Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 70-73

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସ୍ମରୋଣ ପାୟ।

70 ହେ ପରମେଶ୍ୱର, ମୋତେ ରକ୍ଷା କର!
    ହେ ପରମେଶ୍ୱର, ମୋତେ ଶୀଘ୍ର ଉଦ୍ଧାର କର!
ଲୋକମାନେ ମୋତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି।
    ସେମାନଙ୍କୁ ନିରାଶ ଓ ଅପମାନିତ କର!
ଲୋକମାନେ ମୋର କ୍ଷତି କରିବା ପାଇଁ ଗ୍ଭହୁଁଛନ୍ତି।
    ମୁଁ ଆଶାକରେ ସେମାନଙ୍କୁ ଲଜ୍ଜା ଦେଇ ବିଦାକର।
ଲୋକମାନେ ମୋତେ ପରିହାସ କରନ୍ତି।
    ସେମାନେ ସେମାନଙ୍କର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ୱେଷଣ କରନ୍ତି,
    ସେମାନେ ବହୁତ ଉଲ୍ଲସିତ ଓ ଖୁସୀ ହୁଅନ୍ତି।
ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି,
    ସର୍ବଦା କହିବେ, “ପରମେଶ୍ୱର ମହାନ ଅଟନ୍ତି।”

ମୁଁ ଏକ ନିଃସହାୟ ଲୋକ।
    ହେ ପରମେଶ୍ୱର, ଶୀଘ୍ର ମୋତେ ଉଦ୍ଧାର କର!
ହେ ପରମେଶ୍ୱର! ତୁମ୍ଭେ ହିଁ କେବଳ ମୋର ସହାୟ ଓ ରକ୍ଷକ।
    ସଦାପ୍ରଭୁ ବିଳମ୍ବ କର ନାହିଁ।

71 ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି।
    ମୋତେ ନିରାଶ ହେବାକୁ ଦିଅ ନାହିଁ।
କାରଣ ତୁମ୍ଭେ ଯଥାର୍ଥ ଅଟ।
    ମୋତେ ଉଦ୍ଧାର କର ଓ ବଞ୍ଚାଅ।
    ମୋହର ଗୁହାରି ଶୁଣ ଓ ମୋତେ ଉଦ୍ଧାର କର।
ମୋର ଦୁର୍ଗ ହୁଅ।
    ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି।
ମୋର ନିରାପଦର ସ୍ଥାନ,
    ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।
ହେ ମୋର ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
    ଅନ୍ୟାୟକାରୀ ଓ ନିର୍ଦ୍ଦୟଲୋକ ହାତରୁ ମୋତେ ରକ୍ଷା କର।
ହେ ମୋର ପ୍ରଭୁ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଭରସା।
    ମୋର ବାଲ୍ୟକାଳରୁ ତୁମ୍ଭେ ହିଁ ମୋର ବିଶ୍ୱାସ ଭୂମି।
ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି।
    ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ।
    ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
ତୁମ୍ଭେ ହେଉଛି ମୋର ଦୃଢ଼ ଆଶ୍ରୟ,
    ତେଣୁ ମୁଁ ଅନେକ ଲୋକମାନଙ୍କର ଉଦାହରଣ ହୋଇଅଛି।
ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ଯ୍ୟ କର୍ମ ବିଷୟରେ ଗାନ କରୁଛି।
ବୃଦ୍ଧା ଅବସ୍ଥା ହେତୁ ମୋତେ ପରିତ୍ୟାଗ କର ନାହିଁ।
    ମୁଁ ଦୁର୍ବଳ ହେବା ସମୟରେ ମୋତେ ପରିତ୍ୟାଗ କର ନାହିଁ।
10 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଯୋଜନା କରିଛନ୍ତି।
    ସେହି ଲୋକମାନେ ଏକତ୍ରିତ ହେଲେ ଏବଂ ମୋତେ ମାରିବା ପାଇଁ ଯୋଜନା କଲେ।
11 ମୋର ଶତ୍ରୁମାନେ କହିଲେ, “ତାଙ୍କୁ ଅନୁଧାବନ କର ଏବଂ ଧରିଆଣ।
    ପରମେଶ୍ୱର ତାଙ୍କୁ ପରିତ୍ୟାଗ କରିଛନ୍ତି।
    ତେଣୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।”
12 ହେ ପରମେଶ୍ୱର, ମୋ’ ପାଖରୁ ଦୂରେଇ ଯାଅ ନାହିଁ,
    ହେ ପରମେଶ୍ୱର ଶୀଘ୍ର ମୋତେ ଉଦ୍ଧାର କର।
13 ମୋର ଶତ୍ରୁମାନଙ୍କୁ ପରାସ୍ତ କର!
    ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କର।
ସେମାନେ ମୋତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି।
    ସେମାନେ ଅପମାନିତ ହୁଅନ୍ତୁ।
14 କିନ୍ତୁ ମୋ’ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ୱାସ ରଖିବି।
    ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହେବି।
15 ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ।
    ତୁମ୍ଭେ ମୋତେ କିପରି ଅଗଣିତ ଥର ରକ୍ଷା କରିଥିଲ,
    ଯେପରିକି କେତେଥର ଗଣତି କରି ପାରିବ ନାହିଁ।
16 ହେ ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷୟରେ କହିବି।
    ମୁଁ କେବଳ ତୁମ୍ଭର ଉତ୍ତମତା ବିଷୟ ବର୍ଣ୍ଣନା କରିବି।
17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳରୁ ଶିକ୍ଷା ଦେଇ ଆସୁଅଛି।
    ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ଲୋକମାନଙ୍କୁ କହିଛି।
18 ବର୍ତ୍ତମାନ ମୁଁ ବୃଦ୍ଧ ଓ ମୋର ବାଳ ପାଚିଯାଇଛି।
ମୋତେ ପରିତ୍ୟାଗ କର ନାହିଁ, ପରମେଶ୍ୱର।
    ମୋ’ ସାଙ୍ଗରେ ରୁହ, ମୁଁ ଯେପରି ତୁମ୍ଭର ଶକ୍ତି ଏବଂ ମହାନତା ବିଷୟରେ ଭବିଷ୍ୟତ ବଂଶଧରଙ୍କ ଆଗରେ କହି ପାରିବି।
19 ହେ ପରମେଶ୍ୱର, ତୁମ୍ଭର ଧର୍ମ ବହୁତ ଉଚ୍ଚ।
    ହେ ପରମେଶ୍ୱର, ତୁମପରି ଆଉ କେହି ପରମେଶ୍ୱର ନାହିଁ।
    ତୁମ୍ଭେ ଅନେକ ଆଶ୍ଚର୍ଯ୍ୟ କର୍ମମାନ କର।
20 ତୁମ୍ଭେ ମୋ’ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦେଇଛ।
    ମୋ’ ଜୀବନକୁ ପୁନଃସ୍ଥାପନ କର।
    ଯେତେବେଳେ ମୁଁ ପ୍ରାୟ ମୃତ ପରି ଥିଲି, ମୋ’ ଜୀବନକୁ ରକ୍ଷା କଲ।
21 ମୋତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର
    ଏବଂ ମୋତେ ପୁଣି ଥରେ ସାନ୍ତ୍ୱନା ଦିଅ।
22 ତା'ପରେ ହେ ମୋର ପରମେଶ୍ୱର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି।
    ତୁମ୍ଭ ଉପରେ ଭରସା ରଖାଯାଇ ପାରିବ ବୋଲି ମୁଁ ଗୀତ ଗାଇବି।
ତୁମ୍ଭେ ଇସ୍ରାଏଲର ପବିତ୍ର ସଦାପ୍ରଭୁ ବୋଲି
    ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।
23 ତୁମ୍ଭେ ମୋତେ ରକ୍ଷା କଲ, ମୁଁ ବହୁତ ଖୁସୀ ଅଟେ।
    ମୁଁ ନିଜ ଓଷ୍ଠ ଦ୍ୱାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।
24 ମୋର ଜିହ୍ୱା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ,
    କାରଣ ମୋତେ ହତ୍ୟା କରିବାକୁ ଗ୍ଭହିଁଥିବା ଲୋକମାନେ
    ପରାସ୍ତ ଓ ଅପମାନିତ ହେବେ।

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ।[a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
    ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
    ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
    ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି[b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
    ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12     ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
    ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
    ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
    ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
    ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
    ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
    ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
    କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
    ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
    ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।

ତୃତୀୟ ପୁସ୍ତକ

(ଗୀତସଂହିତା 73–89)

ଆସଫର ପ୍ରଶଂସା ଜନିତ ପ୍ରାର୍ଥନା।

73 ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ।
    ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି।
କିନ୍ତୁ ମୋ’ ଅନୁସାରେ, ମୋର ପାଦ ପ୍ରାୟ ଖସିଗଲା।
    ମୋର ବିଶ୍ୱାସ ପ୍ରାୟ ହରାଇଲି।
ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଈର୍ଷାପରାୟଣ ହୋଇଗଲି,
    ଯେତେବେଳେ ସେମାନେ କୃତକାର୍ଯ୍ୟ ହେଉଥିବାର ଦେଖିଲି।
ସେହି ଲୋକମାନଙ୍କୁ ସୁସ୍ଥ ହୋଇ ବଞ୍ଚିବାକୁ
    କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।
ସେହି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ।
    ସେମାନେ ଅନ୍ୟ ମନୁଷ୍ୟମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।
ସେମାନେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି
    ଏବଂ ଆକର୍ଷଣୀୟ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦେଖାଯା’ନ୍ତି।
ସେମାନେ ଯାହା ଗ୍ଭହାନ୍ତି ତାହା କରନ୍ତି।
    ଯଦି ସେମାନେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସେମାନେ ତାକୁ ଯେକୌଣସି ପ୍ରକାରେ ହାସଲ କରିଥା’ନ୍ତି।
ସେମାନେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସେମାନଙ୍କ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି।
    ସେମାନେ ଅହଂକାରୀ ଓ ଗର୍ବୀ ଅଟନ୍ତି।
    ସେମାନେ ଧମକ ଦିଅନ୍ତି ଯେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।
ସେହି ଗର୍ବୀ ଲୋକମାନେ ନିଜକୁ ଦେବତା ବୋଲି ଭାବନ୍ତି।
    ସେମାନେ ଭାବନ୍ତି ସେମାନେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।
10 ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି,
    ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।
11 ସେହି ଦୁଷ୍ଟ ଲୋକମାନେ କହନ୍ତି, “ପରମେଶ୍ୱର ଜାଣି ନାହାନ୍ତି ଆମ୍ଭେ ଯାହା କରୁଛୁ।
    ସର୍ବୋପରିସ୍ଥ ପରମେଶ୍ୱର ଏହା ଜାଣନ୍ତି ନାହିଁ!”

12 ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି।
    ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।
13 କାହିଁକି ମୁଁ ମୋର ହୃଦୟକୁ ପବିତ୍ର କରିଛି?
    କାହିଁକି ନିର୍ଦ୍ଦୋଷତାରେ ମୋର ହସ୍ତ ପ୍ରକ୍ଷାଳନ କରିଅଛି?
14 ପରମେଶ୍ୱର, ମୁଁ ଦିନଯାକ ଦୁଃଖ, କଷ୍ଟ ପାଉଅଛି।
    ପ୍ରତିଦିନ ପ୍ରଭାତରେ ତୁମ୍ଭେ ମୋତେ ଶାସ୍ତି ଦେଉଅଛ।

15 ହେ ପରମେଶ୍ୱର, ମୁଁ ଅନ୍ୟମାନଙ୍କୁ ଏ ବିଷୟରେ କହିବା ପାଇଁ ଗ୍ଭହିଁଥିଲି।
    କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା ହୋଇଥା’ନ୍ତା।
16 ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି,
    କିନ୍ତୁ ଏହା ବୁଝିବା ମୋ’ ପାଇଁ ଅତି କଷ୍ଟକର ଥିଲା।
17 ଶେଷରେ, ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗଲି
    ଓ ସେମାନଙ୍କ ପ୍ରତି କ’ଣ ଘଟିବ ବୁଝି ପାରିଲି।
18 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚିତରେ ସେହି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ।
    ତୁମ୍ଭେ ସେମାନଙ୍କୁ ଧ୍ୱଂସ ମୁଖକୁ ପେଲି ଦିଅ।
19 ହଠାତ୍ ସେମାନେ ଧ୍ୱଂସରେ ପଡ଼ିଯା’ନ୍ତି।
    ସେମାନେ ଭୟଙ୍କର ଘଟଣାରେ ଲୋପ ପାଇଲେ।
20 ହେ ସଦାପ୍ରଭୁ, ସେହି ଲୋକମାନେ ରାତ୍ରିର ସ୍ୱପ୍ନ ପରି,
    ଯାହାକୁ ଆମ୍ଭେ ଉଠିଲା ମାତ୍ରେ ଭୁଲିଯାଉ।
ତୁମ୍ଭେ ଏପରି ଲୋକଙ୍କୁ ସ୍ୱପ୍ନରେ ଦେଖିଥିବା
    ରାକ୍ଷସ ପରି ଅଦୃଶ୍ୟ କରିଦିଅ।

21-22 ମୁଁ ନିର୍ବୋଧ ଥିଲି,
    ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷୟରେ ଚିନ୍ତା କରି ବ୍ୟାକୁଳିତ ହେଲି।
ପରମେଶ୍ୱର ମୁଁ ତୁମ୍ଭ ଉପରେ ରାଗି
    ନିର୍ବୋଧ ପଶୁ ପରି ବ୍ୟବହାର କରିଅଛି।
23 ମୁଁ ସର୍ବଦା ତୁମ୍ଭ ପାଖରେ ଅଛି।
    ହେ ପରମେଶ୍ୱର, ତୁମ୍ଭେ ମୋର ଦକ୍ଷିଣ ହସ୍ତ ଧରି ସାହାରା ଦେଇଅଛ।
24 ହେ ପରମେଶ୍ୱର, ତୁମ୍ଭେ ମୋତେ ଆଗେଇ ନେଇଅଛ।
    ତୁମ୍ଭେ ମୋତେ ସୁନ୍ଦର ଉପଦେଶ ଦେଇଅଛ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
25 ହେ ପରମେଶ୍ୱର, ସ୍ୱର୍ଗରେ ତୁମ୍ଭ ବିନା ମୋର ଆଉ କେହି ନାହିଁ, କାରଣ ତୁମ୍ଭେ ମୋ’ ପାଖରେ ଅଛ।
    ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।
26 ମୋର ମନ ଏବଂ ଶରୀର ଦୁର୍ବଳ ହୁଏ,
    କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ
    ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।
27 ହେ ପରମେଶ୍ୱର, ଯେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହେବ।
    ତୁମ୍ଭେ ସେହି ଲୋକମାନଙ୍କୁ ଧ୍ୱଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
28 ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାରେ ମୋର ମଙ୍ଗଳ।
    ସଦାପ୍ରଭୁ ମୋର ପ୍ରଭୁ, ହଁ ମୋର ସୁରକ୍ଷାର ଦୁର୍ଗ।
    ହେ ପରମେଶ୍ୱର, ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center