Beginning
ଯୀଶୁ ଗୋଟିଏ ପକ୍ଷାଘାତ ରୋଗୀକୁ ସୁସ୍ଥ କଲେ
(ମାର୍କ 2:1-12; ଲୂକ 5:17-26)
9 ଯୀଶୁ ନୌକାରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫେରିଗଲେ। 2 କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶେଯରେ ଶୋଇଥିଲା। ଯୀଶୁ ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, “ହେ ଯୁବକ! ସାହସ ରଖ। ତୁମ୍ଭର ସବୁପାପ କ୍ଷମା କରାଗଲା।”
3 କେତେକ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, “ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ୱର। ଏହା ଦ୍ୱାରା ସେ ପରମେଶ୍ୱରଙ୍କ ନିନ୍ଦା କରୁଛି।”
4 ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ? 5 ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’? 6 ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା'ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’
7 ପକ୍ଷାଘାତ ରୋଗୀଟି ଉଠି ଘରକୁ ଗ୍ଭଲିଗଲା। 8 ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।
ଯୀଶୁ ମାଥିଉଙ୍କୁ ବାଛିଲେ
(ମାର୍କ 2:13-17; ଲୂକ 5:27-32)
9 ଯୀଶୁ ସେଠାରୁ ଯାଉ ଯାଉ ଦେଖିଲେ ଯେ, କରଆଦାୟ କେନ୍ଦ୍ରରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର।” ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।
10 ଯୀଶୁ ମାଥିଉଙ୍କ ଘରେ ଖାଉଥିଲେ। ସେ ଖାଇବା ବେଳେ ଅନେକ କରଆଦାୟକାରୀ ଓ ଅନେକ ପାପୀମାନେ ସେଠାରେ ପହଞ୍ଚିଲେ। ସେମାନେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ। 11 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଗ୍ଭରିଲେ, “ତୁମ୍ଭର ଗୁରୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”
12 ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, “ଜଣେ ସୁସ୍ଥଲୋକ ପାଇଁ ଡାକ୍ତର ଆବଶ୍ୟକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର। 13 ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ୟର ଅର୍ଥ କ’ଣ: ‘ମୁଁ ପଶୁବଧ ଗ୍ଭହେଁ ନାହିଁ, ମୁଁ ଲୋକମାନଙ୍କ ଭିତରେ ଦୟାଭାବ ଗ୍ଭହେଁ।’(A) ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।”
ଯୀଶୁ ଅନ୍ୟ ଧାର୍ମିକ ଯିହୂଦୀଙ୍କ ଭଳି ନୁହନ୍ତି
(ମାର୍କ 2:18-22; ଲୂକ 5:33-39)
14 ଯୋହନଙ୍କ[a] ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ, ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?”
15 ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥିବ, ସେପର୍ଯ୍ୟନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡ଼େଇ ନିଆଯିବ। ସେତେବେଳେ ବରଯାତ୍ରୀମାନେ ଦୁଃଖୀ ହେବେ। ତା'ପରେ ସେମାନେ ଉପବାସ କରିବେ।
16 “କେହି କେବେ ପୁରୁଣା ଲୁଗା କଣାରେ ନୂଆ କନାର ତାଳି ପକାଏ ନାହିଁ, କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହୋଇ ନ ଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହେବା ବେଳକୁ ପୁରୁଣା ଲୁଗାକୁ ଗ୍ଭରିପଟୁ ଟାଣିଦେବ ଓ କଣାଟି ଆହୁରି ଅଧିକ ବଡ଼ ହୋଇଯିବ। 17 ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ରରେ ଢାଳନ୍ତି ନାହିଁ। ତା କଲେ, ପୁରୁଣା ପାତ୍ର ଫାଟିଯାଏ ଓ ଅଙ୍ଗୁରରସ ଢାଳି ହୋଇଯାଏ, ସେଥିପାଇଁ ସେମାନେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ରଖନ୍ତି, ଏଥିରେ ଦ୍ରାକ୍ଷାରସ ଓ ପାତ୍ର ଦୁଇଟି ସୁରକ୍ଷିତ ରଖାଯାଇ ପାରିବ।”
ଯୀଶୁ ଗୋଟିଏ ମୃତ ଝିଅଟିକୁ ଜୀବନ ଦେଲେ ଓ ଅସୁସ୍ଥ ସ୍ତ୍ରୀଲୋକଟିକୁ ସୁସ୍ଥ କରିଦେଲେ
(ମାର୍କ 5:21-43; ଲୂକ 8:40-56)
18 ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ୟକ୍ଷ ଆସିଲେ। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲେ ଓ କହିଲେ, “ମୋର ଝିଅ ଏବେ ମରିଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖିଦିଅ, ତା'ହେଲେ ସେ ପୁଣି ବଞ୍ଚି ଉଠିବ।”
19 ଯୀଶୁ ଉଠିଲେ। ସେ ଅଧ୍ୟକ୍ଷଙ୍କ ସହିତ ସେଠାକୁ ବାହାରିଲେ। ତାହାଙ୍କ ଶିଷ୍ୟମାନେ ମଧ୍ୟ ତାହାଙ୍କ ସହିତ ସେଠାକୁ ଗଲେ।
20 ସେଠାରେ ଜଣେ ସ୍ତ୍ରୀଲୋକ ଥିଲା, ତା'ର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁଦେଲା। 21 ଏହା କଲାବେଳେ ସେ ମନେ ମନେ ଭାବୁଥିଲା, “ମୁଁ ତାହାଙ୍କ ବସ୍ତ୍ର ଟିକିଏ ଛୁଇଁଦେଲେ ସୁସ୍ଥ ହୋଇଯିବି।”
22 ଯୀଶୁ ବୁଲିପଡ଼ି ତାହାକୁ ଗ୍ଭହିଁଲେ। ଯୀଶୁ କହିଲେ, “ଝିଅ, ସାହସ ଧର। ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି।” ସଙ୍ଗେ ସଙ୍ଗେ ସେ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।
23 ତା'ପରେ ଯୀଶୁ ଯିହୂଦୀ ପ୍ରାର୍ଥନାଗୃହର[b] ଅଧ୍ୟକ୍ଷଙ୍କ ଘରେ ପହଞ୍ଚିଲେ। ସେଠାରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ। 24 ଯୀଶୁ ସମସ୍ତଙ୍କୁ କହିଲେ, “ବାହାରିଯାଅ। ଝିଅଟି ମରି ନାହିଁ। ସେ କେବଳ ଶୋଇ ପଡ଼ିଛି।” ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। 25 ଲୋକଙ୍କୁ ଘର ଭିତରୁ ବାହାର କରି ଦିଆଯିବା ପରେ ଯୀଶୁ ଭିତରକୁ ଗଲେ। ଝିଅଟିର ହାତ ଧରିଲେ, ଝିଅଟି ଉଠି ଠିଆ ହେଲା। 26 ଏ ଖବର ସେହି ଅଞ୍ଚଳସାରା ବ୍ୟାପିଗଲା।
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରନ୍ତି
27 ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର,[c] ଆମ୍ଭମାନଙ୍କୁ ଦୟା କର।”
28 ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”।
29 ତା'ପରେ ଯୀଶୁ ସେମାନଙ୍କ ଆଖିକୁ ଛୁଇଁଲେ। ସେ କହିଲେ, “ତୁମ୍ଭେ ଯେପରି ବିଶ୍ୱାସ କରିଅଛ, ତୁମ୍ଭ ପ୍ରତି ସେହିପରି ହେଉ।” 30 ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଚେତାବନୀ ଦେଇ କହିଲେ, “ଏ ବିଷୟ ଅନ୍ୟକୁ କହିବ ନାହିଁ।” 31 କିନ୍ତୁ ଅନ୍ଧ ଦୁହେଁ ଏ ଖବର ସେ ଅଞ୍ଚଳସାରା ପ୍ରଗ୍ଭର କରିଦେଲେ।
32 ସେ ଅନ୍ଧ ଦୁଇଜଣ ଗଲାପରେ କେତେକ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପାରୁ ନ ଥିଲା। କାରଣ ତା’ ଦେହରେ ଭୂତ ପ୍ରବେଶ କରି ରହିଥିଲା। 33 ଯୀଶୁ ତା’ ଦେହରୁ ଭୂତକୁ ତଡ଼ିଦେଲେ, କିଛି କହି ପାରୁ ନ ଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫେରି ପାଇଲା। ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଇସ୍ରାଏଲରେ ଏଭଳି ଘଟଣା ଘଟିବା ଆମ୍ଭେ କେବେ ହେଲେ ଦେଖି ନ ଥିଲୁ।”
34 କିନ୍ତୁ ଫାରୂଶୀମାନେ କହିଲେ, “ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାଯ୍ୟରେ ଅନ୍ୟ ଭୂତଙ୍କୁ ତଡ଼ି ଦେଉଛନ୍ତି।”
ଲୋକମାନଙ୍କ ପାଇଁ ଯୀଶୁ ଦୁଃଖ କରନ୍ତି
35 ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କରେ ଉପଦେଶ ଦେଲେ, ଓ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରିଦେଲେ। 36 ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ମେଷପାଳକ ନ ଥିଲେ ମେଷପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସେହିଭଳି ନିରାଶା ଓ ଅସହାୟତାରେ ପୂର୍ଣ୍ଣଥିଲା। 37 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫସଲ (ଲୋକ) ବହୁତ। କିନ୍ତୁ ମୂଲିଆ (ସେବକ) କମ୍ ଅଛନ୍ତି। 38 ଫସଲ ଅମଳ (ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର।”
ଯୀଶୁ ପ୍ରେରିତ ମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର ପାଇଁ ପଠାଇଲେ
(ମାର୍କ 3:13-19; 6:7-13; ଲୂକ 6:12-16; 9:1-6)
10 ଯୀଶୁ ତାହାଙ୍କର ବାରଜଣ ଶିଷ୍ୟଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡ଼ିଦେବା ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦେବା ପାଇଁ ଶିଷ୍ୟମାନଙ୍କୁ ଶକ୍ତି ପ୍ରଦାନ କଲେ। 2 ସେହି ବାରଜଣ ଶିଷ୍ୟଙ୍କ ନାମ ଏହିଭଳି:
ଶିମୋନ (ଯାହାଙ୍କୁ ପିତର ବୋଲି କୁହାଯାଏ),
ତାହାଙ୍କ ଭାଇ ଆନ୍ଦ୍ରିୟ,
ଜେବଦୀଙ୍କ ପୁଅ ଯାକୁବ
ଓ ତାହାଙ୍କ ଭାଇ ଯୋହନ।
3 ଫିଲିପ୍ପ ଓ
ବାର୍ଥଲମି,
ଥୋମା ଓ
କରଆଦାୟକାରୀ ମାଥିଉ,
ଆଲଫିଙ୍କ ପୁତ୍ର ଯାକୁବ ଓ
ଥଦ୍ଦୀୟ,
4 ଉଦ୍ଯୋଗୀ ଶିମୋନ ଓ
ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।
5 ଏହି ବାରଜଣ ଶିଷ୍ୟଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: “କୌଣସି ଅଣଯିହୂଦୀ ଅଞ୍ଚଳକୁ ଯିବ ନାହିଁ କି ଶମିରୋଣର କୌଣସି ନଗରରେ ପ୍ରବେଶ କରିବ ନାହିଁ। 6 ବରଂ ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ପାଖକୁ ଯିବ। ସେମାନେ ହଜିଯାଇଥିବା ମେଷ ଭଳି। 7 ତୁମ୍ଭେମାନେ ପ୍ରଗ୍ଭର କର, ‘ସ୍ୱର୍ଗରାଜ୍ୟ ନିକଟ ହୋଇ ଗଲାଣି।’ 8 ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁନର୍ଜୀବିତ କର, କୁଷ୍ଠରୋଗ ସୁସ୍ଥ କର, ଭୂତମାନଙ୍କୁ ତଡ଼ିଦିଅ। ତୁମ୍ଭେ ବିନାମୂଲ୍ୟରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନାମୂଲ୍ୟରେ ଦାନ କର। 9 ତୁମ୍ଭେ ତୁମ୍ଭମାନଙ୍କ ସାଙ୍ଗରେ ସୁନା, ରୂପା କିମ୍ବା ତମ୍ବା ନିଅ ନାହିଁ। 10 ଯାତ୍ରା ବେଳେ ଝୁଲା ନିଅ ନାହିଁ। ପିନ୍ଧିଥିବା ପୋଷାକ ଓ ଜୋତା ଛଡ଼ା ଅଧିକା ପୋଷାକ ବା ଜୋତା କି ବାଡ଼ି ନିଅ ନାହିଁ। ଜଣେ ସେବକ କେବଳ ନିହାତି ଆବଶ୍ୟକୀୟ ପଦାର୍ଥ ନେବା ଉଚିତ୍।
11 “କୌଣସି ନଗର ବା ଗାଁରେ ପ୍ରବେଶ କଲାବେଳେ ସେଠାରେ ଯୋଗ୍ୟ ଲୋକଟିକୁ ବାଛି ବାହାର କର। ସେହି ନଗର ବା ଗାଁ ନ ଛାଡ଼ିବା ପର୍ଯ୍ୟନ୍ତ ସେହି ସ୍ଥାନରେ ରୁହ। 12 କୌଣସି ଘରେ ପ୍ରବେଶ କଲାବେଳେ ସେହି ପରିବାରରେ ଲୋକଙ୍କୁ ‘ତୁମ୍ଭ ପ୍ରତି ଶାନ୍ତି ହେଉ’ ବୋଲି କହି ଆଶୀର୍ବାଦ କର। ଯଦି ସେ ପରିବାରର ଲୋକେ ଯୋଗ୍ୟ, ତେବେ ସେ ପରିବାର ପ୍ରତି ତୁମ୍ଭର ଶାନ୍ତି ରହିବ। 13 ଯଦି ସେ ପରିବାର ଲୋକେ ଅଯୋଗ୍ୟ ତେବେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫେରି ଆସିବ। 14 ଯଦି କେହିହେଲେ ତୁମ୍ଭର ସ୍ୱାଗତ କରୁ ନାହାନ୍ତି, କିମ୍ବା ତୁମ୍ଭର ଉପଦେଶ ଶୁଣୁ ନାହାନ୍ତି, ତେବେ ସେ ଘର ବା ନଗର ଛାଡ଼ିଦିଅ। ତୁମ୍ଭ ପାଦରେ ଲାଗିଥିବା ଧୂଳି ମଧ୍ୟ ସେହିଠାରେ ଝାଡ଼ିଦିଅ। 15 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ଦିନ ନ୍ୟାୟ ହେବ, ସେ ଦିନ ସେହି ନଗରର ଲୋକଙ୍କ ଅବସ୍ଥା ସଦୋମ ଓ ହମୋରା[d] ନଗରର ଲୋକଙ୍କ ଅବସ୍ଥା ଅପେକ୍ଷା ଅଧିକ ଖରାପ ହେବ।
ନିଜ ଶିଷ୍ୟମାନଙ୍କୁ ଯୀଶୁଙ୍କ ଚେତାବନୀ
(ମାର୍କ 13:9-13; ଲୂକ 21:12-17)
16 “ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ। 17 କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସେମାନେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଗ୍ଭରାଳୟ ହାତରେ ଦେଇଦେବେ ଓ ତାହାଙ୍କର ପ୍ରାର୍ଥନାଗୃହରେ ତୁମ୍ଭକୁ ଛାଟରେ ପିଟିବେ। 18 ତୁମ୍ଭେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆଯିବ। ଅଣଯିହୂଦୀ ତଥା ସେମାନଙ୍କ ଆଗରେ ତୁମ୍ଭେ ମୋ’ ବିଷୟରେ ସାକ୍ଷୀ ହେବ। 19 ସେମାନେ ତୁମ୍ଭକୁ ବାନ୍ଧି ନେବା ବେଳେ କ’ଣ କହିବ ଓ କିପରି କହିବ, ସେ ବିଷୟରେ ଚିନ୍ତାକରି କିଛି ବ୍ୟସ୍ତ ହୁଅ ନାହିଁ। କାରଣ ତୁମ୍ଭକୁ ସେତେବେଳେ କ’ଣ କହିବାକୁ ହେବ ତାହା ଜଣେଇ ଦିଆଯିବ। 20 ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।
21 “ଭାଇ ତା’ ନିଜ ଭାଇକୁ ବାପାମା ନିଜ ପିଲାପିଲିଙ୍କୁ ମରଣ ମୁଖକୁ ଠେଲିଦେବେ। ପିଲାମାନେ ନିଜ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ତାହାଙ୍କୁ ମାରି ପକାଇବେ। 22 ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭକୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହି ପାରିବ, ସେ ଉଦ୍ଧାର ପାଇବ। 23 ଗୋଟିଏ ନଗରରେ ସେମାନେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ୟ କହୁଛି ଇସ୍ରାଏଲର ସମସ୍ତ ନଗରୀରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ୟପୁତ୍ର ପୁନର୍ବାର ଆସିବେ।
24 “ଶିଷ୍ୟ ନିଜ ଗୁରୁଠାରୁ ବଡ଼ ନୁହେଁ, କି କୌଣସି ସେବକ ତା’ ମାଲିକଠାରୁ ବଡ଼ ନୁହେଁ 25 ଜଣେ ଶିଷ୍ୟ ତା’ ଗୁରୁ ଭଳି ହେବାରେ ଓ ଜଣେ ସେବକ ତା’ ମାଲିକ ଭଳି ହେବାରେ ସନ୍ତୋଷ ଲାଭ କରିବା ଦରକାର। ଘରର ମୁଖ୍ୟଙ୍କୁ ଯଦି ‘ବାଆଲ୍ଜିବୂଲ୍’[e] କହି ଡକାଯାଏ ତେବେ ଘରର ଅନ୍ୟ ସଦସ୍ୟମାନଙ୍କୁ ନିଶ୍ଚୟ ଅଧିକ ଖରାପ ନାମରେ ଡକାଯିବ।
ପରମେଶ୍ୱରଙ୍କୁ ଭୟ କର, ମାତ୍ର ମନୁଷ୍ୟକୁ ନୁହେଁ
(ଲୂକ 12:2-7)
26 “ତେଣୁ ସେହି ଲୋକମାନଙ୍କୁ ଭୟ କର ନାହିଁ। ଯାହା ଗୁପ୍ତରେ ଅଛି ତାହା ଦିନେ ନା ଦିନେ ପ୍ରକାଶ ପାଇବ, ଏବଂ ସବୁ ଗୋପନ କଥା ଜଣା ପଡ଼ିବ। 27 ମୁଁ ଗୋପନରେ ତୁମ୍ଭକୁ ଯାହାସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ୟ ଦିବାଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।
28 “ଲୋକଙ୍କୁ ଭୟ କର ନାହିଁ। ସେମାନେ କେବଳ ତୁମ୍ଭର ଶରୀରକୁ ମାରି ପାରିବେ, ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କେବଳ ପରମେଶ୍ୱରଙ୍କୁ ଭୟ କର, ସେ କେବଳ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦେଇ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠେଇ ପାରିବେ। 29 ଗୋଟିଏ ପଇସା ମୂଲ୍ୟରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତିରେ ସେଥିରୁ ଗୋଟିଏ ହେଲେ ମଧ୍ୟ ତଳେ ପଡ଼ିବ ନାହିଁ। 30 ତୁମ୍ଭ ମୁଣ୍ଡରେ କେତୋଟି ବାଳ ଅଛି, ସେ କଥା ମଧ୍ୟ ପରମେଶ୍ୱର ଜାଣନ୍ତି। 31 ତେଣୁ ଭୟଭୀତ ହୁଅ ନାହିଁ। ତୁମ୍ଭେ ଅନେକ ଘରଚଟିଆଙ୍କ ଅପେକ୍ଷା ଅଧିକ ମୂଲ୍ୟବାନ୍।
ଯୀଶୁଙ୍କଠାରେ ବିଶ୍ୱାସ
(ଲୂକ 12:8-9)
32 “ଯଦି କେହି ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋତେ ବିଶ୍ୱାସ କରେ ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ମୋର ନିଜ ଲୋକ। 33 କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ ସେ ମୋତେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।
ଯୀଶୁଙ୍କ ଅନୁସରଣ ତୁମ୍ଭ ପାଇଁ ବିପଦ ଆଣିପାରେ
(ଲୂକ 12:51-53; 14:26-27)
34 “ତୁମ୍ଭେ ଭାବ ନାହିଁ ଯେ ମୁଁ ପୃଥିବୀରେ ଶାନ୍ତି ଆଣିବା ପାଇଁ ଆସିଛି। କିନ୍ତୁ ଖଡ଼୍ଗ ଆଣିବା ପାଇଁ ଆସିଛି। 35 ଏପରି ଘଟଣା ଘଟେଇବା ପାଇଁ ମୁଁ ଆସିଛି:
‘ପୁଅ ତା’ ବାପା ବିରୁଦ୍ଧରେ,
ଝିଅ ତା’ ମା ବିରୁଦ୍ଧରେ
ଓ ବୋହୂ ତା ଶାଶୁ ବିରୁଦ୍ଧରେ ଠିଆ ହେବ।
36 ନିଜ ଘରର ଲୋକେ ହିଁ ନିଜ ଲୋକଙ୍କ ଶତ୍ରୁ ହେବେ।’(B)
37 “ଯେଉଁ ଲୋକ ମୋ’ ଅପେକ୍ଷା ତା’ ବାପାମାଙ୍କୁ ଅଧିକ ଭଲ ପାଏ, ତେବେ ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। ଯେଉଁ ଲୋକ ମୋ’ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। 38 ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କ୍ରୁଶ ବୋହି ମୋର ଅନୁସରଣ କରେ ନାହିଁ, ସେ ମୋତେ ପାଇବାକୁ ଯୋଗ୍ୟ ନୁହେଁ। 39 ଯେଉଁ ଲୋକ ମୋ’ ଅପେକ୍ଷା ତା’ ନିଜ ଜୀବନକୁ ଅଧିକ ଭଲ ପାଏ ସେ ବାସ୍ତବଜୀବନ ହରାଇବସିବ। କିନ୍ତୁ ଯେଉଁ ଲୋକ ମୋ’ ସକାଶେ ଜୀବନ ହରାଏ, ସେ ବାସ୍ତବଜୀବନ ପାଇ ପାରିବ।
ତୁମ୍ଭକୁ ଗ୍ରହଣ କରିଥିବା ଲୋକମାନଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ
(ମାର୍କ 9:41)
40 “ଯେଉଁ ଲୋକ ତୁମ୍ଭକୁ ସ୍ୱୀକାର କରେ, ସେ ମୋତେ ମଧ୍ୟ ସ୍ୱୀକାର କରେ, ଯେଉଁ ଲୋକ ମୋତେ ସ୍ୱୀକାର କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କକୁ ମଧ୍ୟ ସ୍ୱୀକାର କରେ। 41 ଯେଉଁ ଲୋକ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାଙ୍କୁ ଭେଟି ତାହାଙ୍କୁ ସ୍ୱାଗତ କରେ, ତେବେ ସେ ଭବିଷ୍ୟଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ୱୀକାର କରେ ତେବେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ। 42 “ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା'ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା'ର ପୁରସ୍କାର ପାଇବ।”
2010 by World Bible Translation Center