Beginning
କୁମ୍ଭକାର ଓ ମାଟି
18 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। 2 “ହେ ଯିରିମିୟ, ତୁମ୍ଭେ କୁମ୍ଭକାର ଗୃହକୁ ଯାଅ। ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”
3 ତେଣୁ ମୁଁ କୁମ୍ଭକାର ଗୃହକୁ ଗଲି ଓ ଦେଖିଲି କୁମ୍ଭକାର ଚକ୍ରରେ ମାଟିର କାମ କରୁଛି। 4 ସେ ମାଟିର ପାତ୍ର ନିର୍ମାଣ କରୁଥିବା ବେଳେ ସେଥିରେ କିଛି ଦୋଷ ଦେଖିଲା। ତେଣୁ ସେ ପାତ୍ରର ମାଟିକୁ ପୁନର୍ବାର ନିଜ ଇଚ୍ଛାନୁସାରେ ସଜାଡ଼ି ନୂଆ ପାତ୍ର ନିର୍ମାଣ କଲା।
5 ତା'ପରେ ସଦାପ୍ରଭୁଙ୍କର ବାଣୀ ମୋ’ ନିକଟରେ ଉପସ୍ଥିତ ହେଲା। 6 “ହେ ଇସ୍ରାଏଲର ଗୃହ, ତୁମ୍ଭେ ଜାଣ ଆମ୍ଭେ ତୁମ୍ଭ ସହିତ ଜଣେ କୁମ୍ଭକାର ପରି କାର୍ଯ୍ୟ କଲେ। ତୁମ୍ଭେମାନେ ମୋ’ ହସ୍ତରେ କୁମ୍ଭକାରର ମୃତ୍ତିକା ସଦୃଶ ଅଟ। 7 ସମୟ ଆସିବ ଯେତେବେଳେ ଆମ୍ଭେ ଗୋଟିଏ ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ, ଅଧଃପତନ ଓ ବିନାଶର କଥା କହିବା। 8 ମାତ୍ର ଯଦି ସେହି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି ତେବେ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହେବା। 9 ପୁଣି ଏକ ସମୟ ଆସିବ ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା। 10 ପୁଣି ଯେତେବେଳେ ଦେଖିବୁ ଯେବେ ଆମ୍ଭର ଆଜ୍ଞା ପାଳନ ନ କରି ଦୁଷ୍କର୍ମ କରନ୍ତି, ତେବେ ଆମ୍ଭେ ସେମାନଙ୍କ ପାଇଁ ଯେଉଁ ମଙ୍ଗଳ କାମନା କରିଥିଲୁ ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
11 “ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’ 12 ମାତ୍ର ଯିହୁଦାବାସୀ କହନ୍ତି, ‘ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ୟତାନୁସାରେ କର୍ମ କରି ଗ୍ଭଲିବୁ।’”
13 ଏଣୁ ସଦାପ୍ରଭୁ ଏହି କଥା କହନ୍ତି,
“ତୁମ୍ଭେମାନେ ଏବେ ନାନା ଦେଶୀୟ ଲୋକମାନଙ୍କୁ ପ୍ରଗ୍ଭର କର।
‘କିନ୍ତୁ ଏହା କିଏ ଶୁଣୁଅଛି?’
ଇସ୍ରାଏଲର କୁମାରୀ କନ୍ୟାଗଣ
ଅତ୍ୟନ୍ତ ମର୍ମନ୍ତୁକ କାର୍ଯ୍ୟ କରିଅଛନ୍ତି।
14 ତୁମ୍ଭେମାନେ ଜାଣ ଲିବାନୋନ କ୍ଷେତ୍ରସ୍ଥ
ଶୈଳ ଉପରିସ୍ଥ ହିମସବୁ କେବେ ତରଳି ଯିବ ନାହିଁ
ଓ ଝରଣାର ସୁଶୀତଳ ଜଳ କେବେ ଶୁଷ୍କ ହେବ ନାହିଁ।
15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାଶୋରି
ଅସାର ଦେବଗଣଙ୍କୁ ଧୂପ ଉତ୍ସର୍ଗ କରିଛନ୍ତି।
ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ
ସେମାନଙ୍କୁ ଗମନ କରାଇବା ନିମନ୍ତେ ପ୍ରବର୍ତ୍ତାଇଛନ୍ତି।
ସେମାନଙ୍କ ପୁରାତନ ପଥରେ ବିଘ୍ନ ଜନ୍ମାଇ ଅଛନ୍ତି।
16 ଯିହୁଦା ଏକ ଶୂନ୍ୟ ମରୁପ୍ରାନ୍ତରରେ ପରିଣତ ହେବ।
ସେମାନେ ଗମନ କଲାବେଳେ ଶୀସ୍ ଶବ୍ଦ କରିଯାଆନ୍ତି।
ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହୋଇ
ଆପଣା ମସ୍ତକ ହରାଇବ।
17 ଆମ୍ଭେ ପୂର୍ବୀୟ ପବନରେ ଚ୍ଛିନ୍ନ ହେଲା ପରେ ଶତ୍ରୁ ସମ୍ମୁଖରେ
ସେମାନଙ୍କୁ ଛିନ୍ନଭିନ୍ନ କରିବା।
ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କୁ ସାହାଯ୍ୟ ନ କରି
ସେମାନଙ୍କ ପ୍ରତି ବିମୁଖ ହେବା।”
18 ଯିରିମିୟଙ୍କ ଶତ୍ରୁଗଣ କହିଲେ, “ଆସ ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ୟବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ତେଣୁ ଆସ ଆମ୍ଭେମାନେ ତାଙ୍କୁ ପ୍ରବଞ୍ଚନା ଦ୍ୱାରା ଧ୍ୱଂସ କରିବା। ଆମ୍ଭେମାନେ ତାଙ୍କର କୌଣସି କଥା ଶୁଣିବା ନାହିଁ।”
19 ହେ ସଦାପ୍ରଭୁ, ମୋ’ ପ୍ରତି କର୍ଣ୍ଣପାତ କର
ଏବଂ ମୋ’ ସହିତ ଯୁକ୍ତି କରୁଥିବା ଲୋକମାନଙ୍କର କଥା ଶୁଣ।
20 ଲୋକେ ମଙ୍ଗଳ ପରିଶୋଧରେ କ’ଣ ଅମଙ୍ଗଳ କରିବେ?
ତୁମ୍ଭେ ସ୍ମରଣ କର, ମୁଁ କିପରି ସେମାନଙ୍କର ମଙ୍ଗଳ ନିମନ୍ତେ
ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇଥିଲି
ଓ ସେମାନଙ୍କୁ ଦଣ୍ଡ ନ ଦେବା ପାଇଁ କହିଥିଲି।
ମାତ୍ର ସେମାନେ ମୋର ବିନାଶ ନିମନ୍ତେ
ଗର୍ତ୍ତ ଖୋଳି ଅଛନ୍ତି।
21 ତେଣୁ ସେମାନଙ୍କର ସନ୍ତାନଗଣ ଦୁର୍ଭିକ୍ଷରେ କବଳିତ ହୁଅନ୍ତୁ।
ସେମାନଙ୍କର ଶତ୍ରୁ ସେମାନଙ୍କୁ ଖଡ଼୍ଗରେ ପରାସ୍ତ କରନ୍ତୁ।
ସେମାନଙ୍କର ସ୍ତ୍ରୀମାନେ ସନ୍ତାନହୀନା ଓ ବିଧବା ହୁଅନ୍ତୁ।
ସେମାନଙ୍କର ପୁରୁଷଗଣ ମୃତ୍ୟୁବରଣ କରନ୍ତୁ
ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ନିହତ ହୁଅନ୍ତୁ।
22 ଯେତେବେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସେମାନଙ୍କ ବିରୁଦ୍ଧରେ ଆଣ,
ସେମାନଙ୍କର ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ।
କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳି ଅଛନ୍ତି
ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ବସାଇ ଅଛନ୍ତି।
23 ହେ ସଦାପ୍ରଭୁ, ମୋର ବିନାଶ ପାଇଁ ସେମାନଙ୍କର ଯୋଜନା ତୁମ୍ଭେ ଜାଣୁଅଛ।
ସେମାନଙ୍କର ଅଧର୍ମ କ୍ଷମା କର ନାହିଁ।
ତୁମ୍ଭ ଦୃଷ୍ଟିରେ ସେମାନଙ୍କର ପାପ ଲୋପ କର ନାହିଁ।
ତୁମ୍ଭେ ସେମାନଙ୍କୁ ବିନାଶ କର।
ଆପଣା କ୍ରୋଧ ସେମାନଙ୍କ ପ୍ରତି ବ୍ୟବହାର କର।
ଭଗ୍ନ ପାତ୍ର
19 ସଦାପ୍ରଭୁ ମୋତେ କହିଲେ, “ଯାଅ ଏବଂ କୁମ୍ଭକାର ପାଖରୁ ଏକ ମୃତ୍ତିକା ପାତ୍ର କିଣ।” 2 ଆଉ ଲୋକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସେମାନଙ୍କୁ ନେଇ ହାର୍ଶିତ୍ ଫାଟକ ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିଯାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସେହି ସ୍ଥାନରେ ପ୍ରଗ୍ଭର କର। 3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ। 4 କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି। 5 ଯିହୁଦାର ରାଜାଗଣ ବାଲ୍ଦେବ ଉଦ୍ଦେଶ୍ୟରେ ଉଚ୍ଚସ୍ଥଳୀ ନିର୍ମାଣ କରିଛନ୍ତି। ସେମାନେ ନିଜର ସନ୍ତାନଗଣଙ୍କୁ ବାଲ୍ଦେବ ଉଦ୍ଦେଶ୍ୟରେ ହୋମବଳି ରୂପେ ଉତ୍ସର୍ଗ କରିଅଛନ୍ତି। ଆମ୍ଭେ କିନ୍ତୁ ସେମାନଙ୍କୁ ଏହା କହିବାକୁ ଆଦେଶ କରି ନାହୁଁ କି କହି ନାହୁଁ ଓ ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ। 6 ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଏହିସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି। 7 ପୁଣି ସେହି ସ୍ଥାନରେ ଆମ୍ଭେ ଯିହୁଦାର ଓ ଯିରୁଶାଲମର ସମସ୍ତ ସାଜସଜ୍ଜା ବ୍ୟର୍ଥ କରିବା। ତା'ପରେ ସେମାନଙ୍କୁ ସେମାନଙ୍କର ଶତ୍ରୁମାନଙ୍କର ଖଡ଼୍ଗରେ ଧ୍ୱଂସ ହେବାକୁ ଆମ୍ଭେ ଦେବା। ଆମ୍ଭେ ସେମାନଙ୍କର ଶବକୁ ପକ୍ଷୀମାନଙ୍କୁ ଓ ପଶୁମାନଙ୍କୁ ଖାଦ୍ୟ ରୂପେ ଦେବା। 8 ଆମ୍ଭେ ଏହି ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିବା। ଯେତେବେଳେ ଲୋକମାନେ ଯିରୁଶାଲମ ଦେଇ ଯିବେ, ସେମାନେ ଯାହା ଦେଖିବେ ସେଥିରେ ଆଘାତ ପାଇବେ। ଯେତେବେଳେ ସେମାନେ ଧ୍ୱସ୍ତ ନଗରୀକୁ ଦେଖିବେ, ସେମାନେ ଆତଙ୍କିତ ହେବେ ଓ ବୀଭିଷିକା ପ୍ରକାଶ କରିବା ପାଇଁ ଶୀସ୍ ଶବ୍ଦ କରିବେ। 9 ଶତ୍ରୁଗଣ ସେମାନଙ୍କ ନଗରକୁ ଅବରୋଧ କରିବେ ଓ ସେମାନଙ୍କୁ ଖାଦ୍ୟ ପାଇଁ ବାହାରକୁ ଯିବାକୁ ଦେବେ ନାହିଁ। ତେଣୁ ଲୋକମାନେ ଉପବାସରେ ରହିବେ ଓ କ୍ଷୁଧାରେ ଆତୁର ହୋଇ ସଙ୍କଟ ସମୟରେ ପୁତ୍ରକନ୍ୟାର ମାଂସ ଭୋଜନ କରିବେ। ଆଉ ମଧ୍ୟ ଶେଷରେ ପରସ୍ପରକୁ ଭୋଜନ କରିବେ।’
10 “ହେ ଯିରିମିୟ, ତୁମ୍ଭେ ଲୋକମାନଙ୍କୁ ଏହି କଥା କହିବ। ସେମାନେ ଲକ୍ଷ୍ୟ କଲାବେଳେ ସେମାନଙ୍କର ସାକ୍ଷାତରେ ଏହି ପାତ୍ରକୁ ଭାଙ୍ଗିବ। 11 ସେହି ସମୟରେ ସେମାନଙ୍କୁ କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କେହି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ଯୋଡ଼ା ହୁଏ ନାହିଁ। ସେହିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସେମାନେ ସମସ୍ତେ ତୋଫତ୍ରେ କବର ନେବେ।’ 12 ସଦାପ୍ରଭୁ କହନ୍ତି ‘ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା। ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା। 13 ଯିରୁଶାଲମର ସମସ୍ତ ଗୃହ ଓ ସମସ୍ତ ରାଜପ୍ରାସାଦଗୁଡ଼ିକ ତୋଫତ୍ ତୁଲ୍ୟ “ଅଶୁଚି” ସ୍ଥାନ ହେବ। କାରଣ ସେମାନେ ଆକାଶମଣ୍ଡଳସ୍ଥ ଅତିଥି[a] ଉଦ୍ଦେଶ୍ୟରେ ଧୂପ ଜଳାଇ ଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରିଅଛନ୍ତି।’”
14 ତା'ପରେ ଯିରିମିୟ ତୋଫତ୍ର ସେହି ସ୍ଥାନରୁ ଆସିଲେ। ଯେଉଁଠାକୁ ସଦାପ୍ରଭୁ ତାଙ୍କୁ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କରିବା ପାଇଁ ପଠାଇଥିଲେ ଏବଂ ସଦାପ୍ରଭୁଙ୍କ ମନ୍ଦିର ଅଗଣାରେ ଛିଡ଼ା ହୋଇଥିବା ସମସ୍ତଙ୍କୁ ଏହା କହିଥିଲେ। 15 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା କାରଣ ସେମାନେ ମୋର ବାକ୍ୟ ନ ମାନି ଅବାଧ୍ୟ ହୋଇଅଛନ୍ତି।’”
ଯିରିମିୟ ଓ ପଶ୍ହୂର
20 ଯିରିମିୟ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲାବେଳେ ଇମ୍ମର ଯାଜକର ପୁତ୍ର ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍ହୂର ତାହା ଶୁଣିଲା। 2 ତେଣୁ ପଶ୍ହୂର ଭବିଷ୍ୟଦ୍ବକ୍ତା ଯିରିମିୟଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନର ଉପର ଫାଟକରେ ଥିବା ହରିକାଠରେ ତାକୁ ବନ୍ଦ କରି ରଖିଲା। 3 ତହିଁ ପରଦିନ ପଶ୍ହୂର ଯିରିମିୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତା'ପରେ ଯିରିମିୟ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି ‘ମାଗୋର ମୀଷାବୀବ୍’ (ଚତୁର୍ଦ୍ଦିଗେ ଆଶଙ୍କା) ରଖି ଅଛନ୍ତି। 4 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା ଯେ, ତୁମ୍ଭ ପାଇଁ ଯାହା ଘଟିବ, ସେଥିରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହେବେ। ଏବଂ ସେମାନେ ସେମାନଙ୍କର ଶତ୍ରୁଗଣର ଖଡ଼୍ଗରେ ନିହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତରେ ଦେବା, ତା'ପରେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଯିବା ଓ ସେମାନଙ୍କୁ ସେଠାରେ ହତ୍ୟା କରାଯିବ। 5 ଯିରୁଶାଲମ ଅର୍ଜିତ ସକଳ ସମ୍ପତ୍ତି, ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ସେମାନଙ୍କ ଶତ୍ରୁଗଣଙ୍କ ହସ୍ତରେ ଦେବା, ଆଉ ଯିହୁଦାର ରାଜଗଣର ସକଳ ଧନଭଣ୍ଡାର ଶତ୍ରୁର ହସ୍ତଗତ କରାଇବା। ସେମାନେ ସେ ସମସ୍ତ ଲୁଟିନେଇ ବାବିଲକୁ ଘେନିଯିବେ। 6 ପୁଣି ହେ ପଶ୍ହୂର, ତୁମ୍ଭେ ଓ ତୁମ୍ଭ ଗୃହ ନିବାସୀ ସମସ୍ତେ ବନ୍ଦୀ ହୋଇ ବାବିଲକୁ ଯିବେ। ତୁମ୍ଭେ ସେହି ସ୍ଥାନରେ ମରିବ ଓ ସେଠାରେ କବର ପାଇବ। ତୁମ୍ଭର ଯେଉଁ ବନ୍ଧୁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲ, ସେହି ବନ୍ଧୁମାନେ ମଧ୍ୟ ସେହିଠାରେ ମରିବେ ଓ କବର ନେବେ।’”
ଯିରିମିୟଙ୍କ ପଞ୍ଚମ ଅଭିଯୋଗ
7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବାରୁ ବିପଥଗାମୀ କରାଇଲ ଓ ମୁଁ ପ୍ରତାରିତ ହେଲି।
ତୁମ୍ଭେ ମୋ'ଠାରୁ ଶକ୍ତିଶାଳୀ, ଯେଉଁଥିପାଇଁ ମୋ'ଠାରୁ ଜୟ କରିଅଛ।
ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି,
ସମସ୍ତେ ମୋତେ ପରିହାସ କରୁଛନ୍ତି।
8 ପ୍ରତ୍ୟେକ ଥର ମୁଁ କଥା କହେ ଓ କ୍ରନ୍ଦନ କରେ।
ଦୌରାତ୍ମ୍ୟ ଓ ବିନାଶର କଥା ଉଚ୍ଚସ୍ୱରରେ କହେ।
ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ପ୍ରତି ହୋଇଅଛି ବୋଲି କହିଲେ ମଧ୍ୟ
ଲୋକେ ପ୍ରତିଥର ମୋତେ ଧିକ୍କାର ଓ ବିଦ୍ରୂପ କରିଛନ୍ତି।
9 ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ
କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।”
ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ।
ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ।
ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି
କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।
10 ମୁଁ ବହୁବାର ଅପବାଦ ଶୁଣିଅଛି।
ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି।
ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି
ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି।
ସେମାନେ ଅଭିଯୋଗ କରି କହନ୍ତି,
“ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ
ମିଥ୍ୟା ଓ ମନ୍ଦକଥା କହିବା,
ତୁମ୍ଭେମାନେ ମଧ୍ୟ ତାହା କହିବ।
ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା
ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”
11 କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି।
ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି।
ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ
ଓ ମୋତେ ପରାସ୍ତ କରି ପାରିବେ ନାହିଁ।
ସେମାନେ ଘୋର ଅପମାନିତ ହେବେ
କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି
ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ।
ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।
12 ତେଣୁ ହେ ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭେ ଧାର୍ମିକର ପରୀକ୍ଷକ।
ତୁମ୍ଭେ ସମସ୍ତଙ୍କର ମର୍ମ ଓ ଅନ୍ତଃକରଣ ଦେଖୁଅଛ।
ମୁଁ ସେମାନଙ୍କ ବିଷୟରେ ମୋର ଅଭିଯୋଗ ତୁମ୍ଭକୁ ଜଣାଇଅଛି।
ତୁମ୍ଭେ ସେମାନଙ୍କ ପ୍ରତି ତୁମ୍ଭ ଦତ୍ତ ପ୍ରତିଫଳ ମୋତେ ଦେଖାଅ।
13 ସଦାପ୍ରଭୁଙ୍କ ବିଷୟରେ ଗାନ କର,
ତାଙ୍କର ପ୍ରଶଂସା କର।
କାରଣ ସେ ଦୁଷ୍ଟାଗ୍ଭରୀଙ୍କ ହସ୍ତରୁ
ଦୀନହୀନର ପ୍ରାଣ ଉଦ୍ଧାର କରନ୍ତି।
ଯିରିମିୟଙ୍କ ଷଷ୍ଠ ଅଭିଯୋଗ
14 ମୋର ଜନ୍ମଦିନ ଶାପଗ୍ରସ୍ତ ହେଉ ଓ ଯେଉଁ ଦିନ ମୋର ମାତା ମୋତେ ଜନ୍ମ ଦେଲା,
ସେ ଦିନଟି ଆଶୀର୍ବାଦ ପ୍ରାପ୍ତ ନ ହେଉ।
15 ମୋର ପିତାଙ୍କୁ ଯେଉଁ ବ୍ୟକ୍ତି “ପୁତ୍ର” ହେବାର ସମ୍ବାଦ ଦେଇ ଖୁସୀ କରାଇଥିଲା,
“ଏହା ଏକ ବାଳକ” ସେ ମଧ୍ୟ ଶାପଗ୍ରସ୍ତ ହେଉ।
16 ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ।
ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ।
ଆଉ ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ
ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ।
17 କାରଣ, ସେ ମୋତେ ମାତୃ ଗର୍ଭରେ
ମାରି ପାରିଲା ନାହିଁ।
ତାହା କରିଥିଲେ
ମୋର ମାତୃଗର୍ଭ ମୋର କବର ହୋଇଥା’ନ୍ତା
ଓ ମୁଁ ଜନ୍ମ ନେଇ ନ ଥା’ନ୍ତି।
18 ମୁଁ କାହିଁକି ଜନ୍ମ ହେଲି?
ଲଜ୍ଜା ଓ ଦୁଃଖରେ ମୋର ସମସ୍ତ ଜୀବନ
ଅତିବାହିତ ହେଲା।
ପରମେଶ୍ୱର ସିଦିକିୟ ରାଜାଙ୍କ ଅନୁରୋଧ ପ୍ରତ୍ୟାଖ୍ୟାନ କରନ୍ତି
21 ରାଜା ସିଦିକିୟ ମଲ୍କିୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସିଫନିୟ ଯାଜକକୁ ସଦାପ୍ରଭୁଙ୍କର ବାକ୍ୟ ଦେଇ ଯିରିମିୟ ନିକଟକୁ ପଠାଇଲେ। 2 ପଶ୍ହୂର ଓ ସିଫନିୟ ଯିରିମିୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କର, କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି। ସଦାପ୍ରଭୁ ଆମ୍ଭମାନଙ୍କ ସପକ୍ଷରେ ସମସ୍ତ ଆଶ୍ଚର୍ଯ୍ୟ କ୍ରିୟା କରି ପାରନ୍ତି, ଯେପରି ସେ ଅତୀତରେ କରିଥିଲେ। ଆଉ ମଧ୍ୟ ସଦାପ୍ରଭୁ ତାଙ୍କୁ ଆକ୍ରମଣରୁ ବିରତ କରାଇବେ ଓ ସେ ପ୍ରସ୍ଥାନ କରିବ।”
3 ତା'ପରେ ଯିରିମିୟ, ସିଫନିୟ ଓ ପଶ୍ହୂରଙ୍କୁ କହିଲେ, “ତୁମ୍ଭେମାନେ ସିଦିକିୟଙ୍କୁ ଏହିକଥା କହିବ। 4 ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସବୁ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭ ଅବରୋଧକାରୀ କଲ୍ଦୀୟମାନଙ୍କ ସହିତ ପ୍ରାଚୀର ବାହାରେ ଯୁଦ୍ଧ କରୁଅଛ, ସେ ସବୁ ଅସ୍ତ୍ରକୁ ଆମ୍ଭେ ନିଷ୍ଫଳ କରାଇବା।
“‘ଖୁବ୍ ଶୀଘ୍ର ପ୍ରାଚୀର ବାହାରେ ଥିବା ଶତ୍ରୁଗଣଙ୍କୁ ଯିରୁଶାଲମ ମଧ୍ୟରେ ପ୍ରବେଶ କରାଇବା। 5 ପୁଣି ଆମ୍ଭେ ନିଜେ ବିସ୍ତୃତ ହସ୍ତ ଓ ବଳବାନ୍ ବାହୁ ସାହାଯ୍ୟରେ କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା। 6 ଆଉ ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା ଓ ସେମାନେ ମହାମାରୀରେ ମରିବେ। 7 ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ଖଡ଼୍ଗରେ ବଧ କରିବେ।’
8 “ଆଉ ମଧ୍ୟ ତୁମ୍ଭେ ସେ ଲୋକମାନଙ୍କୁ କହିବ, ‘ସଦାପ୍ରଭୁ ଏହିକଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖିଅଛୁ। 9 ଏବଂ ସେହି ଲୋକମାନେ, ଯେଉଁମାନେ ଏହି ନଗର ମଧ୍ୟରେ ରହିବେ, ସେମାନେ ମରିବେ। ସେମାନେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ। ମାତ୍ର ସେହି ଲୋକମାନେ ଯେଉଁମାନେ ଆକ୍ରମଣ କରୁଥିବା କଲ୍ଦୀୟମାନଙ୍କର ପକ୍ଷ ନିଅନ୍ତି, ସେମାନେ ବଞ୍ଚିବେ ଓ ସେମାନେ ସେହିମାନଙ୍କର ଜୀବନକୁ ସତେ ଯେପରି ଖଣ୍ଡେ ଲୁଣ୍ଠିତ ବସ୍ତୁ ତୁଲ୍ୟ ରକ୍ଷା କରିବେ। 10 ପୁଣି ସଦାପ୍ରଭୁ କହନ୍ତି “‘ମଙ୍ଗଳ ପାଇଁ ନୁହେଁ, ଅମଙ୍ଗଳ ଘଟାଇବା ପାଇଁ ଆମ୍ଭେ ସ୍ଥିର କରିଅଛୁ। ଏହି ନଗରକୁ ଆମ୍ଭେ ବାବିଲ ରାଜା ହସ୍ତରେ ଅର୍ପଣ କରିବା ଓ ସେ ଏହାକୁ ଅଗ୍ନିରେ ଦଗ୍ଧ କରିବ।’”
11 “ଆଉ ଯିହୁଦାର ରାଜବଂଶ ବିଷୟରେ ‘ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। 12 ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି,
“‘ତୁମ୍ଭେମାନେ ପ୍ରଭାତରେ ସୁବିବେଚନା କର।
ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର।
ତାହା ନ ହେଲେ ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ
ଆମ୍ଭ ପ୍ରଚଣ୍ଡ କ୍ରୋଧାଗ୍ନିରେ ଭସ୍ମୀଭୂତ ହେବ
ଓ କେହି ତାହାକୁ ନିର୍ବାଣ କରି ପାରିବେ ନାହିଁ।’
13 “ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ଯିରୁଶାଲମ,”
ସଦାପ୍ରଭୁ କହନ୍ତି, “ଦେଖ,
ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।
ତୁମ୍ଭେମାନେ କହୁଅଛ
‘ଆମ୍ଭମାନଙ୍କ ବିପକ୍ଷରେ କେହି ଆକ୍ରମଣ କରିବେ ନାହିଁ
କି ଆମ୍ଭର ସୁଦୃଢ଼ ନଗରୀକୁ କେହି
ପରାସ୍ତ କରି ପାରିବେ ନାହିଁ।’”
14 ମାତ୍ର ସଦାପ୍ରଭୁ କହନ୍ତି,
“ଆମ୍ଭେ ତୁମ୍ଭମାନଙ୍କ କର୍ମଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା।
ପୁଣି ଆମ୍ଭେ ତୁମ୍ଭମାନଙ୍କ ଅରଣ୍ୟରେ ଅଗ୍ନି ସଂଯୋଗ କରିବା।
ସେହି ଅଗ୍ନି ତୁମ୍ଭମାନଙ୍କ ଚତୁର୍ପାର୍ଶ୍ୱରେ ଥିବା ସମସ୍ତ ଦ୍ରବ୍ୟ ଗ୍ରାସ କରିବ।”
ଦୁଷ୍ଟ ରାଜାଗଣଙ୍କ ବିପକ୍ଷରେ ବିଗ୍ଭର
22 ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ଯିହୁଦା ରାଜପ୍ରାସାଦକୁ ଯାଇ ଯିହୁଦାର ରାଜାଙ୍କୁ ଏହି ବାକ୍ୟ କୁହ। 2 ‘ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜା, ତୁମ୍ଭେ ଓ ତୁମ୍ଭର ଦାସଗଣ ଏହିସବୁ ଫାଟକ ଦେଇ ପ୍ରବେଶ କର ଏବଂ ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ଶୁଣ। 3 ସଦାପ୍ରଭୁ କହନ୍ତି, ନ୍ୟାୟ ବିବେଚନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। 4 ଆଉ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କର, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ ଓ ତାଙ୍କର ଦାସଗଣଙ୍କ ସହିତ ସମସ୍ତ ଲୋକ ଏହି ଫାଟକ ଦେଇ ଗୃହରେ ପ୍ରବେଶ କରିବେ। 5 ମାତ୍ର ତୁମ୍ଭେ ଯଦି ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ ଏହି ଗୃହ ଧ୍ୱଂସ ସ୍ତୁପରେ ପରିଣତ ହେବ।’”
6 ଆଉ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହିକଥା କହନ୍ତି,
“ତୁମ୍ଭେ ଆମ୍ଭ ପ୍ରତି ଗିଲିୟଦ୍
ଓ ଲିବାନୋନ୍ର ଶୃଙ୍ଗସ୍ୱରୂପ ଅଟ।
ତଥାପି ଆମ୍ଭେ ତୁମ୍ଭକୁ ପ୍ରାନ୍ତର
ଓ ଜନଶୂନ୍ୟ ନଗରରେ ପରିଣତ କରିବା।
7 ତୁମ୍ଭର ପ୍ରାସାଦକୁ ଧ୍ୱଂସ କରିବାକୁ
ପ୍ରତ୍ୟେକ ବିନାଶକାରୀଙ୍କୁ ଅସ୍ତ୍ର ସହିତ ପଠାଇବା।
ସେମାନେ ତୁମ୍ଭର ସୁଦୃଢ଼ ସୁନ୍ଦର ଏରସକାଠ ନିର୍ମିତ କଡ଼ିଗୁଡ଼ିକୁ
କାଟି ଅଗ୍ନିରେ ପକାଇବେ।
8 “ଆଉ ଦେଶୀୟମାନେ ଏହି ନଗର ଦେଇ ଗଲାବେଳେ ପ୍ରତ୍ୟେକ ଆପଣା ଆପଣା ସଙ୍ଗୀକି ପଗ୍ଭରିବେ, ‘ସଦାପ୍ରଭୁ କେଉଁଥିପାଇଁ ଏହି ବିଶାଳ ଯିରୁଶାଲମ ନଗରକୁ ଏପରି କଲେ?’ 9 ତହିଁରେ ସେମାନେ ଉତ୍ତର ଦେବେ, ‘ସଦାପ୍ରଭୁ ପରମେଶ୍ୱରଙ୍କ ନିୟମକୁ ପରିତ୍ୟାଗ କରି ଯିହୁଦାବାସୀ ଅନ୍ୟ ଦେବଗଣଙ୍କୁ ପ୍ରଣାମ ଓ ସେବା କରିଥିବାରୁ।’”
ରାଜା ଯିହୋୟାସ୍ (ଶଲ୍ଲମ୍)ଙ୍କ ବିରୁଦ୍ଧରେ ବିଗ୍ଭର
10 ତୁମ୍ଭେମାନେ ମୃତ ରାଜାଙ୍କ ସକାଶେ ରୋଦନ କର ନାହିଁ।
କିଅବା ତାହା ପାଇଁ ବିଳାପ କର ନାହିଁ।
ମାତ୍ର ପ୍ରସ୍ଥାନ କରିବା ରାଜା ନିମନ୍ତେ
ଅତିଶୟ କ୍ରନ୍ଦନ କର।
କାରଣ ସେ ଆଉ ଫେରିବ ନାହିଁ
କି ଆପଣା ଜନ୍ମଭୂମି ଆଉ ଦେଖିବ ନାହିଁ।
11 ଯେହେତୁ ଯିହୁଦାର ରାଜା ଯୋଶିୟର ପୁତ୍ର ଶଲ୍ଲମ୍ ଯେ ଆପଣା ପିତା ଯୋଶିୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରି ଗଲା।
ତାହାର ବିଷୟରେ ସଦାପ୍ରଭୁ ଏହା କହନ୍ତି, “ସେ ଆଉ ଯିରୁଶାଲମକୁ ଫେରିବ ନାହିଁ। 12 ଯିହୋୟାସ୍ (ଶଲ୍ଲମ୍) ବନ୍ଦୀତ୍ୱ ଅବସ୍ଥାରେ ଯେଉଁ ସ୍ଥାନକୁ ନୀତ ହୋଇଛି ସେ ସେହି ସ୍ଥାନରେ ମରିବ। ସେ ଆଉ ଏହି ଦେଶ ଦେଖି ପାରିବ ନାହିଁ।”
ରାଜା ଯିହୋୟାକୀମ୍ଙ୍କ ବିପକ୍ଷରେ ବିଗ୍ଭର
13 “ଯିହୋୟାକୀମ୍ ଜଣେ ଅଧର୍ମୀ ରାଜା ଥିଲେ
ଯିଏ କି ଅଧର୍ମରେ ଆପଣା ଗୃହ
ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ,
ଯିଏ ବିନା ମୂଲ୍ୟରେ ଆପଣା ପ୍ରତିବାସୀକି ସେବା କରାଏ
ଓ ତାଙ୍କୁ କିଛି ବେତନ ଦିଏ ନାହିଁ।
14 “ଯିହୋୟାକୀମ୍ କହନ୍ତି, ‘ମୁଁ ନିଜ ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ୍ କୋଠରୀମାନ ନିର୍ମାଣ କରିବି।’
ତେଣୁ ସେ ବୃହତ୍ ଝରକା ଥିବା ଏକ ଗୃହ ନିର୍ମାଣ କଲେ
ଓ ଏରସ କାଠରେ ଗୃହର ଭିତର ଛାତ କଲେ ଓ ସିନ୍ଦୁର ରଙ୍ଗରେ କାଠ ରଙ୍ଗ କଲେ।
ମାତ୍ର ସେ ସନ୍ତାପର ପାତ୍ର ହେଲେ।
15 “ହେ ଯିହୋୟାକୀମ୍, ତୁମ୍ଭେ ତୁମ୍ଭ ଗୃହରେ ବହୁ ଏରସ କାଠ ବ୍ୟବହାର କରି
ବଡ଼ ରାଜା ହୋଇଯିବ ବୋଲି ଭାବୁଛ କି?
ତୁମ୍ଭର ପିତା ଧର୍ମରେ ଖାଦ୍ୟ ପାନୀୟ ଦେଇ ଉତ୍ତମ ରାଜା ହେଲେ
ଓ ଏହି ଧର୍ମାଚରଣ ଯୋଗୁଁ ସେଠାରେ ଉନ୍ନତି ହେଲା।
16 ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ
ତାଙ୍କର ମଙ୍ଗଳ ହେଲା।
ସଦାପ୍ରଭୁ କହନ୍ତି,
“ଏହାକି ଆମ୍ଭକୁ ଜ୍ଞାତ ହେବାର ନୁହେଁ?”
17 “ମାତ୍ର ହେ ଯିହୋୟାକୀମ୍,
ତୁମ୍ଭେ କେବଳ ନିଜର ସ୍ୱାର୍ଥ ଦେଖିଛ,
ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ୟ
ଓ ନିର୍ଦ୍ଦୋଷର ରକ୍ତପାତରେ ବୁଡ଼ି ରହିଛି।”
18 ଏଣୁ ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ଲୋକମାନେ, ‘ହାୟ, ଆମ୍ଭର ଭାଇ!
ଅବା ହାୟ, ଆମ୍ଭ ଭଉଣୀ’ ବୋଲି ଡାକି
ତାଙ୍କ ପାଇଁ ବିଳାପ କରିବେ ନାହିଁ।
‘ହାୟ ପ୍ରଭୁ, ହାୟ ତାଙ୍କର ମହିମା!’
ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।
19 ତାହାର କବର ଗଧର କବର ତୁଲ୍ୟ ହେବ,
ସେ ଘୋଷଡ଼ା ଯାଇ ଯିରୁଶାଲମର ଦ୍ୱାର ବାହାରେ ପକାଯିବ।
20 “ହେ ଯିହୁଦା, ତୁମ୍ଭେ ଲିବାନୋନ୍ର ପର୍ବତ ଉପରେ କ୍ରନ୍ଦନ କର।
ତୁମ୍ଭେ ବାଶନର ପର୍ବତ ଉପରେ ଉଚ୍ଚ ସ୍ୱରରେ ପାଟି କର
ଓ ଅବାରୀମର ପର୍ବତରୁ ବିଳାପ କର।
କାରଣ ତୁମ୍ଭର ‘ପ୍ରେମିକମାନେ’ ବିନଷ୍ଟ ହୋଇଅଛନ୍ତି।
21 “ଆମ୍ଭେ ତୁମ୍ଭର ସୌଭାଗ୍ୟ ସମୟରେ ତୁମ୍ଭକୁ କଥା କହିଲୁ
ଓ ତୁମ୍ଭକୁ ସାବଧାନ କଲୁ।
ମାତ୍ର ତୁମ୍ଭେ ଶୁଣିବ ନାହିଁ ବୋଲି କହିଲ।
ଆମ୍ଭ ବାକ୍ୟ ପ୍ରତି ତୁମ୍ଭେ
ବାଲ୍ୟାବସ୍ଥାରୁ ଅବଧାନ କରି ନାହଁ।
22 ତୁମ୍ଭ ପ୍ରତି ଶାସ୍ତି ସ୍ୱରୂପ ବାୟୁ
ତୁମ୍ଭର ସମସ୍ତ ମେଷପାଳକଙ୍କୁ ଉଡ଼ାଇ ନେବ
ଓ ତୁମ୍ଭର ଆଚ୍ଛାଦନ ବନ୍ଦୀତ୍ୱ ସ୍ଥାନକୁ ଯିବ।
ସେହି ସମୟରେ ତୁମ୍ଭେ ନିଜର ସକଳ ଦୁଷ୍ଟାଚରଣ ଯୋଗୁଁ
ଲଜ୍ଜିତ ଓ ଆକୁଳିତ ହେବ।
23 “ହେ ରାଜା, ତୁମ୍ଭେ ଏରସ କାଠ ନିର୍ମିତ ଗୃହରେ ଉଚ୍ଚ ପର୍ବତ ଉପରେ ବାସ କରି
ଲିବାନୋନ୍ରେ ରହିଲା ପରି ନିଜକୁ ନିରାପଦ ମନେ କରନ୍ତୁ।
ମାତ୍ର ଯେତେବେଳେ ତୁମ୍ଭେ ଶାସ୍ତି ପାଇବ,
ତୁମ୍ଭେ ପ୍ରସବ ବେଦନା ତୁଲ୍ୟ ବିଳାପ କରିବ।”
ଯିହୋୟାକୀନଙ୍କ ବିପକ୍ଷରେ ବିଗ୍ଭର
24 ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର ଯିହୋୟାକୀନ୍ ଆମ୍ଭ ଦକ୍ଷିଣ ହସ୍ତର ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା। 25 ହେ ଯିହୋୟାକୀନ୍, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ ଅର୍ଥାତ୍ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। 26 ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ ତୁମ୍ଭମାନଙ୍କର ଯେଉଁ ଦେଶରେ ଜନ୍ମ ହୋଇ ନ ଥିଲା ସେହିପରି ଦେଶରେ ନିକ୍ଷେପ କରିବା। ସେହିଠାରେ ତୁମ୍ଭେମାନେ ମରିବ। 27 ହେ କନିୟ, ତୁମ୍ଭେ ଯେଉଁ ଦେଶକୁ ଫେରିବାକୁ ଇଚ୍ଛା କରୁଛ, ତୁମ୍ଭେ ସେ ଦେଶକୁ ଫେରିପାରିବ ନାହିଁ।”
28 କନିୟ ଏକ ତୁଚ୍ଛ ଭଗ୍ନପାତ୍ର ତୁଲ୍ୟ ଯାହା ବାହାରେ ନିକ୍ଷିପ୍ତ ହେବା ଯୋଗ୍ୟ।
ସେ ଏକ ଅପ୍ରୀତିକର ପାତ୍ର।
ସେ ଓ ତାହାର ବଂଶ କାହିଁକି ଦୂରିକୃତ ହୋଇ
ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ?
29 ହେ ପୃଥିବୀ, ଯିହୁଦା ଦେଶ!
ସଦାପ୍ରଭୁଙ୍କ ବାକ୍ୟ ଶୁଣ।
30 ସଦାପ୍ରଭୁ କହନ୍ତି, “କନିୟ ବିଷୟରେ ଏହି କଥା ଲେଖ,
‘ସେ ନିଃସନ୍ତାନ ହେବ।
ସେ ନିଜ ଜୀବନକାଳ ମଧ୍ୟରେ ଭାଗ୍ୟବାନ୍ ହେବ ନାହିଁ।
କାରଣ ତାହାର ବଂଶର କୌଣସି ଲୋକ ଦାଉଦଙ୍କ ସିଂହାସନରେ ବସିବ ନାହିଁ,
କି ଯିହୁଦା ଉପରେ ଆପଣା ଶାସନ କର୍ତ୍ତୃତ୍ୱ କରି ଭାଗ୍ୟବାନ୍ ହେବ ନାହିଁ।’”
2010 by World Bible Translation Center