Print Page Options
Previous Prev Day Next DayNext

Daily Reading for Personal Growth, 40 Days with God

40 daily Scripture readings that illustrate the character of God and the nature of faith.
Duration: 40 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 18:10-14

10 “ଜଣେ ଫାରୂଶୀ ଓ ଜଣେ କରଆଦାୟକାରୀ ଥିଲେ। ଦିନେ ସେହି ଦୁଇଜଣ ପ୍ରାର୍ଥନା କରିବାକୁ ମନ୍ଦିରକୁ ଗଲେ। 11 ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂରରେ ଅଲଗା ଠିଆ ହୋଇଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବେଳେ କହିଲେ, ‘ହେ ପରମେଶ୍ୱର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହୋଇ ନ ଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଗ୍ଭେରି, ଠକାମି, ବ୍ୟଭିଗ୍ଭର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ। ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହୋଇଥିବାରୁ ତୁମ୍ଭ ପାଖରେ କୃତଜ୍ଞତା ଜଣାଉଛି। 12 ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହରେ ଦୁଇ ଥର ଉପବାସ କରେ। ମୁଁ ମୋର ସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।’

13 “କରଆଦାୟକାରୀ ମଧ୍ୟ ଅଲଗା ଏକାକୀ ଠିଆ ହୋଇଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ୱର୍ଗ ଆଡ଼କୁ ମଧ୍ୟ ଗ୍ଭହିଁଲେ ନାହିଁ। କରଆଦାୟକାରୀ ପରମେଶ୍ୱରଙ୍କ ପାଖରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, “ହେ ପରମେଶ୍ୱର, ମୋ’ ଉପରେ ଦୟା କର। ମୁଁ ଜଣେ ପାପୀ।” 14 ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା’ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center