Beginning
ଉପକ୍ରମ
1 ଏହି ହିତୋପଦେଶଗୁଡ଼ିକ ହେଉଛି, ଦାଉଦଙ୍କର ପୁତ୍ର ଶଲୋମନଙ୍କର। ଶଲୋମନ ଇସ୍ରାଏଲର ରାଜା ଥିଲେ। 2 ଏହି ହିତୋପଦେଶ ଲୋକମାନଙ୍କୁ ବୁଦ୍ଧିମାନ କରିବ। ଏବଂ ସେମାନେ ଜାଣି ପାରିବେ କେଉଁ କାର୍ଯ୍ୟଟି ଠିକ୍। ଜ୍ଞାନ ଓ ଉପଦେଶ ବୁଝିବାକୁ ଏହି ବାକ୍ୟମାନ ସାହାଯ୍ୟ କରିବ। 3 ଏହି ଉପଦେଶ ଲୋକମାନଙ୍କର ନିର୍ଦ୍ଦେଶ ଠିକ୍ ବାଟରେ କରିବ। ଏହା ଦ୍ୱାରା ଲୋକମାନେ ସଚ୍ଚୋଟତା, ସାଧୁତା ଓ ନ୍ୟାୟ ଶିକ୍ଷା କରିବେ। 4 ଏହି ଉପଦେଶଗୁଡ଼ିକ ସେହି ଲୋକମାନଙ୍କୁ ଶିକ୍ଷା ଦେଇ ପାରିବ, ଯେଉଁମାନେ କି ଜ୍ଞାନ ଆହରଣ କରିବାକୁ ଗ୍ଭହାନ୍ତି। ଏହି ଉପଦେଶଗୁଡ଼ିକ ଯୁବା ଲୋକମାନଙ୍କୁ ଜ୍ଞାନ ଓ ଏହାକୁ କିପରି ବ୍ୟବହାର କରିବାକୁ ହୁଏ ସେମାନଙ୍କୁ ଶିକ୍ଷା ଦିଏ। 5 ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ୟଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସେମାନେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ। 6 ଯେଉଁ ଲୋକମାନେ, ଯିଏ କି ଏହି ହିତୋପଦେଶ ଶୁଣନ୍ତି, ଜ୍ଞାନୀଲୋକ କହି ଯାଇଥିବା କଥା ବୁଝିବାରେ ସକ୍ଷମ ହେବେ ଏବଂ ଗୁପ୍ତ ରହିଥିବା ଗଳ୍ପର ଅର୍ଥ ମଧ୍ୟ ବୁଝିପାରିବେ। ସେମାନେ ଜ୍ଞାନୀମାନଙ୍କର କହିଥିବା ହିତଜନକ ପରାମର୍ଶ ବୁଝିପାରିବେ।
7 ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ୟ ମାନି ଚଳିବା ଜଣେ ବ୍ୟକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥିରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ବୋଧଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।
ଶଲୋମନ ତାଙ୍କ ପୁତ୍ରଙ୍କୁ ଉପଦେଶ ଦେଲେ
8 ହେ ମୋର ପୁତ୍ର, ତୁମ୍ଭର ପିତାଙ୍କର ଉପଦେଶ ଶୁଣ, ଯେତେବେଳେ ସେ ତୁମ୍ଭକୁ ଶୃଙ୍ଖଳିତ କରନ୍ତି ଏବଂ ତୁମ୍ଭ ମାତାଙ୍କର ଉପଦେଶ ପରିତ୍ୟାଗ କର ନାହିଁ। 9 ତୁମ୍ଭର ପିତା ଓ ମାତା, ଯାହାକିଛି ଶିକ୍ଷା ଦିଅନ୍ତି, ସେହି ବାକ୍ୟଗୁଡ଼ିକ ତୁମ୍ଭର ପାଇଁ ଆଶୀର୍ବାଦ ଫୁଲମାଳ ପରି ଅଟେ ଏବଂ ତୁମ୍ଭର ଗଳା ପାଇଁ ହାର ଅଟେ।
10 ହେ ମୋର ପୁତ୍ର, ପାପୀମାନେ ପାପକର୍ମ କରିବାକୁ ଭଲ ପାଆନ୍ତି ଏବଂ ସେହିପରି ଲୋକମାନେ ତୁମ୍ଭକୁ କୁକାର୍ଯ୍ୟ କରାଇବାକୁ ପ୍ରବର୍ତ୍ତାଇବେ। ସେମାନଙ୍କୁ ତୁମ୍ଭର ସମ୍ମତି ଦିଅ ନାହିଁ। 11 ସେହି ଲୋକମାନେ ତୁମ୍ଭକୁ କହିପାରନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଗ୍ଭହିଁ ବସୁ। ନିର୍ଦ୍ଦୋଷମାନଙ୍କୁ ବିନା କାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ। 12 ଆମ୍ଭେମାନେ ସେମାନଙ୍କୁ ହତ୍ୟା କରିବା। ଆମ୍ଭେମାନେ ସେମାନଙ୍କୁ ମୃତ୍ୟୁର ସ୍ଥାନକୁ ପଠାଇବା। ଆମ୍ଭେମାନେ ସେମାନଙ୍କୁ ବିନାଶ କରି କବରକୁ ପଠାଇବା। 13 ଆମ୍ଭେମାନେ ତହିଁରୁ ସବୁପ୍ରକାର ବହୁମୂଲ୍ୟ ଧନ ପାଇବା। ଲୁଟିତ ଦ୍ରବ୍ୟରେ ଆମ୍ଭମାନଙ୍କର ଗୃହକୁ ପରିପୂର୍ଣ୍ଣ କରିବା। 14 ତେଣୁ ଆସ ଆମ୍ଭମାନଙ୍କ ସହିତ ଯୋଗ ଦିଅ, ଏବଂ ଆମ୍ଭେ ସମସ୍ତେ ଯାହା ପାଇବା ତାହା ବାଣ୍ଟ କରିବା।”
15 ହେ ମୋର ପୁତ୍ର, ଏପରି ଲୋକମାନଙ୍କୁ ଅନୁସରଣ କର ନାହିଁ। ଏପରି ପଥରେ ତୁମ୍ଭେ ପାଦ ଦିଅ ନାହିଁ। 16 ସେହି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥା’ନ୍ତି। ସେମାନେ ସର୍ବଦା ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।
17 ପକ୍ଷୀମାନଙ୍କୁ ଧରିବା ପାଇଁ ଲୋକମାନେ ଜାଲ ବିଛାଇ ଥା’ନ୍ତି। କିନ୍ତୁ କୌଣସି ପକ୍ଷୀ ଆଗରେ ଜାଲ ବିଛାଇବା ବ୍ୟର୍ଥ ଅଟେ। 18 ତେଣୁ ଏହି ଲୋକମାନେ ଗୁପ୍ତରେ ଛକି ବସନ୍ତି ଅନ୍ୟମାନଙ୍କୁ ହତ୍ୟା କରିବା ପାଇଁ। କିନ୍ତୁ ବାସ୍ତବରେ ସେମାନେ ନିଜ ନିଜର ପ୍ରାଣକୁ ଧରିବା ପାଇଁ ଜାଲ ବିଛାଇଥା’ନ୍ତି। 19 ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।
ଜଣେ ଉତ୍ତମ ସ୍ତ୍ରୀର ଜ୍ଞାନ
20 ଶୁଣ! ଜ୍ଞାନ ରାସ୍ତାଗୁଡ଼ିକ ଉପରେ ଉଚ୍ଚ ସ୍ୱରରେ ଡାକେ। ସର୍ବସାଧାରଣ ଛକଗୁଡ଼ିକରେ ତା'ର ସ୍ୱର ଶୁଣାଏ। 21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକଇ। ନଗର ଦ୍ୱାରର ପ୍ରବେଶ ସ୍ଥାନରେ, ନଗର ମଧ୍ୟରେ ଆପଣାର ବାକ୍ୟ ଉଚ୍ଚାରଣ କରି କହେ।
22 “ହେ ନିର୍ବୋଧଗଣ। କେତେକାଳ ପର୍ଯ୍ୟନ୍ତ ତୁମ୍ଭେ ନିରର୍ଥକ କାର୍ଯ୍ୟ କରିବାକୁ ଭଲ ପାଇବ? କେତେକାଳ ପର୍ଯ୍ୟନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ? ହେ ମୂର୍ଖମାନେ ଆଉ କେତେକାଳ ବିଦ୍ୟାକୁ ଘୃଣା କରିବ? 23 ମୋର ବାକ୍ୟକୁ ସାବଧାନର ସହିତ ଶୁଣ। ମୁଁ ତୁମ୍ଭମାନଙ୍କୁ ଜାଣିଥିବା କଥାସବୁ କହିବି। ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
24 “କିନ୍ତୁ ତୁମ୍ଭେମାନେ ମୋର ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାଯ୍ୟ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭେମାନେ ମୋର ସାହାଯ୍ୟ ଗ୍ରହଣ କରିବାକୁ ମନାକଲ। 25 ତୁମ୍ଭେମାନେ ମୋର ସମସ୍ତ ବାକ୍ୟକୁ ହେୟ ଜ୍ଞାନ କଲ। ମୋର କୌଣସି ଅନୁଯୋଗକୁ ଗ୍ଭହିଁଲ ନାହିଁ। 26 ତେଣୁ ମୁଁ ତୁମ୍ଭମାନଙ୍କର ବିପଦ ବେଳେ ହସିବି। ତୁମ୍ଭମାନଙ୍କର ଅସୁବିଧା ସମୟରେ ମୁଁ ପରିହାସ କରିବି। 27 ପ୍ରଚଣ୍ଡ ଝଡ଼ପରି ତୁମ୍ଭମାନଙ୍କର ଧ୍ୱଂସ ଆସିବ। ଏହା ତୁମ୍ଭକୁ ଆଘାତ କରିବ ଏବଂ ଘୂର୍ଣ୍ଣିବାୟୁ ପରି ତୁମ୍ଭକୁ ପୋଡ଼ି ପକାଇବ। ତୁମ୍ଭମାନଙ୍କର ଅସୁବିଧା ଓ ଦୁଃଖ ତୁମ୍ଭମାନଙ୍କର ବୋଝ ହେବ।
28 “ଯେତେବେଳେ ଏହିସବୁ ଘଟିବ, ତୁମ୍ଭେମାନେ ମୋର ସାହାଯ୍ୟ ଲୋଡ଼ିବ। କିନ୍ତୁ ମୁଁ ତୁମ୍ଭକୁ ସାହାଯ୍ୟ କରିବି ନାହିଁ। ତୁମ୍ଭେମାନେ ମୋତେ ଖୋଜିବ। କିନ୍ତୁ ତୁମ୍ଭେମାନେ ମୋତେ ପାଇବ ନାହିଁ। 29 ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିବି ନାହିଁ, କାରଣ ତୁମ୍ଭେମାନେ ମୋର ଜ୍ଞାନ ଗ୍ରହଣ କଲ ନାହିଁ, ତୁମ୍ଭେମାନେ ଏହା ଘୃଣାକର। ସଦାପ୍ରଭୁଙ୍କୁ ସମ୍ମାନ ଦେବା ପାଇଁ ତୁମ୍ଭେମାନେ ନାସ୍ତି କଲ। 30 ତୁମ୍ଭେମାନେ ତୁମ୍ଭର ନିଜ ଇଚ୍ଛାରେ ବାସ କଲ, ତୁମ୍ଭେ ତୁମ୍ଭର ନିଜର ମନ୍ଦବ୍ୟବସ୍ଥାଗୁଡ଼ିକ ଅନୁସରଣ କଲ। ତେଣୁ ବର୍ତ୍ତମାନ ତୁମ୍ଭେ ନିଜ କର୍ମର ଫଳ ନିଶ୍ଚୟ ଗ୍ରହଣ କରିବ। 31 ନିର୍ବୋଧଲୋକମାନେ ନିର୍ବୋଧ ଜୀବନଶୈଳିରେ ପରିଗ୍ଭଳିତ ହୁଅନ୍ତି, ଯାହା ସେମାନଙ୍କୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସେମାନେ ଧ୍ୱଂସ ପାଇବେ।
32 “କିନ୍ତୁ ଯେକେହି ମୋର କଥା ଶୁଣିବ, ସେ ସୁରକ୍ଷାରେ ପ୍ରବେଶ କରିବ। ତାହାର କେବେହେଲେ କୌଣସି ଦୁର୍ଭାଗ୍ୟ ନ ଥିବ। 33 ମାତ୍ର ଯେଉଁ ଲୋକ ମୋର ବାକ୍ୟ ମାନି ଚଳେ। ସେ ନିରାପଦରେ ବାସ କରିବ, ତା'ର ଅମଙ୍ଗଳ ହେବ ନାହିଁ।”
ଜ୍ଞାନ ବାକ୍ୟ ଗ୍ରହଣ କର
2 ହେ ମୋର ପୁତ୍ର, ମୋର ବାକ୍ୟ ଗ୍ରହଣ କର। ମୋର ନିର୍ଦ୍ଦେଶ ମନେରଖ। 2 ଜ୍ଞାନକୁ ଶୁଣ ଏବଂ ବୁଝିବା ପାଇଁ ତୀକ୍ଷ୍ଣ ମନ ପ୍ରୟୋଗ କର। 3 ସୁବିବେଚନା ପ୍ରତି ଡାକ ପକାଅ। ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର। 4 ନ୍ୟାୟ ରୂପା ତୁଲ୍ୟ ଅଟେ, ତାକୁ ଖୋଜ। ପୋତାଧନ ପରି ତା'ର ଅନ୍ୱେଷଣ କର। 5 ଯଦି ତୁମ୍ଭେ ଏପରି କର। ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ। 7 ସେ ସତ୍ଲୋକଙ୍କ ପାଇଁ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି। ସେ ନିରୀହ ଲୋକମାନଙ୍କର ଢାଲ ସ୍ୱରୂପ ଅଟନ୍ତି। 8 ସେ ଯେଉଁ ଲୋକମାନେ ନ୍ୟାୟ ପଥରେ ଗ୍ଭଲନ୍ତି, ସେମାନଙ୍କୁ ରକ୍ଷା କରନ୍ତି ଏବଂ ତାଙ୍କର ପବିତ୍ର ଲୋକମାନଙ୍କର ଗତି ସୁରକ୍ଷିତ କରନ୍ତି।
9 ତେଣୁ ତୁମ୍ଭେ ଧାର୍ମିକତା, ସୁବିଗ୍ଭର, ନ୍ୟାୟ, ଓ ମଙ୍ଗଳର ପ୍ରତ୍ୟେକ ସୁପଥ ଜାଣିବ। 10 ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ବିଦ୍ୟା ତୁମ୍ଭ ପ୍ରାଣର ଆନନ୍ଦଦାୟକ ହେବ।
11 ଜ୍ଞାନ ତୁମ୍ଭକୁ ରକ୍ଷା କରିବ, ପରିଣାମଦର୍ଶୀତା ତୁମ୍ଭର ପ୍ରହରୀ ହେବ। 12 ସତର୍କତା ଓ ବୁଝାମଣା ଦୁଷ୍ଟ ଲୋକମାନଙ୍କ ପରି ଭୁଲ୍ ପଥରେ ଜୀବନଧାରଣରୁ ତୁମ୍ଭକୁ ରକ୍ଷା କରିବ, ଲୋକମାନଙ୍କଠାରୁ, ଯେଉଁମାନେ ମନ୍ଦ କଥା କହନ୍ତି। 13 ସେମାନେ ସତ୍ୟପଥ ପରିତ୍ୟାଗ କରି କୁପଥରେ ବାସ କରନ୍ତି। 14 ସେମାନେ ଆନନ୍ଦ ପାଆନ୍ତି, ଯେତେବେଳେ ସେମାନେ କୁକର୍ମ କରନ୍ତି ଏବଂ ମନ୍ଦତାକୁ ସେମାନେ ଉପଭୋଗ କରନ୍ତି। 15 ସେମାନଙ୍କର ରାସ୍ତା ମୋଡ଼ି ହେବା ଅବସ୍ଥା, ସେମାନଙ୍କର ରାସ୍ତା ବକ୍ର ଅଟେ।
16 ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ଯିଏ ବ୍ୟଭିଗ୍ଭରୀ ଗ୍ଭଟୁବାଦିନୀ ଲୋକଠାରୁ ମଧ୍ୟ ରକ୍ଷା କରିବ। 17 ସେ ଯୁବାବସ୍ଥାରେ ବିବାହ କରିଥିବ। କିନ୍ତୁ ସେ ତା'ର ସ୍ୱାମୀକୁ ଛାଡ଼ି ଥିବ। ପରମେଶ୍ୱରଙ୍କଠାରେ ଶପଥ କରି ବିବାହ କରିଥିବା କଥା ସେ ଭୁଲି ଯିବ। 18 ଯେଉଁ ରାସ୍ତା ତାହାର ଘର ଆଡ଼କୁ, ତାହାର ମୃତ୍ୟୁ ଆଡ଼କୁ ଗୋଡ଼େଇବ। ତୁମ୍ଭେ ଯଦି ତାକୁ ଅନୁସରଣ କର ସେ ତୁମ୍ଭକୁ କବରଖାନାକୁ ଆଗେଇ ନେବ। 19 ସେ ନିଜେ ଏକ କବରପରି, ଯେଉଁମାନେ ତା'ର ନିକଟକୁ ଯାଆନ୍ତି ସେମାନେ ସେମାନଙ୍କର ଜୀବନ ହରାଇବେ, ସେମାନେ ଫେରି ପାରିବେ ନାହିଁ।
20 ଜ୍ଞାନୀମାନଙ୍କୁ ଅନୁସରଣ କରିବା ପାଇଁ, ଜ୍ଞାନ ତୁମ୍ଭକୁ ସାହାଯ୍ୟ କରିବ। ଉତ୍ତମ ଲୋକର ମାର୍ଗ ଅନୁସରଣ ପାଇଁ, ଜ୍ଞାନ ତୁମ୍ଭର ସହାୟ ହେବ। 21 ସରଳ ଲୋକମାନେ ଦେଶରେ ବାସ କରିବେ। ନିର୍ଦ୍ଦୋଷୀମାନେ ତହିଁରେ ରହିବେ। 22 ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପୀଡ଼ନ ହେବେ।
ସତ୍ମାର୍ଗ ଅନୁସରଣକାରୀମାନଙ୍କର ଜୀବନ ସୁଦୀର୍ଘ ହେବ
3 ହେ ମୋର ପୁତ୍ର, ମୋର ଶିକ୍ଷା ପାଶୋର ନାହିଁ। ମୋର ଆଜ୍ଞାମାନ ମନେପକାଅ। 2 ମୋର ଶିକ୍ଷା ତୁମ୍ଭ ଜୀବନକୁ ଦୀର୍ଘମୟ ଓ ଶାନ୍ତି ପ୍ରଦାୟକ ହେବ।
3 ପ୍ରେମ, ବିଶ୍ୱାସ ଏବଂ ସତ୍ୟତା ତୁମ୍ଭକୁ କେବେ ପରିତ୍ୟାଗ କରିବା ଉଚିତ୍ ନୁହଁ। ଆପଣା ଗଳାରେ ସେଗୁଡ଼ିକ ବାନ୍ଧି ରଖ। ଆପଣା ହୃଦୟରେ ସେଗୁଡ଼ିକ ଲେଖିରଖ। 4 ଯଦି ତୁମ୍ଭେ ଏହା କର, ତୁମ୍ଭେ ଜ୍ଞାନୀ ହେବ, ପରମେଶ୍ୱର ଓ ମନୁଷ୍ୟମାନଙ୍କଠାରୁ ସୁବିବେଚନା ଲାଭ କରିବ।
5 ତୁମ୍ଭେ ସର୍ବାନ୍ତଃ ହୃଦୟରେ ସଦାପ୍ରଭୁଙ୍କୁ ବିଶ୍ୱାସ କର ଏବଂ ନିଜର ଚତୁରତା ଉପରେ ନିର୍ଭର କର ନାହିଁ। 6 ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ। 7 ନିଜେ ନିଜକୁ ଜ୍ଞାନୀ ବୋଲି ଭାବ ନାହିଁ। କିନ୍ତୁ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର, ମନ୍ଦଠାରୁ ଦୂରେଇ ରୁହ। 8 ଯଦି ତୁମ୍ଭେ ଏପରି କର, ତେବେ ଏହା ତୁମ୍ଭର ଶରୀର ପାଇଁ ଔଷଧ କି ତାହା ତୁମ୍ଭ ପାଇଁ ଗୋଟିଏ ପୁଷ୍ଟିକର ତରଳ ଔଷଧ ହୋଇ ତୁମ୍ଭକୁ ଶକ୍ତିଶାଳୀ କରିବ।
9 ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ। 10 ତହିଁରେ ତୁମ୍ଭ ଭଣ୍ଡାର ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।
11 ହେ ମୋର ପୁତ୍ର, ବେଳେବେଳେ ସଦାପ୍ରଭୁ ତୁମ୍ଭର ଭୁଲ୍ ଦେଖାଇ ଶାସ୍ତିବିଧାନ କରନ୍ତି। ସେଥିରେ ତୁମ୍ଭେ କ୍ରୋଧିତ ହୁଅ ନାହିଁ। ସେଥିରୁ ଶିକ୍ଷା କରିବାକୁ ଚେଷ୍ଟା କର। 12 କାରଣ ସଦାପ୍ରଭୁ ଯେଉଁମାନଙ୍କୁ ଭଲପା’ନ୍ତି, ସେମାନଙ୍କୁ ଶାସନ କରନ୍ତି। ହଁ, ସଦାପ୍ରଭୁ ହେଉଛନ୍ତି ପିତାଙ୍କ ପରି। ପିତା ଯେପରି ଭଲ ପାଉଥିବା ପୁତ୍ରଙ୍କୁ ଶାସ୍ତି ବିଧାନ କରନ୍ତି, ସଦାପ୍ରଭୁ ସେହିପରି ଶାସ୍ତିବିଧାନ କରନ୍ତି।
13 ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ ସେ ଧନ୍ୟ। 14 ରୂପାର ବାଣିଜ୍ୟଠାରୁ ଜ୍ଞାନ ଅଧିକ ଲାଭଦାୟକ, ସୁନା ବ୍ୟବସାୟଠାରୁ ବିଦ୍ୟା ମଧ୍ୟ ଅଧିକ ଲାଭଦାୟକ। 15 ଜ୍ଞାନ ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହା ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
16 ସେହିଲୋକ ଡାହାଣ ହସ୍ତରେ ଦୀର୍ଘାୟୁ ଏବଂ ବାମ ହସ୍ତରେ ଧନ ଓ ସମ୍ମାନ ଧାରଣ କରିଛି। 17 ଜ୍ଞାନୀ ଲୋକମାନେ ସୁଖ ଶାନ୍ତିରେ ବାସ କରନ୍ତି। 18 ଜ୍ଞାନ ହେଉଛି ଜୀବନଦାୟକ ବୃକ୍ଷ ସ୍ୱରୂପ। ଯେଉଁମାନେ ତା'ର ଆଶ୍ରୟ ନିଅନ୍ତି ସେମାନେ ଜୀବନ ପାଆନ୍ତି। ସେହିମାନେ ବାସ୍ତବରେ ଧନ୍ୟ।
19 ସଦାପ୍ରଭୁ ଜ୍ଞାନରେ ଭରପୁର ପୃଥିବୀ ସ୍ଥାପନ କଲେ। ସେ ତାଙ୍କ ଜ୍ଞାନରେ ଆକାଶ ମଣ୍ଡଳ ସୃଷ୍ଟି କଲେ। 20 ସଦାପ୍ରଭୁ ତାଙ୍କ ଜ୍ଞାନରେ ସମୁଦ୍ରଗୁଡ଼ିକୁ ଓ ମେଘ ସୃଷ୍ଟି କଲେ, ଯାହା ଆମ୍ଭକୁ ବର୍ଷା ଦିଏ।
21 ହେ ମୋର ପୁତ୍ର, ଜ୍ଞାନକୁ ତୁମ୍ଭ ଦୃଷ୍ଟିରୁ ଦୂର କର ନାହିଁ। ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମ ଦର୍ଶିତା ରକ୍ଷା କର। 22 ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ। 23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଗ୍ଭଲିବ। ତୁମ୍ଭେ କେଉଁଠାରେ ଝୁଣ୍ଟିବ ନାହିଁ। 24 ଶୟନ ସମୟରେ ତୁମ୍ଭର ଭୟ ହେବ ନାହିଁ। ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ। 25 ହଠାତ୍ ଉତ୍ପନ୍ନ ଆଶଙ୍କାକୁ କିମ୍ବା ଦୁଷ୍ଟମାନଙ୍କ ଉପସ୍ଥିତି ବିନାଶକୁ ଭୟ କର ନାହିଁ। 26 କାରଣ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ପାଦକୁ ଫାନ୍ଦରୁ ପଡ଼ିବା ପୂର୍ବରୁ ରକ୍ଷା କରିବେ।
27 ଯେତେବେଳେ ତୁମ୍ଭେ ପାରିବ, ସେତେବେଳେ ତୁମ୍ଭେ ଅନ୍ୟମାନଙ୍କର ଉପକାର କର। 28 ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭକୁ କିଛି ପଦାର୍ଥ ମାଗେ ଏବଂ ତାହା ଯଦି ତୁମ୍ଭ ନିକଟରେ ଥାଏ ତେବେ ତାକୁ ସାଙ୍ଗେ ସାଙ୍ଗେ ଦିଅ। “କାଲି ଆସ, ଏପରି କୁହ ନାହିଁ।”
29 ଯେତେବେଳେ ତୁମ୍ଭର ପଡ଼ୋଶୀ ସେ ବିଶ୍ୱାସ କରି ତୁମ୍ଭ ପାଖରେ ବାସ କରେ। ତୁମ୍ଭେ ପଡ଼ୋଶୀଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କର ନାହିଁ।
30 ବିନା କାରଣରେ ତୁମ୍ଭର ପଡ଼ୋଶୀକୁ ବିଗ୍ଭରାଳୟକୁ ନିଅ ନାହିଁ। ସେ ଯଦି ନିର୍ଦ୍ଦୋଷ ହୋଇଥାଏ, ତେବେ ତାଙ୍କ ପ୍ରତି ଏପରି କର ନାହିଁ।
31 କିଛି ଲୋକ ଅଛନ୍ତି ଯେଉଁମାନେ ସହଜରେ ରାଗିଯା’ନ୍ତି ଓ ଶୀଘ୍ର କୁକର୍ମମାନ କରି ବସନ୍ତି। ତୁମ୍ଭେ ସେପରି ହୁଅ ନାହିଁ। 32 କାରଣ ସଦାପ୍ରଭୁ ଉତ୍ତମ ସରଳ ଧାର୍ମିକ ଲୋକମାନଙ୍କୁ ପ୍ରେମ କରନ୍ତି, କିନ୍ତୁ କୁକର୍ମ ଲୋକମାନଙ୍କୁ ଘୃଣା କରନ୍ତି।
33 ସଦାପ୍ରଭୁ କୁକର୍ମ ଲୋକମାନଙ୍କ ଗୃହ ବିରୁଦ୍ଧରେ ଥା’ନ୍ତି। କିନ୍ତୁ ଧାର୍ମିକ ଲୋକମାନଙ୍କର ଗୃହକୁ ଆଶୀର୍ବାଦ କରନ୍ତି।
34 ସଦାପ୍ରଭୁ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି। ଏବଂ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
35 ଜ୍ଞାନବାନଙ୍କର ଜୀବନ ସେମାନଙ୍କୁ ସମ୍ମାନ ଦିଏ। ମାତ୍ର ଅଜ୍ଞାନମାନଙ୍କର ଜୀବନ ସେମାନଙ୍କୁ ଲଜ୍ଜା ଦିଏ।
2010 by World Bible Translation Center