Print Page Options
Previous Prev Day Next DayNext

Chronological

Read the Bible in the chronological order in which its stories and events occurred.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 24

ଦାଉଦ ତାଙ୍କର ସୈନ୍ୟମାନଙ୍କୁ ଗଣନା କରିବା ପାଇଁ ନିଷ୍ପତ୍ତି ନେଲେ

24 ସଦାପ୍ରଭୁ ପୁନ୍ନରାୟ ଇସ୍ରାଏଲୀୟମାନଙ୍କ ଉପରେ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରେଇଲେ। ତେଣୁ ଦାଉଦ ଆଦେଶ ଦେଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”

ରାଜା ଦାଉଦ ତାଙ୍କର ସେନାପତି ଯୋୟାବକୁ ଡାକି କହିଲେ, “ତୁମ୍ଭେମାନେ ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ବଂଶ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର। ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”

କିନ୍ତୁ ଯୋୟାବ ରାଜାଙ୍କୁ କହିଲେ, “ଏବେ ଯେତେ ଲୋକ ଅଛନ୍ତି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ 100 ଗୁଣ ବୃଦ୍ଧି କରାନ୍ତୁ ଓ ମୋ’ ପ୍ରଭୁ ମହାରାଜାଙ୍କ ଚକ୍ଷୁ ତାହା ଦେଖୁ। କାହିଁକି ରାଜା ସେହି କାର୍ଯ୍ୟ କରିବାକୁ ଗ୍ଭହାନ୍ତି?”

ରାଜା ଦାଉଦ ଗୁରୁତର ସହକାରେ ଆଦେଶ ଦେଲେ ଯୋୟାବ ଓ ତାଙ୍କର ସେନାଧ୍ୟକ୍ଷଙ୍କୁ, ଲୋକମାନଙ୍କୁ ଗଣିବା ପାଇଁ। ତେଣୁ ଯୋୟାବ ଓ ସେନାଧ୍ୟକ୍ଷମାନେ ରାଜାଙ୍କ ପାଖରୁ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବାକୁ ଗଲେ। ସେମାନେ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ସେମାନେ ଅରୋୟେରରେ ସେନା ଛାଉଣି ପକାଇଲେ। ସେମାନଙ୍କର ଛାଉଣି ସହରର ଦକ୍ଷିଣ ପାର୍ଶ୍ୱରେ ରହିଲା। ସହରଟି ଗାଦ୍ ଉପତ୍ୟକାର ମଧ୍ୟରେ ଅବସ୍ଥିତ ଥିଲା, ଯାହାକି ଯାସେର ପର୍ଯ୍ୟନ୍ତ ବିସ୍ତୃତ ଥିଲା।

ତା'ପରେ ସେମାନେ ପୂର୍ବରେ ଥିବା ଗିଲିୟ‌‌‌‌ଦ୍‌‌‌‌କୁ ଓ ତହତୀମ୍ ହ‌‌‌‌ଦ୍‌‌‌‌ଶି ଦେଶକୁ ଗଲେ। ତା'ପରେ ସେମାନେ ବୁଲି ସୀଦୋନକୁ ଆସିଲେ। ସେମାନେ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କ ଓ କିଣାନୀୟମାନଙ୍କ ସମସ୍ତ ନଗରରେ ପହଞ୍ଚିଲେ। ସେମାନେ ‌ବେ‌ର୍‌ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ। ଏହା ତାଙ୍କୁ 9ମାସ 20ଦିନ ସମୟ ଲାଗିଲା। ଏହା ପରେ ସେମାନେ ଯିରୁଶାଲମକୁ ଫେରି ଆସିଲେ।

ଯୋୟାବ ରାଜାଙ୍କୁ ଗଣନାର ଚିଠା ଦେଲେ। ଇସ୍ରାଏଲରେ ‌‌ଖ‌ଡ଼୍‌ଗଧାରୀ 800,000 ବଳବାନ ଲୋକ ଓ ଯିହୁଦାର 500,000 ଲୋକ ଥିଲେ।

ସଦାପ୍ରଭୁ ଦାଉଦଙ୍କୁ ଦଣ୍ତମାନ ଦେଲେ

10 ଏହା ପରେ ଦାଉଦ ଲୋକମାନଙ୍କୁ ଗଣନା କଲାପରେ ତାଙ୍କର ହୃଦୟ ଦୁଃଖପୂର୍ଣ୍ଣ ହେଲା। ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଛି। ହେ ସଦାପ୍ରଭୁ, ମୁଁ ଆପଣଙ୍କୁ ବିନୟ କରୁଅଛି, ନିଜ ଦାସର ପାପ କ୍ଷମା କର। କାରଣ ମୁଁ ଅତି ମୁର୍ଖର କର୍ମ କରିଅଛି।”

11 ଯେତେବେଳେ ଦାଉଦ ପ୍ରଭାତରେ ଶଯ୍ୟା ତ୍ୟାଗ କଲେ ସେତେବେଳେ ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟ‌ଦ୍‌ବକ୍ତା ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା। 12 ସଦାପ୍ରଭୁ ଗା‌‌‌‌ଦ୍‌‌‌‌କୁ କହିଲେ, “ଦାଉଦ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହିକଥା କହିଛନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖିଅଛୁ ସେଥି ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କରନ୍ତୁ। ତାହା ହିଁ ଆମ୍ଭେ ତୁମ୍ଭକୁ କରିବୁ।’”

13 ଗାଦ୍ ଦାଉଦଙ୍କ ନିକଟକୁ ଯାଇ କହିଲେ, “ଏହି ତିନୋଟି ମଧ୍ୟରୁ ଗୋଟିକୁ ବାଛ।

1, ତୁମ୍ଭ ପାଇଁ, ତୁମ୍ଭ ଦେଶ ପାଇଁ ସାତ ବର୍ଷ ଦୁର୍ଭିକ୍ଷ ହେବ।

2, ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ତିନି ମାସ ପର୍ଯ୍ୟନ୍ତ ଗୋଡ଼ାଇବେ।

3, ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ।

ଏହିସବୁ କଥା ବିଷୟରେ ଭାବ ଏବଂ ଏହି ତିନି କଥାରୁ ଗୋଟିକୁ ବାଛ। ଏବଂ ମୁଁ ସଦାପ୍ରଭୁଙ୍କୁ ତୁମ୍ଭର ପସନ୍ଦ ଜଣାଇ ଦେବି। ଯେହେତୁ ସଦାପ୍ରଭୁ ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି।”

14 ଦାଉଦ ଗା‌‌‌‌ଦ୍‌‌‌‌କୁ କହିଲେ, “ମୁଁ କି ଅସୁବିଧାରେ ପଡ଼ିଗଲି। କିନ୍ତୁ ସଦାପ୍ରଭୁ ହେଉଛନ୍ତି ଦୟାପୂର୍ଣ୍ଣ, ସଦାପ୍ରଭୁ ଦଣ୍ତ ଦିଅନ୍ତୁ, କିନ୍ତୁ ମଣିଷ ହାତରେ ଦଣ୍ତ ନ ଦିଅନ୍ତୁ।”

15 ତେଣୁ ସଦାପ୍ରଭୁ ଇସ୍ରାଏଲକୁ ମହାମାରୀ ପଠାଇଲେ। ଏହି ପ୍ରତ୍ୟୁଷରୁ ଆରମ୍ଭ ହୋଇ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ଗ୍ଭଲୁ ରହିଲା। ତେଣୁ ଦା‌ନ୍‌ଠାରୁ ବେ‌ର୍‌ଶେବା ପର୍ଯ୍ୟନ୍ତ 70,000 ଲୋକ ମୃତ୍ୟୁବରଣ କଲେ। 16 ଦୂତ ଯିରୁଶାଲମକୁ ଧ୍ୱଂସ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କଲେ। କିନ୍ତୁ ସଦାପ୍ରଭୁ ଏକର୍ମ ପାଇଁ ଦୁଃଖ ପ୍ରକାଶ କଲେ। ସଦାପ୍ରଭୁ ଦୂତଙ୍କୁ କହିଲେ, “ଯେଉଁ ଲୋକମାନଙ୍କୁ ମାରିଅଛ ତାହା ଯଥେଷ୍ଟ, ତୁମ୍ଭ ହସ୍ତ ନତ କର।” ଏହି ସମୟରେ ସେହି ଦୂତ ଯିବୂଷୀୟ ଅରୌଣାରେ ଶସ୍ୟ ମର୍ଦ୍ଦନ ସ୍ଥାନ ନିକଟରେ ଥିଲେ।

ଦାଉଦ ଅରୌଣାର ଶସ୍ୟ ମର୍ଦ୍ଦନ ସ୍ଥାନକୁ କିଣିଲେ

17 ପୁଣି ଦାଉଦ ସେହି ସଂହାରକ ଦୂତକୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି। ମାତ୍ର ଏହି ମେଷଗଣ କ’ଣ କଲେ? ବିନୟ କରୁଅଛି ତୁମ୍ଭ ହସ୍ତ ମୋ’ ପ୍ରତିକୂଳରେ ଓ ମୋ’ ପିତୃଗୃହର ପ୍ରତିକୂଳରେ ହେଉ।”

18 ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାହାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟ ମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।” 19 ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗା‌ଦ୍‌ର ବାକ୍ୟନୁସାରେ ଉଠି ଗଲେ। 20 ସେତେବେଳେ ଅରୌଣା ଅନାଇ ଦେଖିଲା ଯେ ରାଜ୍ୟ ଓ ତାଙ୍କର ଦାସମାନେ ତାଙ୍କ ଆଡ଼କୁ ଆସୁ ଅଛନ୍ତି। ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା। 21 ପୁଣି ଅରୌଣା ପଗ୍ଭରିଲା, “ମୋ’ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି କାରଣରେ ଆସିଲେ?” ସଦାପ୍ରଭୁଙ୍କ ପାଇଁ ବେଦି ତିଆରି କରିବାକୁ ମୁଁ ତୁମ୍ଭର ଖଳାର ଭୂମି କିଣିବାକୁ ଆସିଅଛି। ତା'ପରେ ମହାମାରୀ ବନ୍ଦ ହେବ।

ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେମନ୍ତ ମହାମାରୀ ନିବୃତ୍ତ ହେବ। ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବ। କାରଣ ତୁମ୍ଭଠାରୁ ଶସ୍ୟ ମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”

22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜା ଆପଣଙ୍କୁ ଯାହା ଭଲ ଲାଗେ ତାହା ଦେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରନ୍ତୁ। ଦେଖନ୍ତୁ ହୋମବଳି ନିମନ୍ତେ ଏହି ବୃଷକୁ ଓ କାଠ ନିମନ୍ତେ ଏହି ଶସ୍ୟ ମର୍ଦ୍ଦନ ଯନ୍ତ୍ର ସଜ୍ଜ ଅଛି। 23 ହେ ମହାରାଜ, ଅରୌଣା ଏ ସମସ୍ତ ମହାରାଜାଙ୍କୁ ଦେଉଅଛି।” ପୁଣି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”

24 ତହିଁରେ ରାଜା ଅରୌଣାକୁ କହିଲେ, “ନା, ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି ଆଉ ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନା ମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”

ତହୁଁ ଦାଉଦ ପଗ୍ଭଶ୍ ଶେକଲ ରୂପାରେ ସେହି ଶସ୍ୟ ମର୍ଦ୍ଦନ ସ୍ଥାନ ଓ ବୃଷ ସବୁ କିଣିଲେ। 25 ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥ ବଳି ଓ ଶାନ୍ତି ନୈବେଦ୍ୟ ଉତ୍ସର୍ଗ କଲେ।

ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।

ବଂଶାବଳୀର ପ୍ରଥମ ପୁସ୍ତକ 21-22

ଦାଉଦ ଇସ୍ରାଏଲର ଗଣନା କରି ପାପ କଲେ

21 ଶୟତାନ ଇସ୍ରାଏଲର ବିରୁଦ୍ଧରେ ଛିଡ଼ା ହେଲା। ଶୟତାନ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ନିମନ୍ତେ ଦାଉଦଙ୍କୁ ପ୍ରବର୍ତ୍ତାଇଲା। ତେଣୁ ଦାଉଦ ଯୋୟାବ ଓ ଲୋକମାନଙ୍କର ନେତାମାନଙ୍କୁ କହିଲେ, “ଯାଅ, ଓ ଇସ୍ରାଏଲର ସମସ୍ତ ଲୋକଙ୍କୁ ଗଣନା କର। ‌ବେ‌ର୍‌ଶେବା ସହରଠାରୁ ଦାନ ସହର ପର୍ଯ୍ୟନ୍ତ ଦେଶରେ ଥିବା ପ୍ରତ୍ୟେକ ଜଣକୁ ଗଣନା କର। ଏହା ପରେ ଆସି ମୋତେ ସତ୍ୟ କୁହ, ତେବେ ଦେଶର ଲୋକସଂଖ୍ୟା କେତେ, ତାହା ମୁଁ ଜାଣି ପାରିବି।”

କିନ୍ତୁ ଯୋୟାବ ଉତ୍ତର ଦେଲେ, “ସଦାପ୍ରଭୁ ତାଙ୍କର ଦେଶକୁ 100 ଗୁଣ ବର୍ଦ୍ଧିତ କରନ୍ତୁ। ମହୋଦୟ, ସମଗ୍ର ଇସ୍ରାଏଲର ଲୋକ ଆପଣଙ୍କ ଦାସ ଅଟନ୍ତି।” ହେ ମୋର ମହାଶୟ ଓ ରାଜା, ଆପଣ କାହିଁକି ଏହା କରିବାକୁ ଇଚ୍ଛା କରୁଅଛନ୍ତି? ଏହା ଦ୍ୱାରା ଆପଣ ଇସ୍ରାଏଲର ଲୋକମାନଙ୍କୁ ପାପ ଦୋଷରେ ଦୋଷୀ କରାଇବେ।”

କିନ୍ତୁ ଦାଉଦ ନିଜ ଜି‌ଦ୍‌ରେ ଅଟଳ ରହିଲେ। ରାଜା ଯାହା ଆଦେଶ ଦେଲେ, ଯୋୟାବଙ୍କୁ ତାହା କରିବାକୁ ପଡ଼ିଲା। ତେଣୁ ଯୋୟାବ ଗଲେ ଓ ଇସ୍ରାଏଲର ସାରା ଦେଶ ମଧ୍ୟରେ ଲୋକମାନଙ୍କୁ ଗଣିଲେ। ଏହା ପରେ ଯୋୟାବ ଯିରୁଶାଲମକୁ ଫେରି ଆସିଲେ, ଓ ଦାଉଦଙ୍କୁ ଲୋକମାନଙ୍କର ସଂଖ୍ୟା ଜଣାଇଲେ। ଇସ୍ରାଏଲ ମଧ୍ୟରେ ‌‌ଖ‌ଡ଼୍‌ଗ ବ୍ୟବହାର କରୁଥିବା 1,100,000 ଜଣ ଲୋକ ଥିଲେ। ଯିହୁଦାରେ ‌‌ଖ‌ଡ଼୍‌ଗ ବ୍ୟବହାର କରୁଥିବା 470,000 ଜଣ ଲୋକ ଥିଲେ। ଯୋୟାବ ଲେବୀ ଓ ବିନ୍ୟାମୀନ ଗୋଷ୍ଠୀର ଲୋକଙ୍କୁ ଗଣନା କରି ନ ଥିଲେ। କାରଣ ରାଜାଙ୍କର ଆଦେଶ ତାଙ୍କୁ ଅପ୍ରୀତିକର ଲାଗୁଥିଲା। ଦାଉଦ ପରମେଶ୍ୱରଙ୍କ ଦୃଷ୍ଟିରେ ଏକ ମନ୍ଦକର୍ମ କଲେ। ତେଣୁ ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେଲେ।

ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେଲେ

ଏହାପର ଦାଉଦ ପରମେଶ୍ୱରଙ୍କୁ କହିଲେ, “ମୁଁ ଅତି ମୂର୍ଖତାର କାର୍ଯ୍ୟ କରିଅଛି। ଇସ୍ରାଏଲର ଲୋକମାନଙ୍କୁ ଗଣନା କରି ମୁଁ ଏକ ଜଘନ୍ୟ ପାପ କରିଅଛି। ମୁଁ ପ୍ରାର୍ଥନା କରୁଅଛି, ମୁଁ ତୁମ୍ଭ ଦାସ ମୋର ସେହି ପାପକୁ କ୍ଷମା କର।”

9-10 ଗାଦ୍ ଦାଉଦଙ୍କ ଭବିଷ୍ୟ‌ଦ୍‌ବକ୍ତା ଥିଲେ। ସଦାପ୍ରଭୁ ଗା‌ଦ୍‌କୁ କହିଲେ, “ଯାଅ ଓ ଦାଉଦଙ୍କୁ କୁହ, ‘ଏହା ସଦାପ୍ରଭୁ କହନ୍ତି ଆମ୍ଭେ ତୁମ୍ଭକୁ ତିନି ଗୋଟି ବିଷୟ ଦେଉଅଛୁ। ତୁମ୍ଭକୁ ତନ୍ମଧ୍ୟରୁ ଗୋଟିଏ ମନୋନୀତ କରିବାକୁ ପଡ଼ିବ। ତୁମ୍ଭେ ଯେଉଁଟିକୁ ମନୋନୀତ କରିବ, ସେହି ଅନୁଯାୟୀ ଦଣ୍ଡିତ ହେବ।’”

11-12 ଏହା ପରେ ଗାଦ୍ ଦାଉଦଙ୍କ ନିକଟକୁ ଯାଇ କହିଲେ, “ସଦାପ୍ରଭୁ ଏହିପରି କହନ୍ତି, ‘ଦାଉଦ, ତୁମ୍ଭେ କେଉଁ ଦଣ୍ଡରେ ଦଣ୍ଡିତ ହେବାକୁ ଇଚ୍ଛା କର, ତାହା ମନୋନୀତ କର: ତିନି ବର୍ଷ ଦୁର୍ଭିକ୍ଷ ହେବ କିଅବା ତୁମ୍ଭର ଶତ୍ରୁଗଣ ତିନି ମାସ ପର୍ଯ୍ୟନ୍ତ ତୁମ୍ଭ ପଛେ ପଛେ ‌‌ଖ‌ଡ଼୍‌ଗ ଧରି ଗୋଡ଼ାଇବେ ଅଥବା, ସଦାପ୍ରଭୁଙ୍କଠାରୁ ତିନି ଦିନ ଦଣ୍ଡ ଭୋଗିବେ। ଦେଶସାରା ଭୟଙ୍କର ବ୍ୟାଧି ବ୍ୟାପି ଯିବ ଓ ସଦାପ୍ରଭୁଙ୍କର ଦୂତ ଇସ୍ରାଏଲ ମଧ୍ୟଦେଇ ଯିବେ ଓ ଲୋକମାନଙ୍କୁ ବିନାଶ କରିବେ।’ ବର୍ତ୍ତମାନ ଯିଏ ମୋତେ ପଠାଇଥିଲେ ତାଙ୍କ ପାଇଁ କେଉଁ ଉତ୍ତରଟି ନେଇଯିବି?”

13 ଦାଉଦ ଗା‌ଦ୍‌କୁ କହିଲେ, “ମୁଁ ବଡ଼ ସମସ୍ୟାରେ ପଡ଼ିଅଛି। କୌଣସି ମନୁଷ୍ୟ ଦ୍ୱାରା ମୋର ଦଣ୍ଡ ସ୍ଥିରୀକୃତ ହେଉ ବୋଲି ମୁଁ ଗ୍ଭହେଁ ନାହିଁ। ସଦାପ୍ରଭୁ ଅତ୍ୟନ୍ତ ଦୟାଳୁ ଅଟନ୍ତି। ତେଣୁ ମୋତେ କିପ୍ରକାରେ ଦଣ୍ଡିତ କରାଯିବ, ତାହା ସଦାପ୍ରଭୁ ହିଁ ସ୍ଥିର କରନ୍ତୁ।”

14 ତେଣୁ ସଦାପ୍ରଭୁ ଇସ୍ରାଏଲ ମଧ୍ୟକୁ ଭୟଙ୍କର ବ୍ୟାଧି ପ୍ରେରଣ କଲେ ଏବଂ 70,000 ଲୋକ ମୃତ୍ୟୁବରଣ କଲେ। 15 ଯିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ୱର ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କଲେ। କିନ୍ତୁ ସ୍ୱର୍ଗଦୂତ ଯେତେବେଳେ ଯିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ଯିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ଯ୍ୟ ସାଧନ କରୁଥିବା ସ୍ୱର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, “ବନ୍ଦ କର! ଯଥେଷ୍ଟ ହେଲା!” ସେହି ସମୟରେ ସଦାପ୍ରଭୁଙ୍କ ଦୂତ ଯିବୂଷୀୟ ଅରଣନରରେ ଛିଡ଼ା ହୋଇଥିଲେ।

16 ଦାଉଦ ଊର୍ଦ୍ଧ୍ୱଆଡ଼େ ଗ୍ଭହିଁ ସଦାପ୍ରଭୁଙ୍କର ଦୂତଙ୍କୁ ଆକାଶରେ ଦେଖିଲେ। ସ୍ୱର୍ଗଦୂତ ଯିରୁଶାଲମ ନଗରୀ ଉପରେ ତାଙ୍କର ‌‌ଖ‌ଡ଼୍‌ଗ ବିସ୍ତାର କରି ରଖିଥିଲେ। ଏହା ପରେ ଦାଉଦ ଓ ପ୍ରାଚୀନବର୍ଗମାନେ ମୁହଁ ମାଡ଼ି ଭୂମିରେ ପଡ଼ିଲେ। ଦାଉଦ ଓ ପ୍ରାଚୀନବର୍ଗମାନେ ନିଜର ଦୁଃଖପ୍ରକାଶ କରିବା ନିମନ୍ତେ ବିଶେଷ ବସ୍ତ୍ରମାନ ପିନ୍ଧିଥିଲେ। 17 ଦାଉଦ ପରମେଶ୍ୱରଙ୍କୁ କହିଲେ, “ମୁଁ ହିଁ ପାପ କରିଥିବା ବ୍ୟକ୍ତି! ଲୋକମାନଙ୍କୁ ଗଣିବା ନିମନ୍ତେ ମୁଁ ଆଦେଶ ଦେଇଥିଲି। ମୁଁ ମନ୍ଦକାର୍ଯ୍ୟ କଲି। ଇସ୍ରାଏଲର ଲୋକମାନେ କୌଣସି ମନ୍ଦ କରି ନାହାନ୍ତି। ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋତେ ଓ ମୋର ପରିବାରକୁ ଦଣ୍ଡିତ କର। କିନ୍ତୁ ତୁମ୍ଭର ଲୋକମାନଙ୍କୁ ବଧ କରୁଥିବା ଏହି ଭୟଙ୍କର ବ୍ୟାଧିକୁ ଦୂର କର।”

18 ଏହା ପରେ ସଦାପ୍ରଭୁଙ୍କର ଦୂତ ଗା‌ଦ୍‌କୁ କଥା କହିଲେ। ସେ କହିଲେ, “ସଦାପ୍ରଭୁଙ୍କ ଉପାସନା କରିବା ନିମନ୍ତେ ଦାଉଦଙ୍କୁ ଏକ ଯଜ୍ଞବେଦି ନିର୍ମାଣ କରିବାକୁ କୁହ। ଦାଉଦକୁ ଯିବୂଷୀୟ ଅରଣନର ଶସ୍ୟଦଳିବା ସ୍ଥାନ ନିକଟରେ ଏକ ଯଜ୍ଞବେଦି ନିର୍ମାଣ କରିବାକୁ ପଡ଼ିବ।” 19 ଗାଦ୍ ଏହିସବୁ ବିଷୟ ଦାଉଦଙ୍କୁ କହିଲେ ଓ ଦାଉଦ ଅରଣନର ଶସ୍ୟଦଳିବା ସ୍ଥାନକୁ ଗଲେ।

20 ଅରଣନ୍ ଗହମ ଦଳୁଥିଲେ। ଅରଣନ୍ ବୁଲି ପଡ଼ିଲେ ଓ ସ୍ୱର୍ଗଦୂତଙ୍କୁ ଦେଖିଲେ। ଅରଣ‌ନଙ୍କ ଗ୍ଭରି ପୁତ୍ର ଲୁଚିବା ନିମନ୍ତେ ଦୌଡ଼ିଗଲେ। 21 ଦାଉଦ ଅରଣ‌ନଙ୍କ ନିକଟକୁ ଗଲେ। ଅରଣନ୍ ତାଙ୍କୁ ଦେଖି ଶସ୍ୟଦଳିବା ସ୍ଥାନରୁ ଉଠି ଆସି ଦାଉଦଙ୍କ ନିକଟକୁ ଗଲେ ଓ ଭୂମି ଆଡ଼କୁ ମୁହଁ କରି ମଥାନତ କଲେ।

22 ଦାଉଦ ଅରଣ‌ନଙ୍କୁ କହିଲେ, “ତୁମ୍ଭର ଶସ୍ୟଦଳିବା ସ୍ଥାନକୁ ମୋତେ ବିକ୍ରୀ କର। ମୁଁ ତୁମ୍ଭକୁ ତାହାର ସମ୍ପୂର୍ଣ୍ଣ ମୂଲ୍ୟ ଦେବି। ତେବେ ମୁଁ ସଦାପ୍ରଭୁଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରିବି। ଆଉ ତା'ପରେ ଏହି ମହାମାରୀ ଦୂର ହେବ।”

23 ଅରଣନ୍ ଦାଉଦଙ୍କୁ କହିଲେ, “ଏହି ଶସ୍ୟଦଳିବା ସ୍ଥାନ ଆପଣ ନିଅନ୍ତୁ। ଆପଣ ମୋର ସ୍ୱାମୀ ଓ ରାଜା ଅଟନ୍ତି। ଆପଣ ଯାହା ଗ୍ଭହାନ୍ତି, ତାହା କରନ୍ତୁ। ଦେଖନ୍ତୁ, ହୋମବଳି ନୈବେଦ୍ୟ ନିମନ୍ତେ ମୁଁ ବଳଦ ଦେବି। ନିଆଁ ଜାଳିବା ପାଇଁ ମୁଁ କାଠ ଦେବି। ଶସ୍ୟ ନୈବେଦ୍ୟ ଉତ୍ସର୍ଗାର୍ଥେ ମୁଁ ଆପଣଙ୍କୁ ଗହମ ଦେବି।”

24 କିନ୍ତୁ ରାଜା ଦାଉଦ ଅରଣ‌ନଙ୍କୁ ଉତ୍ତର ଦେଲେ, “ନା, ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ମୂଲ୍ୟ ଦେବି। ମୁଁ ତୁମ୍ଭଠାରୁ କିଛି ନେଇ ସଦାପ୍ରଭୁଙ୍କୁ ଦେବି ନାହିଁ। ମୁଁ ବିନା ମୂଲ୍ୟରେ ନୈବେଦ୍ୟ ଉତ୍ସର୍ଗ କରିବି ନାହିଁ।”

25 ତେଣୁ ଦାଉଦ ଅରଣ‌ନଙ୍କୁ ସେହି ସ୍ଥାନ ନିମନ୍ତେ ଦାଉଦଙ୍କୁ ପ୍ରାୟ 600 ଶେକଲ ସୁନା ଦେଲେ। 26 ସଦାପ୍ରଭୁଙ୍କର ଉପାସନା କରିବା ନିମନ୍ତେ ଦାଉଦ ଏକ ଯଜ୍ଞବେଦି ନିର୍ମାଣ କଲେ। ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ସଦାପ୍ରଭୁ ସ୍ୱର୍ଗରୁ ଅଗ୍ନି ପଠାଇ ଦାଉଦଙ୍କୁ ପ୍ରାର୍ଥନାର ଉତ୍ତର ଦେଲେ। ହୋମବଳି, ନୈବେଦ୍ୟ ଉପରେ ସେହି ଅଗ୍ନି ଅବତରଣ କଲା। 27 ଏହା ପରେ ସଦାପ୍ରଭୁ ସ୍ୱର୍ଗଦୂତଙ୍କୁ ତାଙ୍କର ‌‌ଖ‌ଡ଼୍‌ଗ ଖାପରେ ରଖିବାକୁ ଆଦେଶ ଦେଲେ।

28 ଦାଉଦ ଦେଖିଲେ ଯେ, ସଦାପ୍ରଭୁ ତାହାଙ୍କୁ ଅରଣ‌ନଙ୍କ ଶସ୍ୟଦଳିବା ସ୍ଥାନରେ ଉତ୍ତର ଦେଲେ, ତେଣୁ ଦାଉଦ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ କଲେ। 29 ଗିବିୟୋନ ସହରର ଉଚ୍ଚସ୍ଥାନରେ ପବିତ୍ର ତମ୍ବୁ ଓ ହୋମବଳି ନୈବେଦ୍ୟର ବେଦି ଥିଲା। ଇସ୍ରାଏଲର ଲୋକମାନେ ମରୁଭୂମିରେ ଥିବା ସମୟରେ ମୋଶା ପବିତ୍ର ତମ୍ବୁ ନିର୍ମାଣ କରିଥିଲେ। 30 ଦାଉଦ ପରମେଶ୍ୱରଙ୍କ ସହିତ କଥାବାର୍ତ୍ତା ନିମନ୍ତେ ପବିତ୍ର ତମ୍ବୁ ମଧ୍ୟକୁ ଯାଇପାରୁ ନ ଥିଲେ, କାରଣ ସେ ଭୟ କରୁଥିଲେ। ପରମେଶ୍ୱରଙ୍କ ଦୂତ ଓ ତାଙ୍କର ‌‌ଖ‌ଡ଼୍‌ଗକୁ ଦାଉଦ ଅତ୍ୟନ୍ତ ଭୟ କରୁଥିଲେ।

22 ଦାଉଦ କହିଲେ, “ସଦାପ୍ରଭୁ ପରମେଶ୍ୱରଙ୍କ ମନ୍ଦିର ଓ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ହୋମବଳି ଉତ୍ସର୍ଗ କରିବାର ବେଦି ଏହି ସ୍ଥାନରେ ହିଁ ନିର୍ମିତ ହେବ।”

ଦାଉଦ ମନ୍ଦିର ନିମନ୍ତେ ଯୋଜନା ପ୍ରସ୍ତୁତ କଲେ

ଇସ୍ରାଏଲ ମଧ୍ୟରେ ବାସ କରୁଥିବା ସମସ୍ତ ବିଦେଶୀୟମାନଙ୍କୁ ଏକତ୍ର ଠୁଳ ହେବା ନିମନ୍ତେ ଦାଉଦ ଆଦେଶ ଦେଲେ। ସେହି ବିଦେଶୀମାନଙ୍କ ମଧ୍ୟରୁ ଦାଉଦ ପଥରକଟାଳୀମାନଙ୍କୁ ମନୋନୀତ କଲେ। ପରମେଶ୍ୱରଙ୍କ ମନ୍ଦିର ନିର୍ମାଣରେ ବ୍ୟବହୃତ ହେବା ନିମନ୍ତେ ଉଦ୍ଧିଷ୍ଟ ପଥରକୁ କାଟି ପ୍ରସ୍ତୁତ କରି ରଖିବା ସେମାନଙ୍କର କାର୍ଯ୍ୟ ଥିଲା। ପ୍ରବେଶ ଦ୍ୱାରର କବାଟ ନିମନ୍ତେ କଣ୍ଟା ଓ କବଜା ନିର୍ମାଣ କରିବା ନିମନ୍ତେ ଦାଉଦ ଲୁହା ସଂଗ୍ରହ କଲେ ଏବଂ ସେ ଏତେ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ ଯେ, ତାହାକୁ ମପାଯାଇ ପାରିଲା ନାହିଁ। ଦାଉଦ ଏତେ ସଂଖ୍ୟକ ଦେବଦାରୁ କାଠଗଣ୍ଡିମାନ ସଂଗ୍ରହ କଲେ ଯେ, ତାହା ଗଣାଯାଇ ନ ପାରେ। ସୀଦୋନ ଓ ସୋର ନଗରର ଲୋକମାନେ ଦାଉଦଙ୍କ ନିମନ୍ତେ ଅସଂଖ୍ୟ ଦେବଦାରୁ କାଠ ଆଣିଲେ।

ଦାଉଦ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଏକ ବିଶାଳ ମନ୍ଦିର ନିର୍ମାଣ କରିବା। କିନ୍ତୁ ମୋ’ ପୁଅ ଶଲୋମନ ଅଳ୍ପ ବୟସ୍କ ଅଟେ ଓ ଯେଉଁସବୁ ବିଷୟ ସେ ଜାଣିବା ଆବଶ୍ୟକ, ସେ ଏପର୍ଯ୍ୟନ୍ତ ତାହା ଶିକ୍ଷା କରି ନାହିଁ। ସଦାପ୍ରଭୁଙ୍କ ମନ୍ଦିର ଅତି ବିରାଟ ହେବା ଆବଶ୍ୟକ। ତାହାର ବିଶାଳତା ଓ ସୌନ୍ଦର୍ଯ୍ୟ ସକାଶେ ତାହା ସମସ୍ତ ଦେଶରେ ବିଖ୍ୟାତ ହେବା ଆବଶ୍ୟକ, ସେଥିନିମନ୍ତେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ ପାଇଁ ମୁଁ ଯୋଜନା ପ୍ରସ୍ତୁତ କରିବି।” ତେଣୁ ଦାଉଦ ତାଙ୍କର ମୃତ୍ୟୁ ପୂର୍ବରୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଅନେକ ଯୋଜନା ପ୍ରସ୍ତୁତ କଲେ।

ଏହା ପରେ ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଡକାଇ ପଠାଇଲେ। ଦାଉଦ ଶଲୋମନଙ୍କୁ କହିଲେ, “ମୋର ପୁତ୍ର, ମୁଁ ମୋର ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଇଚ୍ଛା କରିଥିଲି। କିନ୍ତୁ ସଦାପ୍ରଭୁ ମୋତେ କହିଲେ, ‘ଦାଉଦ, ତୁମ୍ଭେ ଅନେକ ଯୁଦ୍ଧ କରିଅଛ ଓ ଅନେକ ଲୋକଙ୍କୁ ହତ୍ୟା କରିଅଛ। ତେଣୁ ତୁମ୍ଭେ ଆମ୍ଭ ନାମରେ ମନ୍ଦିର ନିର୍ମାଣ କରି ପାରିବ ନାହିଁ। କିନ୍ତୁ ତୁମ୍ଭର ଏକ ପୁତ୍ର ଅଛି, ଯେ କି ଶାନ୍ତିପ୍ରିୟ ଅଟେ। ଆମ୍ଭେ ତୁମ୍ଭର ପୁତ୍ରକୁ ଶାନ୍ତିରେ ଏକ ସମୟ ପ୍ରଦାନ କରିବା। ତା'ପରେ ଚତୁର୍ଦ୍ଦିଗରେ ଥିବା ଶତ୍ରୁମାନେ ତାହାକୁ ବ୍ୟତିବ୍ୟସ୍ତ କରିବେ ନାହିଁ। ତାହାର ନାମ ଶଲୋମନ, ଶଲୋମନ ରାଜା ହେବା ସମୟରେ ଆମ୍ଭେ ଇସ୍ରାଏଲକୁ ଶାନ୍ତି ଓ ସ୍ଥିରତା ପ୍ରଦାନ କରିବା। 10 ଶଲୋମନ ଆମ୍ଭ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଶଲୋମନ ମୋର ପୁତ୍ର ହେବ ଏବଂ ଆମ୍ଭେ ତାହାର ପିତା ହେବା। ଏବଂ ଆମ୍ଭେ ଶଲୋମନର ରାଜ୍ୟକୁ ଦୃଢ଼ କରିବା। ତାହାର ବଂଶରୁ କୌଣସି ଜଣେ ଇସ୍ରାଏଲ ଉପରେ ସଦାସର୍ବଦା ରାଜତ୍ୱ କରିବ।’”

11 ଦାଉଦ ଆହୁରି ମଧ୍ୟ କହିଲେ, “ବର୍ତ୍ତମାନ ପୁତ୍ର, ସଦାପ୍ରଭୁ ତୁମ୍ଭ ସହିତରେ ରୁହନ୍ତୁ। ତୁମ୍ଭେ ସଫଳ ହୁଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେପରି କହିଅଛନ୍ତି, ସେପରି ତୁମ୍ଭେ ତାହାଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ। 12 ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା କରିବେ। ତୁମ୍ଭେ ଯେପରି ଲୋକମାନଙ୍କୁ ପରିଗ୍ଭଳିତ କରି ପାରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମର ବାଧ୍ୟ ହୋଇ ପାରିବ, ଏଥିନିମନ୍ତେ ସଦାପ୍ରଭୁ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧି ପ୍ରଦାନ କରନ୍ତୁ। 13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁସବୁ ବ୍ୟବସ୍ଥା ପ୍ରଦାନ କରିଛନ୍ତି, ଯଦି ତୁମ୍ଭେ ତାହାର ବାଧ୍ୟ ହେବା ନିମନ୍ତେ ଯତ୍ନ କରିବ, ତେବେ ତୁମ୍ଭେ ସଫଳତା ଲାଭ କରିବ। ବଳବାନ ଓ ସାହସୀ ହୁଅ, ଭୟ କର ନାହିଁ।

14 “ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଅଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ୱର୍ଣ୍ଣ ଦେଇଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦେଇଅଛି। ମୁଁ ଏତେ ପରିମାଣରେ ପିତ୍ତଳ ଓ ଲୁହା ଦେଇଅଛି ଯେ, ତାହା ତୌଲ କରାଯାଇ ନ ପାରେ। ମୁଁ କାଠ ଓ ପ୍ରସ୍ତର ମଧ୍ୟ ଦେଇଅଛି। ଶଲୋମନ, ତୁମ୍ଭେ ସେଥିରେ ଆହୁରି ଯୋଗ କରିପାର। 15 ତୁମ୍ଭର ଅନେକ ପଥରକଟାଳୀ ଓ ବଢ଼େଇ ଅଛନ୍ତି। ପ୍ରତ୍ୟେକ ପ୍ରକାର କାର୍ଯ୍ୟରେ ଦକ୍ଷ କାରିଗର ତୁମ୍ଭର ଅଛନ୍ତି। 16 ସେମାନେ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ ଓ ଲୁହା କାର୍ଯ୍ୟରେ ଦକ୍ଷ ଅଟନ୍ତି। ତୁମ୍ଭର ଅଗଣ୍ୟ ଦକ୍ଷ କାରିଗରମାନେ ଅଛନ୍ତି। ବର୍ତ୍ତମାନ ହିଁ କାର୍ଯ୍ୟ ଆରମ୍ଭ କର। ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ।”

17 ଏହା ପରେ ଦାଉଦ, ତାଙ୍କର ପୁତ୍ର ଶଲୋମନଙ୍କୁ ସାହାଯ୍ୟ କରିବା ପାଇଁ ଇସ୍ରାଏଲର ସମସ୍ତ ନେତାଙ୍କୁ ଆଦେଶ ଦେଲେ। 18 ଦାଉଦ ଏହି ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ସହିତରେ ଅଛନ୍ତି। ସେ ତୁମ୍ଭକୁ ଶାନ୍ତିର ଏକ ସମୟ ପ୍ରଦାନ କରିଅଛନ୍ତି। ଆମ୍ଭମାନଙ୍କର ଚତୁର୍ଦ୍ଦିଗରେ ବାସ କରୁଥିବା ଲୋକମାନଙ୍କୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁ ଓ ତାଙ୍କର ଲୋକମାନଙ୍କର ଅଧୀନସ୍ଥ ହୋଇଅଛି। 19 ବର୍ତ୍ତମାନ, ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଆତ୍ମାକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରେ ଅର୍ପଣ କର ଓ ସେ ଯାହା କହନ୍ତି, ତାହା କର। ସଦାପ୍ରଭୁ ପରମେଶ୍ୱରଙ୍କର ପବିତ୍ର ବାସସ୍ଥାନ ନିର୍ମାଣ କର। ସଦାପ୍ରଭୁଙ୍କ ନାମ ନିମନ୍ତେ ମନ୍ଦିର ନିର୍ମାଣ କର। ଏହା ପରେ, ନିୟମସିନ୍ଦୁକ ଓ ଅନ୍ୟାନ୍ୟ ପବିତ୍ର ବସ୍ତୁସବୁକୁ ମନ୍ଦିର ମଧ୍ୟକୁ ଆଣ।”

ଗୀତସଂହିତା 30

ଦାଉଦଙ୍କର ଏକ ଗୀତ, ଏହି ଗୀତଟି ଈଶ୍ୱରଙ୍କ ମନ୍ଦିର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ।

30 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ।
    ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ।
    ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।
ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି
    ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁ ଗୁମ୍ଫାରୁ ମୋର ପ୍ରାଣ ବଞ୍ଚାଇ ରଖିଛ।
    ମୋତେ ସେହି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦେଇ ନାହଁ।

ହେ ପରମେଶ୍ୱରଙ୍କ ଅନୁଗାମୀମାନେ, ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର।
    ତାଙ୍କର ସେହି ପବିତ୍ର ନାମର ପ୍ରଶଂସା କର।
ପରମେଶ୍ୱର କ୍ରୋଧିତ ହୁଅନ୍ତି।
ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”।
    କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି।
ସାରା ରାତି ମୁଁ କାନ୍ଦୁଥିଲି।
    ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।

ମୁଁ ସେତେବେଳେ ନିରାପଦରେ ନିଶ୍ଚିତ ଥିଲି,
    ମୁଁ ଭାବୁଥିଲି ମୋର କିଛି କ୍ଷତି ହେବ ନାହିଁ।
ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ,
    ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ।
କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ,
    ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।
ତେଣୁ ହେ ପରମେଶ୍ୱର,
    ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି।
ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ?
    ମୁଁ କବର ଭିତରକୁ ଗଲେ କ’ଣ ଲାଭ?
ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି।
    ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
    ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।
10 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ ଓ ମୋ’ ପ୍ରତି କରୁଣା ପ୍ରଦର୍ଶନ କର।
    ହେ ସଦାପ୍ରଭୁ, ମୋର ସହାୟ ହୁଅ।”

11 ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ତୁମ୍ଭେ ମୋତେ ସାହାଯ୍ୟ କଲ।
    ତୁମ୍ଭେ ମୋର କ୍ରନ୍ଦନକୁ ନୃତ୍ୟରେ ପରିଣତ କଲ।
    ତୁମ୍ଭେ ମୋର ଦୁଃଖର ପୋଷାକ ସବୁକୁ କାଢ଼ି ନେଲ ଓ ମୋତେ ସୁଖରେ ଆଚ୍ଛାଦିତ କରିଲ।
12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କେବେ ନୀରବରେ ବସି ରହିବି ନାହିଁ।
    ତେଣୁ ସବୁବେଳେ କେହି ନା କେହି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center