Chronological
ଯୀଶୁଙ୍କର ଯିହୂଦୀ ଧର୍ମ ନେତାଙ୍କୁ ସମାଲୋଚନା
(ମାର୍କ 12:38-40; ଲୂକ 11:37-52; 20:45-47)
23 ତା'ପରେ ଯୀଶୁ ଜନସମୂହ ଓ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, 2 “ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାର ବ୍ୟାଖ୍ୟା କରିବାର ଅଧିକାର ପାଇଛନ୍ତି। 3 ତେଣୁ ସେମାନେ ଯାହାସବୁ କହୁଛନ୍ତି, ତାହା ତୁମ୍ଭେ ମାନିବା ଉଚିତ୍। ତୁମ୍ଭକୁ ସେମାନେ ଯାହାସବୁ କରିବାକୁ କହୁଛନ୍ତି, ତୁମ୍ଭେ ତାହା କରିବା ଉଚିତ୍। କିନ୍ତୁ ସେମାନେ ଯାହାସବୁ କରୁଛନ୍ତି, ତୁମ୍ଭେ ତାହା କର ନାହିଁ। କାରଣ ସେମାନେ ଯାହାସବୁ କହନ୍ତି, ନିଜେ ତାକୁ କାର୍ଯ୍ୟରେ କେବେ କରନ୍ତି ନାହିଁ। 4 ମାନିବା ପାଇଁ କଠିନ ହେଲେ ମଧ୍ୟ ସେମାନେ ଲୋକମାନଙ୍କ ପାଇଁ କଡ଼ାକଡ଼ି ନିୟମ ତିଆରି କରନ୍ତି। ସେହି ନିୟମଗୁଡ଼ିକ ମାନିବା ପାଇଁ ସେମାନେ ଲୋକଙ୍କୁ ବାଧ୍ୟ କରନ୍ତି। କିନ୍ତୁ ସେମାନେ ନିଜେ କେବେ ହେଲେ ସେହି ନିୟମମାନଙ୍କ ମଧ୍ୟରୁ ଗୋଟିଏ ହେଲେ ଅନୁସରଣ କରିବାକୁ ଚେଷ୍ଟା କରନ୍ତି ନାହିଁ।
5 “କେବଳ ଅନ୍ୟ ଲୋକଙ୍କୁ ଦେଖେଇ ହେବା ପାଇଁ ଯାହାକିଛି ଭଲ କାମ, ତାହା ସେମାନେ କରନ୍ତି। ନିଜକୁ ଧାର୍ମିକ ଦେଖେଇ ହେବା ପାଇଁ ପ୍ରକୃତରେ ସେମାନେ ବଡ଼ବଡ଼ କବଚ ପିନ୍ଧିଥା’ନ୍ତି ଓ ନିଜର ସ୍ୱତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥା’ନ୍ତି। 6 ଭୋଜିମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ପାଇବାକୁ ସେମାନେ ଭଲ ପାଆନ୍ତି। 7 ସେମାନେ ବଜାର ସ୍ଥାନମାନଙ୍କରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସେମାନେ ଗ୍ଭହାନ୍ତି ଯେ ଲୋକେ ତାହାଙ୍କୁ ‘ରାବ୍ବୀ’[a] ବୋଲି ଡାକନ୍ତୁ।
8 “କିନ୍ତୁ ତୁମ୍ଭ ଭିତରୁ କେହି ନିଜକୁ ‘ରାବ୍ବୀ’ କହିବ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି। 9 “ଏ ସଂସାରରେ କାହାରିକୁ ‘ପରମପିତା’ ବୋଲି ସମ୍ବୋଧନ କର ନାହିଁ। ତୁମ୍ଭର ଜଣେ ମାତ୍ର ପରମପିତା ଯେ କି ସ୍ୱର୍ଗରେ ରହୁଛନ୍ତି। 10 ତୁମ୍ଭେ ନିଜକୁ ‘ମାଲିକ’ ବୋଲି କହିବ ନାହିଁ। କାରଣ ତୁମ୍ଭର କେବଳ ଜଣେ ମାତ୍ର ମାଲିକ, ସେ ହେଉଛନ୍ତି ଯୀଶୁ। 11 ଯେଉଁ ଲୋକ ଗ୍ଭକର ଭଳି ତୁମ୍ଭର ସେବା କରିବ, ସେ ଲୋକ ତୁମ୍ଭମାନଙ୍କ ମଧ୍ୟରେ ସବୁଠାରୁ ବଡ଼ ହେବ। 12 ଯେଉଁ ଲୋକ ନିଜକୁ ଅନ୍ୟ ଲୋକଙ୍କ ଅପେକ୍ଷା ଉଚ୍ଚ କରିବ, ତାକୁ ନତ କରାଯିବ। ଯେଉଁ ଲୋକ ନିଜକୁ ନତ କରିବ, ତାକୁ ମହାନ କରାଯିବ।
13 “ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭେମାନେ ଲୋକମାନଙ୍କ ପାଇଁ ସ୍ୱର୍ଗରାଜ୍ୟର ଦ୍ୱାର ବନ୍ଦ କରି ଦେଉଛ। ତୁମ୍ଭେମାନେ ନିଜେ ତ ପ୍ରବେଶ କରି ପାରୁ ନାହଁ, ତା’ ଛଡ଼ା ଯେଉଁ ଲୋକମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ମଧ୍ୟ ତୁମ୍ଭେମାନେ ଅଟକେଇ ଦେଉଛ। 14 [b]
15 “ରେ କପଟୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ! ହାୟ! ତୁମ୍ଭର ମାର୍ଗ ଅନୁସରଣ କରିବା ପାଇଁ ଲୋକ ଖୋଜି ପାଇବା ପାଇଁ ତୁମ୍ଭେ ବିଭିନ୍ନ ଦେଶ ଓ ସମୁଦ୍ର ପାରି ହୋଇ ଗ୍ଭଲିଯାଉଛ। ଯେତେବେଳେ ସେଭଳି ଲୋକଟିଏ ପାଇ ଯାଉଛ ସେତେବେଳେ ତାକୁ ତୁମ୍ଭେ ତୁମ୍ଭଠାରୁ ଅଧିକ ଖରାପ କରିପକାଉଛ। ତୁମ୍ଭେ ସବୁ ଏତେ ଖରାପ ଯେ ତୁମ୍ଭେ କେବଳ ନର୍କର ଅଧିକାରୀ ହେବ।
16 “ରେ ଅନ୍ଧ ମାର୍ଗଦର୍ଶକଗଣ! ତୁମ୍ଭକୁ ଧିକ୍! ତୁମ୍ଭେ କହିଥାଅ, ଯଦି କେହି ଲୋକ ଉପାସନା ମନ୍ଦିର ନାମରେ ରାଣ ପକାଇ ଶପଥ କରିଥାଏ, ତେବେ ତାକୁ ସେହି ଶପଥ ରଖିବା ଦରକାର ନାହିଁ। କିନ୍ତୁ ଯେଉଁ ଲୋକ ଉପାସନା ମନ୍ଦିରର ସୁନା ନାମରେ ରାଣ ପକାଇ ଶପଥ କରେ, ତେବେ ସେ ନିଶ୍ଚୟ ସେହି ଶପଥ ରକ୍ଷା କରିବ’। 17 ତୁମ୍ଭେମାନେ ଅନ୍ଧ ଓ ମୂର୍ଖ! ଅଧିକ ବଡ଼ କିଏ? ସୁନା ନା ମନ୍ଦିର? ମନ୍ଦିର ସେହି ସୁନାକୁ ପବିତ୍ର କରିଥାଏ। ତେଣୁ ମନ୍ଦିର ଅଧିକ ବଡ଼।
18 “ତୁମ୍ଭେମାନେ କହିଥାଅ, ‘ଯଦି କେହି ବେଦୀନାମରେ ଶପଥ ନିଏ, ତେବେ ତା'ର କୌଣସି ଅର୍ଥ ନାହିଁ। କିନ୍ତୁ ଯଦି ଜଣେ ବେଦୀ ଉପରେ ରଖାଯାଇଥିବା ଉପହାର ନାମରେ ଶପଥ ନିଏ, ତେବେ ତାକୁ ନିଶ୍ଚିତ ଭାବରେ ରକ୍ଷା କରିବାକୁ ପଡ଼ିବ’। 19 ତୁମ୍ଭେମାନେ ଅନ୍ଧ। ତୁମ୍ଭେ କିଛି ବୁଝି ନାହଁ। ବଡ଼ କିଏ? ବେଦୀ ନା ଉପହାର? ବେଦୀ ଉପହାରକୁ ପବିତ୍ର କରିଥାଏ। ତେଣୁ ବେଦୀ ବଡ଼। 20 “ଏଣୁ ଯଦି କେହି ବେଦୀ ନାମରେ ଶପଥ କରେ, ତେବେ ସେ ବେଦୀ ସହିତ ବେଦୀ ଉପରେ ଯାହା ରଖାଯାଇଥାଏ, ସେ ସମସ୍ତଙ୍କ ନାମରେ ଶପଥ କରିଥାଏ। 21 ଯେଉଁ ଲୋକ ମନ୍ଦିର ନାମରେ ଶପଥ କରେ, ସେ ମନ୍ଦିର ଭିତରେ ଜଣେ ଯିଏ ଅଛନ୍ତି, ତାହାଙ୍କ ନାମରେ ଶପଥ ନେଇଥାଏ। 22 ଏବଂ ଯେଉଁ ଲୋକ ସ୍ୱର୍ଗ ନାମରେ ଶପଥ ନେଇଥାଏ, ସେ ପରମେଶ୍ୱରଙ୍କ ସିଂହାସନ ସହିତ ସେହି ସିଂହାସନ ଉପରେ ଯିଏ ବିରାଜମାନ, ତାହାଙ୍କ ନାମରେ ମଧ୍ୟ ଶପଥ ନେଇଥାଏ।
23 “ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା'ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍। 24 ତୁମ୍ଭେମାନେ ଲୋକଙ୍କୁ ମାର୍ଗ ବତାଉଛ, କିନ୍ତୁ ତୁମ୍ଭେମାନେ ନିଜେ ଅନ୍ଧ। ତୁମ୍ଭେମାନେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।
25 “ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେମାନେ ଧିକ! ତୁମ୍ଭେମାନେ ତୁମ୍ଭର ଥାଳିଗିନାର ବାହାର ପଟ ଭଲ ଭାବରେ ଧୋଉଛ। କିନ୍ତୁ ତୁମ୍ଭମାନଙ୍କର ଅନ୍ତର ଅନ୍ୟକୁ ଠକି ନିଜକୁ ତୋଷିବା ପଦାର୍ଥରେ ପୂର୍ଣ୍ଣ କରୁଛ। 26 ରେ ଅନ୍ଧ ଫାରୂଶୀମାନେ! ପ୍ରଥମେ ଗିନାର ଭିତର ପଟ ମାଜି ସଫା କର। କିନ୍ତୁ ବାସ୍ତବରେ ଗିନାର ଭିତର ପଟ ସଫା ରହିଲେ ବାହାର ପଟ ମଧ୍ୟ ସଫା ହୋଇ ପାରିବ।
27 “ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳାରଙ୍ଗ ବୋଳା ହୋଇଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦେଖାଯାଏ। କିନ୍ତୁ ସମାଧି ଭିତର ମଲା ଲୋକର କେବଳ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା’ ଭିତରେ ଥାଏ। 28 ଠିକ୍ ସେହିଭଳି ତୁମ୍ଭେ ବାହାରୁ ତ ଅନ୍ୟମାନଙ୍କୁ ସୁନ୍ଦର ଦେଖା ଯାଉଛ, କିନ୍ତୁ ଭିତରେ ତୁମ୍ଭେ ଚ୍ଛନ୍ଦ କପଟ ଓ ଖରାପ ଗୁଣରେ ପରିପୂର୍ଣ୍ଣ।
29 “ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କ ପାଇଁ ସମାଧି ତିଆରି କରୁଛ। ଯେଉଁ ଲୋକମାନେ ଭଲ ଜୀବନ କଟାଇଥିଲେ, ତୁମ୍ଭେମାନେ ତାହାଙ୍କ ସମାଧି ସୁଶୋଭିତ କରୁଛ। 30 ଏବଂ ତୁମ୍ଭେମାନେ କହୁଛ ଯେ ‘ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହୋଇଥାଆନ୍ତୁ, ତେବେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ମାରିଦେବା ପାଇଁ ଆମ୍ଭେ କେବେ ହେଲେ ସାହାଯ୍ୟ କରି ନ ଥା’ନ୍ତୁ।’ 31 ତୁମ୍ଭେ ପ୍ରମାଣିତ କରି ଦେଉଛ ଯେ ତୁମ୍ଭେମାନେ ସେହି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କଲେ। 32 ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରିଦେଇଥିଲେ, ତୁମ୍ଭେ ତାହାକୁ ଶେଷ କରିବ।
33 “ତୁମ୍ଭେମାନେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳରେ ଜନ୍ମ ହୋଇଛ। ତୁମ୍ଭେ ପରମେଶ୍ୱରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଗ୍ଭର କରାଯିବ ଓ ତୁମ୍ଭେମାନେ ନର୍କକୁ ଯିବ। 34 ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।
35 “ତେଣୁ ଧାର୍ମିକ ଲୋକ ହେବଲଙ୍କଠାରୁ ଆରମ୍ଭ କରି ବେରିଖିୟଙ୍କ ପୁତ୍ର ଯିଖରିୟଙ୍କ ପର୍ଯ୍ୟନ୍ତ ଏ ପୃଥିବୀରେ ଯେତେ ଭଲ ଲୋକଙ୍କୁ ମାରି ଦିଆଯାଇଛି, ସେଥିପାଇଁ ତୁମ୍ଭେମାନେ ଦୋଷୀ ସାବ୍ୟସ୍ତ ହେବ। ବେରିଖିୟଙ୍କ ପୁତ୍ର ଯିଖରିୟଙ୍କୁ ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ତୁମ୍ଭେମାନେ ହତ୍ୟା କରିଥିଲ। 36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ବର୍ତ୍ତମାନ ତୁମ୍ଭ ସହ ଜୀବିତ ଥିବା ଲୋକମାନଙ୍କ ପାଇଁ ଏହି ସମସ୍ତ କଥା ଘଟିବ।
ଯିରୁଶାଲମର ଲୋକମାନଙ୍କୁ ଯୀଶୁଙ୍କ ସତର୍କତା
(ଲୂକ 13:34-35)
37 “ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ। 38 ବର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ଯିବ। 39 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ଯେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ନ କହିଛ: ‘ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି, ସେ ଧନ୍ୟ, ସେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ’।(A)”
ଯିହୂଦୀ ନେତାମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ
(ମାଥିଉ 21:23-27; ମାର୍କ 11:27-33)
20 ଦିନେ ଯୀଶୁ ମନ୍ଦିର ଭିତରେ ଥିଲେ। ସେ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ଯୀଶୁ ଲୋକମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ସୁସମାଗ୍ଭର କହୁଥିଲେ। ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ପ୍ରଶ୍ନ ପଗ୍ଭରିବାକୁ ଆସିଲେ। 2 ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହ, କେଉଁ ଅଧିକାର ବଳରେ ତୁମ୍ଭେ ଏସବୁ କାମ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”
3 ଯୀଶୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋତେ କୁହ: 4 ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମଣିଷଠାରୁ ଆସିଥିଲା?”
5 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଏ ବିଷୟରେ କଥାବାର୍ତ୍ତା ହେଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା, ତେବେ ସେ ପଗ୍ଭରିବେ, ‘ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’ 6 କିନ୍ତୁ ଆମ୍ଭେ ଯଦି କହିବା, ‘ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,’ ତେବେ ସବୁ ଲୋକ ଆମ୍ଭ ଉପରକୁ ଟେକା ପଥର ଫିଙ୍ଗି ଆମ୍ଭକୁ ଜୀବନରେ ମାରିଦେବେ। କାରଣ ସେମାନେ ଯୋହନଙ୍କୁ ଭବିଷ୍ୟଦ୍ବକ୍ତା ରୂପେ ବିଶ୍ୱାସ କରନ୍ତି।” 7 ତେଣୁ ସେମାନେ କହିଲେ, “ଆମ୍ଭେ ଜାଣି ନାହୁଁ।”
8 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତେବେ ତୁମ୍ଭମାନଙ୍କୁ କହିବି ନାହିଁ ଯେ ମୁଁ କେଉଁ ଅଧିକାରରେ ଏ ସବୁ କାମ କରୁଛି।”
ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାନ୍ତି
(ମାଥିଉ 21:33-46; ମାର୍କ 12:1-12)
9 ତା'ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, “ଗୋଟିଏ ଲୋକ କିଛି ଜମିରେ ଅଙ୍ଗୁର ଗ୍ଭଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦେଇଦେଲା। ତା'ପରେ ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେଠାରୁ ଗ୍ଭଲିଗଲା। 10 ପରେ ଅଙ୍ଗୁର ତୋଳିବା ସମୟ ଆସିଲା। ତେଣୁ ଲୋକଟି ତା'ର ଜଣେ ଗ୍ଭକରକୁ ଏହି କୃଷକମାନଙ୍କ ପାଖକୁ ପଠାଇଲା ଯେପରି କୃଷକମାନେ ତାହାଙ୍କ ଭାଗ ଅଙ୍ଗୁର ଗ୍ଭକର ହାତରେ ଦେଇଦେବେ। କିନ୍ତୁ କୃଷକମାନେ ଗ୍ଭକରକୁ ମାଡ଼ ମାରି ଖାଲି ହାତରେ ପଠେଇ ଦେଲେ। 11 ତେଣୁ ଲୋକଟି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ଼ ମାରିଲେ ଓ ତା’ ପ୍ରତି ଅସମ୍ମାନ ବ୍ୟବହାର କଲେ। ସେମାନେ ତାକୁ ମଧ୍ୟ କିଛି ନ ଦେଇ ପଠେଇ ଦେଲେ। 12 ତେଣୁ ଜମିମାଲିକ ପୁଣି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ।
13 “ଜମିମାଲିକ କହିଲା, ‘ଏବେ ମୁଁ କ’ଣ କରିବି? ମୁଁ ମୋ’ ପୁଅକୁ ପଠାଇବି। ମୁଁ ମୋ’ ପୁଅକୁ ଅତ୍ୟଧିକ ଭଲ ପାଏ। ହୁଏତ ମୋ’ ପୁଅକୁ କୃଷକମାନେ ସମ୍ମାନ ଦେଇପାରନ୍ତି।’ 14 କୃଷକମାନେ ମାଲିକର ପୁଅକୁ ଦେଖି କୁହାକୁହି ହେଲେ, ‘ଏତ ଜମିମାଲିକର ପୁଅ। ଏ ଜମି ଖଣ୍ଡିକ ତା'ର ହିଁ ହେବ। ଆମ୍ଭେ ତାକୁ ମାରିଦେଲେ ଜମିଟି ଆମ୍ଭରି ହୋଇଯିବ।’ 15 ତେଣୁ କୃଷକମାନେ ମାଲିକର ପୁଅକୁ ଜୀବନରେ ମାରିଦେଲେ ଓ ଜମି ବାହାରକୁ ଫିଙ୍ଗି ଦେଲେ।
“ଏବେ ଜମିମାଲିକ କ’ଣ କରିବ? 16 ସେ ଆସି ସେହି କୃଷକମାନଙ୍କୁ ଜୀବନରେ ମାରିଦେବ। ତା'ପରେ ସେହି ଜମିଟିକୁ ଆଉ କେତେକ କୃଷକଙ୍କୁ ଭାଗ ଦେଇଦେବେ।”
ଲୋକମାନେ ଏହି ଦୃଷ୍ଟାନ୍ତଟି ଶୁଣିଲେ ଓ ସେମାନେ କହିଲେ, “ଯେ, ଏ କଥା କେବେ ହେଲେ ନ ହେଉ।” 17 ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ତେବେ ଧର୍ମଶାସ୍ତ୍ରର ଏହି ପଦର ଅର୍ଥ କ’ଣ ହେବ?
‘ନିର୍ମାତାମାନେ ଯେଉଁ ପଥରକୁ ନାପସନ୍ଦ କରିଦେଲେ,
ସେହି ପଥରଟି ମୂଳଦୁଆର ପ୍ରଧାନ ପଥର ହୋଇଗଲା।’(A)
18 ଯେଉଁ ଲୋକ ସେହି ପଥର ଉପରେ ଖସି ପଡ଼ିବ, ତା'ର ହାଡ ଗୋଡ଼ ଭାଙ୍ଗିଯିବ। କିନ୍ତୁ ସେହି ପଥର ଯାହା ଉପରେ ପଡ଼ିବ, ତାହା ତାକୁ ଚୁର୍ମାର୍ କରିଦେବ।”
19 ଧର୍ମଶାସ୍ତ୍ରୀ ଓ ମୁଖ୍ୟ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସେମାନେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସେମାନଙ୍କ ଉଦ୍ଦେଶ୍ୟରେ କୁହାଯାଇଛି। ତେଣୁ ସେମାନେ ଯୀଶୁଙ୍କୁ ଠିକ୍ ସେତିକିବେଳେ ବନ୍ଦୀ କରିବାକୁ ଗ୍ଭହିଁଲେ। କିନ୍ତୁ ଲୋକମାନେ କାଳେ କ’ଣ କିଛି କରିପକାଇବେ, ସେଥିପାଇଁ ସେମାନେ ଡରୁଥିଲେ।
ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଯିହୂଦୀ ନେତାମାନଙ୍କ ଚେଷ୍ଟା
(ମାଥିଉ 22:15-22; ମାର୍କ 12:13-17)
20 ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ। 21 ସେହି ଲୋକମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁ ନାହାନ୍ତି। ଆପଣ ପରମେଶ୍ୱରଙ୍କ ମାର୍ଗ ବିଷୟରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ୟ। 22 ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଆମ୍ଭ ପକ୍ଷେ ଠିକ୍ ହେବ କି ନାହିଁ?”
23 କିନ୍ତୁ ଯୀଶୁ ଜାଣିଥିଲେ ଯେ ଏହି ଲୋକମାନେ ତାହାଙ୍କୁ ଫାନ୍ଦରେ ପକାଇବାକୁ ଗ୍ଭହୁଁଛନ୍ତି। ତେଣୁ ଯୀଶୁ ସେମାନଙ୍କୁ କହିଲେ, 24 “ମୋତେ ଗୋଟିଏ ମୁଦ୍ରା ଦେଖାଅ, ମୁଦ୍ରା ଉପରେ କାହାର ନାମ ଅଛି ଏବଂ କାହାର ଛବି ଅଛି?”
ସେମାନେ କହିଲେ, “କାଇସରଙ୍କର।”
25 ଯୀଶୁ ସେମାନଙ୍କୁ କହିଲେ, “ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦେଇଦିଅ, ଯାହା ପରମେଶ୍ୱରଙ୍କର ତାହା ପରମେଶ୍ୱରଙ୍କୁ ଦେଇଦିଅ।”
26 ଲୋକମାନେ ଯୀଶୁଙ୍କର ଏହି ବୁଦ୍ଧିପୂର୍ଣ୍ଣ ଉତ୍ତର ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କିଛି କହି ପାରିଲେ ନାହିଁ। ସେମାନେ ଯୀଶୁଙ୍କୁ ସମସ୍ତଙ୍କ ଆଗରେ ଫାନ୍ଦରେ ପକାଇ ପାରିଲେ ନାହିଁ। ଯୀଶୁ ଏଭଳି କିଛି କହିଲେ ନାହିଁ, ଯାହାକୁ ସେମାନେ ଯୀଶୁଙ୍କ ବିରୁଦ୍ଧରେ ବ୍ୟବହାର କରି ପାରିବେ।
କେତେକ ସାଦ୍ଦୂକୀ ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ
(ମାଥିଉ 22:23-33; ମାର୍କ 12:18-27)
27 କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠି ପାରିବେ ନାହିଁ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, 28 “ଗୁରୁ! ମୋଶା ଆମ୍ଭ ପାଇଁ ଲେଖିଥିଲେ ଯେ ଯଦି ଜଣେ ବିବାହିତ ପୁରୁଷ କୌଣସି ସନ୍ତାନସନ୍ତତି ନ ଥାଇ ମରିଯାଏ, ତେବେ ତା'ର ଭାଇ ନିଶ୍ଚୟ ସେହି ମୃତ ଭାଇର ପତ୍ନୀକୁ ବିବାହ କରିବ। ତାହାହେଲେ ସେ ତା’ ମୃତ ଭାଇ ପାଇଁ ସେହି ସ୍ତ୍ରୀଠାରୁ ସନ୍ତାନସନ୍ତତି ଉତ୍ପନ୍ନ କରି ପାରିବ। 29 ଥରେ ସାତ ଜଣ ଭାଇ ଥିଲେ। ବଡ଼ ଭାଇଟି ବିବାହ କରିଥିଲା। କୌଣସି ସନ୍ତାନ ନ ଥାଇ ସେ ଭାଇଟି ମରିଗଲେ। 30 ତା'ପରେ ସେହି ସ୍ତ୍ରୀ ଲୋକଟିକୁ ଦ୍ୱିତୀୟ ଭାଇ ବିବାହ କଲା। କିନ୍ତୁ ସେ ମଧ୍ୟ ମରିଗଲା। 31 ତା'ପରେ ତୃତୀୟ ଭାଇଟି ସେହି ସ୍ତ୍ରୀକୁ ବିବାହ କଲା ଓ ମରିଗଲା। ଅନ୍ୟ ଭାଇମାନଙ୍କ ପ୍ରତି ମଧ୍ୟ ସେହି ଏକା କଥା ଘଟିଲା। ସେମାନେ ସମସ୍ତେ ମରିଗଲେ ଓ କାହାରି ହେଲେ ସନ୍ତାନସନ୍ତିତି ଜନ୍ମ ହୋଇ ନ ଥିଲେ। 32 ଶେଷରେ ସେହି ସ୍ତ୍ରୀଟି ମଧ୍ୟ ମରିଗଲା। 33 ସାତ ଭାଇଯାକ ତାକୁ ବିବାହ କରିଥିଲେ। ତେବେ ଯେତେବେଳେ ଲୋକେ ମୃତ୍ୟୁରୁ ପୁଣି ଜୀବନ ନ ପାଇ ଉଠିବେ, ସେତେବେଳେ ଏହି ସ୍ତ୍ରୀଟି କାହାର ପତ୍ନୀ ହେବ?”
34 ଯୀଶୁ ସାଦ୍ଦୂକୀମାନଙ୍କୁ କହିଲେ, “ସଂସାରରେ ଲୋକମାନେ ପରସ୍ପର ମଧ୍ୟରେ ବିବାହ କରିଥା’ନ୍ତି। 35 କିନ୍ତୁ କେତେକ ଲୋକ ମୃତ୍ୟୁରୁ ପୁଣି ବଞ୍ଚି ଉଠିବାକୁ ଯୋଗ୍ୟ ହେବେ ଓ ସେମାନେ ଏହି ଜୀବନ ପରେ ମଧ୍ୟ ପୁଣି ଜୀବିତ ରହିବେ। ସେହି ଜୀବନରେ ସେମାନେ ବିବାହ କରିବେ ନାହିଁ। 36 ସେହି ଜୀବନରେ ଲୋକମାନେ ସ୍ୱର୍ଗଦୂତଙ୍କ ପରି ହୋଇଥା’ନ୍ତି ଓ ସେମାନେ କେବେ ହେଲେ ମରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ସନ୍ତାନ କାରଣ ମୃତ୍ୟୁରୁ ପୁଣି ବଞ୍ଚି ଉଠିଥା’ନ୍ତି। 37 ମୋଶା ସ୍ପଷ୍ଟ ଭାବରେ ଦେଖେଇ ଦେଇଛନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠନ୍ତି। ମୋଶା ଯେତେବେଳେ ‘ଜ୍ୱଳନ୍ତବୁଦା’[a] ବିଷୟରେ ଲେଖିଲେ, ସେ କହିଥିଲେ ଯେ, ‘ପ୍ରଭୁ (ପରମେଶ୍ୱର) ହେଉଛନ୍ତି ଅବ୍ରହାମଙ୍କ ପରମେଶ୍ୱର, ଇସ୍ହାକଙ୍କ ପରମେଶ୍ୱର, ଓ ଯାକୁବଙ୍କ ପରମେଶ୍ୱର’[b] 38 ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ଏ ଲୋକମାନେ ପ୍ରକୃତରେ ମୃତ ନୁହନ୍ତି। ସେ କେବଳ ଜୀବିତ ଲୋକମାନଙ୍କ ପରମେଶ୍ୱର। ଯେଉଁମାନେ ପରମେଶ୍ୱରଙ୍କ ଲୋକ, ସେମାନେ ସମସ୍ତେ ଜୀବିତ ଅଟନ୍ତି।
39 ଧର୍ମଶାସ୍ତ୍ରୀମାନେ କହିଲେ, “ଗୁରୁ, ଆପଣଙ୍କ ଉତ୍ତର ବହୁତ ଭଲ ଥିଲା।” 40 ଯୀଶୁଙ୍କୁ ଆଉ ଅଧିକ ପ୍ରଶ୍ନ ପଗ୍ଭରିବାକୁ କେହି ସାହସ କଲେ ନାହିଁ।
ଖ୍ରୀଷ୍ଟ କ’ଣ ଦାଉଦଙ୍କ ପୁତ୍ର
(ମାଥିଉ 22:41-46; ମାର୍କ 12:35-37)
41 ତା'ପରେ ଯୀଶୁ କହିଲେ, “ଲୋକେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର? 42 ଗୀତସଂହିତାରେ ଦାଉଦ ନିଜେ କହିଛନ୍ତି:
‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁ ଖ୍ରୀଷ୍ଟଙ୍କୁ କହିଲେ,
ମୋର ଡାହାଣ ପଟେ ମୋ’ ପାଖରେ ବସ।
43 ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ଶକ୍ତି ଅଧୀନରେ ରଖିବି।’(B)
44 ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ କହିଛନ୍ତି। କିନ୍ତୁ ଖ୍ରୀଷ୍ଟ ମଧ୍ୟ ଦାଉଦଙ୍କ ପୁତ୍ର। ଏ ଉଭୟ କଥା କିପରି ସତ୍ୟ ହୋଇ ପାରିବ?”
ଧର୍ମଶାସ୍ତ୍ରୀମାନଙ୍କ ବିରୁଦ୍ଧରେ ଚେତାବନୀ
(ମାଥିଉ 23:1-36; ମାର୍କ 12:38-40; ଲୂକ 11:37-54)
45 ସବୁଲୋକେ ଯୀଶୁଙ୍କ ଉପଦେଶ ଶୁଣୁଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, 46 “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ୟଗନ୍ୟ ବ୍ୟକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସେମାନେ ଗ୍ଭହାନ୍ତି। ହାଟବଜାରରେ ଲୋକେ ତାହାଙ୍କୁ ସମ୍ମାନ ଦେଖାନ୍ତୁ ବୋଲି ସେମାନେ ଭଲ ପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କରେ ସବୁଠାରୁ ଶ୍ରେଷ୍ଠ ଆସନଗୁଡ଼ିକ ପାଇବାକୁ ସେମାନେ ଭଲ ପାଆନ୍ତି। ଭୋଜିମାନଙ୍କରେ ସବୁଠାରୁ ପ୍ରଧାନ ଆସନରେ ବସିବାକୁ ସେମାନେ ଭଲ ପାଆନ୍ତି। 47 କିନ୍ତୁ ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ୍ଚ ମନୋଭାବ ଦେଖାନ୍ତି। ସେମାନେ ବିଧବାମାନଙ୍କର ଘରଦ୍ୱାର ଠକି କରି ନେଇ ଥା’ନ୍ତି। ସେମାନେ ଲମ୍ବାଲମ୍ବା ପ୍ରାର୍ଥନା କରି ନିଜକୁ ଭଲ ବୋଲି ଦେଖେଇ ହେବାକୁ ଚେଷ୍ଟା କରନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ କଠିନ ଦଣ୍ଡ ଦେବେ।”
ପ୍ରକୃତ ଦାନ
(ମାର୍କ 12:41-44)
21 ଯୀଶୁ ଦେଖିଲେ ଯେ କେତେକ ଧନୀଲୋକ ମନ୍ଦିରର ଦାନବାକ୍ସରେ ପରମେଶ୍ୱରଙ୍କ ପାଇଁ ଦାନ ଦେଉଛନ୍ତି। 2 ଯୀଶୁ ଗୋଟିଏ ଗରିବ ବିଧବାକୁ ଦେଖିଲେ। ସେହି ବିଧବା ଲୋକଟି ଦାନବାକ୍ସରେ ଦୁଇଟି ତମ୍ବା ପଇସା ପକାଇଲା। 3 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏହି ଗରିବ ବିଧବାଟି କେବଳ ଦୁଇଟି ତମ୍ବା ପଇସା ଦାନ ଦେଲା। କିନ୍ତୁ ପ୍ରକୃତରେ ସେ ଏହି ଧନୀଲୋକମାନଙ୍କଠାରୁ ବହୁତ ଅଧିକ ଦେଲା। 4 ଧନୀଲୋକମାନଙ୍କର ପ୍ରଚୁର ଅର୍ଥ ଅଛି। ସେମାନେ ସେମାନଙ୍କର ଦରକାର ନ ଥିବା ଅର୍ଥ ଦାନ କଲେ। ଏ ସ୍ତ୍ରୀଲୋକଟି ବହୁତ ଗରିବ। କିନ୍ତୁ ସେ ତା'ର ସର୍ବସ୍ୱ ଦାନ କରିଦେଲା। ସେହି ଅର୍ଥ ତା'ର ବଞ୍ଚିବା ପାଇଁ ଦରକାର ଥିଲା।”
ମନ୍ଦିରର ଧ୍ୱଂସ
(ମାଥିଉ 24:1-14; ମାର୍କ 13:1-13)
5 କେତେକ ଶିଷ୍ୟ ମନ୍ଦିର ବିଷୟରେ କଥାବାର୍ତ୍ତା ହେଉଥିଲେ। ସେମାନେ କହିଲେ, “ଏହା ଗୋଟିଏ ସୁନ୍ଦର ମନ୍ଦିର। ଏହା ସବୁଠାରୁ ଭଲ ପଥରରେ ତିଆରି ହୋଇଛି। ଦେଖ ପରମେଶ୍ୱରଙ୍କୁ କିପରି ଭଲଭଲ ଦାନ ଅର୍ପଣ କରାଯାଇଛି!”
6 କିନ୍ତୁ ଯୀଶୁ କହିଲେ, “ଏବେ ତୁମ୍ଭେମାନେ ଏଠାରେ ଯାହାସବୁ ଦେଖୁଛ, ସମୟ ଆସିବ, ଯେତେବେଳେ ଏସବୁ ଧ୍ୱଂସ ହୋଇଯିବ। ଏହି ଭବନଗୁଡ଼ିକର ପ୍ରତ୍ୟେକ ପଥର ଭୂମିସାତ୍ ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ଗୋଟିଏ ପଥର ଉପରେ ରହି ପାରିବ ନାହିଁ।”
7 କେତେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ଗୁରୁ! ଏସବୁ ଘଟଣା କେବେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ୱାରା ଜଣା ପଡ଼ିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?”
8 ଯୀଶୁ କହିଲେ, “ସାବଧାନ! ଭ୍ରାନ୍ତହୁଅ ନାହିଁ। ମୋ’ ନାମ ବ୍ୟବହାର କରି ଅନେକ ଲୋକ ଆସିବେ। ସେମାନେ କହିବେ, ‘ମୁଁ ଖ୍ରୀଷ୍ଟ’ ଏବଂ ‘ଉପଯୁକ୍ତ ସମୟ ଆସିଯାଇଛି।’ କିନ୍ତୁ ତୁମ୍ଭେମାନେ ସେମାନଙ୍କୁ ଅନୁସରଣ କରିବ ନାହିଁ। 9 ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିଦ୍ରୋହର ଜନରବ ଶୁଣିବ, କେବେ ଡରିଯିବ ନାହିଁ। ଏସବୁ ଘଟଣା ନିଶ୍ଚୟ ପ୍ରଥମେ ଘଟିବ। କିନ୍ତୁ ଅନ୍ତିମ ସମୟ ଆସିବାକୁ ବିଳମ୍ବ ହେବ।”
10 ଯୀଶୁ ସେମାନଙ୍କୁ କହିଲେ, “ଦେଶ ଦେଶ ବିରୁଦ୍ଧରେ ଲଢ଼େଇ କରିବେ। ରାଜ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବେ। 11 ଭୟାନକ ଭୂମିକମ୍ପ, ରୋଗ ଓ ଅମଙ୍ଗଳର ବିଷୟ ସବୁ ଅନେକ ସ୍ଥାନରେ ଘଟିବ। କେତେକ ସ୍ଥାନରେ ମରୁଡ଼ି ପଡ଼ିବ, ଲୋକେ ଖାଇବାକୁ ପାଇବେ ନାହିଁ। ଭୟଙ୍କର ଘଟଣାମାନ ଘଟିବ। ଲୋକମାନଙ୍କୁ ଚେତାବନୀ ଦେବା ପାଇଁ ଆକାଶରେ ଅନେକ ଆଶ୍ଚର୍ଯ୍ୟ ଜନକ ବିଷୟ ଦେଖାଯିବ।
12 “କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନେବେ, ଓ ତୁମ୍ଭମାନଙ୍କୁ ଯନ୍ତ୍ରଣା ଦେବେ। ଲୋକମାନେ ସେମାନଙ୍କର ସମାଜଗୃହମାନଙ୍କରେ ତୁମ୍ଭମାନଙ୍କର ବିଗ୍ଭର କରିବେ ଓ ତୁମ୍ଭମାନଙ୍କୁ କାରାଗାରରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନାରେ ତୁମ୍ଭମାନଙ୍କୁ ହାଜର କରାଯିବ। ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ୟବହାର କରିବେ। 13 କିନ୍ତୁ ଏହା ତୁମ୍ଭମାନଙ୍କୁ ମୋ’ ବିଷୟରେ କହିବାକୁ ସୁଯୋଗ ଦେବ। 14 ତୁମ୍ଭେମାନେ ନିଜକୁ ରକ୍ଷା କରିବା ପାଇଁ କ’ଣ କହିବ, ସେଥିପାଇଁ ଆଦୌ ବ୍ୟସ୍ତ ହୁଅ ନାହିଁ। 15 ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭେମାନେ ଯାହା କହିବ, ତୁମ୍ଭର କୌଣସି ଶତ୍ରୁ ତା'ର ଉତ୍ତର ଦେଇ ପାରିବ ନାହିଁ। 16 ଏପରିକି ତୁମ୍ଭମାନଙ୍କର ବାପାମା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନେ ତୁମ୍ଭମାନଙ୍କର ବିରୋଧୀ ହୋଇଯିବେ। ସେମାନେ ତୁମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଦେବେ। 17 ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ସବୁ ଲୋକେ ତୁମ୍ଭମାନଙ୍କୁ ଘୃଣା କରିବେ। 18 କିନ୍ତୁ ପ୍ରକୃତରେ ଏଥି ମଧ୍ୟରୁ କାହାରି ଦ୍ୱାରା ମଧ୍ୟ ତୁମ୍ଭମାନଙ୍କ କ୍ଷତି ହେବ ନାହିଁ। 19 ଏହିସବୁ ଘଟଣା ଭିତରେ ତୁମ୍ଭେମାନେ ତୁମ୍ଭ ବିଶ୍ୱାସରେ ଦୃଢ଼ ରହିଲେ ନିଜକୁ ରକ୍ଷା କରି ପାରିବ।
ଯିରୁଶାଲମର ଧ୍ୱଂସ
(ମାଥିଉ 24:15-21; ମାର୍କ 13:14-19)
20 “ତୁମ୍ଭେମାନେ ଯିରୁଶାଲମର ଗ୍ଭରିପଟେ ସୈନ୍ୟବାହିନୀଙ୍କୁ ଘେରି ରହିଥିବାର ଦେଖିବ। ତେବେ ତୁମ୍ଭେମାନେ ଜାଣି ପାରିବ ଯେ ଯିରୁଶାଲମର ଧ୍ୱଂସ ହେବା ସମୟ ଆସି ପହଞ୍ଚି ଗଲାଣି। 21 ସେତେବେଳେ ଯିହୂଦାର ଲୋକେ ପର୍ବତ ଆଡ଼କୁ ପଳାଇଯିବା ଉଚିତ୍। ଯିରୁଶାଲମ ନଗର ଭିତରେ ଥିବା ଲୋକେ ଯଥାଶୀଘ୍ର ନଗର ଛାଡ଼ି ଗ୍ଭଲିଯିବା ଉଚିତ୍। ଜଣେ ଯଦି ନଗର ବାହାରେ ଥିବ, ତେବେ ସେ ନଗର ଭିତରକୁ ଯିବା ଉଚିତ୍ ନୁହେଁ। 22 ପରମେଶ୍ୱର କେତେବେଳେ ତାହାଙ୍କ ଲୋକମାନଙ୍କୁ ଦଣ୍ଡ ଦେବେ, ସେହି ସମୟ ବିଷୟରେ ଭବିଷ୍ୟଦ୍ବକ୍ତାମାନେ ଅନେକ କଥା ଲେଖିଛନ୍ତି। ମୁଁ ତୁମ୍ଭମାନଙ୍କୁ ସେହି ସମୟ ବିଷୟରେ କହୁଛି, ଯେତେବେଳେ ସମସ୍ତ ଘଟଣା ନିଶ୍ଚିତ ରୂପରେ ଘଟିବ। 23 ଗର୍ଭବତୀ ସ୍ତ୍ରୀ ଓ କୋଳରେ ଛୋଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସେହି ଦିନଗୁଡ଼ିକ ଅତ୍ୟନ୍ତ ଭୟାନକ ହେବ। କାରଣ ସେହି ଦିନମାନଙ୍କରେ ଏହି ଦେଶ ଉପରକୁ ବହୁତ ବିପଦ ମାଡ଼ି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ୱର କ୍ରୋଧ କରିବେ। 24 କେତେକ ଲୋକଙ୍କୁ ସୈନ୍ୟମାନେ ମାରି ଦେବେ। ଅନ୍ୟ କେତେକଙ୍କୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆଯିବ। ଅଣଯିହୂଦୀଲୋକ ସେମାନଙ୍କର ସମୟ ଶେଷ ନ ହେବା ପର୍ଯ୍ୟନ୍ତ ପବିତ୍ର ନଗର ଯିରୁଶାଲମକୁ ପଦଦଳିତ କରିବେ।
ଭୟ କର ନାହିଁ
(ମାଥିଉ 24:29-31; ମାର୍କ 13:24-27)
25 “ସୂର୍ଯ୍ୟ, ଚନ୍ଦ୍ର ଓ ତାରାମାନଙ୍କରେ ସଙ୍କେତ ରୂପକ ଅନେକ ଅଦ୍ଭୂତ ବିଷୟ ଘଟିବ। ପୃଥିବୀରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡ଼ିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ’ଣ ପାଇଁ ଏପରି ହେଲା, ଜାଣିବେ ନାହିଁ। 26 ସଂସାରକୁ ମାଡ଼ି ଆସୁଥିବା ବିପଦକୁ ଚିନ୍ତା କରି ଲୋକେ ଭୟରେ ମୂର୍ଚ୍ଛିତ ହୋଇଯିବେ। ଆକାଶ ମଣ୍ଡଳର ପ୍ରତ୍ୟେକ ବିଷୟ ବଦଳି ଯିବ। 27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ଶକ୍ତି ଓ ମହା ଗୌରବ ସହିତ ମେଘମାଳା ଉପରେ ଆସୁଥିବାର ଦେଖିବେ। 28 ଯେତେବେଳେ ଏସବୁ ଘଟଣା ଘଟିବା ଆରମ୍ଭ ହୋଇଯିବ, ତୁମ୍ଭେମାନେ ଭୟ କରିବ ନାହିଁ। ଉପରକୁ ଗ୍ଭହିଁ ଖୁସୀ ହେବ, ଆଦୌ ବ୍ୟସ୍ତ ହେବ ନାହିଁ। କାରଣ ତୁମ୍ଭମାନଙ୍କର ମୁକ୍ତି ସମୟ ପାଖ ହୋଇଗଲାଣି ବୋଲି ଏଥିରୁ ଜାଣିବ।”
ମୋର ବାକ୍ୟ ଅନନ୍ତକାଳସ୍ଥାୟୀ
(ମାଥିଉ 24:32-35; ମାର୍କ 13:28-31)
29 ତା'ପରେ ଯୀଶୁ ଏହି ଦୃଷ୍ଟାନ୍ତଟି କହିଲେ, “ସବୁ ଗଛଗୁଡ଼ିକୁ ଦେଖ। ଡିମ୍ବିରିଗଛଟି ଗୋଟିଏ ଭଲ ଉଦାହରଣ। 30 ସେଗୁଡ଼ିକରେ ଯେତେବେଳେ ନୂଆ ପତ୍ର କଅଁଳେ, ତୁମ୍ଭେମାନେ ଜାଣିଥାଅ ଯେ, ଗ୍ରୀଷ୍ମଋତୁ ଆସି ପହଞ୍ଚି ଯାଇଛି। 31 ସେହିଭଳି ମୁଁ ତୁମ୍ଭମାନଙ୍କୁ ଯାହା କହିଛି ସେଗୁଡ଼ିକ ଘଟିବ। ଏହିସବୁ ଘଟଣା ଘଟିବା ଦେଖିଲେ ତୁମ୍ଭେମାନେ ଜାଣି ପାରିବ ଯେ, ପରମେଶ୍ୱରଙ୍କ ରାଜ୍ୟ ନିକଟ ହୋଇଗଲାଣି।
32 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହିସବୁରେ ଲୋକେ ବଞ୍ଚିଥିବା ସମୟ ଭିତରେ ଏସବୁ ଘଟଣା ଘଟିବ। 33 ପୃଥିବୀ ଓ ଆକାଶ ଲୋପ ହୋଇ ଯାଇପାରେ। କିନ୍ତୁ ମୋର ବାକ୍ୟ କଦାପି ଲୋପ ହେବ ନାହିଁ। ମୋର ବାକ୍ୟ ଅନନ୍ତକାଳସ୍ଥାୟୀ।
ସବୁବେଳେ ପ୍ରସ୍ତୁତ ଥାଅ
34 “ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ। 35 ପୃଥିବୀରେ ରହୁଥିବା ସମସ୍ତ ଲୋକମାନଙ୍କ ପାଖକୁ ଏହା ଏକ ଫାନ୍ଦ ଭଳି ଆସିଯିବ। 36 ତେଣୁ ସଦାବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସେଗୁଡ଼ିକ ମଧ୍ୟଦେଇ ନିରାପଦରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭେମାନେ ଆତ୍ମବିଶ୍ୱାସର ସହିତ ମନୁଷ୍ୟପୁତ୍ରଙ୍କ ଆଗରେ ଠିଆ ହୋଇ ପାରିବା ପାଇଁ ପ୍ରାର୍ଥନା କରା”
37 ସେହି ଦିନଗୁଡ଼ିକରେ ଯୀଶୁ ଲୋକମାନଙ୍କୁ ମନ୍ଦିରରେ ଉପଦେଶ ଦେଉଥିଲେ। ରାତ୍ରିକାଳରେ ସେ ନଗର ବାହାରକୁ ଗ୍ଭଲି ଯାଉଥିଲେ ଓ ସାରା ରାତି ଜୀତପର୍ବତ ଉପରେ କଟାଉଥିଲେ। 38 ଲୋକମାନେ ମନ୍ଦିରକୁ ଯାଇ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ପ୍ରତିଦିନ ଅତି ସକାଳୁ ଉଠି ପଡ଼ୁଥିଲେ।
2010 by World Bible Translation Center