Beginning
7 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। 2 ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରଦେଶରେ ଠିଆ ହୋଇ ସେଠାରେ ଏହିକଥା ପ୍ରଗ୍ଭର କରି କୁହ।
“‘ହେ ଯିହୁଦାର ଲୋକମାନେ, ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଆସୁଛ। ତୁମ୍ଭେମାନେ ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ଶୁଣ। 3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେମାନେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବା। 4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, “ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଥିବା ଲୋକମାନଙ୍କୁ ବିଶ୍ୱାସ କର ନାହିଁ।” 5 ତୁମ୍ଭେମାନେ ଯଦି ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର ତାହାହେଲେ ମୁଁ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବି। ଯଦି ତୁମ୍ଭେମାନେ ଆପଣା ପଡ଼ୋଶୀମାନଙ୍କ ପ୍ରତି ଉତ୍ତମ ହୋଇ ପାରିବ। 6 ତୁମ୍ଭେମାନେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ୟବହାର କରିବ, ଯଦି ତୁମ୍ଭେମାନେ ଏ ସ୍ଥାନରେ ନିର୍ଦ୍ଦୋଷମାନଙ୍କୁ ହତ୍ୟା ନ କରିବ, ଯଦି ତୁମ୍ଭେମାନେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବତାମାନଙ୍କୁ ଅନୁସରଣ ନ କର, 7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ଯ୍ୟନ୍ତ ଉପଭୋଗ କରିବାକୁ ଦେବା।
8 “‘ମାତ୍ର ତୁମ୍ଭେମାନେ ମିଥ୍ୟା କଥାରେ ବିଶ୍ୱାସ କରୁଅଛ ଯାହାକି ମୂଲ୍ୟହୀନ। 9 ତୁମ୍ଭେମାନେ କ’ଣ ଗ୍ଭେରି, ନରହତ୍ୟା, ବ୍ୟଭିଗ୍ଭର, ମିଥ୍ୟାଶପଥ, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାନ ଓ ତୁମ୍ଭେମାନେ ଜାଣି ନ ଥିବା ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ? 10 ତୁମ୍ଭେମାନେ ଯଦି ଏହିସବୁ ଦୁଷ୍କର୍ମ କର, ତେବେ ତୁମ୍ଭେମାନେ କ’ଣ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ କହିପାରିବ, “ଆମ୍ଭେମାନେ ଉଦ୍ଧାର ପାଇଲୁଁ?” ଏତେସବୁ ଘୃଣ୍ୟ କର୍ମ କଲାପରେ ମଧ୍ୟ ଏହା କହିପାରିବ? 11 ଆମ୍ଭ ନାମରେ ପ୍ରସିଦ୍ଧିଲାଭ କରିଥିବା ଏହି ମନ୍ଦିର ତୁମ୍ଭମାନଙ୍କ ଦୃଷ୍ଟିରେ କ’ଣ ଗ୍ଭେରମାନଙ୍କର ଗହ୍ୱର ହୋଇଅଛି?”’ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ଜାଣିବ ଯେ ଯାହାସବୁ ହେଉଛି ଆମ୍ଭେ ମଧ୍ୟ ଦେଖୁଅଛୁ।
12 “‘ହେ ଯିହୁଦାର ଲୋକମାନେ, ତୁମ୍ଭେ ଆମ୍ଭ ନାମରେ ଖ୍ୟାତ ଶୀଲୋସ୍ଥିତ ଗୃହକୁ ଯାଅ। ସେଠାରେ ଦେଖ ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ଯୋଗୁଁ ଆମ୍ଭେ ସେମାନଙ୍କ ପ୍ରତି କ’ଣ କରୁଅଛୁ।” 13 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହିସବୁ ଦୁଷ୍କର୍ମ କରିଅଛ। ମୁଁ ତୁମ୍ଭମାନଙ୍କୁ ବାରମ୍ବାର କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ମୁଁ ତୁମ୍ଭମାନଙ୍କୁ ଡାକିଲି, କିନ୍ତୁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ। 14 ତେଣୁ ଆମ୍ଭ ନାମରେ ଖ୍ୟାତ ଯିରୁଶାଲମର ମନ୍ଦିରକୁ ଧ୍ୱଂସ କରିବା, ଯେପରି ଶୀଲୋପ୍ରତି ଆମ୍ଭେ କରିଥିଲୁ। ଆଉ ତୁମ୍ଭେମାନେ ଯେଉଁ ଗୃହପ୍ରତି ବିଶ୍ୱାସ ରଖିଛ, ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ସେହି ଗୃହକୁ ଆମ୍ଭେ ଉଚ୍ଛିନ୍ନ କରିବା। 15 ଯେପରି ଇଫ୍ରୟିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନେଇଥିଲୁ, ସେହିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂରେଇ ଦେବା।’
16 “ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। ସେମାନଙ୍କ ପାଇଁ କାତର ପ୍ରାର୍ଥନା ଉତ୍ସର୍ଗ କର ନାହିଁ। ସେମାନଙ୍କ ସାହାଯ୍ୟ ପାଇଁ ଆମ୍ଭକୁ ନିବେଦନ କର ନାହିଁ, କାରଣ ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିବା ନାହିଁ। 17 ସେମାନେ ଯିହୁଦାର ନଗର ଓ ଯିରୁଶାଲମର ସଡ଼କ ସବୁରେ ଯାହା କରୁଛନ୍ତି ତାହା କ’ଣ ତୁମ୍ଭେ ଦେଖୁ ନାହଁ? 18 ଯିହୁଦାର ବାଳକମାନେ କାଠ ସଂଗ୍ରହ କରନ୍ତି, ସେମାନଙ୍କର ପିତାମାନେ ଅଗ୍ନି ସଂଯୋଗ କରନ୍ତି ଓ ମାତାମାନେ ଚନ୍ଦ୍ର ଦେବତା ଉଦ୍ଦେଶ୍ୟରେ ପିଷ୍ଟକ ପାକ କରନ୍ତି ଓ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରନ୍ତି। ସେମାନେ ଆମ୍ଭର ବିରକ୍ତି ପାଇଁ ଏସବୁ କରନ୍ତି।” 19 ସଦାପ୍ରଭୁ କହନ୍ତି, “ଏହିସବୁ କରିବା ଦ୍ୱାରା ସେମାନେ କ’ଣ ମୋତେ ବିରକ୍ତ କରନ୍ତି? ସେମାନେ ନିଜେ ଲଜ୍ଜିତ ହୋଇ ନାହାନ୍ତି କି?”
20 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏକ ସ୍ଥାନ ଉପରେ, ମନୁଷ୍ୟ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପରେ ଆମ୍ଭର କୋପ ଓ କ୍ରୋଧ ଢଳାଯିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କେହି ଲିଭାଇ ପାରିବେ ନାହିଁ।”
ସଦାପ୍ରଭୁ ଉତ୍ସର୍ଗ ଅପେକ୍ଷା ମାନ୍ୟତାକୁ ଅଧିକ ଇଚ୍ଛା କରନ୍ତି
21 ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ତୁମ୍ଭେମାନେ ଯାଅ, ତୁମ୍ଭ ଉତ୍ସର୍ଗୀକୃତ ନୈବେଦ୍ୟରେ ହୋମବଳି ଯୋଗ କର ଏବଂ ମାଂସ ଭକ୍ଷ୍ୟଣ କର। 22 ଯେଉଁ ଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସେଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ ସେମାନଙ୍କୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦେଇ ନ ଥିଲୁ। 23 କେବଳ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, ‘ତୁମ୍ଭେମାନେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭେମାନେ ସେହି ପଥରେ ଗ୍ଭଲିଲେ ତୁମ୍ଭମାନଙ୍କର ମଙ୍ଗଳ ହେବ।’
24 “ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସେମାନେ ସେଥିପ୍ରତି ଧ୍ୟାନ ଦେଲେ ନାହିଁ। ସେମାନେ ଅବାଧ୍ୟ ହୋଇ ନିଜ ନିଜ ମନ୍ତ୍ରଣାରେ ଗ୍ଭଳିତ ହେଲେ। ସେମାନେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚାତ୍ବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ। 25 ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ଦିନେ ଛଡ଼ା ଦିନେ ଉଠି ତୁମ୍ଭମାନଙ୍କ ପାଖକୁ ସେମାନଙ୍କୁ ପାଇଅଛୁ। 26 ମାତ୍ର ସେମାନେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସେମାନେ ଅବାଧ୍ୟ ହୋଇ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଗ୍ଭରୀ ହେଲେ।
27 “ହେ ଯିରିମିୟ, ତୁମ୍ଭେ ଏହିକଥା ସେମାନଙ୍କୁ କହିବ। ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭେ ସେମାନଙ୍କୁ ଆହ୍ୱାନ କରିବ, ମାତ୍ର ସେମାନେ ତୁମ୍ଭକୁ ଉତ୍ତର କରିବେ ନାହିଁ। 28 ତେଣୁ ତୁମ୍ଭେ ସେମାନଙ୍କୁ କହିବ, ‘ସେମାନେ ହେଉଛନ୍ତି ଏକ ଗୋଷ୍ଠୀ ଯେଉଁମାନେ କି ସଦାପ୍ରଭୁ, ଆପଣା ପରମେଶ୍ୱରଙ୍କ କଥାପ୍ରତି ଅବଧାନ କରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ଶିକ୍ଷା ଗ୍ରହଣ କରନ୍ତି ନାହିଁ। ବିଶ୍ୱସନୀୟତା ଉଭେଇ ଯାଇଛି। ଏହା ସେମାନଙ୍କ ମୁଖରୁ ଅଦୃଶ୍ୟ ହୋଇ ଯାଇଛି।’
ହତ୍ୟା ଉପତ୍ୟକା
29 “ହେ ଯିରିମିୟ, ଆପଣା ମସ୍ତକର କେଶ କାଟି ପକାଇ ଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର। କାରଣ ସଦାପ୍ରଭୁ ଏହି ବଂଶପ୍ରତି କ୍ରୋଧଭାବ ଓ ବିମୁଖତା ପ୍ରକାଶ କରି ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଛନ୍ତି। 30 ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ତାହା କଲେ। ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ‘ଅଶୁଚି’ କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତ୍ର ତହିଁ ମଧ୍ୟରେ ରଖିଛନ୍ତି। 31 ସେମାନେ ନିଜ ନିଜର ପୁତ୍ରକନ୍ୟାମାନଙ୍କୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କେବେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନରେ ସେ ଭାବ କେବେ ଉଦୟ ହୋଇ ନାହିଁ।” 32 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏପରି ଏକ ସମୟ ଆସୁଛି ଯେତେବେଳେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ। କାରଣ ଲୋକମାନେ ଆଉ ସ୍ଥାନ ନ ପାଇ ତୋଫତ୍ରେ କବର ଦେବେ। 33 ସେତେବେଳେ ମୃତବ୍ୟକ୍ତିଙ୍କ ଶବଗୁଡ଼ିକ ଆକାଶର ପକ୍ଷୀମାନଙ୍କର ଓ ଭୂଚର ପଶୁମାନଙ୍କର ଖାଦ୍ୟ ହେବ। ସେମାନଙ୍କୁ ତଡ଼ିବାକୁ କେହି ଜୀବିତ ରହିବେ ନାହିଁ। 34 ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ଯିରୁଶାଲମର ସଡ଼କମାନଙ୍କରେ ସୁଖ ଓ ଆନନ୍ଦଧ୍ୱନି ଦୂର କରିବା। ବର କନ୍ୟାମାନଙ୍କର ଆମୋଦ ଧ୍ୱନି ଆଉ ଯିରୁଶାଲମରେ ଶୁଣାଯିବ ନାହିଁ। କାରଣ ସମଗ୍ର ଦେଶ ଧ୍ୱଂସ ସ୍ତୁପରେ ପରିଣତ ହେବ।”
8 ସଦାପ୍ରଭୁ କହନ୍ତି, “ସେ ସମୟରେ ଲୋକମାନେ ଯିହୁଦାର ରାଜାଗଣଙ୍କର, ତା'ର ଅଧିପତିମାନଙ୍କର, ଯାଜକଗଣଙ୍କର, ଭବିଷ୍ୟଦ୍ବକ୍ତାମାନଙ୍କର ଓ ଯିରୁଶାଲମ ନିବାସୀଗଣର ଅସ୍ଥିସବୁ ସେମାନଙ୍କ କବରରୁ ବାହାର କରିବେ। 2 ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।
3 ପୁଣି ସଦାପ୍ରଭୁ କହନ୍ତି, “ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ବଞ୍ଚିବା ଅପେକ୍ଷା ବରଂ ମରିବାକୁ ପସନ୍ଦ କରିବେ।”
ପାପ ଓ ଶାସ୍ତି
4 “ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ୟ କୁହ,
“‘ମନୁଷ୍ୟ ପଡ଼ିଲେ
କ’ଣ ଆଉ ଉଠେ ନାହିଁ?
ବିପଥରେ ଗଲେ
କ’ଣ ଆଉ ଫେରେ ନାହିଁ?
5 ଯିହୁଦା ଓ ଯିରୁଶାଲମର ଲୋକମାନେ
କାହିଁକି ଚିରକାଳ ବିପଥଗାମୀ ହୋଇଅଛନ୍ତି?
ସେମାନେ ମିଥ୍ୟା ଓ ପ୍ରବଞ୍ଚନାରେ ବିଶ୍ୱାସ ରଖନ୍ତି
ଓ ସେମାନେ ଫେରିବାକୁ ଅସମ୍ମତ।
6 ଆମ୍ଭେ ସେମାନଙ୍କ କଥା ମନୋଯୋଗ ସହକାରେ ଶୁଣିଲେ ମଧ୍ୟ
ସେମାନେ ନ୍ୟାୟକଥା କହିଲେ ନାହିଁ।
ସେମାନେ ସେମାନଙ୍କର ପାପଲାଗି
ଅନୁତପ୍ତ ନୁହନ୍ତି।
ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ପୃଷ୍ଠରେ ଧାବମାନ ହୁଏ
ସେମାନେ ସେହିପରି ଆପଣା ଆପଣା ପଥରେ ଦୌଡ଼ନ୍ତି।
7 ଏପରିକି ଆକାଶର ପକ୍ଷୀଗଣ
ନିଜ ନିଜ ନିରୂପିତ ସମୟ ଜାଣନ୍ତି।
ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ
ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି।
ମାତ୍ର ଆମ୍ଭର ଲୋକମାନେ
ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
8 “‘ତୁମ୍ଭେମାନେ କହୁଛ ଯେ, “ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି।”
ମାତ୍ର ଏହା ସତ୍ୟ ନୁହେଁ।
କାରଣ ଅଧ୍ୟାପକଗଣଙ୍କ ମିଥ୍ୟା ଲେଖନୀ ମିଥ୍ୟା ଲେଖିଅଛି।
9 ସେହି “ଜ୍ଞାନୀ ଲୋକମାନେ” ଲଜ୍ଜିତ ହେବେ,
ସେମାନେ ଦ୍ୱନ୍ଦରେ ପଡ଼ିବେ ଓ ଫାନ୍ଦରେ ପଡ଼ିବା ପରି ଅନୁଭବ କରିବେ।
ଦେଖ, ସେମାନେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ୟାଖାନ କଲେ।
ସେମାନଙ୍କୁ କିପରି “ଜ୍ଞାନୀ” ବୋଲି ବିବେଚନା କରାଯିବ?
10 ତେଣୁ ଆମ୍ଭେ ସେମାନଙ୍କର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦେବା
ଓ ସେମାନଙ୍କର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦେବା।
କାରଣ ଇସ୍ରାଏଲ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତେ ଲୋଭାସକ୍ତ
ଆଉ ଭବିଷ୍ୟଦ୍ବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ଯ୍ୟନ୍ତ
ସମସ୍ତେ ମିଥ୍ୟାଚରଣ କରନ୍ତି।
11 ଯଦିଓ ମୋର ଲୋକମାନେ ଗୁରୁତର ଭାବରେ ଆଘାତପ୍ରାପ୍ତ ହୋଇଛନ୍ତି।
ଏଠାରେ “ଶାନ୍ତି” ଅଛି, ବୋଲି କହି ସେମାନେ ସହଜରେ
ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି।
ସେତେବେଳେ ସେଠାରେ କୌଣସି ‘ଶାନ୍ତି’ ନ ଥାଏ।
12 ସେମାନେ ଘୃଣ୍ୟକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ,
ସେମାନଙ୍କର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ।
ଏଣୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ
ପତିତ ହେବେ।
ସେମାନଙ୍କ ପ୍ରତିଫଳ ପ୍ରାପ୍ତି ସମୟରେ ସେମାନେ ନିପାତିତ ହେବେ।’”
ସଦାପ୍ରଭୁ ଏହିସବୁ କହନ୍ତି।
13 “‘ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ସମସ୍ତ ଶସ୍ୟ ଓ ଫଳ ନେଇଯିବା
ଓ ସେମାନଙ୍କୁ ନିରିହ ରୂପେ ସଂହାର କରିବା।
ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ ଓ ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ।
ପତ୍ରସବୁ ମ୍ଳାନ ହୋଇଯିବେ।
ଆମ୍ଭେ ସେମାନଙ୍କୁ ଯାହାସବୁ ଦେଇଅଛୁ, ସେସବୁ ସେମାନଙ୍କଠାରୁ ନେଇଯିବୁ।’”
14 “ଆମ୍ଭେମାନେ କାହିଁକି ଶାନ୍ତଭାବେ ବସିଅଛୁ?
ଆସ, ଏକତ୍ରିତ ହୋଇ ଆମ୍ଭେମାନେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଗ୍ଭଲିଯିବା।
ଆସ ସେହି ସ୍ଥାନରେ ଆମ୍ଭେ ମୃତ୍ୟୁବରଣ କରିବା।
ଯେହେତୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଛନ୍ତି।
ଆସ ବିଷାକ୍ତ ପାଣି ପିଇବା,
ଯେହେତୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।
15 ଆମ୍ଭେମାନେ ଶାନ୍ତି ଆଶା କଲୁ,
ମାତ୍ର କିଛି ମଙ୍ଗଳ ହେଲା ନାହିଁ।
ସେ ଆମ୍ଭମାନଙ୍କୁ କ୍ଷମା ଦେବେ ବୋଲି ଇଚ୍ଛା କଲୁ,
ମାତ୍ର କେବଳ ବିପଦ ମାଡ଼ି ଆସିଲା।
16 ଦାନ୍ ନଗରଠାରୁ
ତାହାର ଅଶ୍ୱଗଣର ନାସିକା ଧ୍ୱନି ଶୁଣା ଯାଉଅଛି।
ତାହାର କନିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ
ସମୁଦାୟ ଦେଶ କମ୍ପିତ ହେଉଅଛି।
କାରଣ ସେମାନେ ଆସିଛନ୍ତି,
ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର
ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି।”
17 “ହେ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ ଓ କାଳସର୍ପମାନଙ୍କୁ ପଠାଇବା,
ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ।
ସେମାନଙ୍କୁ କେହି ଅଟକାଇ ପାରିବେ ନାହିଁ।”
ଏହା ସଦାପ୍ରଭୁ କହନ୍ତି।
18 ହେ ପରମେଶ୍ୱର ମୋର ହୃଦୟ ଦୁଃଖରେ ଅଭିଭୂତ, ମୁଁ ଅତ୍ୟନ୍ତ ଭୟଭୀତ ଓ ମୂର୍ଚ୍ଛିତ।
19 ମୋର ଲୋକମାନଙ୍କର ଅତି ଦୂର ଦେଶରୁ ଆସୁଥିବା
ଆର୍ତ୍ତଚିତ୍କାର ଶୁଣ।
ସେମାନେ କହନ୍ତି, “ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି?
ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି?”
ମାତ୍ର ପରମେଶ୍ୱର କହନ୍ତି,
“ସେମାନେ ନିଜର ଖୋଦିତ ପ୍ରତିମା
ଓ ବିଦେଶୀୟ ଅସାର ବସ୍ତ୍ର ସମୂହଦ୍ୱାରା
ଆମ୍ଭକୁ ବିରକ୍ତ ଓ କ୍ରୋଧିତ କରିଛନ୍ତି।”
20 “ଶସ୍ୟ ସଂଗ୍ରହର ସମୟ ଶେଷ ହେଲା।
ଗ୍ରୀଷ୍ମକାଳ ଅତିବାହିତ ହେଲା।
ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହେଲା ନାହିଁ।”
21 ମୋର ହୃଦୟ ଭାଙ୍ଗି ଯାଇଛି କାରଣ ମୋର ଲୋକମାନଙ୍କର ହୃଦୟ ଭାଙ୍ଗି ଯାଇଛି।
ମୁଁ ମଳିନ, ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।
22 ଗିଲିୟଦରେ ଔଷଧ ଅଛି
ଓ ସେଠାରେ ବୈଦ୍ୟମାନେ ମଧ୍ୟ ଅଛନ୍ତି।
ତେବେ ମୋର ଆଘାତପ୍ରାପ୍ତ ଲୋକମାନେ କାହିଁକି ଆରୋଗ୍ୟଲାଭ କରୁ ନାହାନ୍ତି?
9 ଯେବେ ମୋର ମସ୍ତକ ଜଳମୟ
ଓ ମୋର ଚକ୍ଷୁ ଲୋତକର ଝରଣାସ୍ୱରୂପ ହୁଅନ୍ତା,
ତେବେ ମୁଁ ମୋହର ନିହତ ଲୋକମାନଙ୍କ ପାଇଁ ଦିନରାତି କ୍ରନ୍ଦନ କରି ପାରନ୍ତି।
2 ଆଉ ଯଦି ପଥିକମାନଙ୍କର ବସାପରି
ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା,
ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି
ସେମାନଙ୍କଠାରୁ ଦୂରେଇ ଯାଇ ପାରନ୍ତି।
କାରଣ ସେମାନେ ସମସ୍ତେ ବ୍ୟଭିଗ୍ଭରୀ
ଓ ପରମେଶ୍ୱରଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି।
3 “ପୁଣି ସେମାନେ ଅସତ୍ୟତା ନିମନ୍ତେ
ନିଜ ନିଜ ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି।
ଆଉ ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି,
ମାତ୍ର ସତ୍ୟତା ପାଇଁ ନୁହେଁ।
କାରଣ ସେମାନେ ପାପ ଉପରେ ପାପ କରିବାକୁ ଅଗ୍ରସର ହୁଅନ୍ତି।
ସେମାନେ ଆମ୍ଭକୁ ଜାଣନ୍ତି ନାହିଁ।”
ଏହା ସଦାପ୍ରଭୁ କହନ୍ତି।
4 “ତୁମ୍ଭେମାନେ ପ୍ରତ୍ୟେକ ପ୍ରତିବାସୀ ପ୍ରତି ସାବଧାନ ହୁଅ
ଓ କୌଣସି ଭ୍ରାତାକୁ ବିଶ୍ୱାସ କର ନାହିଁ।
କାରଣ ପ୍ରତ୍ୟେକ ଭ୍ରାତା ପ୍ରତାରକ
ଓ ପ୍ରତ୍ୟେକ ପ୍ରତିବାସୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।
5 ସେମାନେ ପ୍ରତ୍ୟେକ ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ
ଓ କେବେ ସତ୍ୟକଥା କହିବେ ନାହିଁ।
ସେମାନେ ମିଥ୍ୟା କହିବାକୁ
ନିଜ ନିଜ ଜିହ୍ୱାକୁ ଶିଖାଇଅଛନ୍ତି।
ଥକିବା ପର୍ଯ୍ୟନ୍ତ
ସେମାନେ ମନ୍ଦକର୍ମ କରନ୍ତି।
6 ଗୋଟିଏ ମନ୍ଦକର୍ମ ପରେ ଅନ୍ୟ ଏକ ମନ୍ଦକର୍ମ ଗ୍ଭଲେ
ଓ ପ୍ରବଞ୍ଚନା ଲାଗି ରହେ।”
ତେଣୁ ସଦାପ୍ରଭୁ କହନ୍ତି, “ଏହି ମିଥ୍ୟା ଓ ପ୍ରବଞ୍ଚନା ଯୋଗୁଁ
ସେମାନେ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।”
7 ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
“ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନିରେ ତରଳାଏ,
ସେହିପରି ଆମ୍ଭେ ସେମାନଙ୍କୁ ପରୀକ୍ଷା କରିବା।
ଆମ୍ଭ ଲୋକମାନେ ପାପ କରିଥିବା ହେତୁ
ଆଉ ଆମ୍ଭେ କ’ଣ କରି ପାରିବା?
8 ସେମାନଙ୍କର ଜିହ୍ୱା ପ୍ରାଣନାଶକ ବାଣସ୍ୱରୂପ।
ତାହା କେବଳ ମିଥ୍ୟା ଓ ପ୍ରବଞ୍ଚନାର କଥା କହେ।
ସେମାନେ ମୁହଁରେ ପ୍ରତିବାସୀ ସହିତ ପ୍ରେମାଳାପ କରନ୍ତି,
ମାତ୍ର ଅନ୍ତରରେ ସେମାନଙ୍କୁ ବିନାଶ କରିବାକୁ ଯୋଜନା କରନ୍ତି।”
9 ତେଣୁ ସଦାପ୍ରଭୁ କହନ୍ତି,
“ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା।
ଏହି ପ୍ରକାର ଗୋଷ୍ଠୀକୁ ଆମ୍ଭେ ଦଣ୍ଡ ବିଧାନ ନ କରି
କ’ଣ ରହିପାରିବା?”
10 ମୁଁ, ଯିରିମିୟ, ପର୍ବତମାନଙ୍କ ପାଇଁ
ଓ ପ୍ରାନ୍ତରସ୍ଥ ଚରାସ୍ଥାନ ପାଇଁ କେବଳ ବିଳାପ କରିବି।
ସେମାନଙ୍କ ନିମନ୍ତେ ଶୋକ କରିବି।
କାରଣ କେହି ଜୀବନ୍ତ ପ୍ରାଣୀ ସେଠାରେ ନ ଥିବେ।
କୌଣସି ଲୋକ ଯାତାୟାତ କରିବେ ନାହିଁ।
ପଶୁପଲର ରବ ଶୁଣାଯିବ ନାହିଁ।
ଆଉ ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟେ ସେଠାରୁ ପଳାୟନ କରିବେ।
11 “ପୁଣି ଆମ୍ଭେ ସଦାପ୍ରଭୁ ଯିରୁଶାଲମକୁ ଢିପି
ଓ ଶୃଗାଳମାନଙ୍କ ବାସସ୍ଥାନରେ ପରିଣତ କରିବା।
ଆଉ ଆମ୍ଭେ ଯିହୁଦାର ନଗରସମୂହକୁ
ନିର୍ଜନ ଧ୍ୱଂସସ୍ଥାନ କରିବା।”
12 ଏହା ବୁଝିଲାଭଳି କୌଣସି ଜ୍ଞାନୀ ବ୍ୟକ୍ତି ଏଠାରେ ଅଛନ୍ତି କି? ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷା ପାଇଥିବା ଓ ତାଙ୍କର ମୁଖ ନିଃସୃତ ବାଣୀକୁ ବ୍ୟକ୍ତି କରିବାକୁ କେହି ବ୍ୟକ୍ତି ଅଛି କି? ଦେଶ କାହିଁକି ଧ୍ୱଂସପ୍ରାପ୍ତ ହେଲା ଓ ପ୍ରାନ୍ତରସବୁ ଦଗ୍ଧିଭୂତ ହେଲା, କେହି ସେଠାରେ ଯାତାୟାତ କଲେ ନାହିଁ?
13 ଏସବୁର କାରଣ ସଦାପ୍ରଭୁ କହନ୍ତି, “ତାହା ହେଲା ଆମ୍ଭେ ସେମାନଙ୍କ ସମ୍ମୁଖରେ ଆମ୍ଭର ଯେଉଁ ବ୍ୟବସ୍ଥାମାନ ରଖିଲୁ ତାହା ସେମାନେ ପରିତ୍ୟାଗ କରିଅଛନ୍ତି। ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି କି ତଦନୁସାରେ ଆଚରଣ କରି ନାହାନ୍ତି। 14 ସେମାନେ ନିଜ ଇଚ୍ଛାନୁସାରେ ଅବାଧ୍ୟ ହୋଇଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସାରେ ବାଲ୍ଦେବ ତାଙ୍କର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।”
15 ତେଣୁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା। 16 ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷ ଜାଣି ନ ଥିବା ଦେଶୀୟମାନଙ୍କ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ସେମାନଙ୍କୁ ସଂହାର ନ କରିବା ଯାଏ ସେମାନଙ୍କ ପଛରେ ଖଡ଼୍ଗ ପଠାଇବା।”
17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
“ତୁମ୍ଭେମାନେ ବିବେଚନା କର
ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ
ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ।
18 ସେମାନେ କହନ୍ତି,
‘ସେହି ସ୍ତ୍ରୀଲୋକମାନେ ଶୀଘ୍ର ଆସନ୍ତୁ
ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ।
ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହେବ
ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହେବ।’
19 “କାରଣ ସିୟୋନରୁ ଏହି ହାହାକାର ଶବ୍ଦ ଶୁଣାଯାଉଛି।
‘ଆମ୍ଭେମାନେ ପ୍ରକୃତରେ ବିନଷ୍ଟ ହୋଇଅଛୁ।
ଆମ୍ଭେମାନେ ବିଶେଷ ଭାବରେ ଲଜ୍ଜିତ,
କାରଣ ଆମ୍ଭର ବାସସ୍ଥାନ ଧୂଳିସାତ୍ ହୋଇଅଛି
ଓ ଆମ୍ଭେମାନେ ଦେଶ ପରିତ୍ୟାଗ କରିଅଛୁ।’”
20 ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ୟ ଶୁଣ,
ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ୟ ଗ୍ରହଣ କରୁ।
ଆଉ “ତୁମ୍ଭେମାନେ ନିଜ ନିଜ କନ୍ୟାମାନଙ୍କୁ ହାହାକାର କରିବାକୁ
ଓ ପ୍ରତ୍ୟେକ ନିଜ ପ୍ରତିବାସିନୀକୁ ବିଳାପ କରିବାକୁ ଶିକ୍ଷା ଦିଅ।
21 “କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ
ଆମ୍ଭମାନଙ୍କର ପ୍ରାସାଦରେ ପ୍ରବେଶ କରିଅଛି।
ଏହା ବାହାରେ ବାଳକମାନଙ୍କୁ
ଓ ନଗରର ଛକମାନଙ୍କରେ ଯୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।”
22 ଯିରିମିୟ ଏହା କହନ୍ତି, “ସଦାପ୍ରଭୁଙ୍କ ବାକ୍ୟାନୁସାରେ
‘ମନୁଷ୍ୟମାନଙ୍କର ଶବ ଖତପରି କ୍ଷେତ୍ରରେ ପଡ଼ି ରହିବ
ଆଉ ଶସ୍ୟ ଚ୍ଛେଦନକାରୀର ଶସ୍ୟ ପଛରେ ପଡ଼ିଲା ପରି
ସେମାନେ କ୍ଷେତ୍ରରେ ପଡ଼ି ରହିବେ।
କେହି ସେମାନଙ୍କୁ ସଂଗ୍ରହ କରିବାକୁ ନ ଥିବେ।’”
23 ଆଉ ସଦାପ୍ରଭୁ କହନ୍ତି,
“ଜ୍ଞାନବାନ୍ ଆପଣା ଜ୍ଞାନରେ ଦର୍ପ ନ କରୁ,
ବଳବାନ୍ ଆପଣା ବଳରେ ଦର୍ପ ନ କରୁ
ଓ ଧନବାନ୍ ଆପଣା ଧନରେ ଗର୍ବ ନ କରୁ।
24 ଯଦି କେହି ଦର୍ପ କରିବ, ତେବେ ସେ ଆମ୍ଭକୁ ଚିହ୍ନେ
ଓ ଜାଣେ ବୋଲି ଦର୍ପ କରୁ।
ଆମ୍ଭେ ସଦାପ୍ରଭୁଙ୍କ ଜଗତରେ ସ୍ନେହ, କରୁଣା ବିଗ୍ଭର
ଓ ଧର୍ମସାଧନ କରୁ,
କାରଣ ସଦାପ୍ରଭୁ କହନ୍ତି
ଏସବୁରେ ଆମ୍ଭର ସନ୍ତୋଷ ଥାଏ।”
25 ସଦାପ୍ରଭୁ କହନ୍ତି ଦେଖ, “ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି। 26 ଆମ୍ଭେ ମିଶର, ଯିହୁଦା, ଇଦୋମ, ଅମ୍ମୋନ ଓ ମୋୟାବର ସନ୍ତାନଗଣଙ୍କୁ ଓ ସମସ୍ତ ପ୍ରାନ୍ତରବାସୀଙ୍କୁ ଦଣ୍ଡ ଦେବା, କାରଣ ସେମାନେ ଶରୀରରେ ଅସୁନ୍ନତ ମାତ୍ର ସମଗ୍ର ଇସ୍ରାଏଲ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”
2010 by World Bible Translation Center