Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1-3

ଏହା ହେଉଛି ଭବିଷ୍ୟ‌ଦ୍‌ବକ୍ତା ଯିରିମିୟଙ୍କ ବାକ୍ୟ। ହି‌ଲ୍‌‌‌କିୟଙ୍କର ପୁତ୍ର ଯିରିମିୟ ଯାଜକମାନଙ୍କ ମଧ୍ୟରୁ ଜଣେ ଯିଏ କି ଅନାଥୋତ୍ ପ୍ରଦେଶର ବିନ୍ୟାମୀନଙ୍କର ଗୋଷ୍ଠୀର ଥିଲେ। ଆମୋନଙ୍କ ପୁତ୍ର, ଯିହୁଦା ଦେଶର ରାଜା ଯୋଶିୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯେତେବେଳେ ଯୋଶିୟଙ୍କ ପୁତ୍ର ଯିହୋୟାକୀମ୍ ଯିହୁଦାର ରାଜା ଥିଲେ, ଯୋଶିୟଙ୍କ ପୁତ୍ର ଯିହୁଦାର ରାଜା ସିଦିକିୟଙ୍କ ରାଜତ୍ୱର ଏକାଦଶ ବର୍ଷ ପଞ୍ଚମ ମାସରେ ଓ ଯିରୁଶାଲମକୁ ନିର୍ବାସିତ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ସେହି ବାକ୍ୟ ଯିରିମିୟଙ୍କୁ ଦେଲେ।

ଯିରିମିୟଙ୍କୁ ପରମେଶ୍ୱରଙ୍କ ଡାକରା

ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।

“ମାତୃଗର୍ଭରେ ତୁମ୍ଭର ସୃଷ୍ଟି ପୂର୍ବରୁ
    ଆମ୍ଭେ ତୁମ୍ଭକୁ ଜାଣିଲୁ।
ଏପରିକି ତୁମ୍ଭେ ଜନ୍ମ ହେବା ପୂର୍ବରୁ
    ଆମ୍ଭେ ତୁମ୍ଭକୁ ଅଲଗା କଲୁ
    ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ୟ‌ଦ୍‌ବକ୍ତା ରୂପେ ନିଯୁକ୍ତ କଲୁ।”

ତା'ପରେ ମୁଁ କହିଲି, “ହାୟ, ହାୟ, ହେ ସୈନ୍ୟାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କେବଳ ବାଳକ।”

ମାତ୍ର ସଦାପ୍ରଭୁ ମୋତେ କହିଲେ,

“ଆମ୍ଭେ ଜଣେ ବାଳକ ବୋଲି, ‘କୁହ ନାହିଁ।’
    କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ।
    ଆଉ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ,
    କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା।”
ଏହା ସଦାପ୍ରଭୁ କହନ୍ତି।

ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ପାଟି ସ୍ପର୍ଶ କଲେ ଓ ମୋତେ କହିଲେ,

“ହେ ଯିରିମିୟ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ।
10 ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ୟଗୁଡ଼ିକର ଦାୟିତ୍ୱରେ ନିଯୁକ୍ତ କଲୁ।
    ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ,
ବିନାଶ ଓ ନିପାତ କରିବ।
    କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ୟ କରିବ।”

ଦୁଇ ଦର୍ଶନ

11 ଏହା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।

ଯଥା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?”

ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”

12 ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଠିକ୍ ଦେଖୁଅଛ କାରଣ ଆମ୍ଭେ ଦେଖୁଅଛୁ ଯେ, ଆମ୍ଭର ବାକ୍ୟ ସଫଳ କରାଯାଇଛି।”

13 ପୁଣି ଦ୍ୱିତୀୟ ଥର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ତାହା ହେଲା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?”

ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଲି, “ମୁଁ ଫୁଟନ୍ତା ପାଣି ପୂର୍ଣ୍ଣ ଏକ ରନ୍ଧା ହଣ୍ଡା ଦେଖୁଅଛି ଓ ତାହାର ମୁହଁ ଉତ୍ତର ଦିଗରୁ ଢଳିଅଛି।”

14 ତା'ପରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶବାସୀଙ୍କ ପ୍ରତି
    ଏକ ଭୟଙ୍କର ବିପତ୍ତି ମାଡ଼ି ଆସିବ।”
15 ସଦାପ୍ରଭୁ ପୁଣି କହିଲେ,
    “ଏହା ହେବ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟ ସମୂହର ସମୁଦାୟ ଗୋଷ୍ଠୀକୁ ଡାକିବା।”

“ତେଣୁ ସେମାନେ ଆସି
    ଯିରୁଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ
ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ
    ନିଜ ନିଜ ସିଂହାସନ ସ୍ଥାପନ କରିବେ।
16 ଆଉ ଆମ୍ଭେ ଆପଣା ଲୋକମାନଙ୍କ ବିରୁଦ୍ଧରେ ଆମ୍ଭର ବିଗ୍ଭର ପ୍ରକାଶ କରିବା
    କାରଣ ସେମାନେ ଦୁଷ୍ଟ ପ୍ରକୃତିର ଲୋକ।
ସେମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି, ସେମାନେ ଅନ୍ୟ ଦେବତାମାନଙ୍କ ନିକଟରେ ଧୂପ ଉତ୍ସର୍ଗ କରିଛନ୍ତି
    ଓ ଆପଣା ହସ୍ତକୃତ ପ୍ରତିମାଗୁଡ଼ିକ ନିକଟରେ ପ୍ରଣାମ କରିଛନ୍ତି।

17 “ଏଣୁ ତୁମ୍ଭ ବିଷୟରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ।
    ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସେମାନଙ୍କୁ କୁହ।
ସେମାନଙ୍କ ପାଇଁ ଉ‌‌ଦ୍‌‌ବିଗ୍ନ ହୁଅ ନାହିଁ।
    ତୁମ୍ଭେ ସେମାନଙ୍କ ପାଇଁ ଭୟଭୀତ ହେଲେ ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉ‌‌ଦ୍‌‌ବିଗ୍ନ କରିବା।
18 କାରଣ ଦେଖ, ଆଜି ତୁମ୍ଭକୁ ଆମ୍ଭେ ସମଗ୍ର ଦେଶ,
    ଯିହୁଦାର ରାଜଗଣ, ତହିଁର ଅଧିପତିଗଣ, ତହିଁର ଯାଜକଗଣ
ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ
    ଏକ ଦୃଢ଼ ନଗର, ଲୌହସ୍ତମ୍ଭ
    ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
19 ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ,
    ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ।
କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି
    ତୁମ୍ଭକୁ ଉଦ୍ଧାର କରିବା।”
ଏହା ସଦାପ୍ରଭୁ କହନ୍ତି।

ଯିହୁଦା ବିଶ୍ୱସ୍ତ ନ ଥିଲା

ଆଉ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା: “ହେ ଯିରିମିୟ, ଯାଅ, ଯିରୁଶାଲମର କର୍ଣ୍ଣଗୋଚର ହେଲାଭଳି ପ୍ରଗ୍ଭର କରି ଏହିକଥା କୁହ, ସଦାପ୍ରଭୁ ଏହିକଥା କହିଲେ:

“‘ତୁମ୍ଭେମାନେ ଯୌବନ କାଳରେ ଅତ୍ୟନ୍ତ ବିଶ୍ୱସ୍ତ ଥିଲ,
    ବିବାହ ସମୟରେ ପ୍ରେମ କଲ, ମୋ’ ପଛେ ପଛେ ଧାଉଁଥିଲ
ଏବଂ ତୁମ୍ଭେମାନେ ମୋତେ ପ୍ରାନ୍ତରରେ ଅନୁସରଣ କଲ,
    ଯେଉଁ ଭୂମିରେ କିଛି ଜନ୍ମେ ନାହିଁ।
ସଦାପ୍ରଭୁଙ୍କ ଦୃଷ୍ଟିରେ ଇସ୍ରାଏଲର ଲୋକମାନେ ପବିତ୍ର।
    ସେମାନେ ସଦାପ୍ରଭୁଙ୍କର ପ୍ରଥମ ସଂଗୃହୀତ ଫଳ।
ଯେଉଁମାନେ ସେମାନଙ୍କୁ ଗ୍ରାସ କରନ୍ତି ସେମାନେ ଦୋଷୀ ଗଣାଯିବେ
    ଓ ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”’
ଏହା ସଦାପ୍ରଭୁ କହନ୍ତି

ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ,
    ସଦାପ୍ରଭୁଙ୍କର ବାକ୍ୟ ଶୁଣ।

ସଦାପ୍ରଭୁ ଏହି କଥା କହନ୍ତି,
“ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ,
    ସେମାନେ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି
ଓ ଅସାର ଦେବତାମାନଙ୍କର ପଶ୍ଚା‌‌ଦ୍‌‌ଗମନ କରି
    ଅସାର ହୋଇଅଛନ୍ତି?
ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ,
    ‘ଯେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ,
ଯେ ପ୍ରାନ୍ତରରେ ମରୁଭୂମି
    ଓ ଗର୍ତ୍ତମୟ ଦେଶରୁ
ଆଉ ନିର୍ଜନ ଓ ମୃତ୍ୟୁଛାୟାରୂପ ଦେଶରୁ,
    ପୁଣି ପଥିକବିହୀନ
    ଓ ନିବାସୀଶୂନ୍ୟ ଦେଶ ମଧ୍ୟରୁ
ଆମ୍ଭମାନଙ୍କୁ କଢ଼ାଇ ଆଣିଲେ,
    ସେହି ସଦାପ୍ରଭୁ କାହାନ୍ତି?’

ପୁଣି ସଦାପ୍ରଭୁ କହନ୍ତି, “ମୁଁ ତୁମ୍ଭମାନଙ୍କୁ ଏକ ଉର୍ବର ଦେଶକୁ ଆଣିଲି,
    ଯେଉଁଠାରେ ତୁମ୍ଭେମାନେ ଅତି ଉତ୍ତମ ଖାଦ୍ୟ
ଓ ଫଳ ଭୋଜନ କରିବ।
    ମାତ୍ର ତୁମ୍ଭେମାନେ ପ୍ରବେଶ କଲାପରେ
ମୋ’ ଦେଶକୁ ‘ଅଶୁଚି’
    ଓ ମୋର ବିରୁଦ୍ଧାଚରଣ କଲ।

“ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’
    ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ,
ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ,
    ଆଉ ଭବିଷ୍ୟ‌ଦ୍‌ବକ୍ତାମାନେ ବା‌‌ଲ୍‌‌ଦେବ ନାମରେ
ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ
    ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚା‌‌ଦ୍‌‌ଗମନ କଲେ।”

ତେଣୁ ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ନାତି-ନାତୁଣୀମାନଙ୍କର ବିରୁଦ୍ଧରେ
    ଆମ୍ଭେ ଏକ ମକଦ୍ଦମା କରିବା।
10 ସାଗର ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପ ସମୂହକୁ ଯାଅ।
    ଆଉ କେଦରକୁ ଲୋକ ପଠାଅ
ଓ ଉତ୍ତମ ରୂପେ ବିବେଚନା କରି ଦେଖ,
    ସେଠାରେ କେହି ଏପରି କାର୍ଯ୍ୟ କେବେ କରିଅଛି କି?
11 କୌଣସି ଦେଶର ଲୋକମାନେ ସେମାନଙ୍କର ଦେବଗଣଙ୍କୁ ପରିତ୍ୟାଗ କରିଅଛନ୍ତି କି,
    ଯଦିଓ ସେମାନେ ମୂର୍ତ୍ତି ଥିଲେ
    ଏବଂ ପ୍ରକୃତ ପରମେଶ୍ୱର ନୁହନ୍ତି?
ମାତ୍ର ମୋର ଲୋକମାନେ ସେମାନଙ୍କର ମହିମାମୟ ପରମେଶ୍ୱରଙ୍କୁ ନିଷ୍ଫଳ ବସ୍ତୁ ବଦଳରେ ପରିତ୍ୟାଗ କରିଅଛନ୍ତି,
    ଯାହାର ସେମାନଙ୍କୁ ପ୍ରଦାନ କରିବା ପାଇଁ କିଛି ନ ଥାଏ।

12 “ହେ ସ୍ୱର୍ଗ, ଚକିତ
    ଓ ଭୟରେ କମ୍ପିତ ହୁଅ।”
    ସଦାପ୍ରଭୁ ଏହା କହିଲେ।
13 “କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି।
    ପ୍ରଥମତଃ ସେମାନେ ମୋତେ ପରିତ୍ୟାଗ କରିଅଛନ୍ତି
    ଯଦିଓ ମୁଁ ଏକ ଜୀବନଦାୟୀନୀ ନିର୍ଝର ଅଟେ
ଓ ଦ୍ୱିତୀୟରେ ନିଜ ପାଇଁ ସେମାନେ ବହୁ ଜଳକୁଣ୍ଡ ଖୋଳିଅଛନ୍ତି।
    ମାତ୍ର ସେହି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।

14 “ଇସ୍ରାଏଲୀୟମାନେ କ’ଣ କ୍ରୀତଦାସ?
    ସେମାନେ କ’ଣ ଆଜନ୍ମ କିଙ୍କର?
    ତେବେ ସେମାନେ କାହିଁକି ଲୁଣ୍ଠିତ ଦ୍ରବ୍ୟ ସ୍ୱରୂପ ହୋଇଅଛନ୍ତି?
15 ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି।
    ସେମାନେ ତାହାର ଦେଶସବୁ ଧ୍ୱଂସ କରିଅଛନ୍ତି।
ତାହାର ନଗରଗୁଡ଼ିକ ଦ‌ଗ୍‌ଧ କରିଅଛନ୍ତି
    ଓ ତାହାକୁ ଜନଶୂନ୍ୟ କରିଅଛନ୍ତି।
16 ଅଧିକନ୍ତୁ ନୋଫର ଓ ତଫ‌ନ୍‌ହେଷର ସନ୍ତାନଗଣ
    ତୁମ୍ଭ ମସ୍ତକର ମୁକୁଟ ଭାଙ୍ଗି ପକାଇ ଅଛନ୍ତି।
17 ଏସବୁ ଦୁଃଖ ତୁମ୍ଭ ନିଜ ଦୋଷରୁ ଘଟିଅଛି।
    କାରଣ ପରମେଶ୍ୱର ତୁମ୍ଭର ସଦାପ୍ରଭୁ ତୁମ୍ଭକୁ ଠିକ୍ ପଥରେ ନେବା ବେଳେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିଅଛ।
18 ଆଉ ଏବେ ଶୀହୋରର ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ?
    ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ
    ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?
19 ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ।
    ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ।
ତୁମ୍ଭେ ଉତ୍ତମ ରୂପେ ବିବେଚନା କର।
    ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ।
ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ
    ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।”
    ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
20 “ହେ ଯିହୁଦା, ବହୁବର୍ଷ ପୂର୍ବେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି
    ତୁମ୍ଭର ବନ୍ଧନ ସବୁ ଚ୍ଛେଦନ କରିଅଛୁ।
    ଆଉ ତୁମ୍ଭେ କହିଛ, ‘ଆମ୍ଭେ ତୁମ୍ଭର ଦାସତ୍ୱ କର୍ମ କରିବୁ ନାହିଁ।’
ପ୍ରକୃତରେ ତୁମ୍ଭେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ
    ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭର ବ୍ୟଭିଗ୍ଭର କରି ଗ୍ଭଲିଅଛ।
21 ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ
    ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି।
ତେବେ ତୁମ୍ଭେ କାହିଁକି
    ବନ୍ୟ ଦ୍ରାକ୍ଷାଲତା ହେଲ?
22 ଯଦିଓ ତୁମ୍ଭେ ସୋଢ଼ାରେ ନିଜକୁ ଧୌତ କରିଅଛ
    ଓ ବହୁତ ସାବୁନ ବ୍ୟବହାର କରିଅଛ,
ତଥାପି ତୁମ୍ଭର ଦୋଷ ଆମ୍ଭ ଦୃଷ୍ଟିରେ କ୍ଷାରିତ ନ ହୋଇ ସେହିପରି ରହିଅଛି।”
    ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
23 “ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ,
    ‘ଆମ୍ଭେ ଅଶୁଚି ହୋଇ ନାହୁଁ ଓ ବା‌ଲ୍‌ଦେବଗଣର ପଶ୍ଚା‌‌ଦ୍‌‌ଗାମୀ ହୋଇ ନାହୁଁ?’
ଉପତ୍ୟକାରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର।
    ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।
24 ଆଉ ତୁମ୍ଭେ ପ୍ରାନ୍ତରରେ ବାସ କରୁଥିବା ବନ୍ୟ ଗର୍ଦ୍ଦଭୀ ପରି ଅଟ।
    ସେ ନିଜର ଋତୁ ସମୟରେ ବାୟୁ ଆଘ୍ରାଣ କରେ।
    କିଏ ତା'ର କାମ ଲି‌ପ୍‌ସାରୁ ଅବରୋଧ କରି ପାରିବେ?
ତାହାର ଅନ୍ୱେଷଣକାରୀମାନଙ୍କର ଆପଣାମାନଙ୍କ କ୍ଳାନ୍ତ କରିବାର ଦରକାର ନାହିଁ।
    ସେମାନେ ତାଙ୍କର ନିୟମିତ ମାସରେ ତାକୁ ସହଜରେ ପାଇପାରିବେ।
25 ହେ ଯିହୁଦୀ, ତୁମ୍ଭେ ନିଶ୍ଚିତ ଯେ, ସେ ଦେବଗଣଙ୍କ ପଶ୍ଚା‌‌ଦ୍‌‌ଗମନରୁ ନିବୃତ୍ତ ହେବା ଉଚିତ୍
    ଓ ସେ ଦେବଗଣଙ୍କ ନିମନ୍ତେ ନିଜର କଣ୍ଠ ଶୁଷ୍କ କରିବା ଉଚିତ୍ ନୁହେଁ।
ମାତ୍ର ତୁମ୍ଭେ କହିଲ, ‘ଆଉ ଦରକାର ନାହିଁ,
    କାରଣ ଆମ୍ଭେ ସେହି ବିଦେଶୀୟ ଦେବଗଣଙ୍କୁ ପୂଜା କରିଅଛୁ
    ଓ ସେମାନଙ୍କର ପଶ୍ଚା‌‌ଦ୍‌‌ଗାମୀ ହେବୁ, ସେମାନଙ୍କୁ ଆମ୍ଭେ ଛାଡ଼ିବୁ ନାହିଁ।’

26 “ଗ୍ଭେର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ,
    ସେହିପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ,
ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ
    ଓ ସେମାନଙ୍କର ଭବିଷ୍ୟ‌ଦ୍‌ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି।
27 ସେମାନେ ଏକ କାଠ ମୁଣ୍ଡାକୁ କହନ୍ତି,
    ‘ତୁମ୍ଭେ ଆମ୍ଭର ପିତା’
ଓ ଖଣ୍ଡେ ପଥରକୁ କହନ୍ତି,
    ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ।’
ସେମାନେ ସେଥିପାଇଁ ଲଜ୍ଜିତ ହେବେ।
    ପୁଣି ସେମାନେ ଆମ୍ଭ ଆଡ଼କୁ ମୁଖ ନ କରି,
    ଆମ୍ଭ ଆଡ଼କୁ ପଛପଟ କରିଅଛନ୍ତି।
ମାତ୍ର ବିପଦ ସମୟରେ ଯିହୁଦାର ଲୋକମାନେ କହିବେ,
    ‘ତୁମ୍ଭେ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର।’
28 ମାତ୍ର ତୁମ୍ଭେମାନେ ନିଜ ପାଇଁ ଯେଉଁ ପ୍ରତିମାଗୁଡ଼ିକ ନିର୍ମାଣ କରିଅଛ, ସେମାନେ କାହାନ୍ତି?
    ସେମାନେ ଆସନ୍ତୁ ଓ ଯଦି ପାରନ୍ତି
ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ।
    କାରଣ ହେ ଯିହୁଦା ତୁମ୍ଭ ନଗରର ସଂଖ୍ୟାନୁସାରେ ତୁମ୍ଭର ଦେବତାମାନେ ଅଛନ୍ତି

29 “ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରୁଅଛ?
    ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ପାପ କରିଅଛ।”
    ଏହା ସଦାପ୍ରଭୁ କହନ୍ତି।
30 “ଆମ୍ଭେ ବୃଥାରେ ତୁମ୍ଭ ସନ୍ତାନଗଣଙ୍କୁ ଦଣ୍ଡ ଦେଇଅଛୁ।
    ମାତ୍ର ଏହାର ଫଳ କିଛି ହେଲା ନାହିଁ।
କାରଣ ତୁମ୍ଭେମାନେ ଠିକ୍ ବାଟକୁ ଫେରିଲ ନାହିଁ।
    ତୁମ୍ଭେମାନେ ତୁମ୍ଭ ‌‌ଖ‌ଡ଼୍‌ଗରେ
ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ହତ୍ୟା କରିଅଛ।
    ଆଉ ଭୟଙ୍କର ସିଂହ ତୁଲ୍ୟ ସେମାନଙ୍କୁ ଗ୍ରାସ କରିଅଛ।”
31 ହେ ବର୍ତ୍ତମାନ ସମୟର ଲୋକମାନେ,
    ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟପ୍ରତି ଧ୍ୟାନ ଦିଅ।

“ଆମ୍ଭେ କ’ଣ ଇସ୍ରାଏଲ ପ୍ରତି ପ୍ରାନ୍ତରସ୍ୱରୂପ
    କିଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ?
ଆମ୍ଭର ଲୋକମାନେ କାହିଁକି କହୁଛନ୍ତି,
    ‘ଆମ୍ଭେମାନେ ବନ୍ଧନମୁକ୍ତ ହୋଇଅଛୁ,
    ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’
32 ଜଣେ ଯୁବତୀ କ’ଣ ନିଜର ଅଳଙ୍କାରକୁ ଭୁଲିପାରେ?
    ଜଣେ କନ୍ୟା କ’ଣ ତା'ର ପୋଷାକକୁ ଭୁଲି ପାରିବ?
କିନ୍ତୁ ମୋର ଲୋକମାନେ
    ମୋତେ ଅସଂଖ୍ୟ ଥର ପାଶୋରି ଅଛନ୍ତି।

33 “ହେ ଯିହୁଦା, ତୁମ୍ଭେ ତୁମ୍ଭ ପ୍ରେମିକମାନଙ୍କୁ ଖୋଜିବାରେ ନିପୁଣା।
    ଏପରିକି ତୁମ୍ଭେ ଦୁଷ୍ଟା ସ୍ତ୍ରୀମାନଙ୍କୁ କିପରି ଏହା କରିବାକୁ ହୁଏ ଶିକ୍ଷା ଦେଲ।
34 ତୁମ୍ଭ ହସ୍ତରେ ଦରିଦ୍ର ନିର୍ଦ୍ଦୋଷ ପ୍ରାଣର
    ରକ୍ତ ଦେଖାଯାଏ।
ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ।
    ତୁମ୍ଭେ ବିନାକାରଣରେ ରକ୍ତପାତ କରିଅଛ।
35 ତୁମ୍ଭେ କହିବାକୁ ଲାଗୁଛ, ‘ଆମ୍ଭେ ନିରୀହ ଏବଂ ଆମ୍ଭେ ନିଶ୍ଚିତ ଯେ,
    ପରମେଶ୍ୱର ତାଙ୍କର କ୍ରୋଧକୁ ଆମ୍ଭଠାରୁ ଦୂରେଇ ନେବେ।’
ଏହା ତୁମ୍ଭକୁ କହିବାକୁ ଦିଅ, ଆମ୍ଭେ ତୁମ୍ଭର ବିଗ୍ଭର କରିବା
    କାରଣ ତୁମ୍ଭେ କହୁଛ, ‘ଆମ୍ଭେ ନିର୍ଦ୍ଦୋଷୀ।’
36 ତୁମ୍ଭେ କାହିଁକି ଆପଣା ମନ
    ପରିବର୍ତ୍ତନ କରିଗ୍ଭଲିଛ, ଏତେ ଅବହେଳିତ ଭାବରେ?
ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ,
    ସେହିପରି ମିଶରର ବିଷୟରେ ଲଜ୍ଜିତା ହେବ।
37 ଆଉ ତୁମ୍ଭେ ମିଶରରୁ ମଧ୍ୟ ବାହାରି ଯିବ
    ଓ ଲଜ୍ଜାରେ ତୁମ୍ଭେ ଆପଣା ମୁହଁ ଲୁଗ୍ଭଇବ,
କାରଣ ସଦାପ୍ରଭୁ ତୁମ୍ଭର ନିର୍ଭର କରୁଥିବା ଲୋକମାନଙ୍କୁ
    ପ୍ରତ୍ୟାଖ୍ୟାନ କରିଅଛନ୍ତି।
    ତୁମ୍ଭେମାନେ ସେମାନଙ୍କ ସାହାଯ୍ୟ ଦ୍ୱାରା ଉନ୍ନତି କରି ପାରିବ ନାହିଁ।
“ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ
    ତେବେ ତା'ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ?
    ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ।
ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ।
    ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।”
    ଏହା ସଦାପ୍ରଭୁ କହନ୍ତି।
“ନିଷ୍ଫଳ ପର୍ବତକୁ ଦେଖ।
    କେଉଁଠାରେ ତୁମ୍ଭେ ବ୍ୟଭିଗ୍ଭର କରି ନାହଁ?
ଯେପରି ଜଣେ ଆରବୀୟ ଲୋକ ପ୍ରାନ୍ତରରେ ବସେ,
    ସେହିପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ।
ଆଉ ତୁମ୍ଭେ ଆପଣା ଅବିଶ୍ୱାସନୀୟତା
    ଓ ଦୁଷ୍କର୍ମ ଦ୍ୱାରା ଦେଶକୁ ‘ଅଶୁଚି’ କରିଅଛ।
ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହୋଇଅଛି।
    ବସନ୍ତକାଳୀନ ବର୍ଷା ଆସି ନାହିଁ।
କିନ୍ତୁ ତୁମ୍ଭେ ଜଣେ ବେଶ୍ୟାର ଭଂଗୀ ଓ ଲଜ୍ଜାହୀନ ଗ୍ଭହାଣି ବଜାୟ ରଖିଛ
    ଓ ଲଜ୍ଜିତ ହେବାକୁ ଅସ୍ୱୀକାର କରୁଛ।
କିନ୍ତୁ ତୁମ୍ଭେ ଆମ୍ଭକୁ ଏହି ସମୟଠାରୁ ପ୍ରାର୍ଥନା କରି କହିବ, ହେ ମୋର ‘ପିତା’,
    ‘ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ।’
ତୁମ୍ଭେ ପୁଣି କୁହ, ‘ପରମେଶ୍ୱର କ’ଣ ସଦାକାଳ କୃଦ୍ଧ ହୋଇଥିବେ?
    ତାଙ୍କର କ୍ରୋଧ ଚିରକାଳ ରହିବ ନାହିଁ।’

“ଆଉ ତୁମ୍ଭେ କଥା କହୁଅଛ ତଥାପି ଦୁଷ୍କର୍ମ କରିବାରେ ଲାଗିଛ
    ଏବଂ ନିଜ ପଥରେ ଗ୍ଭଲିଛ।”

ଇସ୍ରାଏଲ ଓ ଯିହୁଦା ଦୁଇ ବିଶ୍ୱାସଘାତିନୀ ଭଉଣୀ

ଯିହୁଦାରେ ଯୋଶିୟ ରାଜାଙ୍କ ଶାସନ କାଳରେ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ଯାହା କରିଅଛ, ତାହା କ’ଣ ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ଯାଇ ବ୍ୟଭିଗ୍ଭର କରିଅଛି। ସେ ଏହିସବୁ ଅପକର୍ମ କଲାପରେ ମୁଁ ଇସ୍ରାଏଲକୁ କହିଲି, ‘ତୁମ୍ଭେ ମୋ’ ନିକଟକୁ ଫେରି ଆସିବା ଉଚିତ୍? ମାତ୍ର ସେ ଫେରି ଆସିଲା ନାହିଁ ଆଉ ତାହାର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଏହା ଦେଖିଲା। ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇସ୍ରାଏଲ ବ୍ୟଭିଗ୍ଭର କରିବା ହେତୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ୟ ଯାଇ ବ୍ୟଭିଗ୍ଭର କଲା। ଯିହୁଦା ବେଖାତିରି କରି ବ୍ୟଭିଗ୍ଭର କଲା ଓ ଦେଶକୁ ‘ଅଶୁଚି’ କଲା। ଆଉ ସେ ମଧ୍ୟ କାଠ ଓ ପଥର ସଙ୍ଗେ ବ୍ୟଭିଗ୍ଭର କଲା। 10 ଏସବୁ ସତ୍ତ୍ୱେ ଇସ୍ରାଏଲର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ସର୍ବାନ୍ତଃକରଣରେ ଆମ୍ଭ ନିକଟକୁ ଆସିଲା ନାହିଁ। ମାତ୍ର ସେ ଆମ୍ଭ ନିକଟକୁ ଆସିଛି ବୋଲି କେବଳ ଛଳନା କଲା।” ଏହା ସଦାପ୍ରଭୁ କହନ୍ତି।

11 ଆଉ ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ନିଜକୁ ଅଧିକ ଧାର୍ମିକା ଦେଖାଇଅଛି। 12 ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ଯାଇ ଏହି କଥା ପ୍ରଗ୍ଭର କର ଏବଂ କୁହ,

“‘ହେ ବିପଥଗାମିନୀ ଇସ୍ରାଏଲ,
    ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେରି ଆସ,
ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ।
    ଆମ୍ଭେ ଦୟାବାନ,’
    କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।’
13 ସଦାପ୍ରଭୁ କହନ୍ତି, “ଯାହା ହେଉ ତୁମ୍ଭେ ଜାଣିବା ଉଚିତ୍ ଯେ,
    ତୁମ୍ଭେ ଭୁଲ୍ କରିଛ,
    ତୁମ୍ଭେ ବିଦେଶୀମାନଙ୍କ ପାଖକୁ ଯାଇ
ଏବଂ ସେମାନଙ୍କ ସହିତ
    ପ୍ରତ୍ୟେକ ହରିତ୍ ବୃକ୍ଷତଳେ ବେଶ୍ୟାବୃତ୍ତି କରି
ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ।”
    ତୁମ୍ଭେ ମୋର କଥା ମାନିଲ ନାହିଁ।

14 ସଦାପ୍ରଭୁ କହନ୍ତି, “ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ୟରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା। 15 ତା'ପରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ନୂତନ ପାଳକଗଣ ଦେବା, ଯେଉଁମାନେ କି ଆମ୍ଭ ପ୍ରତି ଅତ୍ୟନ୍ତ ବିଶ୍ୱସ୍ତ ହେବେ। ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚଲାଇବେ। 16 ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଯେତେବେଳେ ତୁମ୍ଭେମାନେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ।”

“ସେତେବେଳେ ଲୋକମାନେ ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବିଷୟରେ ଆଉ କହିବେ ନାହିଁ। କିଅବା ତାହା ମନରେ ପଡ଼ିବ ନାହିଁ।’ ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ। କି ତାହା ନିକଟକୁ ଯିବେ ନାହିଁ ଅଥବା ତାହା ଆଉ ନିର୍ମିତ ହେବ ନାହିଁ। 17 ଆଉ ସେ ସମୟରେ ଲୋକମାନେ ଯିରୁଶାଲମକୁ ‘ସଦାପ୍ରଭୁଙ୍କ ସିଂହାସନ’ ବୋଲି କହିବେ। ସମଗ୍ର ଦେଶୀୟମାନେ ସଦାପ୍ରଭୁଙ୍କ ନାମରେ ସମ୍ମାନ ଜଣାଇବାକୁ ଯିରୁଶାଲମରେ ଏକତ୍ରିତ ହେବେ। ପୁଣି ସେମାନେ ନିଜର ଅନ୍ତଃକରଣରେ ଦୁଷ୍ଟାଗ୍ଭର ଅବାଧ୍ୟତା ଆଉ ଅନୁସରଣ କରିବେ ନାହିଁ। 18 ସେ ସମୟରେ ଯିହୁଦା ବଂଶ ଇସ୍ରାଏଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।”

19 ଆମ୍ଭେ ସଦାପ୍ରଭୁ କହୁଅଛୁ,

“ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ୟବହାର କରିବା,
    ନାନା ଦେଶୀୟମାନଙ୍କର ପରମ ରତ୍ନସ୍ୱରୂପ
    ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।
ପୁଣି ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ‘ପିତା’ ବୋଲି ଡାକିବ
    ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।
20 ସଦାପ୍ରଭୁ କହନ୍ତି, ଯେପରି କୌଣସି ସ୍ତ୍ରୀ ନିଜ ସ୍ୱାମୀ ପ୍ରତି ବିଶ୍ୱାସଘାତକତା କରି ପରିତ୍ୟାଗ କରେ,
    ତୁମ୍ଭେ ଇସ୍ରାଏଲ ସେହିପରି ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛ।
21 ବୃକ୍ଷଶୂନ୍ୟ ପାହାଡ଼ ଉପରେ ଇସ୍ରାଏଲ ଲୋକମାନଙ୍କର ରୋଦନ ତୁମ୍ଭେମାନେ ଶୁଣିବ।
    ସେମାନେ ଜୋ‌ର୍‌ରେ ଚିତ୍କାର କରୁଛନ୍ତି, ଏବଂ କରୁଣା ପାଇଁ ପ୍ରାର୍ଥନା କରୁଛନ୍ତି।
କାରଣ ସେମାନେ କୁଟିଳ ପଥଗାମୀ ହୋଇଛନ୍ତି
    ଓ ସେମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ପାଶୋରି ଦେଇଛନ୍ତି।

22 ଆଉମଧ୍ୟ ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇଅଛ।
    ମାତ୍ର ତୁମ୍ଭେମାନେ ଫେରି ଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା।”

“ଆଉ ତୁମ୍ଭେମାନେ କହିବ, ‘ହଁ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ,
    କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟ।”
23 ଉପପର୍ବତସମୂହରେ ପ୍ରତିମା ପୂଜା ନିର୍ବୋଧତା ଥିଲା।
    ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ୟର୍ଥ ଥିଲେ।
ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ୱର ସଦାପ୍ରଭୁଙ୍କଠାରେ
    ଇସ୍ରାଏଲର ପରିତ୍ରାଣ ଅଛି।
24 ମାତ୍ର ସେ ଲଜ୍ଜାସ୍ପଦ ବା‌ଲ୍‌ଦେବତା
    ଆମ୍ଭମାନଙ୍କର ବାଲ୍ୟକାଳରୁ
ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ,
    ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଭକ୍ଷ୍ୟଣ କରିଅଛି।
25 ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ।
    ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ।
କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି
    ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।
ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।
    ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center