Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 12-15

ଅବ୍ରାମଙ୍କୁ ପରମେଶ୍ୱରଙ୍କର ଡାକରା

12 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ୟାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି ସେହି ଦେଶକୁ ଯାଅ।

ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି।
    ମୁଁ ତୁମ୍ଭକୁ ଆଶୀର୍ବାଦ କରିବି
    ଓ ତୁମ୍ଭକୁ ମହାନ କରିବି
ଏବଂ ତୁମ୍ଭେ ଆଶୀର୍ବାଦର
    ସଙ୍କେତ ହେବ।
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି।
    ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି।
ତୁମ୍ଭଠାରୁ ପୃଥିବୀର ସବୁବଂଶ
    ଆଶୀର୍ବାଦ ପାଇବେ।”

ଅବ୍ରାମଙ୍କର କିଣାନ ଯାତ୍ରା

ସଦାପ୍ରଭୁଙ୍କର ବାକ୍ୟାନୁସାରେ ଅବ୍ରାମ ହାରୋଣକୁ ପରିତ୍ୟାଗ କଲେ ଏବଂ ଲୋଟ ମଧ୍ୟ ତାଙ୍କ ସଙ୍ଗରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା। ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଏବଂ ଲ‌ବ୍‌ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶକୁ ଯାତ୍ରା କଲେ। ଅବ୍ରାମ ସେହି ଦେଶ ମଧ୍ୟଦେଇ ଗଲେ, ଶିଖିମରେ ପହଞ୍ଚିବା ପର୍ଯ୍ୟନ୍ତ, ମୋରିର ଅଲୋନବୃକ୍ଷମୂଳରେ ରହିଲେ। ସେହି ସମୟରେ କିଣାନୀୟମାନେ ସେହି ସ୍ଥାନରେ ବାସ କଲେ।

ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦେବି।”

ସଦାପ୍ରଭୁ ଅବ୍ରାମଙ୍କୁ ଯେଉଁ ସ୍ଥାନରେ ଦର୍ଶନ ଦେଇଥିଲେ। ଅବ୍ରାମ ସେହିଠାରେ ସଦାପ୍ରଭୁଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ। ଏହା ପରେ ଅବ୍ରାମ ସେହି ସ୍ଥାନ ଛାଡ଼ି ବୈଥେ‌ଲ୍‌ର ପୂର୍ବଆଡ଼େ ପର୍ବତକୁ ଯାଇ ନିଜର ତମ୍ବୁ ସ୍ଥାପନ କଲେ। ସେଠାରେ ପଶ୍ଚିମରେ ବୈଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏହା ପରେ ଅବ୍ରାମ ଭ୍ରମଣ କରୁ କରୁ ଦକ୍ଷିଣ ଦିଗକୁ ଗଲେ।

ମିଶରରେ ଅବ୍ରାମ

10 ସେହି ସମୟରେ ସେହି ଦେଶରେ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ଯାତ୍ରା କଲେ। 11 ସେ ଯେତେବେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, “ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦରୀ। 12 ମିଶରୀୟମାନେ ତୁମ୍ଭକୁ ଦେଖିବେ ଏବଂ ଜାଣିବେ ଯେ, ‘ତୁମ୍ଭେ ମୋର ସ୍ତ୍ରୀ।’ ତା'ପରେ ସେମାନେ ମୋତେ ମାରି ଦେବେ ଏବଂ ତୁମ୍ଭକୁ ଦୂରକୁ ନେଇଯିବେ। 13 ତେଣୁ ତୁମ୍ଭେ ଲୋକମାନଙ୍କୁ କହିବ, ତୁମ୍ଭେ ମୋର ଭଉଣୀ ବୋଲି। ଯଦ୍ଦ୍ୱାରା ସେମାନେ ମୋତେ ଦୟା ଦେଖାଇବେ। ଏହି ପ୍ରକାରେ ତୁମ୍ଭେ ମୋର ପ୍ରାଣକୁ ରକ୍ଷା କରି ପାରିବ।”

14 ଯେତେବେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀୟମାନେ ସେହି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ। 15 ଏହା ପରେ ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କଲେ। ଏହା ପରେ ସେହି ସ୍ତ୍ରୀଲୋକଟିକୁ ଫାରୋଙ୍କ ଗୃହକୁ ଅଣାଗଲା। 16 ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ଦୟା ଦେଖାଇଲେ, ଏବଂ ତାଙ୍କୁ ଗୋରୁ, ଗର୍ଦ୍ଦଭ, ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।

17 ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ୱାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ। 18 ତେଣୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ କାହିଁକି ମୋ’ ପ୍ରତି ଏପରି ମନ୍ଦ ଆଚରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନ ଥିଲ କାହିଁକି? 19 ତୁମ୍ଭେ କହିଲ ଯେ, ‘ସେ ତୁମ୍ଭର ଭଉଣୀ ଥିଲା।’ ତୁମ୍ଭେ ଏପରି କାହିଁକି କଲ? ମୁଁ ତାଙ୍କୁ ମୋର ସ୍ତ୍ରୀ କରି ବିବାହ କରିବାକୁ ଆଣିଲି। କିନ୍ତୁ ମୁଁ ବର୍ତ୍ତମାନ ତାକୁ ଫେରାଇ ଦେଉଛି। ତାଙ୍କୁ ଗ୍ରହଣ କର ଓ ଏଠାରୁ ଫେରିଯାଅ।” 20 ଅବ୍ରାମଙ୍କୁ ମିଶରରୁ ତଡ଼ି ଦେବା ପାଇଁ ଫାରୋ ତାଙ୍କର ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ। ତେଣୁ ଅବ୍ରାମ ଓ ତାଙ୍କର ସ୍ତ୍ରୀ ସମସ୍ତ ଦ୍ରବ୍ୟ ଧରି ସେହି ସ୍ଥାନ ପରିତ୍ୟାଗ କଲେ।

ଅବ୍ରାମଙ୍କର କିଣାନକୁ ପ୍ରତ୍ୟାବର୍ତ୍ତନ

13 ତେଣୁ ଅବ୍ରାମ ମିଶର ପରିତ୍ୟାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷ ଧରି ଲୋଟ ସହିତ ନେଗେଭକୁ ଯାତ୍ରା କଲେ। ଅବ୍ରାମ ପଶୁ ଓ ସୁନାରୂପାରେ ଅତି ଧନବାନ ଥିଲେ।

ଅବ୍ରାମ ତାଙ୍କର ଯାତ୍ରା ଗ୍ଭଲୁ ରଖିଥିଲେ। ସେ ଦକ୍ଷିଣରୁ ବୈଥେଲ୍ ଆଡ଼କୁ ଗଲେ। ସେ ବୈଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପନ ହୋଇଥିଲା ସେହିଠାକୁ ଗଲେ। ସେହି ସ୍ଥାନରେ ପୂର୍ବରୁ ଅବ୍ରାମ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। ତେଣୁ ସେଠାରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ।

ଅବ୍ରାମ ଓ ଲୋଟଙ୍କର ବିଛିନ୍ନ

ସେହି ସମୟରେ ଲୋଟ ମଧ୍ୟ ଅବ୍ରାମଙ୍କ ସହିତ ଯାତ୍ରା କରୁଥିଲେ। ଲୋଟଙ୍କର ମଧ୍ୟ ମେଷ, ପଶୁପଲ ଓ ତମ୍ବୁ ଥିଲା। ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସେମାନେ ସେଠାରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲା ନାହିଁ। ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା।

ତେଣୁ ଅବ୍ରାମ ଲୋଟଙ୍କୁ କହିଲେ, “ତୁମ୍ଭ ଆମ୍ଭ ମଧ୍ୟରେ କଳହ ହେବା ଉଚିତ୍ ନୁହେଁ। ତୁମ୍ଭର ଲୋକ ଓ ମୋ’ ଲୋକ ମଧ୍ୟରେ କଳହ ହେବା ଠିକ୍ ନୁହେଁ କାରଣ ଆମ୍ଭେମାନେ ପରସ୍ପର ଭାଇ। ଏହା ଉତ୍ତମ ଯେ, ଆମ୍ଭେ ଅଲଗା ଭାବରେ ବାସ କରିବା ଉଚିତ୍। ତୁମ୍ଭର ଇଚ୍ଛା ଅନୁସାରେ ତୁମ୍ଭେ ସ୍ଥାନ ବାଛ। ତୁମ୍ଭେ ଯଦି ଉତ୍ତରକୁ ଯିବ ତେବେ ମୁଁ ଦକ୍ଷିଣକୁ ଯିବି। ତୁମ୍ଭେ ଯଦି ଦକ୍ଷିଣକୁ ଯିବ ତେବେ ମୁଁ ଉତ୍ତରକୁ ଯିବି।”

10 ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା। 11 ତେଣୁ ଲୋଟ ଯର୍ଦ୍ଦନ ଉପତ୍ୟକାକୁ ବାଛିଲେ। ଏହି ଦୁଇ ଲୋକ ଅଲଗା ହୋଇଗଲେ ଓ ଲୋଟ ପୂର୍ବଦିଗକୁ ଯାତ୍ରା କଲେ। 12 ଅବ୍ରାମ କିଣାନୀୟଙ୍କ ଦେଶରେ ରହିଲେ ଏବଂ ଲୋଟ ଉପତ୍ୟକା ନଗରୀରେ ବାସ କଲେ। ଲୋଟ ଅଧିକରୁ ଅଧିକ ସଦୋମ ପାଖକୁ ତାଙ୍କର ଛାଉଣିକୁ ନେଇଗଲେ। 13 ସଦୋମର ଲୋକମାନେ ମନ୍ଦ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଅତି ପାପିଷ୍ଠ ଥିଲେ।

14 ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଚତୁର୍ପାର୍ଶ୍ୱକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ। 15 ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖରେ ତୁମ୍ଭେ ଚିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦେବି। 16 ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ। 17 ତେଣୁ ତୁମ୍ଭେମାନେ ଯାଅ ଏବଂ ସମସ୍ତ ଦେଶରେ ଭ୍ରମଣ କର। ବର୍ତ୍ତମାନ ମୁଁ ଏହା ତୁମ୍ଭକୁ ଦେଲି।”

18 ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନବୃକ୍ଷମୂଳକୁ ଯାଇ ସେଠାରେ ବାସ କଲେ। ସେହି ସ୍ଥାନରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ଯଜ୍ଞବେଦି ସ୍ଥାପନ କଲେ।

ଲୋଟ ବନ୍ଦୀ ହେଲେ

14 ଶିନିୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିୟୋକ ରାଜା ଥିଲେ। କଦର୍ଲାୟୋମର ଇଲାମର ରାଜା ଥିଲେ ଓ ଗୋୟିମର ତିଦିୟଲର ରାଜା ଥିଲେ। ଏହି ସମସ୍ତ ରାଜାଗଣ ମିଳିତଭାବେ ସଦୋମର ରାଜା ବିରା, ହମୋରାର ରାଜା ବିର୍ଶା, ଅଦ୍ମାର ରାଜା ଶିନାବ୍ ଓ ସବୋୟିମର ରାଜା ଶିମେବର ଓ ବିଲାର, ସୋୟରର ରାଜାଙ୍କ ସହିତ ଯୁଦ୍ଧ କଲେ।

ଏହି ସମସ୍ତ ରାଜାମାନେ ସେମାନଙ୍କର ସୈନ୍ୟମାନଙ୍କୁ ସୀଦ୍ଦୀମ ଉପତ୍ୟକାରେ ଉପସ୍ଥିତ କରାଇଲେ। ସେହି ସୀଦ୍ଦୀମ ଉପତ୍ୟକା ବର୍ତ୍ତମାନ ଲବଣ ସମୁଦ୍ର। ଏହି ରାଜାମାନେ ବାରବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହି ହୋଇଥିଲେ। ଏହିପରି ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ଯେଉଁ ରାଜାମାନେ ତାଙ୍କ ସହିତ ଥିଲେ ଆସି ଅସ୍ତରୋ‌ତ୍‌କର୍ଣ୍ଣୟିମରେ ରଫାୟୀମ ଲୋକମାନଙ୍କୁ ଏବଂ ହମରେ ସୁଷୀୟ ଲୋକମାନଙ୍କୁ ପରାସ୍ତ କଲେ। ଶବିକିରିୟାଥୟିମରେ ଏମୀୟ ଲୋକମାନଙ୍କୁ ପରାସ୍ତ କଲେ। ପ୍ରାନ୍ତର ନିକଟସ୍ଥ ଏ‌ଲ୍‌ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ। ଏହା ପରେ ରାଜା କଦର୍ଲାୟୋମଠାରୁ ଫେରି ଐ‌ଣ୍‌ମି‌ସ୍‌ପଟ୍ ଅର୍ଥାତ କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।

ସେହି ସମୟରେ ସଦୋମର ରାଜା, ହମୋରାର ରାଜା, ଅଦ୍ମାର ରାଜା, ସବୋୟିମର ରାଜା ଓ ବଲାର ଅର୍ଥାତ୍ ସୋୟର ରାଜା ଏହି ପାଞ୍ଚ ରାଜା ଏବଂ ତାଙ୍କର ସୈନ୍ୟଗଣ ଏକତ୍ରିତ ହେଲେ। ସେମାନେ ସୀଦ୍ଦୀମ ଉପତ୍ୟକାକୁ ଯୁଦ୍ଧ କରିବାକୁ ଗଲେ। ସେମାନେ ଏଲମର ରାଜା କଦର୍ଲାୟୋମର ଓ ଗୋୟିମର ତିଦିୟଲର ରାଜା ଓ ଶିନିୟରର ଅମ୍ରାଫ‌ଲ୍‌ର ରାଜା ଓ ଇଲ୍ଲାସରର ରାଜା। ଏହି ଗ୍ଭରି ଜଣ ରାଜା ପାଞ୍ଚ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।

10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଗାତ ଥିଲା ସଦୋମର ରାଜା ଓ ଗମୋରାର ରାଜା ପଳାୟନ କଲାବେଳେ ସେଠାରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ୟମାନେ ପର୍ବତକୁ ପଳାଇ ଗଲେ।

11 ଏଥିପାଇଁ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଏବଂ ଭକ୍ଷ୍ୟ ଲୁଟିନେଇ ପଳାଇଗଲେ। 12 ଅବ୍ରାମଙ୍କର ଭାତୃ ପୁତ୍ର ଲୋଟ ସଦୋମରେ ବାସ କରୁଥିଲେ ଏବଂ ଶତ୍ରୁମାନେ ତାହାକୁ ବନ୍ଦୀ କଲେ। ଏବଂ ଶତ୍ରୁଗଣ ତାଙ୍କର ସମସ୍ତ ସମ୍ପତ୍ତି ଲୁଟି ନେଲେ। 13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଗ୍ଭର ଦେଲା। ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷମୂଳେ ବାସ କରୁଥିଲେ। ସେମାନେ ମଧ୍ୟ ଅବ୍ରାମଙ୍କର ସହାୟ ଥିଲେ।

ଅବ୍ରାମ ଲୋଟଙ୍କୁ ଉଦ୍ଧାର କଲେ

14 ଯେତେବେଳେ ଅବ୍ରାମ ନିଜର ଜ୍ଞାତି ଧରା ହୋଇ ଯିବାର ସମାଗ୍ଭର ଶୁଣିଲେ। ଅବ୍ରାମ ତାଙ୍କର ସମସ୍ତ ପରିବାରକୁ ଏକତ୍ରିତ କଲେ। ସେଠାରେ 318 ଜଣ ତାଲିମପ୍ରାପ୍ତ ସୈନିକ ଥିଲେ। ଅବ୍ରାମ ସେ ଶତ୍ରୁମାନଙ୍କ ପଛେ ପଛେ ଗୋଡ଼େଇ ଗୋଡ଼େଇ ଦାନ୍ ନଗର ପର୍ଯ୍ୟନ୍ତ ଗଲେ। 15 ସେହି ରାତ୍ରିରେ ସିଏ ଓ ତାଙ୍କର ସୈନ୍ୟମାନେ ସମସ୍ତେ ମିଶି ତାଙ୍କର ଶତ୍ରୁମାନଙ୍କ ବିରୁଦ୍ଧରେ ଅତର୍କିତ ଆକ୍ରମଣ କଲେ। ସେମାନେ ତାଙ୍କୁ ପରାସ୍ତ କରି ଗୋଡ଼େଇ ଗୋଡ଼େଇ ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ଗୋଡ଼ାଇଲେ। 16 ଏହା ପରେ ସେ ତାଙ୍କର ଭାତୃପୁତ୍ର ଲୋଟ ତାଙ୍କର ସମ୍ପତ୍ତି ପୁଣି ସ୍ତ୍ରୀଗଣ ଏବଂ ସୈନ୍ୟଗଣଙ୍କୁ ବାହୁଡ଼ାଇ ଆଣିଲେ।

17 ତା'ପରେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣଙ୍କୁ ଜୟ କରି ବାହୁଡ଼ିବା ପରେ ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍ ରାଜାର ପଦାକୁ ଗମନ କଲେ।

ମ‌ଲ୍‌କୀଷେଦକ

18 ଶାଲମର ରାଜା ମ‌ଲ୍‌କୀଷେଦକ ଅବ୍ରାମଙ୍କୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ। ମ‌ଲ୍‌କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ। 19 ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ,

“ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ
    ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।
20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହୁଅନ୍ତୁ
    ଯିଏ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ଦେଲେ।”

ଏବଂ ଅବ୍ରାମ ଯୁଦ୍ଧରୁ ନେଇଥିବା ସବୁ ଦ୍ରବ୍ୟର ଏକ ଦଶମାଂଶ ତାଙ୍କୁ ଦେଲେ।

21 ଏହା ପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ୟସକଳ ଆମ୍ଭକୁ ଦିଅ।”

22 କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, 23 ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବି ନାହିଁ। ଏପରିକି ତୁମ୍ଭ ପାଖରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ୟ ନେବି ନାହିଁ। ମୁଁ ତୁମ୍ଭକୁ କହିବାକୁ ଗ୍ଭହେଁ ନାହିଁ, ‘ମୁଁ ଅବ୍ରାମଙ୍କୁ ଧନି କରିଛି।’ 24 କେବଳ ମୋର ଯୁବକମାନେ ଯାହା ଭୋଜନ କରିଅଛନ୍ତି ତାହା ନେବି। ପୁଣି ମୋହର ଯେଉଁ ସହାୟକଗଣ ମୋ’ ସଙ୍ଗରେ ଯାଇଥିଲେ ସେମାନେ ଅର୍ଥାତ୍ ଆନେର ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ୟ ଗ୍ରହଣ କରନ୍ତୁ।”

ପରମେଶ୍ୱରଙ୍କର ଅବ୍ରାମଙ୍କ ସହିତ ଚୁକ୍ତି

15 ଏହିସବୁ ଘଟିଯିବା ପରେ ସଦାପ୍ରଭୁଙ୍କର ବାକ୍ୟ ଦର୍ଶନରେ ଅବ୍ରାମ ନିକଟକୁ ଆସିଲା। ଏହା କହି,

“ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ।
    ମୁଁ ତୁମ୍ଭକୁ ମହାପୁରସ୍କାର ଦେବି।”

କିନ୍ତୁ ଅବ୍ରାମ କହିଲେ, “ସଦାପ୍ରଭୁ ପରମେଶ୍ୱର, ମୋତେ ପୁରସ୍କାର ଦେଇ କ’ଣ ଭଲ ହେବ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମେସକର ମୋର ମୁଖ୍ୟ ସେବକ ଇଲିୟେଜର ମୋର ସମ୍ପତ୍ତି ଅଧିକାର କରିବ।” ପୁଣି ଅବ୍ରାମ କହିଲେ, “ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ। ସେଥିପାଇଁ ମୋ’ ଗୃହର ଜଣେ ସଦସ୍ୟ ମୋର ଉତ୍ତରାଧିକାରୀ ହେବ।”

ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”

ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।”

ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ୱାସ କଲେ ଏବଂ ପରମେଶ୍ୱର ତାଙ୍କର ବିଶ୍ୱାସକୁ ଧାର୍ମିକତାର କାର୍ଯ୍ୟ ବୋଲି ବିବେଚନା କଲେ। ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।”

କିନ୍ତୁ ଅବ୍ରାମ କହିଲେ, “ହେ ସଦାପ୍ରଭୁ, ମୋର ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”

ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେ ଏକ ତିନି ବର୍ଷର ବାଛୁରି, ଗୋଟିଏ ତିନି ବର୍ଷର ମାଇ ଛେଳି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ଯୁବା କପୋତ ମୋ’ ନିକଟକୁ ଆଣ।”

10 ସେ ସବୁକୁ ସେ ପରମେଶ୍ୱରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସେଗୁଡ଼ିକ ଦୁଇ ଧାଡ଼ିରେ ରଖି ପ୍ରତ୍ୟେକ ଅଧାର ଉପରେ ଆଉ ଅଧା ଯୁକ୍ତ ଚିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। 11 ଏହା ପରେ, ଅନ୍ୟ ବନ୍ୟ ପକ୍ଷୀ ସେହି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସେମାନଙ୍କୁ ଘଉଡ଼ାଇ ଦେଲେ।

12 ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ। 13 ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଏ ବିଷୟରେ ନିଶ୍ଚିତ ହୋଇ ପାରିବ, ତୁମ୍ଭର ବଂଶଧର ବିଦେଶରେ ପ୍ରବାସୀ ହେବେ ଏବଂ କ୍ରୀତଦାସ ହେବେ ଏବଂ 400 ବର୍ଷ ପର୍ଯ୍ୟନ୍ତ କ୍ଳେଶ ଭୋଗ କରିବେ। 14 କିନ୍ତୁ ଯେଉଁ ଜାତିମାନେ ସେମାନଙ୍କୁ କ୍ରୀତଦାସ କରିବେ ସେମାନଙ୍କର ମୁଁ ବିଗ୍ଭର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସେମାନେ ସ୍ୱାଧୀନ ହେବେ।

15 “ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତିରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହେବ ଏବଂ ତୁମ୍ଭେ ବହୁତ ବୃଦ୍ଧ ବୟସରେ କବର ପ୍ରାପ୍ତ ହେବ। 16 ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଫେରିବେ। କାରଣ ଯେଉଁ ଇମୋରୀୟମାନେ ଏଠାରେ ବାସ କରନ୍ତି, ସେମାନଙ୍କର ପାପ ଏପର୍ଯ୍ୟନ୍ତ ଶେଷ ହୋଇ ନାହିଁ।”

17 ସୂର୍ଯ୍ୟାସ୍ତ ପରେ, ଯେତେବେଳେ ଏହା ଘୋର ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ୱଳନ୍ତ ମଶାଲ ହଠାତ୍ ଦେଖାଗଲା ଏବଂ ତାହା ଦୁଇ ଧାଡ଼ିରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ୟଦେଇ ଗଲା।

18 ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି। 19 କେନୀୟମାନଙ୍କର, କନଜୀୟମାନଙ୍କର ଓ କ‌ଦ୍‌ମୋନୀୟମାନଙ୍କର ଭୂମି ଏହିସବୁ। 20 ହୀତ୍ତୀୟମାନଙ୍କର, ପରିଜୀୟମାନଙ୍କର ଓ ରଫାୟୀୟମାନଙ୍କର 21 ଇମୋରୀୟମାନଙ୍କର, କିଣାନୀୟମାନଙ୍କର, ଓ ଗିର୍ଗାଶୀୟମାନଙ୍କର ଓ ଯିବୂଷୀୟମାନଙ୍କର ଦେଶ ତୁମ୍ଭକୁ ଦେଲି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center