Chronological
ଲୂକଙ୍କ ଦ୍ୱାରା ଲିଖିତ ଦ୍ୱିତୀୟ ପୁସ୍ତକ
1 ହେ ଥିୟଫିଲ,
ମୁଁ ମୋର ପ୍ରଥମ ପୁସ୍ତକରେ ଯୀଶୁଙ୍କର ସମସ୍ତ କାର୍ଯ୍ୟ ଓ ଉପଦେଶଗୁଡ଼ିକ ବିଷୟରେ ଲେଖିଛି। 2 ମୁଁ ଯୀଶୁଙ୍କର ସମ୍ପୂର୍ଣ୍ଣ ଜୀବନ ସମ୍ପର୍କରେ ଆରମ୍ଭରୁ ତାହାଙ୍କୁ ସ୍ୱର୍ଗକୁ ନିଆଯିବା ପର୍ଯ୍ୟନ୍ତ ସବୁକିଛି ଲେଖିଛି। ଏହା ଘଟିବା ପୂର୍ବରୁ ଯୀଶୁ ନିଜେ ବାଛିଥିବା ପ୍ରେରିତମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲେ। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ଯୀଶୁ, ପ୍ରେରିତମାନେ[a] କ’ଣ କରିବା ଉଚିତ୍, ସେହି କଥା କହିଲେ। 3 ଏହି ଘଟଣାଟି ଯୀଶୁଙ୍କର ମୃତ୍ୟୁ ପରେ ଘଟିଥିଲା। କିନ୍ତୁ ଅନେକ ଶକ୍ତିଯୁକ୍ତ କାର୍ଯ୍ୟ ଦ୍ୱାରା ସେ ପ୍ରମାଣିତ କରି ଦେଖେଇ ଦେଲେ ଯେ, ସେ ଜୀବିତ ଥିଲେ। ମୃତ୍ୟୁ ପରେ ପୁନର୍ଜୀବିତ ହୋଇ ଉଠିଥିବାର ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ପ୍ରେରିତମାନେ ଯୀଶୁଙ୍କୁ ଅନେକ ଥର ଦେଖିଲେ। ଯୀଶୁ ପରମେଶ୍ୱରଙ୍କର ରାଜ୍ୟ ବିଷୟରେ ପ୍ରେରିତମାନଙ୍କୁ କହିଲେ। 4 ଦିନେ ଯେତେବେଳେ ଯୀଶୁ ସେମାନଙ୍କ ସାଙ୍ଗରେ ଭୋଜନ କରୁଥିଲେ, ସେତେବେଳେ ସେ ପ୍ରେରିତମାନଙ୍କୁ ଯିରୁଶାଲମ ନ ଛାଡ଼ିବା ପାଇଁ କହିଲେ। ଯୀଶୁ କହିଲେ, “ପରମେଶ୍ୱର ତୁମ୍ଭମାନଙ୍କୁ କିଛି ପ୍ରତିଜ୍ଞା ଦେଇଛନ୍ତି। ମୁଁ ତୁମ୍ଭମାନଙ୍କୁ ଏହି ପ୍ରତିଜ୍ଞା ବିଷୟରେ ଆଗରୁ କହି ସାରିଛି। ତେଣୁ ସେହି ପ୍ରତିଜ୍ଞା ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ଯିରୁଶାଲମରେ ଅପେକ୍ଷାରେ ରୁହ। 5 ଯୋହନ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ ଦେଇଥିଲେ, କିନ୍ତୁ ଅଳ୍ପ ଦିନ ଭିତରେ ତୁମ୍ଭେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ହେବ।”
ଯୀଶୁ ସ୍ୱର୍ଗକୁ ନିଆଗଲେ
6 ପ୍ରେରିତମାନେ ଏକାଠି ହୋଇ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ଆପଣ ଇସ୍ରାଏଲମାନଙ୍କୁ ସେମାନଙ୍କର ରାଜ୍ୟ ଏହି ସମୟରେ ପୁନର୍ବାର ଦେଉଅଛନ୍ତି କି?”
7 ଯୀଶୁ ସେମାନଙ୍କୁ କହିଲେ, “କେବଳ ପରମେଶ୍ୱରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟରେ ନିଷ୍ପତ୍ତି ଗ୍ରହଣ କରି ପାରିବେ। ତୁମ୍ଭେମାନେ ସେ ବିଷୟରେ ଜାଣି ପାରିବ ନାହିଁ। 8 କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”
9 ଯୀଶୁ ପ୍ରେରିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉଠେଇ ନିଆଗଲା। ପ୍ରେରିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଗ୍ଭଲିଗଲେ, ଓ ସେମାନେ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ। 10 ଯୀଶୁ ଗ୍ଭଲି ଯାଉଥିଲେ ଓ ପ୍ରେରିତମାନେ ଆକାଶକୁ ଗ୍ଭହିଁ ରହିଥିଲେ। ହଠାତ୍ ଦୁଇଜଣ ଧଳା ବସ୍ତ୍ର ପିନ୍ଧିଥିବା ପୁରୁଷ ସେମାନଙ୍କ ପାଖରେ ଆସି ଠିଆ ହେଲେ। 11 ସେହି ଦୁଇଜଣ ପୁରୁଷ ପ୍ରେରିତମାନଙ୍କୁ କହିଲେ, “ହେ ଗାଲିଲୀର ଲୋକେ, ତୁମ୍ଭେମାନେ ଏଠାରେ ଠିଆ ହୋଇ ଆକାଶ ଆଡ଼େ କାହିଁକି ଗ୍ଭହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଉଠାଇ ନିଆଗଲା, ସେ ସ୍ୱର୍ଗକୁ ଗଲେ ଓ ତୁମ୍ଭେମାନେ ତାହାଙ୍କୁ ଉପରକୁ ଯିବାର ଯେପରି ଦେଖିଲ, ସେହିପରି ସେ ପୁଣି ଫେରି ଆସିବେ।”
ଜଣେ ନୂଆ ପ୍ରେରିତଙ୍କ ନିର୍ବାଚନ
12 ତା'ପରେ ପ୍ରେରିତମାନେ ଜୀତ ନାମକ ପର୍ବତରୁ ଯିରୁଶାଲମ ଫେରି ଆସିଲେ। ଏହି ପର୍ବତ ଯିରୁଶାଲମଠାରୁ ପ୍ରାୟ ଦୁଇ କିଲୋମିଟର ଦୂର। 13 ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।
14 ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।
15 ସେହି ସମୟରେ ସେଠାରେ ପ୍ରାୟ ଶହେକୋଡ଼ିଏ ଜଣ ବିଶ୍ୱାସୀ ଏକତ୍ର ହୋଇଥିଲେ। ପିତର ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, 16 “ଭାଇମାନେ, ଧର୍ମଶାସ୍ତ୍ରରେ ପବିତ୍ରଆତ୍ମା ଦାଉଦଙ୍କ ମୁଖ ଦ୍ୱାରା କହିଛନ୍ତି ଯେ, କିଛି ଗୋଟିଏ ନିଶ୍ଚୟ ଘଟିବ। ସେ ଏହା ଯିହୂଦାଙ୍କ ବିଷୟରେ କହିଥିଲେ। 17 ଯିହୂଦା ଆମ୍ଭ ଦଳରେ ଥିଲା ଓ ଆମ୍ଭ ସହିତ ଏକତ୍ର ସେବା କାର୍ଯ୍ୟ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ଯିହୂଦା ସେମାନଙ୍କର ନେତା ହେବ।”
18 ଯିହୂଦାକୁ ଏହି ଘୃଣ୍ୟ କାମ କରିବା ପାଇଁ ଟଙ୍କା ଦିଆ ଯାଇଥିଲା। ସେଥିରେ ସେ ଗୋଟିଏ ଜମି କିମି ଦେଲା। କିନ୍ତୁ ସେ ନିଜେ ମୁଣ୍ଡ ମାଡ଼ି ହୋଇ ପଡ଼ିଲା। ପରେ ତା'ର ପେଟ ଫାଟିଗଲା ଓ ଅନ୍ତବୁଜୁଳା ବାହାରି ପଡ଼ିଲା। 19 ଏହି କଥା ଯିରୁଶାଲମ ବାସିନ୍ଦାମାନେ ସମସ୍ତେ ଜାଣିଲେ। ଏଣୁ ସେମାନେ ତାହାଙ୍କ ନିଜ ଭାଷାରେ ଏହି ଜମିକୁ “ହକଲ୍ଦମା” ଅର୍ଥାତ୍ “ରକ୍ତ କ୍ଷେତ୍ର ବୋଲି କହିଲେ।”
20 ପିତର ପୁଣି କହିଲେ, “ଗୀତସଂହିତାରେ ଯିହୂଦା ସମ୍ପର୍କରେ ଲେଖା ଯାଇଅଛି:
‘ତା'ର ବାସଗୃହ ଜନ ଶୂନ୍ୟ ହେଉ,
ସେଠାରେ କୌଣସି ବ୍ୟକ୍ତି ବାସ ନ କରନ୍ତୁ।’(A)
ଏବଂ ଆହୁରି ମଧ୍ୟ ଲେଖାଅଛି:
‘ତାହାଙ୍କୁ ଅର୍ପଣ କରାଯାଇଥିବା କାର୍ଯ୍ୟ ଅନ୍ୟ କେହି ବ୍ୟକ୍ତି କରନ୍ତୁ।’(B)
21-22 ତେଣୁ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କର ପୁନରୁତ୍ଥାନର ସାକ୍ଷୀ ହେବା ନିମନ୍ତେ ଆଉ ଜଣେ ଆମ୍ଭ ସହିତ ଯୋଗ ଦେବା ନିତାନ୍ତ ଜରୁରୀ ଅଟେ। ତେଣୁ ପ୍ରଭୁ ଯୀଶୁ ଆମ୍ଭ ସହିତ ଥିବା ସମୟରେ ସେତେବେଳେ ଆମ୍ଭମାନଙ୍କ ଭିତରେ ଯେତେ ଜଣ ଥିଲେ ସେମାନଙ୍କ ମଧ୍ୟରୁ ଆଉ ଜଣକୁ ହିଁ ବଛାଯିବ। ଅନ୍ୟଭାଷାରେ କହିବାକୁ ଗଲେ, ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ଦିନଠାରୁ ଯୀଶୁଙ୍କୁ ଆମ୍ଭମାନଙ୍କ ମଧ୍ୟରୁ ଊର୍ଦ୍ଧ୍ୱକୁ ନିଆ ହୋଇଯିବା ପର୍ଯ୍ୟନ୍ତ ଏହି ଲୋକ ଜଣକ ଆମ୍ଭ ସଙ୍ଗରେ ରହିଥିବା ଉଚିତ୍।”
23 ଏଥିପାଇଁ ପ୍ରେରିତମାନେ ଦୁଇଜଣ ଲୋକଙ୍କ ନାମ ପ୍ରସ୍ତାବ କଲେ। ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଯୋଷେଫ, ଯାହାଙ୍କୁ ବର୍ଶବ୍ବା ବୋଲି କୁହାଯାଉଥିଲା, ଏହାଙ୍କୁ ଯୂସ୍ତ ମଧ୍ୟ କୁହାଯାଉଥିଲା ଏବଂ ଅନ୍ୟ ଜଣେ ମଥିୟ। 24 ପୁଣି ପ୍ରେରିତମାନେ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ, “ପ୍ରଭୁ, ତୁମ୍ଭେ ସମସ୍ତଙ୍କ ମନକଥା ଜାଣିଛ। ଏହି ସେବା କାର୍ଯ୍ୟ ଓ ପ୍ରେରିତ ପଦ ଛାଡ଼ିଦେଇ ଯିହୂଦା ନିଜ ସ୍ଥାନକୁ ଗ୍ଭଲିଯାଇଛି। 25 ସେହି ପଦରେ ପ୍ରେରିତ ହେବା ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ୟରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦେଖାଇଦିଅ।” 26 ତା'ପରେ ପ୍ରେରିତମାନେ ଏହି ଦୁହିଁଙ୍କ ନାମରେ ଗୁଳା ପକାଇଲେ। କାଗଜରେ ଲେଖାଥିବା ଗୁଳା ମଥିୟଙ୍କ ନାମରେ ଉଠିଲା। ଏହିପରି ସେ ଅନ୍ୟ ଏଗାର ଜଣ ପ୍ରେରିତଙ୍କ ସହିତ ଜଣେ ପ୍ରେରିତ ହିସାବରେ ଗଣିତ ହେଲେ।
ପବିତ୍ରଆତ୍ମାଙ୍କର ଆଗମନ
2 ଯେତେବେଳେ ପେଣ୍ଟିକଷ୍ଟ[b] ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ। 2 ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସେମାନେ ଯେଉଁ ଘର ଭିତରେ ବସିଥିଲେ, ସେହି ଘରର ଗ୍ଭରିଆଡ଼େ ବ୍ୟାପି ଗଲା। 3 ସେମାନେ ଅଗ୍ନିଶିଖା ପରି ଜିହ୍ୱାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହୋଇ ସେଠାରେ ଥିବା ପ୍ରତ୍ୟେକ ବ୍ୟକ୍ତିର ଉପରେ ରହିଲା। 4 ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।
5 ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ଯିରୁଶାଲମରେ ରହୁଥିଲେ। 6 ଏହି ଶବ୍ଦ ଶୁଣିବା ମାତ୍ରେ ସେମାନଙ୍କ ଭିତରୁ ବହୁତ ଲୋକ ଆସି ଜମା ହୋଇଗଲେ। ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ, କାରଣ ସେମାନେ ନିଜେ ଯେଉଁ ଭାଷାରେ କଥା ହେଉଥିଲେ, ପ୍ରେରିତମାନେ ସେହି ସେହି ଭାଷାରେ କଥା ହେଉଥିବାର ଶୁଣିଲେ।
7 ଏଥିରେ ଯିହୂଦୀମାନେ ଆଶ୍ଚର୍ଯ୍ୟ ହୋଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହନ୍ତି କି? 8 କିନ୍ତୁ ଆମ୍ଭେମାନେ ସେମାନଙ୍କୁ ଆମ୍ଭ ମାତୃଭାଷାରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ! 9 ଆମ୍ଭେ ଏଠାକୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମେସପତାମିଆର ଲୋକମାନେ, 10 ଏବଂ ଯିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୂଲ୍ଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିୟା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତେଜଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତେକ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ। 11 ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସେମାନେ ପରମେଶ୍ୱରଙ୍କର ମହତ୍ ଓ ଆଶ୍ଚର୍ଯ୍ୟ ପୂର୍ଣ୍ଣ କାର୍ଯ୍ୟକୁ ଆମ୍ଭ ଭାଷାରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।”
12 ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ଓ ବିଭ୍ରାନ୍ତ ହୋଇ ପଡ଼ିଲେ। ସେମାନେ ପରସ୍ପର ଭିତରେ ପଚରା ଉଚରା ହେଲେ, “ଏ ସବୁ କ’ଣ ହେଉଛି?” 13 କିନ୍ତୁ ଅନ୍ୟ ଲୋକମାନେ ପ୍ରେରିତମାନଙ୍କୁ ଉପହାସ କରି କହିଲେ, “ଏମାନେ ସମସ୍ତେ ମଦପିଇ ମାତାଲ ହୋଇଛନ୍ତି।”
ପିତରଙ୍କର ଲୋକମାନଙ୍କୁ ସମ୍ବୋଧନ
14 ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ। 15 ତୁମ୍ଭେମାନେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ’ ସକାଳ ନ’ଟା ବାଜିଛି। 16 ଏବେ ଯାହା ଘଟୁଛି ସେ ବିଷୟରେ ଭାବବାଦୀ ଯୋୟେଲ କହିଥିଲେ:
17 “ପରମେଶ୍ୱର କହନ୍ତି, ମୁଁ ଶେଷ ସମୟରେ
ସମସ୍ତଙ୍କ ଉପରେ ମୋର ଆତ୍ମା ଢାଳିଦେବି।
ଯାହାଦ୍ୱାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ୟଦ୍ବାଣୀ କହି ପାରିବେ।
ତୁମ୍ଭମାନଙ୍କର ଯୁବକମାନେ ଦର୍ଶନ ପାଇବେ
ଓ ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ।
18 ହଁ, ସେତେବେଳେ ମୁଁ ନିଜ ସେବକ ସେବିକାମାନଙ୍କ ଉପରେ ନିଜ ଆତ୍ମା ଢାଳି ଦେବି,
ସେମାନେ ଭବିଷ୍ୟଦ୍ବାଣୀ କହିବେ।
19 ମୁଁ ଉପରିସ୍ଥ ଆକାଶରେ ବିସ୍ମୟଜନକ କାର୍ଯ୍ୟ
ଓ ନୀଚ୍ଚସ୍ଥ ପୃଥିବୀରେ ରକ୍ତ, ନିଆଁ, ମେଘ,
ଧୂଆଁର ଚିହ୍ନମାନ ଦେଖାଇବି।
20 ପ୍ରଭୁଙ୍କର ସେହି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ
ସୂର୍ଯ୍ୟ ଅନ୍ଧକାରମୟ
ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହୋଇଯିବ।
21 ସେତେବେଳେ ଯେ କେହି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।’(C)
22 “ହେ ଇସ୍ରାଏଲର ଲୋକମାନେ, ଏହିସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ଯାହାଙ୍କୁ ଈଶ୍ୱର ପଠାଇ ଥିଲେ। ଯୀଶୁ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ ଏବଂ ଆଶ୍ଚର୍ଯ୍ୟ ଘଟଣା ସବୁ କରିଥିଲେ, ତାହାଦ୍ୱାରା ପରମେଶ୍ୱର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି। 23 ତୁମ୍ଭେମାନେ ସମସ୍ତେ ଏସବୁ ଦେଖିଛ ଓ ଏସବୁ ଯେ ନିରାଟ ସତ୍ୟ ତାହା ଜାଣିଛ। ଏହି ଯୀଶୁଙ୍କୁ ଈଶ୍ୱର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭେମାନେ ଦୁଷ୍ଟମାନଙ୍କ ସାହାଯ୍ୟରେ ତାହାଙ୍କୁ କ୍ରୁଶରେ ଚଢ଼ାଇ କଣ୍ଟା ବାଡ଼େଇ ହତ୍ୟା କରିଦେଲ। 24 କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ। 25 ଦାଉଦ ତାହାଙ୍କ ବିଷୟରେ କହିଥିଲେ,
‘ମୁଁ ସର୍ବଦା ପ୍ରଭୁଙ୍କୁ ମୋ’ ସମ୍ମୁଖରେ ଦେଖୁଥିଲି।
ସେ ମୋତେ ନିରାପଦରେ ରଖିବା ପାଇଁ ମୋର ଡାହାଣ ପାଖରେ ରହନ୍ତି।
26 ଏହା ଦ୍ୱାରା ମୋର ମନ ପ୍ରଫୁଲ୍ଲିତ ହେଲା
ଓ ମୋ’ ମୁହଁରୁ ଆନନ୍ଦପୂର୍ଣ୍ଣ କଥା ବାହାରିଲା।
27 ମୋ’ ଶରୀର ମଧ୍ୟ ଭରସାରେ ବଞ୍ଚି ରହିବ, ଯେହେତୁ ତୁମ୍ଭେ ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ଛାଡ଼ିଦେବ ନାହିଁ।
ତୁମ୍ଭେ ନିଜର ପବିତ୍ର ବ୍ୟକ୍ତିକୁ କବରରେ କ୍ଷୟ ହେବାକୁ ଦେବ ନାହିଁ।
28 ତୁମ୍ଭେ ମୋତେ ଜୀବନର ପଥ ଦେଖାଇ ଅଛ।
ତୁମ୍ଭ ଉପସ୍ଥିତିରେ ମୋତେ ବହୁତ ଆନନ୍ଦ ମିଳିବ।’(D)
29 “ହେ ମୋର ଭାଇମାନେ, ମୁଁ ବିଶ୍ୱାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ୟୁବରଣ କରି କବରସ୍ଥ ହୋଇଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ୟାବଧି ଆମ୍ଭ ନିକଟରେ ଅଛି। 30 ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ୱର ତାହାଙ୍କ ପାଖରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ୟରୁ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବେ। 31 ଏଣୁ ଭବିଷ୍ୟତରେ ଯାହା ଘଟିବ, ତାହା ଦାଉଦ ପୂର୍ବରୁ ଜାଣିପାରି ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ସମ୍ପର୍କରେ କହିଥିଲେ,
‘ତାହାଙ୍କୁ ମୃତ୍ୟୁର ସ୍ଥାନରେ ଛାଡ଼ି ଦିଆ ଯାଇ ନାହିଁ
ଓ ତାହାଙ୍କର ଦେହ କବରରେ ପଚିସଢ଼ି ଯାଇ ନାହିଁ।’
ଦାଉଦ ଏହି ସ୍ଥାନରେ ଯୀଶୁ ଖ୍ରୀଷ୍ଟଙ୍କର ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ସମ୍ବନ୍ଧରେ କହିଥିଲେ। 32 ଏହି ଯୀଶୁଙ୍କୁ ଈଶ୍ୱର ଯେ ମୃତ୍ୟୁରୁ ଉଠାଇଛନ୍ତି, ଆମ୍ଭେମାନେ ସେଥିରେ ନିଜେ ସାକ୍ଷୀ ଅଟୁ। 33 ଯୀଶୁଙ୍କୁ ସ୍ୱର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଈଶ୍ୱରଙ୍କର ଡାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବିତ୍ରଆତ୍ମା ଦେଇଛନ୍ତି। ଈଶ୍ୱର ଏହି ପବିତ୍ରଆତ୍ମା ଦେବା ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ରଆତ୍ମାଙ୍କୁ ଢାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ଏହା ଦେଖୁଅଛ ଓ ଶୁଣୁଅଛ। 34 ଦାଉଦ ସ୍ୱର୍ଗ ଆରୋହଣ କରି ନାହାନ୍ତି। କିନ୍ତୁ ଯୀଶୁ ସ୍ୱର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି:
‘ପ୍ରଭୁ ମୋର ପ୍ରଭୁଙ୍କୁ କହିଲେ:
35 ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ଯ୍ୟନ୍ତ
ତୁମ୍ଭେ ମୋର ଡାହାଣ ପଟେ ବସିଥାଅ।’(E)
36 “ତେଣୁ ଇସ୍ରାଏଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭେମାନେ କ୍ରୁଶରେ ବିଦ୍ଧ କରିଛ, ଈଶ୍ୱର ତାହାଙ୍କୁ ପ୍ରଭୁ ଓ ମଶୀହ ପଦରେ ନିଯୁକ୍ତ କରିଛନ୍ତି।”
37 ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସେମାନେ ପିତର ଓ ଅନ୍ୟ ପ୍ରେରିତମାନଙ୍କୁ ପଗ୍ଭରିଲେ, “ଭାଇମାନେ, ଆମ୍ଭେ କ’ଣ କରିବା?”
38 ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ। 39 ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ୟ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂରରେ ଅଛନ୍ତି ସେମାନଙ୍କ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଡାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।”
40 ପିତର ସେମାନଙ୍କୁ ଚେତନା ଦେଇ କହିଲେ, “ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।” 41 ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା
42 ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ। 43 ପ୍ରେରିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ଲୋକର ଈଶ୍ୱରଙ୍କ ପ୍ରତି ଅତି ଭକ୍ତି ଥିଲା। 44 ସମସ୍ତ ବିଶ୍ୱାସୀମାନେ ଏକାଠି ରହିଲେ ଏବଂ ସେମାନଙ୍କ ପାଖରେ ଯାହାସବୁ ଥିଲା, ସେଥିରେ ସମସ୍ତେ ଭାଗୀଦାର ହେଲେ। 45 ସେମାନେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସେମାନଙ୍କ ନିଜ ନିଜ ଆବଶ୍ୟକତା ଅନୁସାରେ ବାଣ୍ଟି ଦେଲେ। 46 ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ। 47 ବିଶ୍ୱାସୀମାନେ ଈଶ୍ୱରଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସେମାନଙ୍କୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ୱାସୀମାନଙ୍କ ଦଳରେ ସଂଯୁକ୍ତ କରୁଥିଲେ।
ପିତର ଛୋଟା ଲୋକକୁ ସୁସ୍ଥ କଲେ
3 ଦିନେ ପିତର ଓ ଯୋହନ ଏକାଠି ମନ୍ଦିର ପରିସରକୁ ଗଲେ। ସେତେବେଳେ ଦିନ ତିନିଟା ହୋଇଥିଲା ଓ ତାହା ପ୍ରତିଦିନର ପ୍ରାର୍ଥନାର ସମୟ ଥିଲା। 2 ସେମାନେ ଉପାସନା ମନ୍ଦିର ପରିସର ମଧ୍ୟରେ ଯାଉଥିବା ସମୟରେ ଜଣେ ଲୋକ ସେଠାରେ ଥିଲା। ସେ ଜନ୍ମରୁ ପଙ୍ଗୁ ହୋଇଥିବାରୁ ଗ୍ଭଲିପାରୁ ନ ଥିଲା। ସେମାନେ ତାହାକୁ ସବୁଦିନ ମନ୍ଦିରରୁ ‘ସୁନ୍ଦର ଫାଟକ’ ପାଖରେ ବସେଇ ଦେଉଥିଲେ। ସେ ମନ୍ଦିରକୁ ଯାଉଥିବା ଲୋକମାନଙ୍କଠାରୁ ପଇସା ମାଗୁଥିଲା। 3 ସେ ଯେତେବେଳେ ପିତର ଓ ଯୋହନଙ୍କୁ ମନ୍ଦିର ଭିତରକୁ ଯିବାର ଦେଖିଲା, ସେତେବେଳେ ସେ ସେମାନଙ୍କୁ ପଇସା ମାଗିଲା।
4 ଯୋହନ ଓ ପିତର ତା ଆଡ଼କୁ ଅନାଇ କହିଲେ, “ଆମ୍ଭ ଆଡ଼େ ଗ୍ଭହଁ।” 5 ସେ କିଛି ପାଇବା ଆଶାରେ ସେମାନଙ୍କ ଆଡ଼େ ଦେଖିଲା। 6 କିନ୍ତୁ ପିତର କହିଲେ, “ମୋ’ ପାଖରେ ସୁନା ବା ରୂପା ନାହିଁ, କିନ୍ତୁ ଯାହା ଅଛି ତାହା ମୁଁ ତୁମ୍ଭକୁ ଦେଉଛି। ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଉଠି ଗ୍ଭଲ।”
7 ଏହା କହି ପିତର ତା'ର ଡାହାଣ ହାତ ଧରି ଉଠେଇଲେ। ସଙ୍ଗେ ସଙ୍ଗେ ତା’ ଗୋଡ଼ ଓ ପାଦ ଶକ୍ତ ହୋଇଗଲା। ସେ ଡେଇଁ ପଡ଼ି ଗ୍ଭଲିବାକୁ ଆରମ୍ଭ କଲା 8 ସେ ନାଚି ନାଚି ଈଶ୍ୱରଙ୍କୁ ପ୍ରଶଂସା କରି ସେମାନଙ୍କ ସହିତ ଉପାସନା ମନ୍ଦିରକୁ ଗଲା। 9 ସମସ୍ତେ ତାହାକୁ ଗ୍ଭଲିବାର ଓ ଈଶ୍ୱରଙ୍କର ପ୍ରଶଂସା କରିବାର ଦେଖିଲେ। 10 ଲୋକମାନେ ତାହାକୁ ଚିହ୍ନି ପାରିଲେ ଯେ ଏ ସେହି ଲୋକ ଯିଏ କି ଉପାସନା ମନ୍ଦିରର ‘ସୁନ୍ଦର ଫାଟକ’ ପାଖରେ ବସି ଭିକ ମାଗୁଥିଲା। ସେମାନେ ତାହାର ଏହି ପରିବର୍ତ୍ତନ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ଏହା କିପରି ସମ୍ଭବ ହେଲା, ତାହା ସେମାନେ ବୁଝିପାରୁ ନ ଥିଲେ।
ପିତରଙ୍କ ଲୋକମାନଙ୍କୁ ଉପଦେଶ
11 ସେ ସୁସ୍ଥ ଲୋକଟି ପିତର ଓ ଯୋହନଙ୍କ ପାଖେ ପାଖେ ରହିଲା। ତେଣୁ ସମସ୍ତେ ଆଶ୍ଚର୍ଯ୍ୟ ହୋଇ “ଶଲୋମନଙ୍କ ମଣ୍ଡପ”ରେ ସେମାନଙ୍କ ପାଖକୁ ଦୌଡ଼ି ଆସିଲେ। ତାହା ଦେଖି ପିତର ଲୋକମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହା ଦେଖି କାହିଁକି ଆଶ୍ଚର୍ଯ୍ୟ ହେଉଅଛ?
12 ତୁମ୍ଭେମାନେ ଆମ୍ଭକୁ ଏପରି କାହିଁକି ଦେଖୁଛ, ଯେପରିକି ଆମ୍ଭେ ଆମ୍ଭ ଶକ୍ତି ବା ଭକ୍ତି ବଳରେ ଏହି ଲୋକକୁ ଗ୍ଭଲିବାକୁ ଦେଲୁ। 13 ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ। 14 ତୁମ୍ଭେମାନେ ଜଣେ ପବିତ୍ର ଓ ଧାର୍ମିକ ଲୋକକୁ ଅସ୍ୱୀକାର କଲ ଓ ଜଣେ ହତ୍ୟାକାରୀକୁ ତାହାଙ୍କ ବଦଳରେ ତୁମ୍ଭମାନଙ୍କ ପାଇଁ ମୁକ୍ତ କରିଦେବା ପାଇଁ ଗ୍ଭହିଁଲ। 15 ଜୀବନ ଦାନ କରିଥିବା ବ୍ୟକ୍ତିକୁ ତୁମ୍ଭେମାନେ ହତ୍ୟା କଲ, ମାତ୍ର ଈଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭେମାନେ ବି ଏହା ନିଜ ଆଖିରେ ଦେଖିଅଛୁ।
16 “ଏ ଯେଉଁ ଲୋକକୁ ତୁମ୍ଭେମାନେ ଦେଖୁଛ ଓ ଚିହ୍ନିଛ, ସେ ଯୀଶୁଙ୍କ ନାମରେ ଶକ୍ତି ପାଇ ଗ୍ଭଲି ପାରିଲା। ଯୀଶୁଙ୍କ ନାମରେ ଆମ୍ଭମାନଙ୍କର ବିଶ୍ୱାସ ଅଛି। ହଁ, କେବଳ ଯୀଶୁଙ୍କ ଉପରେ ଥିବା ବିଶ୍ୱାସ ତାକୁ ସମ୍ପୂର୍ଣ୍ଣ ରୂପେ ଆରୋଗ୍ୟ କରିଦେଲା ଆଉ ତାହା ତୁମ୍ଭେମାନେ ଦେଖିଲ।
17 “ଭାଇମାନେ, ମୁଁ ଜାଣେ ଯେ, ତୁମ୍ଭେମାନେ ମଧ୍ୟ କ’ଣ କରୁଛ, ତାହା ନ ବୁଝି ଯୀଶୁଙ୍କ ପ୍ରତି ଏପରି କଲ। ତୁମ୍ଭମାନଙ୍କର ନେତାମାନେ ମଧ୍ୟ କ’ଣ କରୁଅଛନ୍ତି, ତାହା ବୁଝିପାରି ନ ଥିଲେ। 18 ଈଶ୍ୱର ଖ୍ରୀଷ୍ଟଙ୍କର ଦୁଃଖ ଭୋଗିବା ବିଷୟରେ ପୂର୍ବରୁ ସବୁ କଥା ଭାବବାଦୀମାନଙ୍କ ମୁଖଦ୍ୱାରା କହି ସାରିଥିଲେ। ବର୍ତ୍ତମାନ ପରମେଶ୍ୱର ଏ ସବୁ ଘଟଣା ଘଟାଉଛନ୍ତି। 19 ଏଥିପାଇଁ ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ପାଖକୁ ଫେରି ଆସ, ତେବେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରିଦେବେ। 20 ଏପରି କଲେ ପ୍ରଭୁ ତୁମ୍ଭମାନଙ୍କୁ ଆତ୍ମିକ ଶାନ୍ତି ଦେବେ। ତାହାଙ୍କ ମନୋନୀତ ଖ୍ରୀଷ୍ଟ ଯୀଶୁଙ୍କୁ ମଧ୍ୟ ସେ ତୁମ୍ଭମାନଙ୍କ ପାଖକୁ ପଠାଇଦେବେ।
21 “ପୁନର୍ବାର ସମସ୍ତ କାର୍ଯ୍ୟ ସୁସମ୍ପନ୍ନ ହେବା ପର୍ଯ୍ୟନ୍ତ ଯୀଶୁଙ୍କୁ ସ୍ୱର୍ଗରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟରେ ପରମେଶ୍ୱର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ୟମରେ କହିଛନ୍ତି। 22 ମୋଶା କହିଛନ୍ତି, ‘ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଜଣେ ଭାବବାଦୀ ଦେବେ। ସେହି ଭାବବାଦୀ ତୁମ୍ଭମାନଙ୍କ ମଧ୍ୟରୁ ଆସିବେ। ସେ ମୋ’ ପରି ହେବେ। ସେ ଯାହା କହିବେ, ତାହା ତୁମ୍ଭମାନଙ୍କୁ ମାନିବାକୁ ପଡ଼ିବ। 23 ଯେଉଁ ଲୋକ ତାହାଙ୍କ କଥାର ବାଧ୍ୟ ହେବ ନାହିଁ ତା'ର ମୃତ୍ୟୁ ଘଟିବ ଓ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରୁ ସେ ବିଚ୍ଛିନ୍ନ କରି ଦିଆଯିବ।’(F)
24 “ହଁ, ଶାମୁୟେଲ ଓ ତାହାଙ୍କ ପରେ ଆସିଥିବା ସମସ୍ତ ଭାବବାଦୀମାନେ ଏହି ସମୟ ବିଷୟରେ ଘୋଷଣା କରିଛନ୍ତି। 25 ତୁମ୍ଭେମାନେ ସେହି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ୱର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭେମାନେ ମଧ୍ୟ ତା'ର ଉତ୍ତରାଧିକାରୀ। ସେ ଅବ୍ରହାମଙ୍କୁ କହିଥିଲେ, ‘ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ୱାରା ଜଗତରେ ସବୁ ଲୋକ ଆଶୀର୍ବାଦ ପାଇବେ।’(G) 26 ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶେଷ ସେବକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭେମାନେ ଯେପରି ମନ୍ଦକାର୍ଯ୍ୟରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।”
2010 by World Bible Translation Center