Beginning
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।
46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
2 ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
3 ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ। ସେଲା
4 ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
5 ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
ଏହା କେବେ ବି ଧ୍ୱଂସ ପାଇବ ନାହିଁ।
ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
6 ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା
8 ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
9 ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।
10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”
11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।
47 ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ।
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2 ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି।
ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜା ଅଟନ୍ତି।
3 ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାଯ୍ୟ କରନ୍ତି।
ସେ ସେହି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।
4 ପରମେଶ୍ୱର ଆମ୍ଭମାନଙ୍କୁ ଦେଶ ଦେବା ପାଇଁ ମନୋନୀତ କରିଛନ୍ତି।
ସେ ଯାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥିଲେ। ସେଲା
5 ସଦାପ୍ରଭୁ ଯେତେବେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି,
ସେତେବେଳେ ତୂରୀ ଓ ଜୟଜୟକାର ନାଦରେ ଗଗନ ପବନ ମୁଖରିତ ହୁଏ।
6 ପରମେଶ୍ୱରଙ୍କ ଗୁଣ କୀର୍ତ୍ତନ କର।
ତାଙ୍କର ପ୍ରଶଂସାରେ ଶତ ମୁଖର ହୋଇ ଉଠ।
ଆମ୍ଭର ରାଜାଙ୍କୁ ପ୍ରଶଂସା କର।
ତାଙ୍କର ମହିମା ଗାନ କର।
7 ପରମେଶ୍ୱର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା।
ତେଣୁ ତାଙ୍କର ମହିମା ଗାନ କର।
8 ପରମେଶ୍ୱର ତାଙ୍କର ପବିତ୍ର ସିଂହାସନରେ ବସନ୍ତି।
ପରମେଶ୍ୱର ସମସ୍ତ ରାଜ୍ୟମାନଙ୍କୁ ଶାସନ କରନ୍ତି।
9 ସେହି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି
ଓ ସେମାନେ ଅବ୍ରହାମର ପରମେଶ୍ୱରଙ୍କ ରାଜ୍ୟର ଲୋକମାନଙ୍କ ସହିତ ମିଶନ୍ତି।
ସେହିସବୁ ନେତାମାନେ ପରମେଶ୍ୱରଙ୍କ ଆଶ୍ରିତ।
ପରମେଶ୍ୱର ସେମାନଙ୍କ ଊର୍ଦ୍ଧ୍ୱରେ ଅଟନ୍ତି।
କୋରହ ପରିବାରର ପ୍ରଶଂସାଯୁକ୍ତ ଗୀତ।
48 ସଦାପ୍ରଭୁ ମହାନ ଅଟନ୍ତି।
ଆମ୍ଭର ପରମେଶ୍ୱରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।
2 ପରମେଶ୍ୱରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ।
ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ।
ସିୟୋନ ପର୍ବତ ପ୍ରକୃତରେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଅଟେ।
ଏହା ସେହି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।
3 ଯେଉଁ ଲୋକମାନେ ସେହିସବୁ ପ୍ରାସାଦମାନଙ୍କରେ ବାସ କରନ୍ତି ସେମାନେ ଜାଣନ୍ତି ଯେ,
ତାଙ୍କର ସମସ୍ତ ପ୍ରାସାଦର ଆଶ୍ରୟସ୍ଥଳର ନିରାପଦ ଆଶ୍ରୟସ୍ଥଳ ପରମେଶ୍ୱର ଅଟନ୍ତି।
4 ଗୋଟିଏ ସମୟରେ ଅନେକ ରାଜା ଏକତ୍ରିତ ହୋଇ
ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ।
ସେମାନେ ସେହି ନଗର ଆଡ଼କୁ ଗମନ କଲେ।
5 କିନ୍ତୁ ସେହି ରାଜାମାନେ ସେଠାରେ ଯାହା ଦେଖିଲେ ସେଥିରେ ସେମାନେ ଆଶ୍ଚର୍ଯ୍ୟ ହେଲେ।
ସେମାନଙ୍କ ମଧ୍ୟରେ ଆତଙ୍କ ଖେଳିଗଲା ଓ ସେମାନେ ଦୌଡ଼ି ପଳାଇ ଗଲେ।
6 ଭୟ ସେହି ରାଜାମାନଙ୍କୁ ଥରାଇ ଦେଲା
ଓ ସେମାନେ ଭୟରେ ଥରି ଉଠିଲେ।
7 ହେ ପରମେଶ୍ୱର, ତୁମ୍ଭ ନିର୍ଦ୍ଦେଶରେ ପୂର୍ବଦିଗରୁ ପ୍ରବଳ ଝଡ଼ ମାଡ଼ି ଆସି
ସେମାନଙ୍କ ବୃହତ୍ ଜାହାଜ ସବୁକୁ ଭାଙ୍ଗି ପକାଇଲା।
8 ହଁ, ଆମ୍ଭେମାନେ ତୁମ୍ଭର ଶକ୍ତି ବିଷୟରେ ସେହି ଗଳ୍ପ ସବୁ ଶୁଣିଅଛୁ।
କିନ୍ତୁ ଆମ୍ଭେ ପରମେଶ୍ୱରଙ୍କର ଶକ୍ତି ଦେଖିଅଛୁ।
ଆମ୍ଭେ ସେହି ପରମେଶ୍ୱରଙ୍କ ନଗରରେ ବାସ କରୁ, ଯେପରି ସୈନ୍ୟାଧିପତି ପରମେଶ୍ୱର ଚିରଦିନ ଲାଗି ସେହି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି। ସେଲା
9 ପରମେଶ୍ୱର, ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାକୁ ଧ୍ୟାନ କରୁ।
10 ହେ ପରମେଶ୍ୱର, ତୁମ୍ଭେ ମହାନ ଅଟ।
ଏ ପୃଥିବୀର ସମସ୍ତ ଲୋକେ ତୁମ୍ଭକୁ ପ୍ରଶଂସା କରନ୍ତି।
ସମସ୍ତେ ଜାଣନ୍ତି ତୁମ୍ଭେ କେତେ ମହାନ ଅଟ।
11 ହେ ପରମେଶ୍ୱର, ତୁମ୍ଭର ପବିତ୍ର ସିୟୋନ ପର୍ବତ ଅତି ଆନନ୍ଦିତ।
ଯିହୁଦାର ସହର ସବୁ ଉଲ୍ଲସିତ।
କେବଳ ତୁମ୍ଭର ଉତ୍ତମ ଶାସନ ବିଧି ପାଇଁ ଏହା ସମ୍ଭବ ହୋଇଛି।
12 ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର।
ସେହି ନଗରୀକୁ ଗ୍ଭହଁ ଓ ତାହାର ଗମ୍ବୁଜ ସବୁକୁ ଗଣ।
13 ବିରାଟ ଉଚ୍ଚ ପ୍ରାଚୀରସବୁ ଦେଖ।
ସିୟୋନ ପ୍ରାସାଦକୁ ନୀରିକ୍ଷଣ କର,
ଯାହା ଫଳରେ ତୁମ୍ଭେ ଆପଣା ପରବର୍ତ୍ତୀ ବଂଶଧରମାନଙ୍କୁ ଏକଥା କହିପାରିବ।
14 ଏହି ପରମେଶ୍ୱର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ୱର ଅଟନ୍ତି।
ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।
49 ହେ ଜାତିଗଣ ସମୂହ ଶୁଣ,
ହେ ପୃଥିବୀବାସୀ ଲୋକମାନେ ଶୁଣ,
2 ପ୍ରତ୍ୟେକ ମଣିଷ, ଧନୀ ଓ ଦରିଦ୍ର, ନିର୍ବିଶେଷରେ ସମସ୍ତେ ଶୁଣ,
3 ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ
ଓ ବୁଦ୍ଧିମାନର କଥା କହିବି।
4 ମୁଁ ସେ ସବୁ ଯେ ଶୁଣି ଅଛି
ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।
5 ଯଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହେବି?
ଯଦି ଦୁଷ୍ଟ ଲୋକମାନେ ମୋର ଗ୍ଭରିକଡ଼ରେ ଘେରିଯାଇ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସେଠାରେ ମଧ୍ୟ ମୋର ଭୟ କରିବାର କୌଣସି କାରଣ ନାହିଁ।
6 ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ
କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।
7 ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ
କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।
8 ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ
ତା'ର ଜୀବନକୁ ପ୍ରାୟଶ୍ଚିତ କରି ପାରିବ।
9 କୌଣସି ବ୍ୟକ୍ତିର ନିକଟରେ ଏବେ ଧନ ନାହିଁ ଯେ,
ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା'ର ଶରୀରକୁ ରକ୍ଷା କରି ପାରିବ,
ଯାହାକି କବର ମଧ୍ୟରେ ନଷ୍ଟ ହୋଇଥିବ।
10 ଦେଖ! ବୁଦ୍ଧିମାନ୍ ଲୋକମାନେ ମୃତ୍ୟୁବରଣ କରନ୍ତି, ଯେମିତିକି ମୂର୍ଖ ଓ ନିର୍ବୋଧଲୋକମାନେ ମୃତ୍ୟୁବରଣ କରନ୍ତି
ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ଯାଆନ୍ତି।
11 ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ,
ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।
12 ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି।
କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ।
ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।
13 ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ।
ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି। ସେଲା
14 ସେହି ଲୋକମାନେ ମେଷମାନଙ୍କ ପରି ଅଟନ୍ତି।
ସେମାନେ ଶେଷରେ ସେହି କବରରେ ପତିତ ହେବେ ଓ ମୃତ୍ୟୁ ସେମାନଙ୍କ ମେଷପାଳକ ହେବ।
ତା'ପରେ ସେହି ସକାଳେ ଉତ୍ତମ ବ୍ୟକ୍ତିଗଣ ବିଜୟୀ ହେବେ।
ସେହି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିବ,
ସେମାନଙ୍କର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହେବ।
15 କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ।
ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ। ସେଲା
16 କେବଳ ସେମାନେ ଧନୀ ବୋଲି ସେମାନଙ୍କୁ ଭୟ କର ନାହିଁ।
ସେହି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
17 ସେହି ଲୋକମାନେ ଯେତେବେଳେ ମୃତ୍ୟୁବରଣ କରିବେ ସେମାନେ ସାଙ୍ଗରେ କିଛି ନେଇଯିବେ ନାହିଁ।
ତାଙ୍କର ଐଶ୍ୱର୍ଯ୍ୟ ତାଙ୍କ ସଙ୍ଗରେ ଯିବ ନାହିଁ।
18 ଜଣେ ଧନୀ ବ୍ୟକ୍ତି ପ୍ରକୃତରେ ନିଜ ଜୀବନରେ ଯାହାସବୁ କରିଛି, ସେଥିପାଇଁ ନିଜକୁ କେବଳ ଧନ୍ୟବାଦ ଦିଏ।
ହଁ, ଅନ୍ୟ ଲୋକମାନେ ମଧ୍ୟ ତାକୁ ପ୍ରଶଂସା କରି କହନ୍ତି, ସେ ତା'ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
19 ଶେଷରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ଯିବାକୁ ପଡ଼ିବ
ଓ ସେ କେବେ ଆଉ ଦିନର ଆଲୋକ ଦେଖି ପାରିବ ନାହିଁ।
20 ଲୋକମାନେ ବିତ୍ତଶାଳୀ ହୋଇପାରନ୍ତି, ତଥାପି ସେମାନେ ବୁଝିପାରନ୍ତି ନାହିଁ ଯେ,
ସେମାନେ ମଧ୍ୟ ପଶୁଭଳି ମୃତ୍ୟୁବରଣ କରିବେ।
ଆସଫ୍ର ଗୋଟିଏ ଗୀତ।
50 ସଦାପ୍ରଭୁ ପରମେଶ୍ୱର କହିଛନ୍ତି।
ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରନ୍ତି ଏବଂ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ କହନ୍ତି।
2 ପରମ ସୌନ୍ଦର୍ଯ୍ୟମୟୀ[a] ପରମେଶ୍ୱର, ବାକ୍ୟସବୁ ସିୟୋନ ପର୍ବତରେ ଥିବା ମନ୍ଦିରରେ କୁହାଯାଏ।
ସେହି ମନ୍ଦିର ପର୍ବତକୁ ଶୋଭା ମଣ୍ଡିତ କରିଥାଏ।
3 ଆମ୍ଭର ପରମେଶ୍ୱର ଆସୁଛନ୍ତି ଓ ସେ କେବେ ନୀରବରେ ରହିପାରିବେ ନାହିଁ।
ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସେଠାରେ ଏକ ବିରାଟ ଝଡ଼ ତାଙ୍କ ଗ୍ଭରିପାଖରେ ଘୂରି ବୁଲୁଛି।
4 ଆମ୍ଭର ପରମେଶ୍ୱର ଆକାଶ ଓ ପୃଥିବୀକୁ ଡାକି କହିଲେ, ତୁମ୍ଭେ ଶୁଣ,
ମୁଁ ପରମେଶ୍ୱରଙ୍କର ଲୋକମାନଙ୍କର ବିଗ୍ଭର କରିବି।
5 ପରମେଶ୍ୱର କହନ୍ତି, “ମୋର ଅନୁସରଣକାରୀଗଣ, ମୋ’ ଚତୁର୍ପାର୍ଶ୍ୱରେ ଏକତ୍ରିତ ହୁଅ।
ମୋର ଉପାସକଗଣ, ଯେଉଁମାନେ ମୋ’ ସହିତ ଚୁକ୍ତି କଲ, ତୁମ୍ଭେମାନେ ଆସ।”
6 ପରମେଶ୍ୱର ହେଉଛନ୍ତି ବିଗ୍ଭରକର୍ତ୍ତା।
ସ୍ୱର୍ଗ ତାଙ୍କର ନ୍ୟାୟ ପ୍ରିୟତାକୁ ବର୍ଣ୍ଣନା କରେ। ସେଲା
7 ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ,
ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ।
ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର।
8 ମୁଁ ତୁମ୍ଭର ବଳିଦାନ ବିଷୟରେ ଅଭିଯୋଗ କରୁ ନାହିଁ,
ତୁମ୍ଭେ ଇସ୍ରାଏଲର ଅଧିବାସୀଗଣ ପ୍ରତିଦିନ ମୋ’ ପାଇଁ ହୋମବଳି ଆଣୁଅଛ, ତୁମ୍ଭେ ତାହାକୁ ମୋତେ ପ୍ରତିଦିନ ଅର୍ପଣ କରୁଅଛ।
9 ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନେବି ନାହିଁ
କି ମୁଁ ତୁମ୍ଭର ଗୁହାଳରୁ ଛେଳିମାନଙ୍କୁ ନେବି ନାହିଁ।
10 ମୁଁ ସେହି ପଶୁମାନଙ୍କୁ ଗ୍ଭହେଁ ନାହିଁ।
ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମୋର ଅଟନ୍ତି।
ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥା’ନ୍ତି ସେମାନଙ୍କର ମାଲିକ ମୁଁ ଅଟେ।
11 ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ।
ଖୋଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମୋର ଅଟେ।
12 ମୁଁ ଭୋକିଲା ନୁହେଁ, ଯଦି ମୁଁ ଭୋକିଲା ଥା’ନ୍ତି, କେବେହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥା’ନ୍ତି।
ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମୋର ଅଧୀନ ଅଟେ।
13 ମୁଁ ଷଣ୍ଢର ମାଂସ ଖାଏ ନାହିଁ।
ମୁଁ ଛେଳିର ରକ୍ତ ପିଏ ନାହିଁ।”
14 ସର୍ବୋପରିସ୍ଥ ପରମେଶ୍ୱରଙ୍କଠାରେ ତୁମ୍ଭେ ଯାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ।
ତୁମ୍ଭର ବଳି ଉତ୍ସର୍ଗ କର।
15 ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ,
ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।”
16 ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି,
“ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ
ଆଲୋଚନା କରିବା ଠିକ୍ ନୁହେଁ।
17 କାରଣ ତୁମ୍ଭେମାନେ ଆନନ୍ଦିତ ନୁହଁ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ।
ତୁମ୍ଭେମାନେ ମୋର କଥାକୁ ଘୃଣା କର ଓ ତୁମ୍ଭେମାନେ ମୋର କଥାକୁ ଅବଜ୍ଞା କର।
18 ତୁମ୍ଭେ ଗୋଟିଏ ଗ୍ଭେରକୁ ଦେଖ ଓ ତା'ସହ ଦୌଡ଼ିଯାଇ ମିଶିଯାଅ।
ଯେତେବେଳେ ବ୍ୟଭିଗ୍ଭରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
19 ତୁମ୍ଭେମାନେ ସର୍ବଦା ମନ୍ଦକାର୍ଯ୍ୟ କର ଓ ମିଥ୍ୟା କୁହ।
20 ତୁମ୍ଭେ ନୀରବଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କୁହ,
ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷୟରେ ନିନ୍ଦା କରୁଅଛ।
21 ଅତୀତରେ, ତୁମ୍ଭେ ମନ୍ଦକାର୍ଯ୍ୟ କଲ ମୁଁ ଚୁପ୍ ରହିଲି।
ତୁମ୍ଭେ ଭାବି ନେଇଛ ମୁଁ ମଧ୍ୟ ତୁମ୍ଭମାନଙ୍କ ପରି।
ମୁଁ ଆଉ ନୀରବରେ ରହି ପାରିବି ନାହିଁ।
ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।
22 ହେ ଲୋକମାନେ, ତୁମ୍ଭେ ପରମେଶ୍ୱରଙ୍କୁ ଭୁଲି ଯାଇଛ।
ତେଣୁ ତୁମ୍ଭେମାନେ ଭଲଭାବେ ବୁଝିବା ଉଚିତ୍ ଯେ,
ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦେବି।
ଯଦି ତାହା ଘଟେ ତେବେ ତୁମ୍ଭକୁ କୌଣସି ବ୍ୟକ୍ତି ଉଦ୍ଧାର କରି ପାରିବେ ନାହିଁ।
23 ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ
ଏବଂ ଯେକେହି ସତ୍ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”
2010 by World Bible Translation Center