Beginning
ଯାଜକ ମଲ୍କୀଷେଦକ
7 ମଲ୍କୀଷେଦକ ଶାଲେମର ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ୱରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫେରିଲା ବେଳେ ମଲ୍କୀଷେଦକ ଅବ୍ରହାମଙ୍କୁ ଦେଖାକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ। 2 ଯୁଦ୍ଧରେ ଜିତି ଅବ୍ରହାମ ଯାହା ପାଇଥିଲେ ତା'ର ଏକ ଦଶମାଂସ ସେ ମଲ୍କୀଷେଦକଙ୍କୁ ଦେଲେ।
ମଲ୍କୀଷେଦକ ନାମର ଅର୍ଥ: ପ୍ରଥମଟି ହେଉଛି “ଧର୍ମରାଜା” ଓ ଦ୍ୱିତୀୟଟି ହେଲା “ଶାଲେମର ରାଜା” ଅର୍ଥାତ୍ “ଶାନ୍ତିର ରାଜା”। 3 କେହିହେଲେ ମଲ୍କୀଷେଦକଙ୍କ ପିତା କି ମାତାଙ୍କ ବିଷୟରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କେବେ ଜନ୍ମଗ୍ରହଣ କଲେ, ଓ କେବେ ମଲେ ତା'ମଧ୍ୟ କେହି ଜାଣନ୍ତି ନାହିଁ। ମଲ୍କୀଷେଦକ ପରମେଶ୍ୱରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହୋଇ ରହିଛନ୍ତି।
4 ମଲ୍କୀଷେଦକ କେତେ ମହାନ୍ ବ୍ୟକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ଯୁଦ୍ଧରେ ଯାହାକିଛି ଜିତି ଥିଲେ ତା'ର ଏକ ଦଶମାଂଶ ମଲ୍କୀଷେଦକଙ୍କୁ ଦେଲେ। 5 ବ୍ୟବସ୍ଥା ଅନୁସାରେ ଲେବୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜଲୋକ ଯିହୂଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି। 6 ମଲ୍କୀଷେଦକ ଲେବୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ। 7 ସମସ୍ତେ ଜାଣନ୍ତି ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।
8 ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସେମାନେ ସାଧାରଣ ମନୁଷ୍ୟ ପରି ବଞ୍ଚି ପରିଶେଷରେ ମୃତ୍ୟୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମଲ୍କୀଷେଦକ ଶାସ୍ତ୍ର ଅନୁସାରେ ଏବେ ମଧ୍ୟ ଜୀବିତ। 9 ଲେବୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତେବେଳେ ଅବ୍ରହାମ ମଲ୍କୀଷେଦକଙ୍କୁ ଦଶମାଂଶ ଦେଲେ, ତା'ର ଅର୍ଥ ଲେବୀ ମଧ୍ୟ ତାହା ଦେଲେ। 10 ଲେବୀ ସେ ପର୍ଯ୍ୟନ୍ତ ଜନ୍ମ ନ ହୋଇଥିଲେ ସୁଦ୍ଧା ଅବ୍ରହାମ ମଲ୍କୀଷେଦକଙ୍କୁ ଭେଟିବା ସମୟରେ ଲେବୀ ଅବ୍ରହାମଙ୍କ ପୂର୍ବପୁରୁଷଙ୍କ ଶରୀରରେ ଥିଲେ।
11 ଲେବୀ ପରିବାରବର୍ଗଙ୍କ[a] ଯାଜକମାନଙ୍କର ପଦ୍ଧତି ଅନୁଯାୟୀ ଲୋକଙ୍କୁ ବ୍ୟବସ୍ଥା ପ୍ରଦତ୍ତ ହୋଇଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ୱାରା ଲୋକମାନଙ୍କୁ ଆଧ୍ୟାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ୟକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମଲ୍କୀଷେଦକଙ୍କ ଭଳି ଆଉ ଜଣେ ଯାଜକର ଆବଶ୍ୟକ ଥିଲା। 12 ଯେତେବେଳେ ଯାଜକର ପରିବର୍ତ୍ତନ ହୁଏ ସେତେବେଳେ ବ୍ୟବସ୍ଥାର ମଧ୍ୟ ପରିବର୍ତ୍ତନ ଆବଶ୍ୟକ ହୋଇଥାଏ। 13 ଆମ୍ଭେ ଏହି କଥାଗୁଡ଼ିକ ଖ୍ରୀଷ୍ଟଙ୍କ ବିଷୟରେ କହୁଛୁ। ସେ ଅନ୍ୟ ଏକ ଗୋଷ୍ଠୀର ଲୋକ ଥିଲେ। ସେହି ଗୋଷ୍ଠୀର କେହି କେବେ ହେଲେ ଆଗରୁ ଯାଜକ ଭାବେ ବେଦୀ[b]ରେ ସେବା କରି ନ ଥିଲେ। 14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରେ ଜାତ। ମାତ୍ର ସେହି ଗୋଷ୍ଠୀର ଯାଜକମାନଙ୍କ ବିଷୟରେ ମୋଶା କହିନାହାନ୍ତି।
ଯୀଶୁ ମଲ୍କୀଷେଦକଙ୍କ ଭଳି ଜଣେ ଯାଜକ
15 ଏହି କଥା ଗୁଡ଼ିକ ଅଧିକ ସୁସ୍ପଷ୍ଟ ହୁଏ ଯେ, ମଲ୍କୀଷେଦକଙ୍କ ଭଳି ଆଉ ଜଣେ ଯାଜକ ଅଛନ୍ତି। 16 ସେ କୌଣସି ଗୋଷ୍ଠୀର ବ୍ୟବସ୍ଥା ଦ୍ୱାରା ଯାଜକ ହୋଇ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ। 17 ଶାସ୍ତ୍ରରେ ତାଙ୍କ ବିଷୟରେ କୁହାଯାଇଛି: “ତୁମ୍ଭେ ମଲ୍କୀଷେଦକଙ୍କ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।”(A)
18 ପୂର୍ବ ବ୍ୟବସ୍ଥା ଦୁର୍ବଳ ଓ ବ୍ୟର୍ଥ ହୋଇଥିବାରୁ ଲୋପ କରି ଦିଆ ହେଲା। 19 ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ରେଷ୍ଠତର ଭରସାରେ ଆମ୍ଭେ ପରମେଶ୍ୱରଙ୍କ ପାଖକୁ ଆସି ପାରିବା।
20 ଯୀଶୁ ଖ୍ରୀଷ୍ଟଙ୍କୁ ମହାଯାଜକ କଲାବେଳେ, ପରମେଶ୍ୱର ଯେଉଁ ଶପଥ କରିଥିଲେ, ଏହା ଗୁରୁତ୍ୱପୂର୍ଣ୍ଣ ଅଟେ। ଯେତେବେଳେ ଅନ୍ୟମାନେ ଯାଜକ ହୋଇଥିଲେ, ସେତେବେଳେ କୌଣସି ଶପଥ ହୋଇ ନ ଥିଲା। 21 କିନ୍ତୁ ପରମେଶ୍ୱରଙ୍କ ଶପଥ କରିଥିବା ହେତୁରୁ ଯୀଶୁ ଯାଜକ ହୋଇଥିଲେ। ପରମେଶ୍ୱର କହିଥିଲେ:
“ପ୍ରଭୁ ଶପଥ କରିଛନ୍ତି
ଓ ସେ ନିଜ ନିର୍ଣ୍ଣୟ ପରିବର୍ତ୍ତନ କରିବେ ନାହିଁ,
‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।’”(B)
22 ଏହାର ଅର୍ଥ ହେଲା ଯେ ସେହି ପ୍ରକାରେ ପରମେଶ୍ୱରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍ଦାର।
23 ଆହୁରି ମଧ୍ୟ ଯେତେବେଳେ ସେହି ଅନ୍ୟ ଯାଜକମାନେ ମରିଗଲେ, ସେମାନେ ଆଉ ଯାଜକ ହୋଇ ରହି ପାରିଲେ ନାହିଁ। ଏଥିପାଇଁ ସେହି ଯାଜକମାନଙ୍କ ଭିତରୁ ଅନେକ ସେଠାରେ ଥିଲେ। 24 କିନ୍ତୁ ଯୀଶୁ ଅମର। ସେ କେବେ ହେଲେ ଯାଜକ ସେବାରୁ ଅବ୍ୟାହିତ ହେବେ ନାହିଁ। 25 ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।
26 ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି। 27 ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ। 28 ବ୍ୟବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ। ପରମେଶ୍ୱର ଯେଉଁ ଶପଥ ବ୍ୟବସ୍ଥା ପରେ କରିଥିଲେ, ତଦ୍ଦ୍ୱାରା ପରମେଶ୍ୱରଙ୍କ ପୁତ୍ର ଅନନ୍ତକାଳ ପର୍ଯ୍ୟନ୍ତ ମହାଯାଜକ ପଦରେ ନିଯୁକ୍ତି ପାଇଲେ।
ଯୀଶୁ ଆମ୍ଭର ମହାଯାଜକ
8 ଆମ୍ଭେ ଯାହାକିଛି କହୁଛୁ, ତା'ର ସାରମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗର ପରମେଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ବସି ଅଛନ୍ତି। 2 ଆମ୍ଭର ମହାଯାଜକ ମହାପବିତ୍ର ସ୍ଥାନ[c]ରେ ସେବା କାର୍ଯ୍ୟ କରନ୍ତି। ସେ ଲୋକମାନଙ୍କ ହସ୍ତ ନିର୍ମିତ ସ୍ଥାନରେ ନୁହେଁ, ମାତ୍ର ପରମେଶ୍ୱରଙ୍କ ଦ୍ୱାରା ନିର୍ମିତ ସେହି ଉପାସନା ସ୍ଥଳରେ ସେବା କରନ୍ତି।
3 ପରମେଶ୍ୱରଙ୍କୁ ଦାନ ଓ ବଳି ଉତ୍ସର୍ଗ କରିବା ପ୍ରତ୍ୟେକ ମହାଯାଜକଙ୍କ କାମ ଅଟେ। ଅତଏବ ଆମ୍ଭର ମହାଯାଜକ ମଧ୍ୟ ପରମେଶ୍ୱରଙ୍କୁ କିଛି ଉତ୍ସର୍ଗ କରିବା କଥା। 4 ଯଦି ଆମ୍ଭର ମହାଯାଜକ ପୃଥିବୀରେ ଏବେ ଜୀବିତ ଥାଆନ୍ତେ, ତା'ହେଲେ ସେ ଯାଜକ ହୋଇ ପାରି ନ ଥା’ନ୍ତେ। ମୋର କହିବାର କାରଣ ବ୍ୟବସ୍ଥା ଅନୁସାରେ ବଳି ଉତ୍ସର୍ଗ କରୁଥିବା ଯାଜକମାନେ ଅଛନ୍ତି। 5 ଏହି ଯାଜକମାନେ ଯେଉଁ କାମ କରନ୍ତି, ତାହା ପ୍ରକୃତରେ ସ୍ୱର୍ଗରେ ଥିବା କାମଗୁଡ଼ିକର ଛାୟା ଓ ନମୁନା ମାତ୍ର। ସେଥିପାଇଁ ମୋଶା ତମ୍ବୁ[d] ନିର୍ମାଣ କରିବାକୁ ଗଲାବେଳେ ପରମେଶ୍ୱର ତାହାଙ୍କୁ ଚେତାବନୀ ଦେଇ କହିଥିଲେ: “ପର୍ବତ ଉପରେ ମୁଁ ତୁମ୍ଭକୁ ଯେଉଁ ନମୁନା ଦେଖାଇ ଥିଲି, ତଦନୁସାରେ ସମସ୍ତ ନିର୍ମାଣ କର।”(C) 6 କିନ୍ତୁ ଯୀଶୁଙ୍କୁ ଯେଉଁ କାମ କରିବାକୁ ଦିଆ ହୋଇଛି ତାହା ସେହି ଯାଜକମାନଙ୍କ କାମଠାରୁ ଉତ୍କୃଷ୍ଟତର। ସେପ୍ରକାରେ, ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ଆପଣା ଲୋକଙ୍କ ପ୍ରତି କରିଥିବା ନୂତନ ନିୟମ ପୁରାତନ ନିୟମ ଅପେକ୍ଷା ଉତ୍କୃଷ୍ଟ ଅଟେ। ଏହି ନୂତନ ନିୟମ ଅପେକ୍ଷାକୃତ ଉତ୍ତମ ପ୍ରତିଜ୍ଞା ସମ୍ବଳିତ ଅଟେ।
7 ଯଦି ପ୍ରଥମ ନିୟମରେ କୌଣସି ଦୋଷ ନ ଥା’ନ୍ତା ତା'ହେଲେ ସେଠାରେ ଦ୍ୱିତୀୟ ନିୟମର ଆବଶ୍ୟକତା ନ ଥା’ନ୍ତା। 8 କିନ୍ତୁ ପରମେଶ୍ୱର ଲୋକମାନଙ୍କଠାରେ ତୃଟି ଦେଖିଲେ। ପରମେଶ୍ୱର କହିଲେ:
“ପ୍ରଭୁ କହନ୍ତି, ସମୟ ଆସୁଛି,
ଯେତେବେଳେ ମୁଁ ଇସ୍ରାଏଲ ଲୋକମାନଙ୍କ ଓ ଯିହୂଦୀୟ ଲୋକମାନଙ୍କ ସହିତ ନୂତନ ଚୁକ୍ତି କରିବି।
9 ତାହାଙ୍କ ପୂର୍ବପୁରୁଷଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ
ସେ ଅନୁସାରେ ହେବ ନାହିଁ।
ସେହି ନିୟମ ମୁଁ ସେମାନଙ୍କର ହାତ ଧରିଲା ବେଳେ
ଓ ମିଶର ଦେଶରୁ ଆଣିଥିଲାବେଳେ କରିଥିଲି।
ପ୍ରଭୁ କୁହନ୍ତି: ମୁଁ ଦେଇଥିବା ଚୁକ୍ତି ସେମାନେ ପାଳନ କରିବା ବନ୍ଦ କରିଦେଲେ,
ଓ ମୁଁ ନିଜକୁ ସେମାନଙ୍କଠାରୁ ଦୂରେଇ ଆଣିଲି।
10 ଏହି ନୂତନ ନିୟମଟି ମୁଁ ଇସ୍ରାଏଲର ଲୋକଙ୍କ ସହତ କରିବି,
ଏହି ନିୟମଟି ମୁଁ ଭବିଷ୍ୟତରେ କରିବି ପ୍ରଭୁ କୁହନ୍ତି:
ମୁଁ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବି
ସେମାନଙ୍କ ହୃଦୟରେ ସେହିସବୁ ଲେଖିବି।
ମୁଁ ସେମାନଙ୍କ ପରମେଶ୍ୱର ହେବି,
ଓ ସେମାନେ ମୋର ଲୋକ ହେବେ।
11 ଏହା ପରେ ପୁନର୍ବାର କେହି ନିଜ ଭାଇ ବା ପରମେଶ୍ୱରଙ୍କ ଅନ୍ୟଲୋକମାନଙ୍କୁ ଶିକ୍ଷା ଦେବେ ନାହିଁ
କିମ୍ବା ପ୍ରଭୁଙ୍କୁ ଜାଣିବା ନିମନ୍ତେ କିଛି କହିବା ଆବଶ୍ୟକ ହେବ ନାହିଁ, କାହିଁକି?
କାରଣ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ମୋତେ ଜାଣିବେ।
12 ଓ ମୋ’ ବିରୁଦ୍ଧରେ କରିଥିବା ଦୋଷ ସବୁ ମୁଁ କ୍ଷମା କରିଦେବି,
ଏବଂ ମୁଁ ସେମାନଙ୍କ ପାପଗୁଡ଼ିକୁ ଆଉ ଅଧିକ ମନେ ରଖିବି ନାହିଁ।”(D)
13 ପରମେଶ୍ୱର ଏହାକୁ ନୂତନ ନିୟମ ବୋଲି କହି, ପ୍ରଥମ ନିୟମଟିକୁ ପୁରାତନ ନିୟମ କରି ଅଛନ୍ତି। ଯେଉଁ ବିଷୟସବୁ ପୁରାତନ ଓ ଅକାମୀ ହୋଇଯାଇଛି, ତାହା ଅତିଶୀଘ୍ର ଲୋପ ପାଇଯିବ।
ପୁରାତନ ନିୟମର ଉପାସନା
9 ପ୍ରଥମ ନିୟମରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ୟ ଥିଲା। 2 ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗରେ ଦୀପ, ମେଜ ଓ ତହିଁ ଉପରେ ପରମେଶ୍ୱରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ ‘ପବିତ୍ର ସ୍ଥାନ’[e] ବୋଲି କୁହା ଯାଇଥିଲା। 3 ଦ୍ୱିତୀୟ ପରଦା ପଛ ପଟରେ ଯେଉଁ ବଖରାଟି ଥିଲା ତାହାକୁ ‘ମହାପବିତ୍ର ସ୍ଥାନ’ କୁହାଯାଉଥିଲା। 4 ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ[f] ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା[g] ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା। ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା। 5 ବାକ୍ସ ଉପରେ କିରୁବ ସ୍ୱର୍ଗଦୂତଗଣ ପରମେଶ୍ୱରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ ‘ଦୟାର ଆସନ’[h]ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟରେ କହି ପାରିବୁ ନାହିଁ।
6 ମୋର କହିବା ଅନୁଯାୟୀ ସେହି ତମ୍ବୁରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କାର୍ଯ୍ୟ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି। 7 କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।
8 ଏତଦ୍ଦ୍ୱାରା ପବିତ୍ରଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ଯ୍ୟନ୍ତ ଅତିପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ଖୋଲା ହୋଇ ନାହିଁ। 9 ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ୱରୂପ। ଏହା ସୂଗ୍ଭଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ୱରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ୱାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହୋଇପାରେ ନାହିଁ। ଉକ୍ତ ବଳି ହେତୁ ସେ ସିଦ୍ଧିଲାଭ କରିପାରେ ନାହିଁ। 10 ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।
ନୂତନ ନିୟମର ଉପାସନା
11 କିନ୍ତୁ ଏବେ ଖ୍ରୀଷ୍ଟ ମହାଯାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖରେ ଥିବା ସମସ୍ତ ଉତ୍ତମ ବିଷୟର ମହାଯାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁରେ ଆପଣା ସେବାକାର୍ଯ୍ୟ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ରେଷ୍ଠ ସ୍ଥଳରେ ସେବାକାର୍ଯ୍ୟ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାନ୍ତି। 12 ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।
13 ଯେଉଁ ଲୋକମାନେ ଉପାସନାସ୍ଥଳରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହନ୍ତି ସେମାନଙ୍କ ଉପରେ ଛେଳି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଉଥିଲା। ସେହି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା। 14 ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।
15 ଅତଏବ, ପରମେଶ୍ୱରଙ୍କ ପାଖରୁ ଯୀଶୁ ଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ୟ ଯେପରି ପରମେଶ୍ୱରଙ୍କ ଦ୍ୱାରା ଆହୂତ ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେବେ। ସେମାନେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିଦାନରେ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ।
16 ଯେତେବେଳେ ଜଣେ ଲୋକ ମୃତ୍ୟୁବରଣ କରେ ସେ ଗୋଟିଏ ଉଇଲ୍ ଛାଡ଼ି ଯାଏ। କିନ୍ତୁ ଲୋକେ ସେହି ଲୋକଜଣକର ମୃତ୍ୟୁ ପ୍ରମାଣିତ କରିବା ଉଚିତ୍। 17 ଚୁକ୍ତି ଲେଖିଥିବା ଲୋକ ଯଦି ଜୀବିତ, ତା'ହେଲେ ସେହି ଉଇଲ୍ଟି କାର୍ଯ୍ୟକାରୀ ହୋଇ ପାରିବ ନାହିଁ। ମଣିଷଟି ମରିଗଲା ପରେ ଯାଇ ଉଇଲ୍ଟି ଲାଗୁ ହୋଇ ପାରିବ। 18 ପରମେଶ୍ୱର ଓ ଲୋକଙ୍କ ମଧ୍ୟରେ ହୋଇଥିବା ପ୍ରଥମ ନିୟମ ଠିକ୍ ସେହିଭଳି। ପ୍ରଥମ ନିୟମ ମଧ୍ୟ ରକ୍ତଦ୍ୱାରା କାର୍ଯ୍ୟକାରୀ ହୋଇଥିଲା। 19 ପ୍ରଥମରେ, ବ୍ୟବସ୍ଥାର ପ୍ରତ୍ୟେକ ଈଶ୍ୱରୀୟ ଆଜ୍ଞା ମୋଶା ଲୋକମାନଙ୍କୁ କହିଥିଲେ। ତା'ପରେ ମୋଶା ବାଛୁରିଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା'ପରେ ସେ ଲାଲ ରଙ୍ଗ ଓ ଏସୋବର ଡାଳଟିଏ ନେଇ ଜଳ ମିଶ୍ରିତ ରକ୍ତ ବ୍ୟବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ। 20 ତା'ପରେ ମୋଶା କହିଲେ, “ଯେଉଁ ନିୟମଗୁଡ଼ିକୁ ପରମେଶ୍ୱର ତୁମ୍ଭମାନଙ୍କୁ ପାଳନ କରିବା ପାଇଁ ଆଜ୍ଞା ଦେଇଛନ୍ତି, ସେହି ନିୟମର ରକ୍ତ ଏହି।” 21 ମୋଶା ପବିତ୍ର ତମ୍ବୁ ଉପରେ ସେହି ରକ୍ତ ଛିଞ୍ଚିଲେ। ଉପାସନା ପାଇଁ ଆବଶ୍ୟକ ହେଉଥିବା ପ୍ରତ୍ୟେକ ବସ୍ତୁ ଉପରେ ମଧ୍ୟ ସେ ସେହି ରକ୍ତ ଛିଞ୍ଚିଲେ। 22 ବ୍ୟବସ୍ଥା କୁହେ ଯେ, ପ୍ରତ୍ୟେକ ବସ୍ତୁ ରକ୍ତ ଦ୍ୱାରା ଶୁଦ୍ଧ ହୋଇ ପାରିବ। ଓ ବିନା ରକ୍ତରେ ପାପଗୁଡ଼ିକୁ କ୍ଷମା କରାଯାଇ ପାରିବ ନାହିଁ।
ଖ୍ରୀଷ୍ଟଙ୍କ ବଳିଦାନ ପାପଗୁଡ଼ିକୁ ଧୋଇ ଦିଏ
23 ସ୍ୱର୍ଗସ୍ଥ ବିଷୟ ଗୁଡ଼ିକର ପ୍ରତିକୃତିଗୁଡ଼ିକ ପଶୁବଳି ଦ୍ୱାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ୱର୍ଗସ୍ଥ ବିଷୟରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର। 24 ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନୁଷ୍ୟ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ୱର୍ଗ ଭିତରକୁ ଗଲେ।
25 ବର୍ତ୍ତମାନ ସେ ମଧ୍ୟ ଆମ୍ଭକୁ ସାହାଯ୍ୟ କରିବା ପାଇଁ ସେଠାରେ ପରମେଶ୍ୱରଙ୍କ ଆଗରେ ଅଛନ୍ତି। ମହାଯାଜକ ମହାପବିତ୍ର ସ୍ଥାନରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନେଇ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାଯାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସେଭଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ୱର୍ଗରେ ପ୍ରବେଶ କରି ନ ଥିଲେ। 26 ଯଦି ଖ୍ରୀଷ୍ଟ ନିଜକୁ ଅନେକ ଥର ସମର୍ପଣ କରି ଥାଆନ୍ତେ, ତା'ହେଲେ ଜଗତ ସୃଷ୍ଟି ହେବା ଦିନଠାରୁ ତାହାଙ୍କୁ ଅନେକ ଥର ଯାତନା ସହିବାକୁ ପଡ଼ିଥା’ନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ଯୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ୱାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।
27 ପ୍ରତ୍ୟେକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଗ୍ଭର ହୁଏ। 28 ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନେକ ଲୋକଙ୍କର ପାପ ଦୂର କରି ପାରିବେ। ଖ୍ରୀଷ୍ଟ ଦ୍ୱିତୀୟ ଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସେମାନଙ୍କର ମୁକ୍ତି ପାଇଁ ଆସିବେ।
ଯୀଶୁଙ୍କ ବଳିଦାନ ଆମକୁ ସମ୍ପୂର୍ଣ୍ଣ କରେ
10 ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ। 2 ଯଦି ବ୍ୟବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥା’ନ୍ତା ତା'ହେଲେ ସେହି ବଳିଗୁଡ଼ିକ ବନ୍ଦ ହୋଇ ଯାଇ ସାରିଥା’ନ୍ତା। ସେହି ଲୋକମାନେ ମଧ୍ୟ ପାପରୁ ଶୁଦ୍ଧ ହୋଇଯାଇ ସାରିଥା’ନ୍ତେ। ସେମାନେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥା’ନ୍ତେ। କିନ୍ତୁ ବ୍ୟବସ୍ଥା କଦାପି ତାହା କରି ପାରିବ ନାହିଁ। 3 ସେମାନେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସେମାନଙ୍କୁ ସେମାନଙ୍କର ପାପଗୁଡ଼ିକ ସ୍ମରଣ କରାଇ ଦିଏ। 4 ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛେଳିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହନ୍ତି।
5 ଅତଏବ ଯେତେବେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ:
“ତୁମ୍ଭେ ବଳି ଓ ସମର୍ପଣ ଗ୍ଭହଁ ନାହିଁ,
କିନ୍ତୁ ତୁମ୍ଭେ ମୋ’ ପାଇଁ ଶରୀରଟିଏ ନିର୍ମାଣ କରିଛ,
6 ହୋମବଳି ଓ ପାପାର୍ଥକ ବଳରେ ତୁମ୍ଭେ ଖୁସୀ ହୁଅ ନାହିଁ।
ବଳି ଦ୍ୱାରା ପାପହରଣ କଥାର ମଧ୍ୟ ତୁମ୍ଭେ ଖୁସୀ ନୁହଁ।
7 ତା'ପରେ ମୁଁ କହିଲି: ‘ପରମେଶ୍ୱର ମୁଁ ଅଛି
ଏଠାରେ ବ୍ୟବସ୍ଥା ପୁସ୍ତକରେ ମୋ’ ବିଷୟରେ ଲେଖା ଅଛି।
ତୁମ୍ଭେ ଗ୍ଭହିଁ ଥିବା କାର୍ଯ୍ୟଗୁଡ଼ିକ ମୁଁ କରିବା ପାଇଁ ଆସିଛି।’”(E)
8 ଏହି ଶାସ୍ତ୍ରରେ ସେ ପ୍ରଥମେ କହିଥିଲେ, “ତୁମ୍ଭେ ବଳି ଓ ନୈବେଦ୍ୟମାନ ଗ୍ଭହଁ ନାହିଁ। ତୁମ୍ଭେ ହୋମବଳି ଦ୍ୱାରା ବା ପାପହରଣ ହେବା ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ୱାରା ପ୍ରସନ୍ନ ହୁଅ ନାହିଁ।” ବ୍ୟବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ। 9 ତା'ପରେ ସେ କହିଲେ “ପରମେଶ୍ୱର, ମୁଁ ଏଠାରେ ଅଛି। ମୁଁ ତୁମ୍ଭେ ଗ୍ଭହୁଁଥିବା କାମ କରିବା ପାଇଁ ଆସିଛି।” ଅତଏବ ପରମେଶ୍ୱର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ। 10 ପରମେଶ୍ୱର ଗ୍ଭହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ୱାରା ତାହାଙ୍କ ଶରୀରର ବଳିଦାନ ହେତୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ଯ୍ୟାପ୍ତ ହେଲା ଭଳି ଥରେମାତ୍ର ସେହି ବଳିଦାନ କଲେ।
11 ଯାଜକମାନେ ପ୍ରତିଦିନ ଠିଆ ହୋଇ ସେମାନଙ୍କର ଧାର୍ମିକ ସେବା କାର୍ଯ୍ୟ କରନ୍ତି। ସେହି, ସମାନ ବଳିଗୁଡ଼ିକ ସେମାନେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସେହିଭଳି ବଳି କେବେ ହେଲେ ପାପହରଣ କରିପାରେ ନାହିଁ। 12 ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରିଥିଲେ, ଓ ସେହି ବଳିଦାନ ସବୁଦିନ ପାଇଁ ପର୍ଯ୍ୟାପ୍ତ ଅଟେ। 13 ତା'ପରେ ଖ୍ରୀଷ୍ଟ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। ସେଠାରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷାରେ ଅଛନ୍ତି। 14 ମାତ୍ର ଗୋଟିଏ ବଳିଦାନ ଦ୍ୱାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରିଦେଲେ। ସେହି ଲୋକମାନଙ୍କୁ ପବିତ୍ର କରାଯାଇଛି।
15 ପବିତ୍ରଆତ୍ମା ମଧ୍ୟ ଆମ୍ଭକୁ ଏହା ବିଷୟରେ କୁହନ୍ତି। ପ୍ରଥମରେ ସେ କୁହନ୍ତି:
16 “ପ୍ରଭୁ କହିଲେ, ଭବିଷ୍ୟତରେ ମୋ’ ଲୋକମାନଙ୍କ ସହିତ
ମୁଁ ଏହି ଚୁକ୍ତି କରିବି।
ମୁଁ ମୋ’ ନିୟମଗୁଡ଼ିକୁ ସେମାନଙ୍କ ହୃଦୟରେ ରଖିବି।
ମୁଁ ମୋ’ ନିୟମଗୁଡ଼ିକୁ ସେମାନଙ୍କ ମନରେ ଲେଖିବି।”(F)
17 ଏହା ମଧ୍ୟ କୁହନ୍ତି:
“ମୁଁ ସେମାନଙ୍କର ପାପ ଓ କରୁଥିବା ମନ୍ଦକାମଗୁଡ଼ିକୁ କ୍ଷମା କରିଦେବି,
ମୁଁ ସେଗୁଡ଼ିକୁ ପୁଣି କେବେ ହେଲେ ମନେ ପକାଇବି ନାହିଁ।”(G)
18 ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ୟକତା ନାହିଁ।
ପରମେଶ୍ୱରଙ୍କ ନିକଟକୁ ଆସ
19 ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ୱାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟରେ ଏପରି କରି ପାରିବା। 20 ଯୀଶୁଙ୍କ ଦ୍ୱାରା ଖୋଲି ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦେଇ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ୟଦେଇ ଯାଏ ଯାହାକି ଯୀଶୁଙ୍କ ଶରୀର ଅଟେ। 21 ପରମେଶ୍ୱରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ୟ ଜଣେ ମହାଯାଜକ ଅଛନ୍ତି। 22 ଆମ୍ଭର ଦେହ ଶୁଦ୍ଧ ଜଳରେ ସ୍ନାନ କରିଛି। ଅତଏବ ପରମେଶ୍ୱରଙ୍କ ପାଖକୁ ସତ୍ୟନିଷ୍ଠା ହୃଦୟରେ ଆସ। ଆମ୍ଭ ବିଶ୍ୱାସ ହେତୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍। 23 ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗରେ ବ୍ୟକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରି ପାରିବା।
ପରସ୍ପରକୁ ସାହାଯ୍ୟ କର, ଦୃଢ଼ ହୁଅ
24 ଆମ୍ଭେ ପରସ୍ପର ବିଷୟରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍। 25 କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ୟାଗ କରନ୍ତି, ଆମ୍ଭେ ସେହିପରି ଏକାଠି ମିଳିତ ହେବା ବନ୍ଦ କରିବା ଉଚିତ୍ ନୁହେଁ। ତା’ ପରିବର୍ତ୍ତେ, ସେହି ଦିନଟି ନିକଟତର ହେଉଛି ଦେଖି ଆମ୍ଭେମାନେ ଏକାଠି ମିଳିତ ହୋଇ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍।
ଖ୍ରୀଷ୍ଟଙ୍କଠାରୁ ମୁହଁ ବୁଲାଇ ନିଅ ନାହିଁ
26 ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା'ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ। 27 ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା'ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି। 28 ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା। 29 ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା। 30 ଆମ୍ଭେ ଜାଣୁ ଯେ, ପରମେଶ୍ୱର କହିଥିଲେ: “ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦେବି, ମୁଁ ତାହାଙ୍କୁ ପ୍ରତିଦାନ ଦେବି।”(H) ପରମେଶ୍ୱର ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ତାହାଙ୍କ ଲୋକଙ୍କର ବିଗ୍ଭର କରିବେ।”(I) 31 ଜୀବିତ ପରମେଶ୍ୱରଙ୍କ ହାତରେ ଜଣେ ପାପୀ ପଡ଼ିଯିବା, ଗୋଟିଏ ଭୟଙ୍କର କଥା।
ଗ୍ରହଣ କରିଥିବା ସାହସ ଓ ଆନନ୍ଦକୁ ଛାଡ଼ ନାହିଁ
32 ପ୍ରଥମଥର ସତ୍ୟ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନେକ ପ୍ରକାରର ଯାତନା ସହିତ ତୁମ୍ଭେମାନ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭେମାନେ ଦୃଢ଼ ରହିଥିଲ। 33 ସେତେବେଳେ ଲୋକେ ତୁମ୍ଭମାନଙ୍କୁ ଘୃଣାପୂର୍ଣ୍ଣ କଥାମାନ କହିଥିଲେ, ଓ ଅନେକ ଲୋକଙ୍କ ଆଗରେ ତୁମ୍ଭମାନଙ୍କୁ ଅପଦସ୍ତ କରିଥିଲେ। ବେଳେବେଳେ ଏହିଭଳି ଖରାପ ବ୍ୟବହାର ମଧ୍ୟଦେଇ ଗତି କରୁଥିବା ଲୋକଙ୍କୁ ତୁମ୍ଭେମାନେ ସାହାଯ୍ୟ କଲ। 34 ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
35 ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭେମାନେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭେମାନେ ପ୍ରଚୁର ମାତ୍ରାରେ ପୁରସ୍କାର ପାଇବ। 36 ତୁମ୍ଭେମାନେ ଧୈର୍ଯ୍ୟବାନ ହେବା ଦରକାର। ପରମେଶ୍ୱର ଯାହା ଇଚ୍ଛା କରନ୍ତି, ସେହିସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭେମାନେ ପାଇବ। 37 ଆଜି ଅଳ୍ପ ସମୟରେ,
“ଯାହାଙ୍କ ଆସିବା କଥା ସେ ଆସିବେ,
ତାହାଙ୍କର ଡେରି ହେବ ନାହିଁ।
38 ଯେଉଁ ଲୋକ ମୋ’ ସହିତ ଧାର୍ମିକ,
ତା'ର ବିଶ୍ୱାସ ହେତୁ ସେ ଜୀବିତ ରହିବ।
କିନ୍ତୁ ଯଦି ସେ ଲୋକ ଭୟରେ ମୁହଁ ମୋଡ଼େ,
ମୁଁ ତା’ ଉପରେ ପ୍ରସନ୍ନ ହେବି ନାହିଁ।”(J)
39 କିନ୍ତୁ ଆମ୍ଭେ ସେହି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ୱାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସେମାନଙ୍କ ଭଳି ଅଟୁ।
2010 by World Bible Translation Center