Print Page Options
Previous Prev Day Next DayNext

Chronological

Read the Bible in the chronological order in which its stories and events occurred.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 11

ଯୀଶୁ ଓ ବାପ୍ତିଜକ ଯୋହନ

(ଲୂକ 7:18-35)

11 ଯୀଶୁ ତାହାଙ୍କର ବାରଜଣ ଯାକ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ସାରିବା ପରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେ ଗାଲିଲୀ ପ୍ରଦେଶର ସହରମାନଙ୍କରେ ତାହାଙ୍କର ଉପଦେଶ ଓ ବାର୍ତ୍ତା ପ୍ରଗ୍ଭର କରିବା ନିମନ୍ତେ ଗଲେ।

ବାପ୍ତିଜକ ଯୋହନ କାରାଗାରରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ଯ୍ୟକଳାପ ବିଷୟରେ ଶୁଣିଲେ। ସେ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଯେଉଁ ବ୍ୟକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସେହି ବ୍ୟକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?”

ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ। ଅନ୍ଧ ତା'ର ଦୃଷ୍ଟିଶକ୍ତି ଫେରି ପାଆନ୍ତି। ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଧନ୍ୟ।”

ଏ କଥା ଶୁଣି ଯୋହନଙ୍କ ଶିଷ୍ୟମାନେ ଫେରି ଯାଉଥିବା ସମୟରେ ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ଏ ମରୁଭୂମିକୁ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ପବନରେ ଦୋହଲୁ ଥିବା କୌଣସି ନଳଗଛକୁ?[a] ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ୟକ୍ତିଙ୍କୁ? ତା’ ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନରେ ପାଇ ପାରିବ। ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ କୌଣସି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ମଧ୍ୟ ଆହୁରି ବଡ଼। 10 ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଅଛି:

‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଜଣେ ଦୂତଙ୍କୁ ପଠାଉଛି।
    ସେ ତୁମ୍ଭ ପାଇଁ ରାସ୍ତା ପ୍ରସ୍ତୁତ କରିବେ।’(A)

11 “ମୁଁ ତୁମ୍ଭକୁ ସତ୍ୟ କହୁଛି, ବାପ୍ତିସ୍ମ ଦେଉଥିବା ଯୋହନଙ୍କଠାରୁ ମହାନ୍ ବ୍ୟକ୍ତି ଆଉ କେହିହେଲେ ଜନ୍ମ ହୋଇ ନାହାନ୍ତି। କିନ୍ତୁ ସ୍ୱର୍ଗରାଜ୍ୟରେ ଯେ ସବୁଠାରୁ ଛୋଟ, ସେ ଯୋହନଙ୍କଠାରୁ ମଧ୍ୟ ଶ୍ରେଷ୍ଠ। 12 ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟର ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରୟୋଗ କରି ଅଧିକାର କରି ନେବା ପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି। 13 ଯୋହନଙ୍କ ସମୟ ପୂର୍ବରୁ ସମସ୍ତ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଓ ମୋଶାଙ୍କ ନିୟମ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କହିଥିଲେ। 14 ଯଦି ତୁମ୍ଭେ ସେମାନଙ୍କ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ ବିଶ୍ୱାସ କରିବାକୁ ଇଚ୍ଛା କରୁଛ ତେବେ ଶୁଣ: ଯେଉଁ ଏଲିୟ ଆସିବେ ବୋଲି ସେମାନେ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କରିଥିଲେ, ସେ ହେଉଛନ୍ତି ଏହି ଯୋହନ। 15 ଯେଉଁମାନେ ମୋ’ କଥା ଶୁଣୁଛ, ଶୁଣ।

16 “ଏହି ଲୋକମାନଙ୍କ ବିଷୟରେ ମୁଁ କ’ଣ କହିବି। ସେମାନେ କେଉଁ ପ୍ରକାରର? ସେମାନେ ବଜାରରେ ବସିଥିବା ପିଲାମାନଙ୍କ ଭଳି। ସେ ପିଲାମାନେ ଅନ୍ୟ ପିଲାମାନଙ୍କୁ ଡାକି କୁହନ୍ତି:

17 ‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ।
    କିନ୍ତୁ ତୁମ୍ଭେ ନାଚିଲ ନାହିଁ।
ଆମ୍ଭେ ଶୋକ ଗୀତ ଗାଇଲୁ,
    କିନ୍ତୁ ତୁମ୍ଭେ ବିଳାପ କଲ ନାହିଁ।’

18 ବର୍ତ୍ତମାନର ଲୋକମାନେ ସେହିପରି। ଯୋହନ ଆସିଲେ, କିନ୍ତୁ ଅନ୍ୟମାନଙ୍କ ଭଳି ସେ ଖାଉ ନ ଥିଲେ କି ପିଉ ନ ଥିଲେ। ଲୋକେ କହିଲେ, ‘ତାହାଙ୍କ ଦେହରେ ଭୂତ ପଶି ଯାଇଛି।’ 19 ତା'ପରେ ମନୁଷ୍ୟପୁତ୍ର ଆସିଲେ। ସେ ଅନ୍ୟମାନଙ୍କ ଭଳି ଖିଆପିଆ କଲେ। ଲୋକେ କହିଲେ, ‘ଦେଖ, ଏ ଲୋକ ପେଟୁଆ ଓ ମଦୁଆ। ସେ ପାପୀ ଓ କରଆଦାୟକାରୀ ଓ ମନ୍ଦ ଲୋକମାନଙ୍କ ବନ୍ଧୁ।’ କିନ୍ତୁ କାର୍ଯ୍ୟ ଦ୍ୱାରା ଜ୍ଞାନ ସତ୍ୟ ବୋଲି ପ୍ରମାଣିତ ହୋଇଥାଏ।”

ଅବିଶ୍ୱାସୀ ଲୋକଙ୍କୁ ଯୀଶୁଙ୍କ ଚେତାବନୀ

(ଲୂକ 10:13-15)

20 ସେତେବେଳେ ଯୀଶୁ ଯେଉଁ ନଗରମାନଙ୍କରେ ଅଧିକାଂଶ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରିଥିଲେ, ସେହି ନଗରଗୁଡ଼ିକୁ ତିରସ୍କାର କଲେ। କାରଣ ସେଠାକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନ ଥିଲେ, କି ପାପ କରିବା ଛାଡ଼ି ନ ଥିଲେ, 21 ସେ କହିଲେ, ‘‘ହାୟ କୋରାଜୀନ୍! ହାୟ ବେ‌‌‌‌‌‌ଥ୍‌‌‌‌‌‌ସାଇଦା![b] ତୁମ୍ଭ ଅଞ୍ଚଳରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରାଗଲା, ସେଗୁଡ଼ିକ ଯଦି ସୋର ଓ ସୀଦୋନ[c]ରେ କରିଥାଆନ୍ତୁ, ତେବେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସେମାନେ ଅଖା ପିନ୍ଧି ଓ ଦେହରେ ପାଉଁଶ ବୋଳି ହୋଇ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ। 22 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ବିଗ୍ଭର ଦିନରେ ସୋର ଓ ସୀଦୋନର ଅପେକ୍ଷା ତୁମ୍ଭ ଦଶା ଅଧିକ ଖରାପ ହେବ।

23 “ହେ କଫର୍ନାହୂମ! ତୁ କ’ଣ ଭାବୁଛୁ ତୋତେ ସ୍ୱର୍ଗୀୟ ଗୌରବ ଦେବା ପାଇଁ ସ୍ୱର୍ଗକୁ ଉଠାଇ ନିଆଯିବ? ନା, ତୁମ୍ଭକୁ ପାତାଳରେ ନିକ୍ଷେପ କରାଯିବ। ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ତୋର ଅଞ୍ଚଳରେ କରାଯାଇଛି, ସେଗୁଡ଼ିକ ଯଦି ସଦୋମ[d]ରେ କରାଯାଇ ଥା’ନ୍ତା।, ତେବେ ସେଠାକାର ବାସିନ୍ଦା ପାପ କରିବା ବନ୍ଦ କରି ଦେଇଥାଆନ୍ତେ ଓ ସେ ନଗର ଏ ପର୍ଯ୍ୟନ୍ତ ତିଷ୍ଠି ରହି ପାରିଥା’ନ୍ତା। 24 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ନ୍ୟାୟ ହେବା ଦିନ ତୋର ଦଶା ସଦୋମର ଦଶା ଅପେକ୍ଷା ଅଧିକ ଖରାପ ହେବ।”

ଯୀଶୁ ତାହାଙ୍କର ଲୋକମାନଙ୍କୁ ଶାନ୍ତି ପ୍ରଦାନ କରନ୍ତି

(ଲୂକ 10:21-22)

25 ସେତେବେଳେ ଯୀଶୁ କହିଲେ, “ହେ ପରମପିତା, ତୁମ୍ଭେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଗ୍ଭଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନିକଟରେ ସେଗୁଡ଼ିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି। 26 ହଁ ପରମପିତା, ତୁମ୍ଭେ ପ୍ରକୃତରେ ଯାହା ଗ୍ଭହୁଁଥିଲ, ତାହା ଘଟିଲା।

27 “ମୋର ପରମପିତା ମୋତେ ସବୁକିଛ ଦେଇଛନ୍ତି। ପରମପିତାଙ୍କ ଛଡ଼ା ପୁତ୍ରଙ୍କୁ ଅନ୍ୟକେହି ଜାଣି ନାହାନ୍ତି। ପୁତ୍ରଙ୍କ ଛଡ଼ା କେହି ପରମପିତାଙ୍କୁ ପ୍ରକୃତରେ ଜାଣି ନାହାନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନୋନୀତ କରିବେ, ସେହିମାନେ କେବଳ ପରମପିତାଙ୍କ ନିକଟରେ ପ୍ରକାଶିତ ହେବେ।

28 “ହେ କ୍ଳାନ୍ତ-ଶ୍ରାନ୍ତ ଓ ଚିନ୍ତାରେ ଭାରଗ୍ରସ୍ତ ଥିବା ଲୋକମାନେ! ମୋ’ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦେବି। 29 ମୋର କାର୍ଯ୍ୟଭାର ତୁମ୍ଭେ ଗ୍ରହଣ କର। ମୋ'ଠାରୁ ଶିଖ। କାରଣ ମୁଁ ଆତ୍ମାରେ ସରଳ ଓ ନମ୍ର ତେଣୁ ତୁମ୍ଭେ ନିଜ ଆତ୍ମାରେ ବିଶ୍ରାମ ପାଇବ। 30 ଯେଉଁ କାର୍ଯ୍ୟ ମୁଁ ତୁମ୍ଭକୁ ଗ୍ରହଣ କରିବାକୁ କହୁଛି, ତାହା ସହଜ। ଏବଂ ଯେଉଁ ବୋଝ ତୁମ୍ଭ ଉପରେ ରଖୁଛି, ତାହା ହାଲୁକା।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center