Daily Reading for Personal Growth, 40 Days with God
ବିଶ୍ୱାସ ଓ ସତ୍କର୍ମ
14 ମୋ’ ଭାଇ ଓ ଭଉଣୀମାନେ! ଯଦି ଜଣେ କୁହେ, ଯେ, ସେ ଜଣେ ବିଶ୍ୱାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା’ହେଲେ ତାହାର ବିଶ୍ୱାସ ମୂଲ୍ୟହୀନ। କ’ଣ ଏହିଭଳି ବିଶ୍ୱାସ ତାହାକୁ ରକ୍ଷା କରି ପାରିବ? ନା! 15 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ୟକ କରିପାରେ। 16 ଏବଂ ତୁମ୍ଭେ ତାହାକୁ କହୁଛ, “ପରମେଶ୍ୱର ତୁମ୍ଭ ସହିତ ଥାଆନ୍ତୁ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ।” ତୁମ୍ଭେ ଏଗୁଡ଼ିକ ବିଷୟରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ୟକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାଯ୍ୟ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ୟହୀନ ଅଟେ। 17 ବିଶ୍ୱାସ ବିଷୟରେ ମଧ୍ୟ ଠିକ୍ ସେହି କଥା ଅଟେ। ଯଦି ବିଶ୍ୱାସ କିଛି କାର୍ଯ୍ୟ ଉତ୍ପନ୍ନ ନ କରେ, ତେବେ ସେ ବିଶ୍ୱାସ ମୃତ ଅଟେ।
18 ଜଣେ ଲୋକ କହିପାରେ, “ତୁମ୍ଭ ପାଖରେ ବିଶ୍ୱାସ ଅଛି, ପୁଣି ମୋ’ ପାଖରେ କର୍ମ ଅଛି। ତୁମ୍ଭେ କର୍ମବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ ମୋ’ କର୍ମଗୁଡ଼ିକ ଦ୍ୱାରା ମୋ’ ବିଶ୍ୱାସ ତୁମ୍ଭକୁ ଦେଖାଇବି।” 19 ତୁମ୍ଭେ ବିଶ୍ୱାସ କର ଯେ, କେବଳ ଜଣେ ପରମେଶ୍ୱର ଅଛନ୍ତି; ଭଲ କଥା କିନ୍ତୁ ଭୂତମାନେ ମଧ୍ୟ ଏହା ବିଶ୍ୱାସ କରନ୍ତି ଓ ଭୟରେ ଥରହର ହୁଅନ୍ତି।
20 ହେ ମୂର୍ଖ ଲୋକ! କର୍ମଗୁଡ଼ିକ ବିନା ବିଶ୍ୱାସ ଯେ ମୂଲ୍ୟହୀନ ଅଟେ, ଏହାର ପ୍ରମାଣ କ’ଣ ତୁମ୍ଭେ ଦେଖିବାକୁ ଗ୍ଭହୁଁଛ?
2010 by World Bible Translation Center