Print Page Options
Previous Prev Day Next DayNext

Chronological

Read the Bible in the chronological order in which its stories and events occurred.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 81

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।

81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
    ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
ଗୀତ ଆରମ୍ଭ କର
    ଓ ଦାରା ବଜାଅ,
    ନେବଲ ସହିତ ସୁମଧୁର ବୀଣାରେ ସ୍ୱର ବାହାର କର।
ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ।
    ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
କାରଣ ଏହା ଇସ୍ରାଏଲ ପାଇଁ ନିୟମ।
    ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।
ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ।
    ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ,
ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।
ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ।
    ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।
ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ।
    ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ।
    ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।” ସେଲା

“ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ,
    ହେ ଇସ୍ରାଏଲ, ଆମ୍ଭର କଥା ଶୁଣ! ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ।
ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ।
    ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି।
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
    ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
    ଆମ୍ଭେ ଖୁଆଇ ଦେବା।

11 “କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ।
    ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।
12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ।
    ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।
13 ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ
    ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?
14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା।
    ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା।
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ।
    ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।
16 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା।
    ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦେଇ ସନ୍ତୁଷ୍ଟ କରିବା।”

ଗୀତସଂହିତା 88

କୋରହ ସନ୍ତାନଗଣଙ୍କର ଗୀତ। ପ୍ରଧାନ ବାଦ୍ୟକରଙ୍କ ନିମନ୍ତେ ମହଲତ୍ ଲିୟନ୍ନୋତସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍।

88 ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋର ପରିତ୍ରାଣକର୍ତ୍ତା।
    ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
ମୋର ପ୍ରାର୍ଥନା ପ୍ରତି ଟିକେ ଧ୍ୟାନ ଦିଅ।
    ମୋ’ ପ୍ରତି ଦୟାକରି, ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
ମୋର ପ୍ରାଣ ଦୁଃଖରେ ଭରପୁର।
    ମୁଁ ଶୀଘ୍ର ମରିଯିବି।
ମୁଁ ଜଣେ ଶକ୍ତି ହରାଇଥିବା
    ପ୍ରାୟ ମୃତ ଲୋକପରି ହୋଇଅଛି।
ମୃତଲୋକମାନଙ୍କ ମଧ୍ୟରେ ମୋତେ ଖୋଜ।
    ମୁଁ କବରରେ ଶୋଇଥିବା ମୃତ ବ୍ୟକ୍ତିପରି
ଏବଂ ଲୋକମାନେ ଏ ବିଷୟରେ ସବୁ
    ଭୁଲିଗଲେ ଓ ସହାୟ ନାହିଁ।
ତୁମ୍ଭେ ମୋତେ ପୃଥିବୀର ଗାଢ଼ ଅନ୍ଧକାରର
    ଗଭୀର ସ୍ଥାନରେ ରଖିଅଛ।
ତୁମ୍ଭ କ୍ରୋଧରେ ମୁଁ ବୋଝ ଅନୁଭବ କଲି।
    ତୁମ୍ଭର ସମସ୍ତ ଢେଉ ମୋତେ ଓଲଟ ପାଲଟ କରି ପକାଏ। ସେଲା

ମୋର ବନ୍ଧୁମାନେ ମୋତେ ଛାଡ଼ିଗଲେ,
    ମୁଁ ଅଛୁଆଁ ପରି ସେମାନେ ମୋ'ଠାରୁ ଦୂରେଇ ଗଲେ।
ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ଯାଇପାରିବି ନାହିଁ।
    କ୍ଳେଶ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଅଛି।
ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି।
    ତୁମ୍ଭଠାରେ ମୁଁ ହାତ ପାତୁ ଅଛି।

10 ତୁମ୍ଭେ କ’ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟା କର?
    ମୃତ ଲୋକମାନେ କ’ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ? ସେଲା

11 ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ୱସ୍ତତା ବିଷୟରେ କଥା ହୋଇ ପାରିବେ ନାହିଁ।
    ମୃତ ଲୋକମାନେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟରେ ପ୍ରଗ୍ଭର କରି ପାରିବେ ନାହିଁ।
12 ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ଦେଖି ପାରିବେ ନାହିଁ।
    ପୃଥିବୀରେ ମୃତ ଲୋକମାନେ ଭୁଲିଯାଇ ତୁମ୍ଭ ସୁଗୁଣ ପ୍ରଶଂସା କରି ପାରିବେ ନାହିଁ।

13 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି।
    ମୋତେ ସାହାରା ଦିଅ।
    ପ୍ରତ୍ୟେକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରୁଛ?
    ତୁମ୍ଭେ କାହିଁକି ମୋ’ କଥା ଶୁଣୁ ନାହଁ?
15 ମୁଁ ବାଲ୍ୟକାଳରୁ ଦୁଃଖ ଭୋଗ କରି ମୃତ୍ୟୁର ଶେଷ ଆଡ଼କୁ ଆସିଅଛି।
    ମୁଁ ଭୀଷଣ ଦୁଃଖ ପାଉଅଛି, ଯାହା ତୁମ୍ଭେ କରିଅଛ।
16 ତୁମ୍ଭର କୋପ ମୋ’ ଉପରେ ବର୍ତ୍ତିଅଛି,
    ତୁମ୍ଭ ବିଷୟକ ଭୟ ମୋତେ ଉଚ୍ଛିନ୍ନ କରିଅଛି।
17 ଏକ ବନ୍ୟାପରି ତୁମ୍ଭର ଆକ୍ରମଣ ମୋତେ ଦିନସାରା ଘେରି ରହିଥିଲା।
    ସେମାନେ ସବୁଆଡ଼ୁ ମୋତେ ବନ୍ଦ କଲେ।
18 ତୁମ୍ଭେ ମୋର ପ୍ରିୟ ଲୋକମାନଙ୍କୁ ମୋ'ଠାରୁ ଦୂରେଇ ରଖିଅଛ।
    ମୋ’ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।

ଗୀତସଂହିତା 92-93

ବିଶ୍ରାମବାର ନିମିତ୍ତକ ଗୀତ।

92 ସଦାପ୍ରଭୁଙ୍କର ଧନ୍ୟବାଦ କରିବା ଉତ୍ତମ।
    ହେ ସର୍ବୋପରିସ୍ଥ ପରମେଶ୍ୱର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
ପ୍ରଭାତ ସମୟରେ ତୁମ୍ଭର ପ୍ରେମ ଗୀତ ବୋଲିବା ଉତ୍ତମ
    ଏବଂ ରାତ୍ରିରେ ତୁମ୍ଭର ବିଶ୍ୱସ୍ତତା ଗୀତ ଗାନ କରିବା ଉତ୍ତମ।
ହେ ପରମେଶ୍ୱର, ଦଶତାର ଯନ୍ତ୍ର ଓ ନେବଲରେ ବୀଣାର ଗମ୍ଭୀର ଧ୍ୱନିରେ
    ସୂ-ଗୀତ ଗାନ କରିବା ଭଲ।
ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି।
    ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।
ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍।
    ତୁମ୍ଭର ବିଗ୍ଭରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
ପଶୁବତ୍ ଲୋକମାନେ ଏହାକୁ ଜାଣନ୍ତି ନାହିଁ,
    କିଅବା ନିର୍ବୋଧମାନେ ବୁଝନ୍ତି ନାହିଁ।
ଯେତେବେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି
    ଓ ଅଧର୍ମାଗ୍ଭରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହୋଇପାରନ୍ତି।
    ସେତେବେଳେ ସେମାନେ କରୁଥିବା ମୂଲ୍ୟହୀନ କାର୍ଯ୍ୟ ଚିରଦିନ ପାଇଁ ନଷ୍ଟ ହେବ।
କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।

ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହେବେ।
    ସେହି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହେବେ ଏବଂ ଛିନ୍ନ ବିଚ୍ଛିନ୍ନ ହୋଇଯିବେ।
10 କିନ୍ତୁ ତୁମ୍ଭେ ମୋତେ ଶକ୍ତିଶାଳୀ କରିବ।
    ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ୟ ମୁଁ ଦୃଢ଼ ହେବି।
ତୁମ୍ଭେ ମୋତେ ବିଶେଷ କାର୍ଯ୍ୟ ପାଇଁ ମନୋନୀତ କରିଛ।
    ତୁମ୍ଭେ ମୋତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।
11 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିବାର ମୁଁ ଦେଖୁଅଛି।
    ସେମାନେ ମୋ’ ବିଷୟରେ ଯାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।

12 ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ
    ଲିବାନୋ‌ନ୍‌ର ଏରସ ଗଛ ତୁଲ୍ୟ।
13 ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ
    ଅଙ୍କୁରିତ ଡାଳଗଛ ସ୍ୱରୂପ।
14 ଏପରିକି ଯେତେବେଳେ ସେମାନେ ବୃଦ୍ଧ ହେବେ, ସେତେବେଳେ ମଧ୍ୟ ସେମାନେ ଫଳ ଉତ୍ପନ୍ନ କରି ପାରିବେ।
    ସେମାନେ ସୁସ୍ଥ ରହିବେ ଏବଂ ସେମାନଙ୍କର ବହୁତ ପତ୍ର ରହିବ।
15 ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ।
    ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

93 ସଦାପ୍ରଭୁ ରାଜା ଅଟନ୍ତି।
    ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
    ଏହା ଯେପରି ଟଳମଳ ହୋଇ ନ ଯାଏ।
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
    ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
    ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
    ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
    ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center