Chronological
ପରମେଶ୍ୱରଙ୍କ ରାଜ୍ୟରେ କେଉଁମାନେ ପ୍ରବେଶ କରିବେ
(ମାଥିଉ 19:13-15; ମାର୍କ 10:13-16)
15 କେତେକ ଲୋକ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ, ଯେପରି ଯୀଶୁ ସେହି ପିଲାମାନଙ୍କୁ କେବଳ ଛୁଇଁବେ। ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଲୋକମାନଙ୍କୁ ଏହା ନ କରିବାକୁ କହିଲେ। 16 କିନ୍ତୁ ଯୀଶୁ ସେହି ଛୋଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି ଛୋଟ ପିଲାମାନଙ୍କ ଭଳି ହୋଇଥିବେ, କେବଳ ସେହିମାନେ ପରମେଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ। 17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଗୋଟିଏ ଛୋଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କଲେ ତା’ ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।”
ଜଣେ ଧନୀଲୋକ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ
(ମାଥିଉ 19:16-30; ମାର୍କ 10:17-31)
18 ଜଣେ ଯିହୂଦୀ ନେତା ଯୀଶୁଙ୍କୁ ପଗ୍ଭରିଲେ, “ହେ ଉତ୍ତମ ଗୁରୁ! ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବା ଉଚିତ୍?”
19 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହିଲ? କେବଳ ପରମେଶ୍ୱର ହିଁ ଉତ୍ତମ। 20 ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦେବି। ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାମାନ ଜାଣିଛ: ‘ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ, ତୁମ୍ଭେ କାହାରିକି ହତ୍ୟା କରିବ ନାହିଁ, କୌଣସି ଜିନିଷ ଗ୍ଭେରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟରେ କେବେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପା-ମାଙ୍କୁ ନିଶ୍ଚୟ ସମ୍ମାନ ଦେବ।’(A)”
21 କିନ୍ତୁ ଯିହୂଦୀ ନେତା ଜଣକ କହିଲେ, “ମୁଁ ମୋ’ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।”
22 ଏ କଥା ଶୁଣି ଯୀଶୁ ସେହି ନେତାଙ୍କୁ କହିଲେ, “ତଥାପି ଏ ପର୍ଯ୍ୟନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦେଇ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ୱର୍ଗରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମୋର ଅନୁସରଣ କର।” 23 ନେତା ଜଣକ ଏହା ଶୁଣି ବହୁତ ମନ ଦୁଃଖ କଲେ। ସେ ବହୁତ ଧନୀ ଥିଲେ ଓ ନିଜ ଧନତକ ରଖିବାକୁ ଗ୍ଭହୁଁଥିଲେ।
24 ସେହି ଯିହୂଦୀ ନେତାଙ୍କୁ ଦୁଃଖିତ ହେବାର ଦେଖି ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ। 25 ଜଣେ ଧନୀଲୋକ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଛୁଞ୍ଚି କଣାଦେଇ ଓଟଟିଏ ଗଳିଯିବା ଅଧିକ ସହଜ।”
କେଉଁମାନେ ପରିତ୍ରାଣ ପାଇ ପାରିବେ
26 ଲୋକମାନେ ଏ କଥା ଶୁଣିବା ପରେ କହିଲେ, “ତେବେ କେଉଁମାନେ ପରିତ୍ରାଣ ପାଇ ପାରିବେ?”
27 ଯୀଶୁ କହିଲେ, “ଯେଉଁ କାମ ମନୁଷ୍ୟ ପକ୍ଷରେ ସମ୍ଭବ ନୁହେଁ, ତାହା ପରମେଶ୍ୱର କରି ପାରିବେ।”
28 ପିତର କହିଲେ, “ଦେଖନ୍ତୁ, ଆମ୍ଭେ ଆମ୍ଭର ସର୍ବସ୍ୱ ଛାଡ଼ିଦେଇ ଆପଣଙ୍କ ଅନୁସରଣ କରିଛୁ।”
29 ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଯେଉଁ ଲୋକ ପରମେଶ୍ୱରଙ୍କ ରାଜ୍ୟ ପାଇଁ ତା'ର ଘର, ପତ୍ନୀ, ଭାଇ, ବାପାମା କିମ୍ବା ପିଲାମାନଙ୍କୁ ଛାଡ଼ିଥିବ, 30 ସେ ଛାଡ଼ିଥିବା ବସ୍ତୁ ଅପେକ୍ଷା ଅଧିକ ପାଇବ। ସେ ଲୋକ ଏହି ଜୀବନକାଳ ମଧ୍ୟରେ ତ ଅନେକ ଗୁଣ ଅଧିକ ପାଇବ ଏବଂ ମରିଗଲା ପରେ ମଧ୍ୟ ସେ ପରମେଶ୍ୱରଙ୍କ ସହିତ ଚିରକାଳ ବାସ କରିବ।
ଯୀଶୁ ମୃତ୍ୟୁରୁ ପୁଣି ଜୀବିତ ହେବେ
(ମାଥିଉ 20:17-19; ମାର୍କ 10:32-34)
31 ତା'ପରେ ଯୀଶୁ ଅଲଗା ଭାବରେ ବାରଜଣ ଶିଷ୍ୟଙ୍କୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ପରମେଶ୍ୱର ଭବିଷ୍ୟଦ୍ବକ୍ତାମାନଙ୍କୁ ମନୁଷ୍ୟପୁତ୍ରଙ୍କ ବିଷୟରେ ଯାହାସବୁ ଲେଖିବାକୁ କହିଥିଲେ, ସେ ସବୁ ଘଟିବ। 32 ତାହାଙ୍କ ଲୋକମାନେ ତାହାଙ୍କୁ ବିଧର୍ମୀମାନଙ୍କ ହାତରେ ଦେଇଦେବେ। ତାହାଙ୍କୁ ଉପହାସ କରାଯିବ। ଲୋକେ ତାହାଙ୍କୁ ଅପମାନ ଦେବେ ଓ ତାହାଙ୍କୁ ଉପରକୁ ଛେପ ପକାଇବେ। 33 ସେମାନେ ତାହାଙ୍କୁ ଗ୍ଭବୁକରେ ପିଟିବେ ଓ ଶେଷରେ ମାରିଦେବେ। କିନ୍ତୁ ମୃତ୍ୟୁର ତୃତୀୟ ଦିବସରେ ସେ ପୁଣି ଜୀବିତ ହୋଇ ଉଠିବେ।” 34 ପ୍ରେରିତମାନେ ଏ କଥା ବୁଝିବାକୁ ଚେଷ୍ଟା କଲେ। ମାତ୍ର ସେମାନେ ବୁଝି ପାରିଲେ ନାହିଁ। ଏ କଥାର ଅର୍ଥ ସେମାନଙ୍କ ପାଖରେ ଗୁପ୍ତ ରହିଲା।
ଯୀଶୁ ଗୋଟିଏ ଅନ୍ଧକୁ ସୁସ୍ଥ କଲେ
(ମାଥିଉ 20:29-34; ମାର୍କ 10:46-52)
35 ଯୀଶୁ ଯିରୀହୋ ନଗର ପାଖାପାଖି ହୋଇ ଆସିଲେ। ସେତେବେଳେ ରାସ୍ତା କଡ଼ରେ ଗୋଟିଏ ଅନ୍ଧ ବସିଥିଲା। ସେହି ଅନ୍ଧଟି ଭିକ ମାଗୁଥିଲା। 36 ସେ ରାସ୍ତାରେ ଯାଉଥିବା ଲୋକମାନଙ୍କ କୋଳାହଳ ଶୁଣିପାରି ପଗ୍ଭରିଲା, “ଘଟଣା କ’ଣ?”
37 ଲୋକମାନେ କହିଲେ, “ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଛନ୍ତି।”
38 ଅନ୍ଧଟି ଉତ୍ତେଜିତ ହୋଇ ପଡ଼ିଲା ଓ କହିଲା, “ଦାଉଦଙ୍କ ପୁତ୍ର ଯୀଶୁ ଦୟାକରି ମୋତେ ସାହାଯ୍ୟ କର।”
39 ଆଗରେ ଯାଉଥିବା ଲୋକମାନେ ଅନ୍ଧକୁ ଧମକ ଦେଲେ। ସେମାନେ ଅନ୍ଧକୁ ଚୁପ୍ ରହିବାକୁ କହିଲେ। କିନ୍ତୁ ସେ ଆହୁରି ଜୋର୍ରେ ପାଟିକରି କହିଲା, “ହେ ଦାଉଦଙ୍କ ପୁତ୍ର, ଦୟାକରି ମୋତେ ସାହାଯ୍ୟ କରନ୍ତୁ।”
40 ଯୀଶୁ ସେଠାରେ ଅଟକି ଗଲେ, ସେ ଆଜ୍ଞା ଦେଲେ, “ତାହାକୁ ମୋ’ ପାଖକୁ ଆଣ।” ସେ ପାଖକୁ ଆସିବା ପରେ ଯୀଶୁ ତାକୁ ପଗ୍ଭରିଲେ, 41 “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”
ସେହି ଅନ୍ଧଟି କହିଲା, “ପ୍ରଭୁ, ମୁଁ ପୁଣି ଥରେ ଦେଖି ପାରିବାକୁ ଗ୍ଭହୁଁଛି।”
42 ଯୀଶୁ ତାହାକୁ କହିଲେ, “ତୁମ୍ଭେ ଦୃଷ୍ଟି ଶକ୍ତି ଲାଭ କର। ତୁମ୍ଭର ବିଶ୍ୱାସ ହିଁ ତୁମ୍ଭକୁ ଉଦ୍ଧାର କଲା।”
43 ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫେରିପାଇଲା। ସେ ପରମେଶ୍ୱରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ୱରଙ୍କୁ ସ୍ତୁତିଗାନ କଲେ।
ଜଖିୟ
19 ଯୀଶୁ ଯିରୀହୋ ନଗର ଦେଇ ଯାଉଥିଲେ। 2 ଯିରୀହୋରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ। 3 ସେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଆହୁରି ମଧ୍ୟ ଅନେକ ଲୋକ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନ ଥିଲା। 4 ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସେଭଳି ଗୋଟିଏ ସ୍ଥାନକୁ ସେ ଦୌଡ଼ିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରିଗଛରେ ଚଢ଼ିଗଲେ।
5 ଯୀଶୁ ସେହି ସ୍ଥାନକୁ ଆସିଲେ। ସେ ଉପରକୁ ଗ୍ଭହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘରେ ରହିବି।”
6 ତା'ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ୟନ୍ତ ଖୁସୀରେ ସେ ଯୀଶୁଙ୍କୁ ନିଜ ଘରେ ସ୍ୱାଗତ କଲେ। 7 ସମସ୍ତେ ଏ କଥା ଦେଖିଲେ। ସେମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।”
8 ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।”
9 ଯୀଶୁ କହିଲେ, “ଏ ଲୋକଟି ପ୍ରକୃତରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପଯୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ। 10 ମନୁଷ୍ୟପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖୋଜିବାକୁ ଓ ସେମାନଙ୍କୁ ରକ୍ଷା କରିବାକୁ ଆସିଛନ୍ତି।
ପରମେଶ୍ୱର ଯାହା ଦିଅନ୍ତି ତାହା ଉପଯୁକ୍ତ ଭାବରେ ବ୍ୟବହାର କର
(ମାଥିଉ 25:14-30)
11 ଯୀଶୁ ଯିରୁଶାଲମର ପାଖାପାଖି ଆସିଗଲେ। କେତେକ ଲୋକ ଭାବିଲେ ଯେ ପରମେଶ୍ୱରଙ୍କ ରାଜ୍ୟ ଶୀଘ୍ର ଆସିଯିବ। 12 ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: “ଜଣେ ଅତି ମାନ୍ୟଗନ୍ୟ ବ୍ୟକ୍ତି ରାଜା ହେବା ପାଇଁ କୌଣସି ଏକ ଦୂର ରାଜ୍ୟକୁ ଯିବାକୁ ପ୍ରସ୍ତୁତ ହେଉଥିଲେ। ତା'ପରେ ସେ ଫେରି ଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ। 13 ସେ ନିଜର ଦଶ ଜଣ ଗ୍ଭକରଙ୍କୁ ଡାକିଲେ। ସେ ପ୍ରତ୍ୟେକ ଗ୍ଭକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, ‘ମୁଁ ଫେରିବା ପର୍ଯ୍ୟନ୍ତ ଏହି ଟଙ୍କାରେ ବ୍ୟବସାୟ କର।’ 14 ସେହି ବ୍ୟକ୍ତିଙ୍କୁ ସେ ରାଜ୍ୟର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସେମାନେ ତାହାଙ୍କ ପଛରେ ଦଳେ ଲୋକଙ୍କୁ ସେଠାକୁ ପଠାଇଲେ। ସେଠାକୁ ଯାଇ ଏହି ଦଳର ଲୋକମାନେ କହିଲେ, ‘ଆମ୍ଭେ ଗ୍ଭହୁଁନା ଯେ, ସେହି ବ୍ୟକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।’
15 “ତଥାପି ସେ ରାଜା ହୋଇଗଲେ। ତା'ପରେ ସେ ଘରକୁ ଫେରି ଆସିଲେ। ତା'ପରେ ସେ କହିଲେ, ‘ଯେଉଁ ଗ୍ଭକରମାନଙ୍କୁ ମୁଁ ମୋର ଟଙ୍କା ଦେଇଥିଲି ସେମାନଙ୍କୁ ଡାକ, ମୁଁ ଜାଣିବାକୁ ଗ୍ଭହୁଁଛି ଯେ, ସେହି ଟଙ୍କାରେ ସେମାନେ ଆଉ କେତେ ଅଧିକ ଲାଭ କରିଛନ୍ତି।’ 16 ପ୍ରଥମେ ଗ୍ଭକର ଜଣକ ଆସି କହିଲା, ‘ଆଜ୍ଞା, ଆପଣ ମୋତେ ଦେଇଥିବା ଟଙ୍କା ଥଳିଟିକୁ ବ୍ୟବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।’ 17 ରାଜା ଗ୍ଭକରମାନଙ୍କୁ କହିଲେ, “ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭକୁ ଛୋଟ ଛୋଟ ବିଷୟରେ ବିଶ୍ୱାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମୋର ଦଶଟି ନଗର ଶାସନ କରିବାକୁ ଦେବି।’
18 “ଦ୍ୱିତୀୟ ଗ୍ଭକରଟି ଆସିଲା ଓ କହିଲା, ‘ଆଜ୍ଞା, ଆପଣ ଦେଇଥିବା ଟଙ୍କା ଥଳିକୁ ବ୍ୟବହାର କରି ପାଞ୍ଚ ଥଳି ଟଙ୍କା ଅର୍ଜନ କରିଛି।’ 19 ରାଜା ସେହି ଗ୍ଭକରଟିକୁ କହିଲେ, ‘ତୁମ୍ଭେ ପାଞ୍ଚୋଟି ନଗର ଉପରେ ଶାସନ କରିବ।’
20 “ତା'ପରେ ଅନ୍ୟ ଗ୍ଭକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, ‘ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନାରେ ଏହାକୁ ଗୁଡ଼ାଇ ରଖିଥିଲି। 21 ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜନ କରି ନ ଥିବା ଟଙ୍କା ନେଇଥା’ନ୍ତି ଓ ନିଜେ ଉତ୍ପନ୍ନ କରି ନ ଥିବା ଖାଦ୍ୟଶସ୍ୟ ସଂଗ୍ରହ କରିଥା’ନ୍ତି।’
22 “ତା'ପରେ ରାଜା ସେହି ଗ୍ଭକରକୁ କହିଲେ, ‘ତୁମ୍ଭେ ଜଣେ ଦୁଷ୍ଟ ଗ୍ଭକର। ତୁମ୍ଭେ ମୋ’ ପ୍ରତି ବ୍ୟବହାର କରିଥିବା ଭାଷାରେ ମୁଁ ତୁମ୍ଭରି ବିଗ୍ଭର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠୋର ବ୍ୟକ୍ତି। ପୁଣି କହିଛ ଯେ ମୁଁ ଅର୍ଜନ ନ କରି ଟଙ୍କା ନିଏ ଓ ଉତ୍ପନ୍ନ ନ କରି ମଧ୍ୟ ଖାଦ୍ୟଶସ୍ୟ ସଂଗ୍ରହ କରେ।’ 23 ଯଦି ଏ କଥା ସତ୍ୟ, ତେବେ ତୁମ୍ଭେ ମୋ’ ଟଙ୍କା ବ୍ୟାଙ୍କରେ ଜମା ରଖି ପାରିଥା’ନ୍ତ ତା'ହେଲେ ମୁଁ ଫେରି ଆସିଲା ବେଳକୁ ମୋ’ ଟଙ୍କାରେ କିଛି ସୁଧ ଅର୍ଜ୍ଜନ କରାଯାଇ ପାରିଥା’ନ୍ତା 24 ସେଠାରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, ‘ଏ ଗ୍ଭକର ପାଖରୁ ଟଙ୍କା ଥଳିଟି ନେଇ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଗ୍ଭକରକୁ ଦେଇଦିଅ।”
25 “ଲୋକମାନେ ରାଜାଙ୍କୁ କହିଲେ, “କିନ୍ତୁ ଆଜ୍ଞା, ସେ ଗ୍ଭକରଟି ପାଖରେ ତ ଆଗରୁ ଦଶ ଥଳି ଟଙ୍କା ଅଛି।’
26 “ରାଜା କହିଲେ, ‘ଯଦି ଜଣେ ବ୍ୟକ୍ତି ତା’ ପାଖରେ ଯାହା ଅଛି ତାହାର ବ୍ୟବହାର କରେ ତେବେ ସେ ଆହୁରି ଅଧିକ ପାଇବ। କିନ୍ତୁ ଯେଉଁ ବ୍ୟକ୍ତି ତା’ ପାଖରେ ଯେତିକି ଅଛି, ତାହା ବ୍ୟବହାର କରେନି ତା'ଠାରୁ ତାହା ମଧ୍ୟ ଛଡ଼େଇ ନିଆଯିବ। 27 ବର୍ତ୍ତମାନ ମୋର ଶତ୍ରୁମାନେ କାହାନ୍ତି? ମୁଁ ସେମାନଙ୍କର ରାଜା ନ ହୁଏ ବୋଲି ଯେଉଁମାନେ ଗ୍ଭହୁଁଥିଲେ। ସେମାନେ କାହାନ୍ତି? ମୋ’ ଶତ୍ରୁମାନଙ୍କୁ ଏଠାକୁ ଆଣ। ସେମାନଙ୍କୁ ମୋ’ ଆଖି ଆଗରେ ମାରିଦିଅ।’”
ଯୀଶୁଙ୍କର ଯିରୁଶାଲମ ପ୍ରବେଶ
(ମାଥିଉ 21:1-11; ମାର୍କ 11:1-11; ଯୋହନ 12:12-19)
28 ଯୀଶୁ ଏସବୁ କହି ସାରିବା ପରେ ଯିରୁଶାଲମ ଆଡ଼କୁ ଯାତ୍ରା ଆରମ୍ଭ କଲେ। 29 ଜୀତପର୍ବତ ପାଖ ବେଥ୍ଫାଗୀ ଓ ବେଥନୀୟା ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ଏହା କହି ପଠାଇଲେ, 30 “ଆଗରେ ଯେଉଁ ଗାଁ ଦେଖାଯାଉଛି, ସେଠାକୁ ଯାଅ। ତୁମ୍ଭେମାନେ ଗାଁରେ ପଶିବା ମାତ୍ରେ ସେଠାରେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଉପରେ କେହି କେବେ ହେଲେ ଚଢ଼ି ନ ଥିବେ। ତାକୁ ଖୋଲି ଦେଇ ମୋ’ ପାଖକୁ ଆଣିବ। 31 ଯଦି କୌଣସି ଲୋକ ତୁମ୍ଭକୁ ପଗ୍ଭରେ ଯେ ତୁମ୍ଭେମାନେ ଗଧଟିକୁ କାହିଁକି ନେଇ ଯାଉଛ, ତେବେ ତୁମ୍ଭେମାନେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।’”
32 ଦୁଇଜଣ ଶିଷ୍ୟ ସେହି ଗାଁକୁ ଗଲେ, ଯୀଶୁ ସେମାନଙ୍କୁ ଯେଭଳି କହିଥିଲେ, ଠିକ୍ ସେହି ଅନୁସାରେ ସେମାନେ ଗଧଟିକୁ ପାଇଗଲେ। 33 ଶିଷ୍ୟମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସେମାନେ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଗଧଟିକୁ କାହିଁକି ଫିଟାଉଛ?”
34 ଶିଷ୍ୟମାନେ କହିଲେ, “ଏହାଠାରେ ପ୍ରଭୁଙ୍କର ଦରକାର ଅଛି।” 35 ତା'ପରେ ଶିଷ୍ୟମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ଗଧ ପିଠି ଉପରେ ସେମାନଙ୍କର ଲୁଗା ପକେଇଲେ। ତା'ପରେ ସେମାନେ ଯୀଶୁଙ୍କୁ ଗଧ ଉପରେ ବସାଇଲେ। 36 ଯୀଶୁ ଗଧ ଉପରେ ବସି ଯିରୁଶାଲମ ଆଡ଼କୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।
37 ଯୀଶୁ ଯିରୁଶାଲମର ପାଖ ହୋଇ ଆସୁଥିଲେ, ସେ ଜୀତପର୍ବତର ପାଦଦେଶ ନିକଟରେ ପହଞ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ୟଦଳ ଖୁସୀ ଥିଲେ। ସେମାନେ ଉଚ୍ଚସ୍ୱରରେ ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସେମାନେ ଯେଉଁସବୁ ଶକ୍ତିର କାର୍ଯ୍ୟମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ୱରଙ୍କ ସ୍ତୁତିଗାନ କଲେ। ସେମାନେ କହିଲେ, 38 “ସ୍ୱାଗତ କରି କହିଲେ:
“‘ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଛନ୍ତି, ତାହାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।’(B)
ସ୍ୱର୍ଗରେ ଶାନ୍ତି ଓ ପରମେଶ୍ୱରଙ୍କ ମହିମା ହେଉ।”
39 ଜନଗହଳିରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭର ଶିଷ୍ୟମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।”
40 କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାଯିବ। ଯଦି ମୋର ଶିଷ୍ୟମାନେ ଏସବୁ କଥା ନ କୁହନ୍ତି। ତାହାହେଲେ ଏ ପଥର ସବୁ ପାଟି କରି ତାହା ସବୁ କହିବେ।”
ଯିରୁଶାଲମ ପାଇଁ ଯୀଶୁଙ୍କର କ୍ରନ୍ଦନ
41 ଯୀଶୁ ଯିରୁଶାଲମ ପାଖରେ ପହଞ୍ଚିଲେ। ଯୀଶୁ ଯିରୁଶାଲମ ନଗରକୁ ଦେଖି ତା’ ପାଇଁ କାନ୍ଦି ପକାଇଲେ। 42 ଯୀଶୁ ଯିରୁଶାଲମକୁ କହିଲେ, “ତୁମ୍ଭକୁ କିପରି ଶାନ୍ତି ମିଳି ପାରିବ, ତାହା ତୁମ୍ଭେମାନେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭେମାନେ ଜାଣି ପାରିବ ନାହିଁ। କାରଣ ତାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି। 43 ତୁମ୍ଭ ସକାଶେ ଏପରି ସମୟ ଆସୁଛି। ଯେତେବେଳେ କି ତୁମ୍ଭର ଶତ୍ରୁମାନେ ତୁମ୍ଭ ଗ୍ଭରିପଟେ ଗୋଟିଏ ପାଚେରୀ ତିଆରି କରିଦେବେ। ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଫେରିଯାଇ ଅବରୋଧ କରିବେ। 44 ସେମାନେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରିଦେବେ। ତୁମ୍ଭ କୋଠାଗୁଡ଼ିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସେମାନେ ରଖେଇ ଦେବେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ୱର ଯେତେବେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।”
ଯୀଶୁ ମନ୍ଦିରକୁ ଯାଆନ୍ତି
(ମାଥିଉ 21:12-17; ମାର୍କ 11:15-19; ଯୋହନ 2:13-22)
45 ଯୀଶୁ ମନ୍ଦିର ଭିତରକୁ ଗଲେ। ସେ ମନ୍ଦିର ପରିସର ଭିତରେ କିଣା ବିକା କରୁଥିବା ଲୋକମାନଙ୍କୁ ବାହାର କରିବାକୁ ଲାଗିଲେ। 46 ଯୀଶୁ କହିଲେ, “ଶାସ୍ତ୍ରରେ ଲେଖାଅଛି: ‘ମୋ’ ଗୃହ ପ୍ରାର୍ଥନାଗୃହ ହେବ।’(C) କିନ୍ତୁ ତୁମ୍ଭେମାନେ ଏହାକୁ ଗ୍ଭେରମାନଙ୍କ ଆଡ୍ଡ଼ାସ୍ଥଳି କରି ଦେଇଛ।’”
47 ଯୀଶୁ ପ୍ରତିଦିନ ମନ୍ଦିରରେ ଉପଦେଶ ଦେଉଥିଲେ। ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ଜୀବନରେ ମାରି ଦେବାକୁ ଗ୍ଭହୁଁଥିଲେ। 48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ୟାନ ଦେଇ ଶୁଣୁଥିଲେ। ସେମାନେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ’ଣ କରିବେ ବୋଲି କିଛି ସ୍ଥିର କରି ପାରୁ ନ ଥିଲେ।
2010 by World Bible Translation Center