Print Page Options
Previous Prev Day Next DayNext

Chronological

Read the Bible in the chronological order in which its stories and events occurred.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 23

ଯୀଶୁଙ୍କୁ ରାଜ୍ୟପାଳ ପୀଲାତଙ୍କ ପ୍ରଶ୍ନ

(ମାଥିଉ 27:1-2,11-14; ମାର୍କ 15:1-5; ଯୋହନ 18:28-38)

23 ସମସ୍ତେ ଉଠି ଠିଆ ହେଲେ। ସେମାନେ ଯୀଶୁଙ୍କୁ ପୀଲାତଙ୍କ ପାଖକୁ ନେଇଗଲେ। ସେମାନେ ଯୀଶୁଙ୍କୁ ଦୋଷ ଦେବାକୁ ଲାଗିଲେ। ସେମାନେ ପୀଲାତଙ୍କୁ କହିଲେ, “ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭେମାନେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦେବା ଉଚିତ୍ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।”

ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”

ଯୀଶୁ ଉତ୍ତର ଦେଲେ, “ହଁ ତାହା ଠିକ୍ କଥା।”

ପୀଲାତ ପ୍ରଧାନଯାଜକ ଏବଂ ଲୋକମାନଙ୍କୁ କହିଲେ, “ଏ ଲୋକର ମୁଁ କିଛି ଭୁଲ୍ ଦେଖି ପାରୁ ନାହିଁ,”

ସେମାନେ କିନ୍ତୁ ବାରମ୍ବାର କହିଲେ, “ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। ଯିହୂଦାର ଗ୍ଭରିଆଡ଼େ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀରେ ଆରମ୍ଭ କରିଥିଲେ। ଏବେ ସେ ଏଠାରେ ଅଛନ୍ତି।”

ପୀଲାତ ଯୀଶୁଙ୍କୁ ହେରୋଦଙ୍କ ପାଖକୁ ପଠାଇଲେ

ପୀଲାତ ଏହା ଶୁଣି ପଗ୍ଭରିଲେ, ଏହି ଲୋକ କ’ଣ ଗାଲିଲୀର? ପୀଲାତ ଜାଣିଲେ ଯେ, ଯୀଶୁ ହେରୋଦଙ୍କ ଅଧିକାର କ୍ଷେତ୍ରର ଲୋକ। ହେରୋଦ ସେହି ସମୟରେ ଯିରୁଶାଲମରେ ଥିଲେ। ତେଣୁ ପୀଲାତ ଯୀଶୁଙ୍କୁ ତାହାଙ୍କ ପାଖକୁ ପଠାଇଦେଲେ।

ହେରୋଦ ଯୀଶୁଙ୍କୁ ଦେଖି ବହୁତ ଖୁସୀ ହୋଇଗଲେ। ହେରୋଦ ଯୀଶୁଙ୍କ ବିଷୟରେ ସବୁକଥା ଶୁଣି ସାରିଥିଲେ। ବହୁ ଆଗରୁ ଯୀଶୁଙ୍କୁ ଦେଖିବାକୁ ସେ ଇଚ୍ଛା କରିଥିଲେ। ହେରୋଦ ଯୀଶୁଙ୍କର ଗୋଟିଏ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଥିଲେ। ତେଣୁ ସେ ଆଶା କରୁଥିଲେ ଯେ, ତାହାଙ୍କ ଆଗରେ ଯୀଶୁ କିଛି ଆଶ୍ଚର୍ଯ୍ୟକର୍ମ ପ୍ରଦର୍ଶନ କରିବେ। ହେରୋଦ ଯୀଶୁଙ୍କୁ ଅନେକ ପ୍ରଶ୍ନ ପଗ୍ଭରିଲେ। କିନ୍ତୁ ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। 10 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ସେଠାରେ ଠିଆ ହୋଇଥିଲେ। ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ଆଣି ଚିତ୍କାର କରି କହୁଥିଲେ। 11 ତା'ପରେ ହେରୋଦ ଓ ତାହାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦେଇ ସେମାନେ ଉପହାସ କଲେ। ତା'ପରେ ହେରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ। 12 ଅତୀତରେ ପୀଲାତ ଓ ହେରୋଦଙ୍କ ମଧ୍ୟରେ ବରାବର ଶତ୍ରୁତା ଲାଗି ରହୁଥିଲା କିନ୍ତୁ ସେହି ଦିନରୁ ସେ ଦୁହେଁ ବନ୍ଧୁ ହୋଇଗଲେ।

ଯୀଶୁଙ୍କର ମୃତ୍ୟୁ ନିଶ୍ଚିତ

(ମାଥିଉ 27:15-26; ମାର୍କ 15:6-15; ଯୋହନ 18:39–19:16)

13 ପୀଲାତ, ପ୍ରଧାନଯାଜକ ଓ ଯିହୂଦୀନେତାଙ୍କ ସହିତ ସବୁ ଲୋକଙ୍କୁ ଏକାଠି ଡାକିଲେ। 14 ପୀଲାତ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯୀଶୁଙ୍କୁ ମୋ’ ପାଖକୁ ଆଣିଛ। ତୁମ୍ଭେମାନେ କହୁଛ ଯେ ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। କିନ୍ତୁ ମୁଁ ତୁମ୍ଭମାନଙ୍କ ସମସ୍ତଙ୍କ ଉପସ୍ଥିତିରେ ତାହାଙ୍କୁ ପ୍ରଶ୍ନ କରିଛି। ତାହାଙ୍କଠାରେ ମୁଁ କୌଣସି ଭୁଲ୍ ଦେଖି ପାରିଲି ନାହିଁ। ତୁମ୍ଭେମାନେ ଯାହା କହୁଛ, ଯୀଶୁ ସେଥିରେ ଦୋଷୀ ନୁହନ୍ତି। 15 ତାଛଡ଼ା ହେରୋଦ ମଧ୍ୟ ତାହାଙ୍କଠାରେ କୌଣସି ଭୁଲ୍ ଦେଖି ନାହାନ୍ତି। ହେରୋଦ ଆମ୍ଭ ପାଖକୁ ଯୀଶୁଙ୍କୁ ପଠାଇ ଦେଇଛନ୍ତି। ଦେଖ, ଯୀଶୁ କିଛି ହେଲେ ଭୁଲ୍ କାମ କରି ନାହାନ୍ତି। ତେଣୁ ତାହାଙ୍କୁ ବଧ କରିବା ଠିକ୍ ହେବ ନାହିଁ। 16 ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବାପରେ ମୁଁ ତାହାଙ୍କୁ ମୁକ୍ତ କରି ଗ୍ଭଲିଯିବାକୁ ଅନୁମତି ଦେବି।” 17 [a]

18 କିନ୍ତୁ ସବୁଲୋକେ ପାଟିକରି ଉଠିଲେ, “ତାହାକୁ ମାରିଦିଅ। ବାର‌ବ୍‌ବାକୁ ମୁକ୍ତ କରିଦିଅ।” 19 ବାର‌ବ୍‌ବା ନଗରରେ ଦଙ୍ଗା ଆରମ୍ଭ କରିଥିବା ଯୋଗୁଁ ଓ କେତେକ ଲୋକଙ୍କୁ ହତ୍ୟା କରିଥିବା ଯୋଗୁଁ କାରାଗାରରେ ବନ୍ଦୀ ହୋଇ ରହିଥିଲା।

20 ପୀଲାତ ଯୀଶୁଙ୍କୁ ମୁକ୍ତ କରି ଦେବାକୁ ଗ୍ଭହୁଁଥିଲେ। ତେଣୁ ପୁଣି ଥରେ ପୀଲାତ ସେମାନଙ୍କୁ କହିଲେ ଯେ ସେ ଯୀଶୁଙ୍କୁ ଛାଡ଼ି ଦେବେ। 21 କିନ୍ତୁ ଲୋକମାନେ ଚିତ୍କାର କରି କହିଲେ, “ତାହାଙ୍କୁ ମାରିଦିଅ। ତାହାଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ।”

22 ତୃତୀୟ ଥର ପାଇଁ ପୀଲାତ ସେମାନଙ୍କୁ କହିଲେ, “କାହିଁକି, ସେ କ’ଣ ଭୁଲ୍ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ମୁଁ କୌଣସି କାରଣ ଦେଖି ପାରୁ ନାହିଁ। ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବା ପରେ ମୁଁ ତାହାଙ୍କୁ ଛାଡ଼ି ଦେବି।”

23 କିନ୍ତୁ ଲୋକମାନେ ଚିତ୍କାର କରିବାକୁ ଲାଗିଲେ। ସେମାନେ ଦାବି କଲେ ଯେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ। ସେମାନଙ୍କର ପାଟିତୁଣ୍ଡ ଏତେ ତୀବ୍ର ହେଲା ଯେ, 24 ପୀଲାତ ଲୋକଙ୍କ ଇଚ୍ଛା ଅନୁଯାୟୀ ନିର୍ଣ୍ଣୟ ନେଲେ। 25 ଲୋକମାନେ ବାର‌ବ୍‌ବାକୁ ମୁକ୍ତ ହୋଇ ଗ୍ଭଲିଯିବାକୁ ଗ୍ଭହୁଁଥିଲେ। ବାର‌ବ୍‌ବା ନରହତ୍ୟା ଓ ବିଦ୍ରୋହ ଅପରାଧରେ କାରାଗାରରେ ଥିଲା। ପୀଲାତ ବାର‌ବ୍‌ବାଙ୍କୁ ମୁକ୍ତ କରିଦେଲେ। ପୀଲାତ ଯୀଶୁଙ୍କୁ ମାରିଦେବା ପାଇଁ ଲୋକମାନଙ୍କ ହାତରେ ସମର୍ପି ଦେଲେ। ଲୋକମାନେ ତାହା ଗ୍ଭହୁଁଥିଲେ।

ଯୀଶୁ କ୍ରୁଶରେ ହତ ହେଲେ

(ମାଥିଉ 27:32-44; ମାର୍କ 15:21-32; ଯୋହନ 19:17-19)

26 ସୈନ୍ୟମାନେ ଯୀଶୁଙ୍କୁ ମାରିଦେବା ପାଇଁ ନେଇଗଲେ। ଠିକ୍ ସେହି ସମୟରେ ଜଣେ ଲୋକ ପଲ୍ଲୀଗ୍ରାମରୁ ଫେରି ନଗର ଭିତରକୁ ଆସୁଥିଲା। ତା'ର ନାମ ଥିଲା ଶିମୋନ। ଶିମୋନ କୁରୀଣ ନଗରର ଲୋକ ଥିଲା। ସୈନ୍ୟମାନେ ଯୀଶୁଙ୍କ କ୍ରୁଶ ବହନ କରି ଯୀଶୁଙ୍କ ପଛରେ ଯିବାକୁ ଶିମୋନକୁ ବାଧ୍ୟ କଲେ।

27 ବହୁ ସଂଖ୍ୟାରେ ଲୋକେ ଯୀଶୁଙ୍କ ପଛେ ପଛେ ଗଲେ। କେତେକ ସ୍ତ୍ରୀଲୋକ ଦୁଃଖ କରିଥିଲେ ଓ କାନ୍ଦୁଥିଲେ। ସେମାନେ ଯୀଶୁଙ୍କ ପାଇଁ ଦୁଃଖ ଅନୁଭବ କରୁଥିଲେ। 28 କିନ୍ତୁ ଯୀଶୁ ବୁଲିପଡ଼ି ସେହି ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ଯିରୁଶାଲମର ନାରୀଗଣ! ମୋ’ ପାଇଁ କାନ୍ଦ ନାହିଁ। ତୁମ୍ଭେମାନେ ନିଜ ପାଇଁ ଓ ନିଜ ପିଲାମାନଙ୍କ ପାଇଁ କାନ୍ଦ। 29 ଏବେ ସମୟ ଆସୁଛି, ଯେତେବେଳେ ଲୋକମାନେ କହିବେ, ‘ଯେଉଁ ସ୍ତ୍ରୀଲୋକମାନଙ୍କର ସନ୍ତାନସନ୍ତତି ନାହାନ୍ତି, ସେମାନେ ସୁଖୀ। ଯେଉଁ ସ୍ତ୍ରୀଲୋକମାନେ ବନ୍ଧ୍ୟା, ସେମାନେ ଧନ୍ୟ। ଯେଉଁ ସ୍ତ୍ରୀଲୋକମାନେ ସନ୍ତାନ ସନ୍ତତିକୁ ଜନ୍ମ ଦେଇ ନାହାନ୍ତି ଏବଂ ତାହାଙ୍କର ଯତ୍ନ ନେଇ ନାହାନ୍ତି, ସେମାନେ ଧନ୍ୟ।’ 30 ତା'ପରେ ଲୋକମାନେ ପର୍ବତକୁ କହିବେ, ଆମ୍ଭ ଉପରେ ଖସିପଡ଼୍, ଲୋକେ ପାହାଡ଼କୁ କହିବେ, ‘ଆମ୍ଭକୁ ଘୋଡ଼େଇ ଦିଅ।’(A) 31 ବର୍ତ୍ତମାନ ସମୟରେ ଯେତେବେଳେ ଜୀବନ ଭଲରେ କଟୁଛି, ସେତେବେଳେ ଲୋକେ ଯଦି ଏଭଳି ବ୍ୟବହାର କରିବେ, ତେବେ ଯେତେବେଳେ ଖରାପ ସମୟ ଆସିବ, ସେତେବେଳେ ଅବସ୍ଥା କ’ଣ ହେବ?”[b]

32 ଯୀଶୁଙ୍କ ସହିତ ମୃତ୍ୟୁ ଦଣ୍ଡ ଦିଆଯିବା ପାଇଁ ଆଉ ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆ ଯାଉଥିଲା। 33 ‘କପାଳ’ ନାମକ ସ୍ଥାନକୁ ଯୀଶୁ ଓ ସେହି ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆଗଲା। ସେଠାରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ସେମାନେ ସେହି ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ଯୀଶୁଙ୍କ ଡାହାଣ ପାଖରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖରେ ରଖିଲେ।

34 ଯୀଶୁ କହିଲେ, “ହେ ପରମପିତା, ଯେଉଁ ଲୋକମାନେ ମୋତେ ହତ୍ୟା କରୁଛନ୍ତି, ସେମାନଙ୍କୁ କ୍ଷମା କର। କାରଣ ସେମାନେ କ’ଣ କରୁଛନ୍ତି, ତାହା ସେମାନେ ଜାଣନ୍ତି ନାହିଁ।”[c]

ସୈନ୍ୟମାନେ ଗୁଲିବାଣ୍ଟ ସାହାଯ୍ୟରେ ଯୀଶୁଙ୍କ ପୋଷାକ ବାଣ୍ଟି ନେଲେ। 35 ଲୋକମାନେ ସେଠାରେ ଠିଆ ହୋଇ ଯୀଶୁଙ୍କୁ ଲକ୍ଷ୍ୟ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସେମାନେ କହୁଥିଲେ, “ଯଦି ସେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?”

36 ଏପରିକି ସୈନ୍ୟମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସେମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ। 37 ସୈନ୍ୟମାନେ କହିଲେ, “ତୁମ୍ଭେ ଯଦି ଯିହୂଦୀମାନଙ୍କର ରାଜା, ତେବେ ନିଜକୁ ରକ୍ଷା କର।” 38 କ୍ରୁଶରେ ଉପରି ଭାଗରେ ଲେଖା ଯାଇଥିଲା: “ଏ ଯିହୂଦୀମାନଙ୍କର ରାଜା।”

39 ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦା କରି କହିବାକୁ ଲାଗିଲା, “ତୁମ୍ଭେ କ’ଣ ଖ୍ରୀଷ୍ଟ ନୁହଁ? ତେବେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ୟ ରକ୍ଷା କର।”

40 କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, “ତୁ କ’ଣ ପରମେଶ୍ୱରଙ୍କୁ ମଧ୍ୟ ଭୟ କରୁ ନାହୁଁ? ଆମ୍ଭେମାନେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ। 41 ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ୟ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।” 42 ତା'ପରେ ସେହି ଅପରାଧୀଟି ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତେବେଳେ ମୋତେ ମନେ ପକାଇବେ।”

43 ଯୀଶୁ ତାହାକୁ କହିଲେ, “ଶୁଣ, ମୁଁ ଯାହା କହୁଛି ତାହା ସତ୍ୟ। ଆଜି ତୁମ୍ଭେ ମୋ’ ସହିତ ପାରାଦୀଶରେ[d] ପ୍ରବେଶ କରିବ।”

ଯୀଶୁଙ୍କ ପ୍ରାଣତ୍ୟାଗ

(ମାଥିଉ 27:45-56; ମାର୍କ 15:33-41; ଯୋହନ 19:28-30)

44 ସେତେବେଳେ ପ୍ରାୟ ଦିନ ଦ୍ୱିପ୍ରହର ହୋଇଥିଲା। କିନ୍ତୁ ଅପରାହ୍ନ ତିନିଟା ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହୋଇଗଲା। 45 ସୂର୍ଯ୍ୟ ଦେଖାଯାଉ ନ ଥିଲା। ମନ୍ଦିରର ପରଦା ଦୁଇଖଣ୍ଡ ହୋଇ ଚିରିଗଲା। 46 ଯୀଶୁ ପାଟିକରି କହିଲେ, “ହେ ପରମପିତା, ମୁଁ ମୋର ଆତ୍ମା ତୁମ୍ଭକୁ ଦେଉଛି।” ଏହା କହିବା ପରେ ଯୀଶୁ ପ୍ରାଣ ତ୍ୟାଗ କଲେ।

47 ସେନାଧ୍ୟକ୍ଷ ସେଠାରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ୱରଙ୍କୁ ପ୍ରଶଂସା କଲେ, “ମୁଁ ଜାଣେ ଯେ, ଏହି ମନୁଷ୍ୟ ଜଣେ ଉତ୍ତମ ବ୍ୟକ୍ତି ଥିଲେ!”

48 ଅନେକ ଲୋକ ଏହି ଘଟଣା ଦେଖିବାକୁ ନଗରରୁ ବାହାରି ଆସିଥିଲେ। ଏସବୁ ଦେଖି ସେମାନେ ଅତ୍ୟନ୍ତ ଦୁଃଖ ପ୍ରକାଶ କଲେ ଏବଂ ଶେଷରେ ସେମାନେ ଫେରିଗଲେ। 49 ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସେଠାରେ ଉପସ୍ଥିତ ଥିଲେ। ତା'ଛଡ଼ା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନେକ ସ୍ତ୍ରୀ ଲୋକ ସେଠାରେ ଥିଲେ। ସେମାନେ କ୍ରୁଶଠାରୁ ଦୂରରେ ଠିଆ ହୋଇ ଏସବୁ ଦେଖୁଥିଲେ।

ହାରାମାଥୀୟାର ଯୋଷେଫ

(ମାଥିଉ 27:57-61; ମାର୍କ 15:42-47; ଯୋହନ 19:38-42)

50-51 ଯିହୂଦୀମାନଙ୍କର ହାରାମାଥୀୟା ନଗରର ଜଣେ ଲୋକ ସେଠାରେ ଥିଲେ। ତାହାଙ୍କ ନାମ ଯୋଷେଫ। ସେ ଯିହୂଦୀ ମହାସଭାର ଜଣେ ସଦସ୍ୟ ଥିଲେ। ସେ ଜଣ ଉତ୍ତମ ଓ ଧାର୍ମିକ ଲୋକଥିଲେ। ସେ ପରମେଶ୍ୱରଙ୍କ ରାଜ୍ୟକୁ ଅପେକ୍ଷା କରୁଥିଲେ। ଅନ୍ୟ ଯିହୂଦୀ ନେତାମାନେ ଯୀଶୁଙ୍କୁ ହତ୍ୟା କରିବାକୁ ସ୍ଥିର କଲାବେଳେ ସେ ସେଥିରେ ରାଜି ହୋଇ ନ ଥିଲେ। 52 ଯୋଷେଫ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀରକୁ ମାଗିଲେ। ପୀଲାତ ଯୋଷେଫ ସେଥିପାଇଁ ଅନୁମତି ଦେଲେ। 53 ତେଣୁ ଯୋଷେଫ ଯୀଶୁଙ୍କ ଶରୀରକୁ କ୍ରୁଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗାରେ ସେ ଘୋଡ଼ାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନେଇ ପାହାଡ଼ କାନ୍ଥରେ ଖୋଳା ହୋଇଥିବା ଓ ପୂର୍ବରୁ କେବେ ବ୍ୟବହୃତ ହୋଇ ନ ଥିବା କବର ମଧ୍ୟରେ ରଖିଲେ। 54 ଏହା ପ୍ରସ୍ତୁତି ଦିବସର ଶେଷ ସମୟ ଥିଲା। ବିଶ୍ରାମ ଦିବସ ପାଖେଇ ଆସୁଥିଲା।

55 ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସେମାନେ ଯୋଷେଫ ପଛେ ପଛେ ଗଲେ। ସେମାନେ ଯାଇ କବରଟି ଦେଖିଲେ। ଭିତରେ ଯେଉଁ ସ୍ଥାନରେ ଶରୀରଟି ରଖାଗଲା, ସେହି ସ୍ଥାନଟି ମଧ୍ୟ ସେମାନେ ଦେଖିଲେ। 56 ତା'ପରେ ସେହି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀରରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ୟ ପ୍ରସ୍ତୁତ କରିବାକୁ ସେଠାରୁ ଗ୍ଭଲିଗଲେ।

ବିଶ୍ରାମ ଦିବସରେ ସେମାନେ ବିଶ୍ରାମ ନେଲେ। କାରଣ ମୋଶାଙ୍କ ନିୟମ ଲୋକମାନଙ୍କୁ ଏହା କରିବାକୁ ଆଜ୍ଞା ଦେଇଥାଏ।

ଯୋହନ ଲିଖିତ ସୁସମାଗ୍ଭର 18-19

ଯୀଶୁ ବନ୍ଦୀ ହେଲେ

(ମାଥିଉ 26:47-56; ମାର୍କ 14:43-50; ଲୂକ 22:47-53)

18 ଯୀଶୁ ଏହି ପ୍ରାର୍ଥନା କରି ସାରିବା ପରେ, ଶିଷ୍ୟମାନଙ୍କ ସହିତ ଗ୍ଭଲିଗଲେ। ସେମାନେ କିଦ୍ରୋଣ ଉପତ୍ୟକା ପାରି ହୋଇଗଲେ। ଆର ପଟେ ଜଳପାଇ ବୃକ୍ଷର ଗୋଟିଏ ବଗିଗ୍ଭ ଥିଲା। ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାକୁ ଗଲେ।

ଯିହୂଦା ଏହି ସ୍ଥାନ ଜାଣିଥିଲା। କାରଣ ଯୀଶୁ ପ୍ରାୟ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ସ୍ଥାନକୁ ଯାଉଥିଲେ। ସେହି ଯିହୂଦା ହିଁ ଯୀଶୁଙ୍କର ବିରୁଦ୍ଧରେ ଗଲା। ତେଣୁ ସେ ଦଳେ ସୈନ୍ୟଙ୍କୁ ନେଇ ବଗିଗ୍ଭକୁ ଗଲା। ସେ ମୁଖ୍ୟ ଯାଜକ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ପ୍ରହରୀମାନଙ୍କୁ ମଧ୍ୟ ଆଣିଥିଲା। ସେମାନେ ମଶାଲ, ଲଣ୍ଠନ ଓ ଅସ୍ତ୍ରଶସ୍ତ୍ର ଆଣି ସେଠାରେ ପହଞ୍ଚିଲେ।

ତାହାଙ୍କ ପ୍ରତି କ'ଣ ଘଟିବ, ସେ କଥା ଯୀଶୁ ଆଗରୁ ଜାଣିଥିଲେ। ସେ ସେମାନଙ୍କ ନିକଟକୁ ଯାଇ ପଗ୍ଭରିଲେ, “ତୁମ୍ଭେ କାହାକୁ ଖୋଜୁଛ?”

ସେହି ଲୋକମାନେ ଉତ୍ତର ଦେଲେ, “ନାଜରିତୀୟ ଯୀଶୁଙ୍କୁ।”

ଯୀଶୁ କହିଲେ, “ମୁଁ ନିଜେ ସେହି ଯୀଶୁ।” ଯୀଶୁଙ୍କ ବିରୁଦ୍ଧରେ ଯାଇଥିବା ଯିହୂଦା ମଧ୍ୟ ସେମାନଙ୍କ ସହିତ ଠିଆ ହୋଇଥିଲା। ଯେତେବେଳେ ଯୀଶୁ କହିଲେ, “ମୁଁ ଯୀଶୁ,” ଲୋକମାନେ ପଛକୁ ଘୁଞ୍ଚିଯାଇ ତଳେ ପଡ଼ିଗଲେ।

ଯୀଶୁ ସେମାନଙ୍କୁ ପୁଣି ଥରେ ପଗ୍ଭରିଲେ, “ତୁମ୍ଭେ କାହାକୁ ଖୋଜୁଛ?”

ସେମାନେ କହିଲେ, “ନାଜରିତୀୟ ଯୀଶୁଙ୍କୁ।”

ଯୀଶୁ କହିଲେ, “ମୁଁ ତ କହିଲି ଯେ ମୁଁ ସେହି ଯୀଶୁ। ଯଦି ତୁମ୍ଭେ ମୋତେ ଖୋଜୁଛ, ତେବେ ଏହି ଅନ୍ୟ ଲୋକମାନଙ୍କୁ ଏଠାରୁ ଯିବାକୁ ଛାଡ଼ିଦିଅ।” ଏପରି ଘଟିଲା ଯେହେତୁ ପୂର୍ବରୁ ତାହାଙ୍କ ଦ୍ୱାରା କଥିତ ବାଣୀ ସତ୍ୟ ହେବ: “ମୁଁ ତୁମ୍ଭେ ଦେଇଥିବା ଜଣେ ଲୋକକୁ ମଧ୍ୟ ହରେଇ ନାହିଁ।”

10 ଶିମୋନ ପିତରଙ୍କ ପାଖରେ ଗୋଟିଏ ଖଣ୍ଡା ଥିଲା। ସେ ଖଣ୍ଡା ବାହାର କରି ମୁଖ୍ୟ ଯାଜକଙ୍କ ଦାସକୁ ଆଘାତ କଲେ। ସେ ଦାସର ଡାହାଣ କାନ କଟି ଗଲା। ସେହି ଦାସର ନାମ ମା‌‌‌‌‌‌‌ଲ୍‌‌‌‌ଖ ଥିଲା। 11 ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେ ଖଣ୍ଡା ଖାପରେ ରଖିଦିଅ। ପରମପିତା ମୋତେ ଏହି ପିଆଲା ପିଇବାକୁ ଦେଇଛନ୍ତି, ମୁଁ ଏହା ଗ୍ରହଣ କରିବା ଉଚିତ୍।”

ଯୀଶୁ ହାନାନଙ୍କ ଆଗକୁ ଅଣାଗଲେ

(ମାଥିଉ 26:57-58; ମାର୍କ 14:53-54; ଲୂକ 22:54)

12 ତା'ପରେ ସୈନ୍ୟମାନେ ଓ ସେମାନଙ୍କ ସେନାପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ। 13 ସେମାନେ ତାହାଙ୍କୁ ବାନ୍ଧିଲେ ଓ ହାନାନଙ୍କ ନିକଟକୁ ଘେନିଗଲେ। ହାନାନ କୟାଫାଙ୍କର ଶ୍ୱଶୁର ଥିଲେ। ସେହି ବର୍ଷ କୟାଫା ମହାଯାଜକ ଥିଲେ। 14 କୟାଫା ଯିହୂଦୀମାନଙ୍କୁ ପରାମର୍ଶ ଦେଇଥିଲେ, “ସବୁ ଲୋକମାନଙ୍କ ମଙ୍ଗଳ ପାଇଁ ଜଣେ ପ୍ରାଣ ଦେବା ବରଂ ଭଲ।”

ଯୀଶୁଙ୍କୁ ଜାଣି ନାହାନ୍ତି ବୋଲି ପିତର ମିଥ୍ୟା କହିଲେ

(ମାଥିଉ 26:69-70; ମାର୍କ 14:66-68; ଲୂକ 22:55-57)

15 ଶିମୋନ ପିତର ଓ ଅନ୍ୟ ଜଣେ ଶିଷ୍ୟ ଯୀଶୁଙ୍କ ସହିତ ଗଲେ। ସେହି ଶିଷ୍ୟଜଣ ମହାଯାଜକଙ୍କୁ ଜାଣିଥିଲେ। ତେଣୁ ସେ ଯୀଶୁଙ୍କ ସହିତ ମହାଯାଜକଙ୍କ ଘର ଅଗଣା ପର୍ଯ୍ୟନ୍ତ ଗଲେ। 16 କିନ୍ତୁ ପିତର ଫାଟକ ବାହାରେ ଅପେକ୍ଷା କଲେ। ମହାଯାଜକଙ୍କୁ ଜାଣିଥିବା ସେହି ଶିଷ୍ୟ ଜଣକ ବାହାରକୁ ଫେରି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ। 17 ସେହି ଦାସୀ ପିତରଙ୍କୁ ପଗ୍ଭରିଲା, “ତୁମ୍ଭେ ବି କ'ଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ?”

ପିତର ଉତ୍ତର ଦେଲେ, “ନା, ମୁଁ ନୁହେଁ।”

18 ଶୀତ ହେଉଥିଲା। ଦାସ ଓ ପ୍ରହରୀମାନେ ନିଆଁ ଜାଳିଥିଲେ। ସେମାନେ ନିଆଁ ଗ୍ଭରିପଟେ ଠିଆ ହୋଇ ଦେହକୁ ସେକୁଥିଲେ। ପିତର ମଧ୍ୟ ସେଠାରେ ସେମାନଙ୍କ ସହିତ ଠିଆ ହୋଇଥିଲେ।

ଯୀଶୁଙ୍କୁ ମହାଯାଜକଙ୍କ ପ୍ରଶ୍ନ

(ମାଥିଉ 26:59-66; ମାର୍କ 14:55-64; ଲୂକ 22:66-71)

19 ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ପ୍ରଶ୍ନ ପଗ୍ଭରିଲେ। ସେ ଯୀଶୁଙ୍କୁ ତାହାଙ୍କ ଶିକ୍ଷା ବିଷୟରେ ପ୍ରଶ୍ନ କଲେ। 20 ଯୀଶୁ ଉତ୍ତର ଦେଲେ, “ମୁଁ ଲୋକମାନଙ୍କୁ ସବୁବେଳେ ଖୋଲାଖୋଲି ଭାବେ ଶିକ୍ଷା ଦେଇଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିରରେ ଶିକ୍ଷା ଦେଇ ଆସିଛି। ସେଠାରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ। 21 ତୁମ୍ଭେ ମୋତେ କାହିଁକି ପ୍ରଶ୍ନ ପଗ୍ଭରୁଛ? ମୋର ଶିକ୍ଷା ଶୁଣିଥିବା ଲୋକଙ୍କୁ ପଗ୍ଭର, ମୁଁ କ'ଣ କହିଥିଲି, ସେମାନେ ଜାଣନ୍ତି।”

22 ଯୀଶୁ ଏହି କଥା କହିବା ବେଳେ ଯୀଶୁଙ୍କ ପାଖରେ ଠିଆ ହୋଇଥିବା ଜଣେ ପ୍ରହରୀ ତାହାଙ୍କୁ ପ୍ରହାର କଲା। ସେ କହିଲା, “ତୁମ୍ଭେ ମହାଯାଜକଙ୍କୁ ସେହିପରି ଉତ୍ତର ଦେବା ଉଚିତ୍ ନୁହେଁ।”

23 ଯୀଶୁ ଉତ୍ତର ଦେଲେ, “ଯଦି ମୁଁ କିଛି ଭୂଲ କହିଲି ତେବେ ଏଠାରେ ଥିବା ପ୍ରତ୍ୟେକଙ୍କୁ ମୋର ଭୂଲ ଜଣାଇଦିଅ। ଯଦି ମୋର କହିବା ଠିକ୍, ତେବେ ମୋତେ ତୁମ୍ଭେ କାହିଁକି ମାରିଲ?”

24 ତେଣୁ ହାନାନ ଯୀଶୁଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।

ପିତର ପୁନର୍ବାର ମିଥ୍ୟା କହିଲେ

(ମାଥିଉ 26:71-75; ମାର୍କ 14:69-72; ଲୂକ 22:58-62)

25 ଶିମୋନ ପିତର ନିଆଁ ପାଖେ ଠିଆ ହୋଇ ସେକି ହେଉଥିଲେ। ଅନ୍ୟ ଲୋକମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ'ଣ ଏହି ଲୋକର ଶିଷ୍ୟମାନଙ୍କ ଭିତରୁ ଜଣେ? କିନ୍ତୁ ପିତର ମନା କଲେ।”

ସେ କହିଲେ, “ନା, ମୁଁ ନୁହେଁ।”

26 ମହାଯାଜକଙ୍କର ଜଣେ ଦାସ ସେଠାରେ ଥିଲା। ପିତର ଯେଉଁ ଲୋକର କାନ କାଟି ଦେଇଥିଲେ, ସେ ସେହି ଦାସର ସମ୍ପର୍କୀୟ। ତେଣୁ ସେ କହିଲା, “ମୁଁ ଭାବୁଛି, ମୁଁ ବଗିଗ୍ଭରେ ଏହି ଲୋକ ସହିତ ତୁମ୍ଭକୁ ଦେଖିଥିଲି।”

27 କିନ୍ତୁ ପିତର ପୁଣି ଥରେ କହିଲେ, “ନା, ମୁଁ ତାହାଙ୍କ ସହିତ ନ ଥିଲି।” ଠିକ୍ ସେତିକିବେଳେ ଗୋଟିଏ କୁକୁଡ଼ା ଡାକିଲା।

ଯୀଶୁଙ୍କୁ ପୀଲାତଙ୍କ ସମ୍ମୁଖକୁ ଅଣାଗଲା

(ମାଥିଉ 27:1-2,11-31; ମାର୍କ 15:1-20; ଲୂକ 23:1-25)

28 ତା'ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ଘରୁ ରୋମୀୟ ରାଜ୍ୟପାଳଙ୍କ ପ୍ରାସାଦକୁ ନେଇଗଲେ। ସେତେବେଳେ ପାହାନ୍ତିଆ ସମୟ। ଯିହୂଦୀମାନେ ପ୍ରାସାଦ ଭିତରକୁ ଗଲେ ନାହିଁ। ସେମାନେ ନିଜକୁ ଅପବିତ୍ର କରିବା ପାଇଁ ଗ୍ଭହୁଁ ନ ଥିଲେ, କାରଣ ସେମାନେ ନିସ୍ତାରପର୍ବର ଭୋଜନ ଖାଇବା ପାଇଁ ଗ୍ଭହୁଁଥିଲେ। 29 ତେଣୁ ପୀଲାତ ପ୍ରାସାଦ ବାହାରେ ଯିହୂଦୀମାନଙ୍କ ପାଖକୁ ଗଲେ। ସେ ପଗ୍ଭରିଲେ, “ଏହି ଲୋକ ବିରୁଦ୍ଧରେ ତୁମ୍ଭମାନଙ୍କର ଅଭିଯୋଗ କ'ଣ?”

30 ସେମାନେ ଉତ୍ତର ଦେଲେ, “ସେ ଜଣେ ମନ୍ଦ ଲୋକ। ସେଥିପାଇଁ ଆମ୍ଭେ ତାହାକୁ ତୁମ୍ଭ ନିକଟକୁ ଆଣିଛୁ।”

31 ପୀଲାତ ଯିହୂଦୀମାନଙ୍କୁ କହିଲେ, “ତୁମ୍ଭେ ତାହାକୁ ନେଇଯାଅ ଓ ତୁମ୍ଭ ବ୍ୟବସ୍ଥା ଅନୁସାରେ ତାହାର ବିଗ୍ଭର କର।”

ଯିହୂଦୀମାନେ କହିଲେ, “କିନ୍ତୁ ଆପଣଙ୍କର ଆଇନ ଅନୁସାରେ ଆମ୍ଭେ କାହାକୁ ମୃତ୍ୟୁଦଣ୍ଡ ଦେଇ ପାରିବୁ ନାହିଁ।” 32 ଏହା ଦ୍ୱାରା ସେ କିପରି ମରିବେ, ସେ ବିଷୟରେ ଯୀଶୁଙ୍କର ବାଣୀ ସତ୍ୟ ହେଲା।

33 ତା'ପରେ ପୀଲାତ ପ୍ରାସାଦ ଭିତରକୁ ଗ୍ଭଲିଗଲେ। ସେ ଯୀଶୁଙ୍କୁ ଆପଣା ନିକଟକୁ ଡାକିଲେ। ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?”

34 ଯୀଶୁ କହିଲେ, “ଏହା ତୁମ୍ଭ ନିଜର ପ୍ରଶ୍ନ, ନା ଅନ୍ୟମାନେ ତୁମ୍ଭକୁ ମୋ’ ବିଷୟରେ କହିଛନ୍ତି?”

35 ପୀଲାତ କହିଲେ, “ମୁଁ ଜଣେ ଯିହୂଦୀ ନୁହେଁ। ତୁମ୍ଭ ନିଜର ଲୋକମାନେ ଓ ସେମାନଙ୍କର ପ୍ରଧାନଯାଜକମାନେ ତୁମ୍ଭକୁ ମୋ’ ପାଖକୁ ଆଣିଛନ୍ତି। ତୁମ୍ଭେ କ'ଣ ଦୋଷ କରିଛ?”

36 ଯୀଶୁ କହିଲେ, “ମୋର ରାଜ୍ୟ ଏ ଜଗତର ନୁହେଁ। ଯଦି ଏହା ଜଗତର ହୋଇଥା'ନ୍ତା, ତେବେ ମୋର ଦାସମାନେ ଯୁଦ୍ଧ କରିଥାଆନ୍ତେ ଓ ମୋତେ ଯିହୂଦୀମାନେ ଧରିପାରି ନ ଥା'ନ୍ତେ। କିନ୍ତୁ ମୋ’ ରାଜ୍ୟ ଅନ୍ୟ ଏକ ସ୍ଥାନରେ।”

37 ପୀଲାତ କହିଲେ, “ତେବେ ତୁମ୍ଭେ ଜଣେ ରାଜା।”

ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ରାଜା ବୋଲି କହୁଛ। ଏହା ସତ୍ୟ। ମୁଁ ଏଥିପାଇଁ ଜନ୍ମ ନେଇଛି। ଲୋକମାନଙ୍କୁ ସତ୍ୟ ବିଷୟରେ କହିବା ପାଇଁ, ସେଥିପାଇଁ ମୁଁ ଜଗତକୁ ଆସିଛି। ସତ୍ୟକୁ ଭଲପାଉଥିବା ପ୍ରତ୍ୟେକ ଲୋକ ମୋ’ କଥା ଶୁଣନ୍ତି।”

38 ପୀଲାତ କହିଲେ, “ସତ୍ୟ କ'ଣ?” ସେ ଏହା କହିବା ପରେ ପୁଣି ଯିହୂଦୀମାନଙ୍କ ପାଖକୁ ଗଲେ। ପୀଲାତ କହିଲେ, “ଏହି ଲୋକ ବିରୁଦ୍ଧରେ କୌଣସି ଅଭିଯୋଗ ମୁଁ ପାଉ ନାହିଁ। 39 ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ବେଳେ ମୋ'ଠାରୁ ଜଣେ ବନ୍ଦୀର ମୁକ୍ତି ମାଗିବା ନିମନ୍ତେ ତୁମ୍ଭମାନଙ୍କର ପ୍ରଥା ଅଛି। ତେଣୁ ତୁମ୍ଭେ ଯଦି ଗ୍ଭହଁ, ମୁଁ ଏହି ‘ଯିହୂଦୀମାନଙ୍କ ରାଜାଙ୍କୁ’ ମୁକ୍ତି ଦେବି।”

40 ମାତ୍ର ଯିହୂଦୀମାନେ ଚିତ୍କାର କଲେ, “ନା, ଏ ଲୋକକୁ ନୁହେଁ। ବାର‌ବ୍‌ବାକୁ ମୁକ୍ତି ଦିଅ।” ଏହି ବାର‌ବ୍‌ବା ଜଣେ ଡକାୟତ ଥିଲା।

19 ତା'ପରେ ପୀଲାତ ଯୀଶୁଙ୍କୁ ନେଇ ଯାଇ କୋରଡ଼ା ପ୍ରହାର କରିବା ପାଇଁ ଆଦେଶ ଦେଲେ। ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। ତା'ପରେ ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। ସୈନିକମାନେ ଯୀଶୁଙ୍କ ପାଖକୁ ବହୁତ ଥର ଆସିଲେ ଓ କହିଲେ, “ହେ! ଯିହୂଦୀମାନଙ୍କ ରାଜା।” ସେମାନେ ଯୀଶୁଙ୍କୁ ଗ୍ଭପୁଡ଼ା ମାରିଲେ।

ପୀଲାତ ପୁଣି ଥରେ ବାହାରକୁ ଆସି ଯିହୂଦୀମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗକୁ ଆଣୁଛି। ମୁଁ ତୁମ୍ଭମାନଙ୍କୁ ଜଣାଇ ଦେବାକୁ ଗ୍ଭହେଁ ଯେ, ମୁଁ ତାହାଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ ପାଉ ନାହିଁ।” ତା'ପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, “ଦେଖ, ସେହି ଲୋକ।”

ତାହାଙ୍କୁ ଦେଖିଲା ମାତ୍ରେ ପ୍ରଧାନଯାଜକଗଣ ଓ ଯିହୂଦୀ ପ୍ରହରୀମାନେ ଚିତ୍କାର କଲେ, “ତାକୁ କ୍ରୁଶରେ ଚଢ଼ାଇ ମାର, ତାକୁ କ୍ରୁଶରେ ଚଢ଼ାଇ ମାର।”

କିନ୍ତୁ ପୀଲାତ କହିଲେ, “ତୁମ୍ଭେମାନେ ତାହାଙ୍କୁ ନେଇ କ୍ରୁଶରେ ଚଢ଼ାଇ ମାର, କିନ୍ତୁ ମୁଁ ତାହାଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ ପାଉ ନାହିଁ।”

ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭର ବ୍ୟବସ୍ଥା ଅନୁସାରେ ସେ ମୃତ୍ୟୁଦଣ୍ଡ ପାଇବା ଉଚିତ୍ କାରଣ ସେ ନିଜକୁ ପରମେଶ୍ୱରଙ୍କର ପୁତ୍ର ବୋଲି କହିଅଛି।”

ପୀଲାତ ଏହା ଶୁଣି ଆହୁରି ଭୟଭୀତ ହେଲେ। ସେ ପ୍ରାସାଦ ଭିତରକୁ ଫେରିଗଲେ ଓ ଯୀଶୁଙ୍କ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ମାତ୍ର ଯୀଶୁ କିଛି ଉତ୍ତର ଦେଲେ ନାହିଁ। 10 ପୀଲାତ କହିଲେ, “ତୁମ୍ଭେ କ'ଣ ମୋ’ ସହିତ କଥା କହିବ ନାହିଁ? ମନେରଖ, ତୁମ୍ଭକୁ ମୁକ୍ତି ଦେବାକୁ କି କ୍ରୁଶରେ ଚଢ଼ାଇବାକୁ ମଧ୍ୟ ଆମ୍ଭର କ୍ଷମତା ଅଛି।”

11 ଯୀଶୁ ଉତ୍ତର ଦେଲେ, “ମୋ’ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କେବଳ ସେହି କ୍ଷମତା ପରମେଶ୍ୱର ଆପଣଙ୍କୁ ଦେଇଛନ୍ତି। ତେଣୁ ଯିଏ ମୋତେ ଆପଣଙ୍କ ପାଖରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।”

12 ଏହା ପରେ ପୀଲାତ ଯୀଶୁଙ୍କୁ ମୁକ୍ତି ଦେବାକୁ ଚେଷ୍ଟା କଲେ। କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, “ଆପଣ ଯଦି ଏ ବ୍ୟକ୍ତିକୁ ମୁକ୍ତ କରି ଦିଅନ୍ତି, ତେବେ ଆପଣ କାଇସରଙ୍କର ବନ୍ଧୁ ନୁହନ୍ତି। ଯିଏ ନିଜକୁ ରାଜା ବୋଲି ଦାବୀ କରୁଛି, ସେ କାଇସରଙ୍କ ବିରୋଧୀ।”

13 ପୀଲାତ ଯିହୂଦୀମାନଙ୍କର ଏହି କଥା ଶୁଣିଲେ। ତେଣୁ ସେ ଯୀଶୁଙ୍କୁ ‘ପ୍ରସ୍ତରମଣ୍ଡପ’ ନାମକ ସ୍ଥାନକୁ ଆଣିଲେ। ଏବ୍ରୀ ଭାଷାରେ ଏହାର ନାମ ଗ‌ବ୍‌ବଥା ଅଟେ। ପୀଲାତ ପ୍ରସ୍ତରମଣ୍ଡପରେ ଥିବା ବିଗ୍ଭରାସନରେ ବସିଲେ। 14 ସେଦିନ ନିସ୍ତାରପର୍ବ ସପ୍ତାହର ପ୍ରସ୍ତୁତି ଦିନର ମଧ୍ୟାହ୍ନ ସମୟ ଥିଲା। ପୀଲାତ ଯିହୂଦୀମାନଙ୍କୁ କହିଲେ, “ତୁମ୍ଭର ରାଜାଙ୍କୁ ଦେଖ।”

15 ଯିହୂଦୀମାନେ ଚିତ୍କାର କଲେ, “ତାକୁ ଦୂରକୁ ନେଇଯାଅ। ତାକୁ କ୍ରୁଶରେ କଣ୍ଟାବିଦ୍ଧ କରି ମାରିଦିଅ।”

ପୀଲାତ ଯିହୂଦୀମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ'ଣ ଗ୍ଭହଁ ଯେ, ମୁଁ ତୁମ୍ଭ ରାଜାଙ୍କୁ କ୍ରୁଶରେ ଚଢ଼ାଇ ମାରିବି?”

ମୁଖ୍ୟ ଯାଜକମାନେ ଉତ୍ତର ଦେଲେ, “କାଇସର କେବଳ ଆମ୍ଭର ରାଜା।”

16 ତେଣୁ ପୀଲାତ ଯୀଶୁଙ୍କୁ କ୍ରୁଶରେ ମାରିବା ପାଇଁ ସେମାନଙ୍କ ହାତରେ ସମର୍ପି ଦେଲା।

ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ

(ମାଥିଉ 27:32-44; ମାର୍କ 15:21-32; ଲୂକ 23:26-39)

ସୈନିକମାନେ ଯୀଶୁଙ୍କୁ ନେଇଗଲେ। 17 ଯୀଶୁ ତାହାଙ୍କ ନିଜର କ୍ରୁଶ ବୋହି “କପାଳସ୍ଥଳ” ନାମକ ସ୍ଥାନକୁ ଗଲେ। ଏବ୍ରୀ ଭାଷାରେ ସେହି ସ୍ଥାନକୁ ‘ଗ‌‌‌‌‌‌‌ଲ୍‌‌‌‌ଗଥା’ କହନ୍ତି। 18 ସେହି ‘ଗ‌‌‌‌‌‌‌ଲ୍‌‌‌‌ଗଥା’ରେ ସେମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ଯୀଶୁଙ୍କୁ ମଝିରେ ରଖି ତାହାଙ୍କର ଦୁଇ ପାର୍ଶ୍ୱରେ ଆଉ ଦୁଇଜଣଙ୍କୁ ମଧ୍ୟ କ୍ରୁଶବିଦ୍ଧ କଲେ।

19 ପୀଲାତ ଗୋଟିଏ ସଙ୍କେତ ଲେଖି ଯୀଶୁଙ୍କ କ୍ରୁଶରେ ଟଙ୍ଗେଇଲେ। ସେଥିରେ ଲେଖାଥିଲା, “ନାଜରିତୀୟ ଯୀଶୁ ଯିହୂଦୀମାନଙ୍କର ରାଜା।” 20 ଯୀଶୁଙ୍କର କ୍ରୁଶବିଦ୍ଧ ହେବା ସ୍ଥାନ ନଗରର ନିକଟବର୍ତ୍ତୀ ହୋଇଥିବା କାରଣରୁ ଅନେକ ଯିହୂଦୀ ସେହି ସଙ୍କେତ ପଢ଼ିଲେ। ଏହା ଏବ୍ରୀ, ଲାଟିନ୍ ଓ ଗ୍ରୀକ୍ ଭାଷାରେ ଲେଖା ହୋଇଥିଲା।

21 ମୁଖ୍ୟ ଯାଜକମାନେ ପୀଲାତଙ୍କୁ କହିଲେ, “ଯିହୂଦୀମାନଙ୍କ ରାଜା,” ଏହି କଥା ଲେଖନ୍ତୁ ନାହିଁ। କିନ୍ତୁ ଏହି ଲୋକ ନିଜକୁ ‘ମୁଁ ଯିହୂଦୀମାନଙ୍କ ରାଜା ବୋଲି କହିଲା’ ବୋଲି ଲେଖନ୍ତୁ।

22 ପୀଲାତ ଉତ୍ତର ଦେଲେ, “ମୁଁ ଯାହା ଲେଖିଛି, ତାହା ପରିବର୍ତ୍ତନ କରିବି ନାହିଁ।”

23 ଯୀଶୁଙ୍କୁ କ୍ରୁଶବିଦ୍ଧ କଲାପରେ ସୈନିକମାନେ ତାହାଙ୍କର ଲୁଗାପଟା ନେଇଗଲେ। ସେମାନେ ତାହାଙ୍କର ବସ୍ତ୍ର ଗ୍ଭରି ଭାଗ କଲେ। ପ୍ରତ୍ୟେକ ସୈନିକ ଗୋଟିଏ ଭାଗ ରଖିଲେ। ସେମାନେ ତାହାଙ୍କର ପିନ୍ଧା ପୋଷାକ ମଧ୍ୟ ନେଇଗଲେ। ଏହା ତଳୁ ଉପର ପର୍ଯ୍ୟନ୍ତ ବିନା ସିଲେଇରେ ଗୋଟିଏ ପୋଷାକ ଥିଲା। 24 ତେଣୁ ସେମାନେ ପରସ୍ପର କଥା ହେଲେ, “ଆମ୍ଭେ ଏହାକୁ ଚିରି ଭାଗ କରିବା ନାହିଁ। ଏହା କିଏ ପାଇବ, ତାହା ଜାଣିବା ପାଇଁ ଆମ୍ଭେ ଗୁଲିବାଣ୍ଟ କରିବା ଉଚିତ୍।” ଏହା ଦ୍ୱାରା ଧର୍ମଶାସ୍ତ୍ରର ଉକ୍ତି ସତ୍ୟ ହେଲା:

“ସେମାନେ ନିଜ ନିଜ ମଧ୍ୟରେ ମୋର ବସ୍ତ୍ର ଭାଗ କଲେ
    ଓ ମୋର ପିନ୍ଧା ପୋଷାକ ପାଇଁ ଗୁଲିବାଣ୍ଟ କଲେ।”(A)

ତେଣୁ ସୈନିକମାନେ ତାହା କଲେ।

25 ଯୀଶୁଙ୍କର ମା’ ତାହାଙ୍କ କ୍ରୁଶ ନିକଟରେ ଠିଆ ହୋଇଥିଲେ, ସେଠାରେ ତାହାଙ୍କର ମାଉସୀ, କ୍ଲୋପାଙ୍କ ସ୍ତ୍ରୀ ମରିୟମ ଓ ମ‌‌‌‌‌ଗ୍‌ଦଲୀନୀ ମରିୟମ ମଧ୍ୟ ଠିଆ ହୋଇଥିଲେ। 26 ଯୀଶୁ ତାହାଙ୍କ ମାଙ୍କୁ ଦେଖିଲେ। ସେ ତାହାଙ୍କର ଅତି ପ୍ରିୟ ଶିଷ୍ୟକୁ ମଧ୍ୟ ତାହାଙ୍କ ପାଖରେ ଠିଆ ହୋଇଥିବା ଦେଖିଲେ। ତାହାଙ୍କ ମାଙ୍କୁ କହିଲେ, “ପ୍ରିୟ ନାରୀ, ଏ ଦେଖ, ତୁମ୍ଭର ପୁଅ!” 27 ତା'ପରେ ଯୀଶୁ ତାହାଙ୍କର ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ଏଠାରେ ତୁମ୍ଭର ମା।” ତେଣୁ ଏହି ଶିଷ୍ୟ ଜଣକ ଯୀଶୁଙ୍କ ମାଆଙ୍କୁ ତାହାଙ୍କ ଘରକୁ ନେଇଗଲେ।

ଯୀଶୁ ମୃତ୍ୟୁବରଣ କଲେ

(ମାଥିଉ 27:45-56; ମାର୍କ 15:33-41; ଲୂକ 23:44-49)

28 ଏବେ ସମସ୍ତ କିଛି ଶେଷ ହୋଇଯାଇଛି, ଯୀଶୁ ଏହା ଜାଣିଲେ। ଧର୍ମଶାସ୍ତ୍ରବାଣୀ ସତ୍ୟ ହେବା ପାଇଁ ସେ କହିଲେ, “ମୋତେ ଶୋଷ କରୁଛି।”[a] 29 ସେଠାରେ ଗୋଟିଏ ପାତ୍ରରେ ଭର୍ତ୍ତି ଖଟାପିତା ସ୍ୱାଦଯୁକ୍ତ ରସ ରଖାଯାଇଥିଲା। ସେମାନେ ଖଣ୍ଡେ ସ୍ପ‌‌‌‌‌‌ଞ୍ଜ୍‌‌‌‌କୁ ରସରେ ବୁଡ଼େଇ ଏଜୋପ ନଳରେ ଲଗାଇ ଯୀଶୁଙ୍କ ମୁଖ ପାଖକୁ ବଢ଼ାଇଲେ। 30 ଯୀଶୁ ତାହା ପାନ କରି କହିଲେ, “ସମାପ୍ତ ହେଲା।” ତା'ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ୟାଗ କଲେ।

31 ସେଦିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶେଷ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଗ୍ଭହୁଁ ନ ଥିଲେ ଯେ, ମୃତ ଶରୀରଗୁଡ଼ିକ କ୍ରୁଶ ଉପରେ ବିଶ୍ରାମବାର ଦିନ ପର୍ଯ୍ୟନ୍ତ ଝୁଲି ରହୁ। ତେଣୁ ସେମାନେ ପୀଲାତଙ୍କୁ ଅନୁରୋଧ କଲେ ଯେ, ସେମାନଙ୍କର ଗୋଡ଼ ଭାଙ୍ଗିଦେବା ପାଇଁ ଆଦେଶ ଦିଅନ୍ତୁ। ଯେପରି ସେମାନେ ଶ୍ରୀଘ୍ର ମରିଯିବେ ଓ ସେମାନଙ୍କର ଦେହ କ୍ରୁଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ। 32 ତେଣୁ ସୈନିକମାନେ ଆସି ପ୍ରଥମ ଲୋକଟିର ଗୋଡ଼ ଭାଙ୍ଗିଦେଲେ। ତା'ପରେ ସେମାନେ ଅନ୍ୟ ଲୋକଟିର ଗୋଡ଼ ଭାଙ୍ଗିଦେଲେ। 33 କିନ୍ତୁ ସେମାନେ ଯେତେବେଳେ ଯୀଶୁଙ୍କ ପାଖକୁ ଆସିଲେ, ସେତେବେଳେ ସେମାନେ ଦେଖିଲେ ଯେ, ସେ ମରି ସାରିଲେଣି। ତେଣୁ ସେମାନେ ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ।

34 କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ୱାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା। 35 ଯିଏ ଏହା ଦେଖିଛନ୍ତି ସେ ଏହା ବର୍ଣ୍ଣନା କରିଛନ୍ତି। ଯଦ୍ଦ୍ୱାରା ତୁମ୍ଭେ ମଧ୍ୟ ଶୁଣି ବିଶ୍ୱାସ କରିବ। ସେ ଯାହା କହନ୍ତି, ତାହା ସତ୍ୟ। ସେ ଜାଣନ୍ତି ଯେ, ସେ ସତ୍ୟ କହନ୍ତି। 36 ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ରରେ ଯାହା ଲେଖା ଅଛି, ତାହା ସତ୍ୟ ହେବ, “ତାହାଙ୍କର ଗୋଟିଏ ହାଡ ମଧ୍ୟ ଭାଙ୍ଗି ଯିବ ନାହିଁ।”(B) 37 ଅନ୍ୟ ସ୍ଥାନରେ ଧର୍ମଶାସ୍ତ୍ରରେ ଲେଖାଅଛି: “ସେମାନେ ଯାହାଙ୍କୁ ବର୍ଚ୍ଛା ଦ୍ୱାରା ଆଘାତ କଲେ, ତାହାଙ୍କୁ ଲୋକମାନେ ଦେଖିବେ।”(C)

ଯୀଶୁଙ୍କର ସମାଧି

(ମାଥିଉ 27:57-61; ମାର୍କ 15:42-47; ଲୂକ 23:50-56)

38 ଏହା ପରେ ହାରାମାଥୀୟାର ଯୋସେଫ ନାମକ ଜଣେ ଲୋକ ପୀଲାତଙ୍କୁ ଯୀଶୁଙ୍କର ଶରୀରଟି ମାଗିଲେ। ଯୋସେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ତାହା କହିଲେ ନାହିଁ, କାରଣ ସେ ଯିହୂଦୀମାନଙ୍କୁ ଭୟ କରୁଥିଲେ। ପୀଲାତ ଯିହୂଦୀମାନଙ୍କୁ ଯୀଶୁଙ୍କର ଶରୀର ନେବା ପାଇଁ ଅନୁମତି ଦେଲେ। ତେଣୁ ଯୋସେଫ ଆସି ଯୀଶୁଙ୍କର ଶରୀର ନେଇଗଲେ।

39 ନୀକଦୀମ ମଧ୍ୟ ଯୋସେଫଙ୍କ ସହିତ ଗଲେ। ସେ ପ୍ରଥମେ ଯୀଶୁଙ୍କ ସହିତ ରାତ୍ରିରେ ସାକ୍ଷାତ କରିବାକୁ ଯାଇଥିଲେ ଓ ତାହାଙ୍କ ସହିତ କଥା ହୋଇଥିଲେ। ସେ ଯୀଶୁଙ୍କ ଦେହରେ ଲଗାଇବା ପାଇଁ ପ୍ରାୟ ପ୍ରଗ୍ଭଶ କିଲୋଗ୍ରାମ ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ। 40 ଯିହୂଦୀମାନଙ୍କର ସମାଧି ଦେବା ପ୍ରଥାନୁସାରେ ସେମାନେ ଦୁହେଁ ଯୀଶୁଙ୍କର ମୃତଦେହକୁ ସୁଗନ୍ଧି ଅଗୁରୁ ସହିତ ପତଳା ଲୁଗାରେ ଗୁଡ଼େଇ ଦେଲେ। 41 ଯୀଶୁଙ୍କୁ ଯେଉଁଠାରେ କ୍ରୁଶବିଦ୍ଧ କରାଯାଇଥିଲା, ସେହି ସ୍ଥାନ ପାଖରେ ଗୋଟିଏ ବଗିଗ୍ଭ ଥିଲା। ସେହି ବଗିଗ୍ଭରେ ଗୋଟିଏ ନୂଆ କବର ଥିଲା, ଯେଉଁଥିରେ ପୂର୍ବରୁ କାହାକୁ ସମାଧି ଦିଆ ଯାଇ ନ ଥିଲା, 42 ବିଶ୍ରାମବାର ଆରମ୍ଭ ହେବା ପୂର୍ବରୁ ତାହାର ପ୍ରସ୍ତୁତି କାର୍ଯ୍ୟ ଶେଷ କରିବା ପାଇଁ ସେମାନେ ଯୀଶୁଙ୍କୁ ସେଠାରେ ସମାଧିସ୍ଥ କଲେ, କାରଣ ସେହି ସମାଧିଟି ପାଖରେ ଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center