Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13-16

ଦୁଇଟି ପଶୁ

13 ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତୋଟି ମୁଣ୍ଡ ଥିଲା। ପ୍ରତ୍ୟେକ ଶିଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରତ୍ୟେକ ମସ୍ତକରେ ପରମେଶ୍ୱରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲେଖାଯାଇଥିଲା। ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା'ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସେହି ବିଶାଳ ସାପ ସମୁଦ୍ରକୂଳରେ ରହି ତା'ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦେଲା।

ତାହାର ମସ୍ତକଗୁଡ଼ିକ ମଧ୍ୟରୁ ଗୋଟିଏ ମସ୍ତକ ଆଘାତ ପ୍ରାପ୍ତ ହୋଇଥିବା ପରି ଓ ମରାଯାଇଥିବା ପରି ଦେଖାଗଲା। କିନ୍ତୁ ତା'ର ମାରାତ୍ମକ କ୍ଷତ ଭଲ ହୋଇଯାଇଥିଲା। ପୃଥିବୀର ସବୁ ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେଲେ ଓ ସେହି ପଶୁର ଅନୁଗମନ କଲେ। ଲୋକମାନେ ସେହି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦେଇଥିଲା। ଲୋକମାନେ ସେହି ପଶୁକୁ ମଧ୍ୟ ପୂଜା କଲେ। ସେମାନେ କହିଲେ, “ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି? ତା’ ବିରୁଦ୍ଧରେ କିଏ ଯୁଦ୍ଧ କରି ପାରିବ?”

ସେହି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବୟାଳିଶ୍ ମାସ ପର୍ଯ୍ୟନ୍ତ ତା'ର କ୍ଷମତା ପ୍ରୟୋଗ କରିବା ପାଇଁ ଅନୁମତି ଦିଆଗଲା। ସେହି ପଶୁ ପରମେଶ୍ୱରଙ୍କ ବିରୁଦ୍ଧରେ ଖରାପ କଥା କହିବା ପାଇଁ ମୁହଁ ଖୋଲିଲା। ସେ ପରମେଶ୍ୱରଙ୍କର ନାମ ବିରୁଦ୍ଧରେ, ତାହାଙ୍କର ବାସସ୍ଥଳୀ ବିରୁଦ୍ଧରେ ଓ ଯେଉଁମାନେ ସ୍ୱର୍ଗରେ ରହୁଥିଲେ, ସେମାନଙ୍କ ବିରୁଦ୍ଧରେ ଖରାପ କଥାମାନ କହିଲା। ତାହାକୁ ପରମେଶ୍ୱରଙ୍କ ପବିତ୍ର ଲୋକ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା। ପୃଥିବୀରେ ରହୁଥିବା ସମସ୍ତ ଲୋକମାନେ ସେହି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖା ହୋଇ ନାହିଁ। ଏହି ମେଷଶାବକଙ୍କୁ ବଧ କରାଯାଇଥିଲା।

ଯାହାର ଶୁଣିବା ନିମନ୍ତେ କାନ ଅଛି, ସେ ଏହାକୁ ଶୁଣିବା ଉଚିତ୍।

10 ଯେଉଁ ବ୍ୟକ୍ତିର ବନ୍ଦୀ ହେବାର ଅଛି,
    ତେବେ ସେ ବନ୍ଦୀ ହେବ।
ଯେଉଁ ବ୍ୟକ୍ତିର ମୃତ୍ୟୁ ଖଣ୍ଡା ଦ୍ୱାରା ହେବାର ଅଛି,
    ତେବେ ସେ ଲୋକ ଖଣ୍ଡାରେ ମୃତ୍ୟୁବରଣ କରିବ।

ଏହି ସମୟରେ, ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ରହିବା ଉଚିତ୍।

ପୃଥିବୀ ମଧ୍ୟରୁ ପଶୁ

11 ତା'ପରେ ମୁଁ ଅନ୍ୟ ଏକ ପଶୁକୁ ପୃଥିବୀ ଉପରକୁ ଆସିବାର ଦେଖିଲି। ତା'ର ମେଷ ପରି ଦୁଇଟି ଶିଙ୍ଗ ଥିଲା, କିନ୍ତୁ ସେ ଏକ ସାପ ଭଳି ଭୟଙ୍କର କଥା କହୁଥିଲା। 12 ଏହି ପଶୁ ପ୍ରଥମପଶୁ ସାମନାରେ ଠିଆ ହେଲା ଓ ପ୍ରଥମପଶୁଠାରେ ଥିବା ସମସ୍ତ କ୍ଷମତା ଭଳି କ୍ଷମତା ବ୍ୟବହାର କଲା। ସେ ପ୍ରଥମ ପଶୁକୁ ପୂଜା କରିବା ପାଇଁ ସମଗ୍ର ପୃଥିବୀବାସୀଙ୍କୁ ବାଧ୍ୟ କଲା। ସେହି ପ୍ରଥମପଶୁର ମାରାତ୍ମକ କ୍ଷତ ସୁସ୍ଥ ହୋଇଯାଇଥିଲା। 13 ଏହି ଦ୍ୱିତୀୟ ପଶୁ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରେ। ଲୋକମାନେ ଦେଖୁଥିଲାବେଳେ ସେ ଆକାଶରୁ ପୃଥିବୀ ଉପରେ ଅଗ୍ନିବର୍ଷା କଲେ।

14 ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା। 15 ଦ୍ୱିତୀୟ ପଶୁକୁ ପ୍ରଥମ ପଶୁର ପ୍ରତିମାକୁ ଜୀବନ ଦେବା ପାଇଁ କ୍ଷମତା ଦିଆ ଯାଇଥିଲା। ତା'ପରେ ସେହି ପ୍ରତିମା କଥା କହିବ ଓ ଯେଉଁମାନେ ତାହାକୁ ପୂଜା ନ କରିବେ, ସେ ସେମାନଙ୍କୁ ମୃତ୍ୟୁଦଣ୍ଡର ଆଦେଶ ଦେବ। 16 ଦ୍ୱିତୀୟ ପଶୁ ସବୁ ଲୋକମାନଙ୍କୁ ବଡ଼ ଓ ସାନ, ଧନୀ ଓ ଗରିବ, ସ୍ୱାଧୀନ ଓ ପରାଧୀନ ନିର୍ବିଶେଷରେ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହାତରେ କିମ୍ବା ସେମାନଙ୍କ କପାଳରେ ଗୋଟିଏ ଚିହ୍ନ ଧାରଣ କରିବା ପାଇଁ ବାଧ୍ୟ କଲା। 17 ଯେଉଁ ମନୁଷ୍ୟ ସେହି ପଶୁର ନାମ କିମ୍ବା ତାହାର ନାମର ସଂଖ୍ୟା ଧାରଣ କରି ନ ଥିବ, ସେ କୌଣସି ଜିନିଷ କିଣାବିକା କରି ପାରିବ ନାହିଁ।

18 ଯେଉଁ ଲୋକର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟାର ଅର୍ଥକୁ ଠିକ୍ ରୂପ ଦେଇ ପାରିବ। ଏଥିପାଇଁ ବୁଦ୍ଧି ଆବଶ୍ୟକ କାରଣ ଏହି ସଂଖ୍ୟା ଗୋଟିଏ ମନୁଷ୍ୟର ସଂଖ୍ୟା। ତାହାର ସଂଖ୍ୟା ହେଉଛି 666।

ମୁକ୍ତପ୍ରାପ୍ତ ଲୋକଙ୍କର ଗୀତ

14 ତା'ପରେ ମୁଁ ମୋ’ ସମ୍ମୁଖରେ ମେଷଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହୋଇଥିଲେ। ତାହାଙ୍କ ସହିତ 144,000 ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲେଖାଥିଲା।

ମୁଁ ସ୍ୱର୍ଗରୁ ମହାଜଳପ୍ରପାତ ଓ ମହାବଜ୍ରନାଦ ଭଳି ଏକ ଏକ ସ୍ୱର ଶୁଣିଲି। ଏହା ବୀଣାବାଦକମାନେ ସେମାନଙ୍କର ବୀଣାବାଦନ କରିବାପରି ମନେ ହେଲା। ଏହି ଲୋକମାନେ ସିଂହାସନ ସମ୍ମୁଖରେ ଗ୍ଭରି ଜଣ ଜୀବନ୍ତ ପଶୁଙ୍କ ସମ୍ମୁଖରେ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କେବଳ 144,000 ଜଣ ଲୋକମାନଙ୍କ ଛଡ଼ା କେହିହେଲେ ଏହି ଗୀତ ଶିଖି ପାରିଲେ ନାହିଁ।

ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି। ସେମାନେ କେବେ ମିଥ୍ୟା କହନ୍ତି ନାହିଁ। ସେମାନେ ସର୍ବଦା ନିର୍ଦ୍ଦୋଷ।

ତିନି ଜଣ ସ୍ୱର୍ଗଦୂତ

ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତ ଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦେବା ପାଇଁ ସେହି ସ୍ୱର୍ଗଦୂତଙ୍କ ପାଖରେ ଏକ ଅନନ୍ତକାଳୀନ ସୁସମାଗ୍ଭର ଥିଲା। ସେହି ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ କହିଲେ, “ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ୱରଙ୍କ ଦ୍ୱାରା ଲୋକମାନଙ୍କୁ ବିଗ୍ଭର କରିବା ସମୟ ଉପସ୍ଥିତ। ପରମେଶ୍ୱରଙ୍କର ଉପାସନା କର। ସେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।”

ତା'ପରେ ଦ୍ୱିତୀୟ ଦୂତ ଜଣକ, ପ୍ରଥମ ସ୍ୱର୍ଗଦୂତଙ୍କୁ ଅନୁସରଣ କରି କହିଲେ, “ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦେଖାଇ ଭ୍ରଷ୍ଟାଗ୍ଭର କାମ ଓ ପରମେଶ୍ୱରଙ୍କ କ୍ରୋଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହୋଇଯାଇଛି।”

ତା'ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ୱରରେ ଅନୁସରଣ କରି କହିଲେ, “ଯଦି କେହି ଲୋକ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା’ ନିଜ କପାଳରେ ଓ ହାତରେ ତା'ର ଚିହ୍ନ ଧାରଣ କରେ, 10 ସେହି ଲୋକ ପରମେଶ୍ୱରଙ୍କ କ୍ରୋଧର ସୁରା ପାନ କରିବ। ଏହି ସୁରା ପରମେଶ୍ୱରଙ୍କ କ୍ରୋଧର ପାତ୍ରରେ ଅମିଶ୍ରିତ ଭାବେ ଢଳା ହୋଇଛି। ସେ ପବିତ୍ର ଦୂତଗଣ ଓ ମେଷଶାବକଙ୍କ ସମ୍ମୁଖରେ ଜ୍ୱଳନ୍ତ ଗନ୍ଧକରେ ଯନ୍ତ୍ରଣା ପାଇବ। 11 ସେମାନଙ୍କ ଯନ୍ତ୍ରଣାର ଧୂଆଁ ସବୁବେଳ ପାଇଁ ଉଠୁଥିବ। ସେମାନଙ୍କୁ ଯନ୍ତ୍ରଣାରୁ ଦିନରାତି କେବେ ହେଲେ ଆରାମ ମିଳିବ ନାହିଁ, କାରଣ ସେମାନେ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି। 12 ଏହାର ଅର୍ଥ ହେଉଛି ଯେ, ପରମେଶ୍ୱରଙ୍କର ପବିତ୍ର ଲୋକମାନେ ଧୈର୍ଯ୍ୟବାନ୍ ହୁଅନ୍ତୁ। ସେମାନେ ପରମେଶ୍ୱରଙ୍କର ଆଜ୍ଞା ମାନିବା ଓ ଯୀଶୁଙ୍କ ପାଖରେ ବିଶ୍ୱାସ ରଖୁଥିବା ଉଚିତ୍।

13 ତା'ପରେ ମୁଁ ଗୋଟିଏ ସ୍ୱର ସ୍ୱର୍ଗରୁ ଶୁଣିଲି। ସେହି ସ୍ୱର କହିଲା, “ଏହା ଲେଖିରଖ: ବର୍ତ୍ତମାନଠାରୁ ପ୍ରଭୁଙ୍କଠାରେ ବିଶ୍ୱାସ ରଖି ଯେଉଁମାନେ ମୃତ୍ୟୁବରଣ କରନ୍ତି, ସେମାନେ ଧନ୍ୟ।”

ଆତ୍ମା କହନ୍ତି, “ହଁ, ତାହା ସତ୍ୟ। ସେହି ଲୋକମାନେ ସେମାନଙ୍କର କଠିନ ପରିଶ୍ରମରୁ ବିଶ୍ରାମ ନେବେ କାରଣ ସେମାନେ କରିଥିବା କାମ ସେମାନଙ୍କ ସାଙ୍ଗରେ ଯିବ।”

ପୃଥିବୀରୁ ଶସ୍ୟ କଟା ହେବ

14 ତା'ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ଗୋଟିଏ ଧଳା ମେଘ ଥିଲା। ସେହି ମେଘ ଉପରେ ମନୁଷ୍ୟପୁତ୍ରଙ୍କ ପରି ଜଣେ ବ୍ୟକ୍ତି ବସିଥିଲେ। ତାହାଙ୍କ ମୁଣ୍ଡରେ ଗୋଟିଏ ସୁନାର ମୁକୁଟ ଓ ହାତରେ ଗୋଟିଏ ମୁନିଆ ଦାଆ ଥିଲା। 15 ତା'ପରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ। ସେ ମେଘ ଉପରେ ବସିଥିବା ବ୍ୟକ୍ତିଙ୍କୁ ଡାକି କହିଲେ, “ଦାଆ ଲଗାଇ ଶସ୍ୟ ଅମଳ କର, କାରଣ ଶସ୍ୟ ଅମଳର ସମୟ ହୋଇ ଗଲାଣି। ପୃଥିବୀର ଫଳ ପାଚିଗଲାଣି।” 16 ତେଣୁ ମେଘ ଉପରେ ଯିଏ ବସିଥିଲେ, ସେ ପୃଥିବୀର ଶସ୍ୟରେ ଦାଆ ଲଗାଇଲେ। ଏହିପରି ପୃଥିବୀର ଶସ୍ୟ କଟାଗଲା।

17 ତା'ପରେ ଆଉ ଜଣେ ସ୍ୱର୍ଗ ଦୂତ ସ୍ୱର୍ଗର ମନ୍ଦିର ଭିତରୁ ଆସିଲେ। ତାହାଙ୍କର ମଧ୍ୟ ଗୋଟିଏ ଧାରୁଆ ଦାଆ ଥିଲା। 18 ତା'ପରେ ଆଉ ଜଣେ ସ୍ୱର୍ଗଦୂତ ବେଦୀରୁ ଆସିଲେ। ସେହି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, “ପୃଥିବୀର ଅଙ୍ଗୁର ପେନ୍ଥାଗୁଡ଼ିକ ଦାଆ ବ୍ୟବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।” 19 ତା'ପରେ ସ୍ୱର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ୱରଙ୍କର କ୍ରୋଧ ରୂପ ଦ୍ରାକ୍ଷାପେଷା କୁଣ୍ଡରେ ସେଗୁଡ଼ିକୁ ପକାଇ ଦେଲେ। 20 ନଗର ବାହାରେ ଦ୍ରାକ୍ଷା ଫଳ ସବୁ ସେହି ଦ୍ରାକ୍ଷାପେଷା କୁଣ୍ଡରେ ଚିପୁଡ଼ା ହେଲା। ସେହି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ଯ୍ୟନ୍ତ ଉପରକୁ ଉଠି 300 କିଲୋମିଟର ପର୍ଯ୍ୟନ୍ତ ରକ୍ତ ସ୍ରୋତ ହୋଇ ବହିବାରେ ଲାଗିଲା।

ଦୂତଙ୍କର ଶେଷ ମହାମାରୀ

15 ଏହା ପରେ ମୁଁ ସ୍ୱର୍ଗରେ ଗୋଟିଏ ବଡ଼ ଓ ଆଶ୍ଚର୍ଯ୍ୟ ଜନକ ଲକ୍ଷଣ ଦେଖିଲି। ସେଠାରେ ସାତ ଜଣ ଦୂତ ସେମାନଙ୍କ ହାତରେ ସାତୋଟି ଶେଷ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ୱରଙ୍କ କ୍ରୋଧର ସମାପ୍ତି ଘଟିବ।

ମୁଁ ମୋ’ ସାମନାରେ ଅଗ୍ନି ମିଶ୍ରିତ କାଚ ପରି ଏକ ସମୁଦ୍ର ଦେଖିଲି। ଯେଉଁ ଲୋକମାନେ ସେହି ପଶୁ, ତାହାର ପ୍ରତିମା, ଓ ତାହାର ନାମର ସଂଖ୍ୟା ଉପରେ ଜୟଲାଭ କରିଥିଲେ, ସେମାନଙ୍କୁ ସେହି ସମୁଦ୍ର କୂଳରେ ଠିଆ ହେବାର ଦେଖିଲି। ସେମାନଙ୍କ ହାତରେ ପରମେଶ୍ୱର ଦେଇଥିବା ବୀଣା ଥିଲା। ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ:

“ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର!
    ତୁମ୍ଭର କାର୍ଯ୍ୟଗୁଡ଼ିକ ମହାନ ଓ ଆଶ୍ଚର୍ଯ୍ୟପୂର୍ଣ୍ଣ
ହେ ଜାତି ସମୂହର ରାଜା,
    ତୁମ୍ଭର ପଥଗୁଡ଼ିକ ନ୍ୟାୟସଙ୍ଗତ ଓ ସତ୍ୟ।
ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ?
    ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ।
    କାରଣ କେବଳ ତୁମ୍ଭେ ହିଁ ପବିତ୍ର;
ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ।
    କାରଣ ତୁମ୍ଭେ ହିଁ ନ୍ୟାୟବନ୍ତ ଏହା ଜଗତେ ବିଦିତ।”

ଏହା ପରେ ମୁଁ ସ୍ୱର୍ଗରେ ପରମେଶ୍ୱରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖୋଲା ହେବାବାର ଦେଖିଲି। ସେହି ମନ୍ଦିର ଭିତରୁ ସାତ ଜଣ ଦୂତ ସାତୋଟି ମହାମାରୀଗୁଡ଼ିକୁ ଧରି ବାହାରି ଆସିଲେ। ସେମାନେ ଶୁଦ୍ଧ, ଉଜ୍ଜ୍ୱଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସେମାନଙ୍କ ବକ୍ଷରେ ସୁବର୍ଣ୍ଣ ବନ୍ଧନୀ ଥିଲା। ତା'ପରେ ଗ୍ଭରି ଜୀବିତ ପ୍ରାଣୀମାନଙ୍କ ମଧ୍ୟରୁ ଜଣେ ପ୍ରାଣୀ ସାତ ଦୂତଙ୍କୁ ସାତୋଟି ସୁବର୍ଣ୍ଣ ପାତ୍ର ଦେଲେ। ସେହି ପାତ୍ର ନିତ୍ୟଜୀବୀ ପରମେଶ୍ୱରଙ୍କର କ୍ରୋଧରେ ପରିପୂର୍ଣ୍ଣ ଥିଲା। ସେହି ମନ୍ଦିର ପରମେଶ୍ୱରଙ୍କ ଗୌରବ ଓ କ୍ଷମତାର ଧୂଆଁରେ ଭର୍ତ୍ତି ହୋଇଗଲା। ସାତ ଜଣ ଦୂତଙ୍କର ସାତୋଟି ମହାମାରୀ ଶେଷ ନ ହେବା ପର୍ଯ୍ୟନ୍ତ କୌଣସି ଲୋକ ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ।

ପରମେଶ୍ୱରଙ୍କ କ୍ରୋଧରେ ସାତୋଟି ପାତ୍ର ପୂର୍ଣ୍ଣ

16 ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ୱନି ଶୁଣିଲି। ତାହା ସାତୋଟି ଦୂତଙ୍କୁ କହିଲା, “ଯାଅ, ପରମେଶ୍ୱରଙ୍କ କ୍ରୋଧରେ ପୂର୍ଣ୍ଣ ହୋଇଥିବା ସାତୋଟି ପାତ୍ରକୁ ପୃଥିବୀ ଉପରେ ଢାଳିଦିଅ।”

ତହୁଁ ପ୍ରଥମ ଦୂତ ମନ୍ଦିରରୁ ବାହାରି ପୃଥିବୀ ଉପରେ ତାହାଙ୍କ ପାତ୍ରକୁ ଢାଳି ଦେଲେ। ତା'ପରେ ଯେଉଁମାନେ ସେହି ପଶୁର ଚିହ୍ନ ଧାରଣ କରିଥିଲେ ଓ ତା'ର ପ୍ରତିମାକୁ ପୂଜା କରୁଥିଲେ, ସେମାନଙ୍କର ଶରୀରରେ ଅତି କଷ୍ଟଦାୟକ ଓ ସାଂଘାତିକ ଧରଣର ଘା ବାହାରି ପଡ଼ିଲା।

ଦ୍ୱିତୀୟ ଦୂତ ତାହାଙ୍କ ପାତ୍ରକୁ ସମୁଦ୍ର ଉପରେ ଢାଳି ଦେଲେ। ସେଥିରେ ସମୁଦ୍ର ଜଳ ମୃତ ଲୋକର ରକ୍ତ ପରି ଲାଲ ହୋଇଗଲା। ସମୁଦ୍ରରେ ଥିବା ସମସ୍ତ ଜୀବନ୍ତ ପ୍ରାଣୀ ମରିଗଲେ।

ତୃତୀୟ ସ୍ୱର୍ଗ ଦୂତ ତାହାଙ୍କ ପାତ୍ରକୁ ନଦୀ ଓ ଜଳ ନିର୍ଝରଗୁଡ଼ିକ ଉପରେ ଢାଳିଲେ। ନଦୀ ଓ ଜଳ ନିର୍ଝରଗୁଡ଼ିକର ଜଳ ରକ୍ତ ହୋଇଗଲା। ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ୱରଙ୍କୁ କହିବାର ଶୁଣିଲି:

“ହେ ପବିତ୍ର ପରମେଶ୍ୱର,
    ତୁମ୍ଭେ ହିଁ କେବଳ ଅତୀତରେ ସର୍ବଦା ଥିଲ ଓ ବର୍ତ୍ତମାନ ଅଛ।
    ତୁମ୍ଭେ ଏହି ବିଗ୍ଭର କରିବା ଦ୍ୱାରା ନ୍ୟାୟ କରିଅଛ।
ଲୋକମାନେ ଯେହେତୁ ତୁମ୍ଭର ପବିତ୍ର ଲୋକ
    ଓ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର ରକ୍ତପାତ କରିଥିଲେ,
ଏବେ ତୁମ୍ଭେ ସେମାନଙ୍କୁ ରକ୍ତପାତ କରିବାକୁ ଦେଇଛ।
    ସେମାନେ ଏହା ହିଁ ପାଇବାକୁ ଯୋଗ୍ୟ।”

ମୁଁ ବେଦୀକୁ ଏହା କହିବାର ଶୁଣିଲି,

“ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର
    ହଁ, ତୁମ୍ଭର ବିଗ୍ଭରଗୁଡ଼ିକ ସତ୍ୟ ଓ ନ୍ୟାୟସଙ୍ଗତ।”

ଏହା ପରେ ଚତୁର୍ଥ ଦୂତ ତାହାଙ୍କ ପାତ୍ର ସୂର୍ଯ୍ୟଙ୍କ ଉପରେ ଢାଳିଲେ। ସେଥିରେ ସୂର୍ଯ୍ୟକୁ, ମନୁଷ୍ୟମାନଙ୍କୁ ଅଗ୍ନିରେ ପୋଡ଼ି ଦେବାର କ୍ଷମତା ଦିଆଗଲା। ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସେମାନେ ପରମେଶ୍ୱରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କେବଳ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସେମାନେ ସେମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ୱରଙ୍କ ମହିମା ଗାନ କଲେ ନାହିଁ।

10 ପଞ୍ଚମ ଦୂତ ତାହାଙ୍କ ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ। ଏହା ଦ୍ୱାରା ପଶୁର ରାଜ୍ୟରେ ଅନ୍ଧକାର ଘୋଟିଗଲା। ଲୋକମାନେ ଯନ୍ତ୍ରଣାରେ ଜିଭ କାମୁଡ଼ିଲେ। 11 ସେମାନେ ତାହାଙ୍କ ଯନ୍ତ୍ରଣା ଓ ଘା ସକାଶେ ସ୍ୱର୍ଗରେ ଥିବା ପରମେଶ୍ୱରଙ୍କର ନିନ୍ଦା କଲେ। କିନ୍ତୁ ସେମାନେ ତାହାଙ୍କର ହୃଦୟ ପରିବର୍ତ୍ତନ କଲେ ନାହିଁ ଓ ନିଜର ମନ୍ଦ କାମ ପାଇଁ ଅନୁତାପ କଲେ ନାହିଁ।

12 ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢାଳିଲେ। ଏହା ଦ୍ୱାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା। 13 ତା'ପରେ ମୁଁ ତିନୋଟି ଅଶୁଚି ଆତ୍ମାଙ୍କୁ ଦେଖିଲି। ସେମାନେ ବେଙ୍ଗ ପରି ଦେଖାଯାଉଥିଲେ। ସେମାନେ ସେହି ଭୟଙ୍କର ସର୍ପ ମୁଖରୁ, ପଶୁ ମୁଖରୁ ଓ ଭଣ୍ଡଭବିଷ୍ୟ‌‌ଦ୍‌‌‌‌ବକ୍ତା ମୁଖରୁ ବାହାରି ଆସିଲେ। 14 ସେମାନେ ଭୂତର ଆତ୍ମା ଓ ସେମାନଙ୍କର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାର କ୍ଷମତା ଥିଲା। ସେମାନେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ମହାଦିନର ଯୁଦ୍ଧ ପାଇଁ ପୃଥିବୀର ସବୁ ରାଜାମାନଙ୍କୁ ଏକତ୍ର କରିବା ନିମନ୍ତେ ସେମାନଙ୍କ ପାଖକୁ ଯାଆନ୍ତି।

15 “ଦେଖ! ମୁଁ ଗୋଟିଏ ଗ୍ଭେର ଭଳି ଆସିବି। ଯେ ମୋ’ ଅପେକ୍ଷାରେ ଗ୍ଭହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସେହି ଲୋକ ସୁଖୀ। ତେବେ ତାହାକୁ ଉଲଗ୍ନ ହୋଇ ଗ୍ଭଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।’’

16 ସେହି ଭୂତାତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ କୁହା ଯାଉଥିବା ‘ହର୍ମିଗିଦ୍ଦୋନ୍’ ନାମକ ସ୍ଥାନରେ ଏକାଠି କଲେ।

17 ତା'ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାୟୁରେ ଢାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ୱର ଆସିଲା। ସେହି ସ୍ୱର କହିଲା, “ଏହା ସମାପ୍ତ ହେଲା।” 18 ତା'ପରେ ସେଠାରେ ବିଜୁଳି ଚମକିଲା, କୋଳାହଳ, ବଜ୍ରନାଦ ଓ ଏକ ଭୟଙ୍କର ଭୂମିକମ୍ପ ହେଲା। ଏଭଳି ଭୟଙ୍କର ଭୂମିକମ୍ପ ମନୁଷ୍ୟ ଇତିହାସରେ କେବେ ହୋଇ ନ ଥିଲା। 19 ମହାନଗରୀ ତିନି ଭାଗରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହୋଇଗଲା। ପରମେଶ୍ୱର ମହାନଗରୀ ବାବିଲୋନକୁ ଦଣ୍ଡ ଦେବା ପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କ୍ରୋଧରୂପ ମଦିରା ପାତ୍ରରୁ ପାନ କରାଇଲେ। 20 ପ୍ରତ୍ୟେକ ଦ୍ୱୀପ ଉଭେଇ ଗଲା ଓ ସେଠାରେ ଗୋଟିଏ ହେଲେ ପର୍ବତ ରହିଲା ନାହିଁ। 21 ଆକାଶରୁ ଲୋକମାନଙ୍କ ଉପରେ ପ୍ରକାଣ୍ଡ କୁଆପଥରମାନ ପଡ଼ିଲା। ପ୍ରତ୍ୟେକ କୁଆପଥରର ଓଜନ ପ୍ରାୟ 50 କିଲୋଗ୍ରାମ ଥିଲା। ଲୋକମାନେ ସେହି କୁଆପଥର ମହାମାରୀ ପାଇଁ ପରମେଶ୍ୱରଙ୍କୁ ନିନ୍ଦା କଲେ। ଏହି କ୍ଳେଶ ଅତି ଭୟାନକ ଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center