Chronological
ଗୋଗ ବିପକ୍ଷରେ ବାର୍ତ୍ତା
38 ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ସେ କହିଲେ 2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଗେଶର, ମେଶକର ଓ ତୁବଲର ମୁଖ୍ୟ ଅଧିପତି ମାଗୋଗ ଦେଶୀୟ ଗୋଗ ଆଡ଼େ ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କୁହ, 3 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ହେ ଗେଶର, ମେଶକର ଓ ତୁବଲର ମୁଖ୍ୟ ଅଧିପତି ରାଜା ଗୋଗ, ଦେଖ, ମୁଁ ତୁମ୍ଭର ପ୍ରତିକୂଳ ଅଟେ। 4 ମୁଁ ତୁମ୍ଭକୁ ବନ୍ଦୀ କରିବି, ତୁମ୍ଭ କଳପାଟିରେ ଅଙ୍କୁଶ ଦେବି। ଆଉ ମୁଁ ତୁମ୍ଭକୁ, ତୁମ୍ଭର ସୈନ୍ୟମାନଙ୍କୁ ଓ ଅଶ୍ୱ ଏବଂ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବି। ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ବେଶରେ ସୁସଜ୍ଜିତ ଥିବେ ଏବଂ ସେମାନେ ସମସ୍ତ ଫଳକ, ଢାଲ ଓ ଖଡ଼୍ଗ ଧାରଣ କରିଥିବେ। 5 ସେମାନଙ୍କ ସହିତ ପାରସ୍ୟ, କୂଶ ଓ ପୂଟ ଦେଶର ସୈନ୍ୟମାନେ ଥିବେ ଓ ସେମାନେ ଢାଲ ଓ ଟୋପର ଧାରଣ କରିଥିବେ। 6 ଗୋମରା ଓ ତା'ର ସମସ୍ତ ସୈନ୍ୟବାହିନୀ ଉତ୍ତର ଦିଗର ପ୍ରାନ୍ତ ସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଦଳ, ଏହି ଅନେକ ଜାତି ସେମାନଙ୍କର ସହିତ ଥିବେ।
7 “‘ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ନିଜକୁ ଓ ତୁମ୍ଭ ସହିତ ଯୋଗ ଦେଇଥିବା ସୈନ୍ୟଦଳକୁ ପ୍ରସ୍ତୁତ କର। ଆଉ ଗୋଗ ତୁମ୍ଭେ ସେମାନଙ୍କର ଦାୟିତ୍ୱ ନିଅ। 8 ଅନେକ ଦିନ ପରେ ତୁମ୍ଭକୁ ଅସ୍ତ୍ର ପାଇଁ ନିବେଦନ କରାଯିବ। ପରବର୍ତ୍ତୀ ବର୍ଷମାନଙ୍କରେ ଯୁଦ୍ଧରୁ ପୂର୍ବାବସ୍ଥାକୁ ଫେରୁଥିବା ଦେଶମାନଙ୍କୁ ଆକ୍ରମଣ କରିବ, ଯାହାର ବହୁ ଦେଶରୁ ଲୋକମାନେ ପର୍ବତ ଉପରେ ଏକତ୍ରିତ ହୋଇଛନ୍ତି। ଯେଉଁମାନେ ଅତୀତରେ ବାରମ୍ବାର ବିଧ୍ୱସ୍ତ ହୋଇଥିଲେ କିନ୍ତୁ ଦେଶଗୁଡ଼ିକରୁ ସେମାନଙ୍କୁ ଅଣାଯାଇଛି ଏବଂ ସେମାନେ ସମସ୍ତେ ସେଠାରେ ନିରାପଦରେ ବାସ କରୁଛନ୍ତି। 9 ତୁମ୍ଭେ ତୁମ୍ଭର ସୈନ୍ୟଦଳ ଓ ତୁମ୍ଭ ସହିତ ବହୁତ ଦେଶ ଝଡ଼ି ସଦୃଶ ଉଠିବ। ତୁମ୍ଭେ ଓ ତୁମ୍ଭର ସୈନ୍ୟଦଳ ଦେଶକୁ ମେଘତୁଲ୍ୟ ଆଚ୍ଛନ୍ନ କରି ଆସିବ।’”
10 ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ସେ ସମୟରେ ନାନା ଭାବନା ତୁମ୍ଭ ମନରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ। 11 ତୁମ୍ଭେ କହିବ, ‘ମୁଁ ପ୍ରାଚୀର ବିହୀନ ସହର ବିଶିଷ୍ଟ ଦେଶକୁ ଯିବି; ସେମାନେ ଶାନ୍ତିରେ ଅଛନ୍ତି, ସେମାନେ ଭାବନ୍ତି ସେମାନେ ନିରାପଦରେ ଅଛନ୍ତି, ସେମାନଙ୍କର ନଗରର ସୁରକ୍ଷା ପାଇଁ ଚତୁର୍ଦ୍ଦିଗରେ ପ୍ରାଚୀର ନାହିଁ କିମ୍ବା ସେମାନଙ୍କର ଅର୍ଗଳ କି କବାଟ ନାହିଁ। ତେଣୁ ଆମ୍ଭେ ସେମାନଙ୍କ ଦେଶ ବିପକ୍ଷରେ ଖଡ଼୍ଗ ଆଣିବା। 12 ଲୁଣ୍ଠନ ଓ ଦ୍ରବ୍ୟ ଅପହରଣ ଉଦ୍ଦେଶ୍ୟରେ ମୁଁ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବି। ଯେଉଁ ସମସ୍ତ ଧ୍ୱଂସପ୍ରାପ୍ତ ସ୍ଥାନ ଏବେ ବସତି ବିଶିଷ୍ଟ ହୋଇଅଛି ତାହା ବିରୁଦ୍ଧରେ ଓ ଯେଉଁ ଲୋକମାନେ ନାନା ଦେଶୀୟ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି ସେମାନଙ୍କ ବିରୁଦ୍ଧରେ ଯିବି ଏବଂ ସେମାନେ ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ଦେଶର ମଧ୍ୟଭାଗରେ ବାସ କରୁଅଛନ୍ତି।’
13 “ଶିବା ଦାଦନ ଓ ତର୍ଶୀଶର ବଣିକଗଣ ଆଉ ସେଠାସ୍ଥିତ ଯୁବା ସିଂହାସକଳ ତୁମ୍ଭକୁ ପଗ୍ଭରିବେ, ‘ତୁମ୍ଭେ କ’ଣ ଲୁଟିବାକୁ ଆସିଅଛ? ତୁମ୍ଭେ କ’ଣ ଦ୍ରବ୍ୟ ଅପହରଣ କରିବାକୁ ଆପଣାର ଜନସମାଜକୁ ଏକତ୍ରିତ କରିଅଛ? ରୂପା ସୁନା ବହି ନେବାର, ପଶୁ ଓ ଦ୍ରବ୍ୟାଦି ଲୁଟି ନେଇଯିବାର ଅଭିପ୍ରାୟ କ’ଣ ରଖିଅଛ?’”
14 ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି ଗୋଗକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ଯେତେବେଳେ ମୋର ଲୋକମାନେ ଶାନ୍ତିରେ ଓ ନିରାପଦରେ ବାସ କରୁଛନ୍ତି, ତୁମ୍ଭେ ସେମାନଙ୍କୁ ଆକ୍ରମଣ କରିବାକୁ ଆସିବ। 15 ଏବଂ ତୁମ୍ଭେ ନିଜ ବାସସ୍ଥାନ ସୁଦୂର ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସହିତ ଅନେକ ଜାତିମାନେ ଆସିବେ। ସେମାନେ ସମସ୍ତେ ଅଶ୍ୱାରୋହଣ କରିଥିବା ମହାସମାଜ ଓ ପରାକ୍ରମଶାଳୀ ସୈନ୍ୟସାମନ୍ତ ଥିବେ। 16 ତୁମ୍ଭେ ଇସ୍ରାଏଲ ବିରୁଦ୍ଧରେ ମୋର ଲୋକ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବ ଏବଂ ଦେଶକୁ ମେଘତୁଲ୍ୟ ଆଚ୍ଛାଦନ କରିବ। ସେହି ଭବିଷ୍ୟତ ଦିନଗୁଡ଼ିକରେ, ମୁଁ ତୁମ୍ଭକୁ ମୋ’ ଦେଶ ବିରୁଦ୍ଧରେ ଆଣିବି, ଯାହା ଫଳରେ ଦେଶଗୁଡ଼ିକ ମୋତେ ଜାଣି ପାରିବେ। ଯେତେବେଳେ ମୋର ପବିତ୍ରତା ତୁମ୍ଭ ମାଧ୍ୟମରେ ସେମାନଙ୍କୁ ଉପସ୍ଥିତିରେ ଦେଖାଇବି।’”
17 ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ସେହି ଜଣକ ନୁହଁ କି, ଯାହାକୁ ମୁଁ ମୋ’ ସେବକ ମାଧ୍ୟମରେ ବହୁ ସମୟ ଆଗରୁ କହିଥିଲି, ଇସ୍ରାଏଲର ଯାଜକଗଣ ଯେଉଁମାନେ ଆସିବାକୁ ଥିବା ଏଇ ବର୍ଷ ବିଷୟରେ ଭବିଷ୍ୟଦ୍ବାଣୀ କହିଥିଲେ ଯେ, ମୁଁ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବି।”
18 ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ଯେଉଁ ଦିନ ଗୋଗ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ। ସେ ସମୟରେ ମୁଁ ମୋର କୋପ ପ୍ରଦର୍ଶନ କରିବି। 19 ଆଉ ମୁଁ ମୋର ଅନ୍ତର୍ଜ୍ୱାଳା ଓ କ୍ରୋଧାଗ୍ନିରେ ପ୍ରତିଜ୍ଞା କରେ, ଇସ୍ରାଏଲରେ ଭୟଙ୍କର ଭୂମିକମ୍ପ ହେବ। 20 ସେ ସମୟରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରସ୍ଥ ପଶୁଗଣ ଓ ଭୂମିରେ ଗୁରୁଣ୍ଡୁଥିବା ସରୀସୃପଗଣ ଆଉ ପୃଥିବୀସ୍ଥ ସମସ୍ତ ଲୋକମାନେ ଆମ୍ଭ ସାକ୍ଷାତରେ ଭୟରେ କମ୍ପିତ ହେବେ। ପର୍ବତସବୁ ଉତ୍ପାଟିତ ହେବେ ଓ ଶୃଙ୍ଗଗୁଡ଼ିକ ଭାଙ୍ଗି ପଡ଼ିବ। ଆଉ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ।”
21 ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୁଁ ମୋର ସମସ୍ତ ପର୍ବତରେ ଖଡ଼୍ଗକୁ ଗୋଗ ବିରୁଦ୍ଧରେ ଆଣିବି। ତାହାର ସୈନ୍ୟସାମନ୍ତମାନେ ଏପରି ବିହ୍ୱଳ ହେବେ ସେମାନେ ପରସ୍ପର ବିରୁଦ୍ଧରେ ଖଡ଼୍ଗ ଆଣିବେ। 22 ପୁଣି ମୁଁ ଗୋଗ ବିପକ୍ଷରେ ମହାମାରୀ ଓ ମୃତ୍ୟୁ ଆଣି ଦଣ୍ଡିତ କରିବି। ମୁଁ ତାହା ଉପରେ, ତାହାର ସୈନ୍ୟଦଳ ଉପରେ ଓ ତା'ର ସଙ୍ଗୀ ଅନେକ ଜାତିମାନଙ୍କ ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବୃଷ୍ଟି କରାଇବି। 23 ଏବଂ ଏହି ପ୍ରକାରେ ମୁଁ ନିଜକୁ ବହୁ ଦେଶକୁ ଜ୍ଞାତ କରାଇବି, ମୁଁ ଦେଖାଇ ଦେବି ଯେ, ମୁଁ ମହାନ ଓ ପବିତ୍ର ଅଟେ। ତାହାହେଲେ ସେମାନେ ଜାଣିବେ, ଆମ୍ଭେ ସଦାପ୍ରଭୁ ଅଟୁ।
ଗୋଗ ଓ ତାହାର ସୈନ୍ୟସାମନ୍ତଙ୍କ ମୃତ୍ୟୁ
39 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଗୋଗ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ହେ ରୋଶ, ମେଶକ ଓ ତୁବଲର ମୁଖ୍ୟ ଅଧିପତି ଗୋଗ, ମୁଁ ତୁମ୍ଭ ବିରୁଦ୍ଧରେ ଅଛି। 2 ମୁଁ ତୁମ୍ଭକୁ ବନ୍ଦୀ କରିବି ଓ ତୁମ୍ଭକୁ ଫେରାଇ ଆଣିବି। ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବି। ପୁଣି ଇସ୍ରାଏଲର ପର୍ବତସମୂହର ବିରୁଦ୍ଧରେ ତୁମ୍ଭକୁ ଆଣିବି। 3 ମୁଁ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବି। 4 ଇସ୍ରାଏଲର ପର୍ବତଗୁଡ଼ିକ ଉପରେ ତୁମ୍ଭେ ପତିତ ହେବ। ତୁମ୍ଭର ସମସ୍ତ ସୈନ୍ୟ ସାମନ୍ତ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ମଧ୍ୟ ପତିତ ହେବେ। ମୁଁ ସବୁପ୍ରକାର ମାଂସାସୀ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ଗ୍ରାସ ନିମନ୍ତେ ତୁମ୍ଭମାନଙ୍କୁ ସମର୍ପଣ କରିବି। 5 ତୁମ୍ଭେ ଖୋଲା ପଡ଼ିଆରେ ପତିତ ହେବ।’” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।
6 ପରମେଶ୍ୱର କହିଲେ, “ପୁଣି ନିରାପଦରେ ବାସ କରୁଛନ୍ତି ବୋଲି ମନେ କରୁଥିବା ମାଗୋଗର ଓ ଦ୍ୱୀପ ସମୂହ ଉପରକୁ ମୁଁ ଅଗ୍ନି ପ୍ରେରଣ କରିବି। ତହିଁରେ ଏହା ସେମାନେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। 7 ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ମୁଁ ମୋର ପବିତ୍ର ନାମକୁ ଜ୍ଞାତ କରାଇବି। ମୋର ପବିତ୍ର ନାମକୁ ଆଉ ଅପବିତ୍ର ହେବାକୁ ଦେବି ନାହିଁ। ତାହାହେଲେ ମୁଁ ଯେ ଇସ୍ରାଏଲ ମଧ୍ୟରେ ଧର୍ମମୟ ସଦାପ୍ରଭୁ ଅଟେ, ଏହା ଗୋଷ୍ଠୀୟମାନେ ଜାଣିବେ। 8 ଆଉ ଦେଖ, ସେହି ଦିନ ଆସୁଅଛି ଓ ତାହା ନିଶ୍ଚିତ ଭାବରେ ଆସିବ।” ଏହା ସଦାପ୍ରଭୁ କହନ୍ତି। “ପୁଣି ଯେଉଁ ଦିନର ବିଷୟ ମୁଁ କହିଅଛି, ଏହା ସେହି ଦିନ।
9 “ସେହି ସମୟରେ ଇସ୍ରାଏଲର ନଗରବାସୀ ପ୍ରାନ୍ତରକୁ ଆସି ଢାଲ, ଫଳକ, ଧନୁ, ତୀର ଆଶାବାଡ଼ି ଓ ବର୍ଚ୍ଛା ଆଦି ଅସ୍ତ୍ର ଶସ୍ତ୍ର ନେଇ ନିଆଁ ଲଗାଇ ଜାଳି ଦେବେ। ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେ ସବୁକୁ ନେଇ ଜାଳେଣି କରିବେ। 10 ଆଉ ସେମାନେ ପଦାରୁ କାଠ ଆଣିବେ ନାହିଁ କିମ୍ବା ବନରୁ କିଛି କାଠ କାଟିବେ ନାହିଁ। କାରଣ ସେମାନେ ସେହି ଅସ୍ତ୍ରଶସ୍ତ୍ରକୁ ଜାଳେଣି ରୂପେ ବ୍ୟବହାର କରିବେ। ଆଉ ସେମାନେ ଲୁଣ୍ଠନକାରୀଙ୍କଠାରୁ ଧନ ଲୁଣ୍ଠନ କରିବେ ଓ ସେମାନଙ୍କର ଅପହରଣକାରୀଙ୍କଠାରୁ ସମ୍ପତ୍ତି ଅପହରଣ କରିବେ।” ମୋର ପ୍ରଭୁ ସଦାପ୍ରଭୁ ଏହା କହନ୍ତି।
11 “ପରମେଶ୍ୱର କହନ୍ତି ମୁଁ ସେହି ଦିନ ଗୋଗର ସମାଧି ସ୍ଥାନ ନିମନ୍ତେ ଇସ୍ରାଏଲ ମଧ୍ୟରେ ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ବାଛିବି ଏବଂ ତାହା ପଥିକମାନଙ୍କର ଗମନରୋଧ କରିବ। ସେହି ସ୍ଥାନରେ ଲୋକମାନେ ଗୋଗକୁ ଓ ତାହାର ସମସ୍ତ ଲୋକଙ୍କୁ କବର ଦେବେ। ଏବଂ ସେହି ସ୍ଥାନକୁ ସେମାନେ ‘ଗୋଗର ସୈନ୍ୟମାନଙ୍କର ଉପତ୍ୟକା’ ବୋଲି ନାମ ଦେବେ। 12 ପୁଣି ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲୀୟମାନଙ୍କୁ ସାତ ମାସ ଲାଗିବ। 13 ଦେଶର ସମସ୍ତ ଜନସାଧାରଣ ସେମାନଙ୍କୁ କବର ଦେବେ। ସଦାପ୍ରଭୁ, ମୋର ପ୍ରଭୁ କହିଲେ, ମୁଁ ଗୌରବାନ୍ୱିତ ହେବି ଏବଂ ସେହି ଦିନଟି ସେମାନଙ୍କ ପାଇଁ ସ୍ମରଣୀୟ ହୋଇ ରହିବ।”
14 ପରମେଶ୍ୱର କହିଲେ, “ଦେଶକୁ ଶୁଚି କରିବା ପାଇଁ ମୃତ ସୈନିକମାନଙ୍କୁ କବର ଦେବା ନିମନ୍ତେ ଲୋକମାନଙ୍କୁ ପୁରା ସମୟ କାର୍ଯ୍ୟରେ ନିଯୁକ୍ତ ଦିଆଯିବ। ସେମାନେ ସାତ ମାସ ଧରି ମୃତ ଶବଗୁଡ଼ିକର ଅନୁସନ୍ଧାନରେ ଦେଶ ମଧ୍ୟଦେଇ ଗମନ କରିବେ ଓ କବର ଦେବେ। 15 ପୁଣି ସେହି ଗମନକାରୀମାନେ ଦେଶ ମଧ୍ୟରେ ଗଲାବେଳେ କୌଣସି ସ୍ଥାନରେ ଅସ୍ଥି ଦେଖିଲେ, ସେଠାରେ ସେମାନେ ଏକ ଚିହ୍ନ ରଖିବେ। ତା'ପରେ କବର ଦେବା ଲୋକମାନେ ହାମୋନ-ଗୋଗ ଉପତ୍ୟକାରେ ତାକୁ କବର ଦେବେ। 16 ଆଉ ସେହି ‘ମୃତମାନଙ୍କର ନଗରର’ ନାମ ହାମୋନା[a] ନାମରେ ପରିଚିତ ହେବ। ଏହିରୂପେ ସେମାନେ ଦେଶ ଶୁଚି କରିବେ।”
17 ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ହେ ମନୁଷ୍ୟ ସନ୍ତାନ ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟପଶୁକୁ କୁହ, ‘ତୁମ୍ଭେମାନେ ଏକତ୍ର ହୋଇ ଆସ। ଆଉ ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଗ୍ଭରିଆଡ଼େ ରୁଣ୍ଡ ହୁଅ। ମୁଁ ଇସ୍ରାଏଲ ପର୍ବତଗୁଡ଼ିକ ଉପରେ ତୁମ୍ଭମାନଙ୍କ ନିମନ୍ତେ ଏକ ମହାଯଜ୍ଞର ବନ୍ଦୋବସ୍ତ କରୁଅଛି। 18 ତୁମ୍ଭେମାନେ ବୀରମାନଙ୍କ ମାଂସ ଖାଇବ ଓ ରାଜକୁମାରମାନଙ୍କର ରକ୍ତ ପିଇବ। ସେମାନେ ସମସ୍ତେ ବାଶନ ଦେଶର ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷଭ ସଦୃଶ ଅଟନ୍ତି। 19 ମୁଁ ତୁମ୍ଭମାନଙ୍କ ପାଇଁ ଯେଉଁ ବଳିର ଆୟୋଜନ କଲି, ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଉତ୍ତମ ମାଂସ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ। 20 ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ।’” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି।
21 “ପରମେଶ୍ୱର କହିଲେ, ଜାତିମାନଙ୍କ ମଧ୍ୟରେ ମୋର ମହିମା ସ୍ଥାପନ କରିବି। ସେମାନେ ସେହି ଦଣ୍ଡ ଦେଖିବେ ଯାହା ମୁଁ ମୋର ହସ୍ତ ଉଠାଇ ପ୍ରୟୋଗ କରିଅଛି। 22 ସେହି ଦିନଠାରୁ ଇସ୍ରାଏଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ୱର ଅଟୁ। 23 ଆଉ ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ପାପପୂର୍ଣ୍ଣ କାର୍ଯ୍ୟ ଯୋଗୁଁ ବନ୍ଦୀ ହୋଇ ଅନ୍ୟ ଦେଶକୁ ଯାଇଥିଲେ। କାରଣ ସେମାନେ ମୋ’ ପ୍ରତି ଅବିଶ୍ୱସ୍ତ ଥିଲେ ଏବଂ ମୁଁ ସେମାନଙ୍କଠାରୁ ମୋର ମୁହଁ ବୁଲେଇ ନେଲି ଓ ସେମାନଙ୍କୁ ସେମାନଙ୍କର ଶତ୍ରୁମାନଙ୍କୁ ହସ୍ତାନ୍ତର କଲି ଏବଂ ସେମାନେ ଶତ୍ରୁଗଣର ଖଡ଼୍ଗରେ ପତିତ ହେଲେ। 24 ସେମାନଙ୍କର ପାପ ଓ ଅପରାଧ ଅନୁସାରେ ମୁଁ ସେମାନଙ୍କୁ ବ୍ୟବହାର କଲି। ମୁଁ ସେମାନଙ୍କଠାରୁ ମୋର ମୁହଁ ଲୁଗ୍ଭଇଲି।”
25 ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଏବେ ମୁଁ ଯାକୁବକୁ ବନ୍ଦୀତ୍ୱରୁ ମୁକ୍ତ କରି ଆଣିବି ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବି। ଏବଂ ମୁଁ ପବିତ୍ର ନାମ ସକାଶେ ଈର୍ଷାପରାୟଣ ହେବି। 26 ସେମାନେ ସର୍ବଦା ମୋ’ ବିରୁଦ୍ଧରେ ଯାଇଥିଲେ ବୋଲି ତାହା ଭୁଲିଯିବେ। ଆଉ ସେମାନେ ନିରାପଦରେ ଆପଣା ଦେଶରେ ବାସ କରିବେ ଓ କେହି ସେମାନଙ୍କୁ ଭୟଭୀତ କରାଇବେ ନାହିଁ। 27 ମୁଁ ସେମାନଙ୍କୁ ଯେଉଁ ଦିନ ନାନା ଜାତି ମଧ୍ୟରୁ ପୁନର୍ବାର ଆଣିବି ଏବଂ ସେମାନଙ୍କୁ ଶତ୍ରୁଗଣ ଦେଶରୁ ସଂଗ୍ରହ କରିବି, ଅନେକ ଦେଶମାନଙ୍କ ଦୃଷ୍ଟିରେ ମୁଁ ମୋର ପବିତ୍ରତା ସେମାନଙ୍କ ମଧ୍ୟରେ ଦେଖାଇବି। 28 ପୁଣି ମୁଁ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟେ। ତାହା ସେମାନେ ଜାଣିବେ। ମୁଁ ନାନା ଜାତିମାନଙ୍କ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲି ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛି। ମୁଁ ସେମାନଙ୍କର କାହାକୁ ଆଉ ସେଠାରେ ରଖିବି ନାହିଁ। 29 ଏବଂ ମୁଁ ଇସ୍ରାଏଲ ପରିବାର ଉପରେ ନିଜର ଆତ୍ମା ଜାଳି ଅଛି। ତାହାପରେ ମୁଁ ଆପଣା ମୁଖ ସେମାନଙ୍କଠାରୁ ଲୁଗ୍ଭଇବି ନାହିଁ।” ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।
2010 by World Bible Translation Center