Chronological
ରାଜ୍ୟପାଳ ପୀଲାତଙ୍କ ଆଗରେ ଯୀଶୁଙ୍କୁ ହାଜର କରାଗଲା
(ମାର୍କ 15:1; ଲୂକ 23:1-2; ଯୋହନ 18:28-32)
27 ତା’ ପରଦିନ ଅତି ସକାଳୁ ସମସ୍ତ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବା ପାଇଁ ଯୋଜନା କଲେ। 2 ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା'ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ।
ଯିହୂଦାଙ୍କ ଆତ୍ମହତ୍ୟା
(ପ୍ରେରିତ 1:18-19)
3 ଯିହୂଦା ଦେଖିଲା ଯେ, ସେମାନେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ଯିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତ୍ରୁମାନଙ୍କ ହାତରେ ଦେଇ ଦେଇଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନଙ୍କୁ ସେହି ତିରିଶ୍ଟି ରୌପ୍ୟମୁଦ୍ରା ଫେରାଇଦେଲୋ। 4 ସେ କହିଲା, “ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦେବା ପାଇଁ ତୁମ୍ଭ ହାତରେ ଧରେଇ ଦେଇଛି।”
ଯିହୂଦୀ ନେତାମାନେ କହିଲେ, “ଏଥିରେ ଆମ୍ଭର କିଛି ଯାଏ ଆସେ ନାହିଁ। ତୁମ୍ଭ କଥା ତୁମ୍ଭେ ବୁଝ।”
5 “ଯିହୂଦା ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଫିଙ୍ଗିଦେଲା। ତା'ପରେ ସେହି ଜାଗା ଛାଡ଼ି ଯିହୂଦା ଗ୍ଭଲିଗଲା ଓ ନିଜକୁ ଫାଶି ଦେଲା।
6 ପ୍ରଧାନଯାଜକମାନେ ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଗୋଟାଇ ନେଲେ। ସେମାନେ କହିଲେ, “ମନ୍ଦିର ଟଙ୍କା ସହିତ ଏ ଟଙ୍କାତକ ରଖିବା ନିୟମ ବିରୁଦ୍ଧ ହେବ। କାରଣ ଏ ଟଙ୍କା ଜଣକର ମୃତ୍ୟୁ ପାଇଁ ଦିଆଯାଇଛି।” 7 ବାହାରୁ ଯିରୁଶାଲମକୁ ଭ୍ରମଣରେ ଆସୁଥିବା ଲୋକମାନଙ୍କ ମୃତ୍ୟୁ ହେଲେ ସେମାନଙ୍କୁ ସମାଧି ଦେବା ନିମନ୍ତେ ସେମାନେ ଏ ଟଙ୍କାରେ ‘କୁମ୍ଭାର ଜମି’ ନାମରେ ନାମିତ ଜମି ଖଣ୍ଡିଏ କିଣିବାକୁ ସ୍ଥିର କଲେ। 8 ତେଣୁ ଏବେ ସୁଦ୍ଧା ଏହି ଜମିଟିକୁ ରକ୍ତକ୍ଷେତ୍ର ବୋଲି କୁହାଯାଉଛି। 9 ଏଭଳି ଭାବରେ ଭବିଷ୍ୟଦ୍ବକ୍ତା ଯିରିମିୟଙ୍କ ମାଧ୍ୟମରେ କୁହାଯାଇଥିବା ବାଣୀ ସଫଳ ହେଲା। ଯିରିମିୟ କହିଥିଲେ,
“ସେମାନେ ତିରିଶ୍ଟି ରୂପାଟଙ୍କା ନେଲେ। ସେତିକି ଟଙ୍କା ଇସ୍ରାଏଲର ଲୋକେ ତାହାଙ୍କର ଜୀବନର ମୂଲ୍ୟସ୍ୱରୂପ ଦେବାକୁ ସ୍ଥିର କରିଥିଲେ। 10 ପ୍ରଭୁ ମୋତେ ଦେଇଥିବା ଆଦେଶ ଅନୁସାରେ ସେମାନେ ସେହି ଟଙ୍କାରେ କୁମ୍ଭାର ଜମି ଖଣ୍ଡିକ କିଣିଲେ।”[a]
ଯୀଶୁଙ୍କୁ ପୀଲାତଙ୍କର ପ୍ରଶ୍ନ
(ମାର୍କ 15:2-5; ଲୂକ 23:3-5; ଯୋହନ 18:33-38)
11 ଏହି ସମୟରେ ଯୀଶୁ ରାଜ୍ୟପାଳ ପୀଲାତ ଆଗରେ ଠିଆ ହେଲେ। ରାଜ୍ୟପାଳ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”
ଯୀଶୁ ଉତ୍ତର ଦେଲେ, “ହଁ।”
12 କିନ୍ତୁ ଯେତେବେଳେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ତାହାଙ୍କୁ ଅଭିଯୁକ୍ତ କଲେ ସେ କିଛି ଉତ୍ତର ଦେଲେ ନାହିଁ।
13 ତେଣୁ ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ସେମାନେ ତୁମ୍ଭ ବିରୁଦ୍ଧରେ ଯେଉଁସବୁ ଅଭିଯୋଗ କରୁଛନ୍ତି ତାହା ତୁମ୍ଭେ ଶୁଣିଛ। କାହିଁକି ଉତ୍ତର ଦେଉ ନାହଁ?”
14 କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦେବାକୁ ମନାକଲେ। ଏଥିରେ ପୀଲାତ ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ।
ପୀଲାତ ଚେଷ୍ଟା କରିବା ସତ୍ତ୍ୱେ ଯୀଶୁଙ୍କୁ ମୁକ୍ତ କରିବାରେ ଅସଫଳ ହେଲେ
(ମାର୍କ 15:6-15; ଲୂକ 23:13-25; ଯୋହନ 18:39–19:16)
15 ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ଅବସରରେ ରାଜ୍ୟପାଳ କାରାଗାରରୁ ଜଣେ ବନ୍ଦୀକୁ ମୁକ୍ତ କରିବାର ରୀତି ଥିଲା। ଲୋକମାନେ ଯେଉଁ ଲୋକକୁ ମୁକ୍ତ କରିବାକୁ ଗ୍ଭହୁଁଥିଲେ, କେବଳ ସେହି ଲୋକକୁ ମୁକ୍ତ କରାଯାଉଥିଲା। 16 ସେହି ସମୟରେ ବାରବ୍ବା[b] ନାମରେ ଜଣେ କୁଖ୍ୟାତ ବନ୍ଦୀ ଥିଲା।
17 ତେଣୁ ଯେତେବେଳେ ସବୁଲୋକେ ଏକାଠି ଜମା ହେଲେ, ସେତେବେଳେ ପୀଲାତ ସେମାନଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ ଜଣେ ଲୋକକୁ ମୁକ୍ତ କରିବି। ବାରବ୍ବା ଓ ଯୀଶୁଙ୍କ ମଧ୍ୟରୁ କାହାକୁ ମୁକ୍ତ କରିବାକୁ ଗ୍ଭହୁଁଛ?” 18 ପୀଲାତ ଜାଣିଥିଲେ ଯେ ଲୋକମାନେ ଯୀଶୁଙ୍କ ପ୍ରତି ଈର୍ଷାପରାୟଣ ଥିଲେ। ସେଥିପାଇଁ ତାହାଙ୍କ ହାତରେ ଯୀଶୁଙ୍କୁ ସମର୍ପି ଦେଇଛନ୍ତି।
19 ପୀଲାତ ବିଗ୍ଭରମଞ୍ଚରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: “ଏହି ଧାର୍ମିକ ଲୋକଟିର କିଛି ହେଲେ କ୍ଷତି କର ନାହିଁ। ମୁଁ ତାହାଙ୍କ ବିଷୟରେ କାଲି ରାତିରେ ଗୋଟିଏ ସ୍ୱପ୍ନ ଦେଖିଛି, ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହୋଇପଡ଼ିଛି।”
20 କିନ୍ତୁ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ବାରବ୍ବାଙ୍କୁ ମୁକ୍ତ କରିବା ପାଇଁ ଓ ଯୀଶୁଙ୍କୁ ମାରିଦେବା ପାଇଁ ଅନୁରୋଧ କରନ୍ତୁ।
21 ରାଜ୍ୟପାଳ ପୀଲାତ ପଗ୍ଭରିଲେ, “ବାରବ୍ବା ଓ ଯୀଶୁ ଏହି ଦୁଇଜଣ ବନ୍ଦୀଙ୍କ ମଧ୍ୟରୁ ତୁମ୍ଭମାନଙ୍କ ପାଇଁ କାହାକୁ ମୁକ୍ତ କରିଦେବା ତୁମ୍ଭେମାନେ ଗ୍ଭହୁଁଛ?”
ସେମାନେ କହିଲେ, “ବାରବ୍ବା।”
22 ତା'ପରେ ପୀଲାତ ସେମାନଙ୍କୁ ପଗ୍ଭରିଲେ, “ତେବେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାଯାଏ ତାହାଙ୍କ ପ୍ରତି ମୁଁ କ’ଣ କରିବି?”
ସମସ୍ତେ କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।”
23 ପୀଲାତ ପଗ୍ଭରିଲେ, “କାହିଁକି? ସେ କ’ଣ ଅପରାଧ କରିଛନ୍ତି?”
କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।”
24 ପୀଲାତ ଦେଖିଲେ ଯେ, ସେ ଲୋକମାନଙ୍କ ମତ ବଦଳେଇବାକୁ କିଛି କରି ପାରିବେ ନାହିଁ ବରଂ ଲୋକେ ବେଳକୁ ବେଳ ଉତ୍ତେଜିତ ହୋଇ ଉଠୁଛନ୍ତି। ପୀଲାତ କିଛି ପାଣି ନେଲେ ଓ ସମସ୍ତେ ଦେଖି ପାରିବା ଭଳି ତାହାଙ୍କର ଦୁଇହାତ ଧୋଇଲେ। ସେ କହିଲେ, “ଏ ଲୋକର ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ତୁମ୍ଭେମାନେ କେବଳ ଏସବୁ କରୁଛ।”
25 ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।”
26 ପୀଲାତ ବାରବ୍ବାଙ୍କୁ ମୁକ୍ତ କରିଦେଲେ ଓ ଯୀଶୁଙ୍କୁ ବେତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସୈନ୍ୟମାନଙ୍କ ହାତରେ ଅର୍ପଣ କଲେ।
ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ଥଟ୍ଟା କଲେ
(ମାର୍କ 15:16-20; ଯୋହନ 19:2-3)
27 ତା'ପରେ ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନେଇଗଲେ। ସବୁ ସୈନ୍ୟମାନେ ଯୀଶୁଙ୍କ ଗ୍ଭରିପଟେ ଜମା ହୋଇଗଲେ। 28 ସୈନ୍ୟମାନେ ଯୀଶୁଙ୍କ ପୋଷାକ କାଢ଼ି ପକାଇଲେ ଓ ତାହାଙ୍କୁ ବାଇଗଣୀ ପୋଷାକଟି ପିନ୍ଧାଇ ଦେଲେ। 29 ସେମାନେ କଣ୍ଟା ଡାଳରେ ଗୋଟିଏ ମୁକୁଟ ତିଆରି କଲେ ଓ ସେହି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡରେ ପିନ୍ଧାଇ ଦେଲେ। ତାହାଙ୍କର ଡାହାଣ ହାତରେ ବାଡ଼ିଟି ଧରେଇ ଦେଲେ। ତା'ପରେ ତାହାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ି ତାହାଙ୍କୁ ଥଟ୍ଟା କଲେ। ସେମାନେ କହିଲେ, “ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।” 30 ତା'ପରେ ସେମାନେ ତାହାଙ୍କ ମୁହଁ ଉପରକୁ ଛେପ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନେଇ ସେଥିରେ ତାହାଙ୍କର ମୁଣ୍ଡକୁ ପିଟିବାକୁ ଲାଗିଲେ। 31 ତାହାଙ୍କୁ ଥଟ୍ଟା କରି ସାରିବା ପରେ ତାହାଙ୍କ ପୋଷାକ କାଢ଼ି ନେଲେ ଓ ପୁଣି ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇ କ୍ରୁଶରେ ଚଢ଼ାଇବା ପାଇଁ ନେଇଗଲେ।
ଯୀଶୁଙ୍କୁ କ୍ରୁଶରେ ହତ୍ୟା କରାଗଲା
(ମାର୍କ 15:21-32; ଲୂକ 23:26-39; ଯୋହନ 19:17-19)
32 ସୈନ୍ୟମାନେ ଯୀଶୁଙ୍କୁ ନେଇ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମୋନ ନାମରେ ଜଣେ ଲୋକକୁ ଦେଖିଲେ। ସେମାନେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବା ପାଇଁ ବାଧ୍ୟ କଲେ। 33 ସେମାନେ ଗଲ୍ଗଥା ନାମକ ସ୍ଥାନରେ (‘‘ଯାହାର ଅର୍ଥ କପାଳସ୍ଥାନ’’) ପହଞ୍ଚିଲେ। 34 ସେମାନେ ଯୀଶୁଙ୍କୁ ପିତ୍ତ ମିଶା ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ଯୀଶୁ ତାହାକୁ ଗ୍ଭଖିବା ପରେ ପିଇବା ପାଇଁ ମନାକଲେ।
35 ସେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟା ମାରି ସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତରେ ଗୁଲିବାଣ୍ଟ କରି ବାଣ୍ଟି ନେଲେ। 36 ତା'ପରେ ସୈନ୍ୟମାନେ ସେଠାରେ ଯୀଶୁଙ୍କୁ ଜଗିବା ପାଇଁ ବସିଲେ। 37 ସୈନ୍ୟମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥିରେ ଲେଖା ଥିଲା, “ଏ ଯିହୂଦୀମାନଙ୍କର ରାଜା ଯୀଶୁ।”
38 ସେହି ସମୟରେ ଦୁଇଜଣ ଡକାୟତଙ୍କୁ ମଧ୍ୟ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼େଇ ଦିଆଗଲା। ଜଣକୁ ତାହାଙ୍କ ଡାହାଣ ପଟେ ଓ ଆର ଜଣକୁ ବାମ ପଟେ। 39 ସେହି ପାଖଦେଇ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସେମାନେ ସେମମାନଙ୍କ ମୁଣ୍ଡ ହଲେଇ କହୁଥିଲେ, 40 “ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦିରକୁ ଭାଙ୍ଗି ଦେଇ ପାରିବ ଓ ପୁଣି ତାକୁ ତିନି ଦିନ ମଧ୍ୟରେ ତିଆରି କରିଦେଇ ପାରିବ ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ତେବେ କ୍ରୁଶ ଉପରୁ ତଳକୁ ଗ୍ଭଲିଆସ।”
41 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚୀନମାନେ ମଧ୍ୟ ସେଠାରେ ଥିଲେ। ସେମାନେ ମଧ୍ୟ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ। 42 ସେମାନେ କହୁଥିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ, ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁ ନାହାନ୍ତି। ଲୋକେ କହନ୍ତି ଯେ, ସେ ଇସ୍ରାଏଲର ରାଜା। ଏ କଥା ଯଦି ସତ, ତେବେ ସେ ବର୍ତ୍ତମାନ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସନ୍ତୁ। ତେବେ ଆମ୍ଭେ ତାହାଙ୍କୁ ବିଶ୍ୱାସ କରିବୁ। 43 ସେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁଥିଲେ। ଯଦି ପ୍ରକୃତରେ ପରମେଶ୍ୱର ତାହାଙ୍କୁ ଗ୍ଭହୁଁଥା’ନ୍ତି, ତେବେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, ‘ମୁଁ ପରମେଶ୍ୱରଙ୍କ ପୁତ୍ର।’’’ 44 ଯେଉଁ ଡକାୟତମାନଙ୍କୁ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼ାଇ ଦିଆଯାଉଥିଲା, ସେମାନେ ମଧ୍ୟ ଯୀଶୁଙ୍କୁ ସେହିଭଳି ଥଟ୍ଟା କରିବାରେ ଲାଗିଲେ।
ଯୀଶୁଙ୍କ ମୃତ୍ୟୁ
(ମାର୍କ 15:33-41; ଲୂକ 23:44-49; ଯୋହନ 19:28-30)
45 ଦ୍ୱିପ୍ରହରଠାରୁ ତିନିଟା ବାଜିବା ପର୍ଯ୍ୟନ୍ତ ସାରା ଦେଶରେ ଅନ୍ଧକାର ଘୋଟିଗଲା। 46 ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଏଲି, ଏଲି, ଲାମା ସବକ୍ଥାନୀ?” ଅର୍ଥାତ୍ “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”(A)
47 ସେଠାରେ ଠିଆହୋଇଥିବା କେତେକ ଲୋକ ଏ କଥା ଶୁଣିଲେ ଓ କହିଲେ, “ସେ ଏଲିୟଙ୍କୁ ଡାକୁଛି।”
48 ସେହିକ୍ଷଣି ସେହି ଲୋକମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜ୍ଟିଏ ନେଇ ଆସିଲା। ତାକୁ ଅମ୍ଳରସରେ ବୁଡ଼ାଇ ଗୋଟିଏ ବାଡ଼ିରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦେଲା। 49 କିନ୍ତୁ ଅନ୍ୟମାନେ କହିଲେ, “ରୁହ, ଏଲିୟ ଆସି ତାହାଙ୍କୁ ରକ୍ଷା କରୁଛନ୍ତି କି ନାହିଁ ଏବେ ଦେଖିବା।”
50 ପୁଣି ଥରେ ଯୀଶୁ କହିଲେ ସମାପ୍ତ ହେଲା, ତା'ପରେ ସେ ପ୍ରାଣତ୍ୟାଗ କଲେ।
51 ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଚିରିଯାଇ ଦୁଇଖଣ୍ଡ ହୋଇଗଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟିଗଲା, 52 କବରଗୁଡ଼ିକ ଖୋଲିଗଲା, ଆଗରୁ ମରିଯାଇଥିବା ପରମେଶ୍ୱରଙ୍କର ଅନେକଗୁଡ଼ିଏ ଲୋକ ମୃତ୍ୟୁରୁ ପୁଣି ଉତ୍ଥାନ ହେଲେ। ସେମାନେ କବର ଭିତରୁ ବାହାରି ଆସିଲେ। 53 ଯୀଶୁଙ୍କ ମୃତ୍ୟୁରୁ ବଞ୍ଚି ଉଠିବା ପରେ ସେମାନେ ପବିତ୍ରନଗରକୁ ଯାଇ ଅନେକ ଲୋକଙ୍କୁ ଦେଖା ଦେଲେ।
54 ରୋମୀୟ ସେନାଧ୍ୟକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସେମାନେ ବହୁତ ଭୟ କଲେ ଓ ସେମାନେ କହିଲେ, “ସେ ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ଥିଲେ।”
55 କିଛି ଦୂରରେ ଅନେକ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନେବା ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ। 56 ସେମାନଙ୍କ ମଧ୍ୟରେ ମଗ୍ଦଲିନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମା ମରିୟମ ଓ ଜେବଦୀଙ୍କ ପୁତ୍ରମାନ (ଯାକୁବ ଓ ଯୋହନ) ଙ୍କ ମା ଥିଲେ।
ଯୀଶୁଙ୍କୁ କବର ଦିଆଗଲା
(ମାର୍କ 15:42-47; ଲୂକ 23:50-56; ଯୋହନ 19:38-42)
57 ସନ୍ଧ୍ୟା ହେବା ବେଳକୁ ଯୋଷେଫ ନାମକ ହାରାମଥିୟାର ଜଣେ ଧନୀ ଲୋକ ଯିରୁଶାଲମରେ ଆସି ପହଞ୍ଚିଲେ। ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ। 58 ସେ ପୀଲାତଙ୍କ ପାଖକୁ ଗଲେ ଓ ଯୀଶୁଙ୍କ ଶରୀର ପାଇଁ ଅନୁରୋଧ କଲେ। ପୀଲାତ ସୈନ୍ୟମାନଙ୍କୁ ଆଜ୍ଞା ଦେଇ କହିଲେ ଶରୀରକୁ ତାହାଙ୍କୁ ଦେଇଦିଅ। 59 ଯୋଷେଫ ଶରୀରକୁ ନେଲେ ଓ ତାହାଙ୍କୁ ନୂଆ ରେଶମ ବସ୍ତ୍ର ଦ୍ୱାରା ଘୋଡ଼େଇ ଦେଲେ। 60 ଯୋଷେଫ ଯୀଶୁଙ୍କ ଶରୀରକୁ ତାହାଙ୍କ ନୂଆ କବର ମଧ୍ୟରେ ରଖିଲେ। ସେହି କବରକୁ ଯୋଷେଫ ପଥରର କାନ୍ଥ କାଟି ତିଆରି କରିଥିଲେ। ତା'ପରେ ସେ ଗୋଟିଏ ବହୁତ ବଡ଼ ପଥର ଗଡ଼େଇ ଆଣି ପ୍ରବେଶଦ୍ୱାରକୁ ବନ୍ଦ କରିଦେଲେ। ଏସବୁ କଲାପରେ ଯୋଷେଫ ଗ୍ଭଲିଗଲେ। 61 ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ ସେଠାରେ କବର ଆଗରେ ବସି ରହିଥିଲେ।
ଯୀଶୁଙ୍କ କବର ପାଖରେ ପହରା
62 ସେହି ଦିନଟି ପ୍ରସ୍ତୁତି ଦିବସ ଥିଲା, ସେହି ଶୁକ୍ରବାରର ପରଦିନ ପ୍ରମୁଖ ଯାଜକ ଓ ଫାରୂଶୀମାନେ ପୀଲାତଙ୍କୁ ଭେଟିଲେ। 63 ସେମାନେ କହିଲେ, “ମହାଶୟ, ଆମ୍ଭର ମନେ ଅଛି ଯେ ସେହି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, ‘ତୃତୀୟ ଦିନ ପରେ ମୁଁ ମୃତ୍ୟୁରୁ ପୁଣି ପୁନରୁତ୍ଥିତ ହେବି।’ 64 ତେଣୁ ତୃତୀୟ ଦିନ ପର୍ଯ୍ୟନ୍ତ କବରକୁ ପହରା ଦେବା ପାଇଁ ଆପଣ ଆଦେଶ ଦିଅନ୍ତୁ। ତାହାଙ୍କର ଶିଷ୍ୟମାନେ ସେଠାକୁ ଆସି ତାହାଙ୍କ ମୃତଦେହକୁ ଗ୍ଭେରି କରି ନେବା ପାଇଁ ଚେଷ୍ଟା କରିବେ। ତା'ପରେ ସେମାନେ ଲୋକମାନଙ୍କୁ କହିବେ ଯେ ସେ ମୃତ୍ୟୁରୁ ଉଠିଛନ୍ତି। ତାହାହେଲେ ଏହି ଶେଷ ପ୍ରତାରଣା ଆଗ ପ୍ରତାରଣା ଅପେକ୍ଷା ଅଧିକ ଖରାପ ହେବ।”
65 ପୀଲାତ ସେମାନଙ୍କୁ କହିଲେ, “ତୁମ୍ଭେ ପହରା ପାଇଁ ସୈନ୍ୟ ନେଇ ଯାଇପାର। ତୁମ୍ଭେ ଯେଭଳି ଭଲ ଭାବୁଛ, ଯାଅ ଓ ସେହିପରି କବରସ୍ଥାନକୁ ପହରା ଦେଇ ନିରାପଦରେ ରଖ।” 66 ତା'ପରେ ସେମାନେ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାରରେ ମୋହର ଲଗେଇଲେ। ସେଠାରେ ସୈନ୍ୟମାନଙ୍କୁ ପହରା ଦେବା ପାଇଁ ଆଦେଶ ଦେଇ ଗ୍ଭେରମାନଙ୍କ କବଳରୁ କବରକୁ ନିରାପଦ ରଖିବାର ବ୍ୟବସ୍ଥା କଲେ।
ଶାସନକର୍ତ୍ତା ପୀଲାତ ଯୀଶୁଙ୍କୁ ପ୍ରଶ୍ନ କଲେ
(ମାଥିଉ 27:1-2,11-14; ଲୂକ 23:1-5; ଯୋହନ 18:28-38)
15 ସକାଳ ହେବା ମାତ୍ରେ ପ୍ରଧାନଯାଜକ, ପ୍ରାଚୀନ ଯିହୂଦୀ ନେତାଗଣ ଓ ଧର୍ମଶାସ୍ତ୍ରୀ ତଥା ସମଗ୍ର ଯିହୂଦୀ ମହାସଭା ଯୀଶୁଙ୍କ ପ୍ରତି କ’ଣ ବିଗ୍ଭର କରାଯିବ, ତାହା ସ୍ଥିର କଲେ। ସେମାନେ ଯୀଶୁଙ୍କୁ ବାନ୍ଧି ଶାସନକର୍ତ୍ତା ପୀଲାତଙ୍କ ପାଖକୁ ନେଇଗଲେ ଓ ତାହାଙ୍କ ହାତରେ ସମର୍ପଣ କରିଦେଲେ।
2 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”
ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ତାହା ସତ୍ୟ।”
3 ପ୍ରଧାନଯାଜକମାନେ ଅନେକ ବିଷୟରେ ଯୀଶୁଙ୍କୁ ଅଭିଯୁକ୍ତ କଲେ। 4 ପୀଲାତ ପୁଣି ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର କ’ଣ କିଛି କହିବାର ନାହିଁ? ଦେଖ, ସେମାନେ ତୁମ୍ଭକୁ ଅନେକ ବିଷୟରେ ଅଭିଯୁକ୍ତ କରୁଛନ୍ତି।”
5 ତଥାପି ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। ପୀଲାତ ଏଥିରେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ।
ପୀଲାତ ଯୀଶୁଙ୍କୁ ମୁକ୍ତ କରିବାରେ ଅସମର୍ଥ ହେଲେ
(ମାଥିଉ 27:15-31; ଲୂକ 23:13-25; ଯୋହନ 18:39–19:16)
6 ପ୍ରତିବର୍ଷ ପରମ୍ପରାକ୍ରମେ ନିସ୍ତାରପର୍ବ ସମୟରେ ଶାସନକର୍ତ୍ତା ଜଣେ ବନ୍ଦୀକୁ ବନ୍ଦୀଶାଳାରୁ ମୁକ୍ତ କରିଥା’ନ୍ତି। ଯେଉଁ ବନ୍ଦୀକୁ ମୁକ୍ତ କରିବା ପାଇଁ ଲୋକମାନେ ଗ୍ଭହାନ୍ତି, କେବଳ ସେହି ବନ୍ଦୀକୁ ଶାସନକର୍ତ୍ତା ମୁକ୍ତି ଦେଇଥା’ନ୍ତି। 7 ସେହି ସମୟରେ ବନ୍ଦୀଶାଳାରେ ବାରବ୍ବା ନାମରେ ଏକ ବ୍ୟକ୍ତି ବିଦ୍ରୋହୀମାନଙ୍କ ସହିତ ବନ୍ଦୀ ଥିଲା। ଏହି ବିଦ୍ରୋହୀମାନେ ଗୋଟିଏ ବିଦ୍ରୋହ ସମୟରେ ନରହତ୍ୟା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିଲେ।
8 ଲୋକମାନେ ପୀଲାତଙ୍କ ପାଖକୁ ଆସିଲେ ଓ ତାହାଙ୍କୁ କହିଲେ ଯେ ସବୁଥର ଭଳି ଏଥର ମଧ୍ୟ ସେମାନଙ୍କ ପାଇଁ ସେ ଜଣେ ବନ୍ଦୀକୁ ମୁକ୍ତ କରନ୍ତୁ। 9 ପୀଲାତ ଲୋକମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କ’ଣ ଗ୍ଭହୁଁଛ ଯେ ମୁଁ ତୁମ୍ଭମାନଙ୍କ ପାଇଁ ଯିହୂଦୀମାନଙ୍କ ରାଜାଙ୍କୁ ଛାଡ଼ି ଦିଏ?” 10 ପୀଲାତ ଏ କଥା କହିବାର କାରଣ ହେଲା, ସେ ଜାଣିଥିଲେ ଯେ ପ୍ରଧାନଯାଜକମାନେ ଈର୍ଷାନ୍ୱିତ ହୋଇ ଯୀଶୁଙ୍କୁ ତାହାଙ୍କ ହାତରେ ସମର୍ପଣ କରି ଦେଇଛନ୍ତି। 11 କିନ୍ତୁ ପ୍ରଧାନଯାଜକମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ପୀଲାତଙ୍କୁ କୁହନ୍ତୁ ବାରବ୍ବାକୁ ମୁକ୍ତ କରିବା ପାଇଁ, କିନ୍ତୁ ଯୀଶୁଙ୍କୁ ନୁହେଁ।
12 ପୀଲାତ ଲୋକମାନଙ୍କୁ ଆହୁରି ଥରେ ପଗ୍ଭରିଲେ, “ତୁମ୍ଭେମାନେ ଯାହାକୁ ଯିହୂଦୀମାନଙ୍କର ରାଜା ବୋଲି କହୁଛ, ମୁଁ ତାହାଙ୍କ ପ୍ରତି କ’ଣ କରିବା ପାଇଁ ତୁମ୍ଭେମାନେ ଗ୍ଭହୁଁଛ?”
13 ଲୋକମାନେ ପାଟି କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।”
14 ପୀଲାତ ପଗ୍ଭରିଲେ, “କାହିଁକି? ସେ ଏଭଳି କ’ଣ ଅପରାଧ କରିଛନ୍ତି?”
କିନ୍ତୁ ଲୋକମାନେ ଅଧିକ ଜୋର୍ରେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।”
15 ପୀଲାତ ଲୋକମାନଙ୍କୁ ଖୁସୀ କରିବାକୁ ଗ୍ଭହିଁଲେ, ତେଣୁ ସେ ସେମାନଙ୍କ ପାଇଁ ବାରବ୍ବାକୁ ମୁକ୍ତ କରିଦେଲେ ଏବଂ ଯୀଶୁଙ୍କୁ କୋରଡ଼ାରେ ପିଟିବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦେବା ପାଇଁ ତାହାଙ୍କୁ ସୈନ୍ୟମାନଙ୍କ ହାତରେ ଦେଇ ଦେଲେ।
16 ସୈନ୍ୟମାନେ ଯୀଶୁଙ୍କୁ ଶାସନକର୍ତ୍ତାଙ୍କ ପ୍ରାସାଦ ଭିତରକୁ ନେଇଗଲେ। ସେମାନେ ଅନ୍ୟ ସମସ୍ତ ସୈନ୍ୟମାନଙ୍କୁ ଏକାଠି ଡାକିଲେ। 17 ସୈନ୍ୟମାନେ ଯୀଶୁଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। ସେମାନେ ଗୋଟିଏ କଣ୍ଟାର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। 18 ତା'ପରେ ସେମାନେ ତାହାଙ୍କୁ ସ୍ୱାଗତ କରି ଥଟ୍ଟାରେ କହିଲେ, ହେ ଯିହୂଦୀମାନଙ୍କର ରାଜା, କହି ପ୍ରଣାମ କଲେ। 19 ସୈନ୍ୟମାନେ ଯୀଶୁଙ୍କ ମୁଣ୍ଡରେ ବାରମ୍ବାର ବେତରେ ଆଘାତ କଲେ। ତାହାଙ୍କ ଉପରେ ଛେପ ପକାଇଲେ। ଆଣ୍ଠୁମାଡ଼ି ବସି ତାହାଙ୍କୁ ପ୍ରଣାମ କଲେ। 20 ଥଟ୍ଟା କରି ସାରିବା ପରେ ସେମାନେ ଯୀଶୁଙ୍କ ଦେହରୁ ବାଇଗଣୀ ପୋଷାକ କାଢ଼ିନେଇ ପୁଣି ତାହାଙ୍କୁ ତାହାଙ୍କର ପୂର୍ବ ବସ୍ତ୍ର ପିନ୍ଧାଇ ଦେଲେ। ତା'ପରେ ସେମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିବା ପାଇଁ ପ୍ରାସାଦ ବାହାରକୁ ନେଇଗଲେ।
କ୍ରୁଶ ଉପରେ ଯୀଶୁଙ୍କୁ ହତ୍ୟା କଲେ
(ମାଥିଉ 27:32-44; ଲୂକ 23:26-39; ଯୋହନ 19:17-19)
21 ସେତେବେଳେ ଜଣେ କୂରୀଣୀୟ ବାସିନ୍ଦା ଶିମୋନ ପଲ୍ଲୀଗ୍ରାମରୁ ଆସି ସେ ବାଟେ ଯାଉଥିଲା। ସେ ଆଲେକ୍ଜାଣ୍ଡାର ଓ ରୂଫଙ୍କ ପିତା ଥିଲା। ସୈନ୍ୟମାନେ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବାକୁ ତାକୁ ବାଧ୍ୟ କଲେ। 22 ତା'ପରେ ସେମାନେ ଯୀଶୁଙ୍କୁ ଗଲ୍ଗଥା ନାମକ ସ୍ଥାନକୁ ନେଇଗଲେ। ଗଲ୍ଗଥାର ଅର୍ଥ “କପାଳ ସ୍ଥାନ” 23 ସେଠାରେ ସେମାନେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ। କିନ୍ତୁ ଯୀଶୁ ତାହା ପିଇବାକୁ ମନା କଲେ। 24 ତା'ପରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶ ବିଦ୍ଧ କଲେ। ସେମାନେ ଯୀଶୁଙ୍କ ଲୁଗା ପଟା ନିଜ ନିଜ ମଧ୍ୟରେ ବାଣ୍ଟି ନେଲେ। କିଏ କ’ଣ ପାଇବ, ତାହା ସେମାନେ ଗୁଲିବାଣ୍ଟ ଦ୍ୱାରା ଭାଗ କରିବା ପାଇଁ ସ୍ଥିର କଲେ।
25 ଯୀଶୁଙ୍କୁ କ୍ରୁଶବିଦ୍ଧ କଲା ବେଳକୁ ସକାଳ ନଅଟା ବାଜିଥିଲା। 26 ଯୀଶୁଙ୍କ ବିରୁଦ୍ଧରେ ଗୋଟିଏ ଅଭିଯୋଗପତ୍ର ଫଳକ ଉପରେ ଲେଖା ଯାଇଥିଲା ଏ “ଯିହୂଦୀମାନଙ୍କର ରାଜା।” 27 ଯୀଶୁଙ୍କ ସହିତ ଆଉ ଦୁଇଜଣ ଡକାୟତଙ୍କୁ ମଧ୍ୟ ସେମାନେ କ୍ରୁଶ ବିଦ୍ଧ କଲେ। ଜଣକୁ ତାହାଙ୍କର ଡାହାଣ ପଟେ ଓ ଆଉ ଜଣକୁ ବାମ ପଟେ କ୍ରୁଶ ବିଦ୍ଧ କରାଗଲା। 28 [a]
29 ଯୀଶୁଙ୍କ ପାଖଦେଇ ଗ୍ଭଲିଯାଉଥିବା ଲୋକେ ତାହାଙ୍କୁ ଅପମାନିତ କରୁଥିଲେ। ସେମାନେ ମୁଣ୍ଡ ହଲେଇ ହଲେଇ କହୁଥିଲେ, “ଆରେ ବାଃ, ତୁ ସେହି ଲୋକ, ଯିଏ ମନ୍ଦିରକୁ ଭାଙ୍ଗି ଦେଇ ତିନି ଦିନ ମଧ୍ୟରେ ତାହା ପୁଣି ତିଆରି କରି ଦେବୁ ବୋଲି କହୁଥିଲୁ। 30 ଏବେ କ୍ରୁଶ ଉପରୁ ଓହ୍ଲେଇ ଆସି ନିଜକୁ ରକ୍ଷା କର।”
31 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଅନ୍ୟ ଲୋକମାନେ ଯୀଶୁଙ୍କୁ ଯେଭଳି ଭାବରେ ଥଟ୍ଟା କରୁଥିଲେ, ସେମାନେ ମଧ୍ୟ ଠିକ୍ ସେହିଭଳି ଯୀଶୁଙ୍କୁ ଥଟ୍ଟା କଲେ। ସେମାନେ କୁହାକୁହି ହେଉଥିଲେ, “ସେ ଅନ୍ୟକୁ ରକ୍ଷା କରୁଥିଲା, କିନ୍ତୁ ଏବେ ସେ ନିଜକୁ ରକ୍ଷା କରି ପାରିଲା ନାହିଁ। 32 ଯଦି ପ୍ରକୃତରେ ସେ ଖ୍ରୀଷ୍ଟ, ଇସ୍ରାଏଲର ରାଜା, ତେବେ ବର୍ତ୍ତମାନ ସେ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସୁ। ନିଜକୁ ରକ୍ଷା କରୁ। ତା'ହେଲେ ଆମ୍ଭେମାନେ ତାହା ଦେଖିବା ଓ ତାକୁ ବିଶ୍ୱାସ କରିବା। ଯେଉଁମାନଙ୍କୁ ଯୀଶୁଙ୍କ ସହିତ ପାଖରେ କ୍ରୁଶ ବିଦ୍ଧ କରାଯାଉଥିଲା, ସେମାନ ମଧ୍ୟ ଯୀଶୁଙ୍କ ଅପମାନିତ କଲେ।
ଯୀଶୁଙ୍କ ମୃତ୍ୟୁ
(ମାଥିଉ 27:45-56; ଲୂକ 23:44-49; ଯୋହନ 19:28-30)
33 ଦ୍ୱିପ୍ରହର ବେଳକୁ ସମଗ୍ରଦେଶ ଉପରେ ଅନ୍ଧକାର ମାଡ଼ି ଆସିଲା। ଏହି ଅନ୍ଧକାର ଅପରାହ୍ନ ତିନିଟା ବେଳ ପର୍ଯ୍ୟନ୍ତ ରହିଲା। 34 ସେହି ସମୟରେ ଯୀଶୁ ବଡ଼ ପାଟିରେ କହି ଉଠିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ।” ଅର୍ଥାତ, “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”
35 ସେଠାରେ ଠିଆ ହୋଇଥିବା କେତେକ ଲୋକ ଏ କଥା ଶୁଣିଲେ। ସେମାନେ କହିଲେ, “ଶୁଣ, ସେ ଏଲିୟଙ୍କୁ ଡାକୁଛି।”
36 ସେଠାରୁ ଜଣେ ଲୋକ ଦୌଡ଼ିଯାଇ ଅମ୍ଳରସରେ ଭିଜାଇଥିବା ଗୋଟିଏ ସ୍ପଞ୍ଜ୍ଆଣିଲା। ସ୍ପଞ୍ଜ୍କୁ ଗୋଟିଏ ବାଡ଼ିରେ ବାନ୍ଧିଲା। ଯୀଶୁ ସ୍ପଞ୍ଜ୍ରୁ ଅମ୍ଳରସ ପିଇବେ ବୋଲି ସେ ବାଡ଼ିଟିର ସ୍ପଞ୍ଜ୍ ବନ୍ଧା ହୋଇଥିବା ପାଖଟି ତାହାଙ୍କ ଆଡ଼କୁ ବଢ଼ାଇଲା। ଲୋକଟି କହିଲା, “ଏବେ ଆମ୍ଭେ ଅପେକ୍ଷା କରିବା ଏବଂ ଏଲିୟ ଆସି ତାକୁ କ୍ରୁଶ ଉପରୁ ତଳକୁ ନେବାକୁ ଆସୁଛନ୍ତି କି ନାହିଁ, ଦେଖିବା।”
37 ତା'ପରେ ଯୀଶୁ ଉଚ୍ଚ ସ୍ୱରରେ ପାଟି କରି ପ୍ରାଣତ୍ୟାଗ କଲେ।
38 ଯୀଶୁ ଯେତେବେଳେ ପ୍ରାଣତ୍ୟାଗ କଲେ, ସେତେବେଳେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଦୁଇଖଣ୍ଡ ହୋଇ ଚିରିଗଲା। 39 କ୍ରୁଶ ଆଗରେ ଠିଆ ହୋଇଥିବା ସେନାପତି ଯୀଶୁ କିପରି ପ୍ରାଣତ୍ୟାଗ କଲେ, ତାହା ଦେଖିଲେ। ସେ କହିଲେ, “ପ୍ରକୃତରେ ଏହି ଲୋକ ପରମେଶ୍ୱରଙ୍କ ପୁତ୍ର ଥିଲେ।”
40 କେତେକ ସ୍ତ୍ରୀଲୋକ କ୍ରୁଶଠାରୁ କିଛି ଦୂରରେ ଠିଆ ହୋଇ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ସହରରୁ ଆସିଥିବା ମରିୟମ, ଶଲୋମୀ, ଯାକୁବ ଓ ଯୋସିଙ୍କ ମା ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା। 41 ଏହି ସ୍ତ୍ରୀଲୋକମାନେ ଯୀଶୁ ଗାଲିଲୀରେ ଥିବା ବେଳେ ତାହାଙ୍କର ସହିତ ଥିଲେ। ସେମାନେ ତାହାଙ୍କର ସେବାଯତ୍ନ କରୁଥିଲେ। ଅନ୍ୟ ଅନେକ ସ୍ତ୍ରୀଲୋକ ମଧ୍ୟ ସେଠାରେ ଥିଲେ। ସେମାନେ ଯୀଶୁଙ୍କ ସହିତ ଯିରୁଶାଲମକୁ ଆସିଥିଲେ।
ଯୀଶୁଙ୍କୁ ସମାଧି ଦିଆଗଲା
(ମାଥିଉ 27:57-61; ଲୂକ 23:50-56; ଯୋହନ 19:38-42)
42 ସନ୍ଧ୍ୟା ହୋଇଯାଇଥିଲା। ଏହି ଦିନଟି ଆୟୋଜନ ଦିବସ (ବିଶ୍ରାମ ଦିବସର ପୂର୍ବ ଦିନ) ଥିଲା। 43 ହାରାମାଥୀୟାର ଯିହୂଦୀ ଯୋସେଫ ମହାସଭାର ଜଣେ ସମ୍ମାନିତ ସଦସ୍ୟ ଥିଲେ ଓ ସେ ପରମେଶ୍ୱରଙ୍କ ରାଜ୍ୟ ଆସୁ ବୋଲି ଗ୍ଭହୁଁଥିଲେ। ସେ ସାହସର ସହିତ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶବକୁ ମାଗିଲେ।
44 ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲେଣି ଶୁଣି ପୀଲାତ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେ ଯୀଶୁଙ୍କୁ ଜଗିଥିବା ସେନାପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲେଣି କି ନାହିଁ ପଗ୍ଭରିଲେ। 45 ସେନାପତି ଜଣକ ପୀଲାତଙ୍କୁ ଯୀଶୁ ପ୍ରାଣତ୍ୟାଗ କରି ସାରିଥିବା କଥା କହିଲେ। ତା'ପରେ ପୀଲାତ ଯୋସେଫଙ୍କୁ କହିଲେ ଯେ, ସେ ଯୀଶୁଙ୍କ ଶବ ନେଇ ଯାଇ ପାରିବେ।
46 ଯୋସେଫ ଖଣ୍ଡିଏ ବସ୍ତ୍ର କିଣିଲେ। ସେ ଶବକୁ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆଣିଲେ। ସେ ଶବକୁ ବସ୍ତ୍ରରେ ସମ୍ପୂର୍ଣ୍ଣ ଘୋଡ଼େଇ ଦେଲେ ଓ ପଥର କଟା ହୋଇ ତିଆରି ହୋଇଥିବା ଗୋଟିଏ କବରରେ ତାହାଙ୍କୁ ରଖିଦେଲେ। ଖଣ୍ଡିଏ ବଡ଼ ପଥର ଗଡ଼େଇ ଆଣି କବରର ମୁହଁକୁ ବନ୍ଦ କରିଦେଲେ। 47 ମଗ୍ଦଲୀନୀ ମରିୟମ ଓ ଯୋସିଙ୍କ ମା ଯୀଶୁଙ୍କୁ ଯେଉଁଠାରେ ରଖାଗଲା, ସେହି ସ୍ଥାନଟି ଦେଖିଲେ।
2010 by World Bible Translation Center