Chronological
ଦାଉଦ ଓ ଯୋନାଥନଙ୍କର ଘନିଷ୍ଟ ବନ୍ଧୁତା
18 ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରି ସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃଢ଼ ବନ୍ଧୁତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲେ। 2 ଶାଉଲ ସେହି ଦିନ ଦାଉଦଙ୍କୁ ତାଙ୍କ ସହିତ ରଖିଲେ ଓ ଘରକୁ ଯିବାକୁ ଦେଲେ ନାହିଁ। 3 ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏହି ନିୟମ କଲେ। 4 ଯୋନାଥନ ଆପଣା ଦେହରୁ ବସ୍ତ୍ର କାଢ଼ି ଦାଉଦଙ୍କୁ ଦେଲେ। ଆପଣା ବସ୍ତ୍ର, ଖଡ଼୍ଗ, ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାହାଙ୍କୁ ଦେଲେ।
ଶାଉଲ ଦାଉଦଙ୍କର ସଫଳତା ଉପରେ ଦୃଷ୍ଟି ଦେଲେ
5 ଶାଉଲ ଦାଉଦଙ୍କୁ ବହୁତ ଯୁଦ୍ଧକୁ ପଠାଇଲେ ଓ ସେ କୃତକାର୍ଯ୍ୟ ହେଲେ। ଏଣୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ଶାଉଲଙ୍କର ଅଧିକାରୀମାନଙ୍କ ସମେତ ସମସ୍ତଙ୍କୁ ଖୁସୀ କଲା। 6 ଏପରି ହେଲା ଯେ, ଯେତେବେଳେ ଦାଉଦ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ ଓ ଫେରିଲେ। ଇସ୍ରାଏଲର ସମସ୍ତ ନଗରର ସ୍ତ୍ରୀଲୋକମାନେ ରାଜା ଶାଉଲଙ୍କୁ ସାକ୍ଷାତ କରିବାକୁ ବାହାରି ଆସିଲେ ଏବଂ ତୁମ୍ଭୁରା ବଜାଇ ଆନନ୍ଦରେ ନାଚିଲେ ଓ ଗାଇଲେ। 7 ଆଉ ସେହି ସ୍ତ୍ରୀମାନେ ନୃତ୍ୟ କରୁ କରୁ ଗାଇଲେ,
“ଶାଉଲ ହତ୍ୟା କଲେ ସହସ୍ର ସହସ୍ର
ଦାଉଦ ହତ୍ୟା କଲେ ଅୟୁତ ଅୟୁତ”
8 ଏଥିରେ ଶାଉଲ ଅତି ରାଗିଗଲେ ଓ ବ୍ୟତିବ୍ୟସ୍ତ ହୋଇ ପଡ଼ିଲେ। ଏଣୁ ସେ ଚିନ୍ତା କଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭକୁ କେବଳ ସହସ୍ର ସହସ୍ର ଜୟୀ ବୋଲି କହିଲେ। ରାଜ୍ୟ ପାଇବା ଛଡ଼ା ତା'ର ଆଉ କ’ଣ ପାଇବାର ବାକି ଅଛି?” 9 ସେହି ଦିନଠାରୁ ଶାଉଲ ଦାଉଦଙ୍କ ପ୍ରତି ଦୃଷ୍ଟି ରଖିଲେ। ସେ ଈର୍ଷା ଓ ଘୃଣାରେ ତାଙ୍କୁ ଦୃଷ୍ଟି ପକାଇଲେ।
ଶାଉଲ ଦାଉଦଙ୍କୁ ଭୟ କଲେ
10 ପରଦିନ ପରମେଶ୍ୱରଙ୍କଠାରୁ ଯେତେବେଳେ ମନ୍ଦ ଆତ୍ମା ଶାଉଲଙ୍କୁ ଅକ୍ତିଆର କଲା, ସେ ତାଙ୍କ ଗୃହ ମଧ୍ୟରେ ଅବାନ୍ତର କାର୍ଯ୍ୟ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ। 11 ତେଣୁ ଶାଉଲ ବର୍ଚ୍ଛା ଫିଙ୍ଗିଲେ, କାରଣ ସେ ଭାବିଲେ, “ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ।
12 ପୁଣି ଶାଉଲ ଦାଉଦଙ୍କୁ ଭୟ କଲେ କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କଲେ। 13 ଶାଉଲ ଆପଣା ନିକଟରୁ ଦାଉଦଙ୍କୁ ଦୂରକୁ ପଠେଇ ଦେଲେ ଓ ତାଙ୍କୁ 1,000 ସୈନ୍ୟ ଉପରେ ଆପଣାର ସେନାପତି କଲେ। ଯୁଦ୍ଧରେ ସେ ସୈନ୍ୟମାନଙ୍କର ନେତୃତ୍ୱ ନେଲେ। 14 ସଦାପ୍ରଭୁ ଦାଉଦଙ୍କ ସହିତ ଥିଲେ। ତେଣୁ ଦାଉଦ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେଲେ। 15 ଶାଉଲ ଦେଖିଲେ ଦାଉଦ ସବୁ କ୍ଷେତ୍ରରେ ବିଜୟୀ ହେଉଛନ୍ତି। ତେଣୁ ଶାଉଲ ଦାଉଦଙ୍କୁ ଭୟ କରିବାକୁ ଲାଗିଲେ। 16 କିନ୍ତୁ ଇସ୍ରାଏଲର ସମସ୍ତ ଲୋକ ଓ ଯିହୁଦାର ସମସ୍ତେ ଦାଉଦଙ୍କୁ ଭଲ ପାଇଲେ। ସେମାନେ ତାଙ୍କୁ ଭଲ ପାଇଲେ, କାରଣ ସେ ଯୁଦ୍ଧରେ ସେମାନଙ୍କର ନେତୃତ୍ୱ ନେଇଛନ୍ତି ଓ ସେମାନଙ୍କ ସକାଶେ ଯୁଦ୍ଧ କରିଛନ୍ତି।
ଶାଉଲ ଦାଉଦଙ୍କ ସହିତ ନିଜ ଝିଅର ବିବାହ ଯୋଜନା
17 କିନ୍ତୁ ଶାଉଲ ଦାଉଦଙ୍କୁ ମାରିଦେବା ପାଇଁ ଗ୍ଭହିଁଲେ ଏବଂ ଶାଉଲ ଏକ ଉପାୟ ଚିନ୍ତା କଲେ। ଶାଉଲ କହିଲେ, “ଦାଉଦ ମେରବ୍ ନାମକ ମୋର ଜ୍ୟେଷ୍ଠ କନ୍ୟାକୁ ଦେଖ। ମୁଁ ତାକୁ ତୁମ୍ଭକୁ ବିବାହ ଦେବି। ତା'ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହେବ। ତୁମ୍ଭେ ମୋର ସନ୍ତାନ ପରି, ତା'ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ଯୁଦ୍ଧ କର।” ଶାଉଲ ଚିନ୍ତାକଲେ, “ମୁଁ ତାକୁ ହତ୍ୟା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହୁଏତ ତାକୁ ହତ୍ୟା କରି ପାରନ୍ତି।”
18 କିନ୍ତୁ ଦାଉଦ ଉତ୍ତର ଦେଲେ, “ମୁଁ ଏକ ଉଚ୍ଚ ପରିବାରର ନୁହେଁ କି ଜଣେ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ନୁହେଁ, ମୁଁ କିପରି ରାଜାଙ୍କର ଝିଅକୁ ବିବାହ କରି ପାରିବି।”
19 ତେଣୁ ଦାଉଦ ମେରବ୍କୁ ବିବାହ କରିବା ପାଇଁ ସମୟ ଆସନ୍ତେ, ଶାଉଲ, ମହୋଲାତୀୟ ଅଦ୍ରୀୟେଲ ସହିତ ମେରବ୍ର ବିବାହ କରିଦେଲେ।
20 ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା ଓ ଲୋକମାନେ ଶାଉଲଙ୍କୁ ଏ କଥା କୁହନ୍ତେ, ମୀଖଲ ଯେ ଦାଉଦଙ୍କୁ ପ୍ରେମ କରୁଛି ଶାଉଲ ଏ କଥା ଶୁଣି ଖୁସୀ ହେଲେ। 21 ଶାଉଲ ଭାବିଲେ, “ମୁଁ ମୀଖଲ ମାଧ୍ୟମରେ ଦାଉଦକୁ ଫାସରେ ପକାଇ ଦେବି। ମୁଁ ମୀଖଲକୁ ଦାଉଦଙ୍କ ସହିତ ବିବାହ ଦେବି। ଏବଂ ତା'ପରେ ପଲେଷ୍ଟୀୟମାନେ ତାଙ୍କୁ ମାରି ଦେବେ।” ତେଣୁ ଶାଉଲ ଦାଉଦଙ୍କୁ ଦ୍ୱିତୀୟ ଥର ପାଇଁ କହିଲେ, “ତୁମ୍ଭେ ଆଜି ମୋର କନ୍ୟାକୁ ବିବାହ କରିପାର।”
22 ଶାଉଲ ତାଙ୍କ ଦାସମାନଙ୍କୁ ଡାକି କହିଲେ, “ତୁମ୍ଭେ ଦାଉଦଙ୍କୁ ବ୍ୟକ୍ତିଗତ ଭାବରେ କୁହ ଯେ, ରାଜା ତୁମ୍ଭକୁ ଅତି ଭଲ ପାଉଛନ୍ତି। ସେମାନଙ୍କର ଅଧିକାରୀଗଣ ମଧ୍ୟ ତୁମ୍ଭକୁ ଭଲ ପାଉଛନ୍ତି। ବର୍ତ୍ତମାନ ତୁମ୍ଭେ ତାଙ୍କର କନ୍ୟାକୁ ବିବାହ କରିବା ଉଚିତ୍।”
23 ଶାଉଲଙ୍କ ଦାସମାନେ ଏ କଥା ଦାଉଦଙ୍କୁ କହିଲେ, କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭେ କ’ଣ ଭାବୁଛ ରାଜାଙ୍କର ଜ୍ୱାଇଁ ହେବା ଅତି ସହଜ? ମୋର ଏତେ ଅର୍ଥ ନାହିଁ ଯାହାକି ମୁଁ ରାଜାଙ୍କର ଝିଅ ପାଇଁ ଖର୍ଚ୍ଚ କରି ପାରିବି। ମୁଁ ଜଣେ ଅତି ସାଧାରଣ ଦରିଦ୍ର ଲୋକ ଓ ମୋର ଅଳ୍ପ ମାନ୍ୟ।”
24 ଶାଉଲର ଦାସମାନେ ଦାଉଦ କ’ଣ କହିଲା ତାହା ଶାଉଲଙ୍କୁ କହିଲେ। 25 ଶାଉଲ ସେମାନଙ୍କୁ କହିଲେ, “ତୁମ୍ଭେ ଦାଉଦଙ୍କୁ ଏ କଥା କୁହ, ‘ରାଜା ଗ୍ଭହାନ୍ତି ନାହିଁ ତୁମ୍ଭେ ତାଙ୍କର ଝିଅ ପାଇଁ ଅର୍ଥ ଦିଅ, ସେ ପଲେଷ୍ଟୀୟମାନଙ୍କଠାରୁ ପ୍ରତିଶୋଧ ନେବାକୁ ଗ୍ଭହାନ୍ତି ଏବଂ ସେ ପଲେଷ୍ଟୀୟମାନଙ୍କର 100 ସୁନ୍ନତ ଚର୍ମ ଗ୍ଭହାନ୍ତି।’” ପଲେଷ୍ଟୀୟମାନଙ୍କ ଦ୍ୱାରା ଦାଉଦଙ୍କୁ ନିପାତ କରିବା ପାଇଁ ଶାଉଲଙ୍କର ବିଗ୍ଭର ଥିଲା।
26 ଶାଉଲଙ୍କର ଦାସମାନେ ଦାଉଦଙ୍କୁ ଏପରି ଶୁଣାନ୍ତେ ଦାଉଦ ରାଜି ହୋଇଗଲେ। ଦାଉଦ ବହୁତ ଖୁସୀ ହେଲେ ଯେ ତାଙ୍କୁ ଏକ ରାଜାଙ୍କର ଜ୍ୱାଇଁ ହେବା ପାଇଁ ସୁଯୋଗ ମିଳିଛି। ତେଣୁ ସେ ହଠାତ୍ ଯଥାକାର୍ଯ୍ୟ କଲା। 27 ଦାଉଦ ଓ ତା'ର ଲୋକମାନେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରିଲେ। ସେମାନେ ଦୁଇ ଶହ ପଲେଷ୍ଟୀୟମାନଙ୍କୁ ବଧ କଲେ। ଦାଉଦ 200 ପଲେଷ୍ଟୀୟମାନଙ୍କର ସୁନ୍ନତ ଚର୍ମ ଆଣିଲେ ଏବଂ ଶାଉଲଙ୍କୁ ଦେଲେ। ଦାଉଦ ଏପରି କଲେ କାରଣ ସେ ଗ୍ଭହୁଁଥିଲେ ରାଜାଙ୍କର ଜ୍ୱାଇଁ ହେବା ପାଇଁ।
ଶାଉଲ ତାଙ୍କର କନ୍ୟା ମୀଖଲକୁ ଦାଉଦ ସହ ବିବାହ ଦେଲେ। 28 ଶାଉଲ ଦେଖିଲେ ସଦାପ୍ରଭୁ ଦାଉଦଙ୍କ ସହିତ ଅଛନ୍ତି। ଶାଉଲ ମଧ୍ୟ ଦେଖିଲେ ଯେ ତାଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କରୁଅଛି। 29 ତେଣୁ ଶାଉଲ ଦାଉଦଙ୍କୁ ଅଧିକ ଭୟ କଲେ। ଶାଉଲ ସର୍ବଦା ଦାଉଦଙ୍କର ବିରୋଧୀ ହୋଇ ରହିଲେ।
30 ପଲେଷ୍ଟୀୟମାନଙ୍କର ଅଧିପତିମାନେ ଇସ୍ରାଏଲୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରି ଆସିଲେ କିନ୍ତୁ ପ୍ରତ୍ୟେକ ଥର ଦାଉଦ ସେମାନଙ୍କୁ ପରାସ୍ତ କଲେ। ଦାଉଦ ଶାଉଲଙ୍କର ଅତି ଦକ୍ଷ ଅଧିକାରୀ ହେଲେ। ଦାଉଦ ଅଧିକ ମାନ୍ୟ ପାଇଲେ।
ଯୋନାଥନ ଦାଉଦଙ୍କୁ ସାହାଯ୍ୟ କଲେ
19 ଶାଉଲ ଦାଉଦଙ୍କୁ ହତ୍ୟା କରିବା ପାଇଁ ତାଙ୍କର ପୁତ୍ର ଯୋନାଥନ ଓ ତାଙ୍କର ଦାସମାନଙ୍କୁ କହିଲେ। କିନ୍ତୁ ଯୋନାଥନ ଦାଉଦଙ୍କୁ ବହୁତ ଭଲ ପାଉଥିଲେ। 2-3 ଯୋନାଥନ ଦାଉଦଙ୍କୁ ସତର୍କ କରାଇ କହିଲେ, “ମୋର ପିତା ତୁମ୍ଭକୁ ମାରିବାକୁ ଗ୍ଭହାନ୍ତି। ତୁମ୍ଭେ ପ୍ରାତଃକାଳରେ ସାବଧାନ ସହକାରେ କୌଣସି ଜାଗାରେ ଲୁଚି ରୁହ। ତୁମ୍ଭେ ଯେଉଁଠାରେ ଲୁଚିଥିବ, ମୁଁ ସେ ସ୍ଥାନ ନିକଟକୁ ଯାଇ ମୋର ପିତାଙ୍କ ସହିତ ତୁମ୍ଭ ବିଷୟରେ କଥୋପକଥନ ହେବି। ଯଦି ମୁଁ କିଛି ଦେଖେ ତେବେ ମୁଁ ତୁମ୍ଭକୁ ଜଣାଇବି।”
4 ଯୋନାଥନ ତାଙ୍କର ପିତା ଶାଉଲଙ୍କ ସହିତ କଥା ହେଲେ। ଯୋନାଥନ ଦାଉଦଙ୍କ ବିଷୟରେ ଭଲ କଥା ତାଙ୍କ ପିତାଙ୍କୁ କହିଲେ। ଯୋନାଥନ କହିଲେ, “ମହାରାଜ ଆପଣା ଦାସ ଦାଉଦଙ୍କ ବିରୁଦ୍ଧରେ ପାପ କରନ୍ତୁ ନାହିଁ। କାରଣ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ। ତା'ର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି। 5 ସେ ଆପଣା ପ୍ରାଣକୁ ବିପଦରେ ପକାଇ ପଲେଷ୍ଟୀୟକୁ ହତ୍ୟା କଲା। ସେଥିରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ବିଜୟ ସାଧନ କଲେ। ଆପଣ ତାହା ଦେଖି ଆନନ୍ଦ କରିଥିଲେ। ଏବେ ଆପଣ ବିନା କାରଣରେ ଦାଉଦକୁ ହତ୍ୟା କରିବେ କାହିଁକି? ସେ ନିର୍ଦ୍ଦୋଷ, ତାକୁ ହତ୍ୟା କରିବାର କିଛି କାରଣ ନାହିଁ।”
6 ଶାଉଲ ଯୋନାଥନର କଥା ଶୁଣିଲେ ଓ ପ୍ରତିଜ୍ଞା କଲେ। ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମରିବ ନାହିଁ।”
7 ଯୋନାଥନ ଦାଉଦଙ୍କୁ ଡାକିଲେ ଓ ତାଙ୍କୁ ସମସ୍ତ କଥା ଶୁଣାଇଲେ। ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲେ, ତହିଁରେ ଦାଉଦ ପୂର୍ବ ପରି ଶାଉଲଙ୍କ ପାଖରେ ରହିଲେ।
ଶାଉଲ ଦାଉଦଙ୍କୁ ମାରିବାକୁ ପୁନର୍ବାର ଚେଷ୍ଟା କଲେ
8 ପୁନର୍ବାର ଯୁଦ୍ଧ ହେଲା ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କଲେ, ସେ ଏତେ ଜୋର୍ରେ ଆଘାତ କଲେ ଯେ, ପଲେଷ୍ଟୀୟମାନେ ଭୟରେ ଦୌଡ଼ି ପଳାଇଲେ। 9 କିନ୍ତୁ ଏକ ମନ୍ଦ ଆତ୍ମା ସଦାପ୍ରଭୁଙ୍କଠାରୁ ଶାଉଲଙ୍କ ଉପରକୁ ଆସିଲା। ଶାଉଲ ତାଙ୍କ ନିଜ ଗୃହରେ ବସିଥିଲେ। ଶାଉଲ ହାତରେ ବର୍ଚ୍ଛା ଧରି ଥିଲେ। ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉ ଥିଲେ। 10 ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚି ଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା। ସେହି ରାତ୍ରିରେ ଦାଉଦ ପଳାୟନ କଲେ।
11 ଶାଉଲ ଦାଉଦଙ୍କ ଘରକୁ ଲୋକ ପଠାଇଲେ। ଲୋକମାନେ ଦାଉଦଙ୍କ ଗୃହକୁ ଜଗି ରହିଲେ। ସେମାନେ ସେଠାରେ ରାତ୍ରି ତମାମ ଜଗି ରହିଲେ। ସେମାନେ ଦାଉଦଙ୍କୁ ପ୍ରଭାତରେ ମାରି ଦେବା ପାଇଁ ଅପେକ୍ଷା କରିଥିଲେ, କିନ୍ତୁ ଦାଉଦଙ୍କ ସ୍ତ୍ରୀ ମୀଖଲ ତାଙ୍କୁ ସତର୍କ କରାଇ ଦେଲା। ସେ କହିଲା, “ତୁମ୍ଭେ ରାତ୍ରିରେ ପଳାୟନ କରି ଜୀବନ ରକ୍ଷା କର। ଯଦି ତୁମ୍ଭେ ଏହା ନ କର ତେବେ ସେମାନେ ତୁମ୍ଭକୁ ଆସନ୍ତା କାଲି ମାରି ଦେବେ।” 12 ତା'ପରେ ମୀଖଲ ଦାଉଦଙ୍କୁ ଏକ ଝରକା ଦେଇ ବାହାରକୁ ପଠାଇ ଦେଲା। ଦାଉଦ ରକ୍ଷା ପାଇଗଲେ ଏବଂ ଦୌଡ଼ି ପଳାଇ ଗଲେ। 13 ମୀଖଲ ଗୃହର ଦେବତାଙ୍କୁ ଲୁଗାରେ ଘୋଡ଼ାଇ ଦେଲା। ତା'ପରେ ସେ ପ୍ରତିମୂର୍ତ୍ତିକୁ ବିଛଣା ମଧ୍ୟରେ ପୁରାଇ ଦେଲା। ସେ ମଧ୍ୟ ଛାଗ ଚମଡ଼ାକୁ ତହିଁର ମସ୍ତକରେ ଘୋଡ଼ାଇ ଦେଲା।
14 ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”
15 ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲା, “ତାହାକୁ ଶଯ୍ୟାରେ ମୋ’ ପାଖକୁ ଆଣ। ମୁଁ ତାକୁ ହତ୍ୟା କରିବି।”
16 ଯେତେବେଳେ ଦୂତମାନେ ଗୃହ ଭିତରକୁ ଯାଇ ଦେଖନ୍ତେ, ସେମାନେ ଶଯ୍ୟା ଉପରେ ପ୍ରତିମୂର୍ତ୍ତି ଦେବତା ଦେଖିଲେ ଓ ତହିଁର ମସ୍ତକର ଛାଗ ଲୋମ ନିର୍ମିତ କମ୍ବଳ ଅଛି।
17 ଶାଉଲ ମୀଖଲକୁ କହିଲେ, “ଏପରି କରି ତୁମ୍ଭେ କାହିଁକି ମୋତେ ପ୍ରବଞ୍ଚନା କଲ? ମୋ’ ଶତ୍ରୁକୁ କାହିଁକି ତୁମ୍ଭେ ଖସିଯିବାକୁ ଦେଲେ।”
ମୀଖଲ ଶାଉଲକୁ ଉତ୍ତର ଦେଇ କହିଲା, “ସେ ମୋତେ କହିଲେ ମୋତେ ଛାଡ଼ିଦିଅ, ତା’ ନ ହେଲେ ମୁଁ ତୁମ୍ଭକୁ ବଧ କରିବି?”
ଦାଉଦ ରାମାସ୍ଥିତ ସେନାଛାଉଣିକୁ ଗଲେ
18 ଦାଉଦ ପଳାୟନ କରି ରକ୍ଷା ପାଇଲେ ଓ ରାମାରେ ଶାମୁୟେଲ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯେଉଁ ଆଚରଣ କରିଥିଲେ ତାହା କହିଲେ। ତେଣୁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
19 ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ ଦାଉଦ ରାମାସ୍ଥିତ ନାୟୋତରେ ଅଛି। 20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ। ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତି ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ। ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ।
21 ଏହିକଥା ଶାଉଲଙ୍କୁ ଜଣାଇ ଦିଆଯା’ନ୍ତେ ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ, ଶାଉଲ ପୁନର୍ବାର ତୃତୀୟ ଥର ପାଇଁ ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ। 22 ଶେଷରେ ଶାଉଲ ନିଜେ ରାମାକୁ ଗଲେ ଓ ସେଠାରେ ଥିବା ବୃହତ କୂପ ନିକଟରେ ଉପସ୍ଥିତ ହେଲେ, ପୁଣି ସେ ପଗ୍ଭରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?”
ଜଣେ କହିଲା, “ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”
23 ତେଣୁ ଶାଉଲ ରାମା ନିକଟସ୍ଥ ନାୟୋତକୁ ଗଲେ। ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ଆସନ୍ତେ ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ। 24 ତା'ପରେ ଶାଉଲ ନିଜର ବସ୍ତ୍ର ଉତ୍ତାରିଲେ ଓ ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ। ସେ ସେହି ଦିନଯାକ ଏବଂ ରାତ୍ରି ତମାମ ପୋଷାକ ନ ପିନ୍ଧି ପଡ଼ି ରହିଲେ।
ତେଣୁ ଲୋକେ କହନ୍ତି, “ଶାଉଲ ବି କ’ଣ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?”
ଦାଉଦ ଓ ଯୋନାଥନ ଏକ ଚୁକ୍ତି କଲେ
20 ଦାଉଦ ନାୟୋତଠାରୁ ରାମାକୁ ପଳାୟନ କଲେ। ଦାଉଦ ଯୋନାଥନଙ୍କ ପାଖକୁ ଯାଇ ପଗ୍ଭରିଲେ, “ମୁଁ କ’ଣ ଭୁଲ୍ କଲି, ମୁଁ ତୁମ୍ଭ ପିତାଙ୍କ ବିରୁଦ୍ଧରେ କ’ଣ ଦୋଷ କରିଛି? ତୁମ୍ଭର ପିତା କାହିଁକି ମୋତେ ମାରିବାକୁ ଗ୍ଭହୁଁଛନ୍ତି?”
2 ଯୋନାଥନ ତାଙ୍କ ଉତ୍ତରରେ କହିଲେ, “ତାହା ସତ୍ୟ ହୋଇ ପାରିବ ନାହିଁ। ମୋର ବାପା ମୋତେ ପ୍ରଥମେ ନ ପଗ୍ଭରି କିଛି କରନ୍ତି ନାହିଁ। ସାଧାରଣ କଥା ହୋଇଥାଉ କିମ୍ବା ଗୁରୁତ୍ୱପୂର୍ଣ୍ଣ କଥା ହୋଇଥାଉ, ସେ ସର୍ବଦା ମୋ’ ସହିତ ପରାମର୍ଶ କରନ୍ତି। ମୋତେ ନ ପଗ୍ଭରି କାହିଁକି ତୁମ୍ଭକୁ ମାରିବାକୁ ଗ୍ଭହିଁଲେ? ନା! ଏହା ସତ୍ୟ ନୁହେଁ?”
3 କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭ ବାପା ଭଲଭାବରେ ଜାଣନ୍ତି ଯେ ମୁଁ ତୁମ୍ଭର ସାଙ୍ଗ।” ତୁମ୍ଭ ବାପା ନିଜକୁ କହିଲେ, ‘ଯୋନାଥନ ନିଶ୍ଚୟ ଏହା ଜାଣି ନ ଥିବ। ଯଦି ସେ ଜାଣେ ତା'ର ହୃଦୟ ଦୁଃଖରେ ପୂର୍ଣ୍ଣ ହୋଇଯିବ, ସେ ମଧ୍ୟ ଦାଉଦଙ୍କୁ କହି ପାରି ଥା’ନ୍ତେ।’ କିନ୍ତୁ ତୁମ୍ଭେ ଏବଂ ପ୍ରଭୁ ଜୀବିତ ଥିବା ବେଳେ ମୁଁ ମୃତ୍ୟୁର ନିକଟତର ହେଉଅଛି।”
4 ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଯାହା ଗ୍ଭହିଁବ ମୁଁ ତାହା କରିବାକୁ ପ୍ରସ୍ତୁତ ଅଛି।”
5 ତା'ପରେ ଦାଉଦ କହିଲେ, “ଦେଖ ଆସନ୍ତା କାଲି ଅମାବାସ୍ୟାର ଭୋଜି। ମୋତେ କାଲି ରାଜାଙ୍କ ସହିତ ଭୋଜନ କରିବାକୁ ପଡ଼ିବ କିନ୍ତୁ ମୋତେ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ ଲୁଚିବାକୁ ଅନୁମତି ଦିଅ। 6 ଯଦି ତୁମ୍ଭର ବାପା ଭୋଜିରେ ମୋର ଅନୁପସ୍ଥିତ ଲକ୍ଷ୍ୟ କରନ୍ତି, ତୁମ୍ଭେ ତାଙ୍କୁ କୁହ, ‘ଦାଉଦ ତା'ର ବୈଥ୍ଲେହମସ୍ଥିତ ତା'ର ପରିବାରର ଗୃହକୁ ଯିବ ବୋଲି, ତାକୁ ଯିବାକୁ ଦେବା ପାଇଁ ଅନୁରୋଧ କଲା। କାରଣ ତାଙ୍କର ପରିବାର ସେଠାରେ ସେମାନଙ୍କର ବାର୍ଷିକ ବଳିଦାନ କରାଯିବ।’ 7 ଯଦି ତୁମ୍ଭର ବାପା କହନ୍ତି, ‘ଠିକ୍ ଅଛି,’ ମୁଁ ଏବେ ନିରାପଦ କିନ୍ତୁ ତୁମ୍ଭର ପିତା ଯଦି ରାଗନ୍ତି, ତେବେ ତୁମ୍ଭେ ଜାଣିବ ଯେ ସେ ମୋତେ ମାରିବାକୁ ସ୍ଥିର କରିଛନ୍ତି। 8 ଯୋନାଥନ ମୋ’ ଉପରେ ଦୟାକର, ମୁଁ ତୁମ୍ଭର ଦାସ ଅଟେ। ତୁମ୍ଭେ ମୋ’ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଏକ ଚୁକ୍ତି କଲ। ଯଦି ମୁଁ ଦୋଷି ତେବେ ତୁମ୍ଭେ ମୋତେ ମାରି ଦିଅ। କିନ୍ତୁ ଦୟାକରି ମୋତେ ତୁମ୍ଭ ପିତାଙ୍କ ପାଖକୁ ନିଅ ନାହିଁ।”
9 ଯୋନାଥନ କହିଲେ, “କଦାପି ନୁହେଁ। ଯଦି ମୁଁ ଏହା ଜାଣେ ଯେ ମୋର ବାପା ତୁମ୍ଭକୁ ମାରିବାକୁ ଯୋଜନା କରିଛନ୍ତି ତେବେ ମୁଁ ତୁମ୍ଭକୁ ସତର୍କ କରାଇ ଦେବି।”
10 ଦାଉଦ କହିଲେ, “କିଏ ମୋତେ ସତର୍କ କରାଇବ। ଯଦି ତୁମ୍ଭର ବାପା ତୁମ୍ଭକୁ ରୁକ୍ଷ ଭାବରେ ଉତ୍ତର ଦିଅନ୍ତି?”
11 ତା'ପରେ ଯୋନାଥନ କହିଲେ, “ଆସ ଆମ୍ଭେ ବିଲକୁ ପଳାଇବା,” ଯୋନାଥନ ଏବଂ ଦାଉଦ ସାଥୀ ହୋଇ ବିଲକୁ ପଳାଇ ଗଲେ।
12 ଯୋନାଥନ ଦାଉଦଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ପ୍ରତିଜ୍ଞା କରୁଅଛି, ମୁଁ ମୋର ବାପାଙ୍କଠାରୁ କାଲି ବୁଝିବି। ତାଙ୍କର ଧାରଣା ତୁମ୍ଭ ସମ୍ବନ୍ଧରେ ଭଲ କି ତିକ୍ତ, ତା'ପରେ ତୃତୀୟ ଦିନ ମୁଁ ତୁମ୍ଭ ପାଖକୁ କ୍ଷେତକୁ ନିଶ୍ଚିତ ଖବର ପଠାଇବି। 13 ଯଦି ମୋର ବାପା ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହାନ୍ତି ମୁଁ ତୁମ୍ଭକୁ ଜଣାଇ ଦେବି। ମୁଁ ତୁମ୍ଭକୁ ନିରାପଦରେ ପଠାଇ ଦେବି। ମୁଁ ଯଦି ଏହା ନ କରେ ସଦାପ୍ରଭୁ ମୋତେ ନିଶ୍ଚୟ ଦଣ୍ତ ଦେବେ। ସଦାପ୍ରଭୁ ଯେପରି ମୋର ବାପାଙ୍କ ସହିତ ଅଛନ୍ତି ସେହିପରି ତୁମ୍ଭ ସହିତ ରୁହନ୍ତୁ। 14 ମୁଁ ବଞ୍ଚିଥିବାଯାଏ ମୋତେ ଦୟା ଦେଖାଅ। ଏବଂ ମୁଁ ମଲାପରେ, 15 ମୋ’ ପରିବାର ପ୍ରତି ତୁମ୍ଭର ଦୟା ଦେଖାଇବା ବନ୍ଦ କରିବ ନାହିଁ। ସଦାପ୍ରଭୁ ତୁମ୍ଭର ସମସ୍ତ ଶତ୍ରୁକୁ ପୃଥିବୀରୁ ବିନାଶ କରିବେ।” 16 ତେଣୁ ଯୋନାଥନ ଦାଉଦଙ୍କ ସହିତ ଏକ ଚୁକ୍ତି କଲେ, ସଦାପ୍ରଭୁ ଦାଉଦଙ୍କର ଶତ୍ରୁମାନଙ୍କୁ ଦଣ୍ତ ଦିଅନ୍ତୁ।
17 ତା'ପରେ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ତା'ର ପ୍ରତିଜ୍ଞା ଦୋହୋରାଇଲେ ଓ ସେ ତାଙ୍କୁ କରିଥିବା ପ୍ରତିଜ୍ଞା ପୁନର୍ବାର ସତ୍ୟତା ପ୍ରମାଣ କରାଇବାକୁ ଦାଉଦଙ୍କୁ ପଗ୍ଭରିଲେ। ଯୋନାଥନ ଏପରି କଲେ କାରଣ ସେ ନିଜକୁ ଯେତିକି ଭଲ ପାଉଥିଲେ ଦାଉଦଙ୍କୁ ମଧ୍ୟ ସେହିପରି ଭଲ ପାଉଥିଲେ।
18 ଯୋନାଥନ ଦାଉଦଙ୍କୁ କହିଲେ, “ଆସନ୍ତାକାଲି ଅମାବାସ୍ୟା। ତୁମ୍ଭର ଆସନ ଖାଲି ହେଲେ ମୋ’ ବାପା ତୁମ୍ଭକୁ ଖୋଜିବେ। 19 ତୃତୀୟ ଦିନ ସେହି ସ୍ଥାନକୁ ଯାଅ, ଯେଉଁଠାରେ ତୁମ୍ଭେ ଲୁଚି ରହିଥିଲ। ଯେତେବେଳେ ଅସୁବିଧା କେବଳ ଆରମ୍ଭ ହେବ, ସେ ପର୍ବତ ପାଖରେ ଅପେକ୍ଷାରେ ରହିବ। 20 ତୃତୀୟ ଦିନ ମୁଁ ସେହି ପର୍ବତପାଖକୁ ଯିବି ଏବଂ ମୁଁ ଅଭିନୟ କରିବି ଯେପରି ମୁଁ ଲକ୍ଷ୍ୟକରି ତୀର ମାରିବି। 21 ତା'ପରେ ମୁଁ ସେ ପିଲାକୁ ତୀରଗୁଡ଼ିକ ସାଉଁଟି ଆଣିବା ପାଇଁ କହିବି। ଯଦି ସବୁକଥା ଭଲ ଥାଏ, ତେବେ ମୁଁ ସେ ପିଲାକୁ କହିବି, ‘ତୁମ୍ଭେ ବହୁତ ଦୂରକୁ ଯାଇଅଛ ତୀରଗୁଡ଼ିକ ମୋ’ ପାଖାପାଖି ଅଛି। ଫେରି ଆସ ଏବଂ ସେଗୁଡ଼ିକ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେଠାରୁ ବାହାରି ଆସିବ। ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ତୁମ୍ଭେ ନିରାପଦ, ତୁମ୍ଭ ଉପରେ ବିପଦ ନାହିଁ। 22 ଯଦି ଅସୁବିଧା ଥାଏ ତେବେ ମୁଁ ସେ ବାଳକକୁ କହିବି, ‘ତୀରଗୁଡ଼ିକ ବହୁତ ଦୂର ପଳାଇଛି। ଯାଅ ସେଗୁଡ଼ିକୁ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେ ସ୍ଥାନ ଛାଡ଼ି ପଳାଇ ଯିବ। ସଦାପ୍ରଭୁ ତୁମ୍ଭକୁ ଦୂରକୁ ପଠାଇ ଦେବେ। 23 ପ୍ରଭୁ ଆମର ସର୍ବଦା ସାକ୍ଷୀ ଅଛନ୍ତି, ଯେ ମନେରଖ ଆମ ଭିତରେ ଏପରି ଚୁକ୍ତି ହୋଇଛି।”
24 ତା'ପରେ ଦାଉଦ ନିଜକୁ ଲୁଗ୍ଭଇ ରଖିଲେ।
ଶାଉଲଙ୍କର ଭୋଜିରେ ଲକ୍ଷ୍ୟ
ଅମାବାସ୍ୟା ଭୋଜିଦିନ ରାଜା ଆସିଲେ ଏବଂ ଭୋଜନ ପାଇଁ ବସିଲେ। 25 ରାଜା ସବୁଥର ବସିଲା ପରି କାନ୍ଥ ନିକଟରେ ଥିବା ଆସନରେ ବସିଲେ। ଯୋନାଥନ ଶାଉଲଙ୍କୁ ମୁହଁ କରି ବସିଲେ। ଅବ୍ନର ଶାଉଲଙ୍କ ପାଖରେ ବସିଲେ। ଦାଉଦଙ୍କର ସ୍ଥାନ ଶୂନ୍ୟ ରହିଲା। 26 ସେଦିନ ଶାଉଲ କିଛି କହିଲେ ନାହିଁ। ସେ ଚିନ୍ତା କଲେ, “ଦାଉଦର କିଛି ହୋଇଛି। ସେ ପ୍ରାୟ ଶୁଚି ନାହିଁ।”
27 ତା’ ପରଦିନ ମାସର ଦ୍ୱିତୀୟ ଦିନ ଦାଉଦଙ୍କର ସ୍ଥାନ ମଧ୍ୟ ଶୂନ୍ୟ ରହିଲା। ତା'ପରେ ଶାଉଲ ତାଙ୍କର ପୁତ୍ର ଯୋନାଥନଙ୍କୁ ପଗ୍ଭରିଲେ, “କାହିଁକି ଯିଶୀର ପୁଅ ଗତକାଲି ଏବଂ ଆଜି ଏଠାକୁ ଭୋଜନ କରିବାକୁ ଆସିଲେ ନାହିଁ?”
28 ଯୋନାଥନ ଉତ୍ତର ଦେଲେ, “ଦାଉଦ ବୈଥ୍ଲେହମକୁ ଯିବା ପାଇଁ ମୋତେ କହିଲେ। 29 ସେ କହିଲେ, ‘ମୋତେ ଯିବାକୁ ଦିଅ, କାରଣ ଆମ ପରିବାରର ଏକ ବଳିଦାନ ବୈଥ୍ଲେହମରେ ହେବାର ଅଛି। ମୋର ଭାଇ ମୋତେ ଆଦେଶ ଦେଇଛନ୍ତି ସେଠାକୁ ଯିବା ପାଇଁ। ମୁଁ ଯଦି ତୁମ୍ଭର ବନ୍ଧୁ ତେବେ ମୋତେ ଯିବାକୁ ଦିଅ ଏବଂ ମୁଁ ମୋର ଭାଇମାନଙ୍କୁ ଦେଖେ।’ ଏଥିପାଇଁ ପ୍ରାୟ ଦାଉଦ ରାଜାଙ୍କ ଟେବୁଲ୍ ପାଖକୁ ଆସି ନାହିଁ।”
30 ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କୁ କହିଲେ, “ତୁ ହେଉଛୁ ଜଣେ ଦାସୀ ସ୍ତ୍ରୀଲୋକର ପୁତ୍ର। ଯିଏ କି ମାନିବା ପାଇଁ ମନାକରେ। ତୁବି ଠିକ୍ ତା'ପରି, ମୁଁ ଜାଣେ ତୁ ଦାଉଦର ପକ୍ଷ ନେଇଛୁ। ତୁ ନିଜ ପାଇଁ ଓ ତୋର ମା ପାଇଁ ଅପମାନ ଆଣୁଛୁ। 31 ଯିଶୀର ପୁତ୍ର ଏ ପୃଥିବୀରେ ଯେତେ ଦିନ ବଞ୍ଚିଥାଏ ସେତେ ଦିନ ପର୍ଯ୍ୟନ୍ତ ତୋର ରାଜ୍ୟ ଠିକ୍ ହେବ ନାହିଁ। ତେଣୁ ଲୋକ ପଠାଇ ତାକୁ ମୋ’ ପାଖକୁ ଆଣ କାରଣ ସେ ନିଶ୍ଚୟ ମରିବ।”
32 ଯୋନାଥନ ତା'ର ପିତାଙ୍କୁ ପଗ୍ଭରିଲେ, “ଦାଉଦକୁ କାହିଁକି ମାରିବ? ତା'ର ଅପରାଧ କ’ଣ?”
33 କିନ୍ତୁ ଶାଉଲ ଯୋନାଥନଙ୍କୁ ମାରିବା ପାଇଁ ତା’ ଉପରକୁ ବର୍ଚ୍ଛା ଫୋପାଡ଼ିଲେ। ତେଣୁ ଯୋନାଥନ ଜାଣିଲେ ତାଙ୍କ ବାପା ଦାଉଦଙ୍କୁ ମାରିବା ପାଇଁ ବହୁତ ଆଗ୍ରହୀ। 34 ଯୋନାଥନ ବହୁତ ରାଗିଗଲେ ଓ ଖାଇବା ଟେବୁଲ୍ ପାଖରୁ ଉଠିଗଲେ। ଯୋନାଥନ ତାଙ୍କ ପିତାଙ୍କ ଉପରେ ରାଗିଗଲେ ଓ ଦ୍ୱିତୀୟ ଦିନ ଭୋଜିରେ କିଛି ଖାଇଲେ ନାହିଁ। ଯୋନାଥନ ରାଗିଲେ କାରଣ ଶାଉଲ ତାଙ୍କୁ ଅପମାନିତ କଲେ ଆଉ ମଧ୍ୟ ଶାଉଲ ଦାଉଦଙ୍କୁ ମାରିବାକୁ ଗ୍ଭହୁଁଥିଲେ।
ଦାଉଦ ଏବଂ ଯୋନାଥନ ଉଭୟେ ବିଦାୟ ନେଲେ
35 ତା’ ପରଦିନ ସକାଳେ ଯୋନାଥନ ସେହି କ୍ଷେତକୁ ଗଲେ। ସେମାନଙ୍କର ଯୋଜନା ଅନୁସାରେ ସେ ଦାଉଦଙ୍କୁ ସାକ୍ଷାତ କରିବାକୁ ଗଲେ। ଯୋନାଥନ ତାଙ୍କ ସହିତ ଏକ ଛୋଟ ବାଳକକୁ ମଧ୍ୟ ନେଲେ। 36 ଯୋନାଥନ ସେହି ବାଳକକୁ କହିଲେ, “ତୁମ୍ଭେ ଦୌଡ଼ି ଯାଇ ମୁଁ ଯେଉଁ ତୀର ମାରିଲି ସେଗୁଡ଼ିକୁ ଗୋଟାଇ ଆଣ।” ବାଳକଟି ଦୌଡ଼ିବାକୁ ଲାଗିଲା ଏବଂ ଯୋନାଥନ ସେ ବାଳକ ମୁଣ୍ଡ ଉପରେ ତୀରଗୁଡ଼ିକୁ ମାରିଲେ। 37 ବାଳକଟି ତୀର ପଡ଼ିଥିବା ସ୍ଥାନ ପାଖକୁ ଗଲା। କିନ୍ତୁ ଯୋନାଥନ ତାଙ୍କୁ ଡାକିଲେ, “ତୀରଗୁଡ଼ିକ ତୋ’ ଆଗରେ ପଡ଼ିଛି।” 38 ଯୋନାଥନ ଚିତ୍କାର କରି କହିଲେ, “ଶୀଘ୍ର ଦୌଡ଼ ଓ ସେଗୁଡ଼ିକୁ ସଂଗ୍ରହ କର। ସେଠାରେ ଛିଡ଼ା ହୁଅ ନାହିଁ।” ବାଳକଟି ତୀରଗୁଡ଼ିକୁ ସଂଗ୍ରହ କଲା ଓ ତା'ର ମୁନିବକୁ ଆଣି ଦେଲା। 39 କ’ଣ ଗ୍ଭଲିଥିଲା ବାଳକଟି ଏ ବିଷୟରେ କିଛି ଜାଣି ନ ଥିଲା। କେବଳ ଯୋନାଥନ ଓ ଦାଉଦ ଏ କଥା ଜାଣିଥିଲେ। 40 ଯୋନାଥନ ବାଳକଟିକୁ ଧନୁ ଏବଂ ତୀରଗୁଡ଼ିକ ଦେଲେ। ତା'ପରେ ସେ ବାଳକକୁ କହିଲେ, ସହରକୁ ଫେରିଯାଅ।
41 ଯେତେବେଳେ ବାଳକଟି ପଳାଇଗଲା, ଦାଉଦ ଲୁଚିଥିବା ସ୍ଥାନରୁ ପର୍ବତର ଅପରପାର୍ଶ୍ୱକୁ ପଳାଇଲେ। ଦାଉଦ ମୁଣ୍ଡ ନୁଆଇଁ ଯୋନାଥନକୁ ତିନିଥର ପ୍ରଣାମ କଲେ। ଦାଉଦ ଓ ଯୋନାଥନ ପରସ୍ପରକୁ ଚୁମ୍ବନ କଲେ। ସେମାନେ ଉଭୟେ ମଧ୍ୟ କାନ୍ଦିଲେ। କିନ୍ତୁ ଦାଉଦ ଯୋନାଥନଙ୍କଠାରୁ ଅଧିକ କାନ୍ଦିଲେ।
42 ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ। ଆମ୍ଭେ ସଦାପ୍ରଭୁଙ୍କ ନିକଟରେ ଶପଥ କରିଅଛୁ, ଆମ୍ଭେ ସର୍ବଦା ବନ୍ଧୁ ହୋଇ ରହିବା। ଆମ୍ଭେ କହିଲୁ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।”
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ।
11 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ।
ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”
2 ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି।
ସେମାନେ ଅନ୍ଧାରରେ ଲୁଚି ରହନ୍ତି।
ସେମାନେ ଧନୁରେ ଗୁଣ ଚଢ଼ାନ୍ତି।
ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।
3 ଯଦି ସେମାନେ ସବୁ ଉତ୍ତମ କାର୍ଯ୍ୟକୁ ନଷ୍ଟ କରନ୍ତି।
ତେବେ କ’ଣ ଘଟିବ? ତା'ପରେ ସବୁ ଧର୍ମାତ୍ମାମାନେ କ’ଣ କରି ପାରିବେ?
4 ସଦାପ୍ରଭୁ ତାହାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି।
ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ,
ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି।
ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।
5 ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି।
କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।
6 ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି।
ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
7 କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି,
ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କ ଗୀତ, ମିକ୍ତାମ୍ ଓ ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ।
59 ହେ ପରମେଶ୍ୱର, ମୋର ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର।
ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର।
2 କୁକର୍ମ କରୁଥିବା ସେହି ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
ସେହି ହତ୍ୟାକାରୀମାନଙ୍କଠାରୁ ମୋତେ ରକ୍ଷା କର।
3 ଦେଖ, ଲୋକମାନେ ମୋତେ ହତ୍ୟା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି।
ବଳବାନ ଲୋକମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ
କିନ୍ତୁ ସଦାପ୍ରଭୁ, ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।
4 ମୁଁ କୌଣସି ଦୋଷ କରି ନାହିଁ।
କିନ୍ତୁ ସେମାନେ ଆକ୍ରମଣ ପାଇଁ ଦଉଡ଼ି ଆସୁଛନ୍ତି।
ହେ ସଦାପ୍ରଭୁ, ଏହା ତୁମ୍ଭେ ନିଜେ ଦେଖ!
5 ତୁମ୍ଭେ ହେଉଛ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର!
ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ।
ସେହି ଦୁଷ୍ଟ ବିଶ୍ୱାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ। ସେଲା
6 ସେହି ଦୁଷ୍ଟ ଲୋକମାନେ କୁକୁର ପରି।
ସେମାନେ ସନ୍ଧ୍ୟାବେଳେ ନଗରୀରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି।
7 ତୁମ୍ଭେ ସେମାନଙ୍କ ଧମକ ଓ ଅପମାନକୁ ଶୁଣ।
ସେମାନେ ଭାବନ୍ତି ସେମାନଙ୍କୁ କେହି ଶୁଣନ୍ତି ନାହିଁ।
ଯେହେତୁ ସେମାନେ ଖରାପ କଥା କହନ୍ତି।
8 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ପରିହାସ କର।
ତୁମ୍ଭେ ସେହି ସମସ୍ତ ଦେଶକୁ ବିଦ୍ରୂପ କର।
9 ହେ ମୋର ଶକ୍ତି! ମୁଁ ତୁମ୍ଭ ପାଇଁ ଅପେକ୍ଷା କରିଛି।
ହେ ପରମେଶ୍ୱର, ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦର ସ୍ଥାନ ଅଟ।
10 ପରମେଶ୍ୱର ମୋତେ ଭଲପା’ନ୍ତି।
ଏବଂ ସେ ଆସିବେ ଓ ମୋତେ ସହାୟ ହେବେ ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ସେ ମୋତେ ସହାୟ ହେବେ।
11 ହେ ପରମେଶ୍ୱର, ସେମାନଙ୍କୁ କେବଳ ହତ୍ୟା କର ନାହିଁ।
ହୁଏତ ମୋର ଲୋକମାନେ ପାଶୋରି ଯାଇପାରନ୍ତି।
ହେ ମୋର ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସେମାନଙ୍କୁ ଛିନ୍ନଭିନ୍ନ କର ଓ ପରାସ୍ତ କର।
12 ସେହି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ୟା କହନ୍ତି।
ସେମାନେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର।
ସେମାନଙ୍କର ଅହଙ୍କାର ସେମାନଙ୍କୁ କବଳିତ କରୁ।
13 ସେମାନଙ୍କୁ ତୁମ୍ଭ କ୍ରୋଧରେ ଧ୍ୱଂସ କର।
ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କର।
ତାହାହେଲେ ସମସ୍ତ ପୃଥିବୀବାସୀ ଜାଣିବେ ଯେ,
ପରମେଶ୍ୱର ଇସ୍ରାଏଲର ଶାସକ। ସେଲା
14 ସେହି ଦୁଷ୍ଟ ଲୋକମାନେ କୁକୁର ପରି ଅଟନ୍ତି।
ସେମାନେ ସନ୍ଧ୍ୟାବେଳେ ନଗରରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି।
15 ସେମାନେ କିଛିଦ୍ରବ୍ୟ ଖାଇବା ଅନ୍ୱେଷଣରେ ଏଣେତେଣେ ଭ୍ରମଣ କରନ୍ତି।
ମୁଁ ରାଣ ପକାଉଛି, ଯଦି ସେମାନେ ଯଥେଷ୍ଟ ପାଆନ୍ତି ତଥାପି ସେମାନେ ରାଗରେ ଗଁ ଗଁ କରନ୍ତି ଏବଂ ଅଭିଯୋଗ କରନ୍ତି।[a]
16 କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି।
ତୁମ୍ଭ ପ୍ରେମରେ ମୁଁ ଆନନ୍ଦିତ ହେବି।
କାରଣ ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ।
ମୁଁ ତୁମ୍ଭ ପାଖକୁ ବିପଦ ସମୟରେ ଯାଏ।
17 ମୁଁ ତୁମ୍ଭର ସ୍ତୁତିଗାନ କରିବି।
କାରଣ ତୁମ୍ଭେ ହେଉଛ ମୋର ଉଚ୍ଚ ପର୍ବତର ନିରାପଦ ସ୍ଥାନ,
ଯେଉଁଠାକୁ ଅସୁବିଧା ସମୟରେ ଗ୍ଭଲିଯାଏ।
2010 by World Bible Translation Center