Daily Reading for Personal Growth, 40 Days with God
ପରମେଶ୍ୱରଙ୍କ ସନ୍ତାନ ଜଗତ ବିରୁଦ୍ଧରେ ଜୟଲାଭ କରନ୍ତି
5 ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ରେମ କରୁଥିବା ବ୍ୟକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। 2 ଆମ୍ଭେ ପରମେଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ୱରଙ୍କ ସନ୍ତାନ ଅଟୁ। 3 କାରଣ ପରମେଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ। 4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି। 5 ଆମ୍ଭର ବିଶ୍ୱାସ ଦ୍ୱାରା ଆମ୍ଭେ ଜଗତକୁ ଜିତିଛୁ। ଆମ୍ଭର ବିଶ୍ୱାସ ଜଗତକୁ ଜୟ କରେ। ଯେଉଁ ଲୋକ ବିଶ୍ୱାସ କରେ ଯେ ଯୀଶୁ ପରମେଶ୍ୱରଙ୍କ ପୁତ୍ର, ସେ ଜଗତରେ ବିଜୟୀ ହୁଏ।
ପରମେଶ୍ୱର ଆମ୍ଭମାନଙ୍କୁ ତାହାଙ୍କର ପୁତ୍ର ବିଷୟରେ କହିଲେ
6 ଯିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁ ଖ୍ରୀଷ୍ଟ। ଯୀଶୁ ଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ [a] ସହିତ ଆସିଥିଲେ। କେବଳ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସେହି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ୟ ସାକ୍ଷ୍ୟ ଦେଲେ। ଆତ୍ମା ହିଁ ସତ୍ୟ।
2010 by World Bible Translation Center