Print Page Options
Previous Prev Day Next DayNext

Daily Reading for Personal Growth, 40 Days with God

40 daily Scripture readings that illustrate the character of God and the nature of faith.
Duration: 40 days
Odia Holy Bible: Easy-to-Read Version (ERV-OR)
Version
ଯାକୁବଙ୍କ ପତ୍ର 1:13-18

13 ଯେତେବେଳେ ଜଣେ ବ୍ୟକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ୍ ନୁହେଁ ଯେ, “ପରମେଶ୍ୱର ମୋତେ ପରୀକ୍ଷା କରୁଛନ୍ତି।” କାରଣ ମନ୍ଦତା ପରମେଶ୍ୱରଙ୍କୁ ପରୀକ୍ଷା କରିପାରେ ନାହିଁ। ଏବଂ ପରମେଶ୍ୱର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ। 14 ପ୍ରତ୍ୟେକ ବ୍ୟକ୍ତି ତା’ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁଁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରଖେ। 15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ୟୁକୁ ଜନ୍ମ ଦିଏ।

16 ମୋ’ ଭାଇ ଓ ଭଉଣୀମାନେ! ଏହି ବିଷୟରେ କୌଣସି ପ୍ରକାର ମୂର୍ଖାମୀରେ ପଡ଼ ନାହିଁ। 17 ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି। 18 ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center