Print Page Options
Previous Prev Day Next DayNext

Daily Reading for Personal Growth, 40 Days with God

40 daily Scripture readings that illustrate the character of God and the nature of faith.
Duration: 40 days
Odia Holy Bible: Easy-to-Read Version (ERV-OR)
Version
ଯାକୁବଙ୍କ ପତ୍ର 1:1-12

ମୁଁ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ ଯାକୁବ,

ସାରା ପୃଥିବୀରେ ବ୍ୟାପି ହୋଇ ରହିଥିବା ପ୍ରଭୁଙ୍କ ଲୋକମାନଙ୍କୁ ନମସ୍କାର ଜଣାଏ।

ବିଶ୍ୱାସ ଓ ଜ୍ଞାନ

ମୋ’ ଭାଇ ଓ ଭଉଣୀମାନେ, ତୁମ୍ଭେମାନେ ଅନେକ ପ୍ରକାରର ଅସୁବିଧାର ସମ୍ମୁଖୀନ ହେବ। କିନ୍ତୁ ଏପରି ହେଲାବେଳେ ତୁମ୍ଭେମାନେ ଅଧିକ ଖୁସୀ ହେବା ଉଚିତ୍। କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ୱାସକୁ ପରିକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ଧୈର୍ଯ୍ୟ ଜନ୍ମାଏ। ତୁମ୍ଭ କାମଗୁଡ଼ିକରେ ତୁମ୍ଭର ଧୈର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହେବାକୁ ଦିଅ। ତେବେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହେବ। ତୁମ୍ଭର ପ୍ରତ୍ୟେକ ଆବଶ୍ୟକ ବିଷୟ ତୁମ୍ଭେ ପାଇବ।

କିନ୍ତୁ ତୁମ୍ଭ ଭିତରୁ ଯଦି କେହି ଜ୍ଞାନର ଆବଶ୍ୟକ କରେ, ତା’ହେଲେ ତୁମ୍ଭେ ଏହା ପରମେଶ୍ୱରଙ୍କୁ ମାଗିବା ଉଚିତ୍। ପରମେଶ୍ୱର ଅତ୍ୟନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦେବାରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ୱର ତୁମ୍ଭକୁ ଜ୍ଞାନ ଦେବେ। କିନ୍ତୁ ତୁମ୍ଭେ ଯେତେବେଳେ ପରମେଶ୍ୱରଙ୍କୁ ମାଗିଥାଅ, ସେତେବେଳେ ତୁମ୍ଭକୁ ବିଶ୍ୱାସ କରିବାକୁ ପଡ଼ିବ। ପରମେଶ୍ୱରଙ୍କୁ ସନ୍ଦେହ କର ନାହିଁ। ସନ୍ଦେହୀ ଲୋକ ସମୁଦ୍ରର ଢେଉ ଭଳି। ପବନ ଢେଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦେହୀ ଲୋକ ସେହି ଢେଉ ଭଳି। 7-8 ସନ୍ଦେହୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟରେ ନିଷ୍ପତ୍ତି ନେଇପାରେ ନାହିଁ। ସେଭଳି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ଆଶା କରିବା ଉଚିତ୍ ନୁହେଁ।

ପ୍ରକୃତ ଧନ

ଯଦି ଜଣେ ବିଶ୍ୱାସୀ ଗରିବ ହୋଇଥାଏ, ତେବେ ପରମେଶ୍ୱର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ୍। 10 ସେହିପରି ଜଣେ ଧନୀ ବିଶ୍ୱାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ୱର ତାହାକୁ ଦେଖାଇ ଦେଇଥିବାରୁ, ସେ ଗର୍ବ କରିବା ଉଚିତ୍। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିଯିବ। 11 ସୂର୍ଯ୍ୟ ଉଦୟ ହୋଇ ଅଧିକ ଉତ୍ତପ୍ତ କରେ। ସୂର୍ଯ୍ୟର ଉତ୍ତାପ ଗ୍ଭରା ଗଛଟିକୁ ଶୁଖେଇ ଦିଏ। ଫୁଲ ଝଡ଼ି ଯାଏ। ସେହି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ୟ ଠିକ୍ ସେହିଭଳି। ସେ ତାହାର ବ୍ୟବସାୟ ଲାଗି ଯୋଜନା କରୁଥିବା ବେଳେ ମରିଯିବ।

ପରମେଶ୍ୱରଙ୍କଠାରୁ ପରୀକ୍ଷା ଆସେ ନାହିଁ

12 ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center