Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 4-7

ଶାଉଲଙ୍କ ପରିବାରକୁ ସମସ୍ୟା ଆସିଲା

ଶାଉଲର ପୁତ୍ର ଈ‌ଶ୍‌ବୋତ୍ ଶୁଣିବାକୁ ପାଇଲେ ଯେ ଅ‌‌ବ୍‌‌ନର‌ ହିବ୍ରୋଣରେ ମୃତ୍ୟୁବରଣ କରିଛି। ଈ‌ଶ୍‌ବୋତ୍ ଓ ତାଙ୍କର ସମସ୍ତ ଲୋକ ଭୟଭୀତ ହୋଇପଡ଼ିଲେ। ଦୁଇଜଣ ପୁରୁଷ ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌‌ତ୍‌‌କୁ ଦେଖିବାକୁ ଗଲେ। ଏହି ଦୁଇଜଣ ପୁରୁଷ ସୈନ୍ୟମାନଙ୍କର ଅଧିନାୟକ ଥିଲେ। ସେମାନେ ରେଖବ୍ ଓ ବାନା, ବେରୋତୀୟ ରିମ୍ମୋଣର ପୁତ୍ର ଥିଲେ। ସେମାନେ ବେରୋତୀୟ ନଗରର ବିନ୍ୟାମୀନ ପରିବାରବର୍ଗରେ ଗଣିତ ଥିଲେ। କିନ୍ତୁ ସମସ୍ତ ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ସେହି ସ୍ଥାନରେ ବାସ କରୁଛନ୍ତି।

ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଏକ ପୁତ୍ର ଥିଲେ, ଯାହାଙ୍କର ନାମଥିଲା ମଫୀବୋଶତ୍। ଯେତେବେଳେ ତାକୁ ମାତ୍ର ପାଞ୍ଚ ବର୍ଷ ବୟସ ହୋଇଥିଲା, ସେତେବେଳେ ଯିଷ୍ରିୟେଲରୁ ଖବର ଆସିଲା ଯେ, ଶାଉଲ ଏବଂ ଯୋନାଥନକୁ ହତ୍ୟା କରାଯାଇଛି। ଯେତେବେଳେ ମଫୀବୋଶ‌‌ତ୍‌‌ର ଧାତ୍ରୀ ଏ ଖବର ପାଇଲା, ସେ ମଫୀବୋଶତକୁ ଉଠାଇଲା ଏବଂ ସେ ଭୟରେ ଦୌଡ଼ି ପଳାଇଲା। କିନ୍ତୁ ପିଲାଟି ତଳେ ପଡ଼ିଗଲା ଏବଂ ତା'ପରେ ତା'ର ଦୁଇ ଗୋଡ଼ ଛୋଟା ହୋଇଗଲା।

ରେଖବ୍ ଓ ବାନା, ଯିଏ କି ବେରୋତୀୟ ରିମ୍ମୋଣର ପୁତ୍ର। ସେମାନେ ମଧ୍ୟାହ୍ନ ସମୟରେ ଈ‌ଶ୍‌ବୋଶ‌‌ତ୍‌‌ଙ୍କ ଗୃହରେ ପ୍ରବେଶ କଲେ। ସେହି ସମୟରେ ଈ‌ଶ୍‌ବୋଶତ୍ ବିଶ୍ରାମ ନେଉଥିଲେ, କାରଣ ସେହି ଅପରାହ୍ନ ବହୁତ ଗରମ ଥିଲା। 6-7 ରେଖବ ଓ ବାନା ଈ‌ଶ୍‌ବୋଶ‌‌ତ୍‌‌ର ଗୃହରେ ପ୍ରବେଶ କଲେ, ସତେ ଯେପରି ସେମାନେ ଗହମ ନେବାକୁ ଆସିଛନ୍ତି। ଈ‌ଶ୍‌ବୋଶତ୍ ସେହି ସମୟରେ ତାଙ୍କର ଶୋଇବା ଘରେ ବିଛଣା ଉପରେ ବିଶ୍ରାମ ନେଉଥିଲେ। ସେହି ସମୟରେ ରେଖବ୍ ଓ ବାନା ତାଙ୍କର ପେଟରେ ‌‌ଖ‌ଡ଼୍‌ଗ ଭୂଷି ହତ୍ୟା କଲେ ଓ ତାଙ୍କର ମୁଣ୍ଡ କାଟି ତାଙ୍କ ସହିତ ନେଇ ଆସିଲେ। ସେମାନେ ଯର୍ଦ୍ଦନ ଉପତ୍ୟକା ଦେଇ ରାତିସାରା ଗ୍ଭଲିଲେ। ସେମାନେ ଆସି ହିବ୍ରୋଣରେ ପହଞ୍ଚିଲେ ଏବଂ ସେମାନେ ଦାଉଦଙ୍କୁ ଈ‌ଶ୍‌ବୋଶ‌‌ତ୍‌‌ର କଟାମୁଣ୍ଡ ଦେଲେ।

ରେଖବ୍ ଓ ବାନା ଦାଉଦଙ୍କୁ କହିଲେ, “ଏହିଠାରେ ଆପଣଙ୍କର ଶତ୍ରୁର ମୁଣ୍ଡ ପଡ଼ିଅଛି। ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶତ୍, ଯିଏ କି ଆପଣଙ୍କୁ ମାରିବାକୁ ଗ୍ଭହିଁଥିଲା। ସଦାପ୍ରଭୁ, ଆଜି ପ୍ରଭୁ ମୋର ରାଜା ଆପଣଙ୍କ ପାଇଁ ଶାଉଲ ଓ ତାଙ୍କର ପରିବାରକୁ ଦଣ୍ତିତ କରିଛନ୍ତି।”

ତଥାପି ଦାଉଦ ରିମ୍ମୋଣର ପୁତ୍ରଗଣ ରେଖବ୍ ଓ ବାନାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୋତେ ସମସ୍ତ ବିପଦରୁ ରକ୍ଷା କରିଛନ୍ତି। 10 କିନ୍ତୁ ଯେତେବେଳେ ଜଣେ ନିଜକୁ ଶୁଭବାର୍ତ୍ତା ଆଣିଛି ବୋଲି ମନେ କରି ମୋତେ କହିଲା, ‘ଦେଖନ୍ତୁ ଶାଉଲ ମରିଅଛି।’ ମୁଁ ତାକୁ ପୁରଷ୍କାର ଦେବା ପରିବର୍ତ୍ତେ ଯାହା ସେ ଆଶା କରିଥିଲା, ତାକୁ ‌‌ଖ‌ଡ଼୍‌ଗ ଦ୍ୱାରା ସିକ୍ଳ‌ଗ୍‌ରେ ହତ୍ୟା କଲି। 11 ତେଣୁ ମୁଁ ତୁମ୍ଭକୁ ହତ୍ୟା କରିବି ଓ ତୁମ୍ଭମାନଙ୍କୁ ଏହି ଭୂମିରୁ ଉଚ୍ଛିନ୍ନ କରିବି। କାରଣ ତୁମ୍ଭେ ଦୁଷ୍ଟ ପ୍ରକୃତିର ଲୋକ, ଏକ ଧର୍ମପରାୟଣ ଲୋକକୁ ହତ୍ୟା କରିଛ, ଯେତେବେଳେ ସେ ତା'ର ନିଜ ଗୃହରେ ତା'ର ଶଯ୍ୟାରେ ବିଶ୍ରାମ ନେଉଥିଲା।”

12 ତେଣୁ ରାଜା ଦାଉଦ ତାଙ୍କର ଯୁବା ସୈନିକମାନଙ୍କୁ ରେଖବ ଓ ବାନାକୁ ହତ୍ୟା କରିବା ପାଇଁ ଆଦେଶ ଦେଲେ। ସୈନ୍ୟମାନେ ରେଖବ ଓ ବାନାର ହସ୍ତ ଓ ପାଦ କାଟି ହିବ୍ରୋଣସ୍ଥ ପୋଖରୀ ନିକଟରେ ଝୁଲାଇ ଦେଲେ। ଏବଂ ଈ‌ଶ୍‌ବୋଶ‌‌ତ୍‌‌ର ମସ୍ତକ ନେଇ ହିବ୍ରୋଣରେ ଅ‌‌ବ୍‌‌ନର‌ କବରରେ କବର ଦେଲେ।

ଇସ୍ରାଏଲୀୟମାନେ ଦାଉଦଙ୍କୁ ରାଜା କଲେ

ତା'ପରେ ଇସ୍ରାଏଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ପରିବାର। ଏପରିକି ଯେତେବେଳେ ଶାଉଲ ରାଜା ଥିଲେ ସେତେବେଳେ ଆପଣ ଆମ୍ଭମାନଙ୍କୁ ଯୁଦ୍ଧରେ ଆଗେଇ ନେଇଥିଲେ। ଆଉ ଆପଣ ହେଉଛନ୍ତି ସେହି ଲୋକ ଯେ କି ଯୁଦ୍ଧରୁ ଇସ୍ରାଏଲକୁ ନିରାପଦରେ ଫେରାଇ ଆଣିଥିଲେ ଏବଂ ସଦାପ୍ରଭୁ ଆପଣଙ୍କୁ କହିଛନ୍ତି, ‘ତୁମ୍ଭେ ମୋର ଲୋକମାନଙ୍କର ମେଷପାଳକ ହେବ। ଇସ୍ରାଏଲ ଓ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କ ଉପରେ ଶାସନ କରିବ।’”

ତେଣୁ ଇସ୍ରାଏଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକୁ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣରେ ସଦାପ୍ରଭୁ ସମ୍ମୁଖରେ ସେମାନଙ୍କ ସହିତ ଚୁକ୍ତି କଲେ ଓ ସେମାନେ ଇସ୍ରାଏଲର ରାଜା ରୂପେ ଦାଉଦଙ୍କୁ ଅଭିଷିକ୍ତ କଲେ।

ଯେତେବେଳେ ଦାଉଦଙ୍କୁ ତିରିଶ୍ ବର୍ଷ ବୟସ ହୋଇଥିଲା, ସେ ରାଜତ୍ୱ କରିବା ଆରମ୍ଭ କଲେ। ସେ ଗ୍ଭଳିଶ୍ ବର୍ଷ ଧରି ରାଜତ୍ୱ କଲେ। ହିବ୍ରୋଣରେ ସେ ଯିହୁଦା ଉପରେ ସାତ ବର୍ଷ ଓ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୁଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।

ଦାଉଦ ଯିରୁଶାଲମ ନଗରକୁ ଜୟ କଲେ

ଏହା ପରେ ରାଜା ଓ ତାଙ୍କର ଲୋକମାନେ ଯିରୁଶାଲମରେ ବାସ କରୁଥିବା ଯିବୂଷୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ଏହି ଯିବୂଷୀୟମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ଏପରିକି ଆମ୍ଭମାନଙ୍କର ଅନ୍ଧ ଓ ଅର୍ଥବ ଲୋକମାନେ ତୁମ୍ଭକୁ ଅଟକାଇ ପାରିବେ।” ସେମାନେ ଏହି ଚିନ୍ତାଧାରା ପ୍ରକାଶ କଲେ ଯେ, ସେମାନଙ୍କର ନଗରରେ ପ୍ରବେଶ କରିବା ପାଇଁ ଦାଉଦ ଅକ୍ଷମ ହେବେ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ଅଧିକାର କଲେ। ତାହା ହେଲା ଦାଉଦ ନଗର।

ସେହି ଦିନ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ଯେଉଁମାନେ ଯିବୂଷୀୟମାନଙ୍କୁ ଆକ୍ରମଣ କରିବା ପାଇଁ ଇଚ୍ଛା କରୁଛନ୍ତି ସେମାନେ ପାଣିନଳ[a] ମଧ୍ୟଦେଇ ଯିବା ଉଚିତ୍ ଓ ସେହିସବୁ ଛୋଟା ଓ ଅନ୍ଧ ଲୋକମାନଙ୍କ ପାଖକୁ ପହଞ୍ଚିବା ଉଚିତ୍।” ସେଥିପାଇଁ ଲୋକମାନେ କହନ୍ତି, “ଅନ୍ଧ ଓ ଛୋଟାମାନେ ଗୃହ ଭିତରକୁ ଆସି ପାରିବେ ନାହିଁ।”

ଦାଉଦ ସେହି ଦୁର୍ଗରେ ବାସ କଲେ, ଏବଂ ସେହି ସହରକୁ, “ଦାଉଦ ସହର ନାମରେ ନାମିତ କଲେ।” ଦାଉଦ ମିଲ୍ଲୋ ସ୍ଥାନକୁ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ୟ ନଗର ଭିତରେ ବହୁତ ପକ୍କାଘର ନିର୍ମାଣ କଲେ। 10 ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହେବାରୁ ଦାଉଦ ଆହୁରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ।

11 ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ। ହୀରମ୍ ମଧ୍ୟ ଏରସ କାଠ, ବଢ଼ାଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲେ। ସେମାନେ ଦାଉଦଙ୍କ ପାଇଁ ଏକ ଘର ତିଆରି କଲେ। 12 ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜା କଲେ ଓ ତାଙ୍କର ଇସ୍ରାଏଲର ଲୋକମାନଙ୍କ ପାଇଁ ରାଜ୍ୟକୁ ଅତ୍ୟଧିକ କ୍ଷମତା ଦେଲେ। ଏହା ଦାଉଦ ବୁଝି ପାରିଲେ।

13 ଦାଉଦ ହିବ୍ରୋଣରୁ ଯିରୁଶାଲମକୁ ଗଲେ। ସେଠାରେ ସେ ଅନେକ ସ୍ତ୍ରୀମାନଙ୍କୁ ଓ ଅନେକ ଉପପତ୍ନୀମାନଙ୍କୁ ବିବାହ କଲେ ଏବଂ ସେଠାରେ ତାଙ୍କଠାରୁ ଅନେକ ପିଲା ଜନ୍ମ ହେଲେ। 14 ଏହିସବୁ ପୁତ୍ର ଯେଉଁମାନେ ଯିରୁଶାଲମରେ ଦାଉଦଙ୍କ ଔରସରୁ ଜନ୍ମ ହେଲେ। ସେମାନେ ହେଲେ, ଶମ୍ମୂୟ, ଶୋବବ୍, ନାଥନ୍ ଓ ଶଲୋମନ୍। 15 ୟିଭର, ଇଲୀଶୂୟ, ନେଫଗ୍ ଓ ଯାଫିୟ, 16 ଇଲୀଶାମା, ଇଲୀୟାଦା ଓ ଇଲୀଫେଲଟ ନାମରେ ଜଣା।

ଦାଉଦ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ

17 ପଲେଷ୍ଟୀୟମାନେ ଜାଣିବାକୁ ପାଇଲେ ଯେ, ସମଗ୍ର ଇସ୍ରାଏଲୀୟମାନଙ୍କ ରାଜା ଭାବରେ ଦାଉଦଙ୍କୁ ବଚ୍ଛା ଯାଇଛି। ତେଣୁ ଦାଉଦଙ୍କୁ ମାରିବା ପାଇଁ ସମସ୍ତ ପଲେଷ୍ଟୀୟ ଦାଉଦଙ୍କୁ ଖୋଜିଲେ। ତେଣୁ ଦାଉଦ ଏହା ଜାଣି ପାରି ଯିରୁଶାଲମରେ ଥିବା ଗଡ଼ ଭିତରେ ଯାଇ ଲୁଚିଲେ। 18 ପଲେଷ୍ଟୀୟମାନେ ଫେରି ରଫାୟିମ୍ ଉପତ୍ୟକାରେ ସେନାଛାଉଣି ପକାଇଲେ।

19 ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ପଗ୍ଭରିଲେ, “ମୋର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବା ଉଚିତ୍ କି? ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ପାଇଁ ଆପଣ ମୋତେ ସାହାଯ୍ୟ କରିବେ କି?”

ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ନିଶ୍ଚିତ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବାରେ ସାହାଯ୍ୟ କରିବି।”

20 ତା'ପରେ ଦାଉଦ ବାଲ୍-ପରାସୀମକୁ ଗଲେ, ଏବଂ ସେଠାରେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, “ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ଛିନ୍ନ ବିଛିନ୍ନ କଲେ, ଯେପରି ନଦୀ ଭଙ୍ଗାବନ୍ଧକୁ ଭାଙ୍ଗି ବହି ନେଇଯାଏ।” ଯେଉଁଥିପାଇଁ ଦାଉଦ ଉକ୍ତ ସ୍ଥାନର ନାମ “ବାଲ୍-ପରାସୀମ[b] ରଖିଥିଲେ। 21 ସେହି ସ୍ଥାନରେ ପଲେଷ୍ଟୀୟମାନେ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଛାଡ଼ି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସେହିସବୁ ମୂର୍ତ୍ତିଗୁଡ଼ିକୁ ଦୂରେଇ ଦେଲେ।

22 ଆଉଥରେ ପଲେଷ୍ଟୀୟମାନେ ରଫାୟିମ ଉପତ୍ୟକାରେ ଛାଉଣି ପକାଇଲେ।

23 ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଏବଂ ତା'ପରେ ସଦାପ୍ରଭୁ ତାଙ୍କୁ କହିଲେ, “ସେଠାରେ ଆଗକୁ ଯାଅ ନାହିଁ। ତୁମ୍ଭେମାନେ ସେମାନଙ୍କ ପଛରେ ଯାଅ ଏବଂ ତୂ‌ତ୍‌ବୃକ୍ଷ ଆର ପାର୍ଶ୍ୱରେ ସେମାନଙ୍କୁ ପଛପଟୁ ଆକ୍ରମଣ କର। 24 ତୁମ୍ଭେମାନେ ସେହି ତୂ‌ତ୍‌ବୃକ୍ଷ ତୋଟା ଉପରେ ସୈନ୍ୟମାନଙ୍କର ପଦାଗ୍ଭରଣର ଶବ୍ଦ ପରି ଶବ୍ଦ ଶୁଣି ପାରିବ। ତେବେ ତୁମ୍ଭେମାନେ ସେମାନଙ୍କୁ ଶୀଘ୍ର ଆକ୍ରମଣ କରିବ, କାରଣ ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଯିବେ ଏବଂ ତୁମ୍ଭମାନଙ୍କ ସକାଶେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।”

25 ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେହିପରି କଲେ ଓ ଗେବାଠାରୁ ଗେଷର୍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।

ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ନିଆଗଲା

ଦାଉଦ ଆଉ ଥରେ ବଛା ବଛା 30,000 ସୈନ୍ୟମାନଙ୍କୁ ଇସ୍ରାଏଲରେ ଏକତ୍ରିତ କଲେ। ଦାଉଦ ଏବଂ ତାଙ୍କର ଲୋକମାନେ ଯିହୁଦାର ବାଲିକୁ ଗଲେ। ସେମାନେ ବାଲିର ଯିହୁଦାଠାରୁ ପ୍ରଭୁଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ଆଣିବାକୁ ଗଲେ। ସେହି ପବିତ୍ର ସିନ୍ଦୁକ ସଦାପ୍ରଭୁଙ୍କର ସିଂହାସନ ତୁଲ୍ୟ ଥିଲା। ସେହି ପବିତ୍ର ସିନ୍ଦୁକ ଉପରେ କିରୁବଦୂତମାନଙ୍କର ପ୍ରତିମୂର୍ତ୍ତିମାନ ଥିଲା ଏବଂ ସଦାପ୍ରଭୁ ସେମାନଙ୍କ ଉପରେ ବସୁଥିଲେ। ଦାଉଦର ଲୋକମାନେ ସେହି ପବିତ୍ର ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାରକୁ ଆଣିଲେ। ସେଇ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସେମାନେ ଏହି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏକ ନୂଆ ଶଗଡ଼ରେ ଲଦିଲେ ଏବଂ ଅବୀନାଦବର ପୁତ୍ର ଉଷ ଅହୀୟୋ ସେହି ନୂଆ ଶଗଡ଼କୁ ଚଲେଇଲେ।

ସେମାନେ ପର୍ବତସ୍ଥ ଶିର୍ଷଦେଶରେ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆଣିଲେ ଓ ଉଷ ପବିତ୍ର ସିନ୍ଦୁକ ପାର୍ଶ୍ୱରେ ଗ୍ଭଲିଲା ଏବଂ ଅହୀୟୋ ପବିତ୍ର ସିନ୍ଦୁକ ଆଗେ ଆଗେ ଗ୍ଭଲିଲା। ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗରେ ଦେବଦାରୁ କାଠରେ ତିଆରି ନାନା ପ୍ରକାର ବାଦ୍ୟଯନ୍ତ୍ର ବୀଣା ଓ ନେବଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନାଚୁ ଥିଲେ। ସେମାନେ ନାଖୋନ ନାମକ ଶସ୍ୟ ମର୍ଦ୍ଦନ ସ୍ଥାନରେ ପହଞ୍ଚିଲେ। ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବଢ଼ାଇ ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ଧରି ନେଲେ। ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରୁ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ[c]। ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପାଖରେ ମୃତ୍ୟୁବରଣ କଲେ। ସଦାପ୍ରଭୁ ଉଷକୁ ମାରି ଦେଇଥିବାରୁ ଦାଉଦ ବ୍ୟତିବ୍ୟସ୍ତ ହେଲେ ଓ ସେହି ସ୍ଥାନର ନାମ “ପେରସ୍ଉଷ” ରଖିଲେ। ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ପେରସ୍ଉଷ ରହିଅଛି।

ସେହି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, “ମୁଁ କିପରି ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ମୋ’ ପାଖକୁ ଆଣିବି।” 10 ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିଲେ ନାହିଁ। ଦାଉଦ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ନେଇ ଗାଥ୍‌ର ଓବେଦଇଦୋମର ଗୃହରେ ରଖିଲେ। 11 ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସେଠାରେ ତିନି ମାସ ରହିଲା। ସଦାପ୍ରଭୁ ଓବେଦଇଦୋମ ଓ ତାଙ୍କର ପରିବାରକୁ ଆଶୀର୍ବାଦ କଲେ।

12 ତା'ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା'ର ପରିବାର ଓ ତା'ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ। 13 ଯେଉଁ ଲୋକମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବହିଥିଲେ ସେମାନେ ଛଅ ପାହୁଣ୍ଡ ଆସିଲା ପରେ ସେଠାରେ ଅଟକିଲେ ଓ ଦାଉଦ ସେଠାରେ ଏକ ଗୋରୁ ବଳି ଦେଲେ ଓ ଏକ ମୋଟା ବାଛୁରି ମଧ୍ୟ ବଳି ଦେଲେ। 14 ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ।

15 ଏହିପରି ଭାବରେ ଦାଉଦ ଓ ଇସ୍ରାଏଲୀୟମାନେ ଆନନ୍ଦ ଉଲ୍ଲାସରେ ଜୟଧ୍ୱନି କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନଗର ମଧ୍ୟକୁ ନେଇ ଆସିଲେ। 16 ଶାଉଲଙ୍କ ଝିଅ ମୀଖଲ ଝରକାରେ ଗ୍ଭହିଁ ଥିଲେ। ଯେତେବେଳେ ସେ ଦେଖିଲେ, ପବିତ୍ର ସିନ୍ଦୁକ ଦାଉଦ ନଗରକୁ ଆସିଲା, ଏବଂ ସେ ଯେତେବେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ନାଚୁଛନ୍ତି, ସେ ବ୍ୟତିବ୍ୟସ୍ତ ହେଲେ। ସେ ହୃଦୟରେ ତାଙ୍କୁ ତୁଚ୍ଛ ବୋଲି ଭାବିବାକୁ ଲାଗିଲେ।

17 ଦାଉଦ ପବିତ୍ର ସିନ୍ଦୁକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ନେଇ ସେହି ତମ୍ବୁ ମଧ୍ୟରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

18 ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ। 19 ଦାଉଦ ମଧ୍ୟ ଇସ୍ରାଏଲର ସମସ୍ତ ସ୍ତ୍ରୀ ଓ ପୁରୁଷ ଲୋକମାନଙ୍କୁ ଏକ ଏକ ଖଣ୍ତ ରୋଟୀ, ଏକ ଏକ ଅଂଶ ମାଂସ ଓ ଏକ ଏକ ଶୁଷ୍କ ଦ୍ରାକ୍ଷା ଦେଲେ ଓ ତା'ପରେ ଲୋକମାନେ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।

ମୀଖଲ ରାଜା ଦାଉଦଙ୍କୁ ଗାଳି ଦେଲେ

20 ଦାଉଦ ଆଶୀର୍ବାଦ ଦେବାକୁ ନିଜର ଘରକୁ ଗଲେ, କିନ୍ତୁ ଶାଉଲଙ୍କ କନ୍ୟା ମୀଖଲ ବାହାରକୁ ଆସି ତାଙ୍କୁ ସାକ୍ଷାତ କଲେ ଓ କହିଲେ, “ଆଜି ଇସ୍ରାଏଲର ରାଜା ନିଜକୁ ନିଜେ ସମ୍ମାନ କଲେ ନାହିଁ। ତୁମ୍ଭେ ତୁମ୍ଭର ଦାସୀମାନଙ୍କ ସମ୍ମୁଖରେ ଲୁଗା କାଢ଼ି ପକାଇଲ। ତୁମ୍ଭେ ଜଣେ ନିର୍ବୋଧପରି କାର୍ଯ୍ୟ କଲ, ଯିଏ ନିଜର ବସ୍ତ୍ର ବିନା ଲଜ୍ଜାରେ କାଢ଼ି ପକାଏ।”

21 ତା'ପରେ ଦାଉଦ ମୀଖଲକୁ କହିଲେ, “ତାହାତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା। ସେତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତି କରିବାକୁ ମୋତେ ମନୋନୀତ କରିଛନ୍ତି। ଏହି ହେତୁ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ କରିବି। 22 ମୁଁ ଏପରିକି ଏହାଠାରୁ ଆହୁରି ମର୍ଯ୍ୟାଦାହୀନ ଓ ନିଜକୁ ଅପମାନିତ କରିବି। ତା'ପରେ ତୁମ୍ଭେ ଯେଉଁ ଦାସୀମାନଙ୍କ ବିଷୟରେ କହିଲ, ମୋତେ ସମ୍ମାନ କରିବେ ଓ ମୋ’ ପାଇଁ ଗର୍ବ ଅନୁଭବ କରିବେ।”

23 ଏହି ଯୋଗୁଁ ଶାଉଲଙ୍କର କନ୍ୟା ମୀଖଲଙ୍କର କୌଣସି ସନ୍ତାନ ନ ଥିଲା। ସେ ମୃତ୍ୟୁ ପର୍ଯ୍ୟନ୍ତ ନିସନ୍ତାନ ଥିଲେ।

ଦାଉଦ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହିଁଲେ

ଏହା ପରେ ଦାଉଦ, ଯେତେବେଳେ ନୂତନ ଗୃହକୁ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ଶାନ୍ତି ପ୍ରଦାନ କଲେ। ରାଜା ଦାଉଦ ଭବିଷ୍ୟ‌ଦ୍‌ବକ୍ତା ନାଥନଙ୍କୁ କହିଲେ, “ଦେଖ ମୁଁ ଏବେ ଏରସ ନିର୍ମିତ କାଠ ଘରେ ବାସ କରୁଅଛି କିନ୍ତୁ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ସେହି ତମ୍ବୁ ତଳେ ରହି ଅଛି। ଆମ୍ଭେମାନେ ପବିତ୍ର ସିନ୍ଦୁକ ପାଇଁ ଏକ ସୁନ୍ଦର ପ୍ରାସାଦ ତିଆରି କରିବା କଥା।”

ନାଥନ ରାଜା ଦାଉଦଙ୍କୁ କହିଲେ, “ତୁମ୍ଭର ଯାହା ଇଚ୍ଛା ତାହା କର, କାରଣ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”

କିନ୍ତୁ ସେହି ରାତ୍ରିରେ ସଦାପ୍ରଭୁଙ୍କର ବାର୍ତ୍ତା ନାଥନଙ୍କ ନିକଟକୁ ଆସିଲା: ଏହା ଥିଲା,

“ତୁମ୍ଭେ ଯାଅ ଓ ମୋର ଦାସ ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମୋର ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଧିଷ୍ଟ ବ୍ୟକ୍ତି ନୁହଁ। ମୁଁ ଇସ୍ରାଏଲୀୟ ସନ୍ତାନଗଣକୁ ମିଶରରୁ ବାହାର କରି ଆଣିବାଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହିଁ। ମାତ୍ର ମୁଁ ଏକ ତମ୍ବୁ ମଧ୍ୟରେ ଯାତାୟାତ କଲି। ମୁଁ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେ ସବୁ ସ୍ଥାନକୁ ଗମନାଗମନ କଲି, ମୁଁ ମୋର ଇସ୍ରାଏଲର ଏହିପରି କୌଣସି ପରିବାରବର୍ଗ ମୋ’ ପାଇଁ ଏରସ କାଠରେ ଏକ ସୁନ୍ଦର ଗୃହ ନିର୍ମାଣ କରିବାକୁ କହି ନାହିଁ।’

“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି। ଏହା ପରେ ତୁମ୍ଭେ ଯେଉଁ ସ୍ଥାନକୁ ଗଲ, ମୁଁ ତୁମ୍ଭ ସହିତ ଗଲି ଓ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଧ୍ୱଂସ କଲି ଏବଂ ମୁଁ ତୁମ୍ଭକୁ ପୃଥିବୀର ବିଖ୍ୟାତ ଲୋକମାନଙ୍କ ମଧ୍ୟରୁ ଜଣେ କରିବି। 10-11 ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ[d]

12 “‘ଯେତେବେଳେ ତୁମ୍ଭେ ମୃତ୍ୟୁବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧ୍ୟରେ କବର ଦିଆଯିବ। ତା'ପରେ ମୁଁ ତୁମ୍ଭର ଔରଷରୁ ରାଜା କରିବି ଏବଂ ତାଙ୍କର ରାଜ୍ୟ ସ୍ଥାପନ କରିବି। 13 ସେ ମୋ’ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁଁ ତା'ର ରାଜ୍ୟକୁ ଚିରଦିନ ପାଇଁ ଶକ୍ତିଶାଳୀ କରିବି। 14 ମୁଁ ତା'ର ପିତା ହେବି ଓ ସେ ମୋର ପୁତ୍ର ହେବ। ଯେତେବେଳେ ସେ ପାପ କରେ ମୁଁ ତାକୁ ଦଣ୍ତ ଦେବି, ଯେପରି ଲୋକମାନେ ସେମାନଙ୍କର ପୁତ୍ରମାନଙ୍କୁ ଦଣ୍ତ ଦିଅନ୍ତି। 15 ମୁଁ କେବେ ତା’ ପ୍ରତି ମୋର କରୁଣା ଓ ପ୍ରେମ ବନ୍ଦ କରିବି ନାହିଁ। ମୁଁ ଶାଉଲଠାରୁ ମୋର ପ୍ରେମ ଓ କରୁଣା ଦୂର କଲି, କିନ୍ତୁ ମୁଁ ତୁମ୍ଭକୁ ସେପରି କରିବି ନାହିଁ। 16 ତୁମ୍ଭ ପରିବାର ଓ ତୁମ୍ଭ ରାଜତ୍ୱ ଓ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରିକୃତ ହେବ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”

17 ନାଥନ ଏ ସମସ୍ତ ବାକ୍ୟ ଦର୍ଶନ ଅନୁସାରେ ସେ ପରମେଶ୍ୱରଙ୍କର ବାକ୍ୟଗୁଡ଼ିକ ଅନୁସାରେ ଦାଉଦଙ୍କୁ କହିଲେ।

ଦାଉଦ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ

18 ତା'ପରେ ରାଜା ଦାଉଦ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ବସିଲେ ଏବଂ କହିଲେ,

ସଦାପ୍ରଭୁ ମୋର ପ୍ରଭୁ, “କାହିଁକି ମୁଁ ତୁମ୍ଭ ପକ୍ଷରେ ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋର ପରିବାର ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋତେ ଏତେ ଗୁରୁତ୍ୱପୂର୍ଣ୍ଣ କରିଛ? 19 ସଦାପ୍ରଭୁ ମୋର ମୁନିବ, କେବଳ ମୁଁ ଜଣେ ତୁମ୍ଭର ସେବକ। ତଥାପି ତୁମ୍ଭେ ମୋର ଭବିଷ୍ୟଦ୍ ବଂଶଧର ପ୍ରତି ଏହି ସହାନୁଭୁତି ବାକ୍ୟ କହିଲ। ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କୁହ ନାହିଁ, କୁହ କି? 20 ଏଣୁ ଦାଉଦ ତୁମ୍ଭକୁ ଆଉ କ’ଣ କହିପାରେ? କାରଣ ହେ ପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁ ଅଛ। 21 ତୁମ୍ଭେ ତୁମ୍ଭର ସେବକ ପାଇଁ ଏହିସବୁ ମହାନ କାର୍ଯ୍ୟ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷୟ ଜାଣିବା ନିମନ୍ତେ ମୋତେ ନିର୍ଦ୍ଧାରଣ କରିଅଛ। 22 ହେ! ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭପରି ଅନ୍ୟ କେହି ନୁହେଁ। ତୁମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର କେହି ନୁହନ୍ତି। ଆମ୍ଭେ ତାହା ଜାଣୁ, ଯେହେତୁ ଆମ୍ଭେମାନେ ତୁମ୍ଭର କାର୍ଯ୍ୟକଳାପ ବିଷୟରେ ଶୁଣିଅଛୁ।

23 “ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ପରି ଆଉ କୌଣସି ଦେଶ ନାହିଁ। ସେମାନେ ଗୋଟିଏ ବିଶେଷ ଲୋକ ଅଟନ୍ତି। ସଦାପ୍ରଭୁ ସେମାନଙ୍କୁ ମିଶରର ଦାସତ୍ୱରୁ ମୁକ୍ତ କରିଅଛନ୍ତି, ତାଙ୍କର ଲୋକ କରିବା ପାଇଁ ଏବଂ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଆଶ୍ଚର୍ଯ୍ୟ କର୍ମ କରନ୍ତି। 24 ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ।

25 “ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର। 26 ତା'ହେଲେ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହେବ। ଲୋକମାନେ କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲରେ ଶାସନ କରନ୍ତି। ଏବଂ ତୁମ୍ଭର ସେବକ ଦାଉଦର ବଂଶଧର ତୁମ୍ଭର ସେବା କରିବାରେ ଶକ୍ତିଶାଳୀ ହୁଅନ୍ତୁ।’

27 “ତୁମ୍ଭ ସକାଶେ, ସର୍ବଶକ୍ତିମାନ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଏହା ମୋତେ ପ୍ରକାଶ କରିଛନ୍ତି। ତୁମ୍ଭେ କହିଲ, ‘ମୁଁ ତୁମ୍ଭର ପରିବାରକୁ ମହାନ କରିବି।’ ସେଥିପାଇଁ ମୁଁ ତୁମ୍ଭର ସେବକ, ଏହି ପ୍ରାର୍ଥନା କରିବାକୁ ତୁମ୍ଭକୁ ପ୍ରାର୍ଥନା କରୁଅଛି। 28 ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ହେଉଛ ପରମେଶ୍ୱର ଓ ଆପଣଙ୍କର ବାକ୍ୟ ସତ୍ୟ। ପୁଣି ନିଜେ ଆପଣ ନିଜର ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ। 29 ବର୍ତ୍ତମାନ, ମୋର ପରିବାରକୁ ଆଶୀର୍ବାଦ କର। ପରମେଶ୍ୱର, ସେମାନେ ତୁମ୍ଭର ଚିରଦିନ ସେବା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ଛିଡ଼ା ହେବା ପାଇଁ ସୁଯୋଗ ଦିଅନ୍ତୁ। ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ଏହିସବୁ କହିଅଛ। ତୁମ୍ଭେ ମୋର ପରିବାରକୁ ଆଶୀର୍ବାଦ କଲ, ତାହା ଚିରଦିନ ପାଇଁ ରହୁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center