Print Page Options
Previous Prev Day Next DayNext

Chronological

Read the Bible in the chronological order in which its stories and events occurred.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12-18

ନାରୀ ଓ ମହାସର୍ପ

12 ତା'ପରେ ସ୍ୱର୍ଗରେ ଏକ ବିଚିତ୍ର ଚିହ୍ନ ଦେଖାଗଲା। ମୁଁ ଜଣେ ନାରୀଙ୍କୁ ସୂର୍ଯ୍ୟଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା। ସେହି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବେଦନାରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହୋଇଯାଇଥିଲା।

ସ୍ୱର୍ଗରେ ଅନ୍ୟ ଏକ ଚିହ୍ନ ଦେଖାଗଲା। ସେଠାରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା'ର ସାତୋଟି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡରେ ସାତୋଟି ମୁକୁଟ ଥିଲା। ତା'ର ଦଶଟି ଶିଙ୍ଗ ମଧ୍ୟ ଥିଲା। ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ୟରୁ ଏକତୃତୀୟାଂଶ ତାରାକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ସେହି ସାପ, ପ୍ରସବ କରିବାକୁ ଯାଇଥିବା ସେହି ନାରୀଙ୍କ ସାମନାରେ ଠିଆ ହୋଇ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହେବା ମାତ୍ରେ ତାହାକୁ ଖାଇବା ଉଦ୍ଦେଶ୍ୟରେ ସେ ପ୍ରସ୍ତୁତ ହୋଇଗଲା।

ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା। ସେହି ସ୍ତ୍ରୀଲୋକଟି, ପରମେଶ୍ୱର ତା’ ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଗ୍ଭଲିଗଲା। ସେଠାରେ ତା'ର ଯତ୍ନ 1,260 ଦିନ ପର୍ଯ୍ୟନ୍ତ ନିଆଯିବ।

ଏହିପରି ସମୟରେ ସ୍ୱର୍ଗରେ ଯୁଦ୍ଧ ହେଲା। ମୀଖାୟେଲ ଓ ତାହାଙ୍କର ଦୂତଗଣ ସେହି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିଯୁଦ୍ଧ କଲା। କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ୱର୍ଗରେ ସ୍ଥାନ ହରାଇଲେ। ବିଶାଳ ସାପକୁ ସ୍ୱର୍ଗରୁ ପୃଥିବୀରେ ନିକ୍ଷେପ କରାଗଲା। (ସେହି ବିଶାଳ ସାପ ହେଉଛି ସେହି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାଯାଏ।) ସେ ପୃଥିବୀ ବାସୀଙ୍କୁ ଭୁଲ୍ ରାସ୍ତାରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳରେ ପୃଥିବୀରେ ନିକ୍ଷେପ କରାଗଲା।

10 ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା। 11 ଆମ୍ଭ ଭାଇମାନେ ମେଷଶାବକଙ୍କ ରକ୍ତ ଦ୍ୱାରା ଓ ସେମାନଙ୍କର ପ୍ରଗ୍ଭର ଦ୍ୱାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସେମାନେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିଥିଲେ। 12 ତେଣୁ ହେ ସ୍ୱର୍ଗ ଓ ସ୍ୱର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ୟନ୍ତ ଖରାପ ସମୟ, ଯେହେତୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କ୍ରୋଧରେ ପୂର୍ଣ୍ଣ ହୋଇ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି।’’

13 ବିଶାଳ ସାପ ନିଜକୁ ପୃଥିବୀରେ ନିକ୍ଷେପ ହେବାର ଦେଖିଲା। ତେଣୁ ସେ ପୁତ୍ର ସନ୍ତାନ ଜାତ କରିଥିବା ନାରୀ ପଛେ ପଛେ ଦୌଡ଼ିଲା। 14 କିନ୍ତୁ ସେହି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା’ ପାଇଁ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସେଠାରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ତାହାଙ୍କର ଯତ୍ନ ନିଆଯିବ। 15 ତା'ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସେହି ନାରୀର ପଛପଟରୁ ଜଳ ଛାଡ଼ିଲା ଯଦ୍ଦ୍ୱାରା ସେ ଜଳ ସ୍ରୋତ ଦ୍ୱାରା ତାହାକୁ ଭସାଇ ନେଇ ପାରିବ। 16 କିନ୍ତୁ ପୃଥିବୀ ସେହି ସ୍ତ୍ରୀକୁ ସାହାଯ୍ୟ କଲା। ପୃଥିବୀ ତା'ର ମୁଖ ଖୋଲିଲା ଓ ବିଶାଳ ସାପ ମୁଖରୁ ବାହାରି ଆସୁଥିବା ନଦୀକୁ ଗିଳି ଦେଲା। 17 ତେଣୁ ସାପ ସେହି ନାରୀ ଉପରେ ଭୀଷଣ ରାଗିଗଲା। ସେ ତା'ର ଅନ୍ୟ ପିଲାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିଲା। ଯେଉଁମାନେ ପରମେଶ୍ୱରଙ୍କର ଆଜ୍ଞାଗୁଡ଼ିକ ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ସେହିମାନେ ତାହାଙ୍କର ସନ୍ତାନ।

18 ସେହି ବିଶାଳ ସାପ ଯାଇ ସମୁଦ୍ର କୂଳରେ ଠିଆ ହେଲା।

ଦୁଇଟି ପଶୁ

13 ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତୋଟି ମୁଣ୍ଡ ଥିଲା। ପ୍ରତ୍ୟେକ ଶିଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରତ୍ୟେକ ମସ୍ତକରେ ପରମେଶ୍ୱରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲେଖାଯାଇଥିଲା। ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା'ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସେହି ବିଶାଳ ସାପ ସମୁଦ୍ରକୂଳରେ ରହି ତା'ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦେଲା।

ତାହାର ମସ୍ତକଗୁଡ଼ିକ ମଧ୍ୟରୁ ଗୋଟିଏ ମସ୍ତକ ଆଘାତ ପ୍ରାପ୍ତ ହୋଇଥିବା ପରି ଓ ମରାଯାଇଥିବା ପରି ଦେଖାଗଲା। କିନ୍ତୁ ତା'ର ମାରାତ୍ମକ କ୍ଷତ ଭଲ ହୋଇଯାଇଥିଲା। ପୃଥିବୀର ସବୁ ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେଲେ ଓ ସେହି ପଶୁର ଅନୁଗମନ କଲେ। ଲୋକମାନେ ସେହି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦେଇଥିଲା। ଲୋକମାନେ ସେହି ପଶୁକୁ ମଧ୍ୟ ପୂଜା କଲେ। ସେମାନେ କହିଲେ, “ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି? ତା’ ବିରୁଦ୍ଧରେ କିଏ ଯୁଦ୍ଧ କରି ପାରିବ?”

ସେହି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବୟାଳିଶ୍ ମାସ ପର୍ଯ୍ୟନ୍ତ ତା'ର କ୍ଷମତା ପ୍ରୟୋଗ କରିବା ପାଇଁ ଅନୁମତି ଦିଆଗଲା। ସେହି ପଶୁ ପରମେଶ୍ୱରଙ୍କ ବିରୁଦ୍ଧରେ ଖରାପ କଥା କହିବା ପାଇଁ ମୁହଁ ଖୋଲିଲା। ସେ ପରମେଶ୍ୱରଙ୍କର ନାମ ବିରୁଦ୍ଧରେ, ତାହାଙ୍କର ବାସସ୍ଥଳୀ ବିରୁଦ୍ଧରେ ଓ ଯେଉଁମାନେ ସ୍ୱର୍ଗରେ ରହୁଥିଲେ, ସେମାନଙ୍କ ବିରୁଦ୍ଧରେ ଖରାପ କଥାମାନ କହିଲା। ତାହାକୁ ପରମେଶ୍ୱରଙ୍କ ପବିତ୍ର ଲୋକ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା। ପୃଥିବୀରେ ରହୁଥିବା ସମସ୍ତ ଲୋକମାନେ ସେହି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖା ହୋଇ ନାହିଁ। ଏହି ମେଷଶାବକଙ୍କୁ ବଧ କରାଯାଇଥିଲା।

ଯାହାର ଶୁଣିବା ନିମନ୍ତେ କାନ ଅଛି, ସେ ଏହାକୁ ଶୁଣିବା ଉଚିତ୍।

10 ଯେଉଁ ବ୍ୟକ୍ତିର ବନ୍ଦୀ ହେବାର ଅଛି,
    ତେବେ ସେ ବନ୍ଦୀ ହେବ।
ଯେଉଁ ବ୍ୟକ୍ତିର ମୃତ୍ୟୁ ଖଣ୍ଡା ଦ୍ୱାରା ହେବାର ଅଛି,
    ତେବେ ସେ ଲୋକ ଖଣ୍ଡାରେ ମୃତ୍ୟୁବରଣ କରିବ।

ଏହି ସମୟରେ, ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ରହିବା ଉଚିତ୍।

ପୃଥିବୀ ମଧ୍ୟରୁ ପଶୁ

11 ତା'ପରେ ମୁଁ ଅନ୍ୟ ଏକ ପଶୁକୁ ପୃଥିବୀ ଉପରକୁ ଆସିବାର ଦେଖିଲି। ତା'ର ମେଷ ପରି ଦୁଇଟି ଶିଙ୍ଗ ଥିଲା, କିନ୍ତୁ ସେ ଏକ ସାପ ଭଳି ଭୟଙ୍କର କଥା କହୁଥିଲା। 12 ଏହି ପଶୁ ପ୍ରଥମପଶୁ ସାମନାରେ ଠିଆ ହେଲା ଓ ପ୍ରଥମପଶୁଠାରେ ଥିବା ସମସ୍ତ କ୍ଷମତା ଭଳି କ୍ଷମତା ବ୍ୟବହାର କଲା। ସେ ପ୍ରଥମ ପଶୁକୁ ପୂଜା କରିବା ପାଇଁ ସମଗ୍ର ପୃଥିବୀବାସୀଙ୍କୁ ବାଧ୍ୟ କଲା। ସେହି ପ୍ରଥମପଶୁର ମାରାତ୍ମକ କ୍ଷତ ସୁସ୍ଥ ହୋଇଯାଇଥିଲା। 13 ଏହି ଦ୍ୱିତୀୟ ପଶୁ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରେ। ଲୋକମାନେ ଦେଖୁଥିଲାବେଳେ ସେ ଆକାଶରୁ ପୃଥିବୀ ଉପରେ ଅଗ୍ନିବର୍ଷା କଲେ।

14 ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା। 15 ଦ୍ୱିତୀୟ ପଶୁକୁ ପ୍ରଥମ ପଶୁର ପ୍ରତିମାକୁ ଜୀବନ ଦେବା ପାଇଁ କ୍ଷମତା ଦିଆ ଯାଇଥିଲା। ତା'ପରେ ସେହି ପ୍ରତିମା କଥା କହିବ ଓ ଯେଉଁମାନେ ତାହାକୁ ପୂଜା ନ କରିବେ, ସେ ସେମାନଙ୍କୁ ମୃତ୍ୟୁଦଣ୍ଡର ଆଦେଶ ଦେବ। 16 ଦ୍ୱିତୀୟ ପଶୁ ସବୁ ଲୋକମାନଙ୍କୁ ବଡ଼ ଓ ସାନ, ଧନୀ ଓ ଗରିବ, ସ୍ୱାଧୀନ ଓ ପରାଧୀନ ନିର୍ବିଶେଷରେ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହାତରେ କିମ୍ବା ସେମାନଙ୍କ କପାଳରେ ଗୋଟିଏ ଚିହ୍ନ ଧାରଣ କରିବା ପାଇଁ ବାଧ୍ୟ କଲା। 17 ଯେଉଁ ମନୁଷ୍ୟ ସେହି ପଶୁର ନାମ କିମ୍ବା ତାହାର ନାମର ସଂଖ୍ୟା ଧାରଣ କରି ନ ଥିବ, ସେ କୌଣସି ଜିନିଷ କିଣାବିକା କରି ପାରିବ ନାହିଁ।

18 ଯେଉଁ ଲୋକର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟାର ଅର୍ଥକୁ ଠିକ୍ ରୂପ ଦେଇ ପାରିବ। ଏଥିପାଇଁ ବୁଦ୍ଧି ଆବଶ୍ୟକ କାରଣ ଏହି ସଂଖ୍ୟା ଗୋଟିଏ ମନୁଷ୍ୟର ସଂଖ୍ୟା। ତାହାର ସଂଖ୍ୟା ହେଉଛି 666।

ମୁକ୍ତପ୍ରାପ୍ତ ଲୋକଙ୍କର ଗୀତ

14 ତା'ପରେ ମୁଁ ମୋ’ ସମ୍ମୁଖରେ ମେଷଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହୋଇଥିଲେ। ତାହାଙ୍କ ସହିତ 144,000 ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲେଖାଥିଲା।

ମୁଁ ସ୍ୱର୍ଗରୁ ମହାଜଳପ୍ରପାତ ଓ ମହାବଜ୍ରନାଦ ଭଳି ଏକ ଏକ ସ୍ୱର ଶୁଣିଲି। ଏହା ବୀଣାବାଦକମାନେ ସେମାନଙ୍କର ବୀଣାବାଦନ କରିବାପରି ମନେ ହେଲା। ଏହି ଲୋକମାନେ ସିଂହାସନ ସମ୍ମୁଖରେ ଗ୍ଭରି ଜଣ ଜୀବନ୍ତ ପଶୁଙ୍କ ସମ୍ମୁଖରେ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କେବଳ 144,000 ଜଣ ଲୋକମାନଙ୍କ ଛଡ଼ା କେହିହେଲେ ଏହି ଗୀତ ଶିଖି ପାରିଲେ ନାହିଁ।

ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି। ସେମାନେ କେବେ ମିଥ୍ୟା କହନ୍ତି ନାହିଁ। ସେମାନେ ସର୍ବଦା ନିର୍ଦ୍ଦୋଷ।

ତିନି ଜଣ ସ୍ୱର୍ଗଦୂତ

ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତ ଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦେବା ପାଇଁ ସେହି ସ୍ୱର୍ଗଦୂତଙ୍କ ପାଖରେ ଏକ ଅନନ୍ତକାଳୀନ ସୁସମାଗ୍ଭର ଥିଲା। ସେହି ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ କହିଲେ, “ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ୱରଙ୍କ ଦ୍ୱାରା ଲୋକମାନଙ୍କୁ ବିଗ୍ଭର କରିବା ସମୟ ଉପସ୍ଥିତ। ପରମେଶ୍ୱରଙ୍କର ଉପାସନା କର। ସେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।”

ତା'ପରେ ଦ୍ୱିତୀୟ ଦୂତ ଜଣକ, ପ୍ରଥମ ସ୍ୱର୍ଗଦୂତଙ୍କୁ ଅନୁସରଣ କରି କହିଲେ, “ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦେଖାଇ ଭ୍ରଷ୍ଟାଗ୍ଭର କାମ ଓ ପରମେଶ୍ୱରଙ୍କ କ୍ରୋଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହୋଇଯାଇଛି।”

ତା'ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ୱରରେ ଅନୁସରଣ କରି କହିଲେ, “ଯଦି କେହି ଲୋକ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା’ ନିଜ କପାଳରେ ଓ ହାତରେ ତା'ର ଚିହ୍ନ ଧାରଣ କରେ, 10 ସେହି ଲୋକ ପରମେଶ୍ୱରଙ୍କ କ୍ରୋଧର ସୁରା ପାନ କରିବ। ଏହି ସୁରା ପରମେଶ୍ୱରଙ୍କ କ୍ରୋଧର ପାତ୍ରରେ ଅମିଶ୍ରିତ ଭାବେ ଢଳା ହୋଇଛି। ସେ ପବିତ୍ର ଦୂତଗଣ ଓ ମେଷଶାବକଙ୍କ ସମ୍ମୁଖରେ ଜ୍ୱଳନ୍ତ ଗନ୍ଧକରେ ଯନ୍ତ୍ରଣା ପାଇବ। 11 ସେମାନଙ୍କ ଯନ୍ତ୍ରଣାର ଧୂଆଁ ସବୁବେଳ ପାଇଁ ଉଠୁଥିବ। ସେମାନଙ୍କୁ ଯନ୍ତ୍ରଣାରୁ ଦିନରାତି କେବେ ହେଲେ ଆରାମ ମିଳିବ ନାହିଁ, କାରଣ ସେମାନେ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି। 12 ଏହାର ଅର୍ଥ ହେଉଛି ଯେ, ପରମେଶ୍ୱରଙ୍କର ପବିତ୍ର ଲୋକମାନେ ଧୈର୍ଯ୍ୟବାନ୍ ହୁଅନ୍ତୁ। ସେମାନେ ପରମେଶ୍ୱରଙ୍କର ଆଜ୍ଞା ମାନିବା ଓ ଯୀଶୁଙ୍କ ପାଖରେ ବିଶ୍ୱାସ ରଖୁଥିବା ଉଚିତ୍।

13 ତା'ପରେ ମୁଁ ଗୋଟିଏ ସ୍ୱର ସ୍ୱର୍ଗରୁ ଶୁଣିଲି। ସେହି ସ୍ୱର କହିଲା, “ଏହା ଲେଖିରଖ: ବର୍ତ୍ତମାନଠାରୁ ପ୍ରଭୁଙ୍କଠାରେ ବିଶ୍ୱାସ ରଖି ଯେଉଁମାନେ ମୃତ୍ୟୁବରଣ କରନ୍ତି, ସେମାନେ ଧନ୍ୟ।”

ଆତ୍ମା କହନ୍ତି, “ହଁ, ତାହା ସତ୍ୟ। ସେହି ଲୋକମାନେ ସେମାନଙ୍କର କଠିନ ପରିଶ୍ରମରୁ ବିଶ୍ରାମ ନେବେ କାରଣ ସେମାନେ କରିଥିବା କାମ ସେମାନଙ୍କ ସାଙ୍ଗରେ ଯିବ।”

ପୃଥିବୀରୁ ଶସ୍ୟ କଟା ହେବ

14 ତା'ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ଗୋଟିଏ ଧଳା ମେଘ ଥିଲା। ସେହି ମେଘ ଉପରେ ମନୁଷ୍ୟପୁତ୍ରଙ୍କ ପରି ଜଣେ ବ୍ୟକ୍ତି ବସିଥିଲେ। ତାହାଙ୍କ ମୁଣ୍ଡରେ ଗୋଟିଏ ସୁନାର ମୁକୁଟ ଓ ହାତରେ ଗୋଟିଏ ମୁନିଆ ଦାଆ ଥିଲା। 15 ତା'ପରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ। ସେ ମେଘ ଉପରେ ବସିଥିବା ବ୍ୟକ୍ତିଙ୍କୁ ଡାକି କହିଲେ, “ଦାଆ ଲଗାଇ ଶସ୍ୟ ଅମଳ କର, କାରଣ ଶସ୍ୟ ଅମଳର ସମୟ ହୋଇ ଗଲାଣି। ପୃଥିବୀର ଫଳ ପାଚିଗଲାଣି।” 16 ତେଣୁ ମେଘ ଉପରେ ଯିଏ ବସିଥିଲେ, ସେ ପୃଥିବୀର ଶସ୍ୟରେ ଦାଆ ଲଗାଇଲେ। ଏହିପରି ପୃଥିବୀର ଶସ୍ୟ କଟାଗଲା।

17 ତା'ପରେ ଆଉ ଜଣେ ସ୍ୱର୍ଗ ଦୂତ ସ୍ୱର୍ଗର ମନ୍ଦିର ଭିତରୁ ଆସିଲେ। ତାହାଙ୍କର ମଧ୍ୟ ଗୋଟିଏ ଧାରୁଆ ଦାଆ ଥିଲା। 18 ତା'ପରେ ଆଉ ଜଣେ ସ୍ୱର୍ଗଦୂତ ବେଦୀରୁ ଆସିଲେ। ସେହି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, “ପୃଥିବୀର ଅଙ୍ଗୁର ପେନ୍ଥାଗୁଡ଼ିକ ଦାଆ ବ୍ୟବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।” 19 ତା'ପରେ ସ୍ୱର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ୱରଙ୍କର କ୍ରୋଧ ରୂପ ଦ୍ରାକ୍ଷାପେଷା କୁଣ୍ଡରେ ସେଗୁଡ଼ିକୁ ପକାଇ ଦେଲେ। 20 ନଗର ବାହାରେ ଦ୍ରାକ୍ଷା ଫଳ ସବୁ ସେହି ଦ୍ରାକ୍ଷାପେଷା କୁଣ୍ଡରେ ଚିପୁଡ଼ା ହେଲା। ସେହି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ଯ୍ୟନ୍ତ ଉପରକୁ ଉଠି 300 କିଲୋମିଟର ପର୍ଯ୍ୟନ୍ତ ରକ୍ତ ସ୍ରୋତ ହୋଇ ବହିବାରେ ଲାଗିଲା।

ଦୂତଙ୍କର ଶେଷ ମହାମାରୀ

15 ଏହା ପରେ ମୁଁ ସ୍ୱର୍ଗରେ ଗୋଟିଏ ବଡ଼ ଓ ଆଶ୍ଚର୍ଯ୍ୟ ଜନକ ଲକ୍ଷଣ ଦେଖିଲି। ସେଠାରେ ସାତ ଜଣ ଦୂତ ସେମାନଙ୍କ ହାତରେ ସାତୋଟି ଶେଷ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ୱରଙ୍କ କ୍ରୋଧର ସମାପ୍ତି ଘଟିବ।

ମୁଁ ମୋ’ ସାମନାରେ ଅଗ୍ନି ମିଶ୍ରିତ କାଚ ପରି ଏକ ସମୁଦ୍ର ଦେଖିଲି। ଯେଉଁ ଲୋକମାନେ ସେହି ପଶୁ, ତାହାର ପ୍ରତିମା, ଓ ତାହାର ନାମର ସଂଖ୍ୟା ଉପରେ ଜୟଲାଭ କରିଥିଲେ, ସେମାନଙ୍କୁ ସେହି ସମୁଦ୍ର କୂଳରେ ଠିଆ ହେବାର ଦେଖିଲି। ସେମାନଙ୍କ ହାତରେ ପରମେଶ୍ୱର ଦେଇଥିବା ବୀଣା ଥିଲା। ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ:

“ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର!
    ତୁମ୍ଭର କାର୍ଯ୍ୟଗୁଡ଼ିକ ମହାନ ଓ ଆଶ୍ଚର୍ଯ୍ୟପୂର୍ଣ୍ଣ
ହେ ଜାତି ସମୂହର ରାଜା,
    ତୁମ୍ଭର ପଥଗୁଡ଼ିକ ନ୍ୟାୟସଙ୍ଗତ ଓ ସତ୍ୟ।
ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ?
    ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ।
    କାରଣ କେବଳ ତୁମ୍ଭେ ହିଁ ପବିତ୍ର;
ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ।
    କାରଣ ତୁମ୍ଭେ ହିଁ ନ୍ୟାୟବନ୍ତ ଏହା ଜଗତେ ବିଦିତ।”

ଏହା ପରେ ମୁଁ ସ୍ୱର୍ଗରେ ପରମେଶ୍ୱରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖୋଲା ହେବାବାର ଦେଖିଲି। ସେହି ମନ୍ଦିର ଭିତରୁ ସାତ ଜଣ ଦୂତ ସାତୋଟି ମହାମାରୀଗୁଡ଼ିକୁ ଧରି ବାହାରି ଆସିଲେ। ସେମାନେ ଶୁଦ୍ଧ, ଉଜ୍ଜ୍ୱଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସେମାନଙ୍କ ବକ୍ଷରେ ସୁବର୍ଣ୍ଣ ବନ୍ଧନୀ ଥିଲା। ତା'ପରେ ଗ୍ଭରି ଜୀବିତ ପ୍ରାଣୀମାନଙ୍କ ମଧ୍ୟରୁ ଜଣେ ପ୍ରାଣୀ ସାତ ଦୂତଙ୍କୁ ସାତୋଟି ସୁବର୍ଣ୍ଣ ପାତ୍ର ଦେଲେ। ସେହି ପାତ୍ର ନିତ୍ୟଜୀବୀ ପରମେଶ୍ୱରଙ୍କର କ୍ରୋଧରେ ପରିପୂର୍ଣ୍ଣ ଥିଲା। ସେହି ମନ୍ଦିର ପରମେଶ୍ୱରଙ୍କ ଗୌରବ ଓ କ୍ଷମତାର ଧୂଆଁରେ ଭର୍ତ୍ତି ହୋଇଗଲା। ସାତ ଜଣ ଦୂତଙ୍କର ସାତୋଟି ମହାମାରୀ ଶେଷ ନ ହେବା ପର୍ଯ୍ୟନ୍ତ କୌଣସି ଲୋକ ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ।

ପରମେଶ୍ୱରଙ୍କ କ୍ରୋଧରେ ସାତୋଟି ପାତ୍ର ପୂର୍ଣ୍ଣ

16 ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ୱନି ଶୁଣିଲି। ତାହା ସାତୋଟି ଦୂତଙ୍କୁ କହିଲା, “ଯାଅ, ପରମେଶ୍ୱରଙ୍କ କ୍ରୋଧରେ ପୂର୍ଣ୍ଣ ହୋଇଥିବା ସାତୋଟି ପାତ୍ରକୁ ପୃଥିବୀ ଉପରେ ଢାଳିଦିଅ।”

ତହୁଁ ପ୍ରଥମ ଦୂତ ମନ୍ଦିରରୁ ବାହାରି ପୃଥିବୀ ଉପରେ ତାହାଙ୍କ ପାତ୍ରକୁ ଢାଳି ଦେଲେ। ତା'ପରେ ଯେଉଁମାନେ ସେହି ପଶୁର ଚିହ୍ନ ଧାରଣ କରିଥିଲେ ଓ ତା'ର ପ୍ରତିମାକୁ ପୂଜା କରୁଥିଲେ, ସେମାନଙ୍କର ଶରୀରରେ ଅତି କଷ୍ଟଦାୟକ ଓ ସାଂଘାତିକ ଧରଣର ଘା ବାହାରି ପଡ଼ିଲା।

ଦ୍ୱିତୀୟ ଦୂତ ତାହାଙ୍କ ପାତ୍ରକୁ ସମୁଦ୍ର ଉପରେ ଢାଳି ଦେଲେ। ସେଥିରେ ସମୁଦ୍ର ଜଳ ମୃତ ଲୋକର ରକ୍ତ ପରି ଲାଲ ହୋଇଗଲା। ସମୁଦ୍ରରେ ଥିବା ସମସ୍ତ ଜୀବନ୍ତ ପ୍ରାଣୀ ମରିଗଲେ।

ତୃତୀୟ ସ୍ୱର୍ଗ ଦୂତ ତାହାଙ୍କ ପାତ୍ରକୁ ନଦୀ ଓ ଜଳ ନିର୍ଝରଗୁଡ଼ିକ ଉପରେ ଢାଳିଲେ। ନଦୀ ଓ ଜଳ ନିର୍ଝରଗୁଡ଼ିକର ଜଳ ରକ୍ତ ହୋଇଗଲା। ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ୱରଙ୍କୁ କହିବାର ଶୁଣିଲି:

“ହେ ପବିତ୍ର ପରମେଶ୍ୱର,
    ତୁମ୍ଭେ ହିଁ କେବଳ ଅତୀତରେ ସର୍ବଦା ଥିଲ ଓ ବର୍ତ୍ତମାନ ଅଛ।
    ତୁମ୍ଭେ ଏହି ବିଗ୍ଭର କରିବା ଦ୍ୱାରା ନ୍ୟାୟ କରିଅଛ।
ଲୋକମାନେ ଯେହେତୁ ତୁମ୍ଭର ପବିତ୍ର ଲୋକ
    ଓ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର ରକ୍ତପାତ କରିଥିଲେ,
ଏବେ ତୁମ୍ଭେ ସେମାନଙ୍କୁ ରକ୍ତପାତ କରିବାକୁ ଦେଇଛ।
    ସେମାନେ ଏହା ହିଁ ପାଇବାକୁ ଯୋଗ୍ୟ।”

ମୁଁ ବେଦୀକୁ ଏହା କହିବାର ଶୁଣିଲି,

“ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର
    ହଁ, ତୁମ୍ଭର ବିଗ୍ଭରଗୁଡ଼ିକ ସତ୍ୟ ଓ ନ୍ୟାୟସଙ୍ଗତ।”

ଏହା ପରେ ଚତୁର୍ଥ ଦୂତ ତାହାଙ୍କ ପାତ୍ର ସୂର୍ଯ୍ୟଙ୍କ ଉପରେ ଢାଳିଲେ। ସେଥିରେ ସୂର୍ଯ୍ୟକୁ, ମନୁଷ୍ୟମାନଙ୍କୁ ଅଗ୍ନିରେ ପୋଡ଼ି ଦେବାର କ୍ଷମତା ଦିଆଗଲା। ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସେମାନେ ପରମେଶ୍ୱରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କେବଳ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସେମାନେ ସେମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ୱରଙ୍କ ମହିମା ଗାନ କଲେ ନାହିଁ।

10 ପଞ୍ଚମ ଦୂତ ତାହାଙ୍କ ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ। ଏହା ଦ୍ୱାରା ପଶୁର ରାଜ୍ୟରେ ଅନ୍ଧକାର ଘୋଟିଗଲା। ଲୋକମାନେ ଯନ୍ତ୍ରଣାରେ ଜିଭ କାମୁଡ଼ିଲେ। 11 ସେମାନେ ତାହାଙ୍କ ଯନ୍ତ୍ରଣା ଓ ଘା ସକାଶେ ସ୍ୱର୍ଗରେ ଥିବା ପରମେଶ୍ୱରଙ୍କର ନିନ୍ଦା କଲେ। କିନ୍ତୁ ସେମାନେ ତାହାଙ୍କର ହୃଦୟ ପରିବର୍ତ୍ତନ କଲେ ନାହିଁ ଓ ନିଜର ମନ୍ଦ କାମ ପାଇଁ ଅନୁତାପ କଲେ ନାହିଁ।

12 ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢାଳିଲେ। ଏହା ଦ୍ୱାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା। 13 ତା'ପରେ ମୁଁ ତିନୋଟି ଅଶୁଚି ଆତ୍ମାଙ୍କୁ ଦେଖିଲି। ସେମାନେ ବେଙ୍ଗ ପରି ଦେଖାଯାଉଥିଲେ। ସେମାନେ ସେହି ଭୟଙ୍କର ସର୍ପ ମୁଖରୁ, ପଶୁ ମୁଖରୁ ଓ ଭଣ୍ଡଭବିଷ୍ୟ‌‌ଦ୍‌‌‌‌ବକ୍ତା ମୁଖରୁ ବାହାରି ଆସିଲେ। 14 ସେମାନେ ଭୂତର ଆତ୍ମା ଓ ସେମାନଙ୍କର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାର କ୍ଷମତା ଥିଲା। ସେମାନେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ମହାଦିନର ଯୁଦ୍ଧ ପାଇଁ ପୃଥିବୀର ସବୁ ରାଜାମାନଙ୍କୁ ଏକତ୍ର କରିବା ନିମନ୍ତେ ସେମାନଙ୍କ ପାଖକୁ ଯାଆନ୍ତି।

15 “ଦେଖ! ମୁଁ ଗୋଟିଏ ଗ୍ଭେର ଭଳି ଆସିବି। ଯେ ମୋ’ ଅପେକ୍ଷାରେ ଗ୍ଭହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସେହି ଲୋକ ସୁଖୀ। ତେବେ ତାହାକୁ ଉଲଗ୍ନ ହୋଇ ଗ୍ଭଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।’’

16 ସେହି ଭୂତାତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ କୁହା ଯାଉଥିବା ‘ହର୍ମିଗିଦ୍ଦୋନ୍’ ନାମକ ସ୍ଥାନରେ ଏକାଠି କଲେ।

17 ତା'ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାୟୁରେ ଢାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ୱର ଆସିଲା। ସେହି ସ୍ୱର କହିଲା, “ଏହା ସମାପ୍ତ ହେଲା।” 18 ତା'ପରେ ସେଠାରେ ବିଜୁଳି ଚମକିଲା, କୋଳାହଳ, ବଜ୍ରନାଦ ଓ ଏକ ଭୟଙ୍କର ଭୂମିକମ୍ପ ହେଲା। ଏଭଳି ଭୟଙ୍କର ଭୂମିକମ୍ପ ମନୁଷ୍ୟ ଇତିହାସରେ କେବେ ହୋଇ ନ ଥିଲା। 19 ମହାନଗରୀ ତିନି ଭାଗରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହୋଇଗଲା। ପରମେଶ୍ୱର ମହାନଗରୀ ବାବିଲୋନକୁ ଦଣ୍ଡ ଦେବା ପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କ୍ରୋଧରୂପ ମଦିରା ପାତ୍ରରୁ ପାନ କରାଇଲେ। 20 ପ୍ରତ୍ୟେକ ଦ୍ୱୀପ ଉଭେଇ ଗଲା ଓ ସେଠାରେ ଗୋଟିଏ ହେଲେ ପର୍ବତ ରହିଲା ନାହିଁ। 21 ଆକାଶରୁ ଲୋକମାନଙ୍କ ଉପରେ ପ୍ରକାଣ୍ଡ କୁଆପଥରମାନ ପଡ଼ିଲା। ପ୍ରତ୍ୟେକ କୁଆପଥରର ଓଜନ ପ୍ରାୟ 50 କିଲୋଗ୍ରାମ ଥିଲା। ଲୋକମାନେ ସେହି କୁଆପଥର ମହାମାରୀ ପାଇଁ ପରମେଶ୍ୱରଙ୍କୁ ନିନ୍ଦା କଲେ। ଏହି କ୍ଳେଶ ଅତି ଭୟାନକ ଥିଲା।

ପଶୁ ଉପରେ ନାରୀ

17 ସାତଦୂତଙ୍କ ମଧ୍ୟରୁ ଯେଉଁମାନେ ସାତୋଟି ପାତ୍ର ଧାରଣ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମୋ’ ନିକଟକୁ ଆସି ମୋତେ କହିଲେ, “ଆସ ପ୍ରସିଦ୍ଧ ବେଶ୍ୟାକୁ କ’ଣ ଦଣ୍ଡ ଦିଆଯିବ, ତାହା ମୁଁ ତୁମ୍ଭକୁ ଦେଖାଇବି। ସେ ବହୁତ ଜଳରାଶି ଉପରେ ବସିଛି। ପୃଥିବୀର ରାଜାମାନେ ତା'ସହିତ ଯୌନପାପ (ବ୍ୟଭିଗ୍ଭର) କରିଛନ୍ତି। ପୃଥିବୀର ଲୋକମାନେ ତା'ର ବ୍ୟଭିଗ୍ଭର ରୂପ ସୁରାରେ ମାତାଲ୍ ହୋଇଛନ୍ତି।”

ତା'ପରେ ଦୂତ ମୋତେ ଆତ୍ମା ଦ୍ୱାରା ମରୁଭୂମିକୁ ବହି ନେଇଗଲେ। ସେଠାରେ ମୁଁ ଗୋଟିଏ ନାରୀକୁ ଲାଲ ରଙ୍ଗର ପଶୁ ଉପରେ ବସିଥିବାର ଦେଖିଲି। ସେ ପଶୁର ସର୍ବାଙ୍ଗ ଶରୀର ଉପରେ ଈଶ୍ୱରଙ୍କ ନିନ୍ଦା କରୁଥିବା ନାମସବୁ ଲେଖା ଯାଇଥିଲା। ସେହି ପଶୁର ସାତୋଟି ମସ୍ତକ ଓ ଦଶଟି ଶିଙ୍ଗ ଥିଲା। ସେହି ସ୍ତ୍ରୀଲୋକଟି ବାଇଗଣି ଓ ଲାଲ ରଙ୍ଗର ବସ୍ତ୍ର ପିନ୍ଧିଥିଲା। ସେ ପିନ୍ଧିଥିବା ସୁନା, ଅଳଙ୍କାର ଓ ମଣିମୁକ୍ତା ଯୋଗୁଁ ଝଲକୁଥିଲା। ତା’ ହାତରେ ଗୋଟିଏ ସୁବର୍ଣ୍ଣ ପାତ୍ର ଥିଲା। ସେହି ପାତ୍ରଟି ଘୃଣ୍ୟ ବିଷୟ ଗୁଡ଼ିକରେ ଓ ତା'ର ନିଜର ଯୌନଗତ ପାପର ଆବର୍ଜନାରେ ପୂର୍ଣ୍ଣ ଥିଲା। ତା'ର କପାଳରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲେଖା ହେଲା:

ମହାନ୍ ବାବିଲ, ବେଶ୍ୟାମାନଙ୍କର

ଓ ପୃଥିବୀର ସବୁ ଘୃଣ୍ୟ

ବିଷୟସକଳର ମାତା।

ମୁଁ ସେହି ସ୍ତ୍ରୀଲୋକକୁ ପରମେଶ୍ୱରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟରେ ସେମାନଙ୍କର ସାକ୍ଷ୍ୟ ଦେଇଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି।

ମୁଁ ସେହି ସ୍ତ୍ରୀଲୋକକୁ ଦେଖି ବହୁତ ଆଶ୍ଚର୍ଯ୍ୟ ହୋଇଗଲି। ତା'ପରେ ସେ ଦୂତ ମୋତେ କହିଲେ, “ତୁମ୍ଭେ କାହିଁକି ଆଶ୍ଚର୍ଯ୍ୟ ହେଉଛ? ମୁଁ ତୁମ୍ଭକୁ ଏହି ସ୍ତ୍ରୀଲୋକର ରହସ୍ୟ କହିବି ଓ ସପ୍ତ ମସ୍ତକ ଓ ଦଶଶିଙ୍ଗ ବିଶିଷ୍ଟ ତା'ର ବାହନ ପଶୁ ବିଷୟରେ ମଧ୍ୟ କହିବି। ତୁମ୍ଭେ ଯେଉଁ ପଶୁକୁ ଦେଖିଲ, ସେ ଆଗରୁ ଥିଲା, କିନ୍ତୁ ବର୍ତ୍ତମାନ ସେ ଜୀବିତ ନାହିଁ। କିନ୍ତୁ ସେ ବଞ୍ଚିବ ଏବଂ ଗଭୀର ଗହ୍ୱରରୁ ଉଠି ଆସି ଧ୍ୱଂସ ପାଇବ। ଜଗତ ଆରମ୍ଭରୁ ଯେଉଁ ଲୋକମାନଙ୍କର ନାମ ଜୀବନ ପୁସ୍ତକରେ ଆଦୌ ଲେଖା ହୋଇ ନାହିଁ, ସେହି ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେବେ, କାରଣ ସେ ଅତୀତରେ ଥିଲା, ବର୍ତ୍ତମାନ ନାହିଁ କିନ୍ତୁ ପୁଣି ବଞ୍ଚିବ।

“ଏହାକୁ ବୁଝିବା ପାଇଁ ଜ୍ଞାନଯୁକ୍ତ ମନ ଆବଶ୍ୟକ। ଏହି ପଶୁର ସାତୋଟିମସ୍ତକ ହେଉଛି ସାତୋଟି ପର୍ବତ, ଯାହା ଉପରେ ସେ ବସେ। ତାହା ସାତ ଜଣ ରାଜାଙ୍କୁ ମଧ୍ୟ ବୁଝାଏ। 10 ଏହା ଭିତରୁ ପାଞ୍ଚ ଜଣ ରାଜା ମରିସାରିଲେଣି। ଜଣେ ରାଜା ବର୍ତ୍ତମାନ ବଞ୍ଚିଛନ୍ତି ଏବଂ ଶେଷ ରାଜା ଆସୁଛନ୍ତି। ସେ ଯେତେବେଳେ ଆସିବେ, ସେ ଅଳ୍ପ ସମୟ ପାଇଁ ରହିବେ। 11 ଯେଉଁ ପଶୁ କେବେ ଜୀବିତ ଥିଲା, ବର୍ତ୍ତମାନ ନାହିଁ, ସେ ଅଷ୍ଟମ ରାଜା। ସେ ପ୍ରଥମ ସାତ ଜଣ ରାଜାଙ୍କ ମଧ୍ୟରୁ ଜଣେ। ସେ ମଧ୍ୟ ଧ୍ୱଂସ ପାଇବ।

12 “ତୁମ୍ଭେ ଯେଉଁ ଦଶଶିଙ୍ଗ ଦେଖିଲ, ତାହା ଦଶ ଜଣ ରାଜା। ଏହି ଦଶ ଜଣ ରାଜା ଏ ପର୍ଯ୍ୟନ୍ତ ରାଜ ଭଳି ରାଜ୍ୟ ପାଇ ନାହାନ୍ତି। କିନ୍ତୁ ସେମାନେ ସେହି ପଶୁ ସହିତ ଗୋଟିଏ ଘଣ୍ଟା ପର୍ଯ୍ୟନ୍ତ ଶାସନ କରିବା ପାଇଁ କ୍ଷମତା ପାଇବେ। 13 ଏହି ଦଶ ଜଣ ରାଜାଙ୍କର ଉଦ୍ଦେଶ୍ୟ ସମାନ। ସେମାନେ ସେମାନଙ୍କର କ୍ଷମତା ଓ ଅଧିକାର ସେହି ପଶୁକୁ ଦେବେ। 14 ସେମାନେ ମେଷପାଳକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ। କିନ୍ତୁ ମେଷଶାବକ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ୱସ୍ତ ଅନୁଗାମୀମାନଙ୍କ ସହିତ ମିଶି ସେମାନଙ୍କୁ ପରାସ୍ତ କରିବେ।”

15 ତା'ପରେ ସେ ସ୍ୱର୍ଗଦୂତ ମୋତେ କହିଲେ, “ତୁମ୍ଭେ ଯେଉଁ ଜଳରାଶୀ ଉପରେ ବେଶ୍ୟା ବସୁଥିବାର ଦେଖିଲ, ସେହି ଜଳରାଶୀ ହେଉଛି ବିଭିନ୍ନ ଲୋକ, ବିଭିନ୍ନ ଦେଶ ଓ ଭାଷାମାନ। 16 ତୁମ୍ଭେ ଯେଉଁ ପଶୁ ଓ ଦଶ ଶିଙ୍ଗ ଦେଖିଲ, ସେମାନେ ସେହି ବେଶ୍ୟାକୁ ଘୃଣା କରିବେ। ସେମାନେ ତା'ର ସବୁ ନେଇଯିବେ ଓ ତାହାକୁ ଉଲଗ୍ନ କରି ଛାଡ଼ି ଦେବେ। ସେମାନେ ତାହାର ଶରୀରର ମାଂସ ଖାଇବେ ଓ ତାହାକୁ ଅଗ୍ନିରେ ପୋଡ଼ି ଦେବେ। 17 ସେମାନେ ତାହାଙ୍କର ଶାସନ କ୍ଷମତା ସେହି ପଶୁକୁ ଦେବା ପାଇଁ ଯେପରି ରାଜି ହୁଅନ୍ତି, ଏଥିନିମନ୍ତେ ପରମେଶ୍ୱର ସେମାନଙ୍କ ମନରେ ଏକ ଇଚ୍ଛା ଦେବେ। ଏହା ଦ୍ୱାରା ପରମେଶ୍ୱର କହିଥିବା ବାକ୍ୟ ସଫଳ ହେବା ପର୍ଯ୍ୟନ୍ତ ସେମାନେ ଶାସନ କରିବେ। 18 ତୁମ୍ଭେ ଯେଉଁ ସ୍ତ୍ରୀକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା, ସେହି ମହାନଗରୀକୁ ବୁଝାଏ।”

ବାବିଲର ଧ୍ୱଂସ

18 ତା'ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା। ସେ ଦୂତ ବହୁତ ଉଚ୍ଚ ସ୍ୱରରେ ପାଟିକରି କହିଲେ:

“ତା'ର ପତନ ହେଲା।
    ମହାନଗରୀ ବାବିଲର ପତନ ହୋଇଗଲା।
ତାହା ଭୂତମାନଙ୍କର ବାସସ୍ଥଳୀ ହେଲା।
    ତାହା ପ୍ରତ୍ୟେକ ଭୂତାତ୍ମା,
ପ୍ରତ୍ୟେକ ପ୍ରକାରର ଶୁଚି ପକ୍ଷୀ
    ଏବଂ ପ୍ରତ୍ୟେକ ଅଶୁଚି ତଥା ଘୃଣ୍ୟ ପଶୁଙ୍କ ଆଶ୍ରୟସ୍ଥଳ ହେଲା।
ପୃଥିବୀର ସବୁ ଲୋକମାନେ
    ତା'ର ବ୍ୟଭିଗ୍ଭର ପାପର ଓ ପରମେଶ୍ୱରଙ୍କର କ୍ରୋଧର ସୁରାପାନ କରିଛନ୍ତି।
ପୃଥିବୀର ରାଜାମାନେ ତା'ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟ କରିଛନ୍ତି।
    ସଂସାରର ବ୍ୟବସାୟୀମାନେ ତାହାର ଧନରେ ଧନବାନ୍ ହୋଇଛନ୍ତି।”

ତା'ପରେ ମୁଁ ସ୍ୱର୍ଗରୁ ଆଉ ଏକ ସ୍ୱର ଶୁଣିଲି

“ହେ ମୋର ଲୋକମାନେ, ତୁମ୍ଭେମାନେ ସେହି ନଗରରୁ ବାହାରି ଆସ,
    ତୁମ୍ଭେମାନେ ବାହାରି ଆସିଲେ, ତା'ର ପାପରେ ଭାଗୀଦାର ହେବ ନାହିଁ ଓ ତାହାର କ୍ଳେଶର ସହଭାଗୀ ହେବ ନାହିଁ।
ସ୍ୱର୍ଗ ଯେତେ ଉଚ୍ଚ, ତହାର ପାପକାର୍ଯ୍ୟ ସେତିକି ଉଚ୍ଚ ହେଲାଣି।
    ପରମେଶ୍ୱର ତା'ର ଭୁଲ୍ କାମଗୁଡ଼ିକ ଭୁଲି ନାହାନ୍ତି।
    ସେ ତା'ର କୁକର୍ମ ସବୁ ମନେ ପକାଇଲାଣି।
ସେ ନଗର ଅନ୍ୟମାନଙ୍କର ଯେପରି କ୍ଷତି କରିଛି, ତାହାର ସେହି ପ୍ରକାର କ୍ଷତି ହେବ।
    ତା'ର କୁକର୍ମ ପାଇଁ ତାହାକୁ ଦୁଇ ଗୁଣ ଅଧିକ ପ୍ରତିଫଳ ଦିଆଯିବ।
ସେ ନଗର ଅନ୍ୟମାନଙ୍କୁ ଯେପରି ସୁରା ଦେଇଛି,
    ତା'ନିମନ୍ତେ ତା’ ଅପେକ୍ଷା ଦୁଇଗୁଣ ଅଧିକ ନିଶାଯୁକ୍ତ ସୁରା ପ୍ରସ୍ତୁତ କରାଯିବ ଓ ତାହାକୁ ପାନ କରିବାକୁ ଦିଆଯିବ।
ସେ ଯେପରି ନିଜେ ଭୋଗବିଳାସ ଓ ଆମୋଦ ପ୍ରମୋଦରେ ଜୀବନ ବିତାଇଛି,
    ସେହିପରି ତାହାକୁ ଅଧିକ ପରିମାଣରେ ଯନ୍ତ୍ରଣା ଓ ବ୍ୟଥା ଭୋଗିବାକୁ ଦିଆଯିବ।
ସେ ନିଜେ ଗର୍ବରେ କହେ, ‘ମୁଁ ରାଣୀ ପରି ସିଂହାସନରେ ବସିଛି।
    ମୁଁ ବିଧବା ନୁହେଁ,
    ମୁଁ କେବେ ଶୋକ କରିବି ନାହିଁ।’
ସେଥିପାଇଁ ଗୋଟିଏ ଦିନ ଭିତରେ ଏହି କ୍ଳେଶ ତାକୁ ଆକ୍ରମଣ କରିବ:
    ମୃତ୍ୟୁ, ଦୁଃଖଦାୟକ କ୍ରନ୍ଦନ, ମହା କ୍ଷୁଧା।
ସେ ଅଗ୍ନିରେ ଜଳିଯିବ,
    କାରଣ ପ୍ରଭୁ ପରମେଶ୍ୱର ତା'ର ବିଗ୍ଭର କରିଛନ୍ତି ଏବଂ ସେ ସର୍ବଶକ୍ତିମାନ ଅଟନ୍ତି।

“ଜଗତର ଯେଉଁ ରାଜାମାନେ ତା’ ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟରେ ଲିପ୍ତ ଥିଲେ ଓ ତା'ଧନରେ ଭାଗୀଦାର ଥିଲେ, ସେମାନେ ଯେତେବେଳେ ତାହାର ଦହନର ଧୂଆଁ ଦେଖିବେ, ସେମାନେ ତା'ର ମୃତ୍ୟୁ କାରଣରୁ କାନ୍ଦିବେ ଓ ଦୁଃଖିତ ହେବେ। 10 ସେହି ରାଜାମାନେ ଯେତେବେଳେ ତାହାର ଯନ୍ତ୍ରଣା ଦେଖିବେ, ସେତେବେଳେ ସେମାନେ ଭୟ କରିବେ ଏବଂ ତା'ଠାରୁ ବହୁତ ଦୂରରେ ରହିବେ। ସେମାନେ କହିବେ:

“ହେ ମହାନଗରୀ, ହେ ଶକ୍ତିଶାଳୀ ନଗରୀ ବାବିଲ!
    ଏହା ଭୟାନକ! ଏହା ଭୟାନକ!
ଘଣ୍ଟାକ ମଧ୍ୟରେ ତୁମ୍ଭ ପାଇଁ ଦଣ୍ଡ ଆସିଲା।”

11 “ଏହି ଜଗତର ବ୍ୟବସାୟୀମାନେ ତା’ ପାଇଁ ବିଳାପ ଓ ଦୁଃଖ କରିବେ। ସେମାନେ ଦୁଃଖ ଅନୁଭବ କରିବେ, କାରଣ ସେମାନଙ୍କର ବାଣିଜ୍ୟଦ୍ରବ୍ୟ ଏହା ପରେ କେହି କିଣିବେ ନାହିଁ। 12 ସେମାନେ ସୁନା, ରୂପା, ମୂଲ୍ୟବାନ ପଥର, ମୁକ୍ତା, ସୂକ୍ଷ୍ମ ରେଶମବସ୍ତ୍ର, ବାଇଗଣି ରଙ୍ଗର ବସ୍ତ୍ର; ରେଶମୀ ଓ ଲାଲ ବସ୍ତ୍ର; ପ୍ରତ୍ୟେକ ପ୍ରକାରର ଚନ୍ଦନ ଆଦି ସୁବାସିତ କାଠ ଜିନିଷ; ହାତୀ ଦାନ୍ତର ପଦାର୍ଥମାନ, ମୂଲ୍ୟବାନ୍ କାଠ, ପିତ୍ତଳ, ଲୌହ ଓ ମର୍ମର ପଥରରେ ନିର୍ମିତ ଶିଳ୍ପଦ୍ରବ୍ୟ; 13 ଦାରୁଚିନି ପ୍ରଭୃତି ସୁଗନ୍ଧି ମସଲା; ଅତର, ଧୂପ, ମଲମ, ସୁଗନ୍ଧି ଧୂପ, ମଦ୍ୟ, ଜୀତତୈଳ, ମଇଦା, ଗହମ, ଗୃହପାଳିତ ତୃଣଭୋଜୀ ପଶୁ, ମେଷ, ଘୋଡ଼ା, ରଥ, ଏବଂ ମନୁଷ୍ୟମାନଙ୍କର ଶରୀର ଓ ପ୍ରାଣ ସବୁ ବିକ୍ରୀ କରନ୍ତି। ତେଣୁ ବ୍ୟବସାୟୀମାନେ କାନ୍ଦିବେ ଓ କହିବେ:

14 ‘ହେ ବାବିଲ! ତୁମ୍ଭେ ଯେଉଁ ଉତ୍ତମ ଜିନିଷ ଗ୍ଭହୁଁଥିଲ,
ସେସବୁ ତୁମ୍ଭଠାରୁ ଗ୍ଭଲିଯାଇଛି।
ତୁମ୍ଭର ସବୁ ସୌଖିନ ଓ ମନୋହରୀ ଦ୍ରବ୍ୟମାନ ତୁମ୍ଭଠାରୁ ଉଭେଇ ଯାଇଛି।
    ତୁମ୍ଭେ ସେସବୁ ଆଉ କେବେ ପାଇବ ନାହିଁ।’

15 “ବ୍ୟବସାୟୀମାନେ ତା'ର ଦୁଃଖ ଯନ୍ତ୍ରଣା ଦେଖି ଭୟ କରିବେ ଓ ତା'ଠାରୁ ବହୁ ଦୂରରେ ଠିଆ ହେବେ। ସେହି ଲୋକମାନେ ତାହାକୁ ସେହି ମୂଲ୍ୟବାନ୍ ଜିନିଷ ବିକ୍ରିକରି ଧନୀ ହୋଇଥିଲେ। ତେଣୁ ସେମାନେ କାନ୍ଦିବେ ଓ ଦୁଃଖ କରିବେ। 16 ସେମାନେ କହିବେ:

‘ହେ ମହାନଗରୀ! ଭୟାନକ! ତୁମ୍ଭ ପାଇଁ ଏହା କେତେ ଭୟାନକ:
    ଯେଉଁ ମହାନଗରୀ ସୂକ୍ଷ୍ମ ରେଶମ, ବାଇଗଣି ଓ ଘନଲାଲ ବର୍ଣ୍ଣର ବସ୍ତ୍ର ପିନ୍ଧିଥିଲା,
    ସୁନା, ମଣି ଓ ମୁକ୍ତାରେ ଝଟକୁଥିଲା,
17 ଘଣ୍ଟାକ ମଧ୍ୟରେ ଏହି ସମସ୍ତ ବିଶାଳ ସମ୍ପତ୍ତି ନଷ୍ଟ କରି ଦିଆଗଲା।’

“ସମସ୍ତ ସମୁଦ୍ର କପ୍ତାନ, ସମୁଦ୍ର ଯାତ୍ରୀ, ନାବିକ, ନୌବାଣିଜ୍ୟ କରୁଥିବା ସମସ୍ତ ଲୋକ ବାବିଲଠାରୁ ଦୂରରେ ଠିଆ ହେଲେ। 18 ସେମାନେ ତା'ର ଜଳୁଥିବାର ଧୂଆଁ ଦେଖିଲେ। ସେମାନେ ଉଚ୍ଚ ସ୍ୱରରେ କହିଲେ, “ଏହି ମହାନଗରୀ ପରି ଅନ୍ୟ କୌଣସି ନଗରୀ ନାହିଁ।” 19 ସେମାନେ ନିଜ ନିଜ ମସ୍ତକ ଉପରେ ଧୂଳି ଫିଙ୍ଗିଲେ। ସେମାନେ କାନ୍ଦିଲେ ଓ ବହୁତ ଦୁଃଖିତ ହେଲେ। ସେମାନେ ଉଚ୍ଚ ସ୍ୱରରେ କହିଲେ:

‘ହେ ମହାନଗରୀ! ଭୟାନକ! ତୁମ୍ଭ ପାଇଁ ଏହା କେତେ ଭୟାନକ!
    ଏହି ମହାନଗରୀର ଧନରେ ସମୁଦ୍ରରେ ବାଣିଜ୍ୟ, ବ୍ୟବସାୟ କରୁଥିବା ଲୋକମାନେ ଧନୀ ହୋଇଥିଲେ।
    କିନ୍ତୁ ଘଣ୍ଟାକ ମଧ୍ୟରେ ସେ ଧ୍ୱଂସ ହୋଇଗଲା।
20 ହେ ସ୍ୱର୍ଗ! ହେ ପରମେଶ୍ୱରଙ୍କର ପବିତ୍ର ଲୋକମାନେ,
    ଭବିଷ୍ୟ‌‌ଦ୍‌‌‌‌ବକ୍ତାଗଣ ଏବଂ ପ୍ରେରିତଗଣ!
    ମହାନଗରୀର ଧ୍ୱଂସରେ ଆନନ୍ଦ ଉଲ୍ଲାସ କର।
ସେ ତୁମ୍ଭକୁ ଯେଉଁ କଷ୍ଟ ଦେଇଛି, ସେଥିପାଇଁ ପରମେଶ୍ୱର ତାହାକୁ ଦଣ୍ଡ ଦେଇଛନ୍ତି।’”

21 ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସେହି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ:

“ଏହିପରି ଭାବରେ ମହାନଗରୀ ବାବିଲକୁ ତଳକୁ ନିକ୍ଷେପ କରାଯିବ।
    ତାହାକୁ ଆଉ କେବେ କେହି ଦେଖି ପାରିବେ ନାହିଁ।
22 ତୋ’ଠାରେ କେହିହେଲେ ଆଉ ଲୋକମାନଙ୍କର ବୀଣାର ସଙ୍ଗୀତ ଓ ବଂଶୀ, ତୂରୀ ଭଳି
    ଅନ୍ୟ ବାଦ୍ୟଯନ୍ତ୍ର ଶୁଣିବେ ନାହିଁ।
ତୋ’ଠାରେ କୌଣସି ଶିଳ୍ପର କାରିଗରମାନେ
    ଆଉ ଦେଖାଯିବେ ନାହିଁ।
ତୋ’ଠାରେ ଚକିପେଷାର ଶବ୍ଦ
    ଆଉ କେବେ ହେଲେ ଶୁଣାଯିବ ନାହିଁ।
23 ତୋ’ ପାଖରେ ଦୀପର ଆଲୋକ
    ଆଉ ଜଳିବ ନାହିଁ।
ତୋ’ ପାଖରେ ବରକନ୍ୟାଙ୍କର ଆନନ୍ଦର ଧ୍ୱନି
    ଆଉ କେବେ ହେଲେ ଶୁଣାଯିବ ନାହିଁ।
ତୋ’ର ବ୍ୟବସାୟୀମାନେ ପୃଥିବୀର ବହୁତ ମହାନ୍ ଲୋକ ଥିଲେ।
    ସମସ୍ତ ଦେଶଗୁଡ଼ିକ ତୋ’ର ଯାଦୁ ଶକ୍ତି ଦ୍ୱାରା ପଥଭ୍ରଷ୍ଟ ହୋଇଥିଲେ।
24 ସେ (ବାବିଲ) ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର
    ଏବଂ ପୃଥିବୀରେ ମାରି ଦିଆଯାଇ ଥିବା ସମସ୍ତ ଲୋକଙ୍କ ରକ୍ତ ପାଇଁ ଦାୟୀ ଅଟେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center