Beginning
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
2 ତାହାଙ୍କ ନାମର ମହିମା ଗାନ କର।
ସ୍ତୁତି ଗାନ କରି ଗୌରବାନ୍ୱିତ କର।
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
ସେମାନେ ତୁମ୍ଭକୁ ଭୟ କରନ୍ତି।
4 ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।” ସେଲା
5 ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ। ସେଲା
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। ସେଲା
16 ହେ ସମସ୍ତ ଲୋକ, ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।
67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ। ସେଲା
2 ତା'ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
3 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
4 ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ। ସେଲା
5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6 ଭୂମି ତା'ର ଫସଲ ଦିଏ।
ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗାନାର୍ଥକ ଗୀତ।
68 ପରମେଶ୍ୱର ଉଠ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କର।
ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ଯାଆନ୍ତୁ।
2 ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ,
ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ।
ଯେପରି ନିଆଁରେ ମହମ ତରଳି ଯାଏ,
ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।
3 ପରମେଶ୍ୱରଙ୍କ ସହିତ ଧାର୍ମିକ ଲୋକମାନେ ଖୁସୀ ହୁଅନ୍ତି
ଓ ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସେମାନେ ଆନନ୍ଦର ସହିତ ପାଳନ କରନ୍ତି।
4 ପରମେଶ୍ୱରଙ୍କ ନିମନ୍ତେ ସଙ୍ଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର।
ପରମେଶ୍ୱରଙ୍କର ପ୍ରଶଂସା ହେଉ।
ଯିଏ ମେଘ ଉପରେ ଆରୋହଣ କରନ୍ତି,
ତାଙ୍କ ଆଗରେ ଆନନ୍ଦିତ ହୁଅ।
5 ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ୱର ଅନାଥମାନଙ୍କର ନାଥ
ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।
6 ଯିଏ ପରିବାରରେ ଏକାକୀ ଥାଏ, ପରମେଶ୍ୱର ଲୋକ ପଠାନ୍ତି,
ଏପରିକି ଏକାକୀ ଲୋକଙ୍କୁ ପରମେଶ୍ୱର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି।
କିନ୍ତୁ ଯିଏ ପରମେଶ୍ୱରଙ୍କର ବିରୋଧ ହୁଏ, ସେମାନଙ୍କୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।
7 ହେ ପରମେଶ୍ୱର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ
ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ। ସେଲା
8 ସୀନୟ ପରମେଶ୍ୱରଙ୍କର! ଇସ୍ରାଏଲର ପରମେଶ୍ୱର!
ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।
9 ହେ ପରମେଶ୍ୱର! ତୁମ୍ଭେ ବର୍ଷାକୁ ପଠାଇଲ
ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତେଜ କଲ।
10 ତୁମ୍ଭର ଲୋକମାନେ ସେଠାରେ ବାସ କଲେ।
ହେ ପରମେଶ୍ୱର, ସେଠାରେ ଗରିବ ଲୋକମାନଙ୍କୁ ତୁମ୍ଭେ ଉତ୍ତମ ବସ୍ତୁ ଦେଇଅଛ।
11 ତୁମ୍ଭର ଲୋକମାନେ ଉତ୍ତମ ଖବର
ଘୋଷଣା କରିବାକୁ ବାହାରି ଗଲେ।
12 “ବଳଶାଳୀ ରାଜାମାନଙ୍କର ସୈନ୍ୟମାନେ ଏଣେତେଣେ ଦୌଡ଼ି ପଳାଇଲେ।
ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ୟମାନଙ୍କର ଅତ୍ୟାଗ୍ଭର ସହିଲେ।
13 ଘରେ ରହୁଥିବା ଲୋକମାନେ ମଧ୍ୟ ଧନ ଭାଗ ପାଇବେ।
ସେମାନେ ରୌପ୍ୟ ମଣ୍ଡିତ କପୋତର ଡେଣା ପାଇବେ।
ସେମାନେ ସୁବର୍ଣ୍ଣରେ ଝଲମଲ କରୁଥିବା ଡେଣା ପାଇବେ।”
14 ପରମେଶ୍ୱର ଯେତେବେଳେ ସଲମୋନା ପର୍ବତରେ ଶତ୍ରୁ ରାଜାମାନଙ୍କୁ ଛିନ୍ନଛତ୍ର କଲେ।
ସେମାନେ ବରଫପାତ ପରି ଛିନ୍ନଛତ୍ର ହେଲେ।
15 ବାଶନ ପର୍ବତ ମହାନ ପର୍ବତ ଅଟେ,
ଯାହାର ବୃହତ ଶୃଙ୍ଗ ଅଛି।
16 ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ ପର୍ବତକୁ ଈର୍ଷା ଦୃଷ୍ଟିରେ ଦେଖୁଛ?
ପରମେଶ୍ୱର ଏହାକୁ ପ୍ରେମ କରନ୍ତି।
ପରମେଶ୍ୱର ଏହାକୁ ସେଠାରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।
17 ପରମେଶ୍ୱରଙ୍କର ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ ରଥ ଅଛି।
ସଦାପ୍ରଭୁ ସିୟୋନ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।
18 ସେ ଉଚ୍ଚ ପର୍ବତ ପର୍ଯ୍ୟନ୍ତ ଗଲେ,
ସେ ବହୁତ ନିର୍ବାସିତମାନଙ୍କୁ ଆଗେଇ ନେଲେ
ଏବଂ ଯଥେଷ୍ଟ ଉପହାରସବୁ ଗ୍ରହଣ କଲେ।
ସେମାନଙ୍କଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ।
19 ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱର ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି,
ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି। ସେଲା
20 ଆମ୍ଭର ପରମେଶ୍ୱର ହେଉଛନ୍ତି ପରମେଶ୍ୱର ଯିଏକି ରକ୍ଷା କରନ୍ତି।
ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ୟୁଠାରୁ ରକ୍ଷା କରନ୍ତି।
21 ପରମେଶ୍ୱର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ।
ସେ ସେମାନଙ୍କର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।
22 ମୋର ପ୍ରଭୁ କହିଲେ, “ମୋର ଶତ୍ରୁଗଣ ହୁଏତ ବାଶନ ପର୍ବତକୁ ଅଥବା ଭୂମଧ୍ୟସାଗରର ଗଭୀରକୁ ପଳାଇ ଯାଇପାରନ୍ତି।
କିନ୍ତୁ ମୁଁ ସେମାନଙ୍କୁ ଅକ୍ତିଆର କରିବି ଏବଂ ସେମାନଙ୍କୁ ଫେରାଇ ଆଣିବି।
23 ଯାହା ଫଳରେ ତୁମ୍ଭେ ସେମାନଙ୍କ ରକ୍ତରେ ଗ୍ଭଲିପାରିବ।
ତୁମ୍ଭମାନଙ୍କର କୁକୁରଗୁଡ଼ିକ ସେମାନଙ୍କର ରକ୍ତ ଗ୍ଭଟି ପାରିବେ।”
24 ପରମେଶ୍ୱର, ତୁମ୍ଭେ ବିଜୟ ପଥର ନେତୃତ୍ୱ ନେବାର ଲୋକମାନେ ଦେଖୁଛନ୍ତି।
ସେମାନେ ମୋର ପରମେଶ୍ୱର, ମୋର ରାଜା, ତାଙ୍କର ପବିତ୍ର ସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।
25 ଆଗେ ଆଗେ ଗାୟକମାନଙ୍କର ମଣ୍ଡଳୀ ଯାଉଛନ୍ତି।
ପଛେ ପଛେ ବାଦ୍ୟକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ୟାଗଣ ତମ୍ବୁରା ବଜାଉଛନ୍ତି।
26 ପରମେଶ୍ୱରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର।
ଇସ୍ରାଏଲ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଗୁଣ ଗାଅ।
27 ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି।
ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି।
ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି।
ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।
28 ହେ ପରମେଶ୍ୱର, ଆମ୍ଭକୁ ଆପଣାର ଶକ୍ତି ଦେଖାଅ,
ଯାହାର ଉପଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିଯାଇଥିବା ଦିନରେ କରିଥିଲ।
29 ହେ ପରମେଶ୍ୱର, ତୁମ୍ଭର ଯିରୁଶାଲମସ୍ଥ ମନ୍ଦିରରୁ
ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
30 ନଳବଣର ସେହି “ବନ୍ୟ ପଶୁଗୁଡ଼ିକୁ”[a] ଦଣ୍ଡ ଦିଅ।
ସେହି ଜାତିଗୁଡ଼ିକର “ଷଣ୍ଢଗୁଡ଼ିକୁ” ଓ “ଗାଈଗୁଡ଼ିକୁ”[b] ଆଦେଶ ମାନିବାକୁ ପ୍ରସ୍ତୁତ କରାଅ।
ତୁମ୍ଭେ ସେହି ଜାତିଗୁଡ଼ିକୁ ଯୁଦ୍ଧରେ ହରାଇଥିଲ।
ବର୍ତ୍ତମାନ ସେହି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ।
ସେହି ଜାତିମାନଙ୍କୁ ବିକ୍ଷିପ୍ତ କର,
ଯେଉଁମାନେ ଯୁଦ୍ଧକୁ ଭଲ ପାଆନ୍ତି।
31 ମିଶରୀୟମାନଙ୍କୁ ମୂଲ୍ୟବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ।
ପରମେଶ୍ୱର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
32 ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର।
ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର। ସେଲା
33 ପରମେଶ୍ୱରଙ୍କ ପାଇଁ ଗାଅ।
ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି।
ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ୱରକୁ ଶୁଣ।
34 ଘୋଷଣା କର ଯେ, ପରମେଶ୍ୱର ଶକ୍ତିଶାଳୀ ଅଟନ୍ତି।
ସେ ଇସ୍ରାଏଲ ଉପରେ ରାଜତ୍ୱ କରନ୍ତି
ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
35 ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ।
ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି।
ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ।
69 ହେ ପରମେଶ୍ୱର, ମୋତେ ମୋର ସମସ୍ତ ବିପଦରୁ ବଞ୍ଚାଅ।
ମୋର ପ୍ରାଣ ପର୍ଯ୍ୟନ୍ତ ଜଳରାଶି ମାଡ଼ି ଯାଇଛି।
2 ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ।
ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି।
ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି।
କେବଳ ମୁଁ ବୁଡ଼ିଯିବା ଉପରେ।
3 ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି।
ମୋର କଣ୍ଠ ଯନ୍ତ୍ରଣା ହେଉଛି।
ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି।
ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।
4 ମୋର ଶତ୍ରୁମାନେ, ମୋର ମୁଣ୍ଡବାଳଠାରୁ ଅଧିକ।
ସେମାନେ ବୃଥାରେ ମୋ’ ସହିତ ଶତ୍ରୁତା କରନ୍ତି।
ସେମାନେ ମୋର ବିନାଶର କାମନା ବହୁତ କରୁଛନ୍ତି।
ମୋର ଅନେକ ଶତ୍ରୁଗଣ ମୋ’ ବିଷୟରେ ମିଛ କଥା କହନ୍ତି।
ସେମାନେ ମିଛରେ ମୋତେ ଗ୍ଭେର କହିଲେ
ଏବଂ ସେହି ବସ୍ତୁଗୁଡ଼ିକ ମୋତେ ଦେବାକୁ କହିଲେ, ଯାହା ମୁଁ ଗ୍ଭେରି କରି ନାହିଁ।
5 ହେ ପରମେଶ୍ୱର, ମୋର ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ।
ମୁଁ ମୋର ପାପଗୁଡ଼ିକ ତୁମ୍ଭଠାରେ ଲୁଗ୍ଭଇ ପାରିବି ନାହିଁ।
6 ହେ ମୋର ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଯେଉଁମାନେ ତୁମ୍ଭ ନିକଟରେ ଆଶା ରଖନ୍ତି, ସେମାନଙ୍କୁ ମୋ’ ପାଇଁ ଲଜ୍ଜିତ ହେବାକୁ ଅନୁମତି ଦିଅ ନାହିଁ।
ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଉପାସକମାନେ ମୋ’ ପାଇଁ ଅପମାନିତ ନ ହୁଅନ୍ତୁ।
7 ମୋର ମୁହଁ ଲଜ୍ଜାରେ ନଇଁ ପଡ଼ୁଛି।
ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ୟ କରିଛି।
8 ମୋ’ ନିଜ ଭାଇମାନେ ମୋ’ ସହିତ ଅଚିହ୍ନା ଲୋକ ପରି ବ୍ୟବହାର କଲେ।
ମୋର ମା’ଙ୍କର ପୁଅମାନେ ମୋତେ ବିଦେଶୀ ପରି ବ୍ୟବହାର କଲେ।
9 ମୋର ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ୱଂସ ହୋଇଛି।
ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମୋତେ ବାଧେ।
10 ମୁଁ କାନ୍ଦେ ଏବଂ ଉପବାସ କରେ,
ଏଥିପାଇଁ ଲୋକମାନେ ମୋର ଉପହାସ କରନ୍ତି।
11 ମୁଁ ଶୋକରେ ଚଟବସ୍ତ୍ର ପରିଧାନ କରେ
ଏବଂ ଲୋକମାନେ ମୋତେ ପରିହାସ କରନ୍ତି।
12 ସେମାନେ, ସର୍ବସାଧାରଣ ସ୍ଥାନରେ ମୋର ଚର୍ଚ୍ଚା କରୁଛନ୍ତି
ଏବଂ ମଦୁଆମାନେ ମୋ’ ବିଷୟରେ ତାଚ୍ଛଲ୍ୟଭରା ଗୀତ ଗାଉଛନ୍ତି।
13 ହେ ସଦାପ୍ରଭୁ, ମୋ’ ଜାଣିବାରେ ମୁଁ ପ୍ରାର୍ଥନା କରେ
ତୁମ୍ଭେ ମୋତେ ଗ୍ରହଣ କରିନିଅ।
ହେ ପରମେଶ୍ୱର, ମୁଁ ଆଶାକରେ ତୁମ୍ଭେ ମୋତେ ତୁମ୍ଭର ପରିତ୍ରାଣର ସତ୍ୟତା ଅନୁସାରେ ଉତ୍ତର ଦିଅ।
ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରି ପାରିବି।
14 ମୋତେ ପଙ୍କ ସ୍ଥାନରୁ ବଞ୍ଚାଅ।
ମୋତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ।
ଯେଉଁମାନେ ମୋତେ ଘୃଣା କରନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର।
ମୋତେ ଏହି ଗଭୀର ପାଣିରୁ ବଞ୍ଚାଅ।
15 ବନ୍ୟା ଲହରୀ ମୋତେ ଯେମିତି ବୁଡ଼ାଇ ନ ଦେଉ।
ଗଭୀର ସମୁଦ୍ର ମୋତେ ଗ୍ରାସ ନ କରୁ।
କବର ମୋତେ ଗିଳି ନ ଦେଉ।
16 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ।
ତେଣୁ ମୋତେ ଉତ୍ତର ଦିଅ।
ମୋର ସହାୟତା ପାଇଁ କୃପାସହକାରେ ମୋତେ ଗ୍ଭହଁ।
17 ତୁମ୍ଭର ଦାସପ୍ରତି ମୁହଁ ଫେରାଅ ନାହିଁ।
ମୁଁ ବିପଦରେ ପଡ଼ିଛି, ମୋତେ ଶୀଘ୍ର ଉତ୍ତର ଦିଅ।
18 ଆସ ମୋର ପ୍ରାଣ ରକ୍ଷା କର,
ଆସ ଓ ମୋର ଶତ୍ରୁମାନଙ୍କଠାରୁ ମୋତେ ବଞ୍ଚାଅ।
19 ତୁମ୍ଭେ ଜାଣ ମୋର ଶତ୍ରୁମାନେ ମୋତେ ନିନ୍ଦା
ଓ ଅପମାନିତ କରିଛନ୍ତି।
ସେମାନେ ମୋ’ ସହିତ ଏହା କରିବାର ତୁମ୍ଭେ ଦେଖିଛ।
20 ଲଜ୍ଜା ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗି ଦେଇଛି।
କାରଣ ଲଜ୍ଜା ଯୋଗୁଁ ମୁଁ ମୃତ୍ୟୁବରଣ କରିବା ଉପରେ, ମୁଁ ସହାନୁଭୂତି ପାଇଁ ଡାକିଲି,
କେହି ସହାନୁଭୂତି ଦେଖାଇଲେ ନାହିଁ।
ମୁଁ ଲୋକମାନଙ୍କୁ ଖୋଜିଲି,
କିନ୍ତୁ ଯେଉଁମାନେ ମୋତେ ସାନ୍ତ୍ୱନା ଦେଇ ପାରିବେ,
କେହି ସହାନୁଭୂତି ଦେଖାଇଲେ ନାହିଁ।
21 ସେମାନେ ମୋତେ ଖାଦ୍ୟ ବଦଳରେ ତୁଷ
ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଳରସ ଦେଲେ।
22 ସେମାନଙ୍କର ମେଜ ଖାଦ୍ୟରେ ପୂର୍ଣ୍ଣ ଥିଲା।
ସେମାନେ ଏମିତି ସହଭାଗିତାର ଖାଦ୍ୟ ଖାଉଥିଲେ ଯେ, ମୁଁ ଆଶଙ୍କା କଲି ସେହି ଖାଦ୍ୟ ସେମାନଙ୍କୁ ନଷ୍ଟ କରିବ।
23 ସେମାନେ ଅନ୍ଧ ହୁଅନ୍ତୁ।
ସେମାନଙ୍କ ଅଣ୍ଟା ନଇଁ ଯାଉ।
24 ସେମାନଙ୍କ ଉପରେ ତୁମ୍ଭର ବଡ଼ କ୍ରୋଧ ଢାଳି ଦିଅ।
ତୁମ୍ଭର କ୍ରୋଧ ସେମାନଙ୍କୁ ଗ୍ରାସ କରୁ।
25 ସେମାନଙ୍କର ଗୃହଗୁଡ଼ିକୁ ଶୂନ୍ୟ କର।
କେହି ଜୀବିତ ନ ରୁହନ୍ତୁ।
26 ତୁମ୍ଭେ ଆଘାତ କରିଥିବା ଲୋକମାନଙ୍କୁ, ସେମାନେ ଯାତନା ଦିଅନ୍ତି।
ସେମାନେ ଯନ୍ତ୍ରଣା ବିଷୟରେ କଥାବାର୍ତ୍ତା ହୁଅନ୍ତି, ଯେଉଁମାନଙ୍କୁ ତୁମ୍ଭେ କ୍ଷତାକ୍ତ କରିଅଛ।
27 ସେମାନେ କରିଥିବା ମନ୍ଦକାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡ ଦିଅ।
ତୁମ୍ଭର ଦୟା ପରାୟଣତା ତାଙ୍କୁ ଦେଖାଅ ନାହିଁ।
28 ଜୀବନ-ପୁସ୍ତକରୁ ସେମାନଙ୍କର ନାମ ପୋଛି ଦିଅ
ଓ ସେମାନଙ୍କ ନାମ ଧାର୍ମିକମାନଙ୍କ ସହିତ ଲେଖ ନାହିଁ।
29 ମୁଁ ଦୁଃଖୀ ଓ ଶୋକାକୁଳ ଅଟେ।
ହେ ପରମେଶ୍ୱର, ମୋତେ ଉଦ୍ଧାର କର।
ମୋତେ ରକ୍ଷା କର।
30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା ଗାନ କରିବି
ଓ ଧନ୍ୟବାଦ ସହ ତାଙ୍କର ଗୌରବ ଗାନ କରିବି।
31 ସଦାପ୍ରଭୁ ଏଥିରେ ପ୍ରସନ୍ନ ହେବେ।
ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦେବା ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।
32 ହେ ଗରିବ ଲୋକମାନେ, କିଏ ପରମେଶ୍ୱରଙ୍କ ଆରାଧନା କରିବା ପାଇଁ ଆସିଅଛି,
ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହୋଇଯିବ।
33 ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି।
ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ
ତାଙ୍କର ପ୍ରଶଂସା କରନ୍ତୁ।
35 ସଦାପ୍ରଭୁ ସିୟୋନକୁ ପରିତ୍ରାଣ କରିବେ
ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ।
ତାଙ୍କର ଲୋକମାନେ ସେଠାରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହେବ।
36 ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ।
ଆଉ ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
2010 by World Bible Translation Center