତ୍ର ମୋ’ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମୋର ବୋଲି ଜଣାଇ ଦେବା ପାଇଁ ମୁଁ ମୋର ସମସ୍ତ ପତ୍ରରେ ଦସ୍ତଖତ କରିଛି। ମୋ’ ଲେଖିବାର ଢଙ୍ଗ ଏହିପରି।

18 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center