Print Page Options
Previous Prev Day Next DayNext

Chronological

Read the Bible in the chronological order in which its stories and events occurred.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 5

ପ୍ରଧାନ ବୀଣା ବାଦକଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଗୀତ।

ହେ ସଦାପ୍ରଭୁ, ମୋର କଥା ଶୁଣନ୍ତୁ।
    ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ’ଣ କରିବାକୁ ଗ୍ଭହୁଁଛି।
ହେ ମୋର ପରମେଶ୍ୱର ଓ ରାଜା,
    ମୋର ପ୍ରାର୍ଥନା ଶୁଣ।
ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ,
    ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ
ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।

ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ।
    କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।
ଗର୍ବୀମାନେ କେବେ ତୁମ୍ଭ ନିକଟକୁ ଆସି ପାରିବେ ନାହିଁ।
    ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ତୁମ୍ଭେ ସେମାନଙ୍କୁ ଘୃଣା କର।
ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ।
    ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।

କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ,
ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି।
    ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।
ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର।
ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି।
    ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ,
    ଓ ମୋର ପଥକୁ ସରଳ କର।
ସେହି ଲୋକମାନେ କେବେ ସତ୍ୟ କଥା କହନ୍ତି ନାହିଁ।
    ସେମାନେ ସବୁ ମିଥ୍ୟାବାଦୀ, ସତ୍ୟକୁ ଗୋପନ ରଖନ୍ତି।
ସେମାନଙ୍କର ପାଟି ଏକ କବର ସ୍ୱରୂପ
    ଓ ସେମାନଙ୍କ ଉଦ୍ଦେଶ୍ୟ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା, ସେମାନେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି।
10 ହେ ପରମେଶ୍ୱର, ସେମାନଙ୍କୁ ଶାସ୍ତି ଦିଅ।
    ସେମାନେ ବାନ୍ଧିଥିବା ଫାଶରେ ସେମାନଙ୍କୁ ପକାଇ ଦିଅ।
ସେମାନେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି,
    ତେଣୁ ସେମାନଙ୍କର ଅନେକ ଅପରାଧ ପାଇଁ ସେମାନଙ୍କୁ ଶାସ୍ତି ବିଧାନ କର।
11 କିନ୍ତୁ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖନ୍ତି, ସେମାନେ ସୁଖରେ ରୁହନ୍ତି ଏବଂ ସେମାନେ ଚିରଦିନ ପାଇଁ ସୁଖରେ ରୁହନ୍ତି।
    ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସେମାନଙ୍କୁ ଅଧିକ ଶକ୍ତି ପ୍ରଦାନ କର।
12 ହେ ସଦାପ୍ରଭୁ ଯେତେବେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର,
    ତୁମ୍ଭେ ସେମାନଙ୍କୁ ବିରାଟ ଢାଲ ସଦୃଶ ସମସ୍ତ କୁକାର୍ଯ୍ୟରୁ ରକ୍ଷା କର।

ଗୀତସଂହିତା 38

ଦାଉଦଙ୍କ ସ୍ମରଣୀୟ ଗୀତ।

38 ହେ ସଦାପ୍ରଭୁ, ମୋତେ ଆପଣା କୋପରେ ଅନୁଯୋଗ କର ନାହିଁ।
    କିଅବା ମୋତେ ତୁମ୍ଭେ କ୍ରୋଧାନ୍ୱିତ ହୋଇ ଦଣ୍ଡ ଦିଅ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଘାତ କରିଛ।
    ତୁମ୍ଭର ତୀର ମୋର ଅନ୍ତଃସ୍ଥଳକୁ ବିଦ୍ଧ କରିଛି।
ତୁମ୍ଭେ ମୋତେ ଦଣ୍ଡ ଦେଲ।
ବର୍ତ୍ତମାନ ମୋର ସମସ୍ତ ଶରୀର କମ୍ପୁଅଛି।
    ମୋର ପାପ ଲାଗି ତୁମ୍ଭେ ମୋତେ ଦଣ୍ଡ ଦେଲ, ତେଣୁ ମୋର ଅସ୍ଥିରେ କିଛି ଆରାମ ନାହିଁ।
ମୁଁ ପାପ କରିଛି, ମନ୍ଦକାର୍ଯ୍ୟ କରି ସେହି ପାପ ମୋତେ ଓଜନ ଲାଗୁଛି।
    ମୁଁ ଅତ୍ୟନ୍ତ ଲଜ୍ଜିତ।
    ମୁଁ ମୁଣ୍ଡ ଉପରକୁ ଟେକିପାରୁ ନାହିଁ।
ମୁଁ ଏକ ମୂର୍ଖାମୀ କାର୍ଯ୍ୟ କରିଛି।
    ମୋର ଅଜ୍ଞାନତା ଯୋଗୁଁ ମୋର କ୍ଷତ ସବୁ ଦୁର୍ଗନ୍ଧ ଓ ବିକୃତ ହୋଇଛି।
ମୁଁ ଆଜି ନଇଁ ଯାଇଛି।
    ଭାଙ୍ଗି ପଡ଼ିଛି, ସାରାଦିନ ମୁଁ ବ୍ୟଥିତ ହୋଇଛି।
ମୋର ଶରୀର ଜ୍ୱାଳାରେ ପରିପୂର୍ଣ୍ଣ ଥିଲା।
    ମୋର ସମସ୍ତ ଶରୀର ଯନ୍ତ୍ରଣାରେ ଛଟପଟ ହେଉଥିଲା।
ମୋତେ ଏତେ କଷ୍ଟ ହେଉଥିଲା, ମୁଁ କିଛି ଅନୁଭବ କରିପାରୁ ନ ଥିଲି।
    ମୁଁ ହୃଦୟର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରୁଥିଲି।
ହେ ମୋର ପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନା ଶୁଣିଲ।
    ତୁମ୍ଭେ ମୋର ଆର୍ତ୍ତନାଦ ଶୁଣିଲ।
10 ମୋର ହୃଦୟ ବିଦୀର୍ଣ୍ଣ ହେଉଅଛି।
    ମୋର ବଳସବୁ କ୍ଷୀଣ ହୋଇଗଲାଣି ଓ ମୁଁ ଅନ୍ଧ ହୋଇଯାଉଛି।
11 ମୋର ରୋଗ ଯୋଗୁଁ ମୋର ବନ୍ଧୁ ଓ ପଡ଼ୋଶୀମାନେ ମୋତେ ଦେଖା କରିବାକୁ ଆସନ୍ତି ନାହିଁ।
    ମୋର ପରିବାରବର୍ଗ ମୋ'ଠାରୁ ଦୂରେଇ ରହନ୍ତି।
12 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
    ସେମାନେ ମିଛ ଓ ଗୁଜବ ସୃଷ୍ଟି କରନ୍ତି।
    ସେମାନେ ସବୁବେଳେ ମୋ’ ବିଷୟରେ ଆଲୋଚନା କରନ୍ତି।
13 ମୁଁ ଏକ ବଧିର ବ୍ୟକ୍ତି ତୁଲ୍ୟ, ଯିଏ ଶୁଣିପାରେ ନାହିଁ।
    ମୁଁ ଏକ ମୂକ ବ୍ୟକ୍ତି ତୁଲ୍ୟ, ଯିଏ କଥା କହିପାରେ ନାହିଁ।
14 ମୁଁ ଜଣେ ବଧିର ବ୍ୟକ୍ତି ପରି ଯିଏ, ପ୍ରତ୍ୟେକ ଲୋକମାନେ ଯାହା କରନ୍ତି ସର୍ବଦା ଶୁଣିପାରେ ନାହିଁ।
    ମୁଁ ସେମାନଙ୍କ ସହିତ ଯୁକ୍ତି ଏବଂ ପ୍ରମାଣ କରି ପାରିବି ନାହିଁ, କାରଣ ମୋର ଶତ୍ରୁମାନେ ଭୁଲ୍ କରୁଛନ୍ତି।
15 ତେଣୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ନିଶ୍ଚୟ ସହାୟ ହେବ।
    ହେ ପରମେଶ୍ୱର ମୋର ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଶ୍ଚୟ କହିବ।
16 “ଯଦି ମୁଁ କିଛି କହେ, ମୋର ଶତ୍ରୁମାନେ ମୋତେ ପରିହାସ କରିବେ।
    ସେମାନେ ଦେଖିବେ ଯେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି।
    ସେମାନେ କହିବେ, ପରମେଶ୍ୱର ମୋତେ ଦଣ୍ଡ ଦେଉଛନ୍ତି।”
17 ମୁଁ ଜାଣେ ମୁଁ ପାପର ଶାସ୍ତି ଭୋଗୁଛି,
    ମୁଁ ମୋର ଯନ୍ତ୍ରଣାକୁ ଭୁଲିପାରିବି ନାହିଁ।
18 ହେ ସଦାପ୍ରଭୁ, ମୁଁ କହେ, ମୁଁ ଯେଉଁ ମନ୍ଦକାର୍ଯ୍ୟ କରିଛି, ମୁଁ ସ୍ୱୀକାର କରେ ଯାହା ପାପ ମୁଁ କରିଛି।
    ମୁଁ ମୋର ପାପଗୁଡ଼ିକ ପାଇଁ ବାସ୍ତବରେ ଦୁଃଖିତ।
19 ମୋର ଶତ୍ରୁମାନେ ସତେଜ ଓ ବଳବାନ ଅଟନ୍ତି।
    ସେମାନେ ଅନେକ ଥର ମିଥ୍ୟା କହିଛନ୍ତି।
20 ମୋର ଶତ୍ରୁମାନେ ମୋ’ ପ୍ରତି ମନ୍ଦ ଆଚରଣ କରନ୍ତି।
    କିନ୍ତୁ ମୁଁ ସେମାନଙ୍କ ପ୍ରତି ଉତ୍ତମ ବ୍ୟବହାର କରେ।
ମୁଁ ସବୁବେଳେ ଉତ୍ତମ କାର୍ଯ୍ୟ କରିବାକୁ ଚେଷ୍ଟା କରେ।
    ତଥାପି ସେହି ଲୋକମାନେ ମୋ’ ବିରୁଦ୍ଧରେ ଯାଆନ୍ତି।
21 ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ।
    ହେ ମୋର ପରମେଶ୍ୱର, ମୋର ନିକଟରେ ରୁହ।
22 ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
    ହେ ମୋର ପରମେଶ୍ୱର, ମୋତେ ଉଦ୍ଧାର କର।

ଗୀତସଂହିତା 41-42

ଦାଉଦଙ୍କର ଗୀତ।

41 ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ।
    ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।
ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି।
    ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ।
    ପରମେଶ୍ୱର ତା'ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।
ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି।
    ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି।

ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
    ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ! ମୋ’ ପ୍ରାଣକୁ ସୁସ୍ଥ କର।”
ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
    ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”
ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ।
    ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି।
ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି,
    ତା'ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି।
ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି।
    ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।
ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି
    ଓ ସେଥିପାଇଁ ବେମାର ଅଛି।
    ସେ ଆଉ ଭଲ ହେବ ନାହିଁ।”
ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି।
    କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।
10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
    ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନଙ୍କୁ ମୋତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ।
    ତାହାହେଲେ ମୁଁ ଜାଣିବି ଯେ ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ ଅଛ।
12 ମୁଁ ନିରପରାଧ ଥିଲି।
    ତୁମ୍ଭେ ମୋତେ ସାହାଯ୍ୟ କରିଲ।
    ତୁମ୍ଭେ ମୋତେ ଛିଡ଼ା ହେବାକୁ ସୁଯୋଗ ଦେଇ ତୁମ୍ଭର ଚିରଦିନ ସେବା କରିବାକୁ ସୁଯୋଗ ଦେଲ।

13 ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର।
    ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ।

ଆମେନ୍, ଆମେନ୍।

ଦ୍ୱିତୀୟ ଖଣ୍ଡ

(ଗୀତସଂହିତା 42–72)

ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ।

42 ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ
    ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ।
    ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?
ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି।
    ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?
ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?”
    ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।

ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ,
    ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି।
ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ
    ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।

ହେ ମୋର ପ୍ରାଣ, କାହିଁକି ମୁଁ ଏତେ ବ୍ୟାକୁଳ?
    “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି।
ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।
ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି।
    ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”
ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ।
    ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ,
ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ।
    ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।

ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି।
    ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।
ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର।
    ମୁଁ କହେ, “ହେ ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ?
    କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”
10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି,
    ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”

11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ?
    କାହିଁକି ମୁଁ ଏତେ ଅସ୍ଥିର ହେଉଅଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି
    ଓ ସେ ମୋତେ ଉଦ୍ଧାର କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center