Chronological
ଯୋହନଙ୍କର ଏହି ପୁସ୍ତକ ବିଷୟରେ କହନ୍ତି
1 ଏହା ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ୟ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟରେ ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ଯୀଶୁଙ୍କୁ ଏସବୁ ଦେଇଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦେଖାଇବା ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପଠାଇଲେ। 2 ଯୋହନ ଯାହାସବୁ ଦେଖିଲେ, ତାହାର ସାକ୍ଷ୍ୟ ସେ ଦେଲେ ଓ ପରମେଶ୍ୱରଙ୍କର ଏହି ସତ୍ୟ ବାକ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୋହନଙ୍କୁ କୁହାଗଲା। 3 ଯେଉଁ ଲୋକମାନେ ପରମେଶ୍ୱରଙ୍କ ଏହି ବାକ୍ୟ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥିରେ ଲେଖାଥିବା ବିଷୟ ଗୁଡ଼ିକୁ ପାଳନ କରନ୍ତି, ସେମାନେ ଧନ୍ୟ। କାରଣ ସମୟ ନିକଟବର୍ତ୍ତୀ।
ଯୋହନ ଯୀଶୁଙ୍କର ବାର୍ତ୍ତା ମଣ୍ଡଳୀମାନଙ୍କୁ ଲେଖନ୍ତି
4 ଏସିଆ ପ୍ରଦେଶର ସାତୋଟି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି:
ଯେଉଁ ଈଶ୍ୱର ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ୟତରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ। 5 ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।
ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି। 6 ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।
7 ଦେଖ, ଯୀଶୁ ମେଘମାଳାରେ ଆସୁଅଛନ୍ତି। ପ୍ରତ୍ୟେକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ୟ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନରେ ଉଚ୍ଚସ୍ୱରରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।
8 ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆଲ୍ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”
9 ଯୀଶୁଙ୍କ ଦୁଃଖ ଭୋଗ ରାଜ୍ୟ ଓ ଧୈର୍ଯ୍ୟରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ୱରଙ୍କ ବାକ୍ୟ ପ୍ରଗ୍ଭର ଓ ଯୀଶୁଙ୍କର ସାକ୍ଷୀ ହେବା ହେତୁ ନିର୍ବାସିତ ହୋଇ ପାତ୍ମ ଦ୍ୱୀପରେ ଥିଲି କାରଣ ମୁଁ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କଲି। ମୁଁ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦେଲି। 10 ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା। 11 ସେହି ସ୍ୱର ମୋତେ କହିଲା, “ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତୋଟି ମଣ୍ଡଳୀ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆକୁ ପଠାଅ।’’
12 ମୁଁ ବୁଲିପଡ଼ି ଦେଖିବାକୁ ଗ୍ଭହିଁଲି ଯେ, କିଏ ମୋତେ ଏହିକଥା କହୁଛନ୍ତି। ମୁଁ ଯେତେବେଳେ ବୁଲିପଡ଼ିଲି, ସେତେବେଳେ ସାତୋଟି ସୁନାର ଦୀପରୂଖା ଦେଖିଲି। 13 ସେହି ସାତୋଟି ସୁନାର ଦୀପରୂଖା ମଝିରେ: “ମନୁଷ୍ୟପୁତ୍ରଙ୍କ ପରି” ଜଣେ ଠିଆ ହୋଇଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତିରେ ଗୋଟିଏ ସୁନାର ପଟୁକା ପିନ୍ଧିଥିଲେ। 14 ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦେଖାଯାଉଥିଲା। 15 ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟିରେ ଦେଖାଯାଏ ସେହିପରି ଶୁଦ୍ଧ ଦେଖାଯାଉଥିଲା। ତାହାଙ୍କ ସ୍ୱର ବନ୍ୟାଜଳର ଗର୍ଜନ ଭଳି ଥିଲା। 16 ସେ ତାହାଙ୍କ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ଯୁକ୍ତ ଖଡ଼୍ଗ ବାହାରି ଆସିଲା। ସେ ମଧ୍ୟାହ୍ନ ସୂର୍ଯ୍ୟଭଳି ତେଜୋମୟ ଦେଖାଯାଉଥିଲେ।
17 ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।” 18 ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର[a] ଗ୍ଭବି ରହିଛି। 19 ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ୟତରେ ଯାହା ଘଟିବ, ସେ ସବୁ ଲେଖ। 20 ମୋର ଡାହାଣ ହାତରେ ଯେଉଁ ସାତୋଟି ନକ୍ଷତ୍ର ଦେଖିଲ, ତାହାର ଓ ସାତୋଟି ସୁନାର ଦୀପରୂଖାର ନିଗୂଢ଼ ଅର୍ଥ ଏହିପରି ଅଟେ: ସାତ ଦୀପରୂଖା ହେଉଛି ସାତୋଟି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତୋଟି ମଣ୍ଡଳୀର ଦୂତ।”
ଏଫିସ ମଣ୍ଡଳୀକୁ ଯୀଶୁଙ୍କର ପତ୍ର
2 “ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ଯିଏ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଛନ୍ତି ଓ ସାତୋଟି ସୁନାର ଦୀପରୂଖା ମଧ୍ୟରେ ଗ୍ଭଲନ୍ତି, ସେ ତୁମ୍ଭକୁ ଏହି କଥାମାନ କହୁଛନ୍ତି।
2 “ମୁଁ ତୁମ୍ଭର କାର୍ଯ୍ୟ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ଧୈର୍ଯ୍ୟଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ୟ ମୁଁ ଜାଣେ। ଯେଉଁମାନେ ପ୍ରକୃତରେ ପ୍ରେରିତ ନ ହେଲେ ହେଁ ନିଜକୁ ପ୍ରେରିତ ବୋଲି କହନ୍ତି; ସେମାନଙ୍କୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସେମାନେ ଯେ ମିଥ୍ୟାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ। 3 ମୁଁ ଜାଣେ ତୁମ୍ଭର ବହୁତ ଧୈର୍ଯ୍ୟ ଅଛି କାରଣ ତୁମ୍ଭେ ମୋ’ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବାରେ ତୁମ୍ଭେ କ୍ଳାନ୍ତ ହୋଇ ପଡ଼ି ନାହଁ।
4 “କିନ୍ତୁ ତୁମ୍ଭ ବିରୁଦ୍ଧରେ ମୋର ଏହି କଥା ଅଛି: ତୁମ୍ଭର ଆରମ୍ଭରେ ଯେଉଁ ପ୍ରେମ ଥିଲା, ତୁମ୍ଭେ ସେହି ପ୍ରେମ ହରାଇଛ। 5 ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହୋଇଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ଯ୍ୟଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତେବେ ମୁଁ ଆସି ତୁମ୍ଭର ଦୀପରୂଖାକୁ ତା'ର ସ୍ଥାନରୁ ଅଲଗା କରିଦେବି। 6 ତୁମ୍ଭେ କେତେକ ଉତ୍ତମ କାର୍ଯ୍ୟ କରୁଛି। ତୁମ୍ଭେ ନିକଲାୟତୀୟମାନଙ୍କର କାର୍ଯ୍ୟ କଳାପକୁ ଘୃଣା କର। ମୁଁ ମଧ୍ୟ ସେମାନଙ୍କର କାର୍ଯ୍ୟକୁ ଘୃଣା କରେ।
7 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।”
ସ୍ମୁର୍ଣ୍ଣା ମଣ୍ଡଳୀକୁ ଯୀଶୁଙ୍କର ପତ୍ର
8 “ସ୍ମୁର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁଣି ଥରେ ଜୀବିତ ହୋଇଥିଲେ, ସେ ତୁମ୍ଭକୁ ଏହି କଥା କହୁଛନ୍ତି,
9 “ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରିବ। କିନ୍ତୁ ପ୍ରକୃତରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧରେ ଅପବାଦ ମୁଁ ଶୁଣିଛି। ସେହି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସେମାନେ ପ୍ରକୃତ ଯିହୂଦୀ ନୁହନ୍ତି। ସେମାନେ ଶୟତାନର ଦଳର ଲୋକ। 10 ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
11 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜୟୀ ହୁଏ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା ଆଦୌ କ୍ଷତିଗ୍ରସ୍ତ ହେବ ନାହିଁ।”
ପର୍ଗମ ମଣ୍ଡଳୀକୁ ଯୀଶୁଙ୍କର ପତ୍ର
12 “ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ:
“ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାରଯୁକ୍ତ ଖଡ଼୍ଗ ଅଛି, ସେ ଏହା ତୁମ୍ଭକୁ କହୁଛନ୍ତି।
13 “ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠାରେ ରହିଛି, ସେହି ନଗରରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମୋ’ ପ୍ରତି ନିଷ୍ଠାବାନ ହୋଇଅଛ ଏପରିକି, ଶୟତାନ ବାସ କରୁଥିବା ସେହି ନଗରରେ ମୋର ବିଶ୍ୱସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ୟା କରାଯିବା ସମୟରେ ମଧ୍ୟ ତୁମ୍ଭେ ମୋ'ଠାରେ ବିଶ୍ୱାସ କରୁଅଛ ବୋଲି ଅସ୍ୱୀକାର କରି ନ ଥିଲା।
14 “ତଥାପି ମୋର ତୁମ୍ଭ ବିରୁଦ୍ଧରେ କିଛି କହିବାକୁ ଅଛି: ତୁମ୍ଭ ଦଳ ଭିତରୁ କେତେକ ଲୋକ ବିଲିୟାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିୟାମ ବାଲାକ ପ୍ରତିମାକୁ ଅର୍ପିତ ହୋଇଥିବା ଖାଦ୍ୟ ଖାଇବା ପାଇଁ ଓ ଯୌନଗତ ପାପ କରି ଇସ୍ରାଏଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା। 15 ସେହିପରି ତୁମ୍ଭ ଦଳର କେତେକ ଲୋକମାନେ ନୀକଲାୟତୀୟମାନଙ୍କର ଶିକ୍ଷା ଅନୁସରଣ କରୁଛନ୍ତି। 16 ତେଣୁ ତୁମ୍ଭେ ମନ ପରିବର୍ତ୍ତନ କର। ଯଦି ତୁମ୍ଭେ ମନ ପରିବର୍ତ୍ତନ କରିବ ନାହିଁ, ତେବେ ମୁଁ ତୁମ୍ଭ ପାଖକୁ ଶୀଘ୍ର ଆସିବି ଓ ମୋର ମୁଖରୁ ବାହାରୁଥିବା ଖଡ଼୍ଗରେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି।
17 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
“ଯେ ବିଜୟୀ ହୁଏ, ତାହାକୁ ମୁଁ ଗୁପ୍ତ ମାନ୍ନା[b] ଦେବି। “ମୁଁ ତାହାକୁ ଗୋଟିଏ ଧଳା ପଥର ଦେବି, ଯାହା ଉପରେ ଗୋଟିଏ ନୂତନ ନାମ ଲେଖାଥିବ। ଯେଉଁ ବ୍ୟକ୍ତି ଏହି ପଥର ପାଇବ, ତାହାଛଡ଼ା କୌଣସି ଲୋକ ଏହି ନୂତନ ନାମ ବିଷୟରେ ଜାଣନ୍ତି ନାହିଁ।”
ଥୁୟତୀରା ମଣ୍ଡଳୀକୁ ଯୀଶୁଙ୍କର ପତ୍ର
18 “ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ପରମେଶ୍ୱରଙ୍କର ପୁତ୍ର, ଯାହାଙ୍କର ଆଖି ଅଗ୍ନିଶିଖା ପରି ପ୍ରଜ୍ୱଳିତ ଓ ପାଦ ଦୁଇଟି ପିତ୍ତଳ ପରି ଉଜ୍ଜ୍ୱଳ ସେ ତୁମ୍ଭକୁ ଏହି କଥା କୁହନ୍ତି:
19 “ମୁଁ ତୁମ୍ଭ କାର୍ଯ୍ୟ ବିଷୟରେ ଜାଣେ, ମୁଁ ତୁମ୍ଭର ପ୍ରେମ, ବିଶ୍ୱାସ, ସେବା, ଓ ଧୈର୍ଯ୍ୟ ବିଷୟରେ ମଧ୍ୟ ଜାଣେ। ମୁଁ ଜାଣେ, ତୁମ୍ଭେ ଆରମ୍ଭରେ କରିଥିବା କାର୍ଯ୍ୟ ଅପେକ୍ଷା ଅଧିକ କାର୍ଯ୍ୟ କରୁଛ। 20 କିନ୍ତୁ ମୋର ତୁମ୍ଭ ବିରୁଦ୍ଧରେ ଏହି କଥା ଅଛି: ତୁମ୍ଭେ ସେହି ଯିଜେବଲ ନାମ ଧାରିଣୀ ମହିଳାକୁ ତା'ର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ୟଦ୍ବକ୍ତ୍ରୀ ବୋଲି କହେ। ସେ ତା'ର ଶିକ୍ଷା ଦ୍ୱାରା ମୋର ଲୋକମାନଙ୍କୁ ଭୁଲାଉଅଛି। ସେ ମୋର ଦାସମାନଙ୍କୁ ବ୍ୟଭିଗ୍ଭର ପାପ କରିବାକୁ ଓ ପ୍ରତିମାକୁ ଦିଆ ଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି। 21 ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପ ପଥରୁ ଦୂରେଇ ଯିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।
22 “ତେଣୁ ମୁଁ ତାକୁ ଯନ୍ତ୍ରଣାପୂର୍ଣ୍ଣ ଶଯ୍ୟାରେ ପକାଇ ଦେବି। ତା'ସହିତ ଯେଉଁମାନେ ବ୍ୟଭିଗ୍ଭର ପାପକର୍ମ କରିବେ, ସେମାନେ ମଧ୍ୟ କଷ୍ଟ ଭୋଗିବେ। ସେମାନେ ଯଦି ତା'ର ମନ୍ଦକାର୍ଯ୍ୟରୁ ନିଜକୁ ଫେରାଇ ନ ଆଣିବେ, ତେବେ ମୁଁ ସେମାନଙ୍କୁ ଦଣ୍ଡ ଦେବି। 23 ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।
24 “କିନ୍ତୁ ଥୁୟତୀରାର ଯେଉଁ ଅବଶିଷ୍ଟ ଲୋକେ ତା'ର ଶିକ୍ଷା ଅନୁସରଣ କରି ନାହାନ୍ତି ଓ ସେମାନଙ୍କର କହିବା ଶୟତାନର ନିଗୁଢ଼ତତ୍ତ୍ୱ ଗ୍ରହଣ କରି ନାହାନ୍ତି, “ମୁଁ ସେମାନଙ୍କୁ ଏହା କହୁଛି: ମୁଁ ତୁମ୍ଭମାନଙ୍କ ଉପରେ କୌଣସି ଅନ୍ୟ ଭାର ଲଦିବି ନାହିଁ। 25 ମୁଁ ଆସିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟରେ ଯାହା ଅଛି, ତାହା ଦୃଢ଼ ଭାବେ ଧରି ରଖିଥାଅ।
26 “ଯେ ବିଜୟୀ ହୁଏ ଓ ଶେଷପର୍ଯ୍ୟନ୍ତ ମୋ’ ଇଚ୍ଛା ଅନୁଯାୟୀ କାର୍ଯ୍ୟରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦେବି। 27 “ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବ। ସେ ସେମାନଙ୍କୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦେବ।”(A)
28 ମୁଁ ମୋର ପରମପିତାଙ୍କଠାରୁ ଏହି କ୍ଷମତା ପାଇଥିଲି। ମୁଁ ସେହି ଲୋକଙ୍କୁ ପ୍ରଭାତୀତାରା ମଧ୍ୟ ଦେବି। 29 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
ସାର୍ଦ୍ଦୀ ମଣ୍ଡଳୀକୁ ଯୀଶୁଙ୍କର ପତ୍ର
3 “ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ଯାହାଙ୍କଠାରେ ପରମେଶ୍ୱରଙ୍କର ସାତୋଟି ଆତ୍ମା ଓ ସାତୋଟି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି,
“ମୁଁ ତୁମ୍ଭ କର୍ମ ବିଷୟରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତରେ ମୃତ। 2 ଜାଗି ଉଠ! ତୁମ୍ଭର ଯେଉଁ ଅବଶିଷ୍ଟ ବିଷୟ ଗୁଡ଼ିକ ଲୋପ ପାଇଯାଉଅଛି ସେଗୁଡ଼ିକ ସମ୍ପୂର୍ଣ୍ଣ ମରିଯିବା ପୂର୍ବରୁ ସେସବୁ ଦୃଢ଼ କର। କାରଣ ପରମେଶ୍ୱରଙ୍କ ଦୃଷ୍ଟିରେ ତୁମ୍ଭର କର୍ମକୁ ମୁଁ ନିର୍ଦ୍ଦୋଷ ପାଇ ନାହିଁ। 3 ତେଣୁ ପ୍ରଥମରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସେଗୁଡ଼ିକର ବାଧ୍ୟ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭେରପରି ତୁମ୍ଭ ପାଖକୁ ଆସିବି ଓ କେତେବେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରିଦେବି, ତାହା ତୁମ୍ଭେ ଜାଣି ପାରିବ ନାହିଁ।
4 “ତଥାପି ସାର୍ଦ୍ଦୀରେ କେତେକ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାନ୍ତି। ସେହି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମୋ’ ସହିତ ଗମନାଗମନ କରିବେ, କାରଣ ସେମାନେ ସେଥିପାଇଁ ଯୋଗ୍ୟ ଅଟନ୍ତି। 5 ଯେ ବିଜୟୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସେହି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମୋହର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନାରେ ସ୍ୱୀକାର କରିବି। 6 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
ଫିଲାଦେଲ୍ଫିଆ ମଣ୍ଡଳୀକୁ ଯୀଶୁଙ୍କର ପତ୍ର
7 “ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ।
8 “ମୁଁ ତୁମ୍ଭର ସବୁକାର୍ଯ୍ୟ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଖୋଲା ରଖିଛି। କେହି ତାହାକୁ ବନ୍ଦ କରି ପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମୋର ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମୋ’ ନାମ ଉଚ୍ଚାରଣ କରିବା ପାଇଁ କେବେ ଭୟ କରି ନାହଁ। 9 ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି। 10 ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।
11 “ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତେବେ କେହି ତୁମ୍ଭର ମୁକୁଟ ହରଣ କରି ପାରିବ ନାହିଁ। 12 ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି। 13 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
ଲାଅଦିକୀଆ ମଣ୍ଡଳୀକୁ ଯୀଶୁଙ୍କର ପତ୍ର
14 “ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ:
“ଯେ ଏହିସବୁ ତୁମ୍ଭକୁ କହୁଛନ୍ତି, ସେ ଆମେନ୍[c] ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଅଟନ୍ତି। ପରମେଶ୍ୱର ସୃଷ୍ଟି କରିଥିବା ସମସ୍ତ ବିଷୟର ଶାସକ। ସେ ଏହି କଥା କହନ୍ତି:
15 “ମୁଁ ତୁମ୍ଭର କାର୍ଯ୍ୟ ଜାଣେ। ତୁମ୍ଭେ ଉତ୍ତପ୍ତ ନୁହଁ ବା ଶୀତଳ ନୁହଁ। ମୁଁ ଆଶାକରେ, ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ହୋଇଥିଲେ ଭଲ ହୋଇ ଥା’ନ୍ତା। 16 କିନ୍ତୁ ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ନ ହୋଇ ନାତିଶୀତଷ୍ଣୋ ହେବାରୁ ମୁଁ ତୁମକୁ ମୁଖରୁ ଉଦ୍ଗାର କରି ବାହାର କରିଦେବି। 17 ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ। 18 ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ'ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ।
19 “ମୁଁ ଯେଉଁମାନଙ୍କୁ ପ୍ରେମ କରେ ସେମାନଙ୍କୁ ସଂଶୋଧନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର। 20 ଦେଖ, ମୁଁ ଏଠାରେ ଅଛି ଓ ଦ୍ୱାର ପାଖରେ ଠିଆ ହୋଇ ଆଘାତ କରୁଛି। ଯଦି ଜଣେ ଲୋକ ମୋ’ ସ୍ୱର ଶୁଣେ ଓ ଦ୍ୱାର ଫିଟାଏ, ତେବେ ମୁଁ ଭିତରକୁ ଆସି ସେହି ଲୋକ ସହିତ ଖାଇବି। ସେ ଲୋକ ମଧ୍ୟ ମୋ’ ସହିତ ଖାଦ୍ୟ ଖାଇବ।
21 “ଯେ ବିଜୟୀ ହୁଏ, ମୁଁ ତାହାକୁ ମୋ’ ସହିତ ସିଂହାସନରେ ବସାଇବି। ଯେପରି ମୁଁ ବିଜୟୀ ହୋଇ ମୋର ପରମପିତାଙ୍କ ସହ ତାହାଙ୍କ ସିଂହାସନରେ ବସିଥିଲି, ସେ ସେହିପରି ମୋ’ ସହିତ ବସିବ। 22 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।’’
ଯୋହନଙ୍କର ସ୍ୱର୍ଗ ଦେଖିବା
4 ଏହା ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ସ୍ୱର୍ଗର ଗୋଟିଏ ଦ୍ୱାର ଖୋଲା ହୋଇଅଛି। ମୁଁ ଯେଉଁ ସ୍ୱର ପୂର୍ବରୁ ଶୁଣିଥିଲି, ସେହି ସ୍ୱର ପୁଣି ଶୁଣିଲି। ଏହି ସ୍ୱର ତୂରୀନାଦର ଶବ୍ଦ ପରି ମନେହେଲା। ସେହି ସ୍ୱର କହିଲା, “ଏଠାରୁ ଉପରକୁ ଉଠି ଆସ ଏବଂ ଭବିଷ୍ୟତରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦେଖାଇବି।” 2 ତତ୍କ୍ଷଣାତ୍ ଆତ୍ମା ମୋତେ ତାହାଙ୍କ ଅଧୀନକୁ ନେଇଗଲେ। ସ୍ୱର୍ଗରେ ମୋ’ ସମ୍ମୁଖରେ ଗୋଟିଏ ସିଂହାସନ ଥିଲା। ସେହି ସିଂହାସନରେ ଜଣେ ବସିଥିଲେ। 3 ସିଂହାସନରେ ଯେଉଁ ବ୍ୟକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ୟବାନ ସୂର୍ଯ୍ୟକାନ୍ତମଣି ଓ ପଦ୍ମରାଗମଣି ଭଳି ଦେଖାଯାଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶୋଭା ସଦୃଶ ଗୋଟିଏ ମେଘଧନୁ ଘେରି ରହିଥିଲା।
4 ସେହି ସିଂହାସନର ଗ୍ଭରିପାଖରେ ଆଉ ଚବିଶ୍ଟି ସିଂହାସନ ଥିଲା। ସେହି ଚବିଶ୍ଟି ସିଂହାସନରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସେମାନେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ। 5 ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନାରେ ସାତୋଟି ଜ୍ୱଳନ୍ତ ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ୱରଙ୍କର ସାତୋଟି ଆତ୍ମା ଅଟନ୍ତି। 6 ସେହି ସିଂହାସନ ସମ୍ମୁଖରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦେଖାଯାଉଥିଲା, ଯାହା ସ୍ଫଟିକପରି ସ୍ୱଚ୍ଛ ଥିଲା।
ସେହି ସିଂହାସନର ଗ୍ଭରିପଟେ ଗ୍ଭରୋଟି ଜୀବିତ ପ୍ରାଣୀ ଥିଲେ। ସେହି ଜୀବିତ ପ୍ରାଣୀଙ୍କର ଆଗ ଓ ପଛ ଉଭୟ ପଟେ ଚକ୍ଷୁ ଭରି ହୋଇରହିଥିଲା। 7 ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ୱିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ୟର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା। 8 ପ୍ରତ୍ୟେକଙ୍କର ଛଅଟି ଲେଖାଏଁ ଡେଣା ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଗ୍ଭରିପାଖ ଆଖିରେ ପରିପୂର୍ଣ୍ଣ ଥିଲା। ସେମାନେ ଦିନରାତି ଅବିରତ କହୁଥିଲେ:
“ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ପବିତ୍ର, ପବିତ୍ର, ପବିତ୍ର।
ସେ ସର୍ବଦା ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଏବଂ ଭବିଷ୍ୟତରେ ରହିଥିବେ।”
9 ଏହି ଜୀବିତ ପ୍ରାଣୀମାନେ ସିଂହାସନରେ ବସିଥିବା ବ୍ୟକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ୟବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି। 10 ଚବିଶଜଣ ପ୍ରାଚୀନ ବ୍ୟକ୍ତି ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କ ସମ୍ମୁଖରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସେମାନେ ତାହାଙ୍କ ସମ୍ମୁଖରେ ନିଜର ମୁକୁଟ ରଖି କହନ୍ତି:
11 “ହେ ପ୍ରଭୁ, ଆମ୍ଭର ପରମେଶ୍ୱର!
ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ
ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ।
ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।”
5 ତା'ପରେ ମୁଁ ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରେ ଗୋଟିଏ ଚର୍ମପତ୍ର[d] ଥିବାର ଦେଖିଲି। ସେହି ଚର୍ମପତ୍ରଟିର ଉଭୟ ପଟେ ଲେଖା ହୋଇଥିଲା। ସେହି ଚର୍ମପତ୍ରଟି ସାତୋଟି ମୁଦ୍ରାରେ ବନ୍ଦ କରାଯାଇଥିଲା। 2 ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ୱରରେ କହିଲେ, “ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ୟ ଅଟନ୍ତି?” 3 କିନ୍ତୁ ସେହି ଚର୍ମପତ୍ରକୁ ଫିଟାଇବାକୁ ଓ ତା'ଭିତର ଦେଖିବାକୁ ସ୍ୱର୍ଗ, ମର୍ତ୍ତ୍ୟ ବା ପାତାଳରେ କାହାରି ସାଧ୍ୟ ନ ଥିଲା। 4 ତେଣୁ ମୁଁ ଆକୁଳ ଭାବରେ କାନ୍ଦିବାକୁ ଲାଗିଲି, କାରଣ ସେହି ଚର୍ମପତ୍ରକୁ ଫିଟାଇବା ପାଇଁ କିମ୍ବା ଦେଖିବା ପାଇଁ ସେଠାରେ କେହି ସକ୍ଷମ ନ ଥିଲେ। 5 କିନ୍ତୁ ସେହି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, “କାନ୍ଦ ନାହିଁ! ଯିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ଯ୍ୟ କରିବାକୁ ବିଜୟୀ ହୋଇଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତୋଟି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।”
6 ସେତେବେଳେ ମୁଁ ସିଂହାସନର ମଝିରେ ଜଣେ ମେଷଶାବକଙ୍କୁ ଦେଖିଲି। ତାହାଙ୍କ ଗ୍ଭରିପାଖେ ଗ୍ଭରୋଟି ଜୀବିତ ପ୍ରାଣୀ ଓ ପ୍ରାଚୀନମାନେ ଘେରି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦେଖା ଯାଉଥିଲେ। ତାହାଙ୍କର ସାତୋଟି ଶିଙ୍ଗ ଓ ସାତୋଟି ଚକ୍ଷୁ ଥିଲା, ଏହି ସାତୋଟି ଚକ୍ଷୁ ପରମେଶ୍ୱରଙ୍କର ସାତୋଟି ଆତ୍ମା, ଯାହାଙ୍କୁ ପୃଥିବୀର ଗ୍ଭରିଆଡ଼େ ପ୍ରେରିତ କରାଯାଇଥିଲା।
7 ସେହି ମେଷଶାବକ ସିଂହାସନରେ ବସିଥିବା ବ୍ୟକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ। 8 ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଗ୍ଭରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖରେ ନଇଁପଡ଼ି ପ୍ରଣାମ କଲେ। ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସେମାନେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ୟ ଧରିଥିଲେ। ସେହି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା। 9 ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ:
“ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ
ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ,
କାରଣ ତୁମ୍ଭେ ହତ ହୋଇଥିଲ;
ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ
10 ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ।
ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।”
11 ତା'ପରେ ମୁଁ ଦେଖିଲି ଓ ଅନେକ ସ୍ୱର୍ଗଦୂତଙ୍କର ସ୍ୱର ଶୁଣିଲି। ସ୍ୱର୍ଗଦୂତମାନେ ସିଂହାସନ, ଜୀବିତ ପ୍ରାଣୀ ଓ ପ୍ରାଚୀନମାନଙ୍କ ଗ୍ଭରିପାଖରେ ଥିଲେ। ମୁଁ ହଜାର ହଜାର ସ୍ୱର୍ଗଦୂତଙ୍କୁ ଦେଖିଲି। ସେଠାରେ 10,000ର 10,000 ଗୁଣ ସ୍ୱର୍ଗଦୂତ ଥିଲେ। 12 ସେମାନେ ଉଚ୍ଚ ସ୍ୱରରେ ଏହା କହୁଥିଲେ:
“ମେଷଶାବକ
ଯେ ବଳିକୃତ ଥିଲେ,
ସେ କ୍ଷମତା, ଧନ, ପ୍ରଜ୍ଞା, ଶକ୍ତି, ସମ୍ମାନ, ମହିମା
ଓ ପ୍ରଶଂସା ପାଇବାକୁ ଯୋଗ୍ୟ।”
13 ତା'ପରେ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି:
“ଯେ ସିଂହାସନରେ ବସିଛନ୍ତି,
ତାହାଙ୍କର ଓ ମେଷଶାବକଙ୍କର ପ୍ରଶଂସା, ଗୌରବ, ସମ୍ମାନ ଓ କ୍ଷମତା ଯୁଗେ ଯୁଗେ ହେଉ।”
14 ଗ୍ଭରି ଜଣ ଜୀବିତ ପ୍ରାଣୀ କହିଲେ, “ଆମେନ୍!” ଏବଂ ଚବିଶ ଜଣ ପ୍ରାଚୀନ ବ୍ୟକ୍ତି ନଇଁପଡ଼ି ତାହାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।
2010 by World Bible Translation Center