Beginning
ପ୍ରଥମ ତୂରୀର ଆରମ୍ଭ ପ୍ରଥମ ଆତଙ୍କ
9 ଏହା ପରେ ପଞ୍ଚମ ଦୂତ ତୂରୀ ବଜାଇଲେ। ସେତେବେଳେ ମୁଁ ଆକାଶରୁ ଗୋଟିଏ ତାରା ପୃଥିବୀ ଉପରେ ପଡ଼ିବାର ଦେଖିଲି। ସେହି ତାରାକୁ ପାତାଳ ଅତଳ ଗହ୍ୱରର ପ୍ରବେଶ ଦ୍ୱାରର ଗ୍ଭବି ଦିଆଗଲା। 2 ସେହି ତାରା ପାତାଳର ପ୍ରବେଶ ଦ୍ୱାର ଖୋଲିଲା କ୍ଷଣି ପ୍ରକାଣ୍ଡ ଭାଟିରୁ ଧୂଆଁ ଉଠିଲା ଭଳି ସେହି ଅତଳଗର୍ଭ ଭିତରୁ ଧୂଆଁ ଉଠିଲା। ସେହି ଧୂଆଁ ଦ୍ୱାରା ସୂର୍ଯ୍ୟ ଓ ଆକାଶ ଅନ୍ଧକାରମୟ ହୋଇଗଲା
3 ଓ ଧୂଆଁ ଭିତରୁ ପଙ୍ଗପାଳମାନେ ବାହାରି ପୃଥିବୀ ଉପରକୁ ଓହ୍ଲାଇ ଆସିଲେ। ସେମାନଙ୍କୁ ବିଚ୍ଛା ଭଳି ଦଂଶନକାରୀ ଶକ୍ତି ଦିଆଗଲା। 4 ପୃଥିବୀର ଘାସ କିମ୍ବା କୌଣସି ଲତା କିମ୍ବା ଗଛର କ୍ଷତି ନ କରିବା ପାଇଁ ପଙ୍ଗପାଳଙ୍କୁ କୁହାଗଲା। ଯେଉଁମାନଙ୍କର କପାଳରେ ପରମେଶ୍ୱରଙ୍କର ମୁଦ୍ରା ନାହିଁ, କେବଳ ସେହି ଲୋକମାନଙ୍କର କ୍ଷତି କରିବାକୁ ସେମାନଙ୍କୁ କୁହାଗଲା। 5 କିନ୍ତୁ ମନୁଷ୍ୟମାନଙ୍କୁ ମାରିଦେବା ପାଇଁ ପଙ୍ଗପାଳଙ୍କୁ କ୍ଷମତା ଦିଆ ଯାଇ ନ ଥିଲା, ମାତ୍ର ଲୋକମାନଙ୍କୁ ପାଞ୍ଚମାସ ପର୍ଯ୍ୟନ୍ତ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଅନୁମତି ଦିଆଯାଇଥିଲା। ସେହି ଯନ୍ତ୍ରଣା ଜଣେ ଲୋକକୁ କଙ୍କଡ଼ାବିଛାର ଦଂଶନ ପରି ଯନ୍ତ୍ରଣାଦାୟକ ହେବ। 6 ସେହି ସମୟରେ ଲୋକମାନେ ମରଣ ଗ୍ଭହିଁବେ, କିନ୍ତୁ ମରିପାରିବେ ନାହିଁ। ମରଣ ଖୋଜିବା ସତ୍ତ୍ୱେ ମରଣ ସେମାନଙ୍କୁ ମିଳିବ ନାହିଁ।
7 ସେହି ପଙ୍ଗପାଳମାନେ ଯୁଦ୍ଧ ପାଇଁ ସୁସଜ୍ଜିତ ଅଶ୍ୱପରି ଥିଲେ। ସେମାନଙ୍କର ମସ୍ତକ ସୁବର୍ଣ୍ଣ ମୁକୁଟ ଭଳି ଦେଖାଯାଉଥିବା କିଛି ଥିଲା। ସେମାନଙ୍କର ମୁହଁ ମଣିଷ ପରି ଥିଲା। 8 ସ୍ତ୍ରୀମାନଙ୍କର କେଶ ପରି ସେମାନଙ୍କର କେଶ ଥିଲା। ସେମାନଙ୍କର ଦାନ୍ତ ସିଂହ ଦାନ୍ତ ପରି ଥିଲା। 9 ସେମାନେ ଛାତିରେ ଲୁହାର ସାଞ୍ଜୁ ପିନ୍ଧିଲା ଭଳି ଦିଶୁଥିଲେ। ସେମାନଙ୍କର ଡେଣାର ଶବ୍ଦ ଯୁଦ୍ଧକୁ ଦୌଡ଼ୁଥିବା ଅନେକ ଘୋଡ଼ା ଓ ରଥର ଶବ୍ଦ ଭଳି ଥିଲା। 10 ବିଛାର ନାହୁଡ଼ ଭଳି ସେମାନଙ୍କ ଲାଙ୍ଗୁଡ଼ରେ ନାହୁଡ଼ ଥିଲା। ପାଞ୍ଚମାସ ପର୍ଯ୍ୟନ୍ତ ଲୋକମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଯେଉଁ କ୍ଷମତା ଦିଆଯାଇଥିଲା, ତାହା ସେମାନଙ୍କ ଲାଙ୍ଗୁଡ଼ରେ ଥିଲା। 11 ପାତାଳସ୍ଥ ସେହି ଅତଳ ଗହ୍ୱରର ଦୂତ ପଙ୍ଗପାଳମାନଙ୍କର ରାଜା ଥିଲେ। ତାହାଙ୍କର ନାମ ଏବ୍ରୀ ଭାଷାରେ ‘ଅବଦ୍ଦୋନ୍’ ଓ ଗ୍ରୀକ୍ ଭାଷାରେ ‘ଅପଲ୍ଲିୟୋନ୍’ (ବିନାଶକ) ଥିଲା।
12 ପ୍ରଥମ କ୍ଳେଶଟି ଶେଷ ହୋଇଗଲା, ଏହା ପରେ ଆହୁରି ଦୁଇଟି ବଡ଼ କ୍ଳେଶ ଆସିବ।
ଷଷ୍ଠ ତୂରୀ ବିସ୍ଫୋରଣ
13 ତା'ପରେ ଷଷ୍ଠ ସ୍ୱର୍ଗଦୂତ ତୂରୀ ବଜାଇଲେ। ମୁଁ ପରମେଶ୍ୱରଙ୍କ ସମ୍ମୁଖରେ ଥିବା ସୁନା ବେଦୀର ଗ୍ଭରି ଶୃଙ୍ଗ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି। 14 ଏହି ସ୍ୱର ତୂରୀ ଧରିଥିବା ଷଷ୍ଠ ଦୂତଙ୍କୁ କହିଲା, “ଫରାତ୍ ମହାନଦୀରେ ବନ୍ଧା ହୋଇ ରହିଥିବା ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ମୁକ୍ତ କରିଦିଅ।” 15 ତେଣୁ ଯେଉଁ ଗ୍ଭରି ଜଣ ଦୂତଙ୍କୁ ପୃଥିବୀର ଏକ ତୃତୀୟାଂଶ ଲୋକମାନଙ୍କର ପ୍ରାଣନାଶ କରିବାକୁ ସେହି ଘଣ୍ଟା, ଦିନ, ମାସ ଓ ସେହି ବର୍ଷ ପର୍ଯ୍ୟନ୍ତ ପ୍ରସ୍ତୁତ କରି ରଖାଯାଇଥିଲା, ସେମାନଙ୍କୁ ମୁକ୍ତ କରାଗଲା। 16 ଅଶ୍ୱାରୋହୀ ସୈନ୍ୟ କୋଡ଼ିଏ କୋଟି ବୋଲି ମୁଁ ଶୁଣିବାକୁ ପାଇଲି।
17 ମୋ’ ଦର୍ଶନରେ ମୁଁ ଅଶ୍ୱ ଓ ଅଶ୍ୱାରୋହୀମାନଙ୍କୁ ଦେଖିଲି। ସେମାନେ ନୀଳକାନ୍ତ ମଣି ତୁଲ୍ୟ ଲୋହିତ, ନୀଳକାନ୍ତ ମଣି ତୁଲ୍ୟ ନୀଳ ଓ ଗନ୍ଧକ ପରି ହଳଦିଆ ବର୍ଣ୍ଣର ସାଞ୍ଜୁ ଛାତିରେ ପିନ୍ଧିଥିଲେ। ଅଶ୍ୱମାନଙ୍କର ମୁଣ୍ଡ ସିଂହର ମୁଣ୍ଡ ପରି ଦେଖାଯାଉଥିଲା। ସେମାନଙ୍କ ମୁଖରୁ ଅଗ୍ନି, ଧୂଆଁ ଓ ଗନ୍ଧକ ବାହାରୁଥିଲା। 18 ସେମାନଙ୍କ ମୁହଁରୁ ବାହାରୁଥିବା ଏହି ତିନୋଟି ମହାମାରୀ ଅଗ୍ନି, ଧୂଆଁ ଓ ଗନ୍ଧକ ହେତୁ ମନୁଷ୍ୟ ଜାତିର ଏକ ତୃତୀୟାଂଶ ପ୍ରାଣ ହରାଇଲେ। 19 ସେହି ଅଶ୍ୱମାନଙ୍କର ମାରାତ୍ମକ ଶକ୍ତି କେବଳ ମୁହଁରେ ନ ଥାଇ ଲାଙ୍ଗୁଳରେ ମଧ୍ୟ ଥିଲା। ସେମାନଙ୍କର ଲାଙ୍ଗୁଳ ସାପ ପରି, ଯାହାଙ୍କର ମୁଣ୍ଡ ଲୋକମାନଙ୍କୁ ଦଂଶନ ଓ ଅନିଷ୍ଟ କରିବା ପାଇଁ ଥିଲା।
20 ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇ ଦେଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଗ୍ଭଲି ପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ। 21 ଏହା ବ୍ୟତୀତ ସେମାନେ ସେମାନଙ୍କର ନରହତ୍ୟା, ଗୁଣିବିଦ୍ୟା, ଯୌନଗତ ପାପ କିମ୍ବା ଗ୍ଭେରି ପାପ ପରିତ୍ୟାଗ କଲେ ନାହିଁ କି ସେଥିରୁ ମନ ଫେରାଇ ଅନୁତାପ କଲେ ନାହିଁ।
ସ୍ୱର୍ଗଦୂତ ଏବଂ କ୍ଷୁଦ୍ର ପୁସ୍ତକ
10 ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ୱର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ୱାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶୋଭା ପାଉଥିଲା। ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା। 2 ସେହି ଦୂତଙ୍କ ହାତରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ। 3 ସେ ସିଂହ ଗର୍ଜନ ପରି ଜୋର୍ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତ ବଜ୍ର ତାହାର ଉତ୍ତର ଦେଲେ।
4 ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହେଲି। ସେତେବେଳେ ମୋତେ ଆକାଶବାଣୀ ଶୁଭିଲା, “ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସେଗୁଡ଼ିକ ଗୁପ୍ତ ରଖ।”
5 ତା'ପରେ ସେହି ସ୍ୱର୍ଗଦୂତ ଯେକି ସମୁଦ୍ର ଓ ପୃଥିବୀ ଉପରେ ପାଦଦେଇ ଠିଆ ହୋଇଥିବାର ମୁଁ ଦେଖିଲି, ସେ ତାହାଙ୍କ ଦକ୍ଷିଣ ହସ୍ତ ସ୍ୱର୍ଗକୁ ଉଠାଇଲେ। 6 ଯେ ନିତ୍ୟଜୀବିତ, ଯେ ଆକାଶ ଓ ତନ୍ମଧ୍ୟସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମରେ ସେହି ସ୍ୱର୍ଗଦୂତ ଶପଥକରି କହିଲେ, “ଆଉ ଅଧିକ ବିଳମ୍ବ ହେବ ନାହିଁ। 7 କିନ୍ତୁ ସପ୍ତମ ଦୂତ ସେହି ଦିନମାନଙ୍କରେ ତୂରୀ ବଜାନ୍ତେ ପରମେଶ୍ୱର ଆପଣା ସେବକ ଭବିଷ୍ୟଦ୍ବକ୍ତାମାନଙ୍କୁ କହିଥିବା ବାକ୍ୟ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହେବ।”
8 ତା'ପରେ ମୁଁ ସେହି ସ୍ୱର ସ୍ୱର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ୱର ମୋତେ କହିଲା, “ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହୋଇଥିବା ଦୂତଙ୍କ ହାତରୁ ଖୋଲା ଚର୍ମପତ୍ରଟି ନିଅ।”
9 ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମୋତେ କହିଲେ, “ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପେଟକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।” 10 ତେଣୁ ମୁଁ ତାହାଙ୍କ ହସ୍ତରୁ କ୍ଷୁଦ୍ର ଚର୍ମପତ୍ର ନେଲି ଓ ଖାଇଲି। ମୋ’ ପାଟିକୁ ତାହା ମିଠା ଲାଗିଲା, କିନ୍ତୁ ଯେତେବେଳେ ମୁଁ ଏହାକୁ ଢୋକିଲି, ପେଟରେ ଏହା ଖଟା ଲାଗିଲା। 11 ତା'ପରେ ସେମାନେ ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟରେ ତୁମ୍ଭକୁ ଆହୁରି ଭବିଷ୍ୟଦ୍ବାଣୀ କହିବାକୁ ପଡ଼ିବ।”
ଦୁଇଜଣ ସାକ୍ଷୀ
11 ତା'ପରେ ମୋତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମୋତେ କୁହାଗଲା, “ଯାଅ ପରମେଶ୍ୱରଙ୍କର ମନ୍ଦିର, ବେଦୀକୁ ମାପ, ଏବଂ ସେଠାରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ୟା ଗଣନା କର। 2 କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ। 3 ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1,260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟଦ୍ବାଣୀ କହିବେ।”
4 ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀରେ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୂଖା। 5 ଯଦି କେହି ସେମାନଙ୍କର କ୍ଷତି କରିବାକୁ ଗ୍ଭହେଁ, ତା'ହେଲେ ସେମାନଙ୍କର ମୁହଁରୁ ବାହାରୁଥିବା ଅଗ୍ନି ସେମାନଙ୍କୁ ଧ୍ୱଂସ କରିବ। ଯଦି କୌଣସି ଲୋକ ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ୟୁ ଭୋଗ କରିବ। 6 ଏହି ଦୁଇଜଣ ଭବିଷ୍ୟଦ୍ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।
7 ସେମାନଙ୍କର ସାକ୍ଷ୍ୟ ଦେବା ସମୟ ସରିଯିବା ପରେ ସେହି ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ସେ ସେମାନଙ୍କୁ ପରାସ୍ତ କରି ହତ୍ୟା କରିବ। 8 ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତାରେ ପଡ଼ିରହିବ। ଏହି ନଗରର ନାମ ‘ସଦୋମ’ ଓ ‘ମିଶର’। ନଗରର ନାମଗୁଡ଼ିକର ବିଶେଷ ଅର୍ଥ ରହିଛି। ଏହି ନଗରରେ ସେମାନଙ୍କର ପ୍ରଭୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଥିଲା। 9 ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ। 10 ସେମାନଙ୍କର ମୃତ୍ୟୁରେ ପୃଥିବୀର ଲୋକେ ଖୁସୀ ହେବେ। ସେମାନେ ଭୋଜି କରିବେ ଓ ପରସ୍ପର ଭିତରେ ଉପହାର ଦିଆନିଆ କରିବେ। ସେମାନେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ଯନ୍ତ୍ରଣା ଦେଇଥିଲେ।
11 କିନ୍ତୁ ସାଢ଼େ ତିନି ଦିନ ପରେ ପରମେଶ୍ୱରଙ୍କଠାରୁ ଜୀବନୀ ଶକ୍ତି ସେହି ଦୁଇଜଣ ଭବିଷ୍ୟଦ୍ବକ୍ତାଙ୍କ ଭିତରେ ପ୍ରବେଶ କଲା। ସେମାନେ ସେମାନଙ୍କର ପାଦରେ ଉଠି ଠିଆ ହେଲେ। ସେମାନଙ୍କୁ ଦେଖିବା ଲୋକମାନେ ବହୁତ ଭୟ କଲେ। 12 ତା'ପରେ ସେହି ଦୁଇଜଣ ସାକ୍ଷୀ ସ୍ୱର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ୱର ଶୁଣି ପାରିଲେ, “ଏଠାକୁ ଉଠି ଆସ।” ଏହା ଶୁଣି ଦୁଇଜଣ ଭବିଷ୍ୟଦ୍ବକ୍ତା ମେଘ ଦ୍ୱାରା ସ୍ୱର୍ଗକୁ ଗଲେ। ଏହା ସେମାନଙ୍କର ଶତ୍ରୁମାନେ ଦେଖୁଥିଲେ।
13 ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ।
14 ଦ୍ୱିତୀୟ କ୍ଳେଶ ଦୂର ହେଲା। ତୃତୀୟ କ୍ଳେଶଟି ଖୁବ୍ ଶୀଘ୍ର ଆସୁଛି।
ସପ୍ତମ ତୂରୀ
15 ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ,
“ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା।
ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”
16 ତା'ପରେ ଚବିଶ ଜଣ ପ୍ରାଚୀନ ମୁଣ୍ଡ ନୁଆଁଇ ପ୍ରଣାମ କଲେ ଓ ପରମେଶ୍ୱରଙ୍କର ଉପାସନା କଲେ। ଏହି ପ୍ରାଚୀନମାନେ ପରମେଶ୍ୱରଙ୍କ ସମ୍ମୁଖରେ ସେମାନଙ୍କ ସିଂହାସନରେ ବସନ୍ତି। 17 ସେହି ପ୍ରାଚୀନମାନେ କହିଲେ:
“ହେ ପ୍ରଭୁ ପରମେଶ୍ୱର, ତୁମ୍ଭେ ସର୍ବଶକ୍ତିମାନ ଅଟ।
ଆମ୍ଭେ ତୁମ୍ଭକୁ ଧନ୍ୟବାଦ ଦେଉଅଛୁ; ତୁମ୍ଭେ ହିଁ ଏକମାତ୍ର ବର୍ତ୍ତମାନ ଅଛ, ଓ ଅତୀତରେ ଥିଲ।
ଏବେ ତୁମ୍ଭେ ତୁମ୍ଭର ମହାଶକ୍ତି ପ୍ରୟୋଗ କରି ଶାସନ କରିବାକୁ ଆରମ୍ଭ କରିଛ,
ସେଥିପାଇଁ ତୁମ୍ଭକୁ ଧନ୍ୟବାଦ ଦେଉଅଛୁ।
18 ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ,
କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ,
ମୃତମାନଙ୍କର ବିଗ୍ଭର ସମୟ ଆସିଛି;
ତୁମ୍ଭ ସେବକମାନଙ୍କୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି,
ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି।
ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”
19 ତା'ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା'ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।
ନାରୀ ଓ ମହାସର୍ପ
12 ତା'ପରେ ସ୍ୱର୍ଗରେ ଏକ ବିଚିତ୍ର ଚିହ୍ନ ଦେଖାଗଲା। ମୁଁ ଜଣେ ନାରୀଙ୍କୁ ସୂର୍ଯ୍ୟଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା। 2 ସେହି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବେଦନାରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହୋଇଯାଇଥିଲା।
3 ସ୍ୱର୍ଗରେ ଅନ୍ୟ ଏକ ଚିହ୍ନ ଦେଖାଗଲା। ସେଠାରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା'ର ସାତୋଟି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡରେ ସାତୋଟି ମୁକୁଟ ଥିଲା। ତା'ର ଦଶଟି ଶିଙ୍ଗ ମଧ୍ୟ ଥିଲା। 4 ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ୟରୁ ଏକତୃତୀୟାଂଶ ତାରାକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ସେହି ସାପ, ପ୍ରସବ କରିବାକୁ ଯାଇଥିବା ସେହି ନାରୀଙ୍କ ସାମନାରେ ଠିଆ ହୋଇ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହେବା ମାତ୍ରେ ତାହାକୁ ଖାଇବା ଉଦ୍ଦେଶ୍ୟରେ ସେ ପ୍ରସ୍ତୁତ ହୋଇଗଲା।
5 ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା। 6 ସେହି ସ୍ତ୍ରୀଲୋକଟି, ପରମେଶ୍ୱର ତା’ ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଗ୍ଭଲିଗଲା। ସେଠାରେ ତା'ର ଯତ୍ନ 1,260 ଦିନ ପର୍ଯ୍ୟନ୍ତ ନିଆଯିବ।
7 ଏହିପରି ସମୟରେ ସ୍ୱର୍ଗରେ ଯୁଦ୍ଧ ହେଲା। ମୀଖାୟେଲ ଓ ତାହାଙ୍କର ଦୂତଗଣ ସେହି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିଯୁଦ୍ଧ କଲା। 8 କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ୱର୍ଗରେ ସ୍ଥାନ ହରାଇଲେ। 9 ବିଶାଳ ସାପକୁ ସ୍ୱର୍ଗରୁ ପୃଥିବୀରେ ନିକ୍ଷେପ କରାଗଲା। (ସେହି ବିଶାଳ ସାପ ହେଉଛି ସେହି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାଯାଏ।) ସେ ପୃଥିବୀ ବାସୀଙ୍କୁ ଭୁଲ୍ ରାସ୍ତାରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳରେ ପୃଥିବୀରେ ନିକ୍ଷେପ କରାଗଲା।
10 ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା। 11 ଆମ୍ଭ ଭାଇମାନେ ମେଷଶାବକଙ୍କ ରକ୍ତ ଦ୍ୱାରା ଓ ସେମାନଙ୍କର ପ୍ରଗ୍ଭର ଦ୍ୱାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସେମାନେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିଥିଲେ। 12 ତେଣୁ ହେ ସ୍ୱର୍ଗ ଓ ସ୍ୱର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ୟନ୍ତ ଖରାପ ସମୟ, ଯେହେତୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କ୍ରୋଧରେ ପୂର୍ଣ୍ଣ ହୋଇ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି।’’
13 ବିଶାଳ ସାପ ନିଜକୁ ପୃଥିବୀରେ ନିକ୍ଷେପ ହେବାର ଦେଖିଲା। ତେଣୁ ସେ ପୁତ୍ର ସନ୍ତାନ ଜାତ କରିଥିବା ନାରୀ ପଛେ ପଛେ ଦୌଡ଼ିଲା। 14 କିନ୍ତୁ ସେହି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା’ ପାଇଁ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସେଠାରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ତାହାଙ୍କର ଯତ୍ନ ନିଆଯିବ। 15 ତା'ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସେହି ନାରୀର ପଛପଟରୁ ଜଳ ଛାଡ଼ିଲା ଯଦ୍ଦ୍ୱାରା ସେ ଜଳ ସ୍ରୋତ ଦ୍ୱାରା ତାହାକୁ ଭସାଇ ନେଇ ପାରିବ। 16 କିନ୍ତୁ ପୃଥିବୀ ସେହି ସ୍ତ୍ରୀକୁ ସାହାଯ୍ୟ କଲା। ପୃଥିବୀ ତା'ର ମୁଖ ଖୋଲିଲା ଓ ବିଶାଳ ସାପ ମୁଖରୁ ବାହାରି ଆସୁଥିବା ନଦୀକୁ ଗିଳି ଦେଲା। 17 ତେଣୁ ସାପ ସେହି ନାରୀ ଉପରେ ଭୀଷଣ ରାଗିଗଲା। ସେ ତା'ର ଅନ୍ୟ ପିଲାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିଲା। ଯେଉଁମାନେ ପରମେଶ୍ୱରଙ୍କର ଆଜ୍ଞାଗୁଡ଼ିକ ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ସେହିମାନେ ତାହାଙ୍କର ସନ୍ତାନ।
18 ସେହି ବିଶାଳ ସାପ ଯାଇ ସମୁଦ୍ର କୂଳରେ ଠିଆ ହେଲା।
2010 by World Bible Translation Center