Beginning
ପ୍ରଥମ ପରିବାର
4 ଯେତେବେଳେ ସେହି ମନୁଷ୍ୟ ତା'ର ସ୍ତ୍ରୀ ହବା ସହିତ ସହବାସ କଲା, ସେ ଗର୍ଭବତୀ ହେଲା ଏବଂ ଏକ ପୁତ୍ରକୁ ଜନ୍ମ ଦେଲା, ଯାହାକୁ ସେ କୟିନ କହିଲା। ହବା କହିଲା, “ସଦାପ୍ରଭୁଙ୍କ ସହାୟତାରେ ମୁଁ ଏକ ମନୁଷ୍ୟ ଜନ୍ମ କରିଛି।”
2 ଏହା ପରେ ହବା କୟିନର ଭାଇ ହେବଲଙ୍କୁ ଜନ୍ମ କଲା। ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
ପ୍ରଥମ ହତ୍ୟା
3-4 କିଛି ସମୟ ପରେ, କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲା ଏବଂ ହେବଲ ନିଜର ପ୍ରଥମଜାତ ମେଷ ଆଣିଲା ଏବଂ ସେମାନଙ୍କର ସର୍ବୋତ୍ତମ ଅଂଶ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ।
ସଦାପ୍ରଭୁ ହେବଲକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ। 5 କିନ୍ତୁ ସଦାପ୍ରଭୁ କୟିନକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ ନାହିଁ। ଏଣୁ କୟିନ ବହୁତ କ୍ରୋଧ ଏବଂ ଦୁଃଖ କଲା। 6 ସଦାପ୍ରଭୁ କୟିନକୁ ପଗ୍ଭରିଲେ, “କାହିଁକି ତୁମ୍ଭେ କ୍ରୋଧ କରୁଅଛ? ତୁମ୍ଭେ କାହିଁକି ଦୁଃଖ କରୁଛ? 7 ତୁମ୍ଭେ ଯଦି ଠିକ୍ ବିଷୟ କରିବ, ତେବେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ୍ କର ତେବେ ତାହା ପାପ ହେବ। ପାପ ଏକ ପ୍ରାଣୀ ପରି, ତୁମ୍ଭ ଦ୍ୱାର ସମ୍ମୁଖରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛି। ତୁମ୍ଭେ ନିଶ୍ଚୟ ତା’ ଉପରେ ରାଜତ୍ୱ କରିବ।”
8 କୟିନ ତା'ର ଭାଇ ହେବଲକୁ କହିଲା, “ଗ୍ଭଲ କ୍ଷେତକୁ ଯିବା।” ତେଣୁ କୟିନ ଏବଂ ହେବଲ କ୍ଷେତକୁ ବାହାରି ଗଲେ। ଏହା ପରେ କୟିନ ହେବଲକୁ ଆକ୍ରମଣ କରି ହତ୍ୟା କଲା।
9 ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ତୁମ୍ଭର ଭାଇ ହେବଲ କେଉଁଠି?”
କୟିନ ଉତ୍ତର ଦେଲା, “ମୁଁ ଜାଣେ ନାହିଁ, ଏହା କ’ଣ ମୋର କାମ ଯେ ମୋର ଭାଇର ମୁଁ ଯତ୍ନ ନେବି ଓ ଜଗି ରହିବି?”
10 ଏହା ପରେ ସଦାପ୍ରଭୁ କହିଲେ, “ତୁମ୍ଭେ କ’ଣ କଲ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଛି। 11 ଭୂମିରେ ତୁମ୍ଭ ଭାଇର ରକ୍ତ ଢାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାଯିବ। 12 ଅତୀତରେ ଭୂମିରେ କୃଷିକର୍ମ କଲେହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବୁଲୁଥିବ, ପୃଥିବୀରେ ତୁମ୍ଭର ଗୃହ ରହିବ ନାହିଁ।”
13 ଏହା ପରେ କୟିନ କହିଲା, “ମୋର ଦଣ୍ଡ ଅସହ୍ୟ! 14 ଆଜି ତୁମ୍ଭେ ମୋତେ ଏହି ଭୂମିରୁ ତଡ଼ି ଦେଲ, ତହିଁରେ ମୁଁ ତୁମ୍ଭଠାରୁ ଲୁକାୟିତ ହେବି। ମୁଁ ଏକ ପଳାତକ ଓ ପୃଥିବୀରେ ଭ୍ରମଣକାରୀ ହେବି। ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
15 ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ମୁଁ ଏପରି ଘଟିବାକୁ ଦେବି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ୟା କରେ, ତେବେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି।” ଏହା ପରେ ସଦାପ୍ରଭୁ ପରମେଶ୍ୱର କୟିନକୁ ଏକ ଚିହ୍ନ ଦେଲେ। ଚିହ୍ନଟି ଦର୍ଶାଇଲା ଯେ, କେହି ତାକୁ ମାରିବା ଉଚିତ୍ ନୁହେଁ।
କୟିନର ପରିବାର
16 ଏହା ପରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶରେ ବାସ କଲା।
17 କୟିନ ତା'ର ସ୍ତ୍ରୀ ସହିତ ସହବାସ କଲା। ଏହା ପରେ ସେ ଗର୍ଭବତୀ ହୋଇ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କୟିନ ତା'ର ପୁତ୍ରର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା'ର ନାମ ଦେଲା “ହନୋକ।”
18 ହନୋକର ଏକ ପୁତ୍ର ଥିଲା ଯାହାର ନାମ ଈରଦ। ଈରଦର ଏକ ପୁତ୍ର ଥିଲା ଯାହାର ନାମ ମହୁୟାୟେଲ। ମହୁୟାୟେଲର ଏକ ପୁତ୍ର ଥିଲା ଯାହାର ନାମ ମଥୁଶାୟେଲ ଓ ମଥୁଶାୟେଲର ଏକ ପୁତ୍ର ଥିଲା ଯାହାର ନାମ ଲେମକ।
19 ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଜଣକର ନାମ ଆଦା ଓ ଅନ୍ୟ ଜଣକର ନାମ ଥିଲା ସିଲ୍ଲା। 20 ଆଦା ଜାବଳକୁ ଜନ୍ମ ଦେଲା, ସେ ତମ୍ବୁନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସେମାନେ ଗୋରୁଗାଈ ଚରାଇ ଜୀବିକା ନିର୍ବାହ କରୁଥିଲେ। 21 ଜାବଳର ଭାଇର ନାମ ଥିଲା ଯୁବଳ। ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା। 22 ସିଲ୍ଲାର ଗର୍ଭରୁ ତୁବଲ-କୟିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କୟିନର ନୟମା ନାମ୍ନୀ ଏକ ଭଉଣୀ ଥିଲା।
23 ଲେମକ ତା'ର ସ୍ତ୍ରୀମାନଙ୍କୁ କହିଲା,
“ହେ ଆଦା ଓ ସିଲ୍ଲା, ମୋ’ କଥା ଶୁଣ!
ହେ ଲେମକର ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ,
ଜଣେ ଲୋକ ମୋତେ ଆଘାତ ଦେଲା ତେଣୁ ମୁଁ ତାକୁ ମାରିଦେଲି।
ଜଣେ ଶିଶୁ ମୋତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦେଲି।
24 ଯେବେ କୟିନର ହତ୍ୟାର ପ୍ରତିଶୋଧ ବହୁତ ହେବ।
ତେବେ ମୋତେ ହତ୍ୟା କରିବାର ଦଣ୍ଡ ତା'ଠାରୁ ଅନେକ ଗୁଣରେ କଠୋର ହେବ।”
ଆଦମ ଏବଂ ହବାଙ୍କର ଅନ୍ୟ ଏକ ପୁତ୍ର
25 ଆଦମ ପୁନର୍ବାର ତା'ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ତାକୁ ଶେଥ ବୋଲି ଡାକିଲା। ହବା କହିଲା, “ପରମେଶ୍ୱର ହେବଲର ପ୍ରତିବଦଳରେ ଆଉ ଗୋଟିଏ ପୁତ୍ର ଦେଇଛନ୍ତି, କାରଣ କୟିନ ତାହାକୁ ହତ୍ୟା କଲା।” 26 ଶେଥର ଏକ ପୁତ୍ର ଥିଲା, ସେ ତା'ର ନାମ ଈନୋଶ ଦେଇଥିଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାକୁ ଆରମ୍ଭ କଲେ।
ଆଦମର ବଂଶାବଳୀର ଇତିହାସ
5 ଏହା ହେଉଛି ଆଦମର ବଂଶାବଳୀର ଇତିହାସ। ପରମେଶ୍ୱର ତାଙ୍କ ସାଦୃଶ୍ୟରେ ମନୁଷ୍ୟକୁ ସୃଷ୍ଟି କଲେ। 2 ପରମେଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ଏବଂ ସେହି ଦିନ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ ଏବଂ ସେମାନଙ୍କର ନାମ “ମନୁଷ୍ୟ”[a] ଦେଲେ।
3 ଆଦମକୁ 130 ବର୍ଷ ହେବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ଦେଖିବାକୁ ସେ ଠିକ୍ ଆଦମଙ୍କର ପରି ଥିଲା। ଆଦମ ତା'ର ନାମ ଶେଥ ଦେଇଥିଲା। 4 ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲା। ସେହି ସମୟରେ ଆଉ ପୁତ୍ରକନ୍ୟାମାନଙ୍କୁ ଜନ୍ମ କଲା। 5 ଏହିପରି ଆଦମ ମୋଟ 930 ବର୍ଷ ବଞ୍ଚି ମୃତ୍ୟୁବରଣ କଲା।
6 ଶେଥ 105 ବର୍ଷ ବୟସରେ ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ଈନୋଶ। 7 ଈନୋଶର ଜନ୍ମ ପରେ ଶେଥ 807 ବର୍ଷ ବଞ୍ଚିଲେ। ସେହି ସମୟ ମଧ୍ୟରେ ଶେଥର ଅନ୍ୟପୁତ୍ର ଓ କନ୍ୟାମାନେ ଜନ୍ମ ହେଲେ। 8 ଏହା ପରେ ଶେଥ ମୋଟ 912 ବର୍ଷ ବଞ୍ଚିବା ପରେ ମୃତ୍ୟୁବରଣ କଲା।
9 ଈନୋଶର ନବେ ବର୍ଷ ବୟସରେ ତା'ର ଏକ ପୁତ୍ର ଜନ୍ମିଥିଲା। ତା'ର ନାମ ଥିଲା କୟିନାନ୍। 10 କୟିନାନର ଜନ୍ମ ପରେ ଈନୋଶ 815 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ ତାହାର ଅନ୍ୟ ପୁତ୍ରକନ୍ୟାମାନ ଜନ୍ମ ହେଲେ। 11 ଏହିପରି ଈନୋଶ ମୋଟ 905 ବର୍ଷ ବଞ୍ଚିଲା ପରେ ମୃତ୍ୟୁବରଣ କଲା।
12 କୟିନାନ ସତୁରି ବର୍ଷ ବୟସରେ ତା'ର ଏକ ପୁତ୍ର ଜନ୍ମ କଲା, ତାହାର ନାମ ମହଲଲେଲ। 13 ମହଲଲେଲ ଜନ୍ମ ହେବାପରେ କୟିନାନ 840 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ କୟିନାନର ଅନ୍ୟ ପୁତ୍ର ଓ କନ୍ୟାଗଣ ଜନ୍ମ ହେଲେ। 14 ଏହିପରି ଭାବରେ କୟିନାନ 910 ବର୍ଷ ବଞ୍ଚିଲା ପରେ ମୃତ୍ୟୁବରଣ କଲା।
15 ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦ ନାମକ ଏକ ପୁତ୍ର ସନ୍ତାନ ଜନ୍ମ କଲା। 16 ଯେରଦ ଜନ୍ମ ହେଲା ପରେ ମହଲଲେଲ 830 ବର୍ଷ ବଞ୍ଚିଲା ଏବଂ ସେହି ସମୟରେ ସେ ଅନ୍ୟ ପୁତ୍ର ଓ କନ୍ୟାମାନଙ୍କୁ ଜନ୍ମ କଲା। 17 ଏହିପରି ଭାବରେ ମହଲଲେଲ 895 ବର୍ଷ ବଞ୍ଚିଲା ପରେ ମୃତ୍ୟୁବରଣ କଲା।
18 ଯେରଦକୁ ଯେତେବେଳେ 162 ବର୍ଷ ବୟସ ହୋଇଥିଲା ସେ ସମୟରେ ତାଙ୍କର ଏକପୁତ୍ର ଜନ୍ମ ହେଲା, ତାହାର ନାମ ହନୋକ। 19 ହନୋକ ଜନ୍ମ ହେଲା ପରେ, ଯେରଦ 800 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ ସେ ଅନ୍ୟ ପୁତ୍ର ଏବଂ କନ୍ୟାମାନଙ୍କୁ ଜନ୍ମ କଲା। 20 ଏହିପରି ଭାବରେ ଯେରଦ 962 ବର୍ଷ ବଞ୍ଚି ମୃତ୍ୟୁବରଣ କଲା।
21 ହନୋକ 65 ବର୍ଷ ବୟସରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ମଥୂଶେଲହ। 22 ମଥୂଶେଲହ ଜନ୍ମ ହେବା ପରେ ହନୋକ 300 ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କୁ ଅନୁସରଣ କଲେ।[b] ଆହୁରି ମଧ୍ୟ ଅନ୍ୟ ପୁତ୍ର ଏବଂ କନ୍ୟାଗଣ ତାଙ୍କଠାରୁ ଜନ୍ମ ନେଲେ। 23 ଏହିପରି ଭାବରେ ହନୋକ 365 ବର୍ଷ ବଞ୍ଚିଲେ। 24 ଦିନେ, ଯେତେବେଳେ ହନୋକ ପରମେଶ୍ୱରଙ୍କୁ ଅନୁସରଣ କରୁଥିଲେ, ସେ ଅନ୍ତର୍ଦ୍ଧାନ ହେଲେ, ଯେହେତୁ ତାଙ୍କୁ ପରମେଶ୍ୱର ନେଇଗଲେ।
25 ମଥୁଶେଲହ 187 ବର୍ଷ ବୟସରେ ତାଙ୍କର ଏକ ପୁତ୍ର ଜନ୍ମ କଲା। ତାହାର ନାମ ଲେମକ। 26 ଲେମକର ଜନ୍ମ ପରେ ମଥୂଶେଲହ 782 ବର୍ଷ ବଞ୍ଚିଲା ଏବଂ ସେ ଆହୁରି ଅନେକ ପୁତ୍ରକନ୍ୟାମାନଙ୍କୁ ଜନ୍ମ ଦେଇଥିଲା। 27 ମଥୁଶେଲହ ମୋଟ 969 ବର୍ଷ ବଞ୍ଚିଲା ପରେ ମୃତ୍ୟୁବରଣ କଲା।
28 ଯେତେବେଳେ ଲେମକକୁ 182 ବର୍ଷ ବୟସ ହୋଇଥିଲା, ତାଙ୍କର ଗୋଟିଏ ପୁତ୍ର ଜନ୍ମ ହେଲା। 29 ଲେମକ ତା'ର ନାମ ରଖିଲା ନୋହ। ସେ କହିଲା, “ପରମେଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭର କଠିନ ପରିଶ୍ରମକୁ ଲାଘବ କରିବା ପାଇଁ, ସେ ଆମ୍ଭମାନଙ୍କୁ ସାନ୍ତ୍ୱନା ଦେବ।”
30 ନୋହ ଜନ୍ମ ହେବାପରେ ଲେମକ 595 ବର୍ଷ ବଞ୍ଚିଲା ଏବଂ ଅନ୍ୟ ପୁତ୍ର ଏବଂ କନ୍ୟାମାନଙ୍କୁ ଜନ୍ମ ଦେଇଥିଲା। 31 ସେ ମୋଟ 777 ବର୍ଷ ବଞ୍ଚି ମୃତ୍ୟୁବରଣ କଲା।
32 ଏହା ପରେ ନୋହଙ୍କୁ ଯେତେବେଳେ 500 ବର୍ଷ ବୟସ ହୋଇଥିଲା ସେ ତାଙ୍କର ପୁତ୍ରମାନଙ୍କୁ ଜନ୍ମ ଦେଲେ। ତାଙ୍କର ନାମ ଥିଲା ଶେମ, ହାମ ଓ ଯେଫତ୍।
ଲୋକମାନେ ଦୁଷ୍ଟ ପ୍ରକୃତିର ହେଲେ
6 ପୃଥିବୀରେ ମନୁଷ୍ୟମାନଙ୍କର ସଂଖ୍ୟା ବଢ଼ିବାକୁ ଲାଗିଲା। ମନୁଷ୍ୟମାନଙ୍କର ଅନେକ କନ୍ୟାଜାତ ହେଲେ। 2-4 ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ।
ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”
5 ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କେବଳ ମନ୍ଦ ବିଷୟ ଚିନ୍ତା କରୁଛନ୍ତି। 6 ମନୁଷ୍ୟମାନଙ୍କୁ ଜନ୍ମ ଦେଇଥିବାରୁ, ସଦାପ୍ରଭୁ ଅନୁତାପ କଲେ। ଏହା ସଦାପ୍ରଭୁଙ୍କ ହୃଦୟକୁ ଯନ୍ତ୍ରଣା ଦେଲା। 7 ତେଣୁ ସଦାପ୍ରଭୁ କହିଲେ, “ମୁଁ ସମସ୍ତ ମନୁଷ୍ୟକୁ ଧ୍ୱଂସ କରି ଦେବି ଯାହା ମୁଁ ସୃଷ୍ଟି କରିଛି। ମୁଁ ସମସ୍ତ ମନୁଷ୍ୟ, ପଶୁ ଏବଂ ପ୍ରତ୍ୟେକ ଖେଚର ପ୍ରାଣୀମାନଙ୍କୁ ଧ୍ୱଂସ କରି ଦେବି। ଏବଂ ଆକାଶର ସମସ୍ତ ପକ୍ଷୀକୂଳକୁ ମଧ୍ୟ ଧ୍ୱଂସ କରି ଦେବି। କାରଣ ଏମାନଙ୍କୁ ସୃଷ୍ଟି କରି ମୁଁ ଦୁଃଖିତ।”
8 କିନ୍ତୁ ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହର ପାତ୍ର ଥିଲେ।
ନୋହ ଏବଂ ପ୍ରଳୟଙ୍କାରି ବନ୍ୟା
9 ଏହା ନୋହଙ୍କର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ୱରଙ୍କୁ ଅନୁସରଣ କରୁଥିଲେ। 10 ନୋହଙ୍କର ତିନୋଟି ପୁତ୍ର ଥିଲେ। ସେମାନେ ହେଲେ ଶେମ, ହାମ ଓ ଯେଫତ୍।
11-12 ପରମେଶ୍ୱର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଗ୍ଭରିତା ହୋଇଅଛି। ସମସ୍ତ ସ୍ଥାନରେ ଅତ୍ୟାଗ୍ଭର ଥିଲା, ସବୁ ଲୋକମାନେ ମନ୍ଦ ଓ ନିଷ୍ଠୁର ହୋଇଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଛି।
13 ତେଣୁ ପରମେଶ୍ୱର ନୋହଙ୍କୁ କହିଲେ, “ସମସ୍ତ ଲୋକ ପୃଥିବୀକୁ କ୍ରୋଧ ଓ ହିଂସାରେ ଛାରଖାର କରି ଦେଲେଣି। ତେଣୁ ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। 14 ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା’ ମଧ୍ୟରେ ନାନା କୋଠରୀ ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
15 “ସେହି ଜାହାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଏବଂ ତାହାର ଉଚ୍ଚତା ତିରିଶ୍ ହାତ ହେବ। 16 ଉପରୁ ଏକ ହାତ ଛାଡ଼ି ଝରକା କରିବ। ସେହି ଜାହାଜର ପାର୍ଶ୍ୱରେ ଗୋଟିଏ ଦ୍ୱାର ରହିବ। ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଚଟାଣ ବନାଇବ।
17 “ମୁଁ ଏକ ପ୍ରଳୟଙ୍କାରୀ ବନ୍ୟା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ୱଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ। 18 ମୁଁ ତୁମ୍ଭ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି କରିବି। ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ। 19 ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଙ୍ଗରେ ଧରି ଜାହାଜରେ ପ୍ରବେଶ କରିବ। 20 ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ। 21 ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
22 ତହିଁରେ ନୋହ ସେହିପରି କଲେ। ନୋହ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ।
ବନ୍ୟାର ଆରମ୍ଭ
7 ଏହା ପରେ ସଦାପ୍ରଭୁ ନୋହଙ୍କୁ କହିଲେ, “ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧ୍ୟରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହୋଇ ଜାହାଜରେ ପ୍ରବେଶ କର। 2 ତୁମ୍ଭେ ତୁମ୍ଭ ସହିତ ସାତ ଯୋଡ଼ି ଶୁଚି ପଶୁ ଓ ଏକ ଯୋଡ଼ି ଅଶୁଚି ପଶୁ ନେଇ ଆସିବ। ପ୍ରତ୍ୟେକ ଯୋଡ଼ିରେ ଗୋଟିଏ ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚୟ ରହିବ। 3 ପ୍ରତ୍ୟେକ ପକ୍ଷୀ ଜାତିର ପୁରୁଷ ଓ ସ୍ତ୍ରୀ ସାତ ସାତ ଯୋଡ଼ି ସଙ୍ଗରେ ନିଅ, ବଂଶ ରକ୍ଷା କରିବା ପାଇଁ। 4 ସାତ ଦିନ ପରେ ମୁଁ ଗ୍ଭଳିଶ୍ ଦିବାରାତ୍ରି ପୃଥିବୀରେ ବୃଷ୍ଟି କରାଇବି। ପୃଥିବୀର ସମସ୍ତ ଜୀବିତ ପ୍ରାଣୀ ଓ ସେଠାକାର ସମସ୍ତ ଜିନିଷ ଧ୍ୱଂସ କରି ଦେବି, ଯାହା ମୁଁ ସୃଷ୍ଟି କରିଥିଲି।”
5 ନୋହ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସମସ୍ତ କାର୍ଯ୍ୟ କଲେ।
6 ବନ୍ୟା ଆସିବା ସମୟରେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। 7 ନୋହ ଏବଂ ତାଙ୍କର ପରିବାର ବନ୍ୟାରୁ ରକ୍ଷା ପାଇବା ନିମିତ୍ତ ଜାହାଜ ମଧ୍ୟକୁ ଗଲେ। ଜାହାଜରେ ନୋହ, ତାଙ୍କର ସ୍ତ୍ରୀ, ପୁତ୍ର ଓ ପୁତ୍ରବଧୂମାନେ ଥିଲେ। 8 ସମସ୍ତ ପଶୁଗୁଡ଼ିକ ଶୁଚି ଓ ଅଶୁଚି ଓ ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ନୋହଙ୍କ ନିକଟକୁ ଯାଇ ଭିତରକୁ ଗଲେ। 9 ସେମାନେ ଯୋଡ଼ି ଯୋଡ଼ି କରି ପୁରୁଷ ଓ ସ୍ତ୍ରୀ, ଠିକ୍ ପରମେଶ୍ୱରଙ୍କ ଆଜ୍ଞାନୁସାରେ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ। 10 ସାତ ଦିନ ପରେ ବନ୍ୟାର ପାଣି ପୃଥିବୀ ଉପରେ ଆରମ୍ଭ ହେଲା।
11-13 ଦ୍ୱିତୀୟ ମାସର ସତର ଦିବସ ଯେତେବେଳେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। ମହାସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଗ୍ଭଳିଶ୍ ଦିବାରାତ୍ରି ବୃଷ୍ଟି ହେଲା। ସେହି ଦିନରେ ନୋହ, ଶେମ, ହାମ ଓ ଯେଫତ୍ ନୋହଙ୍କର ପୁତ୍ରମାନେ ଆଉ ସେମାନଙ୍କର ସ୍ତ୍ରୀମାନେ ଓ ନୋହଙ୍କର ସ୍ତ୍ରୀ ଜାହାଜରେ ପ୍ରବେଶ କଲେ। 14 ସେହି ଲୋକମାନେ ଏବଂ ପ୍ରତ୍ୟେକ ପ୍ରକାରର ପଶୁ, ସେହି ଜାହଜକୁ ପ୍ରବେଶ କଲେ। ସବୁ ପ୍ରକାରର ଗୃହପାଳିତ ପଶୁ, ସବୁପ୍ରକାର ଉରୋଗାମୀ ସବୁଜାତୀୟ ଭୂଚର ଓ ଖେଚର ପକ୍ଷୀ ସମସ୍ତ ଜାହାଜ ମଧ୍ୟକୁ ପ୍ରବେଶ କଲେ। 15 ନୋହଙ୍କ ସହିତ ଏହି ସମସ୍ତ ଜୀବ ଜାହାଜ ମଧ୍ୟରେ ରହିଲେ। ସମସ୍ତ ଜୀବିତ ପ୍ରାଣୀ ଯୋଡ଼ା ଯୋଡ଼ା ହୋଇ ଆସିଲେ। 16 ପରମେଶ୍ୱରଙ୍କର ଆଜ୍ଞାନୁସାରେ ଏକ ପୁରୁଷ ଏବଂ ଏକ ସ୍ତ୍ରୀ ପ୍ରତ୍ୟେକ ପ୍ରକାରର ଜାହାଜ ମଧ୍ୟକୁ ପ୍ରବେଶ କଲେ, ଏହା ପରେ ସଦାପ୍ରଭୁ ଜାହାଜର ଦ୍ୱାର ବନ୍ଦ କରିଦେଲେ।
17 ଗ୍ଭଳିଶ୍ ଦିନ ପୃଥିବୀରେ ଜଳପ୍ଳାବନ ହେଲା, ପୁଣି ଜଳ ବଢ଼ିବାରୁ ଜାହାଜ ଭୂମିକୁ ଛାଡ଼ି ଭାସିବାକୁ ଲାଗିଲା। 18 ପୃଥିବୀରେ କ୍ରମାନ୍ୱୟରେ ଜଳରାଶି ବଢ଼ିବାକୁ ଲାଗିଲା ଓ ସେଥିରେ ଜାହାଜ ଭାସିବାକୁ ଆରମ୍ଭ କଲା। 19 ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସମସ୍ତ ଉଚ୍ଚ ପର୍ବତ ମଗ୍ନ କଲା। 20 ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚଢ଼ି ରହିଲା।
21-22 ପୃଥିବୀ ପୃଷ୍ଠରୁ ପ୍ରତ୍ୟେକ ସଜୀବ ପ୍ରାଣୀ ମୃତ୍ୟୁବରଣ କଲେ। ପ୍ରତ୍ୟେକ ପୁରୁଷ ଓ ସ୍ତ୍ରୀ, ପ୍ରତ୍ୟେକ ପ୍ରକାର ପକ୍ଷୀ ଓ ପଶୁ ପୃଥିବୀ ପୃଷ୍ଠରୁ ମଲେ। ସମସ୍ତ ଭୂଚର ଓ ସମସ୍ତ ଉରୋଗାମୀ ଜୀବ ପୃଥିବୀ ପୃଷ୍ଠରୁ ଲୋପ ପାଇଗଲେ। 23 ଏହି ପ୍ରକାରେ ପରମେଶ୍ୱର ପୃଥିବୀରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିହ୍ନ କଲେ। ସମସ୍ତ ମନୁଷ୍ୟ, ପଶୁ, ସରୀସୃପ ପ୍ରାଣୀ, ଖେଚର ପକ୍ଷୀ, ପୃଥିବୀରେ ମୃତ୍ୟୁବରଣ କଲେ। କେବଳ ନୋହ ଓ ଜାହାଜରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇଗଲେ। 24 ଏହିପରି ଭାବରେ ପୃଥିବୀ 150 ଦିନ ପର୍ଯ୍ୟନ୍ତ ଜଳରେ ମଗ୍ନ ହୋଇ ରହିଲା।
2010 by World Bible Translation Center