Print Page Options
Previous Prev Day Next DayNext

Chronological

Read the Bible in the chronological order in which its stories and events occurred.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 12:1-21

ଯୀଶୁ ବିଶ୍ରାମ ଦିନର ପ୍ରଭୁ

(ମାର୍କ 2:23-28; ଲୂକ 6:1-5)

12 ପ୍ରାୟ ସେହି ସମୟରେ ଯୀଶୁ ବିଶ୍ରାମ ଦିବସ[a]ରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ। ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଥିଲେ, ତାହାଙ୍କର ଶିଷ୍ୟମାନଙ୍କୁ ଭୋକ ଲାଗିଲା। ସେମାନେ କେତେକ ଗହମ କେଣ୍ଡା ଛିଣ୍ଡେଇ ଖାଇବାକୁ ଲାଗିଲେ। ଫାରୂଶୀମାନେ ଏହା ଦେଖି ଯୀଶୁଙ୍କୁ କହିଲେ, “ଦେଖ, ତୁମ୍ଭର ଶିଷ୍ୟମାନେ ବିଶ୍ରାମ ଦିବସରେ ଏଭଳି ଯାହା କରୁଛନ୍ତି, ତାହା ମୋଶାଙ୍କ ବ୍ୟବସ୍ଥାର ବିରୋଧୀ।”

ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସାଙ୍ଗରେ ଥିବା ଲୋକେ, ଭୋକ ଲାଗିବା ବେଳେ କ’ଣ କରିଥିଲେ, ସେ ବିଷୟରେ ତୁମ୍ଭେ କ’ଣ ପଢ଼ି ନାହଁ? ସେ ପରମେଶ୍ୱରଙ୍କ ଘରେ ପ୍ରବେଶ କରିଥିଲେ ଓ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ପବିତ୍ର ରୋଟୀ ସେ ଓ ତାହାଙ୍କ ସହିତ ଥିବା ଲୋକମାନେ ଖାଇଦେଇଥିଲେ। ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାଉଦ ଓ ତାହାଙ୍କ ସାଥୀମାନଙ୍କର ଏହା ଖାଇବା ଅଧିକାର ନ ଥିଲା। କାରଣ କେବଳ ଯାଜକମାନଙ୍କୁ ତାହା ଖାଇବା ପାଇଁ ଅନୁମତି ଦିଆଯାଇଥାଏ। ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାରେ କ’ଣ ପଢ଼ି ନାହଁ ଯେ ବିଶ୍ରାମ ଦିବସରେ ଯାଜକମାନେ ପ୍ରଭୁଙ୍କ ମନ୍ଦିରରେ ବିଶ୍ରାମ ଦିବସର ନୀତିନିୟମ ଉଲ୍ଲଙ୍ଘନ କରନ୍ତି? ସେ ଘଟଣାରେ ତାହାଙ୍କର କେହି କିଛି ଦୋଷ ଧରନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭକୁ କହୁଛି, ଏଠାରେ ଏଭଳି କିଛି ବିଷୟ ଅଛି, ଯାହା ମନ୍ଦିରଠାରୁ ମହାନ୍। ଶାସ୍ତ୍ରକହେ, ‘ମୁଁ ଲୋକମାନଙ୍କ ମଧ୍ୟରେ ଦୟା ଗ୍ଭହେଁ, କିନ୍ତୁ ପଶୁବଳି ଗ୍ଭହେଁ ନାହିଁ।’(A) ତୁମ୍ଭେ ପ୍ରକୃତରେ ଏହାର ଅର୍ଥ ବୁଝି ନାହଁ। ଯଦି ବୁଝି ଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକମାନଙ୍କୁ ନିନ୍ଦା କରନ୍ତ ନାହିଁ।

“ମନୁଷ୍ୟପୁତ୍ର[b] ବିଶ୍ରାମ ଦିବସର ପ୍ରଭୁ ଅଟନ୍ତି।”

ଯୀଶୁ ଗୋଟିଏ ଲୋକର ଅଚଳ ହାତଟି ସୁସ୍ଥ କଲେ

(ମାର୍କ 3:1-6; ଲୂକ 6:6-11)

ଯୀଶୁ ସେଠାରୁ ଯାଇ ସେମାନଙ୍କର ପ୍ରାର୍ଥନାଗୃହରେ ପ୍ରବେଶ କଲେ। 10 ସେଠାରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସେଠାରେ ଥିବା କେତେକ ଯିହୂଦୀ ଯୀଶୁଙ୍କ ଉପରେ ଦୋଷାରୋପ କରିବା ପାଇଁ ସୁଯୋଗ ଖୋଜୁଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ମୋଶାଙ୍କ ନିୟମ ଅନୁସାରେ ବିଶ୍ରାମ ଦିବସରେ କାହାରିକୁ ଭଲ କରିଦେବା କ’ଣ ବିଧିସଙ୍ଗତ?”

11 ଯୀଶୁ କହିଲେ, “ମନେକର ତୁମ୍ଭର କାହାରି ଗୋଟିଏ ମେଷ ଅଛି ଓ ସେହି ମେଷ ବିଶ୍ରାମ ଦିବସରେ ଖାଲ ଭିତରେ ଖସି ପଡ଼ିଲା। ତୁମ୍ଭେ କ’ଣ ତାକୁ ଖାଲରୁ ବାହାର କରି ଆଣିବ ନାହିଁ? 12 ମଣିଷତ ନିଶ୍ଚିତ ଭାବରେ ଗୋଟିଏ ମେଣ୍ଢାଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ତେଣୁ ମୋଶାଙ୍କ ବ୍ୟବସ୍ଥା ବିଶ୍ରାମ ଦିବସରେ ଭଲ କାମ କରିବାକୁ ଅନୁମତି ଦେଇଥାଏ।”

13 ତା'ପରେ ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କୁ ହାତ ଦେଖାଇବା ପାଇଁ ଆଗକୁ ବଢ଼େଇ ଦେଲା। ତା'ର ସେହି ଶୁଖି ଯାଇଥିବା ହାତଟି ସମ୍ପୂର୍ଣ୍ଣ ଭଲ ହୋଇଗଲା। ଏହି ହାତଟି ତା'ର ଅନ୍ୟ ହାତ ଭଳି ହୋଇଗଲା। 14 କିନ୍ତୁ ଫାରୂଶୀମାନେ ସେଠାରୁ ବାହାରି ଗଲେ। ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ସେମାନେ ଯୋଜନା କଲେ।

ପରମେଶ୍ୱରଙ୍କ ମନୋନୀତ ସେବକ: ଯୀଶୁ

15 ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ। 16 କିନ୍ତୁ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, ଏ କଥା କାହାରି ଆଗରେ ପ୍ରକାଶ କରିବ ନାହିଁ। 17 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ, ସେଗୁଡ଼ିକ ପୂର୍ଣ୍ଣ ହେବା ପାଇଁ ଯୀଶୁ ଏହା କଲେ। ଯିଶାଇୟ କହିଥିଲେ,

18 “ଏ ମୋର ସେବକ।
    ମୁଁ ତାହାଙ୍କୁ ବାଛିଛି।
ମୁଁ ତାହାଙ୍କୁ ଭଲ ପାଏ।
    ମୁଁ ତାହାଙ୍କ ଉପରେ ଖୁସୀ।
ମୋର ଆତ୍ମା ମୁଁ ତାହାଙ୍କଠାରେ ରଖିବି।
    ସେ ଜାତିମାନଙ୍କ ଭିତରେ ନ୍ୟାୟ ଘୋଷଣା କରିବେ।
19 ସେ ଯୁକ୍ତି କରିବେ ନାହିଁ କି ପାଟିତୁଣ୍ଡ କରିବେ ନାହିଁ।
    ଲୋକେ ଗଳିରେ ତାହାଙ୍କ କଥା ଶୁଣିବେ ନାହିଁ।
20 ନଇଁ ପଡ଼ିଥିବା ଛେଗ୍ଭନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ
    କି ଲିଭି ଆସୁଥିବା ଦୀପଟିକୁ ସେ ଲିଭେଇବେ ନାହିଁ।
ନ୍ୟାୟର ବିଜୟ ନ ହେବା ପର୍ଯ୍ୟନ୍ତ ସେ ଅଟଳ ରହିବେ।
21     ସେଥିରେ ସବୁ ଲୋକେ ତାହାଙ୍କ ଉପରେ ଭରସା ରଖିବେ।”(B)

ମାର୍କ ଲିଖିତ ସୁସମାଗ୍ଭର 3

ଯୀଶୁ ଜଣେ ଖଞ୍ଜ ଲୋକର ହାତ ସୁସ୍ଥ କଲେ

(ମାଥିଉ 12:9-14; ଲୂକ 6:6-11)

ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସେଠାରେ ଜଣେ ଖଞ୍ଜ ଲୋକ ଥିଲା। ସେଠାରେ କେତେକ ଲୋକ ଜଗି ରହିଥିଲେ ଯେ, ଯଦି ଯୀଶୁ ସେ ଲୋକଟିକୁ ବିଶ୍ରାମ ଦିବସରେ ସୁସ୍ଥ କରିଦେବେ, ତେବେ ସେମାନେ ଯୀଶୁଙ୍କ ଦୋଷାରୋପ କରିବାକୁ ସୁଯୋଗ ପାଇବେ। ଯୀଶୁ ସେଠାରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, “ଏଠାରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।”

ତା'ପରେ ଯୀଶୁ ଲୋକମାନଙ୍କୁ ପଗ୍ଭରିଲେ, “ବିଶ୍ରାମ ଦିବସରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣକର ଜୀବନ ରକ୍ଷା କରିବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍?” କିନ୍ତୁ ସେମାନେ ନୀରବ ରହିଲେ।

ତା'ପରେ ଯୀଶୁ ଲୋକମାନଙ୍କ ଆଡ଼କୁ ରାଗରେ ଗ୍ଭହିଁଲେ, କିନ୍ତୁ ସେମାନଙ୍କ ହୃଦୟର କଠିନତା ଲକ୍ଷ୍ୟ କରି ବହୁତ ଦୁଃଖୀ ହେଲେ। ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କ ଆଡ଼କୁ ହାତଟି ବଢ଼ାଇ ଦେଲା ଓ ତା’ ହାତ ଭଲ ହୋଇଗଲା। ତା'ପରେ ଫାରୂଶୀମାନେ ସେଠାରୁ ଗ୍ଭଲି ଗଲେ ଓ ହେରୋଦୀୟମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡ଼ଯନ୍ତ୍ର କଲେ।

ଅନେକ ଲୋକ ଯୀଶୁଙ୍କୁ ଅନୁସରଣ କଲେ

ଯୀଶୁ ନିଜ ଶିଷ୍ୟମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଗ୍ଭଲିଗଲେ। ତାହାଙ୍କ ପଛରେ ଗାଲିଲୀର ଅନେକ ଲୋକ ମଧ୍ୟ ଗଲେ। ଯିହୂଦା, ଯିରୁଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ ସୋର ଓ ସୀଦୋନର ଗ୍ଭରିଆଡ଼ୁ ଅନେକ ଲୋକ ମଧ୍ୟ ଆସି ପହଞ୍ଚିଲେ। ଏ ଲୋକମାନେ ଆସିବାର କାରଣ ହେଲା, ଯୀଶୁ ଯାହାସବୁ କରୁଥିଲେ, ସେ ସମସ୍ତ ଘଟଣା ସେମାନେ ଶୁଣି ସାରିଥିଲେ।

ଯୀଶୁ ଅନେକ ଲୋକଙ୍କୁ ଦେଖିଲେ, ଭିଡ଼ ହୋଇ ଯିବାରୁ ଲୋକମାନେ ଯେପରି ତାହାଙ୍କ ଆଡ଼କୁ ମାଡ଼ି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ୟମାନଙ୍କୁ ଗୋଟିଏ ଛୋଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ। 10 ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡ଼କୁ ମାଡ଼ି ଆସୁଥିଲେ। 11 କେତେକ ଲୋକଙ୍କ ଦେହରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତେବେଳେ ସେହି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ଆଗରେ ପଡ଼ିଯାଇ ଚିତ୍କାର କରି କହୁଥିଲେ, “ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।” 12 କିନ୍ତୁ ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସେମାନେ ଲୋକମାନଙ୍କୁ ଯେପରି ନ କୁହନ୍ତି।

ଯୀଶୁ ବାରଜଣ ପ୍ରେରିତଙ୍କୁ ମନୋନୀତ କଲେ

(ମାଥିଉ 10:1-4; ଲୂକ 6:12-16)

13 ତା'ପରେ ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଗ୍ଭହିଁଲେ, ସେମାନଙ୍କୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସେମାନେ ଯୀଶୁଙ୍କ ପାଖକୁ ଗଲେ। 14 ଯୀଶୁ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛି ପ୍ରେରିତ ବୋଲି ନାମିତ କଲେ। ଯୀଶୁ ଗ୍ଭହୁଁଥିଲେ ଯେ ସେମାନେ ତାହାଙ୍କ ସହିତ ରହିବେ। ସେ ସେମାନଙ୍କୁ ପ୍ରଗ୍ଭର ଉଦ୍ଦେଶ୍ୟରେ ଅନ୍ୟ ସ୍ଥାନ ଗୁଡ଼ିକୁ ପଠାଇବେ ଓ 15 ଲୋକମାନଙ୍କ ଦେହରୁ ଭୁତମାନଙ୍କୁ ତଡ଼ିଦେବା ପାଇଁ ସେମାନଙ୍କର ଅଧିକାର ରହିବ। 16 ଯୀଶୁ ମନୋନୀତ କରିଥିବା ବାରଜଣଙ୍କ ନାମ ଏହିଭଳି;

ଶିମୋନ (ଯାହାଙ୍କୁ ସେ ପିତର ବୋଲି ନାମ ଦେଲେ)।

17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ (ଯେଉଁମାନଙ୍କୁ ସେ ବିନେରିଗୋଷ୍ ଅର୍ଥାତ “ମେଘ ଗର୍ଜ୍ଜନର ପୁତ୍ର” ନାମ ଦେଲେ)।

18 ଆନ୍ଦ୍ରିୟ,

ଫିଲି‌ପ୍‌ପ,

ବାର୍ଥଲମି,

ମାଥିଉ,

ଥୋମା,

ଆଲଫିଙ୍କ ପୁତ୍ର ଯାକୁବ,

ଥଦ୍ଦୀୟ,

କିଣାନୀୟ ବା ଉ‌ଦ୍‌ଯୋଗୀ ଶିମୋନ ଜିଲୋଟ[a]

19 ତଥା ଇଷ୍କାରିୟୋତ ଯିହୂଦା। ଏହି ଯିହୂଦା ପରେ ପ୍ରବଞ୍ଚନା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ଅର୍ପଣ କରିଥିଲା।

ଯୀଶୁଙ୍କ ଦେହରେ ଦୁଷ୍ଟାତ୍ମା ରହିଛି ବୋଲି କେତେକ କହିଲେ

(ମାଥିଉ 12:22-32; ଲୂକ 11:14-23; 12:10)

20 ତା'ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ। 21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।

22 ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବା‌ଲ୍‌ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।”

23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?” 24 ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ। 25 ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ। 26 ସେହିଭଳି ଯଦି ଜଣେ ଶୟତାନ ବିଭାଜିତ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ ସେ ମଧ୍ୟ ତିଷ୍ଠି ରହି ପାରିବ ନାହିଁ ବରଂ ତାହାର ଅନ୍ତ ହୋଇଯିବ।

27 “ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା'ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।

28 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ। 29 କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।”

30 ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠାରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।

ଯୀଶୁଙ୍କ ଅନୁସରଣକାରୀମାନେ, ତାହାଙ୍କର ପ୍ରକୃତ ପରିବାର

(ମାଥିଉ 12:46-50; ଲୂକ 8:19-21)

31 ତା'ପରେ ଯୀଶୁଙ୍କ ମା ଓ ଭାଇମାନେ ସେଠାକୁ ଆସିଲେ। ସେମାନେ ବାହାରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠେଇଲେ। 32 ସେତେବେଳେ ଯୀଶୁଙ୍କ ଗ୍ଭରିପଟେ ଲୋକମାନେ ଘରେ ବସିଥିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭ ମା ଓ ଭାଇମାନେ ତୁମ୍ଭକୁ ବାହାରେ ଅପେକ୍ଷା କରିଛନ୍ତି।”

33 ଯୀଶୁ ପଗ୍ଭରିଲେ, “କିଏ ମୋର ମା? କେଉଁମାନେ ମୋର ଭାଇ?” 34 ତା'ପରେ ଯୀଶୁ ତାହାଙ୍କ ଗ୍ଭରି ପାଖରେ ବସିଥିବା ଲୋକମାନଙ୍କ ଆଡ଼େ ଗ୍ଭହିଁଲେ। ସେ କହିଲେ, “ଏ ଲୋକମାନେ ମୋର ମା ଓ ଭାଇ। 35 ଯେଉଁମାନେ ପରମେଶ୍ୱରଙ୍କ ଇଚ୍ଛାକୁ କାର୍ଯ୍ୟକାରୀ କରନ୍ତି, ସେମାନେ ହିଁ ମୋର ଭାଇ, ଭଉଣୀ ଓ ମା।”

ଲୂକ ଲିଖିତ ସୁସମାଗ୍ଭର 6

ଯୀଶୁ ବିଶ୍ରାମବାରର ପ୍ରଭୁ

(ମାଥିଉ 12:1-8; ମାର୍କ 2:23-28)

ଥରେ ବିଶ୍ରାମବାରରେ ଯୀଶୁ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାହାଙ୍କର ଶିଷ୍ୟମାନେ କେତେକ ଶସ୍ୟ ଛିଣ୍ତେଇଲେ ଓ ତାହାକୁ ଦୁଇ ହାତରେ ଦଳିଲେ ଏବଂ ଖାଇଲେ। କେତେକ ଫାରୂଶୀ କହିଲେ, “ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତୁମ୍ଭେମାନେ ତାହା କାହିଁକି କରୁଛ?”

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସାଥୀମାନେ ଭୋକିଲା ଥିବା ବେଳେ ଦାଉଦ କ’ଣ କରିଥିଲେ, ତାହା କ’ଣ ତୁମ୍ଭେମାନେ ପଢ଼ି ନାହଁ? ଦାଉଦ ପରମେଶ୍ୱରଙ୍କ ଘର ଭିତରକୁ ପଶିଲେ। ପରମେଶ୍ୱରଙ୍କୁ ଅର୍ପିତ ହୋଇଥିବା ରୋଟୀ ଉଠେଇ ଆଣି ନିଜେ ଖାଇଥିଲେ ତଥା ସାଥୀମାନଙ୍କୁ ମଧ୍ୟ ଖାଇବାକୁ ଦେଇଥିଲେ। ଏହା ମୋଶାଙ୍କ ଆଦେଶର ବିରୁଦ୍ଧାଚରଣ ଥିଲା। ମୋଶାଙ୍କ ଆଦେଶ ଅନୁସାରେ ଏହି ରୋଟୀ କେବଳ ଯାଜକମାନଙ୍କ ବ୍ୟତୀତ ଅନ୍ୟ କାହାରି ଖାଇବା ଉଚିତ୍ ନୁହେଁ। ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ମାଲିକ।”

ଯୀଶୁ ବିଶ୍ରାମବାରରେ ଜଣେ ରୋଗୀକୁ ସୁସ୍ଥ କଲେ

(ମାଥିଉ 12:9-14; ମାର୍କ 3:1-6)

ଆଉ ଗୋଟିଏ ବିଶ୍ରାମବାରରେ ଯୀଶୁ ଯିହୂଦୀ ସମାଜଗୃହକୁ ଗଲେ। ସେଠାରେ ସେ ଲୋକମାନଙ୍କୁ ଉପଦେଶ ଦେଲେ। ସେଠାରେ ଗୋଟିଏ ଲୋକ ଥିଲା, ଯାହାର ଡାହାଣ ହାତଟି ପଙ୍ଗୁ ହୋଇ ଯାଇଥିଲା। ବିଶ୍ରାମବାରରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସେଠାରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସେମାନେ ଦେଖିବାକୁ ଗ୍ଭହୁଁଥିଲେ ଯେ, ଯୀଶୁ କିଛି ଭୁଲ୍ କାମ କଲେ ସେମାନେ ତାହାଙ୍କୁ ଦୋଷୀ ସାବ୍ୟସ୍ତ କରି ପାରିବେ। କିନ୍ତୁ ସେମାନେ କ’ଣ ଭାବୁଛନ୍ତି, ତାହା ଯୀଶୁ ଜାଣି ପାରିଲେ। ତେଣୁ ଯେଉଁ ଲୋକଟିର ହାତ ପଙ୍ଗୁ ହୋଇ ଯାଇଥିଲା, ଯୀଶୁ ତାହାକୁ କହିଲେ, “ଉଠ ଓ ସମସ୍ତଙ୍କ ଆଗରେ ଠିଆ ହୋଇ ଯାଅ।” ସେ ଉଠିପଡ଼ି ସମସ୍ତଙ୍କ ଆଗରେ ଠିଆ ହୋଇଗଲା। ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଗ୍ଭରୁଛି ବିଶ୍ରାମବାରରେ କାହାରି ମଙ୍ଗଳ କରିବା ନା କାହାରି କ୍ଷତି କରିବା ଉଚିତ୍? କାହାରି ଜୀବନ ରକ୍ଷା କରିବା ଉଚିତ୍ ନା କାହାରି ଜୀବନ ନଷ୍ଟ କରିବା।”

10 ଯୀଶୁ ଗ୍ଭରିଆଡ଼କୁ ସମସ୍ତଙ୍କ ଉପରେ ଦୃଷ୍ଟି ପକେଇଲେ ଓ ପୁଣି ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ବଢ଼ାଅ।” ସେ ସେହିଭଳି କଲା ଓ ତା’ ହାତ ପୁଣି ସୁସ୍ଥ ହୋଇଗଲା। 11 ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସେମାନେ ନିଜ ନିଜ ଭିତରେ କଥାବାର୍ତ୍ତା କଲେ, “ଯୀଶୁଙ୍କ ପାଇଁ କ’ଣ କରାଯିବ?”

ଯୀଶୁ ତାହାଙ୍କ ବାରଜଣ ପ୍ରେରିତଙ୍କୁ ବାଛିଲେ

(ମାଥିଉ 10:1-4; ମାର୍କ 3:13-19)

12 ସେହି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସେଠାରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାରେ ସାରା ରାତିଟି ବିତେଇଲେ। 13 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଡାକିଲେ। ସେ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛିଲେ। ସେ ଏହି ଶିଷ୍ୟମାନଙ୍କୁ ‘ପ୍ରେରିତ’ ନାମ ଦେଲେ।

14 ସେମାନେ ହେଲେ: ଶିମୋନ ଯାହାଙ୍କୁ ସେ ପିତର ବୋଲି ମଧ୍ୟ ନାମ ଦେଲେ।

ଶିମୋନଙ୍କ ଭାଇ ଆନ୍ଦ୍ରିୟ,

ଯାକୁବ ଓ

ଯୋହନ,

ଫିଲି‌ପ୍‌ପ ଓ

ବାର୍ଥଲମି,

15 ମାଥିଉ,

ଥୋମା,

ଆଲଫିଙ୍କ ପୁତ୍ର ଯାକୁବ,

ଶିମୋନ ଯାହାଙ୍କୁ ଉ‌ଦ୍‌ଯୋଗୀ ବୋଲି କୁହନ୍ତି।

16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତ ଯିହୂଦା ପରେ ଏହି ଯିହୂଦା ବିଶ୍ୱାସ ଘାତକତା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।

ଯୀଶୁ ଲୋକଙ୍କୁ ଉପଦେଶ ଦେଲେ ଓ ରୋଗ ମୁକ୍ତକଲେ

(ମାଥିଉ 4:23-25; 5:1-12)

17 ତା'ପରେ ଯୀଶୁ ସେମାନଙ୍କ ସହିତ ତଳକୁ ଆସି ଗୋଟିଏ ସମତଳ ଭୂମି ଉପରେ ଠିଆ ହେଲେ। ସେଠାରେ ବହୁତ ସଂଖ୍ୟାରେ ତାହାଙ୍କ ଶିଷ୍ୟମାନେ ଉପସ୍ଥିତ ଥିଲେ। ତା ଛଡ଼ା ସମଗ୍ର ଯିହୂଦା, ଯିରୁଶାଲମ, ସମୁଦ୍ର ଉପକୂଳବର୍ତ୍ତୀ ସହର ସୋର ଓ ସୀଦୋନରୁ ଆସି ବହୁ ସଂଖ୍ୟାରେ ଲୋକ ସେଠାରେ ଜମା ହୋଇଥିଲେ। 18 ସେମାନେ ଯୀଶୁଙ୍କ ଉପଦେଶ ଶୁଣିବାକୁ ଓ ସୁସ୍ଥ ହେବାକୁ ସେଠାକୁ ଆସିଥିଲେ। ଯେଉଁମାନେ ଦୁଷ୍ଟାତ୍ମା ଯୋଗୁଁ କଷ୍ଟ ପାଉଥିଲେ, ସେମାନେ ସେଠାକୁ ଆସି ସୁସ୍ଥ ହୋଇଗଲେ। 19 ସମସ୍ତ ଲୋକେ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ। କାରଣ ତାହାଙ୍କ ଦେହରୁ ଶକ୍ତି ବାହାରୁ ଥିଲା। ସେ ସେହି ଲୋକମାନଙ୍କୁ ସୁସ୍ଥ କରିଦେଲେ।

20 ଶିଷ୍ୟମାନଙ୍କ ଆଡ଼କୁ ଗ୍ଭହିଁ ଯୀଶୁ କହିଲେ,

“ହେ ଦୀନହୀନ ଲୋକମାନେ! ତୁମ୍ଭେମାନେ ଧନ୍ୟ
    କାରଣ ତୁମ୍ଭେମାନେ ସ୍ୱର୍ଗରାଜ୍ୟର ଅଧିକାରୀ।
21 ତୁମ୍ଭେମାନେ, ଯେଉଁମାନେ ଏବେ ଭୋକିଲା, ଧନ୍ୟ,
    କାରଣ ତୁମ୍ଭେମାନେ ପରିତୃପ୍ତ ହେବ।
ରୋଦନ କରୁଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଧନ୍ୟ,
    କାରଣ ତୁମ୍ଭେମାନେ ଆନନ୍ଦରେ ଜୀବନଯାପନ କରିବ।

22 “ମନୁଷ୍ୟପୁତ୍ରଙ୍କ ଯୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସେମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କ ବିଷୟରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରିଦେବେ, ଯେତେବେଳେ ଏହା ଘଟିବ, ତୁମ୍ଭେ ଧନ୍ୟ ହେବ। 23 ସେତେବେଳେ ଆନନ୍ଦରେ ନାଚି ଉଠିବ। କାରଣ ତୁମ୍ଭମାନଙ୍କ ପାଇଁ ସ୍ୱର୍ଗରେ ମହା ପୁରସ୍କାର ରହିଛି। ସେମାନଙ୍କର ପୂର୍ବପୁରୁଷମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ଠିକ୍ ସେହିଭଳି ବ୍ୟବହାର ଦେଖାଇ ଥିଲେ ଯେଉଁଭଳି ଏବେ ସେମାନେ ତୁମ୍ଭକୁ ବ୍ୟବହାର ଦେଖାଉଛନ୍ତି।

24 “କିନ୍ତୁ ହେ ଧନୀ ଲୋକମାନେ! ତୁମ୍ଭକୁ ଧିକ୍
    କାରଣ ତୁମ୍ଭେମାନେ ଆରାମଦାୟକ ଜୀବନ କଟାଇ ଆସିଛ।
25 ଧିକ୍ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ପରିତୃପ୍ତ ଅଛ।
    କାରଣ ତୁମ୍ଭେମାନେ ଭୋକିଲା ହେବ।
ଧିକ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ହସୁଛ,
    କାରଣ ତୁମ୍ଭେମାନେ ଦୁଃଖିତ ହେବ ଓ କାନ୍ଦିବ।

26 “ଧିକ୍ ତୁମ୍ଭମାନଙ୍କୁ ଯେଉଁମାନଙ୍କୁ ବର୍ତ୍ତମାନେ ଲୋକେ ‘ଭଲ’ ବୋଲି କହୁଛନ୍ତି। କାରଣ ସେମାନଙ୍କର ପୂର୍ବପୁରୁଷମାନେ ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ମଧ୍ୟ ଭଲ ବୋଲି କହୁଥିଲେ।

ତୁମ୍ଭର ଶତ୍ରୁକୁ ପ୍ରେମ କର

(ମାଥିଉ 5:38-48; 7:12)

27 “ତୁମ୍ଭେମାନେ ଯେଉଁମାନେ ମୋ’ କଥା ଶୁଣୁଛ, ମୁଁ ସେହିମାନଙ୍କୁ କହୁଛି, ନିଜ ଶତ୍ରୁକୁ ପ୍ରେମ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସେମାନଙ୍କର ମଙ୍ଗଳ କର। 28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ୱରଙ୍କୁ ପ୍ରାର୍ଥନା କର ଯେ ସେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭେମାନେ ସେମାନଙ୍କ ପାଇଁ ପ୍ରାର୍ଥନା କର। 29 ଯେଉଁ ଲୋକ ତୁମ୍ଭର ଗୋଟିଏ ଗାଲରେ ଗ୍ଭପୁଡ଼ାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦେଖାଇ ଦିଅ। ଯେଉଁ ଲୋକ ତୁମ୍ଭର ଜାମାଟି ନେଇଯାଉଛି ତାହାକୁ ତୁମ୍ଭର ଧୋତିବି ନେଇଯିବାକୁ ଦିଅ। 30 ଯଦି କେହି ତୁମ୍ଭକୁ କିଛି ମାଗୁଛି, ତାହା ତାକୁ ଦେଇଦିଅ। ଯଦି କୌଣସି ଲୋକ ତୁମ୍ଭର କିଛି ନେଇ ଯାଏ, ତେବେ ତାହା ତାକୁ ଫେରେଇ ଦେବାକୁ କୁହ ନାହିଁ। 31 ଅନ୍ୟ ଲୋକମାନେ ତୁମ୍ଭମାନଙ୍କୁ ଯେଭଳି ବ୍ୟବହାର ଦେଖାନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ଅନ୍ୟମାନଙ୍କୁ ମଧ୍ୟ ସେହିଭଳି ବ୍ୟବହାର ଦେଖାଅ।

32 “ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ତୁମ୍ଭେମାନେ ଯଦି କେବଳ ସେହି ଲୋକମାନଙ୍କୁ ପ୍ରେମ କରୁଛ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ସେହିମାନଙ୍କୁ ପ୍ରେମ କରନ୍ତି, ଯେଉଁମାନେ ସେମାନଙ୍କୁ ପ୍ରେମ କରନ୍ତି। 33 ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କର ଉପକାର କରିବ, ତେବେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ୟ ଏହିପରି କରନ୍ତି। 34 ଯେଉଁମାନଙ୍କଠାରୁ ଫେରି ପାଇବାର ଆଶା ଥିବ, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କୁ ଟଙ୍କା ଧାର ଦିଅ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ଟଙ୍କା ଫେରି ପାଇବା ଆଶାରେ ଅନ୍ୟ ପାପୀମାନଙ୍କୁ ଟଙ୍କା ଧାର ଦିଅନ୍ତି।

35 “ତେଣୁ ନିଜ ଶତ୍ରୁକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫେରି ପାଇବାର କୌଣସି ଆଶା ନ ରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ ହେବ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ୟ ଦୟାଶୀଳ ଅଟନ୍ତି। 36 ତୁମ୍ଭମାନଙ୍କର ପରମପିତା ଯେଉଁଭଳି ତୁମ୍ଭମାନଙ୍କୁ ପ୍ରେମ ଦେଖାନ୍ତି ଓ ଦୟା କରନ୍ତି, ତୁମ୍ଭେମାନେ ମଧ୍ୟ, ସେହିଭଳି ଅନ୍ୟମାନଙ୍କୁ ଦୟା ଦେଖାଅ ଓ ପ୍ରେମ କର।

ନିଜକୁ ଦେଖ

(ମାଥିଉ 7:1-5)

37 “ତୁମ୍ଭେମାନେ କାହାରି ବିଗ୍ଭର କର ନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ୟ ବିଗ୍ଭର କରାଯିବ ନାହିଁ। କୌଣସି ବ୍ୟକ୍ତିକୁ ଦୋଷୀ କର ନାହିଁ, ତେବେ ତୁମ୍ଭେ ମଧ୍ୟ ଦୋଷୀ ବିବେଚିତ ହେବ ନାହିଁ। ଅନ୍ୟକୁ କ୍ଷମା କରିଦିଅ, ତେବେ ତୁମ୍ଭେମାନଙ୍କୁ ମଧ୍ୟ କ୍ଷମା କରି ଦିଆଯିବ। 38 ଅନ୍ୟକୁ ଦିଅ, ତେବେ ତୁମ୍ଭେମାନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆଯିବ। ତୁମ୍ଭେମାନେ ଯେତିକି ଧରି ପାରିବ, ତା'ଠାରୁ ଅଧିକ ତୁମ୍ଭମାନଙ୍କ ହାତରେ ଢାଳି ଦିଆଯିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆଯିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡ଼ିବ। ତୁମ୍ଭେମାନେ ଯେଉଁଭଳି ଭାବରେ ଅନ୍ୟକୁ ଦେବ, ପରମେଶ୍ୱର ବି ତୁମ୍ଭମାନଙ୍କୁ ସେହିଭଳି ଭାବରେ ଦେବେ।”

39 ଯୀଶୁ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ, “ଜଣେ ଅନ୍ଧ ଆଉ ଜଣେ ଅନ୍ଧକୁ ବାଟ ଦେଖାଇ ପାରିବ କି? ନା! ତାହା କଲେ ଉଭୟ ଗୋଟିଏ ଖାଲରେ ଖସି ପଡ଼ିବେ। 40 ଜଣେ ଛାତ୍ର ତା’ ଶିକ୍ଷକଠାରୁ ବଡ଼ ହେଇ ପାରିବ ନାହିଁ। କିନ୍ତୁ ଛାତ୍ର ଜଣକ ପ୍ରତ୍ୟେକ ବିଷୟ ସମ୍ପୂର୍ଣ୍ଣ ଶିଖି ସାରିବା ପରେ ନିଜ ଶିକ୍ଷକଙ୍କ ସମାନ ହୋଇଯାଏ।

41 “ତୁମ୍ଭେମାନେ ନିଜ ଭାଇ ଆଖିରେ ପଡ଼ିଥିବା ଗୋଟିଏ ଛୋଟ ଗୁଣ୍ଡଟି ଆଡ଼କୁ କାହିଁକି ଗ୍ଭହୁଁଛ? ତୁମ୍ଭମାନଙ୍କୁ କ’ଣ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖାଯାଉ ନାହିଁ? 42 ତୁମ୍ଭେ ଯେତେବେଳେ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖି ପାରୁ ନାହିଁ, ସେତେବେଳେ ନିଜ ଭାଇକୁ କିପରି କହି ପାରିବ: ‘ଭାଇ, ଆସ ତୁମ୍ଭ ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରିଦେବି’। ଆରେ କପଟୀ! ଆଗ ନିଜ ଆଖିରେ ପଡ଼ିଥିବା କାଠ ଗୁଣ୍ଡଟି ବାହାର କରିଦିଅ, ତାହାହେଲେ ତୁମ୍ଭେ ସ୍ପଷ୍ଟ ଦେଖି ପାରିବ ଓ ଭାଇର ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରି ପାରିବ।

ଦୁଇ ପ୍ରକାରର ଫଳ

(ମାଥିଉ 7:17-20; 12:34-35)

43 “ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ। ଠିକ୍ ସେହିଭଳି ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ। 44 ପ୍ରତ୍ୟେକ ଗଛ ତା'ର ଫଳ ଦ୍ୱାରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷାକୋଳି ପାଆନ୍ତି ନାହିଁ। 45 ଜଣେ ଭଲ ଲୋକର ମନ ଭିତରେ ଭଲ ବିଷୟ ସଞ୍ଚିତ ହୋଇ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତରେ ଖରାପ ବିଷୟ ସଞ୍ଚିତ ହୋଇ ରିହଥାଏ। ତେଣୁ ତା’ ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତରେ ଯାହା ଥାଏ, ସେ ତାହା କହିଥାଏ।

ଦୁଇ ପ୍ରକାରର ମଣିଷ

(ମାଥିଉ 7:24-27)

46 “ତୁମ୍ଭେମାନେ ମୋତେ କାହିଁକି ‘ପ୍ରଭୁ’, ପ୍ରଭୁ ବୋଲି ଡାକୁଛ? କିନ୍ତୁ ମୁଁ ଯାହା କହୁଛି, ତୁମ୍ଭେମାନେ ତ ତାହା କରୁ ନାହଁ? 47 ଯେଉଁ ଲୋକ ମୋ’ ପାଖକୁ ଆସେ, ମୋ’ ଉପଦେଶ ଶୁଣେ ଓ ତାହାକୁ ମାନେ, 48 ସେ ଲୋକ ଘର ତିଆରି କରୁଥିବା ଗୋଟିଏ ଲୋକ ଭଳି। ସେ ଗଭୀର କରି ଗାତ ଖୋଳେ ଓ ଦୃଢ଼ ପଥର ଉପରେ ମୂଳଦୁଆ ପକାଏ! ଯେତେବେଳେ ବଢ଼ି ଆସେ, ପାଣି ସେ ଘରକୁ ଭସେଇ ନେବାକୁ ଧ‌‌କ୍‌‌କା ମାରେ, କିନ୍ତୁ ଆଦୌ ହଲେଇ ପାରେ ନାହିଁ। କାରଣ ଘରଟି ମ‌ଜ୍‌ଭୂତ ଭାବରେ ତିଆରି ହୋଇଥାଏ।

49 “କିନ୍ତୁ ଯେଉଁ ଲୋକ ମୋର ଉପଦେଶ ଶୁଣେ, କିନ୍ତୁ ତାହା ମାନେ ନାହିଁ, ସେ ଲୋକ ମୂଳଦୁଆ ନ ପକାଇ କେବଳ ବାଲି ଉପରେ ଘର ତୋଳୁଥିବା ଲୋକଟିଏ ପରି। ଯେତେବେଳେ ବଢ଼ି ଆସେ, ଘରଟି ଅତି ସହଜରେ ପଡ଼ିଯାଏ ଏବଂ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center