Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 12-13

ଫାରୂଶୀମାନଙ୍କ ଭଳି ହୁଅ ନାହିଁ

12 ହଜାର ହଜାର ଲୋକ ଆସି ଜମା ହୋଇ ଗଲେ। ଲୋକେ ଜଣେ ଜଣକୁ ମାଡ଼ି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ୟମାନଙ୍କୁ କହିଲେ, “ଫାରୂଶୀମାନଙ୍କ ଖମୀରଠାରୁ ଦୂରରେ ରୁହ। ମୋ’ କହିବାର ଅଭିପ୍ରାୟ ହେଉଛି ଯେ, ସେମାନେ କପଟୀ। ଲୁଚି ରହିଥିବା ପ୍ରତ୍ୟେକ ଜିନିଷକୁ ପ୍ରକାଶ କରି ଦିଆ ଯିବ। ଗୋପନରେ ରହିଥିବା ପ୍ରତ୍ୟେକ ବିଷୟକୁ ପ୍ରକାଶ କରାଯିବ। ତୁମ୍ଭେମାନେ ଅନ୍ଧକାରରେ କହୁଥିବା କଥା ଆଲୁଅରେ କହି ଦିଆ ଯିବ। ଗୋଟିଏ ଏକାନ୍ତ କୋଠରି ଭିତରେ ଚୁପ୍ କରି କାହା କାନରେ ତୁମ୍ଭେମାନେ କିଛି କହିଲେ ମଧ୍ୟ ତାହାକୁ ଘରର ଛାତ ଉପରୁ ଘୋଷଣା କରି ଦିଆ ଯିବ।”

କେବଳ ପରମେଶ୍ୱରଙ୍କୁ ଭୟ କର

(ମାଥିଉ 10:28-31)

ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ହେ ମୋର ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କେବଳ ଶରୀରକୁ ମାରି ପକାଇବେ। କିନ୍ତୁ ସେତିକି କରି ସାରିବା ପରେ ସେମାନେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ। ତୁମ୍ଭେମାନେ ଯାହାକୁ ଭୟ କରିବା ଉଚିତ୍ ମୁଁ ତୁମ୍ଭମାନଙ୍କୁ ତାହାଙ୍କୁ ଦେଖାଇ ଦେବି। ତୁମ୍ଭମାନଙ୍କୁ ମାରି ସାରି ନର୍କରେ ଫିଙ୍ଗି ଦେବା ଶକ୍ତି ଯାହାର ଅଛି, ତୁମ୍ଭେମାନେ ସେହି ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, କେବଳ ତାହାଙ୍କୁ ଭୟ କର।

“ଚଢ଼େଇ ବିକାଯିବା ବେଳେ ପାଞ୍ଚଟା ଚଢ଼େଇଙ୍କର ମୂଲ୍ୟ ଅଳ୍ପ କେତେକ ପଇସା ହୁଏ। ତଥାପି, ପରମେଶ୍ୱର ସେମାନଙ୍କ ମଧ୍ୟରୁ ଗୋଟିକୁ ହେଲେ ଭୁଲି ଯାଆନ୍ତି ନାହିଁ। ହଁ, ତୁମ୍ଭମାନଙ୍କ ମୁଣ୍ଡରେ କେତେ ଗୋଟି ବାଳ ଅଛି, ତାହା ମଧ୍ୟ ପରମେଶ୍ୱର ଜାଣନ୍ତି। ଭୟ କର ନାହିଁ। ତୁମ୍ଭମାନଙ୍କର ମୂଲ୍ୟ ଅନେକ ଚଢ଼େଇଙ୍କ ଅପେକ୍ଷା ବହୁତ ଅଧିକ।

ଯୀଶୁଙ୍କ ଯୋଗୁଁ ଲଜ୍ଜା କର ନାହିଁ

(ମାଥିଉ 10:32-33; 12:32; 10:19-20)

“ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କହେ ଯେ ସେ ମୋ'ଠାରେ ବିଶ୍ୱାସ କରୁଛି, ତା'ହେଲେ ମୁଁ ମନୁଷ୍ୟପୁତ୍ର, ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ, ସେହି ଲୋକଟି ମୋର ନିଜର ଲୋକ। କିନ୍ତୁ ଯେଉଁ ଲୋକ ଅନ୍ୟମାନଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।

10 “ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କହୁଥିବା ଲୋକକୁ କ୍ଷମା କରି ଦିଆଯାଇ ପାରେ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କହୁଥିବା ଲୋକକୁ କ୍ଷମା କରାଯାଇ ପାରିବ ନାହିଁ।

11 “ଯେତେବେଳେ ଲୋକମାନେ ତୁମ୍ଭମାନଙ୍କୁ ଯିହୂଦୀ ପ୍ରାର୍ଥନାଗୃହ, ଶାସକ ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କ ଆଗକୁ ଆଣିବେ, ସେତେବେଳେ ତୁମ୍ଭେମାନେ କିପରି ଉତ୍ତର ଦେବ, ଓ କ’ଣ କହିବ, ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। 12 କାରଣ ସେହି ସମୟରେ ପବତ୍ର ଆତ୍ମା ତୁମ୍ଭମାନଙ୍କୁ ଶିଖାଇ ଦେବେ ତୁମ୍ଭମାନଙ୍କୁ କ’ଣ କହିବାକୁ ହେବ।”

ସ୍ୱାର୍ଥପରତା ବିରୁଦ୍ଧରେ ଚେତାବନୀ

13 ଜନସମୂହ ମଧ୍ୟରୁ କେହି ଜଣେ ଯୀଶୁଙ୍କୁ କହିଲା, “ଗୁରୁ! ଆମ୍ଭର ବାପା ଏବେ ମରିଗଲେ। ଆମ୍ଭ ବାପାଙ୍କ ସମ୍ପତ୍ତିକୁ ଆମ୍ଭ ଭିତରେ ଭାଗ କରିବା ପାଇଁ ମୋ’ ଭାଇକୁ କୁହନ୍ତୁ।”

14 ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?” 15 ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”

16 ତା'ପରେ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: “ଜଣେ ଧନୀ ଲୋକର କେତେକ ଜମି ଥିଲା। ସେହି ଜମିରେ ବହୁତ ଖାଦ୍ୟଶସ୍ୟ ଫଳିଲା। 17 ଲୋକଟି ମନେ ମନେ ଭାବିଲା, ‘ମୁଁ କ’ଣ କରିବି? ମୋ’ ପାଖରେ ମୋର ସବୁ ଶସ୍ୟତକ ରଖିବା ପାଇଁ ଜାଗା ନାହିଁ।

18 “ତା'ପରେ ସେ କହିଲା, ଠିକ୍ ଅଛି। କ’ଣ କରିବାକୁ ହେବ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡ଼ିକ ଭାଙ୍ଗି ଦେଇ ବଡ଼ବଡ଼ ଅମାର ତିଆରି କରିବି ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କରେ ରଖି ଦେବି। 19 ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନେକ ଉତ୍ତମ ପଦାର୍ଥ ଅନେକ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।’

20 “କିନ୍ତୁ ପରମେଶ୍ୱର ତାହାକୁ କହିଲେ, ‘ଆରେ ନିର୍ବୋଧ ମନୁଷ୍ୟ! ଆଜି ରାତିରେ ତୁ ମରିଯିବୁ। ତୁ ଯେଉଁ ପଦାର୍ଥତକ ତୋ’ ପାଇଁ ସାଇତି କରି ରଖିଛୁ, ତାହା କ’ଣ ହେବ? ସେ ସବୁ କିଏ ଭୋଗ କରିବ?’

21 “ଯେଉଁ ଲୋକ କେବଳ ନିଜ ପାଇଁ ଅନେକ ପଦାର୍ଥ ସାଇତି କରି ରଖେ, ତାହା ପ୍ରତି ଏହିଭଳି ଘଟିବ। ପରମେଶ୍ୱରଙ୍କ ଦୃଷ୍ଟିରେ ସେହିଲୋକ ଆଦୌ ଧନୀ ନୁହେଁ।’

ପରମେଶ୍ୱରଙ୍କ ରାଜ୍ୟକୁ ପ୍ରଥମସ୍ଥାନ ଦେବା

22 ଯୀଶୁ ପୁଣି ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ’ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କର ନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କର ନାହିଁ। 23 କାରଣ ଜୀବନ ଖାଇବାଠାରୁ ଓ ଶରୀର ପିନ୍ଧିବାଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। 24 ପକ୍ଷୀଗୁଡ଼ିକୁ ଦେଖ। ସେମାନେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ୱର ସେମାନଙ୍କୁ ଖାଇବାକୁ ଦେଇଥା’ନ୍ତି। ତୁମ୍ଭେମାନେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ୟବାନ୍। 25 ତୁମ୍ଭମାନଙ୍କ ଭିତରେ କ’ଣ ଏପରି କିଏ ଅଛି, ଯେ କି ଏଗୁଡ଼ିକ ପାଇଁ ବ୍ୟସ୍ତ ହେବା ଦ୍ୱାରା ନିଜ ପରମାୟୁରେ ଆଉ ଘଡ଼ିଏ ସମୟ ଯୋଡ଼ି ପାରିବ? 26 ତେବେ ତୁମ୍ଭେମାନେ ଯଦି ଏଡ଼ିକି ଛୋଟିଆ କାମଟିଏ କରି ପାରିବ ନାହିଁ, ତେବେ ଅନ୍ୟସବୁ ବଡ଼ ବଡ଼ କାମ ପାଇଁ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ?

27 “ବନ୍ୟ ଫୁଲଗୁଡ଼ିକୁ ଦେଖ, ସେମାନେ କିପରି ଫୁଟନ୍ତି? ସେମାନେ ପରିଶ୍ରମ କରନ୍ତି ନାହିଁ, କି ଲୁଗା ବୁଣନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ସବୁଠାରୁ ମହାନ୍ ଓ ଧନବାନ ରାଜା ଶଲୋମନ ମଧ୍ୟ ସେହି ଫୁଲମାନଙ୍କ ମଧ୍ୟରୁ କୌଣସି ଗୋଟିଏ ପରି ସୁଦ୍ଧା ସୁସଜ୍ଜିତ ହୋଇପାରି ନ ଥିଲେ। 28 ପରମେଶ୍ୱର ପଡ଼ିଆର ଘାସକୁ ମଧ୍ୟ ସେହିପରି ବସ୍ତ୍ର ଦେଇଛନ୍ତି। ସେହି ଘାସ ଆଜି ବଞ୍ଚିଛି। ଆସନ୍ତା କାଲି ତାକୁ ନିଆଁରେ ଜଳିବା ପାଇଁ ଫିଙ୍ଗି ଦିଆଯିବ। ତୁମ୍ଭମାନଙ୍କ ଜାଣି ରଖିବା ଉଚିତ୍ ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ତା'ଠାରୁ ବହୁତ ଅଧିକ ବସ୍ତ୍ର ଦେବେ। ପରମେଶ୍ୱରଙ୍କଠାରେ ତୁମ୍ଭମାନଙ୍କର କ’ଣ ଏତିକି ବିଶ୍ୱାସ ନାହିଁ?

29 “ତେଣୁ ତୁମ୍ଭେମାନେ କ’ଣ ଖାଇବ, କ’ଣ ପିଇବ ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। ଆଦୌ ବ୍ୟସ୍ତ ହୁଅ ନାହିଁ। 30 ଏ ପୃଥିବୀରେ ସମସ୍ତେ ସେଗୁଡ଼ିକ ପାଇବା ପାଇଁ ଚେଷ୍ଟା କରୁଛନ୍ତି। ତୁମ୍ଭମାନଙ୍କର ପରମପିତା ଜାଣିଛନ୍ତି ଯେ, ତୁମ୍ଭମାନଙ୍କର ସେଗୁଡ଼ିକ ଦରକାର। 31 ବରଂ ତୁମ୍ଭମାନଙ୍କର ଯେଉଁ ବିଷୟଟି ଗ୍ଭହିଁବା ଉଚିତ୍, ତାହା ହେଉଛି ସ୍ୱର୍ଗରାଜ୍ୟ। ତାହାହେଲେ ତୁମ୍ଭେମାନେ ଦରକାର କରୁଥିବା ଏହି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯିବ।

ଧନ ଉପରେ ଭରସା ରଖ ନାହିଁ

32 “ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି। 33 ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ। 34 ତୁମ୍ଭମାନଙ୍କର ଧନସମ୍ପତ୍ତି ଯେଉଁଠାରେ ରହିବ, ତୁମ୍ଭମାନଙ୍କ ହୃଦୟ ମଧ୍ୟ ସେହିଠାରେ ରହିବ।

ସର୍ବଦା ପ୍ରସ୍ତୁତ ରୁହ

(ମାଥିଉ 24:42-44)

35 “କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡ଼ିକ ଜଳେଇ ରଖ। 36 ବିବାହ ଭୋଜିରୁ ଫେରି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଗ୍ଭକରମାନଙ୍କ ଭଳି ହୁଅ। କାରଣ ମାଲିକ ଫେରି ଆସି କବାଟ ବାଡ଼େଇବା ମାତ୍ରେ ଗ୍ଭକରମାନେ ସଙ୍ଗେ ସଙ୍ଗେ ମାଲିକକୁ ଦୁଆର ଫିଟେଇ ଦେବେ। 37 ସେହି ଗ୍ଭକରମାନେ ଧନ୍ୟ, ଯେଉଁମାନଙ୍କୁ ମାଲିକ ଫେରି ଆସି ଦେଖିବେ ଯେ ସେମାନେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ମଧ୍ୟ ସେମାନଙ୍କ ସେବା ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସେମାନଙ୍କୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦେବେ। 38 ସେହି ଗ୍ଭକରମାନଙ୍କୁ ମାଲିକଙ୍କ ପାଇଁ ଅଧରାତି ବା ତା'ଠାରୁ ଆହୁରି ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିପାରେ। କିନ୍ତୁ ମାଲିକ ଯେତେବେଳେ ଫେରି ଆସି ସେମାନଙ୍କୁ ସେପର୍ଯ୍ୟନ୍ତ ଅପେକ୍ଷା କରିଥିବାର ଦେଖିବେ, ସେତେବେଳେ ସେମାନେ ଖୁସୀ ହୋଇ ଯିବେ।

39 “ମନେରଖ, ଯଦି ଘରର ମାଲିକ ଆଗରୁ ଜାଣି ପାରନ୍ତି ଯେ, ଗ୍ଭେର କେତେବେଳେ ଆସିବ, ତେବେ ସେ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ। 40 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। କାରଣ ମନୁଷ୍ୟପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭେମାନେ ଆଦୌ ଭାବି ପାରି ନ ଥିବ।”

ବିଶ୍ୱସ୍ତ ସେବକ କିଏ

(ମାଥିଉ 24:45-51)

41 ପିତର ପଗ୍ଭରିଲେ, “ପ୍ରଭୁ! ଏହି ଦୃଷ୍ଟାନ୍ତ ଆପଣ ଆମ୍ଭ ପାଇଁ କହୁଛନ୍ତି ନା ସମସ୍ତଙ୍କ ପାଇଁ?”

42 ଏହା ଶୁଣି ଯୀଶୁ କହିଲେ, “ବିଶ୍ୱାସୀ ଓ ବୁଦ୍ଧିମାନ ସେବକ କିଏ? ମାଲିକ ଅନ୍ୟ ସେବକମାନଙ୍କୁ ସେମାନଙ୍କର ଖାଦ୍ୟ ଠିକ୍ ସମୟରେ ଦେବା ପାଇଁ ଜଣେ ଗ୍ଭକରକୁ ଦାୟିତ୍ୱ ଦେଇଥା’ନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ୱାସ କରିବେ ସେ ସେବକ କିଏ? 43 ମାଲିକ ଯେବେ ଆସିଲେ ମଧ୍ୟ ଯେଉଁ ସେବକକୁ ସବୁବେଳେ କାମ ତୁଲାଉଥିବାର ଦେଖିବେ, ସେହି ସେବକ ବହୁତ ଖୁସୀ ହେବ। 44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ତାକୁ ତାହାଙ୍କ ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ରହିବା ପାଇଁ ବାଛିବେ।

45 “କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ। 46 ତା'ପରେ ସେହି ସେବକଟିର ମାଲିକ କୌଣସି ଦିନ ଆସି ପହଞ୍ଚି ଯିବେ। ସେତେବେଳେ ସେବକଟି ପ୍ରସ୍ତୁତ ନ ଥିବ। ମାଲିକ ଆସି ଏପରି ହଠାତ୍ ପହଞ୍ଚି ଯିବେ ବୋଲି ସେବକଟି ଭାବି ମଧ୍ୟ ପାରି ନ ଥିବ। ତା'ପରେ ମାଲିକ ସେବକଟିକୁ କଠିନ ଦଣ୍ଡ ଦେବେ ଓ ଅନ୍ୟ ଅବାଧ୍ୟ ଲୋକଙ୍କ ପାଖକୁ ତଡ଼ି ଦେବେ।

47 “ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ। 48 କିନ୍ତୁ ଯେଉଁ ସେବକ ନିଜ ମାଲିକଙ୍କ ଇଚ୍ଛା ବିଷୟରେ କିଛି ଜାଣି ନ ଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତେବେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ୟ ବିଷୟରେ ଜାଣିଥିବା ଗ୍ଭକର ଅପେକ୍ଷା କମ୍ ଦଣ୍ଡ ଦିଆଯିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାୟୀ ହେବ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତା'ଠାରୁ ବହୁତ ଅଧିକ ଆଶା କରାଯିବ।”

ଲୋକମାନେ ଯୀଶୁଙ୍କ ସହ ଏକମତ ହେବେ ନାହିଁ

(ମାଥିଉ 10:34-36)

49 ଯୀଶୁ କହି ଗ୍ଭଲିଲେ, “ମୁଁ ଏ ପୃଥିବୀରେ ନିଆଁ ଜଳେଇବାକୁ ଆସିଛି। ମୁଁ ଗ୍ଭହୁଁଛି ଏହା ଆଗରୁ ଜଳୁଥା’ନ୍ତା। 50 ମୋତେ ‘ଅନ୍ୟପ୍ରକାରର ବାପ୍ତିସ୍ମ’[a] ଦ୍ୱାରା ବାପ୍ତିଜିତ ହେବାକୁ ପଡ଼ିବ। ଏହା ନ ହେବା ପର୍ଯ୍ୟନ୍ତ ମୁଁ ପୀଡ଼ା ଅନୁଭବ କରୁଛି। 51 ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଶାନ୍ତି ଦେବା ପାଇଁ ଏ ପୃଥିବୀକୁ ଆସିଛି? ନା, ମୁଁ ପୃଥିବୀକୁ ଭାଗ ଭାଗ କରିଦେବାକୁ ଆସିଛି। 52 ଏଣିକି ବର୍ତ୍ତମାନଠାରୁ ଗୋଟିଏ ଘରେ ପାଞ୍ଚ ଜଣ ଲୋକ ଥିଲେ ସେମାନେ ପରସ୍ପରର ବିରୋଧୀ ହୋଇଯିବେ। ତିନି ଜଣ ଦୁଇଜଣଙ୍କ ବିରୁଦ୍ଧରେ ଠିଆ ହେବେ କିମ୍ବା ଦୁଇଜଣ ତିନି ଜଣଙ୍କ ବିରୁଦ୍ଧରେ ଠିଆ ହେବେ।

53 ବାପ ପୁଅର ବିରୋଧୀ,
    ପୁଅ ବାପର ବିରୋଧୀ,
ମା ଝିଅର ବିରୋଧୀ,
    ଝିଅ ମାର ବିରୋଧୀ,
ଶାଶୁ ବୋହୂର ବିରୋଧୀ
    ଓ ବୋହୂ ଶାଶୁର ବିରୋଧୀ ହୋଇଯିବ।”

ବୁଝିବା ସମୟର ଚିହ୍ନ

(ମାଥିଉ 16:2-3)

54 ଯୀଶୁ ଲୋକମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ପଶ୍ଚିମ ଦିଗରୁ ମେଘ ଉଠିବା ଦେଖିଲେ କୁହ, ‘ଝଡ଼ବର୍ଷା ଆସୁଛି’ ତା'ପରେ ତାହା ହିଁ ହୁଏ। 55 ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭେମାନେ କୁହ, ‘ଗରମ ହେବ।’ ତା'ପରେ ତାହା ହିଁ ହୁଏ। 56 ହେ କପଟୀଗଣ! ତୁମ୍ଭେମାନେ ପାଗ ବିଷୟରେ ତ ଜାଣି ପାରୁଛ। ତେବେ ଏହି ସମୟରେ କ’ଣ ଘଟୁଛି, ତାହା କାହିଁକି ଜାଣି ପାରୁ ନାହଁ?

ନିଜ ସମସ୍ୟାର ସମାଧାନ କର

(ମାଥିଉ 5:25-26)

57 “ଯାହା ଠିକ୍, ତାହା ତୁମ୍ଭେମାନେ ନିଜେ ନିଷ୍ପତ୍ତି କରି ପାରୁ ନାହଁ କାହିଁକି? 58 ଯଦି ତୁମ୍ଭେ ତୁମ୍ଭ ବିରୋଧୀ ସହିତ ବିଗ୍ଭରାଳୟକୁ ଯାଉଛ, ତେବେ ରାସ୍ତାରେ ତା’ ସହିତ ବୁଝାମଣା କରିବାକୁ ଚେଷ୍ଟା କର। ତା’ ନ ହେଲେ ସେ ତୁମ୍ଭକୁ ବିଗ୍ଭରପତିଙ୍କ ଆଗକୁ ଟାଣିନେବ। ବିଗ୍ଭରପତି ତୁମ୍ଭକୁ ଅଧିକାରୀଙ୍କ ହାତରେ ଦେଇଦେବେ ଏବଂ ଅଧିକାରୀ ତୁମ୍ଭକୁ କାରାଗାରରେ ବନ୍ଦୀ କରିବେ। 59 ଯେଉଁଦିନ ପର୍ଯ୍ୟନ୍ତ ତୁମ୍ଭେ ପ୍ରତ୍ୟେକ ଋଣର ମୂଲ୍ୟ ଶେଷ ପଇସା ପର୍ଯ୍ୟନ୍ତ ନ ଦେଇଛ, ସେ ପର୍ଯ୍ୟନ୍ତ ତୁମ୍ଭେମାନେ ସେଠାରୁ ମୁକ୍ତି ପାଇ ପାରିବ ନାହିଁ।”

ହୃଦୟ ପରିବର୍ତ୍ତନ କର

13 ସେତେବେଳେ ଯୀଶୁଙ୍କ ପାଖରେ କେତେକ ଲୋକ ଥିଲେ। ଗାଲିଲୀର କେତେକ ଲୋକଙ୍କର ଯାହା ଘଟିଥିଲା, ସେହି ବିଷୟରେ ସେମାନେ ଯୀଶୁଙ୍କୁ କହିଲେ। ସେମାନେ ଉପାସନା କରୁଥିବା ସମୟରେ ପୀଲାତ[b] ସେହି ଲୋକମାନଙ୍କୁ ହତ୍ୟା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସେମାନଙ୍କ ରକ୍ତକୁ ମିଶାଇଥିଲେ। ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କ’ଣ ଭାବୁଛ ଯେ ଏହି ଲୋକମାନେ ଗାଲିଲୀର ସବଠାରୁ ଅଧିକ ପାପୀ ଥିଲେ ବୋଲି ସେମାନଙ୍କୁ ଏ ଦଶା ଭୋଗିବାକୁ ପଡ଼ିଲା? ନା, ସେମାନେ ତାହା ନ ଥିଲେ। କିନ୍ତୁ ତୁମ୍ଭେମାନେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ ତେବେ ତୁମ୍ଭେମାନେ ମଧ୍ୟ ସେହି ଲୋକମାନଙ୍କ ଭଳି ଧ୍ୱଂସ ପାଇଯିବ। ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ଭାଙ୍ଗି ପଡ଼ିଲା, ତୁମ୍ଭେମାନେ କ’ଣ ଭାବୁଛ ଯେ ସେମାନେ ଯିରୁଶାଲମରେ ରହୁଥିବା ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ ପାପୀ ଥିଲେ? ନା, ସେମାନେ ତା’ ନ ଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ, ତେବେ ତୁମ୍ଭେମାନେ ସବୁ ବିନଷ୍ଟ ହେବ।”

ଅଦରକାରୀ ଗଛ

ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, “କୌଣସି ଗୋଟିଏ ଲୋକ ତା ବଗିଗ୍ଭରେ ଡିମ୍ବିରିଗଛଟିଏ ଲଗାଇଥିଲା। ଗଛରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ। ତେଣୁ ସେ ବଗିଗ୍ଭ ଦାୟିତ୍ୱରେ ଥିବା ଗ୍ଭକରକୁ କହିଲା, “ଦେଖ, ମୁଁ ତିନି ବର୍ଷ ହେଲା ଏ ଡିମ୍ବିରିଗଛରେ ଫଳ ଆସିବ ବୋଲି ଅପେକ୍ଷାକରି ଆସୁଛି। କିନ୍ତୁ ଗୋଟିଏ ହେଲେ ଫଳ ମୁଁ ପାଉ ନାହିଁ। ଏ ଗଛଟା କାଟିଦିଅ, କାହିଁକି ଅଯଥାରେ ସେ ଗଛଟା ମାଟି ଖରାପ କରିବ?’ କିନ୍ତୁ ଗ୍ଭକରଟି କହିଲା, ‘ମାଲିକ, ଆଉ ବର୍ଷକ ପାଇଁ ଏହାକୁ ଛାଡ଼ିଦିଅ। ମୁଁ ଏହାର ଗ୍ଭରିପଟେ ଗାତ ଖୋଳି ଖତସାର ଦେବି। କାଳେ ଆସନ୍ତା ବର୍ଷ ଗଛରେ ଫଳ ଆସି ପାରେ। ଯଦି ଆସନ୍ତା ବର୍ଷ ଗଛରେ ଫଳ ନ ଆସିବ, ତେବେ ତୁମ୍ଭେ ଏହାକୁ କାଟି ଦେଇପାର।’”

ଯୀଶୁ ବିଶ୍ରାମବାରରେ ଜଣେ ସ୍ତ୍ରୀ ଲୋକକୁ ସୁସ୍ଥ କଲେ

10 ଥରେ ଯୀଶୁ ବିଶ୍ରାମବାରରେ ଗୋଟିଏ ଯିହୂଦୀ ସମାଜଗୃହରେ ଉପଦେଶ ଦେଉଥିଲେ। 11 ସେଠାରେ ଏପରି ଗୋଟିଏ ସ୍ତ୍ରୀ ଲୋକ ଥିଲା, ଯାହା ଦେହରେ ଗୋଟିଏ ଭୂତ ପ୍ରବେଶ କରି ରହିଥିଲା। ଭୂତ ସ୍ତ୍ରୀ ଲୋକଟିକୁ ଅଠର ବର୍ଷ ଧରି ପଙ୍ଗୁ କରି ପକାଇଥିଲା। ସେ କୁଜ୍ଜା ହୋଇ ନଇଁ ଯାଉଥିଲା। ସେ ଜମା ସିଧା ଠିଆ ହୋଇ ପାରୁ ନ ଥିଲା। 12 ଯୀଶୁ ତାକୁ ଡାକି ପାଖରେ ଦେଖି କହିଲେ, “ହେ ନାରୀ ତୁମ୍ଭର ପୀଡ଼ିତା ଅବସ୍ଥା ବର୍ତ୍ତମାନ ଗ୍ଭଲିଯାଇଛି।” 13 ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହେବାକୁ ସକ୍ଷମ ହେଲା। ସେ ପରମେଶ୍ୱରଙ୍କ ସ୍ତୁତି କଲା।

14 ଯୀଶୁ ବିଶ୍ରାମବାରରେ ସ୍ତ୍ରୀ ଲୋକଟିକୁ ସୁସ୍ଥ କରି ଦେବାରୁ ଯିହୂଦୀ ପ୍ରାର୍ଥନାଗୃହର ନେତା ରାଗିଗଲେ। ନେତା ଜଣକ ଲୋକମାନଙ୍କୁ କହିଲେ, “ସପ୍ତାହରେ କାମ କରିବାକୁ ଛଅ ଦିନ ରହିଛି। ତେଣୁ ତୁମ୍ଭେମାନେ ସୁସ୍ଥ ହେବା ପାଇଁ ସେ ଭିତରୁ କୌଣସି ଦିନ ଆସ। ବିଶ୍ରାମବାରରେ କେବେ ହେଲେ ସୁସ୍ଥ ହେବା ପାଇଁ ଆସ ନାହିଁ।”

15 ପ୍ରଭୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କପଟୀ। ତୁମ୍ଭେମାନେ ପ୍ରତିଦିନ ଏପରିକି ବିଶ୍ରାମବାରରେ ମଧ୍ୟ ତୁମ୍ଭମାନଙ୍କର କାମ କରୁଥିବା ପଶୁଙ୍କୁ ଖୋଲି ପାଣି ପିଆଇ ଥାଅ। 16 ଏହି ଯେଉଁ ସ୍ତ୍ରୀ ଲୋକଟିକୁ ମୁଁ ସୁସ୍ଥ କରିଦେଲି ସେ ଆମ୍ଭର ଜଣେ ଯିହୂଦୀ ଭଉଣୀ[c] ଶୟତାନ ତାକୁ ଅଠର ବର୍ଷ ହେଲା ବାନ୍ଧି ରଖିଥିଲା, ବିଶ୍ରାମବାରରେ ସେଥିରୁ ସେ ମୁକ୍ତ ହେବା କ’ଣ ଉଚିତ୍ ନୁହେଁ?” 17 ଯୀଶୁ ଏ କଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସେମାନେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ, ତାକୁ ଦେଖି ସବୁ ଲୋକ ଖୁସୀ ହେଲେ।

ପରମେଶ୍ୱରଙ୍କ ରାଜ୍ୟ କି ଭଳି

(ମାଥିଉ 13:31-33; ମାର୍କ 4:30-32)

18 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟ କିଭଳି? ମୁଁ ଏହାକୁ କାହା ସହିତ ତୁଳନା କରି ପାରିବି? 19 ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଜଣେ ଲୋକ ସେ ସୋରିଷ ମଞ୍ଜିଟି ତା’ ବଗିଗ୍ଭରେ ବୁଣେ। ମଞ୍ଜିଟିରୁ ଗଜା ବାହାରି ଗଛ ହୁଏ। ପକ୍ଷୀମାନେ ଏହାର ଡାଳରେ ବସା ବାନ୍ଧନ୍ତି।”

20 ଯୀଶୁ ପୁଣି କହିଲେ, “ମୁଁ ପରମେଶ୍ୱରଙ୍କ ରାଜ୍ୟ କାହା ସହିତ ତୁଳନା କରି ପାରିବି? 21 ଏହା ଖମୀର ଭଳି। ଜଣେ ସ୍ତ୍ରୀ ଲୋକ ରୋଟୀ ତିଆରି କରିବା ପାଇଁ ଗୋଟିଏ ବଡ଼ ପାତ୍ରରେ ଥିବା ଅଟା ସହିତ ଖମୀର ମିଶାଏ। ଖମୀର ସମସ୍ତ ଦଳାଅଟାକୁ ଫୁଲାଇ ଦିଏ।”

ଅଣଓସାରିଆ ଦ୍ୱାର

(ମାଥିଉ 7:13-14,21-23)

22 ଯୀଶୁ ପ୍ରତ୍ୟେକ ନଗର ଓ ଗ୍ରାମରେ ଉପଦେଶ ଦେଉଥିଲେ। ସେ ଯାତ୍ରା କରୁ କରୁ ଯିରୁଶାଲମ ଆଡ଼କୁ ଯାଉଥିଲେ। 23 ଜଣେ କେହି ଯୀଶୁଙ୍କୁ କହିଲା, “ପ୍ରଭୁ, କେତେ ଜଣ ଲୋକ ପରିତ୍ରାଣ ପାଇ ପାରିବେ? କ’ଣ ଅଳ୍ପ ଲୋକ?”

24 ଯୀଶୁ କହିଲେ, “ତୁମ୍ଭେମାନେ ଅଣଓସାରିଆ ଦ୍ୱାର ଦେଇ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନେକ ଲୋକ ସେଠାରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସେମାନେ ପ୍ରବେଶ କରିବାକୁ ସମର୍ଥ ହେବେ ନାହିଁ। 25 ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତେବେ ତୁମ୍ଭେମାନେ ବାହାରେ ଠିଆ ହୋଇ କବାଟ ବାଡ଼େଇବ। କିନ୍ତୁ ସେ କବାଟ ଖୋଲିବ ନାହିଁ। ତୁମ୍ଭେମାନେ କହିବ, ‘ଆଜ୍ଞା, ଆମ୍ଭ ପାଇଁ ଦ୍ୱାର ଫିଟାନ୍ତୁ।’ କିନ୍ତୁ ଲୋକଟି କହିବ, ‘ମୁଁ ତୁମ୍ଭକୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ?’ 26 ତା'ପରେ ତୁମ୍ଭେମାନେ କହିବ, ‘ଆମ୍ଭେ ତୁମ୍ଭ ସହିତ ଏକାଠି ଖାଇଛୁ, ପିଇଛୁ। ତୁମ୍ଭେମାନେ ଆମ୍ଭ ନଗର ଗଳିମାନଙ୍କରେ ଉପଦେଶ ଦେଇଛ।’ 27 ତା'ପରେ ତୁମ୍ଭମାନଙ୍କୁ କହିବେ, ‘ମୁଁ ତୁମ୍ଭମାନଙ୍କୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ? ତୁମ୍ଭେମାନେ ମନ୍ଦ କାମ କରୁଥିବା ଲୋକ। ମୋ’ ପାଖରୁ ଦୂର ହୁଅ।’

28 “ତୁମ୍ଭେମାନେ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବ ତଥା ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟରେ ଦେଖି ପାରିବ। କିନ୍ତୁ ତୁମ୍ଭେମାନେ ବାହାରେ ରହିଯିବ। ସେତିକିବେଳେ ତୁମ୍ଭେମାନେ କ୍ରୋଧ ଓ ଭୟରେ କାନ୍ଦିବ। 29 ଲୋକମାନେ ପୂର୍ବ, ପଶ୍ଚିମ। ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ଖାଇବାକୁ ବସିବେ। 30 କେତେକ ଲୋକ ଥିବେ, ଯେଉଁମାନଙ୍କର ଜାଗତିକ ପଦ ମର୍ଯ୍ୟଦା ସବୁଠାରୁ ନିମ୍ନରେ ଅଛି, ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଉଚ୍ଚ ଆସନ ଲାଭ କରିବେ। ଆଉ ଶେଷରେ ଥିବା କେତେକ ଲୋକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଶେଷରେ ରହିବେ।”

ଯିରୁଶାଲମରେ ଯୀଶୁଙ୍କର ମୃତ୍ୟୁ ହେବ

(ମାଥିଉ 23:37-39)

31 ସେହି ସମୟରେ କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ କହିଲେ, “ଏଠାରୁ ଗ୍ଭଲିଯାଇ ଲୁଚିଯାଆନ୍ତୁ। ହେରୋଦ ଆପଣଙ୍କୁ ମାରିଦେବା ପାଇଁ ଗ୍ଭହୁଁଛନ୍ତି।”

32 ଯୀଶୁ ସେମାନଙ୍କୁ କହିଲେ, “ଯାଅ, ସେହି କୋକିଶିଆଳିକୁ କୁହ, ‘ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦେହରୁ ଭୂତମାନଙ୍କୁ ତଡ଼ି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା’ ପରଦିନ ମୋର କାମ ସରିଯିବ। 33 କିନ୍ତୁ ମୁଁ ଏସବୁ କାର୍ଯ୍ୟ ଆଜି ଓ ଆସନ୍ତା କାଲି ନିଶ୍ଚୟ କରିବି। ତା'ପରେ ମୁଁ ଯିବି। କାରଣ ସମସ୍ତ ଭବିଷ୍ୟ‌ଦ୍‌ବକ୍ତା ଯିରୁଶାଲମରେ ମରନ୍ତି।

34 “ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ। 35 ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡ଼ି ଦିଆଯିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କଥା ନ କହିବ, ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସନ୍ତି, ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କରନ୍ତୁ’(A), ‘ସେହି ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ପୁନର୍ବାର ଦେଖି ପାରିବ ନାହିଁ।’”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center