Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାର୍କ ଲିଖିତ ସୁସମାଗ୍ଭର 12-13

ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ

(ମାଥିଉ 21:33-46; ଲୂକ 20:9-19)

12 ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ[a] କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।

“ପରେ ଯେତେବେଳେ ଦ୍ରାକ୍ଷା ତୋଳିବା ବେଳ ଆସିଲା, ସେତେବେଳେ ସେ ତାହାଙ୍କର ଜଣେ ଗ୍ଭକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା। କିନ୍ତୁ କୃଷକମାନେ ଗ୍ଭକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନ ଦେଇ ଘୋଉଡ଼େଇ ଦେଲେ। ତା'ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ। ତା'ପରେ ସେ ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଗ୍ଭକରଟିକୁ ଜୀବନରେ ମାରିଦେଲେ। ସେ ଲୋକଟି ଆଉ ଅଧିକ ଗ୍ଭକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତେକଙ୍କୁ ପିଟିଲେ ଓ ଅନ୍ୟ କେତେଙ୍କୁ ଜୀବନରେ ମାରିଦେଲେ।

“ଲୋକଟି ପାଖରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସେହି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶେଷ ବ୍ୟକ୍ତି ଥିଲା। ସେ କହିଲା, ‘କୃଷକମାନେ ମୋର ପୁଅକୁ ନିଶ୍ଚୟ ସମ୍ମାନ ଦେବେ।’

“କିନ୍ତୁ କୃଷକମାନେ କୁହାକୁହି ହେଲେ, ‘ଏହି ଲୋକଟି ବଗିଗ୍ଭ ମାଲିକର ପୁଅ। ବଗିଗ୍ଭର ସେ ଉତ୍ତରାଧିକାରୀ। ଆମ୍ଭେମାନେ ତାକୁ ମାରିଦେଲେ ବଗିଗ୍ଭଟି ଆମ୍ଭର ହୋଇଯିବ’। ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନେଇ ଜୀବନରେ ମାରିଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗିଦେଲେ।

“ଏବେ ଦ୍ରାକ୍ଷାକ୍ଷେତ୍ରର ମାଲିକ କ’ଣ କରିବ? ସେ ଆସି ସେହି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦେଇଦେବ। 10 ତୁମ୍ଭେମାନେ କ’ଣ ଏହି ଶାସ୍ତ୍ର ପଢ଼ି ନାହଁ?

“ଯେଉଁ ପଥରକୁ କାରିଗରମାନେ ଅଦରକାରୀ ମନେ କଲେ, ସେହି ପଥର
    ‘କିନ୍ତୁ କୋଣର ପ୍ରଧାନ ମୂଳଦୁଆ ପଥର[b] ହୋଇଗଲା।
11 ପ୍ରଭୁ ତାହା କଲେ,
    ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ଯ୍ୟଜନକ।’”(A)

12 ଏହି ଯିହୂଦୀନେତାମାନେ ଯୀଶୁଙ୍କ ଦୃଷ୍ଟାନ୍ତ ଶୁଣିଲେ। ଏହା ସେମାନଙ୍କ ଉଦ୍ଦେଶ୍ୟରେ ଥିଲା ବୋଲି ସେମାନେ ଜାଣି ପାରିଲେ। ତେଣୁ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ସେମାନେ ଉପାୟ ଖୋଜି ବସିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲେ।

ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଯିହୂଦୀ ନେତାମାନଙ୍କ ଚକ୍ରାନ୍ତ

(ମାଥିଉ 22:15-22; ଲୂକ 20:20-26)

13 ପରେ ଯିହୂଦୀ ନେତାମାନେ କେତେକ ଫାରୂଶୀ ଓ ହେରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରି ଫାନ୍ଦରେ ପକାଇବାକୁ ଗ୍ଭହୁଁଥିଲେ। 14 ଫାରୂଶୀ ଓ ହେରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, “ଗୁରୁ, ଆମ୍ଭେମାନେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟରେ କ’ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କେବେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ୱର ଗ୍ଭହୁଁଥିବା ଜୀବନର ମାର୍ଗ ବିଷୟରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ, କାଇସରଙ୍କୁ କର ଦେବା ଉଚିତ୍ କି ନୁହେଁ?”

15 ଯୀଶୁ ସେମାନଙ୍କ ଗ୍ଭ‌ଲ୍‌ବାଜି ବୁଝିଗଲେ। ସେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ମୋତେ ଭଲ କଥା କହି କାହିଁକି ଫାନ୍ଦରେ ପକାଇବାକୁ ଚେଷ୍ଟା କରୁଛ? ମୋ’ ପାଖକୁ ରୂପାଟଙ୍କାଟିଏ ଆଣ, ମୁଁ ତାକୁ ଦେଖେ।” 16 ସେମାନେ ରୂପାଟଙ୍କାଟିଏ ନେଇ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଦ୍ରାଟି ଉପରେ କାହାର ଛବି ଅଙ୍କିତ ହୋଇଛି? ତା’ ଉପରେ କାହାର ନାମ ଲେଖା ଯାଇଛି?” ସେମାନେ କହିଲେ, “ଏହା କାଇସରଙ୍କ ଛବି ଓ କାଇସରଙ୍କ ନାମ।”

17 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।” ଏହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।

ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ କେତେକ ସାଦ୍ଦୂକୀଙ୍କର ଚକ୍ରାନ୍ତ

(ମାଥିଉ 22:23-33; ଲୂକ 20:27-40)

18 ତା'ପରେ କେତେକ ସାଦ୍ଦୂକୀ ତାହାଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ଦାବୀ କରନ୍ତି ଯେ, ମଣିଷ ମୃତ୍ୟୁପରେ ପୁନରୁ‌ତ୍‌ଥାନ ହେବ ନାହିଁ। 19 ସେମାନେ କହିଲେ, “ଗୁରୁ, ମୋଶା ଆମ୍ଭମାନଙ୍କ ପାଇଁ ଲେଖିଛନ୍ତି ଯେ, ଯଦି କୌଣସି ବିବାହିତ ଲୋକ ପିଲାପିଲି ନ ଥାଇ ମରି ଯାଏ, ତେବେ ତା'ର ଭାଇ ସେହି ସ୍ତ୍ରୀଟିକୁ ବିବାହ କରିବା ଉଚିତ୍। ତା'ହେଲେ ସେହି ମୃତ ଭାଇଟି ପାଇଁ ବଂଶ ବୃଦ୍ଧି କରି ପାରିବ। 20 ଥରେ ସାତ ଭାଇ ଥିଲେ। ସବୁଠାରୁ ବଡ଼ ଭାଇ ବିବାହ କଲା। କିନ୍ତୁ କୌଣସି ପିଲାପିଲି ନ ଥାଇ ସେ ମରିଗଲା। 21 ତେଣୁ ଦ୍ୱିତୀୟ ଭାଇ ସେ ସ୍ତ୍ରୀଟିକୁ ବିବାହ କଲା। ସେ ମଧ୍ୟ କୌଣସି ପିଲାପିଲି ନ ଥାଇ ମରିଗଲା। ତୃତୀୟ ଭାଇ ପ୍ରତି ମଧ୍ୟ ତାହା ଘଟିଲା। 22 ସାତ ଜଣ ଭାଇ ସେହି ସ୍ତ୍ରୀ ଲୋକକୁ ଜଣକ ପରେ ଜଣେ ବିବାହ କଲେ ଓ ଶେଷରେ ମରିଗଲେ। ସେମାନଙ୍କ ମଧ୍ୟରୁ କାହାରି ହେଲେ କୌଣସି ପିଲାପିଲି ନ ଥିଲେ। ଶେଷରେ ସେହି ସ୍ତ୍ରୀଟି ମଧ୍ୟ ମରିଗଲା। 23 କିନ୍ତୁ ସାତ ଭାଇଯାକ ତାକୁ ବିବାହ କରିଥିଲେ। ତେବେ ପୁନରୁ‌ତ୍‌ଥାନ ସମୟରେ, ସେହି ସ୍ତ୍ରୀଟି କାହାର ପତ୍ନୀ ହେବ?”

24 ଯୀଶୁ କହିଲେ, “ସବୁ ଶାସ୍ତ୍ର କ’ଣ କହେ, ପରମେଶ୍ୱରଙ୍କ ଶକ୍ତି ବିଷୟରେ ତାହା ତୁମ୍ଭେମାନେ ଜାଣି ନାହଁ କି? ତେଣୁ ତୁମ୍ଭେମାନେ ଭ୍ରମରେ ପଡ଼ିଥାଅ। 25 ଲୋକମାନେ ଯେତେବେଳେ ମୃତ୍ୟୁରୁ ପୁନରୁ‌ତ୍‌ଥାନ ହେବେ ସେତେବେଳେ କୌଣସି ବିବାହ ହେବ ନାହିଁ ସେମାନେ କେହି କାହାରିକୁ ବିବାହ କରିବେ ନାହିଁ, ବରଂ ପ୍ରତ୍ୟେକ ସ୍ୱର୍ଗଦୂତଙ୍କ ଭଳି ହୋଇଯିବେ। 26 ପୁନରୁ‌ତ୍‌ଥିତ ଲୋକଙ୍କ ବିଷୟରେ ତୁମ୍ଭେମାନେ କ’ଣ ମୋଶାଙ୍କ ପୁସ୍ତକରେ ଲିଖିତ ବୁଦାବୃତ୍ତାନ୍ତଟି ପଢ଼ି ନାହଁ? ସେଥିରେ ପରମେଶ୍ୱର ମୋଶାଙ୍କୁ କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇ‌‌ସ୍‌‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର’।(B) 27 ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ପ୍ରକୃତରେ ଏ ଲୋକମାନେ ମୃତ ନୁହନ୍ତି। କାରଣ ସେ ମୃତମାନଙ୍କର ପରମେଶ୍ୱର ନୁହନ୍ତି ବରଂ ସେ ଜୀବିତମାନଙ୍କର ପରମେଶ୍ୱର। ହେ ସାଦ୍ଦୂକୀମାନେ, ତୁମ୍ଭେମାନେ ବଡ଼ ଭ୍ରମରେ ପଡ଼ିଛ।”

କେଉଁ ଆଦେଶ ବହୁତ ମହତ୍ତ୍ୱପୂର୍ଣ୍ଣ

(ମାଥିଉ 22:34-40; ଲୂକ 10:25-28)

28 ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ଯୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସେମାନଙ୍କ ପ୍ରଶ୍ନର ଯଥାର୍ଥ ଉତ୍ତର ଦେଇଛନ୍ତି। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ?”

29 ଯୀଶୁ ଉତ୍ତର ଦେଲେ, “ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ‘ହେ ଇସ୍ରାଏଲ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ୱର ଏକମାତ୍ର ପ୍ରଭୁ। 30 ସମସ୍ତ ହୃଦୟରେ ସମସ୍ତ ଆତ୍ମାରେ, ସମସ୍ତ ମନରେ ଓ ସମସ୍ତ ଶକ୍ତିରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର।’(C) 31 ଦ୍ୱିତୀୟ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: ‘ତୁମ୍ଭେ ନିଜକୁ ଯେପରି ପ୍ରେମ କର, ନିଜର ପଡ଼ୋଶୀକୁ ସେହିପରି ପ୍ରେମ କର’(D) ଏହି ଦୁଇଟି ଆଦେଶ ଛଡ଼ା ଆଉ ବଡ଼ ଆଦେଶ କିଛି ନାହିଁ।”

32 ଏହା ଶୁଣି ଧର୍ମଶାସ୍ତ୍ରୀ ଜଣକ କହିଲେ, “ଗୁରୁ, ପ୍ରଭୁ ପରମେଶ୍ୱର ଯେ, ଏକ ଓ ତାହାଙ୍କ ଛଡ଼ା ଆଉ ଅନ୍ୟ କେହି ନାହିଁ, ଏହା ତୁମ୍ଭେ ଠିକ୍ କହିଛ। 33 ପ୍ରକୃତରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ହେବ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ୟ ସେହିପରି ଭଲ ପାଇବାକୁ ହେବ। ଆମ୍ଭେ ପରମେଶ୍ୱରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସେହି ଗୁଡ଼ିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ତ୍ୱପୂର୍ଣ୍ଣ।”

34 ଯୀଶୁ ଦେଖିଲେ ଯେ, ଲୋକଟି ବୁଝିବିଗ୍ଭରି ଜ୍ଞାନୀ ଭଳି ଉତ୍ତର ଦେଇଛି। ସେ ତାହାକୁ କହିଲେ, “ତୁମ୍ଭେ ପରମେଶ୍ୱରଙ୍କ ରାଜ୍ୟଠାରୁ ଦୂରରେ ନାହଁ।” ଏହା ପରେ ଆଉ କେହିହେଲେ ଯୀଶୁଙ୍କୁ କୌଣସି ଅଧିକ ପ୍ରଶ୍ନ ପଗ୍ଭରିବାକୁ ସାହସ କଲେ ନାହିଁ।

ଖ୍ରୀଷ୍ଟ ଦାଉଦଙ୍କର ପୁତ୍ର

(ମାଥିଉ 22:41-46; ଲୂକ 20:41-44)

35 ଯୀଶୁ ମନ୍ଦିରରେ ଉପଦେଶ ଦେଲାବେଳେ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କିପରି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର? 36 ସ୍ୱୟଂ ଦାଉଦ ପବିତ୍ରଆତ୍ମାଙ୍କ ସାହାଯ୍ୟରେ କହିଥିଲେ,

‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁଙ୍କୁ କହିଥିଲେ:
ତୁମ୍ଭେ ମୋ’ ପାଖରେ, ମୋହର ଡାହାଣ ପଟେ ବସ,
    ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ଅଧୀନକୁ ନେଇ ଆସିବି।’(E)

37 ଦାଉଦ ନିଜେ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହିଥିଲେ। ତେବେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହୋଇ ପାରିବେ?” ଜମା ହୋଇଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସୀ ମନରେ ଶୁଣୁଥିଲେ।

ଯୀଶୁ ବିଧି ପ୍ରଗ୍ଭରକମାନଙ୍କୁ ସମାଲୋଚନା କଲେ

(ମାଥିଉ 23:6-7; ଲୂକ 11:43; 20:45-47)

38 ଯୀଶୁ ଶିକ୍ଷା ଦେଇ ଗ୍ଭଲିଥିଲେ। ସେ କହିଲେ, “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ସେମାନେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତେଣେ ବୁଲିବାକୁ ଭଲ ପାଆନ୍ତି। ସେମାନେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାରରେ ସମ୍ମାନ ଦେଖାନ୍ତୁ। 39 ସମାଜଗୃହରେ ସେମାନେ ମହତ୍ତ୍ୱପୂର୍ଣ୍ଣ ଆସନରେ ବସିବାକୁ ଭଲ ପାଆନ୍ତି। ଭୋଜିରେ ସେମାନେ, ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ସ୍ଥାନ ପାଇବାକୁ ଭଲ ପାଆନ୍ତି। 40 ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ ବ୍ୟବହାର ଦେଖାନ୍ତି। ସେମାନେ ବିଧବାମାନଙ୍କର ସମ୍ପତ୍ତି ଅପହରଣ କରି ନିଅନ୍ତି। ଭଲ ଦେଖେଇ ହେବା ପାଇଁ ସେମାନେ ଲମ୍ବା ପ୍ରାର୍ଥନା କରନ୍ତି। ଏଭଳି ଲୋକମାନଙ୍କୁ ପରମେଶ୍ୱର କଠିନ ଶାସ୍ତି ଦେବେ।”

ଏକ ବିଧବାର ପ୍ରକୃତ ଦାନ

(ଲୂକ 21:1-4)

41 ଯୀଶୁ ମନ୍ଦିରର ଦାନ ବାକ୍ସ ପାଖରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ୟ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସରେ ପ୍ରଚୁର ଟଙ୍କା ପକାଉଥିଲେ। 42 ପରେ ଗରିବ ବିଧବାଟିଏ ସେଠାକୁ ଆସିଲା ଓ ସେଥିରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକେଇଲା। ଏହି ମୁଦ୍ରା ଦୁଇଟିର ମୂଲ୍ୟ ପଇସାଟିଏ ସାଙ୍ଗରେ ବି ସମାନ ନୁହେଁ।

43 ତା'ପରେ ଯୀଶୁ ନିଜ ଶିଷ୍ୟମାନଙ୍କୁ ପାଖକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦେଇଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତରେ ବହୁତ ଅଧିକ ଦେଇଛି। 44 କାରଣ ଧନୀ ଲୋକମାନଙ୍କ ପାଖରେ ପ୍ରଚୁର ଅଛି। ସେମାନେ ତାହାଙ୍କର ଦରକାର ନ ଥିବା ବଳକା ଅର୍ଥରୁ ହିଁ ଦାନ ଦେଇଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ୱରୂପ ଦେଇ ଦେଇଛି। ତା'ର ଚଳିବା ପାଇଁ ସେତିକି ମାତ୍ର ସମ୍ବଳ ଥିଲା।”

ମନ୍ଦିର ଧ୍ୱଂସ ସମ୍ପର୍କରେ ଯୀଶୁଙ୍କ ଭବିଷ୍ୟ‌ଦ୍‌ବାଣୀ

(ମାଥିଉ 24:1-25; ଲୂକ 21:5-24)

13 ଯୀଶୁ ମନ୍ଦିର ମଧ୍ୟରୁ ବାହାରି ଯାଉଥିବା ସମୟରେ ତାହାଙ୍କର ଜଣେ ଶିଷ୍ୟ ତାହାଙ୍କୁ କହିଲା, “ଗୁରୁ, ଦେଖନ୍ତୁ, ଏ ମନ୍ଦିରର ସୁନ୍ଦର ଭବନଗୁଡ଼ିକ ଓ ତା'ର ବିଶାଳ ପଥରଗୁଡ଼ିକ କେତେ ସୁନ୍ଦର ହୋଇଛି।”

ଯୀଶୁ କହିଲେ, “ତୁମ୍ଭେ ଏହି ବିଶାଳ ଭବନଗୁଡ଼ିକ ଦେଖୁଛ? ଏହି ସମସ୍ତ ଭବନ ଧ୍ୱଂସ ପାଇଯିବ। ସବୁତକ ପଥର ଭୂମି ଉପରେ ଓଜାଡ଼ି ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ପଥର ଉପରେ ରହି ପାରିବ ନାହିଁ।”

ପରେ ଯୀଶୁ ମନ୍ଦିର ସାମନାରେ ଥିବା ଜୀତପର୍ବତ[c] ଉପରେ ବସିଥିଲେ। ତାହାଙ୍କ ସହିତ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ଥିଲେ। ସେମାନେ ଯୀଶୁଙ୍କୁ ବ୍ୟକ୍ତିଗତଭାବେ ପଗ୍ଭରିଲେ, “ଏ ସବୁ କେବେ ଘଟିବ, ଆମ୍ଭକୁ କୁହ? ଏ ସବୁ ଘଟିବା ସମୟ ହୋଇଗଲା ବୋଲି, କ’ଣ କ’ଣ ଚିହ୍ନମାନ ଦେଖାଯିବ?”

ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ସାବଧାନ! ତୁମ୍ଭକୁ କେହି ଯେପରି ପ୍ରତାରଣା କରି ନ ପାରେ। ଅନେକ ଲୋକ ଆସିବେ ଏବଂ ସେମାନେ ମୋର ନାମ ବ୍ୟବହାର କରିବେ। ସେମାନେ ଦାବି କରିବେ, ‘ମୁଁ ସେହି’। ସେମାନେ ବହୁତ ଲୋକଙ୍କୁ ପ୍ରତାରଣା କରିବେ। ତୁମ୍ଭେ ଯୁଦ୍ଧ ବିଷୟରେ କିମ୍ବା ଯୁଦ୍ଧ ଗ୍ଭଲିଥିବା ବିଷୟରେ ଉଡ଼ା ଖବର ଶୁଣି ଭୟଭୀତ ହୋଇ ଯିବ ନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। ଗୋଟିଏ ଜାତି ଅନ୍ୟ ଜାତି ବିରୁଦ୍ଧରେ, ଗୋଟିଏ ରାଜ୍ୟ ଅନ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବ। ବହୁତ ସ୍ଥାନରେ ଭୂମିକମ୍ପ ହେବ। ଲୋକଙ୍କୁ ଖାଇବାକୁ ମିଳିବ ନାହିଁ। ଏହାସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବେଦନା ଭଳି।

“ତୁମ୍ଭେମାନେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଗ୍ଭରାଳୟରେ ସମର୍ପି ଦେବେ। ସେମାନେ ତୁମ୍ଭମାନଙ୍କୁ ସେମାନଙ୍କର ସମାଜଗୃହଗୁଡ଼ିକରେ ପିଟିବେ। ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗରେ ଠିଆ ହେବାକୁ ବାଧ୍ୟ କରାଯିବ। ତୁମ୍ଭେମାନେ ମୋ’ ବିଷୟରେ ପ୍ରମାଣ ଦେବ। 10 କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠାରେ ସୁସମାଗ୍ଭର[d] ପ୍ରକାଶ୍ୟରେ ପ୍ରଗ୍ଭରିତ କରାହେବ। 11 ସେମାନେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜେରା କରିବେ। ସେମାନେ ତୁମ୍ଭମାନଙ୍କୁ ବିଗ୍ଭର ପାଇଁ ଯଦି ନିଅନ୍ତି, ତେବେ ତୁମ୍ଭେ ସେଠାରେ କ’ଣ କହିବ, ସେ ବିଷୟରେ ଆଗରୁ କେବେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ୱର ଯାହାକିଛି କହିବା ପାଇଁ ଦେବେ, ତୁମ୍ଭେ ତାହା କହିବ, କାରଣ ସେତେବେଳେ ପ୍ରକୃତରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ରଆତ୍ମା କଥା କହିବେ।

12 “ଭାଇ, ଭାଇକୁ ମରଣ ମୁଖକୁ ଠେଲି ଦେବ। ବାପା ତା’ ସନ୍ତାନକୁ ମରିବା ପାଇଁ ଦେଇ ଦେବ। ପିଲାମାନେ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ସେମାନଙ୍କୁ ମାରି ଦେବେ। 13 ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ଦୃଢ଼ ହୋଇ ରହିବ, ସେ ରକ୍ଷା ପାଇବ।

14 “ତୁମ୍ଭେମାନେ, ‘ଧ୍ୱଂସ ଘଟାଉଥିବା ଭୟଙ୍କର ବସ୍ତୁକୁ’[e] ଯେଉଁଠାରେ ନ ରହିବା ଉଚିତ୍, ସେହି ସ୍ଥାନରେ ଥିବାର ଦେଖିବ।” ଯେଉଁମାନେ ଏହା ପଢ଼ିବେ, ସେମାନେ ବୁଝିନେବା ଉଚିତ୍ ଯେ ଏହାର ଅର୍ଥ କ’ଣ? “ସେତେବେଳେ ଯିହୂଦାର ଲୋକମାନେ ପାହାଡ଼ ଉପରକୁ ପଳେଇବା ଉଚିତ୍। 15 ଯେଉଁ ଲୋକ ଘରର ଛାତ ଉପରେ ଥିବ, ସେ ଘର ଭିତରକୁ ଯାଇ କିଛି ହେଲେ ପାଇବାକୁ ତଳକୁ ନ ଆସିବା ଉଚିତ୍। 16 ଯଦି କେହି ବାହାରେ ପଡ଼ିଆରେ ଥାଏ, ସେ ନିଜ ଗ୍ଭଦର ଆଣିବା ପାଇଁ ଘରକୁ ଫେରି ନ ଯାଉ।

17 “ସେହି ସମୟ ଗର୍ଭବତୀ ମହିଳା ଓ କୋଳରେ ଛୋଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହେବ। 18 ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନରେ ନ ହୁଏ। 19 କାରଣ ସେହି ଦିନ ଗୁଡ଼ିକ ବିପଦରେ ପରିପୂର୍ଣ୍ଣ ରହିବ। ସେତେବେଳେ ଏତେ ବଡ଼ ବିପଦ ମାଡ଼ି ଆସିବ ଯେ, ସେଭଳି ବଡ଼ ବିପଦ ପରମେଶ୍ୱରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଭବିଷ୍ୟତରେ କେବେ ଆସିବ ନାହିଁ। 20 ସେହି ଭୟଙ୍କର ସମୟକୁ କମେଇ ଦେବା ପାଇଁ ପରମେଶ୍ୱର ସ୍ଥିର କରିଛନ୍ତି। ଯଦି ସେହି ସମୟ କମେଇ ଦିଆ ନ ଯିବ, ତେବେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟ କମେଇ ଦେବେ।

21 “ସେହି ଦିନମାନଙ୍କରେ କେତେକ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ‘ଦେଖ ଏଠାରେ ଯୀଶୁ ଅଛନ୍ତି’ କିମ୍ବା’ ଦେଖ ସେଠାରେ ସେ ଅଛନ୍ତି’ ତୁମ୍ଭେ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 22 ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାମାନେ ଦେଖାଦେବେ ସେମାନେ ଅ‌ଦ୍‌ଭୂତ କାମ ଓ ଆଶ୍ଚର୍ଯ୍ୟକାର୍ଯ୍ୟ କରିବେ। ସମ୍ଭବ ହେଲେ, ପରମେଶ୍ୱର ବାଛିଥିବା ଲୋକମାନଙ୍କୁ ସେମାନେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ। 23 ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ଯଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚେତେଇ ଦେଉଛି।

24 “ସେହି ଦିନମାନଙ୍କରେ ଏହି ବଡ଼ ବିପଦର ସମୟ ଗ୍ଭଲି ଗଲାପରେ

‘ସୂର୍ଯ୍ୟ ସମ୍ପୂର୍ଣ୍ଣ ଅନ୍ଧକାରମୟ ହୋଇଯିବ,
    ଚନ୍ଦ୍ର ତା'ର ଆଲୋକ ଦେବ ନାହିଁ।
25 ଆକାଶରୁ ତାରାମାନେ ଖସି ପଡ଼ିବେ,
    ଆକାଶରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡ଼ିକ ଦୋହଲି ଯିବ।’(F)

26 “ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାଶକ୍ତି ଓ ମହିମା ସହିତ ମେଘମାଳା ମଧ୍ୟରେ ଆସିବାର ଦେଖିବେ। 27 ମନୁଷ୍ୟପୁତ୍ର ପୃଥିବୀର ଗ୍ଭରି ଆଡ଼କୁ ତାହାଙ୍କ ସ୍ୱର୍ଗ ଦୂତମାନଙ୍କୁ ପଠାଇବେ। ସେମାନେ ତାହାଙ୍କ ଦ୍ୱାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରତ୍ୟେକ ସ୍ଥାନରୁ ଆଣି ଏକାଠି କରିବେ।

28 “ଡିମ୍ବିରିଗଛ ଆମ୍ଭକୁ ଗୋଟିଏ ଶିକ୍ଷା ଦିଏ। ଯେତେବେଳେ ଡିମ୍ବିରିଗଛର ଡାଳଗୁଡ଼ିକ ଶାଗୁଆ ଓ ନରମ ପଡ଼ିଯାଏ ଏବଂ ନୂଆ ପତ୍ର କଅଁଳିବାକୁ ଆରମ୍ଭ କରେ, ସେତେବେଳେ ତୁମ୍ଭେମାନେ ଜାଣି ପାର ଯେ ଗ୍ରୀଷ୍ମଋତୁ ପାଖେଇ ଗଲାଣି। 29 ମୁଁ ତୁମ୍ଭକୁ ଯାହା କହିଲି, ଠିକ୍ ତାହା ଏହିପରି ଘଟିବ। ତୁମ୍ଭେମାନେ ଯେତେବେଳେ ଏହିଭଳି ସବୁ ଘଟିବାର ଦେଖିବ, ସେତେବେଳେ ବୁଝ ଯେ, ‘ସେହି ସମୟ’[f] ନିକଟରେ ଆସି ପହଞ୍ଚିଗଲାଣି। 30 ମୁଁ ତୁମ୍ଭକୁ ସତ୍ୟ କହୁଛି। ଏହି ପିଢ଼ିର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ। 31 ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋ’ କହିଥିବା ବାକ୍ୟ କେବେ ହେଲେ ନଷ୍ଟ ହେବ ନାହିଁ।

32 “ସେହି ଦିନ ବା ସେହି ସମୟ ବିଷୟରେ କାହାରିକୁ କିଛି ଜଣା ନାହିଁ। ସ୍ୱର୍ଗଦୂତ ବା ମନୁଷ୍ୟପୁତ୍ର କେହି କିଛି ଜାଣନ୍ତି ନାହିଁ। କେବଳ ଏ କଥା ପରମପିତା ପରମେଶ୍ୱର ଜାଣନ୍ତି। 33 ସାବଧାନ, ସଦାବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତେବେଳେ ପହଞ୍ଚିବ, ତାହା ତୁମ୍ଭେମାନେ ଜାଣି ନାହଁ।

34 “ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ୟକ୍ତି କୌଣସି ସ୍ଥାନକୁ ଯାତ୍ରା କଲାବେଳେ ଗ୍ଭକରମାନଙ୍କ ଉପରେ ନିଜ ଘରର ଦାୟିତ୍ୱ ଛାଡ଼ି ଦେଇଯାଏ ଓ ପ୍ରତ୍ୟେକ ଗ୍ଭକରକୁ ତା'ର ନିର୍ଦ୍ଦିଷ୍ଟ କାମ ଦେଇଥାଏ ଏବଂ ଦ୍ୱାରପାଳକକୁ ସଦାବେଳେ ପ୍ରସ୍ତୁତ ହୋଇ ରହିବାକୁ ଆଦେଶ ଦେଇଥାଏ। 35 ଏଣୁ ତୁମ୍ଭେମାନେ ମଧ୍ୟ ସର୍ବଦା ପ୍ରସ୍ତୁତ ହୋଇ ରୁହ। କାରଣ ତୁମ୍ଭେ ଜାଣ ନାହିଁ, ଘରର ମାଲିକ କେତେବେଳେ ଆସି ପହଞ୍ଚି ଯିବେ। ସନ୍ଧ୍ୟାବେଳେ, ଅଧରାତିରେ, ପାହାନ୍ତିଆରେ ବା ସକାଳେ, କୌଣସି ସମୟରେ ସେ ଆସି ଯାଇ ପାରନ୍ତି। 36 ସେ ଖୁବ୍ ଶୀଘ୍ର ମଧ୍ୟ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତେବେ ସେ ତୁମ୍ଭକୁ କଦାପି ଶୋଇଥିବା ଅବସ୍ଥାରେ ଦେଖି ପାରିବେ ନାହିଁ। 37 ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସେହି ଏକା କଥା କହୁଛି ଯେ, ସର୍ବଦା ପ୍ରସ୍ତୁତ ରୁହ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center