Print Page Options
Previous Prev Day Next DayNext

Chronological

Read the Bible in the chronological order in which its stories and events occurred.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 1

ଯୀଶୁଙ୍କ ବଂଶାବଳୀ

(ଲୂକ 3:23-38)

ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।

ଅବ୍ରହାମ ଇ‌‌ସ୍‌‌ହାକଙ୍କ ବାପା।

ଇ‌‌ସ୍‌‌ହାକ ଯାକୁବଙ୍କ ବାପା।

ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କର ବାପା।

ଯିହୂଦା, ଫେରସ ଓ ସେରହଙ୍କ ବାପା।

(ତାମର, ସେମାନଙ୍କ ମା)

ଫେରସ ହିଷ୍ରୋଣଙ୍କ ବାପା।

ହିଷ୍ରୋଣ ଅରାମଙ୍କ ବାପା।

ଅରାମ ଅମ୍ମୀନାଦାବ ବାପା।

ଅମ୍ମୀନାଦାବ ନହଶୋନଙ୍କ ବାପା।

ନହଶୋନ ସଲମୋନଙ୍କ ବାପା।

ସଲମୋନ ବୋୟାଜଙ୍କ ବାପା। (ବୋୟାଜଙ୍କ ମାଙ୍କ ନାମ ରାହାବ)

ବୋୟାଜ ଓବେଦଙ୍କ ବାପା। (ରୂତ ଓବେଦଙ୍କ ମା)

ଓବେଦ ଯିଶୟଙ୍କ ବାପା।

ଯିଶୟ ରାଜା ଦାଉଦଙ୍କ ବାପା।

ଦାଉଦ ଶଲୋମନଙ୍କ ବାପା। (ଶଲୋମନଙ୍କ ମା ଆଗରୁ ଉରୀୟଙ୍କ ସ୍ତ୍ରୀ ଥିଲେ)

ଶଲୋମନ ରିହବିୟାମଙ୍କ ବାପା।

ରିହବିୟାମ ଅବିୟଙ୍କ ବାପା।

ଅବିୟ ଆସାଙ୍କ ବାପା।

ଆସା ଯିହୋଶାଫଟଙ୍କ ବାପା।

ଯିହୋଶାଫଟ ଯୋରାମଙ୍କ ବାପା।

ଯୋରାମ ଉଜିୟଙ୍କ ବାପା।

ଉଜିୟ ଯୋଥମଙ୍କ ବାପା।

ଯୋଥମ୍ ଆହାସଙ୍କ ବାପା।

ଆହାସ ହିଜକିୟଙ୍କ ବାପା।

10 ହିଜକିୟ ମନଃଶିଙ୍କ ବାପା।

ମନଃଶି ଅମୋନଙ୍କ ବାପା।

ଅମୋନ ଯୋଶିୟଙ୍କ ବାପା।

11 ଯୋଶିୟ, ଯିକନିୟ ଓ ତାହାଙ୍କ ଭାଇମାନଙ୍କ ବାପା। (ଏହା ଇସ୍ରାଏଲଲୋକଙ୍କୁ କ୍ରୀତଦାସ କରି ବାବିଲୋନ ନିଆଯାଉଥିବା ସମୟର କଥା।)

12 ସେମାନଙ୍କୁ ବାବିଲୋନକୁ ନିଆଯିବା ପରେ:

ଯିକନିୟ ଶ‌‌‌ଲ୍‌ଟୀୟେଲଙ୍କ ବାପା।

ଶ‌‌‌ଲ୍‌ଟୀୟେଲ ଜିରୁବାବିଲଙ୍କ ଜେଜେ ବାପା।

13 ଜିରୁବାବିଲ ଅବୀହୂଦଙ୍କ ବାପା।

ଅବୀହୂଦ ଏଲିୟାକୀମଙ୍କ ବାପା।

ଏଲିୟାକୀମ ଅ‌ଜ୍‌ଜୂରଙ୍କ ବାପା।

14 ଅ‌ଜ୍‌ଜୂର ସାଦୋକଙ୍କ ବାପା।

ସାଦୋକ ଯାଖୀନଙ୍କ ବାପା।

ଯାଖୀନ ଏଲୀହୂଦଙ୍କ ବାପା।

15 ଏଲୀହୂଦ ଇଲିୟାଜରଙ୍କ ବାପା।

ଇଲିୟାଜର ମଥାନଙ୍କ ବାପା।

ମଥାନ ଯାକୁବଙ୍କ ବାପା।

16 ଯାକୁବ ଯୋଷେଫଙ୍କ ବାପା।

ଯୋଷେଫ ମରିୟମଙ୍କ ସ୍ୱାମୀ।

ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ।

ଯୀଶୁଙ୍କୁ ଖ୍ରୀଷ୍ଟ[a] କୁହାଯାଏ।

17 ଏହିଭଳି ଭାବରେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ହେଲେ ମୋଟ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପର୍ଯ୍ୟନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ଯ୍ୟନ୍ତ ହେଲେ ଚଉଦ ପୁରୁଷ।

ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ

(ଲୂକ 2:1-7)

18 ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି। 19 କିନ୍ତୁ ତାଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।

20 କିନ୍ତୁ ଯୋଷେଫ ଯେତେବେଳେ ଏ କଥା ଭାବୁଥିଲେ, ସେତେବେଳେ ସ୍ୱପ୍ନରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କର ନାହିଁ। କାରଣ ତାହାଙ୍କ ଗର୍ଭରେ ଥିବା ଶିଶୁଟି ପବିତ୍ରଆତ୍ମାଙ୍କର।

21 ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।” ‌‌‌‌‌‌‌‌

22 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା। 23 “ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।”(A) (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)

24 ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦେଶ ଦେଲେ, ସେହିପରି କଲେ। ସେ ମରିୟମଙ୍କୁ ବିବାହ କଲେ। 25 କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦେବା ପର୍ଯ୍ୟନ୍ତ ସେ ତାହାଙ୍କ ସହିତ ସହବାସ କରି ନ ଥିଲେ। ଆଉ ଯୋଷେଫ ପୁଅଟିର ନାମ ଯୀଶୁ ରଖିଲେ।

ଲୂକ ଲିଖିତ ସୁସମାଗ୍ଭର 2:1-38

ଯୀଶୁଙ୍କ ଜନ୍ମ

(ମାଥିଉ 1:18-25)

ସେହି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଶର ଲୋକମାନଙ୍କ ଉଦ୍ଦେଶ୍ୟରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘୋଷଣା କରାଗଲା। ଆଜ୍ଞାଟି କୁହେ ଯେ, ସମସ୍ତେ ଜନଗଣନା ପାଇଁ ନିଜ ନିଜ ନାମର ପଞ୍ଜୀକରଣ କରିବେ। ଏହା ପ୍ରଥମ ଜନଗଣନା ଥିଲା। କ୍ୱିରୀଣିୟ ସୁରିୟାର ରାଜ୍ୟପାଳ ଥିବା ସମୟରେ ଏହା ହେଲା। ତେଣୁ ପ୍ରତ୍ୟେକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।

ଯୋଷେଫ ଦାଉଦଙ୍କ ବଂଶର ହୋଇଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେ‌ଥ୍‌ଲେହିମକୁ ଗଲେ। ବେ‌ଥ୍‌ଲେହିମ ନଗର ଦାଉଦଙ୍କ ନଗର ନାମରେ ପରିଚିତ ଥିଲା। ଯୋଷେଫ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ମରିୟମ ସେତେବେଳେ ଗର୍ଭବତୀ ଥିଲେ। ଯୋଷେଫ ଓ ମରିୟମ ବେ‌ଥ୍‌ଲେହିମରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା। ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେମାନେ ରହିବାକୁ ଚଟିଘରେ ଆଉ ଜାଗା ନ ଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟାରେ ଗୁଡ଼ାଇ ଗୁହାଳରେ ଗୋରୁ କୁଣ୍ଡରେ ରଖିଦେଲେ।

ମେଷପାଳକମାନେ ଯୀଶୁଙ୍କ ଜନ୍ମ ଖବର ପାଇଲେ

ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ। ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା। 10 ମେଷପାଳକମାନେ ଅତ୍ୟନ୍ତ ଭୟଭୀତ ହୋଇଗଲେ। ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମାଗ୍ଭର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦେବ। 11 କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି। 12 ତୁମ୍ଭେମାନେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କେତ: “ତୁମ୍ଭେମାନେ ଗୋଟିଏ ଶିଶୁକୁ କନାରେ ଗୁଡ଼ାଇ ହୋଇ ଗୋରୁ କୁଣ୍ଡରେ ଶୋଇଥିବାର ଦେଖିବ।”

13 ସେହି ସମୟରେ ସ୍ୱର୍ଗରୁ ବହୁସଂଖ୍ୟାରେ ସ୍ୱର୍ଗଦୂତମାନେ ଆସି ସେହି ସ୍ୱର୍ଗଦୂତଙ୍କ ସହିତ ଯୋଗ ଦେଲେ। ସମସ୍ତ ସ୍ୱର୍ଗଦୂତ ଏହିପରି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ:

14 “ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ଜୟ ହେଉ,
    ଏବଂ ଏ ପୃଥିବୀରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।”

15 ସ୍ୱର୍ଗଦୂତମାନେ ମେଷପାଳକମାନଙ୍କୁ ଛାଡ଼ି ସ୍ୱର୍ଗକୁ ଫେରିଗଲେ। ମେଷପାଳକମାନେ ପରସ୍ପର କୁହାକୁହି ହେଲେ: “ଆମ୍ଭେମାନେ ବେ‌ଥ୍‌ଲେହିମ ଯିବା ଓ ଏହି ଯେଉଁ ଘଟଣା ଘଟିଛି ବୋଲି ପ୍ରଭୁ ଆମ୍ଭମାନଙ୍କୁ ଜଣାଇଲେ, ତାହା ଦେଖିବା।”

16 ତେଣୁ ସେମାନେ ଶୀଘ୍ର ଗଲେ ଓ ମରିୟମ ଏବଂ ଯୋଷେଫଙ୍କୁ ଖୋଜି ପାଇଲେ। ସେହି ଶିଶୁ ଗୋଟିଏ ଗୋରୁ କୁଣ୍ଡରେ ଶୋଇଥିଲେ। 17 ମେଷପାଳକମାନେ ଶିଶୁଙ୍କୁ ଦେଖିଲେ। ଏହି ଶିଶୁଙ୍କ ବିଷୟରେ ସ୍ୱର୍ଗଦୂତମାନେ ଯାହା କହିଥିଲେ, ତାହା ସେମାନେ ସମସ୍ତଙ୍କୁ କହିଲେ। 18 ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। 19 କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତରେ ଗୋପନ ରଖି, ନିରନ୍ତର ଚିନ୍ତା କରିବାକୁ ଲାଗିଲେ। 20 ମେଷପାଳକମାନେ ନିଜ ମେଷମାନଙ୍କ ନିକଟକୁ ଫେରିଗଲେ ଏବଂ ଯାହାସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ୱରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ୱର୍ଗଦୂତମାନେ ଯେପରି କହିଥିଲେ, ସେମାନେ ପ୍ରତ୍ୟେକ ଜିନିଷକୁ ସେହିପରି ଦେଖିଲେ।

21 ଶିଶୁଟି ଆଠ ଦିନର ହେବାରୁ ତା'ର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭରେ ରହି ବଢ଼ିବା ପୂର୍ବରୁ ସ୍ୱର୍ଗଦୂତ ତାହାଙ୍କୁ ଏହି ନାମ ଦେଇଥିଲେ।

ଯୀଶୁଙ୍କୁ ମନ୍ଦିରରେ ହାଜିର କରାଗଲା

22 ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି[a] ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ। 23 ପ୍ରଭୁଙ୍କ ‘ନିୟମ’[b]ରେ ଲେଖାଅଛି: “ପରିବାରରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ ‘ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ’ ହେବ।”[c] 24 ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।”(A) ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ।

ଶିମିୟୋନ ଯୀଶୁଙ୍କୁ ଦେଖାକଲେ

25 ଯିରୁଶାଲମରେ ଶିମିୟୋନ ନାମରେ ଜଣେ ଅତ୍ୟନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇସ୍ରାଏଲକୁ ସାନ୍ତ୍ୱନା କରିବା ନିମନ୍ତେ ପରମେଶ୍ୱର କେବେ ଆସିବେ, ସେହି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ରଆତ୍ମା ତାହାଙ୍କ ମଧ୍ୟରେ ଥିଲେ। 26 ପବିତ୍ରଆତ୍ମା ତାହାଙ୍କୁ କହି ଦେଇଥିଲେ ଯେ, ସେ ପ୍ରଭୁ ପରମେଶ୍ୱରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନ କରିବା ପୂର୍ବରୁ ତାହାଙ୍କର ମୃତ୍ୟୁ ହେବ ନାହିଁ। 27 ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ। 28 ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନେଇ ପରମେଶ୍ୱରଙ୍କ ସ୍ତୁତିଗାନ କରି କହିଲେ:

29 “ପ୍ରଭୁ, ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତିରେ ମରିବାକୁ ଦିଅ।
30 ମୁଁ ମୋ’ ଆଖିରେ ତୁମ୍ଭର ପରିତ୍ରାଣକୁ ଦେଖିଛି।
31     ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଆଗରେ ପ୍ରସ୍ତୁତ କରିଛ।
32 ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦେଖାଇବା ପାଇଁ ଆଲୋକ ଅଟନ୍ତି
    ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।”

33 ଯୀଶୁଙ୍କ ବାପାମା ଯୀଶୁଙ୍କ ବିଷୟରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। 34 ତା'ପରେ ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, “ଏ ବାଳକ ଯୋଗୁଁ ଅନେକ ଯିହୂଦୀଙ୍କର ଉ‌ତ୍‌ଥାନ ଓ ପତନ ହେବ। ସେ ପରମେଶ୍ୱରଙ୍କର ଏକ ଚିହ୍ନ ହେବେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ। 35 ଲୋକମାନଙ୍କ ମନ ଭିତରେ ଥିବା ଗୋପନକଥା ପ୍ରକାଶିତ ହେବ। ସେହି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।”

ହାନ୍ନା ଯୀଶୁଙ୍କୁ ଦେଖାକଲେ

36 ସେତେବେଳେ ହାନ୍ନା ନାମରେ ଜଣେ ମହିଳା ଭବିଷ୍ୟ‌ଦ୍‌ବକ୍ତ୍ରୀ ମନ୍ଦିର ଭିତରେ ଥିଲେ। ସେ ଆଶେର ବଂଶର ଫିନୂୟେଲଙ୍କ ଝିଅ ଥିଲେ। ହାନ୍ନା ବହୁତ ବୁଢ଼ୀ ହୋଇ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ଯ୍ୟନ୍ତ ସେ ସ୍ୱାମୀଙ୍କ ସହିତ ରହିଥିଲେ। 37 ତା'ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।

38 ସେ ସେହି ସମୟରେ ଶିଶୁ ଓ ତା'ର ବାପାମାଙ୍କ ପାଖକୁ ଆସିଲେ। ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଯେଉଁମାନେ ଯିରୁଶାଲମର ମୁକ୍ତିର ଅପେକ୍ଷାରେ ଥିଲେ, ସେହି ସମସ୍ତ ଲୋକଙ୍କୁ ସେ ଯୀଶୁଙ୍କ ବିଷୟରେ କହିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center