Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20-22

ଏକ ହଜାର ବର୍ଷ

20 ତା'ପରେ ମୁଁ ସ୍ୱର୍ଗରୁ ଜଣେ ସ୍ୱର୍ଗଦୂତଙ୍କୁ ଓହ୍ଲାଇବାର ଦେଖିଲି। ତାହାଙ୍କ ପାଖରେ ପାତାଳର ଅତଳ ଗହ୍ୱରର ଗ୍ଭବି ଥିଲା। ତାହାଙ୍କ ହାତରେ ଗୋଟିଏ ବଡ଼ ଶିକୁଳି ଥିଲା। ସ୍ୱର୍ଗଦୂତ ସେହି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସେହି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ଯ୍ୟନ୍ତ ଶିକୁଳିରେ ବାନ୍ଧି ଦେଲେ। ସେ ତାହାକୁ ଗଭୀରତମ ଗହ୍ୱରରେ ଫୋପାଡ଼ି ଦେଲେ ଓ ତାହାକୁ ବନ୍ଦ କରିଦେଲେ। ଦୂତ ସେହି ଗହ୍ୱରକୁ ବନ୍ଦ କରି ମୁଦ୍ରା ବସାଇଲେ, ଯେପରି ସେ ହଜାରବର୍ଷ ପୂର୍ଣ୍ଣ ହେବାପର୍ଯ୍ୟନ୍ତ ଲୋକମାନଙ୍କୁ ଭ୍ରାନ୍ତ କରି ପାରିବ ନାହିଁ। ଏକ ହଜାର ବର୍ଷ ପରେ ତାହାକୁ ଖୁବ୍ ଅଳ୍ପ ସମୟ ପାଇଁ ମୁକ୍ତ କରାଯିବ।

ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ। (ଅବଶିଷ୍ଟ ମୃତ ଲୋକମାନେ ଏକହଜାର ବର୍ଷ ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ବଞ୍ଚି ଉଠିଲେ ନାହିଁ।)

ଏହା ହିଁ ପ୍ରଥମ ପୁନରୁ‌ତ୍‌‌ଥାନ। ଏହି ପ୍ରଥମ ପୁନରୁ‌ତ୍‌‌ଥାନରେ ଯେଉଁମାନେ ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର। ଏମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି କ୍ଷମତା ନାହିଁ। ସେହି ଲୋକମାନେ ପରମେଶ୍ୱରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହେବେ। ସେମାନେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କରିବେ।

ଶୟତାନର ପରାଜୟ

ଏକ ହଜାର ବର୍ଷ ଶେଷ ହେବାପରେ ଶୟତାନକୁ ତା'ର ଗଭୀରତମ ଗହ୍ୱରର ବନ୍ଦୀଶାଳାରୁ ମୁକ୍ତି ମିଳିବ। ସେ ପୃଥିବୀର ଗ୍ଭରି କୋଣକୁ ଯାଇ ସବୁ ଦେଶମାନଙ୍କୁ ଭ୍ରାନ୍ତ କରିବ, ଓ ସେହି ସମୁଦ୍ରର ବାଲି ପରି ଅସଂଖ୍ୟ ଗୋଗ୍ ଓ ମାଗୋ‌ଗ୍‌ଙ୍କୁ ଏକତ୍ର କରି ଯୁଦ୍ଧ କରିବାକୁ ବାହାରିବ।

ଶୟତାନର ସେନାବାହିନୀ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ପରମେଶ୍ୱରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ୱରଙ୍କ ପ୍ରିୟ ନଗରକୁ ଘେରିଗଲେ। କିନ୍ତୁ ସ୍ୱର୍ଗରୁ ଅଗ୍ନି ଆସିଲା ଓ ତା'ର ସେନାବାହିନୀକୁ ବିନାଶ କରିଦେଲା। 10 ସେତେବେଳେ ଶୟତାନ (ଯିଏ ସେହି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସେହି ପଶୁ ଓ ମିଥ୍ୟାବାଦୀ ଭବିଷ୍ୟ‌‌ଦ୍‌‌‌‌ବକ୍ତା ସହିତ ଗନ୍ଧକରେ ପ୍ରଜ୍ୱଳିତ ଅଗ୍ନିମୟ ହ୍ରଦ ମଧ୍ୟକୁ ନିକ୍ଷେପ କରାଗଲେ। ସେମାନେ ସେଠାରେ ଦିନରାତି ସବାସର୍ବଦା ପାଇଁ ଯନ୍ତ୍ରଣା ପାଇବେ।

ପୃଥିବୀର ଲୋକଙ୍କର ବିଗ୍ଭର

11 ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ। 12 ମୁଁ ବଡ଼ଠାରୁ ସାନ ପର୍ଯ୍ୟନ୍ତ ମୃତବ୍ୟକ୍ତିଙ୍କୁ ସିଂହାସନ ସାମନାରେ ଠିଆ ହେବାର ଦେଖିଲି। ଜୀବନ ପୁସ୍ତକ ଖୋଲାଥିଲା। ସେଠାରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ୟ ଖୋଲାଥିଲା। ମୃତ ଲୋକମାନଙ୍କର ନିଜ ନିଜ କର୍ମ ଅନୁସାରେ ବିଗ୍ଭର ହେଲା। ସେହି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲେଖାଯାଇଥିଲା।

13 ସମୁଦ୍ର ଭିତରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସେମାନଙ୍କୁ ଦେଇଦେଲା। ମୃତ୍ୟୁ ଓ ପାତାଳ ନିଜ ପାଖରେ ଥିବା ମୃତ ଲୋକମାନଙ୍କୁ ଦେଇଦେଲା, ପ୍ରତ୍ୟେକ ଲୋକକୁ ତା'ର କର୍ମଗୁଡ଼ିକ ଅନୁସାରେ ବିଗ୍ଭର କରାଗଲା। 14 ତା'ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷେପ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ୱିତୀୟ ମୃତ୍ୟୁ ଅଟେ। 15 ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା।

ନୂତନ ଯିରୁଶାଲମ

21 ଏହା ପରେ ମୁଁ ଗୋଟିଏ ନୂତନ ସ୍ୱର୍ଗ ଓ ନୂତନ ପୃଥିବୀ ଦେଖିଲି। ପ୍ରଥମ ସ୍ୱର୍ଗ ଓ ପ୍ରଥମ ପୃଥିବୀ ଅଦୃଶ୍ୟ ହୋଇଯାଇଥିଲା। ସେଠାରେ ଆଉ ସମୁଦ୍ର ନ ଥିଲା। ତା'ପରେ ମୁଁ ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ଯିରୁଶାଲମ ଅଟେ। ବର ପାଇଁ କନ୍ୟା ଯେପରି ସୁସଜ୍ଜିତା ହୋଇଥାଏ, ଠିକ୍ ସେହିପରି ଏହା ପ୍ରସ୍ତୁତ ଥିଲା।

ମୁଁ ସିଂହାସନରୁ ଏକ ଉଚ୍ଚ ସ୍ୱର ଶୁଣିଲି। ସେହି ସ୍ୱର କହିଲା, “ବର୍ତ୍ତମାନ ପରମେଶ୍ୱରଙ୍କର ବାସସ୍ଥାନ ଲୋକମାନଙ୍କ ପାଖରେ ଅଛି। ସେ ସେମାନଙ୍କ ସହିତ ରହିବେ। ସେମାନେ ତାହାଙ୍କର ଲୋକ ହେବେ। ପରମେଶ୍ୱର ନିଜେ ସେମାନଙ୍କ ସହିତ ରହିବେ ଓ ସେମାନଙ୍କର ପରମେଶ୍ୱର ହେବେ। ପରମେଶ୍ୱର ସେମାନଙ୍କ ଆଖିରୁ ସମସ୍ତ ଲୁହ ପୋଛି ଦେବେ। ଆଉ ଅଧିକ ମୃତ୍ୟୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।”

ସିଂହାସନ ଉପରେ ଯିଏ ବସିଥିଲେ, ସେ କହିଲେ, “ମୁଁ ସମସ୍ତ ବିଷୟ ନୂତନ କରୁଅଛି।” ତା'ପରେ ସେ କହିଲେ, “ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ୱାସ ଯୋଗ୍ୟ ଓ ସତ୍ୟ।”

ସିଂହାସନରେ ବସିଥିବା ବ୍ୟକ୍ତି ମୋତେ କହିଲେ, “ଏହା ସମାପ୍ତ ହୋଇଯାଇଛି। ମୁଁ ହେଉଛି ପ୍ରଥମ ଓ ଶେଷ।[a] ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ୟରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦେବି। ଯେ ବିଜୟୀ ହେବ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ୱର ହେବି ଓ ସେ ମୋର ପୁତ୍ର ହେବ। କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’

ତା'ପରେ ସାତ ଜଣ ସ୍ୱର୍ଗଦୂତଙ୍କ ମଧ୍ୟରୁ ଯେଉଁମାନଙ୍କ ପାଖରେ ସାତୋଟି ଶେଷ କ୍ଳେଶର ସାତ ପାତ୍ର ଥିଲା, ସେହିମାନଙ୍କ ମଧ୍ୟରୁ ଜଣେ ମୋ’ ପାଖକୁ ଆସିଲେ। ସେହି ସ୍ୱର୍ଗଦୂତ ମୋତେ କହିଲେ, “ମୋ’ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦେଖାଇବି। ସେ ମେଷଶାବକଙ୍କର ସ୍ତ୍ରୀ। 10 ସେ ଦୂତ ମୋତେ ଆତ୍ମା ଦ୍ୱାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନେଇଗଲେ। ସେ ମୋତେ ପବିତ୍ର ନଗରୀ ଯିରୁଶାଲମ ଦେଖାଇଲେ। ମୁଁ ସେହି ନଗରୀକୁ ପରମେଶ୍ୱରଙ୍କ ପାଖରୁ ସ୍ୱର୍ଗରୁ ଆସିବାର ଦେଖିଲି।

11 ସେହି ନଗରୀ ପରମେଶ୍ୱରଙ୍କ ଗୌରବରେ ଉଜ୍ଜ୍ୱଳମୟ ଦେଖାଯାଉଥିଲା। ଏହା ମୂଲ୍ୟବାନ ମଣି, ସୂର୍ଯ୍ୟକାନ୍ତ ପରି ଉଜ୍ଜ୍ୱଳ ହୋଇ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ୱଚ୍ଛ ଥିଲା। 12 ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା। 13 ସେଠାରେ ପୂର୍ବ ଦିଗରେ ତିନୋଟି ପ୍ରବେଶ ଦ୍ୱାରା, ଉତ୍ତରରେ ତିନୋଟି ପ୍ରବେଶ ଦ୍ୱାର, ଦକ୍ଷିଣରେ ତିନୋଟି ପ୍ରବେଶ ଦ୍ୱାର ଏବଂ ପଶ୍ଚିମ ଦିଗରେ ତିନୋଟି ଦ୍ୱାର ଥିଲା। 14 ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସେହି ପଥର ଉପରେ ମେଷଶାବକଙ୍କର ବାରଜଣ ପ୍ରେରିତଙ୍କର ନାମ ଲେଖାଯାଇଥିଲା।

15 ମୋ’ ସହିତ କଥାବାର୍ତ୍ତା ହେଉଥିବା ସ୍ୱର୍ଗଦୂତଙ୍କ ହାତରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ୱାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତରେ ରଖିଥିଲେ। 16 ସେହି ନଗରୀଟି ଗ୍ଭରି କୋଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସେହି ଦୂତ ମାପଦଣ୍ଡରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ୟ 12,000 ଷ୍ଟାଡ଼ିଆ[b] ଥିଲା। 17 ସେ ଦୂତ କାନ୍ଥର ଉଚ୍ଚତା ମଧ୍ୟ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ୟମାନଙ୍କ ଦ୍ୱାରା ବ୍ୟବହୃତ ମାନଦଣ୍ଡରେ ମାପିଥିଲେ। 18 ସେହି ନଗରୀର କାନ୍ଥ ସୂର୍ଯ୍ୟକାନ୍ତମଣିରେ ତିଆରି ହୋଇଥିଲା। ସେହି ନଗରୀ ସ୍ୱଚ୍ଛକାଚ ପରି ଉଜ୍ଜ୍ୱଳ ଖାଣ୍ଟି ସୁନାରେ ତିଆରି ହୋଇଥିଲା।

19 ନଗରୀ କାନ୍ଥର ମୂଳଦୁଆ ପଥରରେ ବହୁମୂଲ୍ୟ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ୱିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ଯ୍ୟମଣି, ଚତୁର୍ଥଟି ମରକତମଣି ଥିଲା। 20 ପଞ୍ଚମରେ ପୁଲକମଣି, ଷଷ୍ଠ ମାଣିକ୍ୟମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମରେ ଫିରୋଜମଣି, ନବମରେ ଗୋମେଦକମଣି, ଦଶମରେ ଲଶୁନୀୟମଣି, ଏକାଦଶରେ ଇନ୍ଦ୍ରନୀଳମଣି, ଓ ଦ୍ୱାଦଶରେ ସୁଗନ୍ଧମଣି ଖଚିତ ଥିଲା। 21 ବାରଟି ପ୍ରବେଶ ଦ୍ୱାର ହେଉଛି ବାର ଗୋଟି ମୁକ୍ତା। ପ୍ରତ୍ୟେକ ପ୍ରବେଶ ଦ୍ୱାର ଗୋଟିଏ ଲେଖା ମୁକ୍ତାରେ ତିଆରି ହୋଇଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନାରେ ତିଆରି ହୋଇଥିଲା।

22 ମୁଁ ସେହି ନଗରୀ ଭିତରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ୱର ଓ ମେଷଶାବକ ହେଉଛନ୍ତି ସେହି ନଗରର ମନ୍ଦିର। 23 ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।

24 ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ। 25 ସେହି ନଗରୀର ଦ୍ୱାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସେଠାରେ କେବେ ହେଲେ ରାତି ହେବ ନାହିଁ। 26 ସେହି ନଗରକୁ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ଅଣାଯିବ। 27 କୌଣସି ଅଶୁଚି ଜିନିଷ ତା’ ଭିତରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ଯ୍ୟ କରିବା ଲୋକ ଓ ମିଥ୍ୟା କହିବା ଲୋକ ତା’ ଭିତରେ ପଶିପାରିବେ ନାହିଁ। ମେଷଶାବକଙ୍କ ଜୀବନପୁସ୍ତକରେ ନାମ ଲେଖା ହୋଇଥିବା ଲୋକମାନେ ସେହି ନଗରୀ ଭିତରେ ପ୍ରବେଶ କରିବେ।

22 ତା'ପରେ ଦୂତ ମୋତେ ଜୀବନଜଳର ନଦୀ ଦେଖାଇଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ୱଳ ଥିଲା। ସେହି ନଦୀ ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି। ଏହା ନଗରୀର ରାଜପଥ ଦେଇ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବକ୍ଷରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।

ସେଠାରେ ପରମେଶ୍ୱରଙ୍କ ଦ୍ୱାରା ବିଗ୍ଭରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନ ସେଠାରେ ରହିବ। ତାହାଙ୍କର ସେବକମାନେ ତାହାଙ୍କୁ ଉପାସନା କରିବେ। ସେମାନେ ତାହାଙ୍କ ମୁଖ ଦେଖିବେ। ସେମାନଙ୍କ କପାଳରେ ପରମେଶ୍ୱରଙ୍କର ନାମ ଲେଖାହେବ। ସେଠାରେ ଆଉ କେବେ ରାତି ହେବ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ଯ୍ୟର ଆଲୋକ ଆଉ ଆବଶ୍ୟକ କରିବେ ନାହିଁ। ପ୍ରଭୁ ପରମେଶ୍ୱର ସେମାନଙ୍କୁ ଆଲୋକ ଦେବେ। ସେମାନେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ୱ କରିବେ।

ସେ ସ୍ୱର୍ଗଦୂତ ମୋତେ କହିଲେ, “ଏହି କଥାଗୁଡ଼ିକ ସତ୍ୟ ଓ ବିଶ୍ୱାସ ଯୋଗ୍ୟ। ପ୍ରଭୁ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ଆତ୍ମାର ପରମେଶ୍ୱର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ସ୍ୱର୍ଗଦୂତଙ୍କୁ ପଠାଇଛନ୍ତି। ‘ଶୁଣ, ଆମ୍ଭେ ଶୀଘ୍ର ଆସୁଅଛୁ! ଏହି ପୁସ୍ତକରେ ଲେଖାଥିବା ଭବିଷ୍ୟ‌‌ଦ୍‌‌‌‌ବାଣୀର ବାକ୍ୟଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ୟ ହେବ।’”

ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି। କିନ୍ତୁ ସେହି ଦୂତ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ପରି ଜଣେ ସେବକ। ମୁଁ ସେହିମାନଙ୍କ ପରି ଜଣେ ସେବକ ଯିଏ, ଏହି ପୁସ୍ତକର ବାକ୍ୟଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କେବଳ ପରମେଶ୍ୱରଙ୍କୁ ପ୍ରଣାମ କର।”

10 ତା'ପରେ ସ୍ୱର୍ଗଦୂତ ମୋତେ କହିଲେ, “ଏହି ପୁସ୍ତକରେ ଥିବା ଭବିଷ୍ୟ‌‌ଦ୍‌‌‌‌ବାଣୀର ବାକ୍ୟଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖେଇ ଆସିଲାଣି। 11 ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହୋଇ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହୋଇ ରହିବାକୁ ଦିଅ।”

12 “ଶୁଣ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗରେ ପୁରସ୍କାର ନେଇ ଆସିବା। ଆମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦେବା। 13 ଆମ୍ଭେ ପ୍ରଥମ ଓ ଶେଷ; କ ଓ କ୍ଷ, ଆଦି ଓ ଅନ୍ତ।”

14 “ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସେମାନେ ଧନ୍ୟ ହେବେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସେମାନଙ୍କର ଅଧିକାର ରହିଛି। ସେମାନେ ନଗରୀ ଭିତରକୁ ନଗରୀ ଦ୍ୱାର ଦେଇ ପ୍ରବେଶ କରି ପାରିବେ। 15 କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ଯୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ୟାପ୍ରିୟ ଓ ମିଥ୍ୟାବାଦୀମାନେ ନଗରର ବାହାରେ ରହିବେ।”

16 “ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମୋର ଦୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜ୍ୱଳ ପ୍ରଭାତୀ ତାରା।”

17 ଆତ୍ମା ଓ କନ୍ୟା କହନ୍ତି, “ଆସ!” ଏସବୁ ଶୁଣୁଥିବା ପ୍ରତ୍ୟେକ ଲୋକ ମଧ୍ୟ କହୁ, “ଆସ!” ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନା ମୂଲ୍ୟରେ ଜୀବନର ଜଳପାନ କରିପାରେ।

18 ଏହି ପୁସ୍ତକର ଭବିଷ୍ୟ‌‌ଦ୍‌‌‌‌ବାଣୀର ବାକ୍ୟଗୁଡ଼ିକୁ ଶୁଣୁଥିବା ପ୍ରତ୍ୟେକ ଲୋକକୁ ମୁଁ ସତର୍କ କରିଦିଏ। କେହି ଯଦି ଏହି ବାକ୍ୟଗୁଡ଼ିକ ସହିତ କିଛି ଯୋଗକରେ ତେବେ ପରମେଶ୍ୱର ତାହାକୁ ଏହି ପୁସ୍ତକରେ ଲେଖାଥିବା କ୍ଳେଶଗୁଡ଼ିକ ଦେବେ। 19 ଯଦି କୌଣସି ବ୍ୟକ୍ତି ଏହି ପୁସ୍ତକରେ ଲିଖିତ ଭବିଷ୍ୟ‌‌ଦ୍‌‌‌‌ବାଣୀର ବାକ୍ୟଗୁଡ଼ିକରୁ କିଛି କାଢ଼ି ଦିଏ, ତେବେ ପରମେଶ୍ୱର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରୁ ତାହାର ଅଧିକାର କାଢ଼ିନେବେ।

20 ଯୀଶୁ ହିଁ ଏସବୁ ସତ୍ୟ କହନ୍ତି। ବର୍ତ୍ତମାନ ସେ କହନ୍ତି, “ହଁ, ଆମ୍ଭେ ଶୀଘ୍ର ଆସୁଛୁ।”

ଆମେନ୍। ହେ ପ୍ରଭୁ ଯୀଶୁ ଆସନ୍ତୁ।

21 ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center