Beginning
ପରମେଶ୍ୱର ନିଜ ପୁତ୍ର ମାଧ୍ୟମରେ କଥା କହିଛନ୍ତି
1 ଅତୀତରେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ କଥା କହିଥିଲେ। 2 କିନ୍ତୁ ଏହି ଶେଷ ସମୟରେ ପରମେଶ୍ୱର ଆପଣା ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ୱାରା ସାରା ବିଶ୍ୱ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସେହି ପୁତ୍ର ପରମେଶ୍ୱରଙ୍କ ମହିମା ପ୍ରକାଶ କରନ୍ତି। 3 ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ। 4 ପରମେଶ୍ୱର ତାହାଙ୍କୁ ସମସ୍ତ ସ୍ୱର୍ଗଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେକୌଣସି ସ୍ୱର୍ଗଦୂତଙ୍କଠାରୁ ମଧ୍ୟ ଅଧିକ ମହାନ୍ ହୋଇଅଛନ୍ତି।
5 ଆହୁରି ମଧ୍ୟ ସେ କୌଣସି ସ୍ୱର୍ଗଦୂତଙ୍କୁ କହି ନ ଥିଲେ ଯେ:
“ତୁମ୍ଭେ ମୋର ପୁତ୍ର;
ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।”(A)
ପୁନର୍ବାର ପରମେଶ୍ୱର କୌଣସି ସ୍ୱର୍ଗଦୂତକୁ ଏହା କହି ନାହାନ୍ତି ଯେ,
“ମୁଁ ତା'ର ପିତା ହେବି,
ସେ ମୋର ପୁତ୍ର ହେବ।”(B)
6 ଓ ଯେତେବେଳେ ପରମେଶ୍ୱର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ୟକୁ ଆଣିବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି:
“ପରମେଶ୍ୱରଙ୍କର ସବୁ ସ୍ୱର୍ଗଦୂତ ପୁତ୍ରଙ୍କୁ ପ୍ରଣାମ କରନ୍ତୁ।”[a]
7 ନିଜର ସ୍ୱର୍ଗଦୂତମାନଙ୍କ ବିଷୟରେ ପରମେଶ୍ୱର କହିଛନ୍ତି:
“ପରମେଶ୍ୱର ଆପଣା ସ୍ୱର୍ଗଦୂତମାନଙ୍କୁ ବାୟୁସ୍ୱରୂପ କରନ୍ତି,
ଓ ଆପଣା ସେବକମାନଙ୍କୁ ଅଗ୍ନିର ଶିଖା ସ୍ୱରୂପ କରନ୍ତି।”(C)
8 କିନ୍ତୁ ପରମେଶ୍ୱର ନିଜ ପୁତ୍ର ବିଷୟରେ କୁହନ୍ତି:
“ହେ ପରମେଶ୍ୱର! ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ,
ତୁମ୍ଭେ ନ୍ୟାୟରେ ରାଜ୍ୟଶାସନ କରିବ
9 ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର।
ଅତଏବ ପରମେଶ୍ୱର, ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା
ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।”(D)
10 ପରମେଶ୍ୱର ଏହା ମଧ୍ୟ କହନ୍ତି:
“ହେ ପ୍ରଭୁ! ତୁମ୍ଭେ ଆରମ୍ଭରେ ପୃଥିବୀ ନିର୍ମାଣ କଲ,
ଓ ତୁମ୍ଭର ହାତ ଆକାଶ ନିର୍ମାଣ କଲା।
11 ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ୟସ୍ଥାୟୀ।
ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହୋଇଯିବ।
12 ତୁମ୍ଭେ ଗ୍ଭଦର ଭଳି ସେହିସବୁ ଗୁଡ଼ାଇବ
ଓ ସେମାନେ ବସ୍ତ୍ର ଭଳି ପରିବର୍ତ୍ତିତ ହେବେ।
କିନ୍ତୁ ତୁମ୍ଭେ କଦାପି ବଦଳିବ ନାହିଁ,
ଓ ତୁମ୍ଭ ଜୀବନର ଶେଷ ହେବ ନାହିଁ।”(E)
13 ପରମେଶ୍ୱର କେବେ ହେଲେ କୌଣସି ସ୍ୱର୍ଗଦୂତକୁ କହିଛନ୍ତି କି ଯେ:
“ଯେତେବେଳ ପର୍ଯ୍ୟନ୍ତ ମୁଁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ତୁମ୍ଭ କର୍ତ୍ତୃତ୍ୱରେ ନ ଆଣିଛି,
ସେ ପର୍ଯ୍ୟନ୍ତ ମୋ’ ଡାହାଣରେ ବସିଥାଅ।”(F)
14 ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି।
ବ୍ୟବସ୍ଥା ଅପେକ୍ଷା ଆମ୍ଭର ପରିତ୍ରାଣ ସର୍ବଶ୍ରେଷ୍ଠ
2 ଅତଏବ, ଆମ୍ଭକୁ ଶିଖା ଯାଇଥିବା କଥାଗୁଡ଼ିକୁ ପାଳନ କରିବା ବିଷୟରେ ଅଧିକ ମନୋଯୋଗୀ ହେବା ଦରକାର, ନଚେତ୍ ସତ୍ୟମାର୍ଗରୁ ବିଚଳିତ ହୋଇ ପଥଭ୍ରଷ୍ଟ ହେବୁ। 2 ସ୍ୱର୍ଗଦୂତମାନଙ୍କ ମାଧ୍ୟମରେ ପରମେଶ୍ୱର କହିଥିବା ଶିକ୍ଷା ସତ୍ୟ ବୋଲି ଦେଖାଇ ଦିଆଗଲା। ପ୍ରତ୍ୟେକ ଥର ଯିହୂଦୀମାନେ ତାହାର ବିରୁଦ୍ଧାଚରଣ କରି ଦଣ୍ଡ ପାଇଥିଲେ। ଯେତେବେଳେ ସେହି ଶିକ୍ଷାକୁ ସେମାନେ ଅବମାନନା କଲେ, ସେମାନେ ଦଣ୍ଡିତ ହେଲେ। 3 ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବହେଳା କଲେ, ଆମ୍ଭେ ମଧ୍ୟ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ୟକ୍ତି, ଯିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟରେ କହିଲେ। ଯେଉଁମାନେ ଶୁଣିଲେ, ସେମାନେ ଆମ୍ଭକୁ ଏହାର ସତ୍ୟତା ପ୍ରମାଣ କରି ଦେଖାଇ ଦେଲେ। ଆଶ୍ଚର୍ଯ୍ୟକର୍ମ, ନାନାଦି ଚିହ୍ନ ଓ ଅନେକ ପ୍ରକାରର ଅଦ୍ଭୂତ 4 କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି।
ଲୋକମାନଙ୍କୁ ରକ୍ଷା କରିବା ପାଇଁ ଯୀଶୁ ଖ୍ରୀଷ୍ଟ ମାନବ ଦେହ ଧାରଣ କଲେ
5 ଯେଉଁ ଭାବୀଜଗତ ବିଷୟରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ୱର ଦୂତମାନଙ୍କୁ ବାଛି ନାହାନ୍ତି। 6 ଶାସ୍ତ୍ରରେ କୌଣସି ସ୍ଥାନରେ ଏପରି ଲେଖା ଅଛି:
“ପରମେଶ୍ୱର!
ତୁମ୍ଭେ କାହିଁକି ମନୁଷ୍ୟ ବିଷୟରେ ଚିନ୍ତା କର?
ତୁମ୍ଭେ କାହିଁକି ମନୁଷ୍ୟ ସନ୍ତାନ ପାଇଁ ଚିନ୍ତିତ ହୁଅ?
ସେ କ’ଣ ସତରେ ମହାନ ଅଟନ୍ତି ଯେ
7 ତୁମ୍ଭେ ସ୍ୱର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ୟୁନ କରିଅଛ?
ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,
8 ଓ ପ୍ରତ୍ୟେକ ବିଷୟ ତା’ ନିୟନ୍ତ୍ରଣରେ ରଖିଅଛ।”(G)
ଯଦି ପରମେଶ୍ୱର ପ୍ରତ୍ୟେକ ବିଷୟକୁ ତା'ର ବଶୀଭୂତ କଲେ, ତାହାହେଲେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାଙ୍କ ନିୟନ୍ତ୍ରଣାଧୀନ ନୁହେଁ। କିନ୍ତୁ ଆମ୍ଭେ ଏବେ ସୁଦ୍ଧା ପ୍ରତ୍ୟେକ ବିଷୟ ଉପରେ ତାହାଙ୍କୁ କର୍ତ୍ତୃତ୍ୱ କରିବା ଦେଖି ପାରୁ ନାହୁଁ। 9 ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ୱର୍ଗଦୂତମାନଙ୍କଠାରୁ ନିମ୍ନ ସ୍ତରରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ୟୁ ଅଟେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଯୀଶୁ ପ୍ରତ୍ୟେକ ଲୋକଙ୍କ ପାଇଁ ମୃତ୍ୟୁ ବରଣ କଲେ।
10 ପରମେଶ୍ୱର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟ ଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଧିଷ୍ଟ। ଅନେକ ଲୋକ ଯେପରି ତାହାଙ୍କ ଗୌରବରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ୟମରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦେଖାଇଲେ।
11 ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ। 12 ଯୀଶୁ କୁହନ୍ତି:
“ହେ ପରମେଶ୍ୱର, ମୁଁ ମୋର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟରେ କହିବି।
ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗରେ, ମୁଁ ତୁମ୍ଭର ପ୍ରଶଂସା ପାଇବି।”(H)
13 ସେ ଆହୁରି କହନ୍ତି:
“ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରିବି।”(I)
ଓ ସେ କୁହନ୍ତି:
“ମୁଁ ଏହିଠାରେ ଅଛି, ଓ ପରମେଶ୍ୱରଙ୍କ ଦତ୍ତ ସନ୍ତାନଗଣ ମଧ୍ୟ ମୋ’ ସହିତ ଅଛନ୍ତି।”(J)
14 ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ। 15 ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ। 16 କାରଣ ପ୍ରକୃତରେ ଯୀଶୁ ସ୍ୱର୍ଗଦୂତମାନଙ୍କ ପ୍ରତି ମନଯୋଗୀ ନ ହୋଇ ଅବ୍ରହାମଙ୍କର ସନ୍ତାନମାନଙ୍କୁ ସାହାଯ୍ୟ କରନ୍ତି। 17 ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18 ଯୀଶୁ ପରୀକ୍ଷିତ ହୋଇ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସକ୍ଷମ ଅଟନ୍ତି।
ମୋଶାଙ୍କଠାରୁ ଯୀଶୁ ମହାନ
3 ଅତଏବ ତୁମ୍ଭେମାନେ ସମସ୍ତେ ଯୀଶୁଙ୍କଠାରେ ମନ ଦିଅ। ପରମେଶ୍ୱର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ୱାସର ମହାଯାଜକ। ମୋ’ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏ କଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି। 2 ପରମେଶ୍ୱର ଯୀଶୁଙ୍କୁ ମହାଯାଜକ ସ୍ୱରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମୋଶାଙ୍କ ପରି ଯୀଶୁ ମଧ୍ୟ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ଈଶ୍ୱରଙ୍କ ଗୃହରେ ଈଶ୍ୱର ଇଚ୍ଛା କରୁଥିବା ସମସ୍ତ କାର୍ଯ୍ୟ ସେ କଲେ। 3 ଯେତେବେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନାରେ ସେହି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ୟ ଏହା ପ୍ରଜୁଜ୍ୟ। ମୋଶାଙ୍କ ତୁଳନାରେ ଯୀଶୁ ଅଧିକ ସମ୍ମାନର ଯୋଗ୍ୟ। 4 ପ୍ରତ୍ୟେକ ଘର କୌଣସି ଲୋକ ଦ୍ୱାରା ନିର୍ମିତ। 5 କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ। 6 କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ୱରଙ୍କ ଗୃହର ତତ୍ତ୍ୱାବଧାନରେ ବିଶ୍ୱସ୍ତ ଥିଲେ। ଆମ୍ଭେ ବିଶ୍ୱାସୀଗଣ ପରମେଶ୍ୱରଙ୍କ ଗୃହ ପରିବାର ସ୍ୱରୂପ ଅଟୁ। ଯଦି ଆମ୍ଭେ ସେହି ମହତ୍ ଆଶାର ଅପେକ୍ଷାରେ ଦୃଢ଼ ଓ ଅଟଳ ରହିବା, ତା'ହେଲେ ଆମ୍ଭ ଅନ୍ତରରେ ପରମେଶ୍ୱର ବାସ କରିବେ।
ଆମ୍ଭେ ପରମେଶ୍ୱରଙ୍କୁ ଅନୁସରଣ କରି ଗ୍ଭଲିଥିବା
7 ଅତଏବ ପବିତ୍ରଆତ୍ମା କୁହନ୍ତି:
“ଯଦି ତୁମ୍ଭେମାନେ “ଆଜି’ ପରମେଶ୍ୱରଙ୍କ ବାକ୍ୟ ଶୁଣ,
8 ତେବେ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କରିବା ଦିନ
ଯେପ୍ରକାର ପରମେଶ୍ୱରଙ୍କ ବିରୁଦ୍ଧରେ ଥିଲେ,
ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।
9 ଗ୍ଭଳିଶ୍ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମୋର କାର୍ଯ୍ୟ ଗୁଡ଼ିକ ଦେଖିଲେ।
ତଥାପି ସେମାନେ ମୋ’ ଧୈର୍ଯ୍ୟର ପରୀକ୍ଷା ନେଲେ।
10 ସେଥିପାଇଁ ମୁଁ ସେହି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି।
ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ୍ ଅଟେ।
ସେମାନେ ମୋର ମାର୍ଗ ବୁଝନ୍ତି ନାହିଁ।
11 ଅତଏବ ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି,
‘ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମସ୍ଥଳରେ[b] ପ୍ରବେଶ କରିବେ ନାହିଁ।’”(K)
12 ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧ୍ୟରେ କେହି ପାପ ନ କର, ଅବିଶ୍ୱାସୀ ନ ହୁଅ, ଓ ଜୀବିତ ପରମେଶ୍ୱରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ। 13 କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର। 14 କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ବଜାୟ ରଖିବ, ତାହାହେଲେ ଯୀଶୁ ଖ୍ରୀଷ୍ଟଙ୍କ ସମସ୍ତ ଅଧିକାରରେ ସହଭାଗୀ ହେବ। 15 ଏହା ହିଁ ଶାସ୍ତ୍ର ମଧ୍ୟ କୁହେ:
“ତୁମ୍ଭେମାନେ ଯଦି ଆଜି ପରମେଶ୍ୱରଙ୍କ ବାକ୍ୟ ଶୁଣ,
ତା'ହେଲେ ଅତୀତରେ ଯେପରି ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରିଥିଲ, ସେହିପରି ଆପଣା ହୃଦୟ କଠିନ ନ କର।”(L)
16 ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି। 17 ପରମେଶ୍ୱର ଗ୍ଭଳିଶ୍ ବର୍ଷ ଧରି ତାହା ପ୍ରତି କ୍ରୋଧ କରିଥିଲେ? ଯେଉଁମାନେ ପାପ କରିଥିଲେ ସେମାନଙ୍କ ପ୍ରତି ପରମେଶ୍ୱର କ୍ରୋଧ କରିଥିଲେ। ସେମାନେ ମରୁଭୂମିରେ ମଲେ। 18 ପରମେଶ୍ୱରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ୱରଙ୍କ ଆଜ୍ଞାର ଅବାଧ୍ୟ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ। 19 ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।
4 ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ଏଥିରୁ ବଞ୍ଚିତ ନ ହେଉ, ଏଥିପାଇଁ ସତର୍କତାର ଜୀବନ କାଟିବା ଉଚିତ୍। 2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସେହିପରି ସୁସମାଗ୍ଭର କୁହାଯାଇଅଛି, କିନ୍ତୁ ସେମାନେ ଶୁଣି ମଧ୍ୟ ତାହାକୁ ବିଶ୍ୱାସପୂର୍ବକ ନିଜସ୍ୱ ନ କରିବାରୁ ସେମାନଙ୍କ ପକ୍ଷରେ ସୁସମାଗ୍ଭର ଲାଭଜନକ ହେଲା ନାହିଁ। 3 ଆମ୍ଭେ ବିଶ୍ୱାସୀ ଲୋକମାନେ ବିଶ୍ରାମ ସ୍ଥଳରେ ପ୍ରବେଶ କରିବାକୁ ସକ୍ଷମ ଅଟୁ। ଯେପରି ପରମେଶ୍ୱର କହିଅଛନ୍ତି:
“ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି;
ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।”(M)
ପରମେଶ୍ୱର ଏହା କହିଲେ। କିନ୍ତୁ ଜଗତ ସୃଷ୍ଟି କରିବା ଦିନଠାରୁ ପରମେଶ୍ୱରଙ୍କ କାମ ସରିଯାଇଥିଲା। 4 ଶାସ୍ତ୍ରର କୌଣସି ସ୍ଥାନରେ ପରମେଶ୍ୱର ସପ୍ତାହର ସପ୍ତମ ଦିନ ବିଷୟରେ କହିଛନ୍ତି: “ସପ୍ତମ ଦିନରେ ପରମେଶ୍ୱର ନିଜର ସମସ୍ତ କାମରୁ ବିଶ୍ରାମ ନେଲେ।”(N) 5 ପରମେଶ୍ୱର ଆଉ ଏକ ଶାସ୍ତ୍ରରେ କହିଛନ୍ତି: “ସେହି ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।”(O)
6 ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଗ୍ଭର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ଯୋଗୁଁ ସେମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ୟ କେବେ ଲୋକ ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ୱର ଆଉ ଗୋଟିଏ ବିଶେଷ ଦିନ ଅର୍ଥାତ୍ ‘ଆଜିଦିନ’[c] ନିରୂପଣ କଲେ। 7 ଏହି ଦିନଟି ବିଷୟରେ ପରମେଶ୍ୱର ବହୁତ ଦିନ ପରେ ଦାଉଦଙ୍କ ମାଧ୍ୟମରେ କହିଛନ୍ତି। ସେହି ଶାସ୍ତ୍ରରେ ଆମ୍ଭେ ପୂର୍ବରୁ କହିଛୁ:
“ଯଦି ତୁମ୍ଭେମାନେ ‘ଆଜି’ ପରମେଶ୍ୱରଙ୍କ ବାଣୀ ଶୁଣିଛ,
ତାହାହେଲେ ପୂର୍ବପରି ଆପଣା ହୃଦୟ କଠିନ ନ କର।”(P)
8 ଆମ୍ଭେ ଜାଣୁ ଯେ ଯିହୋଶୂୟ ଲୋକଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞାକୃତ ବିଶ୍ରାମସ୍ଥଳକୁ ନେଇଯାଇ ନ ଥିଲେ। ଯଦି ସେ ନେଇଥା’ନ୍ତେ, ତେବେ ପରମେଶ୍ୱର ବିଶ୍ରାମ ପାଇଁ ଆଉ ଗୋଟିଏ ଦିନ ‘ଆଜି’ ବୋଲି ଘୋଷଣା କରି ନ ଥା’ନ୍ତେ। 9 ଏହା ପ୍ରମାଣିତ କରେ ଯେ, ପରମେଶ୍ୱରଙ୍କ ଲୋକମାନଙ୍କ ଲାଗି ସପ୍ତମ ଦିନର ବିଶ୍ରାମ ଭୋଗିବାର ବାକି ଅଛି। 10 ପରମେଶ୍ୱର ନିଜ କାମ ସମାପ୍ତ କଲା ପରେ ବିଶ୍ରାମ କଲେ। ସେପ୍ରକାର ପରମେଶ୍ୱରଙ୍କ ପରି ମନୁଷ୍ୟ ଆପଣା କାର୍ଯ୍ୟ ସମାପ୍ତ କଲାପରେ ବିଶ୍ରାମ ପାଇଥାଏ। 11 ଅତଏବ, ଆମ୍ଭେ ପରମେଶ୍ୱରଙ୍କ ସେହି ବିଶ୍ରାମସ୍ଥଳରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ୟକ। ପରମେଶ୍ୱରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରନ୍ତି ନାହିଁ, ସେହି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭେମାନେ ଯଥାସାଧ୍ୟ ପରିଶ୍ରମ କରିବା ଆବଶ୍ୟକ।
12 ପରମେଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ଅଟେ। ତାହାଙ୍କର ବାକ୍ୟ ଯେକୌଣସି ଦ୍ୱିଧାର ଖଡ଼୍ଗଠାରୁ ମଧ୍ୟ ଅଧିକ ଧାରୁଆ। ପରମେଶ୍ୱରଙ୍କ ବାକ୍ୟ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭେଦ କରିପାରେ। ଏହା ହୃଦୟର ଚିନ୍ତା ଓ ଭାବର ବିଗ୍ଭର କରେ। 13 ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ।
ଯୀଶୁ ଆମ୍ଭକୁ ପରମେଶ୍ୱରଙ୍କ ସମ୍ମୁଖୀନ ହେବାରେ ସାହାଯ୍ୟ କରନ୍ତି
14 ପୁତ୍ର ପ୍ରଭୁ ଯୀଶୁ ପରମେଶ୍ୱରଙ୍କ ସହିତ ରହିବା ପାଇଁ ସ୍ୱର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାଯାଜକ। 15 ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ୱାସରେ ଦୃଢ଼ ରହିବା ଉଚିତ୍। ମହାଯାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତରେ ଥିବା ବେଳେ ସେ ପ୍ରତ୍ୟେକ ଭାବରେ ପରୀକ୍ଷିତ ହେଲେ। 16 ଆମ୍ଭେମାନେ ଉପଯୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ୱରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାଯାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।
5 ପ୍ରତ୍ୟେକ ଯିହୂଦୀ ମହାଯାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ୱରଙ୍କୁ ଆପଣା ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସେହି ମହାଯାଜକ ଲୋକମାନଙ୍କୁ ସାହାଯ୍ୟ କରନ୍ତି। 2 ଅନ୍ୟ ଲୋକମାନଙ୍କ ଭଳି ମହାଯାଜକର ମଧ୍ୟ ଦୁର୍ବଳତା ରହିଛି, ତେଣୁ ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ। 3 ମହାଯାଜକ ଅନ୍ୟଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ୟ ଦୁର୍ବଳତା ଥିବା ହେତୁରୁ ସେ ମଧ୍ୟ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।
4 ମହାଯାଜକ ହେବା ଏକ ସମ୍ମାନର ବିଷୟ। କିନ୍ତୁ କେହି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ହେବାକୁ ପଡ଼ିବ, ଯେପରି ହାରୋଣ ଆହୂତ ହୋଇଥିଲେ। 5 ଖ୍ରୀଷ୍ଟ ମଧ୍ୟ ସେହି ଡକା ହୋଇଥିଲେ। ସେ ପରମେଶ୍ୱରଙ୍କ ଦ୍ୱାରା ସେ ମନୋନୀତ ହୋଇଥିଲେ। ପରମେଶ୍ୱର ତାହାଙ୍କୁ କହିଲେ:
“ତୁମ୍ଭେ ମୋର ପୁତ୍ର;
ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।”(Q)
6 ଅନ୍ୟ ଗୋଟିଏ ସ୍ଥାନରେ ପରମେଶ୍ୱର କୁହନ୍ତି:
“ମଲ୍କୀଷେଦକଙ୍କ ପରି
ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”(R)
7 ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ। 8 ଯୀଶୁ ପରମେଶ୍ୱରଙ୍କ ପୁତ୍ର ଥିଲେ। ତଥାପି ଦୁଃଖ ଭୋଗ ଦ୍ୱାରା ଆଜ୍ଞା ବହତା ଶିଖିଲେ। 9 ପୁଣି ଯୀଶୁ ନିର୍ଦ୍ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସେମାନେ ଅନନ୍ତ ଜୀବନ ପାଇ ପାରିବେ। 10 ପରମେଶ୍ୱର ମଲ୍କୀଷେଦକଙ୍କ ଭଳି ଯୀଶୁଙ୍କୁ ମହାଯାଜକ ରୂପେ ବାଛିଲେ।
ପତନ ବିରୁଦ୍ଧରେ ସତର୍କ ବାଣୀ
11 ଏ ବିଷୟରେ ଆମ୍ଭର ତୁମ୍ଭମାନଙ୍କୁ ଅନେକ କଥା କହିବା ପାଇଁ ଅଛି। କିନ୍ତୁ ଯେହେତୁ ତୁମ୍ଭେମାନେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର। 12 ବର୍ତ୍ତମାନ ପର୍ଯ୍ୟନ୍ତ ଯେତିକି ସମୟ ଅତିବାହିତ ହୋଇ ଗଲାଣି, ତୁମ୍ଭେମାନେ ଉପଦେଶକ ହୋଇ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ୱରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭେମାନେ ଏବେ ମଧ୍ୟ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭେମାନେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହୋଇ ନାହଁ। 13 ଯେ କେବଳ କ୍ଷୀର ଖାଇ ବଞ୍ଚେ, ସେ ଶିଶୁପରି। ସେ ବ୍ୟକ୍ତି ଉଚିତ୍ ଶିକ୍ଷା କ’ଣ ତାହା ଜାଣି ନାହିଁ। ସେମାନେ ଭଲ ଓ ମନ୍ଦର ପାର୍ଥକ୍ୟ ନିରୂପଣ କରିବା ପାଇଁ ଆତ୍ମିକ ଶିକ୍ଷା ଗୁଡ଼ିକ ଲାଭ କରିଛନ୍ତି। 14 କିନ୍ତୁ କଠିନ ଖାଦ୍ୟ ସେହିମାନଙ୍କ ପାଇଁ ଯେଉଁମାନେ ଶିଶୁପରି ବ୍ୟବହାର ବନ୍ଦ କରି ଦେଇଛନ୍ତି। ଏହା ସେହିମାନଙ୍କ ପାଇଁ ଯେଉଁମାନେ ଆତ୍ମାରେ ବୃଦ୍ଧି ପାଇଛନ୍ତି।
6 ଅତଏବ ଖ୍ରୀଷ୍ଟଙ୍କ ବିଷୟରେ ପ୍ରାରମ୍ଭିକ ଶିକ୍ଷାର ସମାପ୍ତି ଘଟାଇବା ଦରକାର। ଆମ୍ଭେ ଯେଉଁସବୁ କାର୍ଯ୍ୟ କରିବା ଆରମ୍ଭ କରିଛୁ, ତହିଁରୁ ପଶ୍ଚାତ୍ପଦ ହେବା ନାହିଁ। ଯେତେବେଳେ ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆମ୍ଭ ଜୀବନ ଆରମ୍ଭ କରିଲୁ, ଆମ୍ଭେମାନେ ମନ୍ଦକର୍ମରୁ ବିମୁଖ ହୋଇ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲୁ। 2 ସେତେବେଳେ ଆମ୍ଭେ ବାପ୍ତିସ୍ମ ବିଷୟରେ ଲୋକଙ୍କୁ ହସ୍ତାର୍ପଣ କରିବା ବିଷୟରେ, ମୃତ୍ୟୁରୁ ପୁନରୁତ୍ଥିତ ହେବା ବିଷୟରେ ଓ ଶେଷ ବିଗ୍ଭର ବିଷୟରେ ଶିକ୍ଷା ପାଇଥିଲୁ। କିନ୍ତୁ ଏବେ ଆମ୍ଭେ ସିଦ୍ଧିଲାଭ କରିବାକୁ ଅଗ୍ରସର ହେବା ଉଚିତ୍। 3 ହଁ ଯଦି ପରମେଶ୍ୱର ଅନୁମତି ଦିଅନ୍ତି, ଆମ୍ଭେ ଏପରି କରିବା।
4-6 ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦେଲା ପରେ କ’ଣ ତୁମ୍ଭେମାନେ ସେମାନଙ୍କ ଜୀବନ କେବେ ପରିବର୍ତ୍ତନ କରି ପାରିବ? ଯେଉଁମାନେ ସତ୍ୟର ଶିକ୍ଷା ପାଇ ସାରିଛନ୍ତି ମୁଁ ସେମାନଙ୍କୁ ଏହା କହୁଛି। ସେମାନେ ପରମେଶ୍ୱରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ରଆତ୍ମାଙ୍କ ସହଭାଗୀ ହୋଇଛନ୍ତି। ସେମାନେ ପରମେଶ୍ୱରଙ୍କ କଥା ଶୁଣିଲେ ଓ ପରମେଶ୍ୱରଙ୍କ ଭାବୀଜଗତର ମହାନ୍ ଶକ୍ତି ଗୁଡ଼ିକୁ ଦେଖିଥିଲେ। ସେମାନେ ତହିଁର ଉତ୍ତମତା ଜୀବନରେ ଉପଲବ୍ଧି କରିଛନ୍ତି। କିନ୍ତୁ ତା'ପରେ ମଧ୍ୟ ସେମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ିଛନ୍ତି। ସେମାନେ ଯୀଶୁଙ୍କୁ ପୁନର୍ବାର କ୍ରୁଶରେ ଚଢ଼ାଇ କଣ୍ଟା ମାରୁଛନ୍ତି। ସେମାନେ ସମସ୍ତଙ୍କ ଆଗରେ ଯୀଶୁ ଖ୍ରୀଷ୍ଟଙ୍କୁ ଅପମାନିତ କରୁଛନ୍ତି।
7 ସେ ଲୋକମାନେ ହେଉଛନ୍ତି ପ୍ରଚୁର ବୃଷ୍ଟି ହେଉଥିବା କ୍ଷେତ୍ର ସଦୃଶ। କୃଷକ ଲୋକମାନଙ୍କ ପାଇଁ ଶସ୍ୟ ଉତ୍ପନ୍ନ କରିବା ନିମନ୍ତେ ସେହି କ୍ଷେତ୍ରର ରକ୍ଷଣ ବେକ୍ଷଣ କରେ। ଯଦି ସେହି କ୍ଷେତ୍ର ଲୋକମାନଙ୍କ ପାଇଁ ଉପଯୋଗୀ ଫସଲ ଉତ୍ପନ୍ନ କରେ, ତାହା, ପରମେଶ୍ୱରଙ୍କର ଆଶୀର୍ବାଦ ପାଏ। 8 କିନ୍ତୁ ଯଦି ସେହି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା'ହେଲେ ତାହା ଅକାମୀ ଅଟେ। ସେହି ଭୂମି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ଅଭିଶପ୍ତ ହୁଏ, ଓ ଶେଷରେ ତାହା ଅଗ୍ନି ଦ୍ୱାରା ବିନଷ୍ଟ ହେବ।
9 ପ୍ରିୟ ମିତ୍ରଗଣ! ଆମ୍ଭେ ତୁମ୍ଭମାନଙ୍କୁ ଏହି କଥା କହୁଛୁ। କିନ୍ତୁ ପ୍ରକୃତରେ ଆମ୍ଭେ ତୁମ୍ଭମାନଙ୍କଠାରୁ ଅଧିକ ଉତ୍ତମ ବିଷୟ ଆଶା କରୁ। ଆମ୍ଭେ ନିଶ୍ଚିତ ଯେ ତୁମ୍ଭେମାନେ ପରିତ୍ରାଣର କଥା ଆମ୍ଭକୁ କହିବ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଯେଉଁ ପ୍ରେମଭାବ ପ୍ରଦର୍ଶିତ କରିଛ, ସେହି ଭଲ କାମକୁ ପରମେଶ୍ୱର ସଦାସର୍ବଦା ମନେ ରଖିବେ। 10 ପରମେଶ୍ୱର ହେଉଛନ୍ତି ନ୍ୟାୟୀ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଗ୍ଭଲିଛ, ଏ କଥା ସେ ମନେ ରଖିବେ। 11 ଆମ୍ଭେ ଗ୍ଭହୁଁ ଯେ ତୁମ୍ଭମାନଙ୍କ ଭିତରୁ ପ୍ରତ୍ୟେକ ଜୀବନସାରା ସେହିଭଳି କଠୋର ପରିଶ୍ରମ କରୁଥାଅ। ତେବେ ତୁମ୍ଭେମାନେ ତୁମ୍ଭର ପ୍ରତ୍ୟାଶିତ ମହତ୍ ବିଷୟ ଲାଭ କରିବ। 12 ତୁମ୍ଭେମାନେ ଆଳସ୍ୟପରାୟଣ ନ ହୋଇ ଯେପରି ପରମେଶ୍ୱରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହୋଇଥିବା ଲୋକମାନଙ୍କ ପରି ହୁଅ, ଏ କଥା ଆମ୍ଭେ ଗ୍ଭହୁଁ। ସେମାନେ ତାହାଙ୍କର ବିଶ୍ୱାସ ଓ ଧୈର୍ଯ୍ୟ ହେତୁରୁ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।
13 ପରମେଶ୍ୱର ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ। ପରମେଶ୍ୱରଙ୍କ ବ୍ୟତୀତ ମହାନ ଲୋକ ଆଉ କେହି ନାହାନ୍ତି। ଅତଏବ ପରମେଶ୍ୱର ନିଜ ନାମରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି। 14 ପରମେଶ୍ୱର କହିଲେ: “ମୁଁ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବି। ମୁଁ ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବି।”(S) 15 ଅବ୍ରହାମ ଧୈର୍ଯ୍ୟପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାନୁସାରେ ଫଳପ୍ରାପ୍ତ ହେଲେ।
16 ମନୁଷ୍ୟମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନେଇ ଶପଥ କରିଥା’ନ୍ତି। ଏହା ଦ୍ୱାରା ସେମାନଙ୍କର କଥାର ସତ୍ୟତା ପ୍ରମାଣିତ ହୁଏ ଓ ସେମାନଙ୍କ ବିବାଦର ନିଷ୍ପତ୍ତି ହୁଏ। 17 ପରମେଶ୍ୱର ନିଜ ପ୍ରତିଜ୍ଞାର ସତ୍ୟତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସେମାନଙ୍କୁ ସ୍ପଷ୍ଟ ଭାବରେ ବୁଝାଇ ଦେବାକୁ ଗ୍ଭହିଁଲେ ଯେ ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ୱର ଯାହା କହନ୍ତି, ତାହା ନିଶ୍ଚିତ ହେବ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ୟ କରନ୍ତି। 18 ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ।
ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ। 19 ଆମ୍ଭର ସେହି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢ଼ୁଆଳରେ ଥିବା ପବିତ୍ର ସ୍ଥାନରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରଖେ। 20 ଯୀଶୁ ଆଗରୁ ସେଠାକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲ୍କୀଷେଦକଙ୍କ ଭଳି ଯୀଶୁ ଅନନ୍ତକାଳୀନ ମହାଯାଜକ ଅଟନ୍ତି।
2010 by World Bible Translation Center