Daily Reading for Personal Growth, 40 Days with God
ଯୀଶୁ ଆମ୍ଭମାନଙ୍କର ସହାୟକ
2 ମୋର ପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭେମାନେ ପାପ ନ କର। କିନ୍ତୁ ଯଦି କେହି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ଯିଏ କି ଧାର୍ମିକ ଓ ଯିଏ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ସପକ୍ଷବାଦୀ; ସେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ। 2 ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କେବଳ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ୟ ସେ ବହିନିଅନ୍ତି।
3 ଆମ୍ଭେ ଯଦି ପରମେଶ୍ୱରଙ୍କର ଆଜ୍ଞା ପାଳନ କରୁ, ତେବେ ଆମ୍ଭେମାନେ ସୁନିଶ୍ଚିତ ଯେ, ଆମ୍ଭେ ପ୍ରକୃତରେ ତାହାଙ୍କୁ ଜାଣିଛୁ। 4 ଯଦି କିଏ କୁହେ, “ମୁଁ ପରମେଶ୍ୱରଙ୍କୁ ଜାଣେ,” କିନ୍ତୁ ତାହାଙ୍କ ଆଜ୍ଞା ପାଳନ କରେ ନାହିଁ, ତେବେ ସେ ଜଣେ ମିଥ୍ୟାବାଦୀ। ତାହାଙ୍କଠାରେ ସତ୍ୟ ନାହିଁ। 5 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ଶିକ୍ଷା ପାଳନ କରେ, ତା’ଠାରେ ପରମେଶ୍ୱରଙ୍କ ପ୍ରେମର ଉଦ୍ଦେଶ୍ୟ ସାଧିତ ହୋଇଛି। ଏହିଭଳି ଭାବେ ଆମ୍ଭେମାନେ ପରମେଶ୍ୱରଙ୍କର ଅନୁଗମନ କରୁଛୁ ବୋଲି ଜାଣି ପାରିବା। 6 ପରମେଶ୍ୱରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ୟକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ୍।
2010 by World Bible Translation Center