Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଗଣନା ପୁସ୍ତକ 11-13

ଲୋକମାନେ ପୁନର୍ବାର ଅଭିଯୋଗ କରନ୍ତି

11 ତା'ପରେ ଲୋକମାନେ ସଦାପ୍ରଭୁଙ୍କଠାରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା। ତେଣୁ ଲୋକମାନେ ମୋଶାଙ୍କ ନିକଟରେ ସାହାଯ୍ୟ ପାଇଁ କ୍ରନ୍ଦନ କଲେ। ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ ସେହି ଅଗ୍ନି ଥମିଗଲା। ତେଣୁ ସେହି ସ୍ଥାନର ନାମ ତବିୟେରା ହେଲା କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।

ସତୁରି ବୟସ୍କ ପ୍ରାଚୀନଗଣ

ତା'ପରେ ସେମାନଙ୍କ ମଧ୍ୟରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳ ଇଚ୍ଛା ହେଲା। ଇସ୍ରାଏଲର ଲୋକମାନେ ସେମାନଙ୍କ ସହିତ ଯୋଗ ଦେଲେ ଏବଂ ପାଟି କଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ଆମ୍ଭେମାନେ ମିଶର ଦେଶରେ ବିନା ମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନେ ପଡ଼େ। ଆମ୍ଭମାନଙ୍କର ମଧ୍ୟ ଉତ୍ତମ ପନିପରିବା ଯଥା: କାକୁଡି, ତରଭୁଜ, ପିଆଜ ଓ ରସୁଣ କଥା ମନେ ପଡ଼େ। ମାତ୍ର ଏବେ ଆମ୍ଭେମାନେ ଦୁର୍ବଳ ହୋଇ ଯାଉଅଛୁ, ଏଠି ଖାଇବାକୁ କିଛି ନାହିଁ, ଏହି ମାନ୍ନା ଛଡ଼ା ଆଉ ଦେଖିବାକୁ କିଛି ନାହିଁ,।” ଆଉ ସେହି ମାନ୍ନା ଧନିଆ ବୀଜଗୁଡ଼ିକ ସଦୃଶ ହେବ। ଲୋକମାନେ ଏଣେ ତେଣେ ବୁଲି ମାନ୍ନା ସଂଗ୍ରହ କଲେ, ଚକିରେ ତାକୁ ପେଷିଲେ, କିମ୍ବା କୁଟଣୀରେ ତାହା ଚୂର୍ଣ କରି କରେଇରେ ସିଦ୍ଧକରି ପିଠା ପ୍ରସ୍ତୁତ କଲେ, ଆଉ ଜୀତ ତୈଳରେ ପକ୍ୱ ପିଠାପରି ତା'ର ସ୍ୱାଦ ହେଲା। ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲାବେଳେ ତା’ ସହିତ ମାନ୍ନା ଝଡିଲା।

10 ଏହା ପରେ ଲୋକମାନେ ସମୁଦାୟ ପରିବାର ସହିତ ନିଜ ନିଜ ତମ୍ବୁଦ୍ୱାରା ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା। ଆଉ ମଧ୍ୟ ମୋଶା ଅସନ୍ତୁଷ୍ଟ ହେଲେ। 11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମୋ’ ଉପରେ କ୍ରୋଧ ଦେଖାଉଛ? କାହିଁକି ଆପଣ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ? 12 କ’ଣ ସେମାନେ ସମସ୍ତେ ମୋ'ଠାରୁ ଜନ୍ମ ହୋଇଛନ୍ତି? ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ପ୍ରତିଜ୍ଞା କରିଥିଲ ମୁଁ ସେମାନଙ୍କୁ ଶିଶୁ ପରି କ’ଣ ବୋହି ନେବି? 13 ମୁଁ ଏହି ସମସ୍ତ ଲୋକଙ୍କୁ ମାଂସ ଦେବା ପାଇଁ କେଉଁଠାରେ ପାଇବି? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଛନ୍ତି, ସେମାନେ ପାଟି କରନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭମାନଙ୍କୁ ମାଂସ ଦିଅ।’ 14 ମୁଁ ଏକାକୀ ଏତେ ଲୋକଙ୍କର ଭାର ବହନ କରି ପାରିବି ନାହିଁ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ। 15 ଆଉ ଯଦି ତୁମ୍ଭେ ମୋ’ ପ୍ରତି ଏପରି ପଥରେ ବ୍ୟବହାର କରିବାକୁ ଯାଉଅଛ, ତେବେ ବିନୟ କରୁଅଛି, ମୁଁ ଯଦି ତୁମ୍ଭ ଅନୁଗ୍ରହର ପାତ୍ର, ତେବେ ମୋତେ ମାରିଦିଅ ପଛେ, ଏପରି ଦୁର୍ଗତି ଦେଖିବାକୁ ଦିଅ ନାହିଁ।”

16 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଡାକ। ସେମାନଙ୍କୁ ସମାଗମ-ତମ୍ବୁ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଛିଡ଼ା ହେବା ଉଚିତ୍। 17 ମୁଁ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବି ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି ତହିଁରୁ ନେଇ ସେମାନଙ୍କୁ ଦେବା, ତହିଁରେ ତୁମ୍ଭେ ଯେପରି ଏକାକୀ ଭାର ବହନ କରିବ ନାହିଁ, ସେଥିପାଇଁ ସେମାନେ ମଧ୍ୟ ତୁମ୍ଭ ସହିତ ଦାୟିତ୍ୱ ଭାର ବହନ କରିବେ।

18 “ଲୋକମାନଙ୍କୁ କୁହ, କାଲି ପାଇଁ ନିଜକୁ ପବିତ୍ର କର। ଆଉ ତୁମ୍ଭେମାନେ ମାଂସ ଖାଇବ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣ ଗୋଚରରେ କହିଅଛ, ‘କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଂ ମିଶର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା!’ ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଖାଇବାକୁ ଦେବେ। 19 ତୁମ୍ଭେମାନେ ଦିନେ କି ଦୁଇ ଦିନ କି ପାଞ୍ଚ ଦିନ କି ଦଶ ଦିନ କି କୋଡ଼ିଏ ଦିନ ଖାଇବ ତାହା ନୁହେଁ। 20 ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?‌’”

21 ତେବେ ମୋଶା କହିଲେ, “ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି ସେମାନେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ!’ 22 ସେମାନଙ୍କୁ ଯୋଗାଇବା ପାଇଁ ପଲ ମଧ୍ୟରୁ ସମସ୍ତ ଗୋମେଷ ବଧ କଲେ ମଧ୍ୟ ଏକ ମାସ ପାଇଁ ଅଣ୍ଟିବ ନାହିଁ। ଆଉ ସମୁଦ୍ରର ସମସ୍ତ ମାଛ ସେମାନଙ୍କୁ ଯଥେଷ୍ଟ ନୁହେଁ!”

23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “କ’ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭେମାନେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ୟ ତୁମ୍ଭ ପ୍ରତି ସତ ହେବ।”

24 ତେବେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ କହିଲେ, ଯାହା ସଦାପ୍ରଭୁ କହିଥିଲେ। ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ଛିଡ଼ା କରାଇଲେ। 25 ତା'ପରେ ସଦାପ୍ରଭୁ ମେଘରୁ ଓହ୍ଲାଇ ମୋଶାଙ୍କୁ କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନବର୍ଗଙ୍କୁ ଦେଲେ। ଯେତେବେଳେ ସେମାନଙ୍କ ଉପରେ ଆତ୍ମା ଅବସ୍ଥାନ କଲା, ସେମାନେ ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ, ଏବଂ ସେମାନେ ଆଉ ବନ୍ଦ କଲେ ନାହିଁ।

26 ମାତ୍ର ଛାଉଣି ମଧ୍ୟରେ ଦୁଇଜଣ ପ୍ରାଚୀନ ଇଲଦଦ୍ ଓ ମେଦଦ୍ ରହିଲେ, ଯଦିଓ ସେମାନେ ତାଲିକାରେ ଥିଲେ, ସେମାନେ ତମ୍ବୁ ବାହାରକୁ ଆସି ନ ଥିଲେ। ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥାନ କଲା ଓ ସେମାନେ ଛାଉଣି ମଧ୍ୟରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ। 27 ତହୁଁ ଜଣେ ଯୁବକ ଦୌଡ଼ି ଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ଭିତରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର କରୁଅଛନ୍ତି।”

28 ତହିଁରେ ନୂନର ପୁତ୍ର ଯିହୋଶୂୟ ମୋଶାଙ୍କୁ କହିଲେ, “ହେ ମୋହର ମୁନିବ ମୋଶା, ସେମାନଙ୍କୁ ସ୍ଥଗିତ କରନ୍ତୁ।” ଯିହୋଶୂୟ ଯୁବକ ସମୟରୁ ମୋଶାଙ୍କର ଜଣେ ମନୋନୀତ ସହକାରୀ ଥିଲେ।

29 ମୋଶା ଉତ୍ତର ଦେଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛୁ? ସଦାପ୍ରଭୁ ସମସ୍ତ ଲୋକଙ୍କୁ ଭବିଷ୍ୟ‌ଦ୍‌ବାଣୀ କରିବା ପାଇଁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ।” 30 ଏହା ପରେ ମୋଶା ଓ ଇସ୍ରାଏଲ ପ୍ରାଚୀନଗଣ ଛାଉଣିକି ଗମନ କଲେ।

ଭାଟୋଇ ପକ୍ଷୀଙ୍କ ଆଗମନ

31 ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା। ସେମାନଙ୍କର ସଂଖ୍ୟା ଏତେ ଅଧିକ ହେଲା ଯେ ସେମାନେ ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେ ପାଖେ ଦିନକର ପଥ ପର୍ଯ୍ୟନ୍ତ ବ୍ୟାପି ରହିଲେ। ସେମାନେ ଭୂମିଠାରୁ ପ୍ରାୟ ଦୁଇ ଫୁଟ ବହଳରେ ଗଦା ହୋଇଗଲେ। 32 ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ। କେହି ଦଶ ବୁଶେଲରୁ ଊଣା ସଂଗ୍ରହ କଲା ନାହିଁ। ଆଉ ସେମାନେ ନିଜ ପାଇଁ ଛାଉଣିର ଗ୍ଭରିଆଡ଼େ ତାହା ବିଛାଇ ରଖିଲେ।

33 ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥିଲାବେଳେ ତାହା ଚର୍ବଣ କରିବା ପୂର୍ବରୁ ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କ ଉପରେ ପ୍ରଜ୍ୱଳିତ ହେଲା। ତହୁଁ ସଦାପ୍ରଭୁ ସେମାନଙ୍କୁ ମହାମାରୀରେ ସଂହାର କଲେ ଓ ସେହି ସ୍ଥାନରେ ସେମାନେ କବର ନେଲେ। 34 ତେଣୁ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା[a] ହେଲା। କାରଣ ସେମାନେ ଖାଦ୍ୟ ନିମନ୍ତେ ଲୋଭୀ ଲୋକମାନଙ୍କୁ ସେହି ସ୍ଥାନରେ କବର ଦେଲେ।

35 ଲୋକମାନେ କିବ୍ରୋତ-ହତ୍ତାବାଠାରୁ ହ‌ତ୍‌ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।

ମରିୟମ ଓ ହାରୋଣଙ୍କର ମୋଶାଙ୍କ ବିଷୟରେ ଅଭିଯୋଗ

12 ମୋଶା ଏକ କୁଶୀୟା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିୟମ ଓ ହାରୋଣ ସେହି କୁଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ। ସେମାନେ କହିଲେ, “ସଦାପ୍ରଭୁ କ’ଣ ମୋଶାଙ୍କ ସହିତ କେବଳ କଥା କହିଅଛନ୍ତି? ସେ କ’ଣ ଆମ୍ଭମାନଙ୍କ ସହିତ କଥା କହି ନାହାନ୍ତି?”

ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ। ମୋଶା ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧ୍ୟରେ ଅତି ନମ୍ର ଥିଲେ। ହଠାତ୍ ସଦାପ୍ରଭୁ ମୋଶାଙ୍କୁ, ହାରୋଣଙ୍କୁ, ମରିୟମଙ୍କୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ।”

ତହୁଁ ସେ ତିନି ଜଣ ବାହାର ହୋଇ ଆସିଲେ। ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରୁ ଓହ୍ଲାଇ ସମାଗମ-ତମ୍ବୁ ନିକଟରେ ଛିଡ଼ା ହେଲେ। ସେ ଡାକିଲେ, “ହାରୋଣ ଓ ମରିୟମ!” ତହୁଁ ସେମାନେ ବାହାର ହୋଇ ଆସିଲେ। ସଦାପ୍ରଭୁ କହିଲେ, “ମୋର ବାକ୍ୟ ଶୁଣ, ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟ‌ଦ୍‌ବକ୍ତା ଥାଏ, ତେବେ ମୁଁ ସଦାପ୍ରଭୁ ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ୱପ୍ନଦ୍ୱାରା ତାହା ସହିତ କଥା କହିବି। ମାତ୍ର ମୋଶା ମୋର ସେବକ, ସେପରି ନୁହେଁ। ସେ ହିଁ ମୋର ସମଗ୍ର ଗୃହରେ ଜଣେ ସବୁଠାରୁ ବିଶ୍ୱସ୍ତ ଅଟେ। ମୁଁ ତା’ ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ୟରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହୋଇ ପ୍ରକାଶ୍ୟ ଭାବରେ ତା’ ସହିତ କଥା କହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧରେ କଥା କହିବାକୁ ତୁମ୍ଭେମାନେ କାହିଁକି ଭୀତ ହେଲ ନାହିଁ?”

ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ। 10 ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିୟମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ୟ ଶ୍ୱେତବର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।

11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ମହାଶୟ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ; ଏଣୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ। 12 ମାତାର ଗର୍ଭରୁ ନିର୍ଗତ ହେଲାବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଶିଶୁ ସଦୃଶ ସେ ନ ହେଉ।”

13 ତେଣୁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”

14 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତା'ର ପିତା ତା'ର ମୁହଁରେ ଛେପ ପକାଇଥା’ନ୍ତା, ସେ କ’ଣ ସାତ ଦିନ ଲଜ୍ଜିତା ହୋଇ ନ ଥା’ନ୍ତା? ତେଣୁ ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ, ଅନ୍ୟମାନଙ୍କଠାରୁ ରୁଦ୍ଧା ହୋଇ ରହୁ, ତା'ପରେ ସେ ଛାଉଣି ଭିତରକୁ ଆସି ପାରିବ।”

15 ତହୁଁ ମରିୟମ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ଯାଏ ଲୋକମାନେ ଯାତ୍ରା କଲେ ନାହିଁ। 16 ତା'ପରେ ଲୋକମାନେ ହ‌‌ତ୍‌ସେରୋତଠାରୁ ଯାତ୍ରା କରି ପାରଣ ମରୁଭୂମିରେ ଛାଉଣି ସ୍ଥାପନ କଲେ।

ଗୁପ୍ତଚରଙ୍କ କିଣାନ ଗମନ

13 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ କିଣାନ ଦେଶ ଦେବି, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ। ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”

ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ମରୁଭୂମି ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ। ସେହି ଲୋକମାନେ ଇସ୍ରାଏଲର ଲୋକମାନଙ୍କର ନେତୃବର୍ଗ ଥିଲେ। ସେହି ପ୍ରଧାନମାନଙ୍କର ନାମ ଏହି:

ରୁବେନ୍ ଗୋଷ୍ଠୀବର୍ଗ ମଧ୍ୟରୁ ସ‌କ୍‌‌କୁରର ପୁତ୍ର ଶମ୍ମୂୟ।

ଶିମିୟୋନ ଗୋଷ୍ଠୀବର୍ଗ ମଧ୍ୟରୁ ହୋରିର ପୁତ୍ର ଶାଫଟ।

ଯିହୁଦା ଗୋଷ୍ଠୀବର୍ଗ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ୍।

ଇଷାଖର ଗୋଷ୍ଠୀବର୍ଗ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ।

ଇଫ୍ରୟିମ ଗୋଷ୍ଠୀବର୍ଗ ମଧ୍ୟରୁ ନୂନର ପୁତ୍ର ହୋଶେୟ।

ବିନ୍ୟାମୀନ ଗୋଷ୍ଠୀବର୍ଗ ମଧ୍ୟରୁ ରାଫୁର ପୁତ୍ର ପ‌ଲ୍‌ଟି।

10 ସବୁଲୂନ ଗୋଷ୍ଠୀବର୍ଗ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ।

11 ଯୋଷେଫ ଗୋଷ୍ଠୀବର୍ଗ ସୂଷିର ପୁତ୍ର ଗଦ୍ଦି ମନଃଶି ଗୋଷ୍ଠୀର ଅଟେ।

12 ଦାନ ଗୋଷ୍ଠୀବର୍ଗ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ।

13 ଆଶେର ଗୋଷ୍ଠୀବର୍ଗ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର।

14 ନପ୍ତାଲି ଗୋଷ୍ଠୀବର୍ଗ ମଧ୍ୟରୁ ବ‌ପ୍‌ସିର ପୁତ୍ର ନହବି।

15 ଗାଦ୍ ଗୋଷ୍ଠୀବର୍ଗ ମଧ୍ୟରୁ ମାଖିର ପୁତ୍ର ଗୂୟେଲ।

16 ମୋଶା ଯେଉଁ ଲୋକମାନଙ୍କୁ ଗୁପ୍ତଚର କାର୍ଯ୍ୟ କରିବାକୁ ସେହି ଦେଶ ପଠାଇ ଥିଲେ, ମୋଶା ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।

17 ଆଉ ମୋଶା ଏମାନଙ୍କୁ କିଣାନ ଦେଶରେ ଗୁପ୍ତଚର କାର୍ଯ୍ୟ କରିବାକୁ ପଠାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନେଗେଭକୁ ଯାଅ ଏବଂ ତା'ପରେ ପର୍ବତମୟ ଦେଶକୁ ଯାଅ। 18 ପୁଣି ସେହି ଦେଶ କିପରି, ତହିଁର ବାସିନ୍ଦାମାନେ ବଳବାନ୍ କି ଦୁର୍ବଳ ଓ ସେମାନେ ଅଳ୍ପ କି ଅନେକ ସେ ବିଷୟରେ ଅନୁସନ୍ଧାନ କର। 19 ପୁଣି ସେମାନେ ଯେଉଁ ଦେଶରେ ବାସ କରୁଛନ୍ତି ସେ ଦେଶ ଭଲ କି ମନ୍ଦ, ଯେଉଁ ନଗରରେ ବାସ କରନ୍ତି ତାହା କି ପ୍ରକାର, ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି, ତାହା ମଧ୍ୟ ଅନୁସନ୍ଧାନ କର। 20 ପୁଣି ସେହି ମାଟିର ଉତ୍କର୍ଷଣ ଖୋଳ, ଉର୍ବର କି ଅନୁର୍ବର। ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ଦ୍ରାକ୍ଷାଫଳ ପାଚିବାର ଥିଲା।

21 ତେଣୁ ସେମାନେ ସୀନ ମରୁଭୂମିରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ। 22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ହିବ୍ରୋଣରେ ଯାଇ ଉପସ୍ଥିତ ହେଲେ, ସେହି ସ୍ଥାନରେ ଅହୀମାନ୍, ଶେଶୟ, ତଲ୍ମୟ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋୟନର ସାତ ବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହୋଇଥିଲା। 23 ଏହା ପରେ ସେମାନେ ଇଷ୍କୋଲ ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀରେ ବହନ କଲେ, ସେମାନେ ମଧ୍ୟ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ। 24 ଇସ୍ରାଏଲର ଲୋକମାନେ ଯେଉଁ ଉପତ୍ୟକାରେ ଦ୍ରାକ୍ଷାପେଣ୍ଡା କାଟି ଥିଲେ, ସେଥି ସକାଶେ ସେହି ସ୍ଥାନ ଇଷ୍କୋଲ ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।

25 ସେମାନେ ଗ୍ଭଳିଶ୍ ଦିନ ସେହି ଦେଶ ଅନୁସନ୍ଧାନ କଲାପରେ ଫେରି ଆସିଲେ। 26 ଅନନ୍ତର ସେମାନେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନରେ ମୋଶାଙ୍କୁ ଭେଟିଲେ, ହାରୋଣ ଓ ଇସ୍ରାଏଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଗ୍ଭର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ। 27 ପୁଣି ସେମାନେ ବର୍ଣ୍ଣନା କରି ତାହାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ। ଏହା ଏକ ଦୁ‌ଗ୍‌ଧ-ମଧୁର ଦେଶ। ଏହା ହେଉଛି ସେହି ଦେଶର ଫଳ। 28 ତଥାପି ସେହି ଦେଶ ନିବାସୀମାନେ ବଳବାନ୍, ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼, ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନମାନଙ୍କୁ ଦେଖିଲୁ। 29 ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି, ପର୍ବତମୟ ଦେଶରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି। ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”

30 କାଲେବ୍ ମୋଶାଙ୍କ ନିକଟରେ ଥିବା ଲୋକମାନଙ୍କୁ କହିଲେ, “ଆସ ଆମ୍ଭେମାନେ ଏହାକୁ ଅକ୍ତିଆର କରିବା, ସେମାନଙ୍କୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି।”

31 ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ପାରିବୁ ନାହିଁ। କାରଣ ସେମାନେ ଆମ୍ଭଠାରୁ ଶକ୍ତିଶାଳୀ।” 32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ ଇସ୍ରାଏଲର ଲୋକମାନଙ୍କ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଯେଉଁ ଦେଶର ମଧ୍ୟଦେଇ ଆମ୍ଭେମାନେ ଯାତ୍ରା କଲୁ, ତାହା ନିଜର ଅଧିବାସୀମାନଙ୍କୁ ଗ୍ରାସ କଲା। ଆମ୍ଭେମାନେ ଯେତେ ଲୋକଙ୍କୁ ସେଠାରେ ଦେଖିଲୁ ସେମାନେ ବଡ଼ ଡେଙ୍ଗା। 33 ସେଠାରେ ଆମ୍ଭେମାନେ ଅନାକର ନେଫଲିମ୍ ସନ୍ତାନ ମହାବୀରଗଣଙ୍କୁ ଦେଖିଲୁ, ଆଉ ସେମାନଙ୍କ ଦୃଷ୍ଟିରେ ଆମ୍ଭେମାନେ ଝିଣ୍ଟିକା ପରି ହେଲୁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center