Chronological
ଜ୍ଞାନ ପାଇଁ ଶଲୋମନଙ୍କ ପ୍ରାର୍ଥନା
3 ତା'ପରେ ଶଲୋମନ ମିଶରର ରାଜା ସହିତ ଚୁକ୍ତି କରି ଫାରୋଙ୍କ କନ୍ୟାକୁ ବିବାହ କଲେ ଓ ତାକୁ ଦାଉଦ ନଗରକୁ ଆଣିଲେ। ସେହି ସମୟରେ ସେ ନିଜ ପାଇଁ ପ୍ରାସାଦ ଓ ସଦାପ୍ରଭୁଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରୁଥିଲେ। ସେ ମଧ୍ୟ ଯିରୁଶାଲମର ଚତୁର୍ଦ୍ଦିଗରେ ଏକ ପ୍ରାଚୀର ନିର୍ମାଣ କରୁଥିଲେ। 2 କିନ୍ତୁ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ ହୋଇ ନ ଥିଲା। ତେଣୁ ଲୋକମାନେ ନାନା ଉଚ୍ଚସ୍ଥାନରେ ବଳିଦାନ କରୁଥିଲେ। 3 ଶଲୋମନ ନିଜ ପିତା ଦାଉଦଙ୍କ ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କ ପ୍ରତି ପ୍ରେମ ପ୍ରକାଶ କଲେ। କେବଳ ସେ ପଶୁବଳି ଉତ୍ସର୍ଗ କଲେ ଓ ଉଚ୍ଚ ସ୍ଥାନରେ ଧୂପ ଜଳାଇଲେ।
4 ଶଲୋମନ ବଳିଦାନ ନିମନ୍ତେ ଗିବିୟୋନକୁ ଗଲେ, କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା। ସେ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। 5 ଶଲୋମନ ଗିବିୟୋନରେ ଥିଲା ବେଳେ, ସଦାପ୍ରଭୁ ରାତ୍ରିରେ ସ୍ୱପ୍ନରେ ତାଙ୍କୁ ଦର୍ଶନ ଦେଲେ। ପରମେଶ୍ୱର ସ୍ୱପ୍ନରେ କହିଲେ, “ତୁମ୍ଭେ ଯାହା ଇଚ୍ଛା କରୁଛ ମାଗ, ଆମ୍ଭେ ତାହା ଦେବା।”
6 ଶଲୋମନ ଉତ୍ତର କଲେ, “ତୁମ୍ଭେ ମୋର ପିତା ତୁମ୍ଭର ଦାସ ଦାଉଦଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲ। ସେ ଧାର୍ମିକତା ଓ ନ୍ୟାୟ ପଥରେ ଯାଇ ତୁମ୍ଭକୁ ଅନୁସରଣ କରୁଥିବାରୁ ତୁମ୍ଭେ ତାଙ୍କୁ ମହାଦୟା କରିଥିଲ। ଆଉ ମଧ୍ୟ ତୁମ୍ଭେ ତାହାପାଇଁ ଏହି ମହାଦୟା ରଖିଅଛ ଯେ ଆଜିର ନ୍ୟାୟରେ ତାଙ୍କର ପୁତ୍ରକୁ ସିଂହାସନରେ ବସାଇଛ। 7 ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭେ ମୋର ପିତା ଦାଉଦଙ୍କ ପଦରେ ଏହି ଦାସକୁ ରାଜା କରିଅଛ। କିନ୍ତୁ ମୁଁ ମାତ୍ର ଏକ ବାଳକ ଅଟେ। ମୁଁ ଲୋକମାନଙ୍କୁ ବାଟ ଦେଖାଇବା ପାଇଁ ଅନଭିଜ୍ଞ। 8 ମୁଁ ତୁମ୍ଭର ଦାସ ତୁମ୍ଭର ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି। ସେମାନଙ୍କର ସଂଖ୍ୟା ଅଗଣନୀୟ। ତେଣୁ ଜଣେ ଶାସକ ନିଶ୍ଚୟ ବହୁତ ନିଷ୍ପତ୍ତି କରିବ। 9 ତେଣୁ ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ଠିକ୍ ଓ ଭୁଲ୍ ବାଛିବା ପାଇଁ ତୁମ୍ଭେ ମୋତେ ଜ୍ଞାନ ଦିଅ ଓ ବୁଦ୍ଧି ଦିଅ। ମୋତେ ଜ୍ଞାନ ଦିଅ ଯେପରି ମୁଁ ଲୋକମାନଙ୍କୁ ନ୍ୟାୟ ସହିତ ଶାସନ ଓ ବିଗ୍ଭର କରିପାରେ। କାରଣ ଏହା ବିନା ଏହି ମହା ଗୋଷ୍ଠୀର କିଏ ନ୍ୟାୟ କରି ପାରିବ?”
10 ଶଲୋମନଙ୍କ ଏହି ବିଷୟ ମାଗିବାରେ ସଦାପ୍ରଭୁ ତାଙ୍କ ପ୍ରତି ସନ୍ତୁଷ୍ଟ ହେଲେ। 11 ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ନିଜ ପାଇଁ ଦୀର୍ଘ ପରମାୟୁ ମାଗି ନାହଁ କି ନିଜ ପାଇଁ ବିପୁଳ ଐଶ୍ୱର୍ଯ୍ୟ ମାଗି ନାହଁ, କି ନିଜର ଶତ୍ରୁମାନଙ୍କର ମୃତ୍ୟୁ ମାଗି ନାହଁ, ମାତ୍ର ଲୋକମାନଙ୍କର ନ୍ୟାୟ ଶାସନ କରିବା ପାଇଁ ଜ୍ଞାନ ମାଗିଅଛ। 12 ତେଣୁ ତୁମ୍ଭେ ଯାହା ମାଗିଲ ଆମ୍ଭେ ତାହା ଦେବାକୁ ଯାଉଅଛୁ। ଆମ୍ଭେ ତୁମ୍ଭକୁ ଜ୍ଞାନି ଓ ବୁଦ୍ଧିମାନ କରାଇବା। ଆମ୍ଭେ ତୁମ୍ଭକୁ ଏପରି ମହତ୍ ଜ୍ଞାନ ଦେବା ଯେ, ଅତୀତରେ ତୁମ୍ଭ ସମାନ କେହି ନ ଥିଲେ କି ଭବିଷ୍ୟତରେ କେହି ହେବେ ନାହିଁ। 13 ଏହା ବ୍ୟତୀତ ତୁମ୍ଭେ ମାଗି ନ ଥିବା ଜିନିଷ ଆମ୍ଭେ ତୁମ୍ଭକୁ ଦେବା। ଆମ୍ଭେ ତୁମ୍ଭକୁ ପ୍ରଚୁର ସମ୍ପତ୍ତି ଓ ସମ୍ମାନ ଦେବା ଯେ ତୁମ୍ଭ ଜୀବନ କାଳରେ ପୃଥିବୀରେ କେହି ତୁମ୍ଭ ସମାନ ହେବେ ନାହିଁ। 14 ତୁମ୍ଭ ପିତା ଦାଉଦଙ୍କ ପରି ତୁମ୍ଭେ ଯଦି ଆମ୍ଭର ବ୍ୟବସ୍ଥା ଓ ଆଜ୍ଞା ପାଳନ କରିବ ଓ ଆମ୍ଭକୁ ଅନୁସରଣ କରିବ, ତେବେ ଆମ୍ଭେ ତୁମ୍ଭକୁ ଦୀର୍ଘଜିବୀ କରିବା।”
15 ତା'ପରେ ଶଲୋମନ ଜାଗ୍ରତ ହେଲେ ଓ ଜାଣିଲେ ଯେ ପରମେଶ୍ୱର ତାଙ୍କୁ ସ୍ୱପ୍ନାଦେଶ କରିଛନ୍ତି। ତେଣୁ ସେ ଯିରୁଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଦଣ୍ଡାୟମାନ ହୋଇ ହୋମବଳି ଉତ୍ସର୍ଗ କଲେ ଓ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ନିଜର କର୍ମଗ୍ଭରୀ ଓ ଅନୁଚରମାନଙ୍କୁ ଏକ ଭୋଜି ଦେଲେ।
ଶଲମୋନଙ୍କ ଜ୍ଞାନର ପ୍ରମାଣ
16 ଦିନେ ଦୁଇଜଣ ବେଶ୍ୟା ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ। 17 ଜଣେ ସ୍ତ୍ରୀଲୋକ କହିଲା, “ହେ ମୋର ମହାରାଜା, ଆମ୍ଭେ ଦୁଇଜଣ ଏକତ୍ର ଗୋଟିଏ ଛାତ ତଳେ ବାସ କରୁଥିଲୁ ଓ ଆମ୍ଭେ ଉଭୟେ ଗର୍ଭବତୀ ହୋଇଥିଲୁ। ସେହି ଘରେ ତା’ ସହିତ ବାସ କରୁଥିବା ବେଳେ ମୁଁ ଏକ ସନ୍ତାନ ପ୍ରସବ କଲି। 18 ମୋହର ପ୍ରସବର ତୃତୀୟ ଦିବସରେ ଏହି ସ୍ତ୍ରୀଲୋକ ମଧ୍ୟ ଏକ ସନ୍ତାନ ପ୍ରସବ କଲା। ସେହି ଘରେ ଆମ୍ଭ ଦୁହିଁଙ୍କ ବ୍ୟତୀତ ଅନ୍ୟ କୌଣସି ଲୋକ ନ ଥିଲେ। 19 ଦିନେ ରାତ୍ରିରେ ଏହି ସ୍ତ୍ରୀଲୋକ ତା'ର ପିଲା ଉପରେ ଲଦି ହୋଇ ଶୋଇ ପଡ଼ିବାରୁ ତା'ର ପିଲାଟି ମରିଗଲା। 20 ତେଣୁ ସେହି ମଧ୍ୟରାତ୍ରିରେ ମୁଁ ଶୋଇଥିଲା ବେଳେ ସେ ମୋର ସନ୍ତାନକୁ ନେଇଯାଇ ତା'ର ମୃତ ସନ୍ତାନକୁ ମୋ’ କୋଳରେ ଶୁଆଇ ଦେଲା। 21 ପରଦିନ ପ୍ରଭାତରେ ମୁଁ ଯେତେବେଳେ ମୋର ସନ୍ତାନକୁ ସ୍ତନ୍ୟପାନ କରାଇବା ପାଇଁ ଉଠିଲି, ପିଲାଟି ମୃତ ପାଇଲି। ମୁଁ ଭଲକରି ନିରୀକ୍ଷଣ କରି ଜାଣିଲି, ସେ ମୋର ସନ୍ତାନ ନୁହେଁ।”
22 କିନ୍ତୁ ଅନ୍ୟ ସ୍ତ୍ରୀଲୋକଟି କହିଲା, “ନା, ଜୀବିତ ସନ୍ତାନଟି ମୋର ପୁଅ ଓ ମୃତ ସନ୍ତାନଟି ତୁମ୍ଭର ପୁଅ।”
ମାତ୍ର ପ୍ରଥମ ସ୍ତ୍ରୀ କହିଲା, “ନା, ତୁମ୍ଭେ ଭୁଲ୍ କହୁଛ, ମୃତ ସନ୍ତାନଟି ତୁମ୍ଭର ପୁଅ ଓ ଜୀବିତ ସନ୍ତାନଟି ମୋର ପୁଅ।” ଏହିପରି ସେମାନେ ରାଜାଙ୍କ ସମ୍ମୁଖରେ ଗୁହାରି କଲେ।
23 ତତ୍ପରେ ରାଜା ଶଲୋମନ କହିଲେ, “ତୁମ୍ଭେ ଉଭୟ ଜୀବିତ ସନ୍ତାନଟିକୁ ନିଜର ଓ ମୃତ ସନ୍ତାନଟି ଅନ୍ୟର ବୋଲି କହୁଛ।” 24 ଏଣୁ ରାଜା ଶଲୋମନ ଗୋଟିଏ ଖଡ଼୍ଗ ଆଣିବାକୁ ଜଣେ ଦାସକୁ ଆଦେଶ କଲେ। 25 ପୁଣି ରାଜା କହିଲେ, “ଏହି ଜୀବିତ ସନ୍ତାନଟିକୁ ଦୁଇଖଣ୍ତ କରି କାଟି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦେଇଦିଅ।”
26 ଦ୍ୱିତୀୟ ସ୍ତ୍ରୀଲୋକଟି କହିଲା, “ତାହା ଅତି ଉତ୍ତମ କଥା, ପିଲାଟିକୁ ଦୁଇଖଣ୍ତ କରିଦିଅ। ପିଲାଟି ଆମ୍ଭ ଦୁଇଜଣଙ୍କର କାହାରି ହେବ ନାହିଁ।” ମାତ୍ର ପ୍ରଥମ ସ୍ତ୍ରୀଲୋକ ଯିଏ ପିଲାଟିର ପ୍ରକୃତ ମା, ତା'ର ଅନ୍ତଃକରଣ ପିଲାଟି ପ୍ରତି ବିଳପି ଉଠିଲା। ତେଣୁ ସେ ରାଜାଙ୍କୁ କହିଲା, “ହେ ମୋର ମହାରାଜ, ଜୀବିତ ପିଲାଟିକୁ ତାକୁ ଦେଇ ଦିଅନ୍ତୁ, କିନ୍ତୁ କୌଣସି ମତେ ତାକୁ ବଧ କରନ୍ତୁ ନାହିଁ।”
27 ତା'ପରେ ରାଜା ଶଲୋମନ କହିଲେ, “ପ୍ରଥମ ସ୍ତ୍ରୀଲୋକଟି ହେଉଛି ଜୀବିତ ପିଲାର ପ୍ରକୃତ ମା, ପିଲାଟିକୁ ତାକୁ ଦିଅ।” ତାକୁ ହତ୍ୟା କର ନାହିଁ।
28 ଇସ୍ରାଏଲର ସମଗ୍ର ଲୋକେ ରାଜାଙ୍କର ନ୍ୟାୟ ବିଗ୍ଭର ଶୁଣିଲେ ଓ ତାଙ୍କୁ ଭକ୍ତି ଓ ସମ୍ମାନ କଲେ। କାରଣ ସେମାନେ ଜାଣିଲେ ରାଜାଙ୍କର ବିଗ୍ଭର କରିବା ନିମନ୍ତେ ତାଙ୍କ ହୃଦୟରେ ପରମେଶ୍ୱରଙ୍କ ଦତ୍ତ ଜ୍ଞାନ ରହିଛି।
ଶଲୋମନଙ୍କ ସାମ୍ରାଜ୍ୟ
4 ଏହିପରି ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ। 2 ଏହିମାନେ ଥିଲେ ତାଙ୍କର ଅଧିପତି ଯେ କି ତାଙ୍କୁ ରାଜ୍ୟ ଶାସନରେ ସାହାଯ୍ୟ କରୁଥିଲେ। ସେମାନେ ସାଦୋକର ପୁତ୍ର ଯାଜକ ଅସରିୟ ପୁତ୍ରଗଣ ଥିଲେ।
ଯଥା: ସାଦୋକର ପୁତ୍ର ଅସରିୟ ଯାଜକ।
3 ଶୀଶାର ପୁତ୍ର ଇଲୀହୋରଫ ଓ ଅହିୟ ଉଭୟ ବିଗ୍ଭରାଳୟରେ ଯାହା ହେଉଥିଲା ସେମାନେ ଲେଖୁଥିଲେ।
ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲିପିକାର।
4 ଯିହୋୟାଦାର ପୁତ୍ର ବନାୟ ଥିଲା ସୈନ୍ୟବାହିନୀର ସେନାପତି
ସାଦୋକ ଓ ଅବିୟାଥର ଯାଜକ ଥିଲେ।
5 ନାଥନର ପୁତ୍ର ଅସରିୟ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ୟ ଥିଲା
ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜା ଶଲୋମନଙ୍କର ଜଣେ ଉପଦେଶକ ଥିଲେ।
6 ଅହୀଶାର୍ ରାଜାଙ୍କର ପ୍ରାସାଦର ଦାୟିତ୍ୱରେ ଥିଲେ।
ଅବ୍ଦର ପୁତ୍ର ଅଦୋନୀରାମ୍ କ୍ରୀତଦାସମାନଙ୍କର ରାଜ୍ୟପାଳ ଥିଲେ।
7 ଶଲୋମନ ସମଗ୍ର ଇସ୍ରାଏଲକୁ ବାର ଭାଗରେ ବିଭକ୍ତ କରି ବାର ଜଣ ଦେଶାଧ୍ୟକ୍ଷଙ୍କୁ ନିଯୁକ୍ତ କଲେ। ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟ ଯୋଗାଇଲେ। ପ୍ରତ୍ୟେକ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ। 8 ଏଗୁଡ଼ିକ ହେଉଛି ବାର ଜଣ ଦେଶାଧ୍ୟକ୍ଷଙ୍କ ନାମ:
ଇଫ୍ରୟିମର ପର୍ବତମୟ ଦେଶରେ ବିନ୍-ହୂର।
9 ମାକସ୍, ଶାଲବୀମ୍, ବୈଥ୍-ଶେମଶ, ଓ ଏଲୋନ-ବୈଥାନନର ଶାସନକର୍ତ୍ତା ଥିଲେ, ବିନ୍-ଦେକର।
10 ଅରୁବୋତରେ ବିନ୍-ହେଷଦ୍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ବିନ୍-ହେଷଦ୍ ଅଧୀନ ଥିଲା।
11 ସମୁଦାୟ ଦୋର ଉପପର୍ବତ ବିନ୍-ଅବୀନାଦବ୍ର ଅଧୀନ ଥିଲା। ସେ ଶଲୋମନଙ୍କର କନ୍ୟା ଟାଫତକୁ ବିବାହ କରିଥିଲା।
12 ତାନକ୍ ଓ ମଗିଦ୍ଦୋ ଓ ବୈଥ୍-ଶାନଠାରୁ ଆବେଲ୍ ମହୋଲା ଓ ଯଗୂମିୟାମ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମସ୍ତ ବୈଥ୍-ଶାନରେ ଅହୀଲୂଦର ପୁତ୍ର ବାନା ରାଜ୍ୟପାଳ ଥିଲେ।
13 ବିନ୍-ଗେବର ରାମୋତ୍-ଗିଲିୟଦର ଶାସକ ଥିଲେ। ମନଃଶିର ପୁତ୍ର ଯାୟୀରର ଗିଲିୟଦସ୍ଥିତ ସମସ୍ତ ଗ୍ରାମ ଓ ସହର ତାଙ୍କର ଅଧୀନ ଥିଲା। ବାଶନସ୍ଥ ଅର୍ଗୋବ ଅଞ୍ଚଳରେ ଥିବା ପ୍ରାଚୀର ବେଷ୍ଟିତ ଓ ପିତ୍ତଳ ଅର୍ଗଳ ବିଶିଷ୍ଟ ଷାଠିଏ ବୃହତ୍ ନଗର ତାଙ୍କର ଅଧୀନ ଥିଲା।
14 ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍।
15 ନପ୍ତାଲିରେ ଅହୀମାସ୍ ଶାସକ ଥିଲେ ଯିଏ କି ଶଲୋମନଙ୍କର କନ୍ୟା ବାସମତ୍କୁ ବିବାହ କରିଥିଲା।
16 ଆଶେର ଓ ବାଲୋରେ ହୂଶୟର ପୁତ୍ର ବାନା।
17 ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍ ଶାସକ ଥିଲେ।
18 ବିନ୍ୟାମୀନରେ ଏଲାର ପୁତ୍ର ଶିମିୟି ଶାସକ ଥିଲେ।
19 ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍ର ଗିଲିୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
20 ଇସ୍ରାଏଲ ଓ ଯିହୁଦାରେ ବହୁ ଲୋକ ଥିଲେ। ସେମାନେ ସମୁଦ୍ର ତୀରସ୍ଥ ବାଲୁକା ସଦୃଶ ଅସଂଖ୍ୟ ଥିଲେ। ମାତ୍ର ସେମାନେ ଯଥେଷ୍ଟ ଖାଦ୍ୟ ପାନୀୟ ସହିତ ସୁଖରେ କାଳାତିପାତ କରୁଥିଲେ।
21 ଶଲୋମନ ଫରାତ୍ ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିଶର ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ଶାସନ କଲେ। ଏହି ଦେଶଗୁଡ଼ିକ ଶଲୋମନଙ୍କୁ ଉପହାର ଓ ସମ୍ମାନ ପଠାଇଲେ ଏବଂ ଜୀବନସାରା ତାଙ୍କର ପ୍ରଜା ହୋଇ ରହିଲେ।
22-23 ଶଲୋମନ ତାଙ୍କ ପାଇଁ ଓ ତାଙ୍କ ସହିତ ଯେଉଁମାନେ ମେଜରେ ଖାଉଥିଲେ ସେମାନଙ୍କ ପାଇଁ ଏହି ପରିମାଣର ଖାଦ୍ୟଦ୍ରବ୍ୟ ଦରକାର କରୁଥିଲେ: 30 ମହଣ ସରୁ ମଇଦା, 60 ମହଣ ସୁଜୀ, 10 ଗୋଟି ପୁଷ୍ଟ ଗୋରୁ, 20 ଗୋଟି ଗୋରୁ ଚରାସ୍ଥାନରୁ, 100 ମେଷ, ଏହାଛଡ଼ା ଅନେକ ହରିଣ, କୃଷ୍ଣସାର, ବନ ଗୋରୁ ଓ ପୁଷ୍ଟ ପକ୍ଷୀ ଥିଲେ।
24 ଶଲୋମନ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ ଫରାତ୍ ନଦୀର ପଶ୍ଚିମ ପାରିସ୍ଥିତ ସମସ୍ତ ଦେଶଗୁଡ଼ିକ ଉପରେ ଶାସନ କଲେ। ତାଙ୍କ ରାଜ୍ୟର ଚତୁର୍ଦ୍ଦିଗର ସୀମାରେ ଶାନ୍ତି ଥିଲା। 25 ଶଲୋମନଙ୍କ ରାଜତ୍ୱ କାଳରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷମୂଳରେ ନିରାପଦରେ ଅବସ୍ଥାନ କରୁଥିଲେ।
26 ଶଲୋମନଙ୍କର ରଥଗୁଡ଼ିକ ନିମନ୍ତେ 4,000[a] ଅଶ୍ୱଶାଳା ଓ 12,000 ଅଶ୍ୱାରୋହୀ ଥିଲେ। 27 ପ୍ରତି ମାସ ସେହି ବାର ଜଣ ରାଜ୍ୟପାଳମାନଙ୍କ ମଧ୍ୟରୁ ଜଣେ ଶଲୋମନ ରାଜା ଦ୍ୱାରା ନିଯୁକ୍ତି ହେଲେ। ରାଜାଙ୍କର ସେହିମାନଙ୍କ ପାଇଁ ଯେଉଁମାନେ ଖାଇବା ଟେବୁଲ୍ରେ ଅଂଶ ନେଲେ, ସେମାନଙ୍କ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ। ସେମାନେ କିଛି ଊଣା ନ କରି ନିର୍ଦ୍ଧିଷ୍ଟ ମାସ ପାଇଁ ଖାଦ୍ୟ ଯୋଗାଇଲେ। 28 ସେହି ଶାସକଗଣ ସେମାନଙ୍କର କର୍ତ୍ତବ୍ୟ ଅନୁସାରେ ଦ୍ରୁତଗାମୀ ଅଶ୍ୱଗୁଡ଼ିକୁ ବାର୍ଲି ଓ କୁଟା ଯୋଗାଇଲେ। ଆଉ ମଧ୍ୟ ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ନିଜ ନିରୂପିତ କର୍ମାନୁସାରେ ଅଶ୍ୱ ଦ୍ରୁତଗାମୀ ବାହନଗୁଡ଼ିକ ପାଇଁ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଆଣିଲେ।
ଶଲୋମନଙ୍କର ଜ୍ଞାନ
29 ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା। 30 ପୂର୍ବ ଦେଶୀୟ ଓ ମିଶରୀୟ ଲୋକମାନଙ୍କ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ଥିଲା। 31 ସେ ପୃଥିବୀର ସମସ୍ତ ଲୋକଙ୍କଠାରୁ ଅଧିକ ଜ୍ଞାନୀ ହେଲେ। ସେ ଇଶ୍ରାୟୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କଲ୍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନୀ ଥିଲେ। ତାଙ୍କର ଯଶ ସମସ୍ତ ଦେଶର ଗ୍ଭରିଆଡ଼େ ବ୍ୟାପିଗଲା। 32 ତାଙ୍କ ଜୀବନ କାଳ ମଧ୍ୟରେ ସେ 3,000 ନୀତିକଥା ଓ 1,005 ଗୀତ ରଚନା କଲେ।
33 ସେ ପ୍ରକୃତି ସମ୍ବନ୍ଧରେ ମଧ୍ୟ ବହୁକଥା ଜାଣିଲେ। ସେ ଲିବାନୋନ୍ର ଏରସ ବୃକ୍ଷ ବିଷୟରେ ଓ ପ୍ରାଚୀରରେ ଜନ୍ମିଥିବା ଏସୋବ ତୃଣ ବିଷୟରେ ଶିକ୍ଷା ଦେଲେ। ସେ ପଶୁ, ପକ୍ଷୀ, ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ବିଷୟରେ ଶିକ୍ଷା ଦେଲେ। 34 ସମଗ୍ର ପୃଥିବୀସ୍ଥ ଲୋକମାନେ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଲେ। ସମସ୍ତ ଦେଶର ରାଜାଗଣ ଯେଉଁମାନେ ରାଜା ଶଲୋମନଙ୍କ ଜ୍ଞାନ ବିଷୟରେ ଶୁଣିଲେ, ସେମାନଙ୍କର ଜ୍ଞାନୀ ଲୋକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନ କଥା ଶୁଣିବାକୁ ଆସିଲେ।
ଶଲୋମନ ଜ୍ଞାନ ମାଗନ୍ତି
1 ଯେହେତୁ ସଦାପ୍ରଭୁ ପରମେଶ୍ୱର ତାଙ୍କ ସହିତ ଥିଲେ, ଦାଉଦଙ୍କର ପୁତ୍ର ଶଲୋମନ ଜଣେ ପ୍ରତିଷ୍ଠିତ ରାଜା ହେବାକୁ ସକ୍ଷମ ହୋଇଥିଲେ। ସଦାପ୍ରଭୁ ତାଙ୍କୁ ଅତ୍ୟନ୍ତ ମହାନ କଲେ।
2 ଇସ୍ରାଏଲର ଲୋକମାନଙ୍କ ସହ ଶଲୋମନ କଥା ହେଲେ। ସେ 1,000 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ 100 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ ବିଗ୍ଭରକର୍ତ୍ତା ଏବଂ ସମସ୍ତ ଇସ୍ରାଏଲର ନେତାମାନଙ୍କ ସହ ପୁଣି ପରିବାରଗୁଡ଼ିକର ମୁଖ୍ୟଙ୍କ ସହ କଥା ହେଲେ। 3 ଏହା ପରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ସମାଜ ଗିବିୟୋନର ପର୍ବତ ଶିଖସ୍ଥ ପୂଜାସ୍ଥଳକୁ ଗଲେ। ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା। ଯେତେବେଳେ ସେମାନେ ମରୁ ପ୍ରାନ୍ତରରେ ଥିଲେ ସଦାପ୍ରଭୁଙ୍କ ଦାସ ମୋଶା ସେହି ତମ୍ବୁ ନିର୍ମାଣ କରିଥିଲେ। 4 ସଦାପ୍ରଭୁଙ୍କ ନିୟମ-ସିନ୍ଦୁକକୁ ଦାଉଦ ଯିରୁଶାଲମକୁ କିରିୟତ ଯିୟାରୀମଠାରୁ ଆଣିଥିଲେ। ଯିରୁଶାଲମରେ ଏହାକୁ ସ୍ଥାପନ କରିବା ନିମନ୍ତେ ଦାଉଦ ଏକ ସ୍ଥାନ ନିରୂପଣ କରିଥିଲେ। ଦାଉଦ ଯିରୁଶାଲମରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ପାଇଁ ଏକ ତମ୍ବୁ ନିର୍ମାଣ କରିଥିଲେ। 5 ହୁରଙ୍କ ପୁତ୍ର ଊରି, ଊରିଙ୍କ ପୁତ୍ର ବତ୍ସଲେଲ ଏକ ପିତ୍ତଳର ଯଜ୍ଞବେଦି ନିର୍ମାଣ କରିଥିଲେ। ଏହି ପିତ୍ତଳର ଯଜ୍ଞବେଦି ଗିବିୟୋନଠାରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖରେ ଥିଲା। ତେଣୁ ଶଲୋମନ ଏବଂ ଲୋକମାନେ ଗିବିୟୋନକୁ ସଦାପ୍ରଭୁଙ୍କ ପରାମର୍ଶ କରିବାକୁ ଗଲେ। 6 ସମାଗମ-ତମ୍ବୁର ସମ୍ମୁଖରେ ସଦାପ୍ରଭୁଙ୍କ ଆଗରେ ପିତ୍ତଳ ବେଦି ଆଡ଼କୁ ଶଲୋମନ ଗଲେ। ବେଦି ଉପରେ ଶଲୋମନ 1,000 ଗୋଟି ସମ୍ପୂର୍ଣ୍ଣ ହୋମବଳି ଅର୍ପଣ କଲେ।
7 ସେହି ରାତ୍ରିରେ ପରମେଶ୍ୱର ଶଲୋମନଙ୍କ ନିକଟକୁ ଆସିଲେ। ପରମେଶ୍ୱର କହିଲେ, “ଶଲୋମନ, ଆମ୍ଭେ ତୁମ୍ଭକୁ କ’ଣ ଦେବା ବୋଲି ତୁମ୍ଭେ ଗ୍ଭହଁ, ତାହା ଆମ୍ଭକୁ ମାଗ।”
8 ଶଲୋମନ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋର ବାପା ଦାଉଦଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲ। ମୋର ବାପାଙ୍କ ସ୍ଥାନରେ ନୂତନ ରାଜା ହେବା ନିମନ୍ତେ ତୁମ୍ଭେ ମୋତେ ମନୋନୀତ କଲ। 9 ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱର, ମୋର ବାପା ଦାଉଦଙ୍କୁ ଦେଇଥିବା ପ୍ରତିଜ୍ଞା ରକ୍ଷା କର। ଏକ ଅତି ବଡ଼ ଜାତିର ରାଜା ହେବା ନିମନ୍ତେ ତୁମ୍ଭେ ମୋତେ ମନୋନୀତ କରିଅଛ। ସେଠାରେ ଅନେକ ଲୋକ ଅଛନ୍ତି ସେମାନେ ପୃଥିବୀର ଧୂଳି ସଦୃଶ। 10 ମୋତେ ଜ୍ଞାନ ଓ ବୁଦ୍ଧି ଦିଅ, ଯେପରି ଏହି ଲୋକମାନଙ୍କୁ ମୁଁ ଉଚିତ୍ ମାର୍ଗରେ କଢ଼ାଇ ନେଇ ପାରିବି। ତୁମ୍ଭର ସାହାଯ୍ୟ ବିନା ଏହି ଲୋକମାନଙ୍କୁ କେହି ଶାସନ କରି ପାରିବ ନାହିଁ।”
11 ପରମେଶ୍ୱର ଶଲୋମନଙ୍କୁ କହିଲେ, “ଆମ୍ଭେ ଏହା କରିବା କାରଣ ଏହା ତୁମ୍ଭର ଇଚ୍ଛା ଥିଲା। ତୁମ୍ଭେ ଧନ, ସମ୍ପତ୍ତି ବା ସମ୍ମାନ ମାଗିଲ ନାହିଁ। ତୁମ୍ଭ ଶତ୍ରୁମାନଙ୍କର ବିନାଶ ତୁମ୍ଭେ ଗ୍ଭହିଁଲ ନାହିଁ। ପୁଣି ତୁମ୍ଭର ଦୀର୍ଘାୟୁ ମଧ୍ୟ ତୁମ୍ଭେ ମାଗିଲ ନାହିଁ। ତୁମ୍ଭେ କେବଳ ଜ୍ଞାନ ଓ ବୁଦ୍ଧି ମାଗିଲ, ଯେପରି ତୁମ୍ଭେ ମୋର ଲୋକମାନଙ୍କୁ ବୁଦ୍ଧିମାନରେ ନିଷ୍ପତ୍ତି ଦେଇପାର, ଯେଉଁ ଲୋକମାନଙ୍କୁ ଶାସନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ। 12 ଏଣୁ ଆମ୍ଭେ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧିରେ ପୂର୍ଣ୍ଣ କରିବା। ଆଉ ମଧ୍ୟ ଆମ୍ଭେ ତୁମ୍ଭକୁ ଧନ, ସମ୍ପତ୍ତି ଓ ସମ୍ମାନ ପ୍ରଦାନ କରିବା। ତୁମ୍ଭ ପୂର୍ବରୁ କୌଣସି ରାଜାର ଏପରି ଧନ ବା ସମ୍ମାନ ନ ଥିଲା। ଏବଂ ଭବିଷ୍ୟତରେ ମଧ୍ୟ କୌଣସି ରାଜାର ଏପରି ଧନସମ୍ମାନ ରହିବ ନାହିଁ।”
13 ତା'ପରେ ଶଲୋମନ ସମାଗମ-ତମ୍ବୁକୁ ତ୍ୟାଗ କଲେ, ଯେଉଁଟାକି ଗିବିୟୋନରେ ଏକ ଉପାସନା ସ୍ଥଳରେ ଥିଲା ଏବଂ ଇସ୍ରାଏଲର ରାଜା ଯିରୁଶାଲମକୁ ଫେରିଗଲେ ଓ ଶାସନ କଲେ।
ଶଲୋମନ ତାଙ୍କର ସୈନ୍ୟଦଳ ଓ ସମ୍ପତ୍ତି ଗଠନ କରନ୍ତି
14 ତାଙ୍କର ସୈନ୍ୟଦଳ ନିମନ୍ତେ ଶଲୋମନ ଘୋଡ଼ାସବୁ ଓ ରଥସବୁ ସଂଗ୍ରହ କରିବାକୁ ଆରମ୍ଭ କଲେ। ଶଲୋମନ 1,400 ଟି ରଥ ଓ 12,000 ଅଶ୍ୱ ସଂଗ୍ରହ କଲେ। ଶଲୋମନ ସେମାନଙ୍କୁ ରଥର ସହରରେ ରଖିଲେ। ଆଉ କେତେକଙ୍କୁ ଶଲୋମନ ଯିରୁଶାଲମରେ ରାଜାଙ୍କ ନିକଟରେ ରଖିଲେ। 15 ଯେତେ ପରିମାଣରେ ପଥର, ଏରସ କାଠ, ସିକ୍ମୋର କାଠ ଯିରୁଶାଲମରେ ଥିଲା, ରାଜା ସେତେ ପରିମାଣର ସୁନା ଓ ରୂପା ଆଣିଲେ। 16 କ୍ୟୁଏ ଏବଂ ମିଶରରୁ ଶଲୋମନ ଘୋଡ଼ାସବୁ କିଣିଲେ। ରାଜାଙ୍କର ବଣିକମାନେ ଘାଡ଼ାସବୁ କିଣିବାକୁ କ୍ୟୁଏକୁ ଗଲେ। 17 ଶଲୋମନଙ୍କ ବେପାରିମାନେ ମିଶରରୁ ଗୋଟିଏ ରଥକୁ 600 ରୂପାମୁଦ୍ରା ଏବଂ ଗୋଟିଏ ଘୋଡ଼ାକୁ 150 ରୂପାମୁଦ୍ରା ଦେଇ କିଣିଲେ। ଏହା ପରେ ବେପାରିମାନେ ଘୋଡ଼ା ଓ ରଥସବୁ ହିତ୍ତୀୟ ଓ ଅରାମ ଲୋକମାନଙ୍କର ସମସ୍ତ ରାଜାମାନଙ୍କୁ ବିକିଲେ।
ଶଲୋମନଙ୍କର ଗୀତ।
72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
2 ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
3 ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
4 ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
5 ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ।[a]
6 ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
7 ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
8 ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
9 ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି[b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12 ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।
20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।
2010 by World Bible Translation Center