Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 16-18

ଦାଉଦଙ୍କ ସହିତ ସୀବଃଙ୍କ ସାକ୍ଷାତ

16 ଦାଉଦ ପର୍ବତ ଶୃଙ୍ଗ ପାର ହୋଇ କିଛି ବାଟ ଗଲାପରେ ମଫୀବୋଶତର ଦାସ ସୀବଃ ସଜ୍ଜିତ ଦୁଇଟି ଗଧ ସଙ୍ଗରେ ଯାଉଥିବାର ଦେଖିଲେ। ସେ ଗଧମାନଙ୍କ ଉପରେ 200 ରୋଟୀ ଏବଂ 100 ପେଣ୍ତା ଦ୍ରାକ୍ଷାଫଳ ଏବଂ 100 ଗ୍ରୀଷ୍ମକାଳୀନ ଫଳ ଏବଂ ଏକ କୁମ୍ଫା ଦ୍ରାକ୍ଷାରସ ଥିଲା। ରାଜା ଦାଉଦ ସୀବଃକୁ ପଗ୍ଭରିଲେ, “ଏଗୁଡ଼ିକ କାହା ପାଇଁ?”

ସୀବଃ ଉତ୍ତର ଦେଲା, “ଏହି ଗଧଗୁଡ଼ିକ ତୁମ୍ଭର ଲୋକମାନେ ଚଢ଼ିବା ପାଇଁ ଏବଂ ରୋଟୀ ଓ ଗ୍ରୀଷ୍ମକାଳୀନ ଫଳଗୁଡ଼ିକ ଯୁବକମାନଙ୍କର ଖାଇବା ପାଇଁ, ଦ୍ରାକ୍ଷାରସ ତୁମ୍ଭମାନଙ୍କ ସହିତ ମରୁଭୂମିକୁ ନେବା ପାଇଁ ଯେଉଁମାନେ ମୂର୍ଛା ହୋଇ ଯାଆନ୍ତି।”

ରାଜା ଦାଉଦ ପଗ୍ଭରିଲେ, “ତୁମ୍ଭ ମୁନିବର ପୁତ୍ର କାହିଁ।”

ସୀବଃ ରାଜାଙ୍କୁ କହିଲା, “ସେ ଯିରୁଶାଲମରେ ଅଛନ୍ତି। କାରଣ ସେ କହିଲେ, ‘ଇସ୍ରାଏଲ ପରିବାର ଆଜି ମୋର ଅଜାଙ୍କ ରାଜ୍ୟକୁ ଫେରି ଆସିବ।’”

ତା'ପରେ ରାଜା ସୀବଃକୁ କହିଲେ, “ସେହି କାରଣରୁ, ବର୍ତ୍ତମାନ ମୁଁ ତୁମ୍ଭକୁ ମଫୀବୋଶତର ସର୍ବସ୍ୱ ଦେଉଛି।”

ସୀବଃ କହିଲା, “ମୁଁ ଆପଣଙ୍କୁ ପ୍ରଣାମ କରୁଅଛି ହେ ପ୍ରଭୁ ମହାରାଜ, ଆପଣଙ୍କୁ ଖୁସୀ କରିବା ପାଇଁ ମୁଁ ସର୍ବଦା ଆଶା କରୁଛି।”

ଦାଉଦଙ୍କୁ ଶିମିୟିର ଅଭିଶାପ

ଦାଉଦ ବହୁରୀମକୁ ଗଲେ, ସେଠାରେ ଦେଖିଲେ ଶାଉଲ ବଂଶର ଏକ ବ୍ୟକ୍ତି ସେଠାରୁ ବାହାରି ଆସିଲା, ତା'ର ନାମ ଥିଲା ଶିମିୟି। ସେ ଥିଲା ଗେରାର ପୁତ୍ର, ସେ ବାହାରି ଆସିବା ସମୟରେ ଦାଉଦଙ୍କୁ ଗାଳି ଦେଉଥିଲା। ଏବଂ ଦାଉଦଙ୍କ ବିଷୟରେ ଗାଳି କରି କରି ବାହାରୁ ଥିଲା।

ଶିମିୟି ଗାଳି ଦେଉ ଦେଉ ଦାଉଦ ଓ ତାଙ୍କର ସୈନ୍ୟମାନଙ୍କ ଉପରକୁ ପଥର ଫିଙ୍ଗୁ ଥିଲା। କିନ୍ତୁ ଦାଉଦଙ୍କର ସୈନ୍ୟଦଳ ଓ ଲୋକମାନେ ଦାଉଦଙ୍କୁ ଘେରି କରି ରହିଥିଲେ। ଶିମିୟି ଦାଉଦଙ୍କୁ ଅଭିଶାପ ଦେଉଥିଲା ଏବଂ କହିଲା, “ଆରେ ହତ୍ୟାକାରୀ ଏବଂ ମନ୍ଦ ଲୋକ ଏଠାରୁ ଦୂର ହୁଅ। ସଦାପ୍ରଭୁ ତୁମ୍ଭଙ୍କୁ ଦଣ୍ତ ଦେଉଛନ୍ତି, କାରଣ ତୁମ୍ଭେ ଶାଉଲଙ୍କର ପରିବାରର ଲୋକମାନଙ୍କୁ ହତ୍ୟା କଲ ଏବଂ ଶାଉଲଙ୍କର ରାଜପଦ ଗ୍ଭେରାଇ ନେଲ। କିନ୍ତୁ ବର୍ତ୍ତମାନ ଠିକ୍ ସେହି ମନ୍ଦ କର୍ମ ତୁମ୍ଭ ପାଇଁ ଘଟିବାକୁ ଯାଉଛି। ସଦାପ୍ରଭୁ ସେହି ରାଜ୍ୟକୁ ତୁମ୍ଭ ପୁଅ ଅବଶାଲୋମକୁ ହସ୍ତାନ୍ତର କରିଅଛନ୍ତି। କାରଣ ତୁମ୍ଭେ ଜଣେ ରକ୍ତପିପାସୁ ମଣିଷ।”

ସରୁୟାର ପୁତ୍ର ଅବିଶୟ ରାଜାଙ୍କୁ କହିଲା, “ଏ ମଲା କୁକୁରଟା କାହିଁକି ମୋ’ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦିଅନ୍ତୁ ମୁଁ ପାର ହୋଇ ତା'ର ମୁଣ୍ଡ କାଟି ଆଣିବି।”

10 କିନ୍ତୁ ରାଜା କହିଲେ, “ସରୁୟାର ପୁତ୍ରମାନେ, କାହିଁକି ତୁମ୍ଭେମାନେ ମୋ’ ବିଷୟରେ ଅନ୍ୟଥା ଚର୍ଚ୍ଚା କରୁଛ? ଶିମିୟି ମୋତେ ଅଭିଶାପ ଦେଉଛି, କିନ୍ତୁ ସଦାପ୍ରଭୁ ତାକୁ କହିଛନ୍ତି, ମୋତେ ଅଭିଶାପ ଦେବା ପାଇଁ। ଏବଂ କିଏ ସଦାପ୍ରଭୁଙ୍କୁ ପ୍ରଶ୍ନ କରି ପାରିବ, ଜିନିଷଗୁଡ଼ିକ ବିଷୟରେ ସେ କରନ୍ତି?” 11 ଦାଉଦ ଅବିଶୟକୁ ଓ ନିଜର ଦାସମାନଙ୍କୁ କହିଲେ, “ଦେଖ, ମୋର ନିଜ ପୁତ୍ର ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛି। ବର୍ତ୍ତମାନ ବିନ୍ୟାମୀନ ଗୋଷ୍ଠୀବର୍ଗର ଏହି ଲୋକ ମୋତେ ମାରିବାକୁ ଚେଷ୍ଟା କରିବା ପାଇଁ ଅଧିକ ଅଧିକାର ଅଛି। ତାକୁ ଏକା ଛାଡ଼ିଦିଅ। ତାକୁ ଅଭିଶାପ ଦେବାକୁ ଦିଅ। କାରଣ ସଦାପ୍ରଭୁ ତାକୁ ଅନୁମତି ଦେଇ ଅଛନ୍ତି। 12 ଏହା ହୋଇପାରେ ଯେ, ସଦାପ୍ରଭୁ ମୋ’ ପ୍ରତି ଅନ୍ୟାୟ ହେଉଥିବାର ଦେଖିବେ ଏବଂ ଶିମିୟିର ଅଭିଶାପ ବଦଳରେ ସେ ମୋତେ ଆଶୀର୍ବାଦ କରିବେ।”

13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ତାଙ୍କ ବାଟରେ ଗଲେ। କିନ୍ତୁ ଶିମିୟି ତାଙ୍କୁ ପର୍ବତର ଅନ୍ୟ ପାଖର ରାସ୍ତାରେ ଅନୁସରଣ କରୁଥିଲା ଓ ଅଭିଶାପ ଦେଉଥିଲା। ଏବଂ ସେ ତାଙ୍କୁ ପଥର ଫିଙ୍ଗୁଥାଏ ଓ ଧୂଳି ପକାଉ ଥାଏ।

14 ରାଜା ଦାଉଦ ଓ ତାଙ୍କର ଲୋକମାନେ ଆସି ଯର୍ଦ୍ଦନ ନଦୀ କୂଳରେ ପହଞ୍ଚିଲେ। ରାଜା ଏବଂ ତାଙ୍କର ଲୋକମାନେ କ୍ଳାନ୍ତ ହୋଇଯାଇ ଥିଲେ। ତେଣୁ ସେମାନେ ସେଠାରେ ବିଶ୍ରାମ ନେଲେ ଓ କ୍ଳାନ୍ତ ମେଣ୍ଟାଇଲେ।

15 ଅବଶାଲୋମ, ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଯିରୁଶାଲମକୁ ଫେରି ଆସିଲେ। 16 ଦାଉଦଙ୍କର ସାଙ୍ଗ ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ ହୂଶୟ ଅବଶାଲୋମକୁ କହିଲା, “ମହାରାଜ ଚିରଜୀବୀ ହୁଅନ୍ତୁ, ମହାରାଜ ଚିରଜୀବୀ ହୁଅନ୍ତୁ।”

17 ଅବଶାଲୋମ ହୂଶୟକୁ କହିଲେ, “ତୁମ୍ଭେ ସାଙ୍ଗ ପ୍ରତି କାହିଁକି ବିଶ୍ୱସ୍ତ ନୁହଁ, ତୁମ୍ଭେ କାହିଁକି ନିଜର ସାଙ୍ଗ ସହିତ ଗଲ ନାହିଁ?”

18 ହୂଶୟ ଅବଶାଲୋମକୁ କହିଲା, “ସଦାପ୍ରଭୁ ଓ ଏହି ସମୁଦାୟ ଇସ୍ରାଏଲର ଲୋକମାନେ ତୁମ୍ଭକୁ ମନୋନୀତ କଲେ, ତେଣୁ ମୁଁ ତୁମ୍ଭର ସମର୍ଥନ କରିବି ଏବଂ ତୁମ୍ଭ ସହିତ ମୁଁ ରହିବି। 19 ମୁଁ କାହାର ସେବା କରିବି, ଅତୀତରେ ମୁଁ ତୁମ୍ଭର ପିତାଙ୍କର ସେବା କରିଛି। ତେଣୁ ମୁଁ ବର୍ତ୍ତମାନ ତୁମ୍ଭର ସେବା କରିବି।”

ଅବଶାଲୋମ ଅହୀଥୋଫଲଙ୍କୁ ପରାମର୍ଶ ପାଇଁ ପଗ୍ଭରିଲେ

20 ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ମନ୍ତ୍ରଣା ଦିଅ।”

21 ଅହୀଥୋଫଲ ଅବଶାଲୋମକୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ିଯାଇ ଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କରିବାକୁ ଯାଅ। ଏହା ସମୁଦାୟ ଇସ୍ରାଏଲୀୟମାନେ ଶୁଣିବେ। ସେମାନେ ହୃ‌ଦ୍‌ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭକୁ ଘୃଣା କରନ୍ତି। ତାହାହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦେବା ପାଇଁ ଅଧିକ ଉତ୍ସାହିତ ହେବେ।”

22 ଏହା ପରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ଲଗାଇଲେ, ତା'ପରେ ଅବଶାଲୋମ ନିଜ ପିତାର ଉପପତ୍ନୀମାନଙ୍କ ସହିତ ସହବାସ କଲା। ସମସ୍ତ ଇସ୍ରାଏଲୀୟମାନେ ଏହା ଦେଖିଲେ। 23 ସେ ସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ବୋଲି ବିବେଚନା କରାଯାଏ। ଦାଉଦ ଓ ଅବଶାଲୋମ ଉଭୟ ଏହାକୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କଲେ।

ଦାଉଦଙ୍କ ବିଷୟରେ ଅହୀଥୋଫଲଙ୍କ ପରାମର୍ଶ

17 ଅହୀଥୋଫଲ ଅବଶାଲୋମକୁ କହିଲା, “ମୁଁ 12,000 ଲୋକ ବାଛିବି ଓ ଆଜି ରାତିରେ ଦାଉଦଙ୍କର ପଛେ ଯାଅ। ସେ କ୍ଳାନ୍ତ ଓ ଦୁର୍ବଳ ଥିବା ବେଳେ ମୁଁ ତାହାକୁ ଆକ୍ରମଣ କରି ଭୟ ଦେଖାଇବି, ତହିଁରେ ସମସ୍ତ ଲୋକମାନେ ପଳାୟନ କରିବେ। ମୁଁ କେବଳ ରାଜାଙ୍କୁ ହତ୍ୟା କରିବି। ତା'ପରେ ମୁଁ ସମସ୍ତ ଲୋକଙ୍କୁ ଫେରାଇ ଆଣିବି। ଯଦି ଦାଉଦ ମରିଯାଏ, ତେବେ ମୁଁ ସମସ୍ତ ଲୋକଙ୍କୁ ଶାନ୍ତିରେ ଫେରାଇ ଆଣିବି।”

ଏ କଥା ଅବଶାଲୋମ ଓ ତାଙ୍କର ସମସ୍ତ ଇସ୍ରାଏଲର ନେତୃବର୍ଗମାନଙ୍କର ମନକୁ ପାଇଲା। କିନ୍ତୁ ଅବଶାଲୋମ କହିଲେ, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କ’ଣ କହୁଅଛି ଶୁଣିବା।”

ହୂଶୟ ଅହୀଥୋଫଲଙ୍କର ପରାମର୍ଶକୁ ନଷ୍ଟ କଲେ

ତେଣୁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ ଅବଶାଲୋମ ତାଙ୍କୁ କହିଲା, “ଅହୀଥୋଫଲ ଏପରି କହୁଅଛି, ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା ତେବେ ତୁମ୍ଭେ କୁହ।”

ହୂଶୟ ଅବଶାଲୋମକୁ କହିଲା, “ଅହୀଥୋଫଲଙ୍କ ଦ୍ୱାରା ଦିଆଯାଇଥିବା ମନ୍ତ୍ରଣା ଏହି ସମୟ ପାଇଁ ଭଲ ନୁହେଁ।” ହୂଶୟ ପୁଣି କହିଲା, “ଆପଣ ନିଜର ବାପାଙ୍କୁ ଓ ତାଙ୍କର ଲୋକମାନଙ୍କୁ ଜାଣନ୍ତି, ସେମାନେ ବୀର ଓ କ୍ଷେତ୍ରରେ ଛୁଆ ହରା ବନ୍ୟ ଭଲ୍ଲୁକପରି। ପୁଣି ଆପଣଙ୍କର ବାପା ଯୋଦ୍ଧା ଓ ସେ ରାତିସାରା ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ। ଦେଖନ୍ତୁ, ସେ ଏବେ କୌଣସି ଗୁମ୍ଫାରେ, ରାସ୍ତାରେ କି ଅନ୍ୟ କୌଣସି ସ୍ଥାନରେ ଲୁଚୁଛନ୍ତି। ଯଦି ତୁମ୍ଭର ପିତା ଲୋକମାନଙ୍କୁ ପ୍ରଥମେ ଆକ୍ରମଣ କରନ୍ତି, ଲୋକମାନେ ଏ ଖବର ଶୁଣିବେ, ସେମାନେ ଭାବିବେ, ‘ଅବଶାଲୋମର ଅନୁସରଣକାରୀମାନେ ହତାଶ ହେଉଛନ୍ତି।’ 10 ତା'ପରେ ଯଦିଓ ସାହସୀ ଲୋକମାନଙ୍କ ପରି ଯେଉଁମାନେ ଗୋଟିଏ ସିଂହ ପରି ସାହସୀ ଅଟନ୍ତି, ଭୟଭୀତ ହେବେ। କାରଣ ସମସ୍ତ ଇସ୍ରାଏଲୀୟଗଣ ଜାଣନ୍ତି ଯେ, ତୁମ୍ଭର ପିତା ଗୋଟିଏ ସାହସୀ ଯୋଦ୍ଧା ଏବଂ ତାଙ୍କର ଲୋକମାନେ ମଧ୍ୟ ବଳଶାଳୀ ଅଟନ୍ତି।

11 “ମାତ୍ର ମୋର ମନ୍ତ୍ରଣା ଏହି ଯେ, ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲୀୟମାନେ ସମୁଦ୍ର ଓ ତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହୁଅନ୍ତୁ। ଆପଣ ସ୍ୱୟଂ ଯୁଦ୍ଧକୁ ଯାଆନ୍ତୁ। 12 ସେଥିପାଇଁ ସେମାନେ ଯେଉଁଠାରେ ଲୁଚନ୍ତୁ ନା, ଆମ୍ଭେମାନେ ସେଠାରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବାପରି ତାଙ୍କ ଉପରେ ପଡ଼ିବୁ। ଏବଂ ଆମ୍ଭେମାନେ ଦାଉଦ ଓ ତାଙ୍କର ଲୋକମାନଙ୍କୁ ହତ୍ୟା କରିବୁ ଜଣକୁ ବି ଜୀବନ୍ତ ଛାଡ଼ିବୁ ନାହିଁ। 13 ଆହୁରି ଯେବେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲୀୟମାନେ ସେହି ନଗରକୁ ଦଉଡ଼ି ନେଇ ପଳାୟନ କରିବେ ଓ ଆମ୍ଭେମାନେ ନଗରର ପ୍ରାଚୀରକୁ ଭାଙ୍ଗି ଦେବୁ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ଉପତ୍ୟକାକୁ ଟାଣିଦେବୁ।”

14 ଅବଶାଲୋମ ଓ ସମସ୍ତ ଇସ୍ରାଏଲୀୟ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ ଥିଲା।” ସେମାନେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକାରେ ଅବଶାଲୋମକୁ ଦଣ୍ତ ଦେବା ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।

ଦାଉଦଙ୍କୁ ହୂଶୟଙ୍କର ଚେତାବନୀ

15 ହୂଶୟ ଏହିସବୁ ସାଦୋକ ଓ ଅବିୟାଥର ଯାଜକମାନଙ୍କୁ କହିଲା, ଅହୀଥୋଫଲ, ଅବଶାଲୋମକୁ ଓ ଇସ୍ରାଏଲର ନେତାମାନଙ୍କୁ ଏପରି ଭାବରେ ମନ୍ତ୍ରଣା ଦେଇଥିଲା। ମାତ୍ର ମୁଁ ଏପରି ମନ୍ତ୍ରଣା ଦେଲି। 16 “ତେଣୁ ଶୀଘ୍ର ଲୋକମାନଙ୍କୁ ଦାଉଦଙ୍କ ନିକଟକୁ ପଠାଅ ଏବଂ ତାଙ୍କୁ କୁହ। ସେହିଠାରେ ରାତ୍ରି କଟାଅ ନାହିଁ, ଯେଉଁଠାରେ ଲୋକମାନେ ମରୁଭୂମି ଭିତରକୁ ପାର ହୋଇଥିଲେ। ଏକାଥରେ ଯର୍ଦ୍ଦନ ନଦୀ ପାର ହୋଇ ଗ୍ଭଲିଯାଅ। ନୋହିଲେ ମହାରାଜ ଓ ତାଙ୍କ ସାଙ୍ଗ ଲୋକମାନେ ସମସ୍ତେ ସଂହାରିତ ହେବେ।”

17 ଯାଜକର ପୁତ୍ର ଯୋନାଥନ ଓ ଅହୀମାସ୍ ଐ‌ନ୍‌ରୋଗେଲରେ ଅପେକ୍ଷା କରୁଥିଲେ, ଯେହେତୁ ସେମାନେ ନଗର ଭିତରକୁ ଯିବାକୁ ଗ୍ଭହିଁଲେ ନାହିଁ। ତେଣୁ ଜଣେ ଦାସୀ ନଗରରୁ ବାହାରି ଆସିଲା ଏବଂ ଖବର ଦେଉଥିଲା। ତା'ପରେ ସେମାନେ ଗଲେ ଓ ରାଜା ଦାଉଦଙ୍କୁ କହିଲେ।

18 ମାତ୍ର ଏକ ପିଲା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା। ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତା'ର ପ୍ରାଙ୍ଗଣରେ ଏକ କୂଅ ଥିବାରୁ ସେମାନେ ସେଠାରେ ଲୁଚି ଗଲେ। 19 ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣି ନେଇ କୂଅ ମୁହଁରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲେ। ଏଣୁ କିଛି ଜଣା ପଡ଼ିଲା ନାହିଁ। 20 ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଗ୍ଭରିଲେ, “ଅହୀମାସ ଓ ଯୋନାଥନ କାହାନ୍ତି?”

ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।”

ତହିଁରେ ସେମାନେ ଖୋଜି ନ ପାଇବାରୁ ଯିରୁଶାଲମକୁ ଫେରିଗଲେ।

21 ଏଣୁ ସେମାନେ ଗଲାପରେ ସେ ଦୁଇ ଜଣ କୂଅ ମଧ୍ୟରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ। ସେମାନେ ଦାଉଦଙ୍କୁ କହିଲେ, “ଆପଣମାନେ ଏଠାରୁ ଶୀଘ୍ର ନଦୀ ପାର ହୋଇ ଗ୍ଭଲି ଯାଆନ୍ତୁ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିପରି ଭାବରେ ମନ୍ତ୍ରଣା ଦେଇଛନ୍ତି।”

22 ଏହା ପରେ ଦାଉଦ ଓ ତାଙ୍କର ସମସ୍ତ ସାଙ୍ଗଲୋକ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା। ଏହିପରି କେହି ହେଲେ ରହିଲେ ନାହିଁ।

ଅହୀଥୋଫଲଙ୍କର ଆତ୍ମହତ୍ୟା

23 ଏହା ପରେ ଅହୀଥୋଫଲ ଯେତେବେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନୁସାରେ ଗଲା ନାହିଁ, ସେ ତାଙ୍କ ଗଧ ଉପରେ ଚଢ଼ି ତାଙ୍କର ନିଜ ନଗରକୁ ଫେରିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହୋଇ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବରରେ କବର ପାଇଲା।

ଅବଶାଲୋମ ଯର୍ଦ୍ଦନ ନଦୀ ପାର ହେଲେ

24 ଏହା ପରେ ଦାଉଦ ମହନୟିମକୁ ଆସିଲେ। ଅବଶାଲୋମ ଓ ତା'ର ସମର୍ଥନକାରୀ ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀ ପାର ହେଲେ। 25 ଅବଶାଲୋମ ଯୋୟାବଙ୍କୁ ସ୍ଥାନାନ୍ତର କରି ଅମାସାଙ୍କୁ ସୈନ୍ୟଦଳର ମୂଖ୍ୟ ଭାବରେ ନିଯୁକ୍ତି କଲେ। ଏହି ଅମାସା ଇସ୍ମାଏଲୀୟ[a] ଯେଥରଙ୍କର ପୁତ୍ର ଥିଲେ। ଅମାସାର ମା’ ଥିଲେ ଅବୀଗଲ, ଯିଏ କି ସରୁୟାଙ୍କର ଭଉଣୀ ନାହଶଙ୍କର କନ୍ୟା ଥିଲେ। ଯିଏ କି ଯୋୟାବଙ୍କର ମା’ ଥିଲେ। 26 ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲିୟଦ ଦେଶରେ ଛାଉଣି ସ୍ଥାପନ କଲେ।

ଶୋବି, ମାଖୀର ଓ ବର୍ସିଲ୍ଲୟ

27 ଯେତେବେଳେ ଦାଉଦ ମହନୟିମରେ ପହଞ୍ଚିଲେ, ସେ ସେଠାରେ ଶୋବି, ମାଖୀର ଏବଂ ବର୍ସିଲ୍ଲୟଙ୍କୁ ଭେଟିଲେ। ଶୋବି ରବ୍ବାରୁ ଅମ୍ମୋନୀୟ ନାହଶଙ୍କର ପୁତ୍ର ଥିଲେ। ମାଖୀର ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ଥିଲେ। ବର୍ସିଲ୍ଲୟ ରୋଗଲୀମନିବାସୀ ଗିଲିୟଦୀୟ ଥିଲେ। 28 ଅମ୍ମୋନୀୟମାନେ ବିଛଣା, ମାଠିଆ, ଅନ୍ୟାନ୍ୟ ପାତ୍ରସବୁ ଖାଦ୍ୟ ପାଇଁ ଗହମ, ଯବ, ମଇଦା, ଭଜାଶସ୍ୟ, ଶିମ, ମସୁର ଏବଂ ଭଜା ବିରି। 29 ସେମାନେ ମଧ୍ୟ ମହୁ, ଦହୀ, ମେଷ ଏବଂ ଲହୁଣୀ ଆଣିଲେ। ସେମାନେ ଏହିସବୁ ସାମଗ୍ରୀଗୁଡ଼ିକ ଦାଉଦ ଓ ତାଙ୍କର ଲୋକମାନଙ୍କ ଆଗରେ ଉତ୍ସର୍ଗ କଲେ। କାରଣ ସେମାନେ କହିଲେ, “ଲୋକମାନେ ମରୁଭୂମିରେ ନିଶ୍ଚିତ କ୍ଷୁଧାର୍ତ୍ତ, କ୍ଳାନ୍ତ ଓ ତୃଷାର୍ତ୍ତ ହୋଇଥିବେ।”

ଦାଉଦ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ

18 ଦାଉଦ ଲୋକମାନଙ୍କୁ ଗଣି 1,000 ଜଣରେ ଜଣେ ଓ ପ୍ରତି 100 ଜଣରେ ଜଣେ ଲେଖାଏ ମୁଖିଆଙ୍କୁ ନିଯୁକ୍ତ କଲେ। ଦାଉଦ ତାଙ୍କର ଲୋକମାନଙ୍କୁ ମୋଟ ତିନି ଭାଗରେ ବିଭକ୍ତ କଲେ। ଯୋୟାବ ଦାଉଦଙ୍କର ଏକ ତୃତୀୟାଂଶ ଲୋକମାନଙ୍କ ଉପରେ ନିଯୁକ୍ତି ହେଲେ। ଅନ୍ୟ ଏକ ତୃତୀୟାଂଶ ଯୋୟାବର ଭାଇ ସରୁୟାର ପୁତ୍ର ଅବୀଶୟର ଆଦେଶର ଅଧୀନରେ ରହିଲା ଏବଂ ଅବଶିଷ୍ଟ ଏକ ତୃତୀୟାଂଶ ଗାଥ୍‌ର ଇତ୍ତୟ ଆଦେଶର ଅଧୀନରେ ଥିଲେ।

ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କ ସହିତ ଯୁଦ୍ଧକୁ ଯିବି।”

ଲୋକମାନେ କହିଲେ, “ଆପଣ ଆମ୍ଭ ସହିତ ନିଶ୍ଚୟ ଯିବେ ନାହିଁ। କାରଣ ଆମ୍ଭେମାନେ ପଳାଇଲେ ଅବଶାଲୋମର ଲୋକମାନେ ଆମ୍ଭମାନଙ୍କ ପାଇଁ ଖାତିରି କରିବେ ନାହିଁ। ଆମ୍ଭମାନଙ୍କରୁ ଅର୍ଦ୍ଧେକ ମୃତ୍ୟୁବରଣ କଲେ ହେଁ, ସେମାନେ ଆମ୍ଭମାନଙ୍କ ପାଇଁ ଚିନ୍ତା କରିବେ ନାହିଁ। ମାତ୍ର ଆପଣ ଆମ୍ଭମାନଙ୍କର 10,000 ସହିତ ସମାନ। ତେଣୁ ଏହା ଉତ୍ତମ ଯେ, ଆପଣ ଏହି ନଗରରେ ସାହାଯ୍ୟ ପାଇଁ ରୁହନ୍ତୁ।”

ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଉତ୍ତମ ବିଗ୍ଭର କର ମୁଁ ତାହା କରିବି।”

ଏହା ପରେ ସେ ନଗର ଫାଟକ ପାର୍ଶ୍ୱରେ ଛିଡ଼ା ହେଲେ ଓ ହଜାର ଲୋକ ଦଳ ଦଳ ହୋଇ ବାହାରି ଆସିଲେ।

ରାଜା ଯୋୟାବ ଅବୀଶୟ ଓ ଇତ୍ତୟକୁ ଆଦେଶ ଦେଇ କହିଲେ, “ମୋ’ ପାଇଁ ଅବଶାଲୋମ ପ୍ରତି ଭଦ୍ର ବ୍ୟବହାର କର।” ଯେତେବେଳେ ରାଜା ଏହି ଆଦେଶ ସମସ୍ତ ଅଧିପତିମାନଙ୍କୁ ଦେଲେ, ସମସ୍ତ ଲୋକ ଏ କଥା ଶୁଣି ପାରିଲେ।

ଦାଉଦଙ୍କର ସେନା ଅବଶାଲୋମଙ୍କର ସେନାକୁ ପରାଜିତ କଲେ

ଏହିପରି ଦାଉଦଙ୍କର ଲୋକମାନେ ଇସ୍ରାଏଲୀୟ ବିରୁଦ୍ଧରେ ଯୁଦ୍ଧ କ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ବଣରେ ଯୁଦ୍ଧ ହେଲା। ସେଠାରେ ଇସ୍ରାଏଲୀୟ ଲୋକମାନେ ଦାଉଦଙ୍କ ସୈନ୍ୟମାନଙ୍କ ଆଗରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ବହୁତ କ୍ଷତି ହେଲା ଏବଂ 20,000 ଲୋକ ସେଠାରେ ମୃତ୍ୟୁବରଣ କଲେ। ଦେଶଯାକ ଯୁଦ୍ଧ ବ୍ୟାପିଗଲା। ପୁଣି ସେଦିନ ‌‌ଖ‌ଡ଼୍‌ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକ ଗ୍ରାସ କଲା।

ଅବଶାଲୋମ ଦାଉଦଙ୍କର ଅଧିକାରୀମାନଙ୍କ ସହିତ ଦେଖା ହେଲା। ସେ ସମୟରେ ଅବଶାଲୋମ ଖଚର ଉପରେ ଚଢ଼ି ଥିଲା। ସେ ଯେତେବେଳେ ଖଚରରେ ଆରୋହଣ କରୁଥିଲା, ସେ ଖସିଯିବା ପାଇଁ ଗ୍ଭହୁଁଥିଲା ସେହି ସମୟରେ ଏକ ବିରାଟ ଅଲୋ‌ନ୍‌ବୃକ୍ଷରେ ତା'ର ମୁଣ୍ଡ ଧ‌କ୍‌କା ହେଲା ଏବଂ ବାଳଗୁଡ଼ାକ ଗଛ ଡାଳରେ ଲାଗି ଭୂମିର ଉପରେ ଝୁଲି ରହିଲା। ଯେତେବେଳେ ଖଚରଟି ସେହି ବାଟେ ଦୌଡ଼ିଥିଲା।

10 ସେହି ସମୟରେ ଜଣେ ଲୋକ ତାହା ଦେଖି ଯୋୟାବକୁ ଜଣାଇ ଦେଲା, “ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗା ହୋଇଥିବାର ଦେଖିଲି।”

11 ଯୋୟାବ ସେ ଲୋକକୁ କହିଲେ, “ଦେଖ, ତୁମ୍ଭେ ଏସବୁ ଦେଖିଲ ମାତ୍ର ତୁମ୍ଭେ କାହିଁକି ତାକୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ ମୁଁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।”

12 ସେ ଲୋକଟି ଯୋୟାବକୁ କହିଲା, “ମୁଁ ସେ ରାଜପୁତ୍ରକୁ ମାରି ପାରି ନ ଥା’ନ୍ତି, ମୋତେ ଆପଣ ଯେତେ ଧନ ଦେଲେବି। ବା 1,000 ଖଣ୍ତ ରୂପା ଦେଲେ ମଧ୍ୟ ଏକାର୍ଯ୍ୟ ଅସମ୍ଭବ। କାରଣ ଆମ୍ଭେମାନେ ରାଜାଙ୍କର ଆଦେଶ ତୁମ୍ଭ ପ୍ରତି, ଅବୀଶୟ ପ୍ରତି ଓ ଇତ୍ତୟ ପ୍ରତି ଶୁଣିଥିଲୁ। ରାଜାଙ୍କର ଆଦେଶ ଥିଲା, ‘ସାବଧାନ, ଅବଶାଲୋମକୁ ଆଘାତ କର ନାହିଁ।’ 13 ଯଦି ମୁଁ ଅବଶାଲୋମକୁ ହତ୍ୟା କରିଥା’ନ୍ତି, ରାଜା ଏ କଥା ଜାଣିଥା’ନ୍ତେ ଏବଂ ଆପଣ ମୋର ରକ୍ଷା କରିବାକୁ ଆସି ନ ଥା’ନ୍ତେ।”

14 ଯୋୟାବ କହିଲେ, “ମୁଁ ଏଠାରେ ତୁମ୍ଭ ସହିତ ସମୟ ନଷ୍ଟ କରି ପାରିବି ନାହିଁ।”

ଅବଶାଲୋମ ତଥାପି ଜୀବିତ ଅବସ୍ଥାରେ ଅଲୋ‌ନ୍‌ଗଛରେ ଝୁଲୁଥିଲା। ଯୋୟାବ ଏକ ତ୍ରିଶୁଳ ନେଇ ଅବଶାଲୋମର ଛାତିରେ ଆଘାତ କଲେ। 15 ଯୋୟାବଙ୍କର ଦଶ ଜଣ ଯୁବା ସୈନିକ ଥିଲେ। ଯେଉଁମାନେ ତାଙ୍କୁ ଯୁଦ୍ଧରେ ସାହାଯ୍ୟ କରୁଥିଲେ। ସେହି ସୈନିକମାନେ ଅବଶାଲୋମର ଚତୁର୍ପାର୍ଶ୍ୱରେ ଏକତ୍ରିତ ହୋଇ ତାକୁ ହତ୍ୟା କଲେ।

16 ଯୋୟାବ ତୂରୀ ବଜାଇ ଇସ୍ରାଏଲୀୟମାନଙ୍କ ପଛରେ ନ ଗୋଡ଼ାଇବା ପାଇଁ ନିର୍ଦ୍ଦେଶ ଦେଲେ। 17 ତା'ପରେ ଯୋୟାବର ଲୋକମାନେ ଅବଶାଲୋମର ମୃତ ଶରୀରକୁ ଆଣିଲେ। ଏବଂ ଜଙ୍ଗଲର ଏକ ଗର୍ତ୍ତରେ ଫିଙ୍ଗି ଦେଲେ। ଏବଂ ସେ ଗର୍ତ୍ତକୁ ପଥର ପକେଇ ପୋତି ଦେଲେ।

ଯେଉଁ ଇସ୍ରାଏଲୀୟମାନେ ଅବଶାଲୋମଙ୍କର ସାଙ୍ଗ ଦେଇଥିଲେ, ସେମାନେ ସେମାନଙ୍କର ଗୃହକୁ ପଳାୟନ କଲେ।

18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ଉପତ୍ୟକାରେ ଏକ ସ୍ତମ୍ଭ ନିର୍ମାଣ କରିଥିଲେ। ସେ କହିଲେ, “ମୋର ନାମକୁ ଜୀବିତ ରଖିବା ପାଇଁ ମୋର ପୁତ୍ର ନାହିଁ। ସେଥିପାଇଁ ସେ ତାଙ୍କର ସ୍ମୃତିଫଳକ ରଖିବା ପାଇଁ ସ୍ଥାପନ କଲେ ଓ ତାଙ୍କ ନିଜ ନାମ ରଖିଲେ।” ସେହି ନାମ ଅଦ୍ୟପି “ଅବଶାଲୋମର ସମାଧି ସ୍ତୁପ” ରହିଅଛି।

ଯୋୟାବଙ୍କର ସମ୍ବାଦ ଦାଉଦଙ୍କ ପାଖକୁ

19 ଏହା ପରେ ସାଦୋକର ପୁତ୍ର ଅହୀମାସ ଯୋୟାବଙ୍କୁ କହିଲେ, “ମୁଁ ଧାଇଁବି ଏବଂ ରାଜାଙ୍କୁ କହିବି ଯେ, ସଦାପ୍ରଭୁ ତାଙ୍କର ଶତ୍ରୁମାନଙ୍କୁ ଧ୍ୱଂସ କରିଛନ୍ତି।”

20 ଯୋୟାବ ଉତ୍ତରରେ ଅହୀମାସକୁ କହିଲେ, “ନାଁ, ତୁମ୍ଭେ ଏ ସମ୍ବାଦ ଦାଉଦଙ୍କ ପାଖକୁ ନେଇ ଯିବ ନାହିଁ। ତୁମ୍ଭେ ଏ ସମ୍ବାଦ ଅନ୍ୟ ସମୟରେ ନେଇଯିବ। କିନ୍ତୁ ଆଜି ନେବ ନାହିଁ। କାରଣ ରାଜାଙ୍କର ପୁତ୍ର ମରିଅଛି।”

21 ଏହା ପରେ ଯୋୟାବ କୂଶୀୟରୁ ଆସିଥିବା ଲୋକକୁ କହିଲେ, “ତୁମ୍ଭେ ଯାଅ, ଆଉ ଯାହା ଦେଖିଛ ତାହା ରାଜାଙ୍କୁ କୁହ।”

ତେଣୁ କୂଶୀୟ ତାଙ୍କୁ ପ୍ରଣାମ କରି ଦାଉଦଙ୍କ ନିକଟକୁ କହିବାକୁ ଦୌଡ଼ିଲା।

22 କିନ୍ତୁ ସାଦୋକର ପୁତ୍ର ଅହୀମାସ ପୁନର୍ବାର ଯୋୟାବକୁ ଅନୁରୋଧ କଲା, “ଯାହା ହେଉନା ପଛେ, ମୋତେ ମଧ୍ୟ ସେଇ କୂଶୀୟମାନଙ୍କ ପଛରେ ଦାଉଦଙ୍କ ଆଡ଼କୁ ଧାଇଁବାକୁ ଦିଅ।”

ଯୋୟାବ କହିଲେ, “ମୋ’ ପୁତ୍ର, ତୁମ୍ଭେ କାହିଁକି ଏ ଖବର ନେବାକୁ ଇଚ୍ଛା କର? ଏହା ପାଇଁ କୌଣସି ପୁରସ୍କାର ପାଇବ ନାହିଁ।”

23 ଅହୀମାସ ଉତ୍ତର ଦେଲା, “ଯାହା ହେଉନା କାହିଁକି ମୁଁ ଯିବି।”

ତହିଁରେ ଯୋୟାବ ତାକୁ କହିଲେ, “ଠିକ୍ ଅଛି, ତୁମ୍ଭେ ଦାଉଦଙ୍କ ନିକଟକୁ ଦୌଡ଼।”

ଏହା ପରେ ଅହୀମାସ ଯର୍ଦ୍ଦନ ଉପତ୍ୟକା ଦେଇ କୂଶୀୟକୁ ଅତିକ୍ରମ କରିଗଲା।

ଦାଉଦ ସମ୍ବାଦ ଶୁଣିଲେ

24 ଦାଉଦ ନଗରର ଦୁଇ ଫାଟକର ମଧ୍ୟରେ ବସିଥିଲେ। ତା'ପରେ ଜଣେ ପ୍ରହରୀ ଦ୍ୱାର ଛାତର କାନ୍ଥ ଉପରକୁ ଯାଇ ଦେଖିଲା ଜଣେ ଲୋକ ଦୌଡ଼ି ଦୌଡ଼ି ଆସୁଅଛି। 25 ପ୍ରହରୀଟି ରାଜା ଦାଉଦଙ୍କୁ କହିଲା,

ରାଜା ଦାଉଦ କହିଲେ, “ଯଦି ସେ ଲୋକଜଣକ ଏକା ଆସୁଅଛି ତେବେ ସେ ଖବର ନେଇ ଆସୁଅଛି।”

ଲୋକ ଜଣକ ସହରର ନିକଟରୁ ନିକଟତର ହେଲା। 26 ପ୍ରହରୀ ଆଉ ଜଣେ ଦୌଡ଼ି ଆସିବାର ଦେଖିଲା। ପ୍ରହରୀ ଜଣକ ଦ୍ୱାରପାଳକୁ ଡାକି କହିଲା, “ଦେଖ! ଆଉ ଜଣେ ଲୋକ ଦୌଡ଼ି ଆସୁଅଛି।”

ରାଜା କହିଲେ, “ସେ ମଧ୍ୟ ଖବର ଆଣୁଅଛି।”

27 ପ୍ରହରୀ ଜଣକ କହିଲା, “ମୁଁ ଭାବୁଛି ପ୍ରଥମ ଲୋକଟି ସାଦୋକର ପୁତ୍ର ଅହୀମାସ୍।”

ରାଜା କହିଲେ, “ଅହୀମାସ ଜଣେ ଉତ୍ତମ ଲୋକ। ସେ ନିଶ୍ଚିତ ଏକ ଭଲ ଖବର ନେଇ ଆସିଥିବ।”

28 ଅହୀମାସ ଉଚ୍ଚସ୍ୱରରେ କହିଲା, “ସବୁ ମଙ୍ଗଳ!” ଅହୀମାସ ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କଲା। ଅହୀମାସ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କର ପ୍ରଶଂସା କରନ୍ତୁ। ମୋର ସଦାପ୍ରଭୁ ସେହିମାନଙ୍କୁ ପରାସ୍ତ କରିଛନ୍ତି, ଯେଉଁମାନେ ରାଜାଙ୍କ ବିରୁଦ୍ଧରେ ଯାଉଥିଲେ।”

29 ରାଜା ପଗ୍ଭରିଲେ, “ଯୁବକ ଅବଶାଲୋମର ମଙ୍ଗଳ ତ?”

ଅହୀମାସ ଉତ୍ତର ଦେଲା, “ଯୋୟାବ ମୋତେ ଯେତେବେଳେ ପଠାଇଲେ, ମୁଁ ଦେଖିଲି ଏକ ମହା ଲୋକ ଗହଳି। କିନ୍ତୁ ଏହା କ’ଣ ଥିଲା ମୁଁ ଜାଣି ପାରିଲି ନାହିଁ।”

30 ତା'ପରେ ରାଜା କହିଲେ, “ଏଠାରୁ ପଳାଇ ଆସ ଓ କିଛି ସମୟ ଅପେକ୍ଷା କର।” ଅହୀମାସ ସେଠାରୁ ଯାଇ ଅନ୍ୟତ୍ର ଠିଆ ହୋଇ ଅପେକ୍ଷା କଲା।

31 ଠିକ୍ ତା'ପର ସମୟରେ କୂଶୀୟ ଆସି ପହଞ୍ଚିଲା। ସେ କହିଲା, “ମୋର ପ୍ରଭୁ ମହାରାଜାଙ୍କ ପାଇଁ ଏକ ସୁସମ୍ବାଦ ଅଛି। ଯେଉଁମାନେ ଆପଣଙ୍କର ବିରୁଦ୍ଧାଚରଣ କରୁଥିଲେ ସେମାନଙ୍କୁ ଆଜି ସଦାପ୍ରଭୁ ଦଣ୍ତିତ କରିଛନ୍ତି।”

32 ରାଜା କୂଶୀୟକୁ ପଗ୍ଭରିଲେ, “ଯୁବକ ଅବଶାଲୋମର ମଙ୍ଗଳ ତ?”

କୂଶୀୟ ଉତ୍ତର ଦେଲା, “ମୋର ପ୍ରଭୁ ମହାରାଜାଙ୍କର ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁ ଲୋକମାନେ ଆଗେଇ ଆସିଥିଲେ, ସମସ୍ତେ ସେହି ଯୁବକ ଅବଶାଲୋମ ପରି ହୁଅନ୍ତୁ।”

33 ଏହା ପରେ ରାଜା ଜାଣିଗଲେ ଯେ ଅବଶାଲୋମ ମୃତ। ରାଜା ଦୁଃଖରେ ଭାଙ୍ଗି ପଡ଼ିଲେ, ସେ ନଗର ଦ୍ୱାର ଉପରିସ୍ଥ କୋଠରୀକୁ ଯାଇ କ୍ରନ୍ଦନ କଲେ। ସେ କୋଠରୀରେ ଏପଟରୁ ସେପଟ କ୍ରନ୍ଦନ କରି କରି ବୁଲୁଥା’ନ୍ତି। ସେ କହୁଥିଲେ, “ହେ ମୋର ପୁତ୍ର ଅବଶାଲୋମ, ମୋର ପୁତ୍ର ଅବଶାଲୋମ, ମୁଁ ଆଶା କରୁଥିଲି ମୁଁ ତୁମ୍ଭ ବଦଳରେ ମରିଥା’ନ୍ତି କି! ହାୟ ମୋର ପୁତ୍ର ଅବଶାଲୋମ ମୋର ପୁତ୍ର, ଅବଶାଲୋମ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center